ଦୈନିକ ରାଶିଫଳ: 19 ଅକ୍ଟୋବର 2022, ଶ୍ରୀ ଗଣେଶଙ୍କ କୃପା ରହିବ ଏହି 5ଟି ରାଶି ଉପରେ, ମିଳିବ କିଛି ବଡ ଖୁସି ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୨ମସିହା, ଅକ୍ଟୋବର ମାସ ୧୯ତାରିଖ, ବୁଧବାର, ତୁଳାମାସ ୩ଦିନ, କାର୍ତ୍ତିକମାସ କୃଷ୍ଣପକ୍ଷ, ନବମୀତିଥି ଦିବା ୨ଟା ୧୩ମିନିଟ୍ ପରେ ଦଶମୀତିଥି, ପୁଷ୍ୟାନକ୍ଷତ୍ର ସକାଳ ୮ଟା ୧ମିନିଟ୍ ପରେ ଅଶ୍ଳେଷା ନକ୍ଷତ୍ର, କର୍କଟ ରାଶିରେ ଚନ୍ଦ୍ର। ସାଧ୍ୟ ଯୋଗ। ଗର କରଣ ଦିବା ୨ଟା ୧୩ମିନିଟ୍ ପରେ ବାଣିଜ୍ୟ କରଣ। କର୍କଟ ରାଶିର ଘାତବାର। ଲାଉ ନ ଖାଇଲେ ଭଲ ଦିବା ୨ଟା ୧୩ମିନିଟ୍ ପରେ କଳମଶାଗ ନ ଖାଇଲେ ଭଲ। ଯୋଗିନୀ- ପୂର୍ବେ ଦିବା ୨ଟା ୧୩ମିନିଟ୍ ପରେ ଉତ୍ତରେ ଯାତ୍ରା ନିଷେଧ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଶ୍ରାଦ୍ଧତର୍ପଣ- ନବମୀର ଏକୋଦ୍ଦିଷ୍ଟ ଶ୍ରାଦ୍ଧ। ଅଶୁଭସମୟ- ସକାଳ ୮ଟା ୩୮ମିନିଟ୍ ରୁ ଦିବା ୧୦ଟା ୫ମିନିଟ୍, ଦିବା ୧୧ଟା ୩୧ମିନିଟ୍ ରୁ ଦିବା ୧୨ଟା ୫୭ମିନିଟ୍, ରାତ୍ରି ୨ଟା ୩୯ମିନିଟ୍ ରୁ ୪ଟା ୧୧ମିନିଟ୍। ଶୁଭସମୟ- ପ୍ରାତଃ ୫ଟା ୪୭ମିନିଟ୍ ରୁ ୮ଟା ୩ମିନିଟ୍, ଦିବା ୧୦ଟା ୨୩ମିନିଟ୍ ରୁ ୧୧ଟା ୩୦ମିନିଟ୍, ଦିବା ୧ଟା ୨୭ମିନିଟ୍ ରୁ ୩ଟା ୪୩ମିନିଟ୍, ସନ୍ଧ୍ୟା ୬ଟା ୭ମିନିଟ୍ ରୁ ୬ଟା ୫୫ମିନିଟ୍, ରାତ୍ର ୮ଟା ୩୭ମିନିଟ୍ ରୁ ୨ଟା ୩୮ମିନିଟ୍, ରାତ୍ର ୪ଟା ୧୩ମିନିଟ୍ ରୁ ୫ଟା ୪୫ମିନିଟ୍।

ମେଷ:-କାର୍ଯ୍ୟକ୍ଷେତ୍ରରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ। ଛାତ୍ର ଛାତ୍ରୀମାନେ ଉଚ୍ଚଶିକ୍ଷା ପାଇଁବାହ୍ୟ ଦେଶକୁ ଯାତ୍ରା କରି ପାରନ୍ତି। ପରିବାର ଜନଙ୍କ ସମ୍ବନ୍ଧିତ କୌଣସି ଶୁଭ ସମାଚାର ଶୁଣିବେ। ବ୍ୟବସାୟ ପ୍ରସାର ପ୍ରଚାର ଫଳରେ ବହୁତ ବଡ଼ ମୁନାଫା ଉଠେଇ ପାରିବେ। ପଡୋଶୀ ଏବଂ କୁଟୁମ୍ବଙ୍କ ସହ କଳିତକରାଳ ଥିଲେ ମେଣ୍ଟିଯିବ। ଆପଣା ଲୋକଙ୍କ ସାହାଯ୍ୟ ପାଇ କେତେକ ସମସ୍ୟା ସୁଧାରୀ ନେବେ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ବୃଷ:-ସନ୍ତାନମାନଙ୍କ ଉନ୍ନତି ପାଇଁ ଖୁସି ରହିବେ ଓ ମାଲିମୋକଦ୍ଦମାରେ ସଫଳତା ମିଳିବ। ନୂତନ ବ୍ୟବସାୟର ସୁଯୋଗ ପାଇବେ ଓ ନୂତନ କାର୍ଯ୍ୟଆରମ୍ଭ କରି ପାରିବେ। ଚାକିରି କ୍ଷେତ୍ରରେ ଉପରିସ୍ଥ ଅଧିକାରୀଙ୍କ ସାହାଯ୍ୟ ସହଯୋଗ ପାଇବେ। ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ। ପୁରୁଣା ରୋଗର ଉପଶମ ସହ ସ୍ୱାସ୍ଥ୍ୟରେ ଆଶାଜନକ ପରିବର୍ତ୍ତନ ଦେଖାଦେବ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

ମିଥୁନ:-ବ୍ୟବସାୟୀମାନେ ଆବଶ୍ୟକତା ଠାରୁ ଅଧିକ ଆଦାନ ପ୍ରଦାନ କରି ଉଚିତ ଲାଭ ପାଇବେ। ପାରିବାରିକ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ। ଅନେକ ଶୁଭ କର୍ମର ସୁଯୋଗ ପାଇବେ। ଗୃହରେ ଥିବା କଳହ, ପତିପତ୍ନୀଙ୍କ ମଧ୍ୟରେ ମତଭେଦ, ବିରୋଧଭାବ ଏବଂ ତିକ୍ତତା ଭାବର ସମାଧାନ ହେବ। ବିଦ୍ୟାର୍ଥୀମାନଙ୍କ ପାଇଁ ଅତ୍ୟନ୍ତ ଶୁଭ ସମୟ। ପଡୋଶୀମାନେ ସମ୍ମୁଖରେ ପ୍ରଶଂସା କରି ପଛରେ ନିନ୍ଦା କରି ପାରନ୍ତି। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କର୍କଟ:-ଶିକ୍ଷାପ୍ରତି ରୁଚି ବୃଦ୍ଧି ପାଇବା ସହ ପରୀକ୍ଷା ପରିଣାମ ଅନୁକୂଳ ହେବ। ନିଜକୁ ମଧ୍ୟ ଖୁସି ଓ ସୁରକ୍ଷିତ ଅନୁଭବ କରିବେ। ବାସ ଗୃହ ଓ ଯାନବାହାନର କେତେକ ସମସ୍ୟାର ସମାଧାନ ହେବ। ଅନାବଶ୍ୟକ ଖର୍ଚ୍ଚ ଅଧିକରୁ ଅଧିକ ହେବାଫଳରେ ମାନସିକ ଦୁଃଶ୍ଚିନ୍ତା ବଢ଼ିଯିବ। ତରବରିଆ ହିସାବରେ କୌଣସି କାର୍ଯ୍ୟ ନକରି ସବୁଆଡକୁ ନଜର ଦେଇ କାମ କରିବା ଉଚିତ୍। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ସିଂହ:-ରାଜନୈତିକ କ୍ଷେତ୍ରରରେ ସ୍ଥିତି ସୁଦୃଢ ହେବ। ପ୍ରେମିକ ପ୍ରେମିକାମାନେ ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ। ଅଧିକ ରୋଜ ଗାର ହେଲେ ମଧ୍ୟ ଗୃହୋପକରଣ କ୍ରୟ କରିବା ଯୋଗେ କିଛି ବ୍ୟୟ ହେବ। ବନ୍ଧୁମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

କନ୍ୟା:-ସ୍ୱାସ୍ଥ୍ୟ କ୍ଷେତ୍ରରେ ପରିବର୍ତ୍ତନ ଆସିବ। ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହନ କ୍ରୟ କରି ପାରିବେ। ଯେଉଁ କାର୍ଯ୍ୟରେ ହାତ ଦେବେ ଉନ୍ନତି ଦେଖାଦେବ। କର୍ମକ୍ଷେତ୍ରରେ ଉତ୍ତମ କାର୍ଯ୍ୟ କରି ପଦୋନ୍ନତି ପାଇବେ। ଦୂରଯାତ୍ରାରେ ସଫଳତା ପ୍ରାପ୍ତି ହେବ। କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ବ୍ୟବସାୟରେ ଆଶାତିତ ଲାଭ କରି କିଛି ନୂତନ ପଦାର୍ଥ ସଂଗ୍ରହ କରିବେ। ଉଚ୍ଚଶିକ୍ଷା ପାଇଁ ବିଦେଶଯାତ୍ରା କରିପାରିବେ। ପ୍ରତିକାର- ସବୁଜରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ।

ତୁଳା:-ଶାରିରୀକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। ଆୟବୃଦ୍ଧି, ଋଣମୁକ୍ତି, କର୍ମ କ୍ଷେତ୍ରରେ ଲୋକ ସମ୍ପର୍କ ବୃଦ୍ଧି ହେବ। ନୂତନ ବ୍ୟବସାୟ ଆରମ୍ଭ, ବ୍ୟବସାୟ ବିସ୍ତାର ଓ ପ୍ରଚାର ପ୍ରସାର କରି ଆଶାତିତ ଲାଭବାନ୍ ହେବେ। ଅଚାନକ ଅର୍ଥ ପ୍ରାପ୍ତିହୋଇ ଆର୍ଥିକ ସମସ୍ୟା ଦୂରେଇ ଯିବ। ନିଜ ଚେଷ୍ଟାରେ ବାକିଥିବା ଅର୍ଥ ପାଇବେ। କୌଣସି ନୂତନ କର୍ମ କରିବାକୁ ଚାହୁଁଥିଲେ ସେଥିରେ ବିଜୟୀ ହେବେ। ଆୟ ପନ୍ଥାର ପରିବର୍ତ୍ତନ ଆସିବ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

ବିଚ୍ଛା:-ରାଜନୈତିକ କ୍ଷେତ୍ରରେ ଦଳର ମୁଖ୍ୟଙ୍କର ଅତ୍ୟନ୍ତ ପ୍ରିୟପାତ୍ର ହୋଇ ପାରିବେ। ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧିହେବ। କର୍ମକ୍ଷେତ୍ରରେ ମାନସିକ ଅଶାନ୍ତି ଦୂର ହୋଇ ଆତ୍ମବିଶ୍ୱାସ ବୃଦ୍ଧି ପାଇବ। ବ୍ୟବସାୟରେ ଅତ୍ୟଧିକ ଲାଭବାନ ହୋଇ ଆର୍ଥିକ ସ୍ଥିତି ସୁଦୃଢ ହେବ। ଛାତ୍ରଛାତ୍ରୀ ମାନଙ୍କର ମାନସିକ ଅଶାନ୍ତି ଦୂର ହୋଇ ସୁଖ୍ୟାତି ଲାଭ ହେବ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ପ୍ରଶଂସିତ ହେବେ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ଧନୁ:-କର୍ମକ୍ଷେତ୍ରରେ ସମ୍ମାନ ପ୍ରାପ୍ତି ଓ ସହକର୍ମୀଙ୍କ ସହ ବୁଝାମଣା ଠିକ୍ ରହିବ। ବ୍ୟବସାୟ କ୍ଷେତ୍ରରେ କଠିନ ପରିଶ୍ରମ କରି ଆଗକୁ ବଢ଼ିବାର ଇଚ୍ଛା ବୃଦ୍ଧିହେବ। ବନ୍ଧୁ ମିତ୍ରଙ୍କ ଉପଦେଶକୁ ଖରାପ ନଭାବି ମାନି ନେଲେ ସାମାଜିକ ସ୍ଥିତି ଓ ମାନସମ୍ମାନ ବୃଦ୍ଧିହେବ। ରାଜନୀତି କ୍ଷେତ୍ରରେ ତଳୁ ଉପର ସ୍ତର ଯାଏ ଆଦୃତି ଓ ମାନ୍ୟତା ଅର୍ଜ୍ଜନ କରିବେ। ଅତ୍ୟନ୍ତ ପ୍ରିୟ ଲୋକମାନେ ଅସନ୍ତୁଷ୍ଟ ହୋଇ ଦୂରେଇ ଯିବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମକର:-ସ୍ୱାସ୍ଥ୍ୟ ଅନେକାଂଶରେ ଭଲ ରହିବା ସହ ଅତି ଉତ୍ତମ ଫଳ ପାଇବେ। ଅଚାନକ ଧନ ପ୍ରାପ୍ତି ହେବ ଓ ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେଶ କରିବେ। ସାଂସାରିକ ଜୀବନ ସୁଖମୟ ହେବ। ଦୀର୍ଘଦିନ ଧରି ଚିନ୍ତା କରୁଥିବା ନୂତନ କାର୍ଯ୍ୟ ଏବଂ ନୂତନ ବ୍ୟବସାୟ ଅତି ସହଜରେ ଆରମ୍ଭ କରି ପାରିବେ। ପୁରାତନ ବନ୍ଧୁ ଓ ଅଚିହ୍ନା ଲୋକଙ୍କ ଠାରୁ ଅକସ୍ମାତ୍ ସାହାଯ୍ୟ ପାଇ ଧନ୍ୟ ହେବେ। ପରହାତରେ ଥିବା ଧନ ସହଜରେ ପ୍ରାପ୍ତି ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କୁମ୍ଭ:-ଶତ୍ରୁମାନେ ମିତ୍ରତାର କାର୍ଯ୍ୟ କରିବେ। ସ୍ୱାସ୍ଥ୍ୟସମସ୍ୟା ସୁଧୁରିଯିବ ଓ ନୂତନ ବାହନଆଦି କ୍ରୟ କରି ପାରନ୍ତି। ରାଜନୈତିକ କ୍ଷେତ୍ରରେ ପ୍ରବଳ ଲୋକ ସମର୍ଥନ ମିଳିବ। ବ୍ୟବସାୟୀମାନେ ଅତ୍ୟଧିକ ଲାଭବାନ ହେବେ ଓ ଆର୍ଥିକ ସ୍ଥିତି ସୁଦୃଢ ହେବ। କର୍ମଚାରୀଙ୍କର କାର୍ଯ୍ୟ କ୍ଷେତ୍ରରେ ଶତ୍ରୁମାନେ ପରାଜିତ ହେବେ। ଅଶୁଭତ୍ୱନାଶ ହୋଇ ଶୁଭ ଫଳ ପ୍ରାପ୍ତି ହେବା ଫଳରେ ସଫଳତା ଅର୍ଜନ ତଥା ଦୂରଯାତ୍ରାର ସୁଯୋଗ ପାଇବେ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

ମୀନ:-ସନ୍ତାନମାନେ ଉଚ୍ଚଶିକ୍ଷା ଅଧ୍ୟୟନ କରୁଥିଲେ ପଢା ପଢିରେ ମନଦେବେ। ନୂତନ କାର୍ଯ୍ୟ ପାଇଁ ଆଶାୟୀ ହେବେ। ଭୌତିକ ଓ ଆଧ୍ୟାତ୍ମିକ ମାମଲାରେ ବ୍ୟସ୍ତ ରହିବେ। ଅବହେଳିତ ଲୋକଙ୍କ ସହ ମିଳାମିଶା କରି ପ୍ରଶଂସିତ ହେବେ। ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ ହେବ। ସମ୍ପତ୍ତି ସମ୍ବନ୍ଧିତ ଶୁଭ ସମାଚାର ଶୁଣିବାକୁ ମିଳିବ। ସାମାଜିକ ସ୍ତରରେ ଖ୍ୟାତି ହେବ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!