ଦୈନିକ ରାଶିଫଳ: 19 ଅକ୍ଟୋବର ୨୦୨୦, ମହାଦେବଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ ଆକସ୍ମିକ ଧନ

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୦ ମସିହା, ଅକ୍ଟୋବର ମାସ ୧୯ ତାରିଖ, ସୋମବାର, ତୁଳା ମାସ ୩ ଦିନ, ଶୁଦ୍ଧ ଆଶ୍ଵିନମାସ, ଶୁକ୍ଳପକ୍ଷ, ତୃତୀୟା ତିଥି, ବିଶାଖା ନକ୍ଷତ୍ର, ସକାଳ ୬ଟା ୮ମିନିଟ୍ ଗତେ ଅନୁରାଧା ନକ୍ଷତ୍ର, ବିଛା ରାଶିରେ ଚନ୍ଦ୍ର। ମିଥୁନ ରାଶିର ଘାତବାର। ପୋଟଳ ନ ଖାଇଲେ ଭଲ, ଦିବା ୨ଟା ୮ମିନିଟ୍ ପରେ ମୂଳା ନ ଖାଇଲେ ଭଲ। ଶୁଭସମୟ- ପ୍ରାତଃ ୫ଟା ୪୭ମିନିଟ୍ ରୁ ୭ଟା ୧୧ମିନିଟ୍, ଦିବା ୮ଟା ୫୧ମିନିଟ୍ ରୁ ୧୧ଟା ୭ମିନିଟ୍, ରାତ୍ର ୭ଟା ୪୭ମିନିଟ୍ ରୁ ୯ଟା ୫୬ମିନିଟ୍।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ନିକଟସ୍ଥ ବ୍ୟକ୍ତି ସାହାଯ୍ୟ କରିବା ଦ୍ଵାରା ବ୍ୟବସାୟରେ ସଫଳତା ମିଳିବ। ଆର୍ଥିକ ସନ୍ତୁଳନ ସୁରକ୍ଷିତ ହେବା କାରଣରୁ ବିପର୍ଜ୍ୟସ୍ତ ଅର୍ଥନୀତିର ବିପଦରୁ ମୁକ୍ତ ହେବେ। ତଳ ମହଲରୁ ଆଶାତୀତ ଲାଭ ପାଇବେ। ଅଯଥା ଭ୍ରମଣ କରିବା ଫଳରେ ଦେହ ଅସୁସ୍ଥି ରହିବ। ଭାବି ଚିନ୍ତି କାର୍ଯ୍ୟ ନ କଲେ ଠକାମିରେ ପଡିବେ। ସରକାରୀ କର୍ମଚାରୀମାନେ ଅତ୍ୟଧିକ କାର୍ଯ୍ୟ ଚାପ ଯୋଗୁ ଏବଂ କଠିନ ପରିଶ୍ରମ ହେତୁ ଶାରିରୀକ ଓ ମାନସିକ କଷ୍ଟ ଭୋଗିବେ। ସତର୍କରେ ନ ଚାଲିଲେ ଓ ଆଚାର ବ୍ୟବହାର କଥାବାର୍ତ୍ତାରେ ନିୟନ୍ତ୍ରଣ ନ ରହିଲେ କୌଣସି ଭୁଲ୍ କାମ କରି ଅନୁତାପ କରି ପାରନ୍ତି। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ବୃଷ:-

ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ। ପରିବାରରେ ଆର୍ଥିକ ସମସ୍ୟା ସମାଧାନ ହୋଇଯିବ। ଦୂରଯାତ୍ରା କରି ମନ ଖୁସି ରହିବ।  ବ୍ୟବସାୟ ବଢାଇବାରେ ସମର୍ଥ ହେବେ। ଆରମ୍ଭ କରିଥିବା କାର୍ଯ୍ୟ ଶେଷ କରିପାରିବେ। କର୍ମଚାରୀ ଓ ଶ୍ରମିକମାନେ ବେସୀ ଉପକୃତ ହେବେ। କର୍ମକ୍ଷେତ୍ରରେ ସହକର୍ମୀ ଓ ଅଧସ୍ତନ କର୍ମଚାରୀଙ୍କ ସହ ସମ୍ପର୍କ ଭଲ ରହିବା ସହ ସ୍ଥାନାନ୍ତର, ମନାନ୍ତର ଓ ମତାନ୍ତର ଭୟ ଦୂରେଇ ଯିବ। ଆଶା କରିଥିବା କାର୍ଯ୍ୟଟି ଖୁବ୍ ଶୀଘ୍ର ପୂରଣ କରିବାକୁ ତତ୍ପର ହେବେ। ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ସଫଳତା ପାଇବେ। ପୁଞ୍ଜି ଲଗାଣ, ଉଦ୍ୟୋଗ, ଧନ ଆଦାନ ପ୍ରଦାନରେ ଲାଭବାନ୍ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମିଥୁନ:-

ଘାନିଜର ଚତୁରତା ଓ ବିବେକରେ ବିପରୀତ ପରିସ୍ଥିତିକୁ ନିଜ ସପକ୍ଷରେ ନେଇ ସୁଖ ଶାନ୍ତିରେ ଦିନ କଟାଇବେ। ଅଧସ୍ତନ କର୍ମୀ ଓ ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ। ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ। ସନ୍ତାନ ସୁଖରେ ସୁଖୀ ହେବେ। ଆଲୋଚନା କ୍ଷେତ୍ରରେ ଠିକ୍ ନିସ୍ପତି ନେବେ। ପରିବାରରେ ମନୋମାଳିନ୍ୟ ଓ ଆର୍ଥିକ ସଙ୍କଟ ଦୂରେଇଯିବ। ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ। ରାଜନୀତି କ୍ଷେତ୍ରରେ ଇଛା ନ ଥିଲେ ମଧ୍ୟ କେତେକ କର୍ମ କରିବାକୁ ବାଧ୍ୟ ହେବେ। ସ୍ଥାୟି ରୋଗୀମାନେ ଦୂରସ୍ଥାନକୁ ଯାତ୍ରା କଲେ ଶାରୀରିକ ଅସୁସ୍ଥତା ଅନୁଭବ କରିବେ। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

କର୍କଟ:-

କର୍ମକ୍ଷେତ୍ରରେ ରାଜକୀୟ ସମ୍ମାନ ମିଳିବ। କୋର୍ଟ କଚେରୀ ଓ ମାଲିମୋକଦ୍ଦମାରେ ବିଜୟୀ ହେବେ। ବ୍ୟବସାୟ କ୍ଷେତ୍ରରେ ସମସ୍ୟା ଦୂର ହୋଇଯିବା ଫଳରେ ଅର୍ଥ ଲାଭର ସୁଯୋଗ ପାଇବେ। ଗଛିତ ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ। ପାରିବାରିକ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ। ଜନସେବାଦ୍ଵାରା ପରିବର୍ତ୍ତନ ଆଣିବାର ଯୋଜନା ପ୍ରସ୍ତୁତ କରିବେ। ଗୃହ, ବାହନ ଓ ଭୌତିକ ଐଶ୍ଵର୍ଯ୍ୟ ସାଧନରେ ବୃଦ୍ଧି ହେବ। କୌଣସି ଶୁଭ ସମାଚାର ଶୁଣିବେ ଓ ହସ-ଖୁସିରେ ସମୟ ବ୍ୟତୀତ ହେବ। ରାଜନୀତି କ୍ଷେତ୍ରରେ ମାନ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

ସିଂହ:-

ବନ୍ଧୁ ବାନ୍ଧବଙ୍କଦ୍ଵାରା ସମସ୍ୟାର ସମାଧାନ ହୋଇ ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ। ଛାତ୍ରଛାତ୍ରୀ ମାନେ ଶିକ୍ଷାକୁ ଉଚିତ୍‌ ମନେକରି ପାଠ ପଢାରେ ମନଯୋଗ ଦେବେ। ପ୍ରେମପ୍ରସଙ୍ଗରେ ସଫଳତା ମିଳିବ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ, ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ପାରିଶ୍ରମିକ ତୁଳନାରେ ଅଧିକ ଶ୍ରମ କରିବେ। ରାଜନୀତି କ୍ଷେତ୍ରରେ ଧୀରସ୍ଥିର ଭାବରେ ସମସ୍ୟା ସୁଧାରୀ ନେବା ଉଚିତ୍।  ଆର୍ଥିକ ଦିଗରୁ ଉନ୍ନତି ହେଲେ ମଧ୍ୟ ବ୍ୟୟ ଭାର ବୃଦ୍ଧି ହେବ। ସ୍ୱାସ୍ଥ୍ୟ ପାଇଁ ସତର୍କ ରହିବା ଉଚିତ୍। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

କନ୍ୟା:-

ଉଚ୍ଚଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ କର୍ମୋନ୍ନତି ହେବ। ସନ୍ତାନ ପକ୍ଷର ଚିନ୍ତା ଦୂର ହୋଇଯିବ। ଉଚ୍ଚ ସମ୍ଭାବନାର ଆଶା ଓ ଆଶ୍ଵାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ। କେତେକ କ୍ଷେତ୍ରରେ ଉନ୍ନତିର ରାସ୍ତା ପରିଷ୍କାର ହୋଇଯିବ। କର୍ମକ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଓ ଶତୃବଧା ଦୂରେଇ ଯିବା ସହ ଲୋକ ସମ୍ପର୍କ ବୃଦ୍ଧି ହେବ। ପାରିବାରିକ ଜୀବନ ଆନନ୍ଦରେ କଟିବ। ରାଜନୈତିକ କ୍ଷେତ୍ରରେ ଜଟିଳ ପରିସ୍ଥିତି ଥିଲେ ସରଳ ହେବ। ମନୋବିଜ୍ଞାନ ସମ୍ବନ୍ଧରେ ବିଶେଷ ରୁଚି ରହିବ। ପୁରୁଣା ଧନଲାଭ ହେବାରୁ ଖୁସି ହେବେ ଓ ଶୁଭ ସମ୍ବାଦ ପାଇ ଆନନ୍ଦିତ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ତୁଳା:-

ସାମାଜିକ କାର୍ଯ୍ୟରେ ସଫଳ ସିଦ୍ଧ ହେବେ। ମନୋକାମନା ପୂରଣ ହୋଇ ଲାଭର ମାର୍ଗ ପ୍ରଶସ୍ଥ ହେବ। କର୍ମ କ୍ଷେତ୍ରରେ ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ ଓ ଆୟ ବୃଦ୍ଧି ହେବ। ସାମ୍ବାଦିକତାରୁ ଲାଭ ଓ ଶୁଭ ସମାଚାର ମିଳିବ। ପରୀକ୍ଷା ଓ ସାକ୍ଷାତ କାରରେ ସଫଳତା ମିଳିବ। ବନ୍ଧୁମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ଆଶା ପୂରଣ ହେବ। ପରିବାରରେ ଅପ୍ରିତିକର ପରିସ୍ଥିତିକୁ କୌଶଳକ୍ରମେ ସମାଧାନ କରିବେ। ସନ୍ତାନଙ୍କ ପାଇଁ ଶୁଭସମ୍ବାଦ ପାଇବେ। ରାଜନୈତିକ କ୍ଷେତ୍ରରେ ଶତୃମାନେ ଦୁର୍ବଳ ହେବେ। ଦାମ୍ପତ୍ୟ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ। ପ୍ରତିକାର:- ଭୋକିଲା ଲୋକକୁ କିଛି ଖାଦ୍ୟ ଦିଅନ୍ତୁ।

ବିଚ୍ଛା:-

ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନସନ୍ତୁଷ୍ଟ ରହିବ। ପାରିବାରିକ ସ୍ଥିତି ସନ୍ତୋଷ ଜନକ ହେବ ଓ ସ୍ନେହ ସହାନୁଭୁତି ପ୍ରାପ୍ତି ହେବ। ବ୍ୟବସାୟ କ୍ଷେତ୍ରରେ କଠିନ ପରିଶ୍ରମ ଫଳରେ ଆଶାତୀତ ଲାଭ ପାଇବେ। କର୍ମ କ୍ଷେତ୍ରରେ କ୍ଷମତା ଓ ଶକ୍ତି ବଳରେ ନିଜର ସମୟ ବିତାଇବେ। ଶତୃମାନେ ଦୁର୍ବଳ ହେବେ ଏବଂ ଆୟରପନ୍ଥା ସହଜ ହେବ। ବନ୍ଧୁ ପରିବାରଙ୍କ ଠାରୁ ସୁଖ ମିଳିବ। ଗୃହରେ ମାଙ୍ଗଳିକ କାର୍ଯ୍ୟ ପାଇଁ ଆୟୋଜନ କରିବେ। ସାଧୁ, ସତ୍ୟବାଦୀ, ଧର୍ମାତ୍ମା, ଗୁରୁ ବ୍ରାହ୍ମଣଙ୍କ ସହ ସମ୍ପର୍କ ସ୍ଥାପନହେବ। ରାଜନୀତିରେ ସଫଳତା ମିଳିବ। ଗଚ୍ଛିତ ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ। ପ୍ରତିକାର- ଦହି ମିଠା ଖାଇ କରି ଘରୁ ବାହାରନ୍ତୁ।

ଧନୁ:-

ଶିକ୍ଷାକ୍ଷେତ୍ରରେ ସଫଳତା ମିଳିବ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ଯେ କୌଣସି ପରୀକ୍ଷା ବା ସାକ୍ଷାତ୍କାରର ପରିଣାମ ଆପଣଙ୍କ ସପକ୍ଷରେ ରହିବ। ବେମାର, ବୃଦ୍ଧଜନ ଓ ଅଶକ୍ତ ଲୋକଙ୍କୁ ସହଯୋଗ କରିବା ପାଇଁ ହାତ ବଢେଇବେ। ଘରୋଇ ସଂସ୍ଥାର କର୍ମ କ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବେ। ବ୍ୟବସାୟରେ ଉତ୍ତମ ରୋଜଗାର ହେବ।ପରିବାରରେ ଅଯଥା ଝଗଡ଼ା ବଢ଼ିଯିବା ଫଳରେ ନିଜେ ଲଜ୍ଜିତ ହେବେ। କ୍ରୋଧ ହେତୁ କାର୍ଯ୍ୟରେ ଅସଫଳ ହୋଇ ପାରନ୍ତି। ଶତୃପକ୍ଷ ଦୁର୍ବଳ ହୋଇ ଗୋଡ ଟାଣିବାର ପ୍ରଚେଷ୍ଠା ଆରମ୍ଭ କରିପାରନ୍ତି।  ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମକର:-

ସ୍ୱାସ୍ଥ୍ୟ ସମସ୍ୟା ଦୂର ହୋଇଯିବ। କର୍ତ୍ତବ୍ୟନିଷ୍ଠ, ଉଦ୍ୟମୀ, ଦକ୍ଷ, ଜନପ୍ରିୟ, ସିଦ୍ଧହସ୍ତା, ସୁବକ୍ତା, ବ୍ୟକ୍ତିରୁପେ ସମାଜର ସ୍ଵୀକୃତି ପାଇବେ। ବ୍ୟବସାୟ କ୍ଷେତ୍ରରେ ଚେଷ୍ଟା କଲେ ବହୁତ ଦିନରୁ ରହିଥିବା ବାକିଟଙ୍କା ମିଳିଯିବା ସହ ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ। ନୂତନ ବ୍ୟବସାୟ ଆରମ୍ଭ, ଶିଳ୍ପ ପ୍ରତିଷ୍ଠା ବା ଯୋଜନା ସାଫଲ୍ୟ ଦାୟକ ହେବ। ଅଟକିଥିବା କାର୍ଯ୍ୟ ସମ୍ପନ୍ନ ହେବ। ପରିବାରରେ କୌଣସି ଖୁସି ପ୍ରସଙ୍ଗ ଆସିବା ଫଳରେ ମନ ପ୍ରଫୁଲ୍ଲିତ ରହିବ। ଚାକିରୀରେ ପ୍ରମୋଶନ ମିଳିବାର ଯୋଜନା ପ୍ରସ୍ତୁତହେବ। ସ୍ଵାର୍ଥରକ୍ଷା କରିବାରେ ସମୟ ବିତିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କୁମ୍ଭ:-

ଶାରୀରିକ କ୍ଷେତ୍ରରେ ଉନ୍ନତି ହେବ। ନୂଆଲକ୍ଷ ପୂରଣ କରିବା ପାଇଁ ସମୟ ନିର୍ଦ୍ଧାରିତ କରିବେ। କର୍ମକ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନରେ ଉନ୍ନତି ହେବ। ମାଲିମୋକଦ୍ଦମାରେ ମୁଣ୍ଡ ଉଚ୍ଚ ରହିବ। ଦୂର ଯାତ୍ରାରେ ସଫଳତା ମିଳିବ। କୌଣସି ଶୁଭକାର୍ଯ୍ୟ କରିବାକୁ ଆୟୋଜନ କରିବେ। ପରିବାର ଜନଙ୍କ ସମ୍ବନ୍ଧିତ କୌଣସି ଶୁଭ ସମାଚାର ଶୁଣିବେ। ନୂତନ ଗୃହସୁଖ ଓ ଯାନବାହନ ସୁଖ ମିଳିବ। ନିଜର ରଚନାତ୍ମକ କ୍ଷମତା ଚରମ ହେବ ତଥା ଲୋକଙ୍କୁ ନିଜର କରି ପାରିବେ। ଦକ୍ଷତାକୁ କେନ୍ଦ୍ରକରି ଉଚ୍ଚମାନ୍ୟତାରେ ବୃଦ୍ଧି ହେବ। ଋଣ ଭରଣାରେ ସହଜ ହେବ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

ମୀନ:-

ସ୍ଵାସ୍ଥ୍ୟରେ ପରିବର୍ତ୍ତନ ଅନୁଭବ କରିବେ। ପରିବାରରେ ସମ୍ବନ୍ଧରେ ପ୍ରଗାଢତା ଆସିବ ଓ ଶାନ୍ତି ମିଳିବ। ଆଧ୍ୟାତ୍ମିକ ଓ ଧର୍ମ କାର୍ଯ୍ୟରେ ଲିପ୍ତ ରହିବେ। ଶତ୍ରୁ ବା ବିରୋଧୀ କିଛି କ୍ଷତି କରିପାରିବେ ନାହିଁ। ଲୋକମାନଙ୍କ ସହିତ ମିଳିମିଶି କାମ କରିପାରିଲେ ଆର୍ଥିକ ମାମଲା ସୁଧୁରିବ। ହିତୈଷିମାନେ ଅଧିକ ନିବିଡ ହେବା ସାଙ୍ଗକୁ ମର୍ଯ୍ୟଦାଜନକ ପରିସ୍ଥିତି ସୃଷ୍ଟି କରିବେ। ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ। ଆବଶ୍ୟକୀୟ ନୂତନ ବସ୍ତୁ କ୍ରୟ କରିପାରିବେ।  କର୍ମକ୍ଷେତ୍ରରେ କାମକାର୍ଯ୍ୟର ସ୍ଥିତି ସନ୍ତୋଷ ଜନକ ହେବ। ପ୍ରପର୍ଟୀ ସମ୍ବନ୍ଧିୟ ମାମଲା ସତୃଙ୍କ ମଧ୍ୟସ୍ଥତା ଦ୍ଵାରା ଦୂର ହେବ। ପ୍ରତିକାର- ଷଣ୍ଢକୁ ଖାଇବାକୁ ଦିଅନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 9437006746


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!