ସାପ୍ତାହିକ ରାଶିଫଳ: ଅକ୍ଟୋବର ୧୯ ତାରିଖ ରୁ ଅକ୍ଟୋବର ୨୫ ତାରିଖ, ଏହି ସପ୍ତାହଟି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ ଆର୍ଥିକ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:- ଏସପ୍ତାହରେ ମହିଳା ଓ ପୁରୁଷ ମାନେ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ। ରୌପ୍ୟାଦି ଧାତୁଦ୍ରବ୍ୟ, ଔଷଧ, କ୍ଷୀର, ଜଳଜାତ ଦ୍ରବ୍ୟ, ଖାଇବାତେଲ, କାଚଦ୍ରବ୍ୟ, ଅତର, ସେଣ୍ଟ, ଷ୍ଟେସେନାରୀ, ଥଣ୍ଡାପାନୀୟ, ରେଡିମେଡ, କପଡା, ଶାଢୀ, ଲୁଗା, ସଉକୀନ୍ ଦ୍ରବ୍ୟ ବ୍ୟବସାୟରେ ପ୍ରବଳ ଲାଭ ପାଇବେ। ଶିକ୍ଷାକ୍ଷେତ୍ରରେ ତେଜସ୍ୱୀ, ବ୍ୟବହାରକୁଶଳ, ଅନୁଶାସନ ପ୍ରିୟ, ଗୁଣିଜ୍ଞାନୀ, ଯୋଗ୍ୟ, ଆଜ୍ଞାପାଳକ, ସୌଭାଗ୍ୟଶାଳୀ ହେବେ। ବିଭାଗୀୟ ପରୀକ୍ଷା, ପ୍ରତିଯୋଗି ପରୀକ୍ଷାର ପରିଣାମ ମନ ଅନୁକୂଳହେବ ଓ ନୂତନକର୍ମରେ ନିଯୁକ୍ତି ପାଇପାରିବେ। ଶିକ୍ଷକ, ପ୍ରଶିକ୍ଷକ, ଅଭିନେତା ଓ ଡାକ୍ତର ଇତ୍ୟାଦି ହୋଇଥିଲେ କର୍ମକ୍ଷେତ୍ରରେ ପଦୋନ୍ନତି, ବିଭାଗୀୟ ଅଧିକାରୀଙ୍କ ସାନ୍ନିଧ୍ୟଲାଭ, ଇଚ୍ଛିତସ୍ଥାନରେ ସ୍ଥାନାନ୍ତର ସହଜ ସରଳରେ ହୋଇ ପାରିବ। ରାଜନୀତି କ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ। ଉଚ୍ଚପଦସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ଲାଭହେବ। ପ୍ରତିକାର:- ସୂର୍ଯ୍ୟ ନମସ୍କାର କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:- ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନସନ୍ତୁଷ୍ଟ ରହିବା ସହ ମଧୁମେହ, ଚକ୍ଷୁ, ହୃଦୟ, ଯୌନରୋଗରୁ ସାମାନ୍ୟ ଉପସମ ମିଳିବ। ବ୍ୟବସାୟରେ ଭାଗିଦାରମାନେ ପାଦ ସହିତ ପାଦ ମିଶେଇ ବେପାର ବୃଦ୍ଧି କରିବେ। ପରିବାରରେ ଓ କୁଟୁମ୍ବରେ କୌଣସି କାର୍ଯ୍ୟର ଦାୟିତ୍ୱ ନେଇ ଧାଁ ଦଉଡ଼ କରିବା ଫଳରେ ପ୍ରଶଂସା ପାଇବେ। ଛାତ୍ରଛାତ୍ରୀମାନେ ଅଧ୍ୟୟନ କ୍ଷେତ୍ରରେ ସୁନାମ ଅର୍ଜନ କରିବେ ଓ ପରୀକ୍ଷାରେ ଉଚ୍ଚ ଶ୍ରେଣୀ ମିଳିବ। ଉଚ୍ଚାଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ କର୍ମୋନ୍ନତି ସହ ପ୍ରଶଂସା ପ୍ରାପ୍ତି ହେବ। ସ୍ଥାନାନ୍ତରଣ ପାଇଁ ଚେଷ୍ଟା କଲେ ସଫଳ ହେବେ। ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ। ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ପ୍ରେମକ୍ଷେତ୍ରରେ ନିଜର ବୁଦ୍ଧି, ବିବେକ ଖଟାଇ ସମାଧାନ କରି ପାରିବେ। ପ୍ରତିକାର- ଇଷ୍ଟଦେବୀଙ୍କୁ ଚନ୍ଦନ ସମର୍ପଣ କରନ୍ତୁ।

ମିଥୁନ:- ଏସପ୍ତାହରେ ମହିଳା ଓ ପୁରୁଷ ମାନେ ପ୍ରତିଯୋଗୀ ପରୀକ୍ଷା ଅଥବା ବିଭାଗୀୟ ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ। କର୍ମ କ୍ଷେତ୍ରରେ ଗଠନମୂଳକ ପ୍ରସ୍ତାବ ଦେଇ ପ୍ରଶଂସିତ ହେବେ। ନୂତନ ବ୍ୟବସାୟ ଆରମ୍ଭ, ବ୍ୟବସାୟ ବିସ୍ତାର ଓ ବୃଦ୍ଧି କଲେ ଆଶାତିତ ଲାଭବାନ୍ ହେବେ। ସାମାଜିକ ସ୍ତରରେ ଖ୍ୟାତି ହେବ। ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ମିଳିବା ଯୋଗେ ଦୃଢ଼ ଆତ୍ମ ବିଶ୍ୱାସ ଦ୍ୱାରା ସମସ୍ତବାଧା ବିଘ୍ନକୁ ଅତିକ୍ରମକରି ଆଗକୁ ବଢ଼ିବାର ଯୋଜନା ସଫଳ ହେବ। ପରୋକ୍ଷ ଶତୃଙ୍କୁ ପ୍ରତିହତ କରି ବହୁତ ଦିନରୁ ବାକି ରହିଥିବା ଟଙ୍କା ମିଳିଯିବା ଫଳରେ ଆଶା କରିଥିବା କାମଟି ସମ୍ପନ୍ନ କରିପାରିବେ ଓ ଆର୍ଥିକକ୍ଷେତ୍ରରେ ଉନ୍ନତିହେବ। ପାରିବାରିକ ଜୀବନରେ ନିଜର ବ୍ୟକ୍ତିତ୍ୱ  ଅକ୍ଷୁର୍ଣ୍ଣ ରଖିବା ଫଳରେ ନାନା ବାଟରେ ଧନାଗମ ଘଟିବ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ସୁଖ ସମୃଦ୍ଧି ବୃଦ୍ଧି ହେବ। ପ୍ରତିକାର- ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ।

କର୍କଟ:- ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ବହୁତ ଦିନରୁ ଚିନ୍ତା କରୁଥିବା କାମ ଅଳ୍ପ ପ୍ରୟାସରେ ପୂର୍ଣ ହୋଇଯିବ। କର୍ମକ୍ଷେତ୍ରରେ ଦାଇତ୍ଵ ବଢିବା ସହ ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନରେ ଉନ୍ନତି ହେବ। ରାଜନୀତିରେ ଉନ୍ନତି ହେବ। ମିତ୍ରଙ୍କ ଦ୍ଵାରା ସହାୟତା ମିଳିବ। ସହଜ ସରଳରେ କର୍ମ ନିଯୁକ୍ତି ପାଇବେ। ଅବିବାହିତ ଯୁବକ ଓ ଯୁବତୀମାନଙ୍କର ବିବାହ ପ୍ରସ୍ତାବ ସ୍ଥିର ହେବ। ଆର୍ଥିକ କ୍ଷେତ୍ରରେ ଉନ୍ନତି, ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳ ହେବେ। କଠିନ ପରିଶ୍ରମ କରିବା ଫଳରେ ବ୍ୟବସାୟରେ ଅର୍ଥ ପ୍ରାପ୍ତିର ସୁଯୋଗ ଆସିବ। ଋଣ ପରିଶୋଧ କରିବା ସହ ଋଣ ପ୍ରାପ୍ତିର ସୁଯୋଗ ପାଇବେ। ଉପରିସ୍ଥ କର୍ମଚାରୀମାନଙ୍କ ପ୍ରିୟଭାଜନ ହେବେ। ଶିକ୍ଷା କ୍ଷେତ୍ରରେ ସଫଳ ହେବେ। କୌଣସି ରୋଚକ ବା ଜ୍ଞାନବର୍ଦ୍ଧକ ସାହିତ୍ୟ ପ୍ରତି ମନ ବଳାଇବେ। ଆଧ୍ୟାତ୍ମିକ ଓ ଧର୍ମ କାର୍ଯ୍ୟରେ ଲିପ୍ତ ରହିବେ। ନୂଆ କାମ କିଛି ଆରମ୍ଭ କରିଲେ ବିପଦରେ ପଡି ପାରନ୍ତି। ପ୍ରତିକାର- ଶିବମନ୍ଦିରରେ ପାଦୁକ ପାନ କରନ୍ତୁ।

ସିଂହ:- ଏସପ୍ତାହରେ ମହିଳା ଓ ପୁରୁଷ ମାନେ ବ୍ୟବସାୟରେ ଆଶାତୀତ ଲାଭ ପାଇବେ। ପୂର୍ବରୁ ଥିବା ପାରିବାରିକ ସମସ୍ୟା ସମାଧାନ ହେବ। ସରକାରୀ କର୍ମଚାରୀ ମାନେ କର୍ମ କ୍ଷେତ୍ରରେ ସହକର୍ମୀମାନଙ୍କ ସହଯୋଗ ଓ ଉପରିସ୍ଥ ଅଧିକାରୀଙ୍କ ପ୍ରିୟଭାଜନ ହେବେ। କୌଣସି ମହତ୍ଵପୂର୍ଣ୍ଣ ବ୍ୟକ୍ତିଙ୍କ ସହିତ ଭେଟ ହେବ। ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ। ଧାର୍ମିକ କାର୍ଯ୍ୟରେ ରୁଚି ବଢିବ।  ପାର୍ଟି ବା ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ। କଥାବାର୍ତ୍ତା ଓ ଚତୁରତା ହେତୁ ବିଗିଡିଥିବା କର୍ମଟିକୁ ସଜାଡି ପାରିବେ। ଶତୃ ଓ ବିରୋଧୀମାନେ ଆପଣଙ୍କ ସାମ୍ନା କରିପାରିବେ ନାହିଁ। ଧନର ଆଗମନ ହୋଇପାରେ। କୌଣସି ନୂତନ କର୍ମ କରିବାକୁ ଚାହୁଁଥିଲେ ସେଥିରେ ବିଜୟଶ୍ରୀ ମିଳିବ। ଶରୀର ସୁସ୍ଥ ରହିବ। ପରିବାରରେ ଶାନ୍ତିର ବାତାବରଣ ଦେଖା ଦେବ। ସମ୍ପତ୍ତି ସମ୍ବନ୍ଧିତ ଶୁଭ ସମାଚାର ଶୁଣିବାକୁ ମିଳିବ। ନୂତନ ବସ୍ତୁ କ୍ରୟ କରିପାରିବେ। ପ୍ରତିକାର-ହନୁମାନ ମନ୍ଦିରରେ ଭୋଗ କରି ବାଣ୍ଟିବେ।

କନ୍ୟା:- ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଶରୀର ସୁସ୍ଥ ରହିବ ଓ ମାନସିକ ଦୁଃଶ୍ଚିନ୍ତା ଦୂର ହେବ। ଶୁଭକାର୍ଯ୍ୟ ପାଇଁ ଧନର ବ୍ୟବସ୍ଥା କରିବାକୁ ପଡିବ। ପରିବାର ଓ ଧନ ସମ୍ପତ୍ତି ଉପରେ ଧ୍ୟାନ କେନ୍ଦ୍ରୀଭୂତ ହେବ ଏବଂ ବାଧାବିଘ୍ନ ଦୂର ହେବ। ଯଶ ମାନ ସମ୍ମାନ ମିଳିବ।  ବନ୍ଧୁ ମିତ୍ରଙ୍କ ଦ୍ଵାରା ମହତ୍ଵପୂର୍ଣ୍ଣ କାର୍ଯ୍ୟ ହେବ। କାର୍ଯ୍ୟ ସ୍ଥିତିରେ ସୁଧାର ହେଲେ ନୂଆ ଯୋଜନା ଅନୁସାରେ କାର୍ଯ୍ୟ ଆରମ୍ଭ ହେବ। ଗୃହ ସମସ୍ୟାରୁ ମୁକ୍ତି ମିଳିବ ଓ ବିରୋଧୀମାନେ ଦୁର୍ବଳ ହୋଇଯିବେ। ଧନ ସମ୍ପତ୍ତି ଓ ଗୃହ କାର୍ଯ୍ୟରେ ସମୟ ବିତିବ। ପ୍ରିୟ ଲୋକଙ୍କ ସହିତ ସାକ୍ଷାତ ହେବ ଏବଂ ପଦୋନ୍ନତିର ସୁଯୋଗ ମିଳିବ। ଦୂରଯାତ୍ରା କରିବାକୁ ବାଧ୍ୟ ହେବେ। ଶିକ୍ଷା କ୍ଷେତ୍ରରେ ମନ ଲଗେଇବେ। ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ପାଇବ। ପଦୋନ୍ନତି ସହ ନୂତନ କର୍ମପ୍ରାପ୍ତି ହେବ। ଋଣରୁ ମୁକ୍ତି ମିଳିବ। ଶତ୍ରୁବାଧା ଦୂରେଇ ଯିବ। ବ୍ୟବସାୟରେ ଉନ୍ନତି କରିବେ। ପ୍ରତିକାର- ତୁଲସୀ ମୂଳ ମାଟି ଧାରଣ କରନ୍ତୁ।

ତୁଳା:- ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ପୁରାତନ ଶତୃମାନେ ଦୁର୍ବଳ ହେବେ। କର୍ମରେ ଉନ୍ନତି ସହିତ ବାସସ୍ଥାନ ବା ଯାନବାହନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ପ୍ରାପ୍ତି ହେବ। ସମସ୍ତ କାର୍ଯ୍ୟରେ ସଫଳତା ମିଳିବ। ଶ୍ରେଷ୍ଠ ବ୍ୟକ୍ତିଙ୍କ ସହ ସାକ୍ଷାତ ହେବା ଦ୍ଵାରା ବ୍ୟବସାୟରେ ବୃଦ୍ଧି ହେବ। ଶୁଭ ସଂବାଦ ପାଇ ଉତ୍ସାହିତ ହେବେ। ଧାଁ ଦୌଡ ଅଧିକ ହେଲେ ଲାଭ ମିଳିବ ଓ ପାରିବାରିକସ୍ଥିତି ମଧ୍ୟ ସୁଧୁରି ବ୍ୟବସାୟ ବୃଦ୍ଧି ହେବ। ମାନସିକ ଚିନ୍ତା ଦୂର ହେବ। ଶୁଭ ଲାଭ ହେବା ସହ ନୂଆ ସମ୍ପର୍କ ସୃଷ୍ଟି ହେବ ଓ ନୂଆ ସମ୍ପର୍କ ଭବିଷ୍ୟତରେ ଲାଭଦାୟକ ହେବ ଏବଂ ମିଳାମିଶା ଦ୍ଵାରା ସମୟ ଆନନ୍ଦରେ କଟିବ। ସହରଠାରୁ ଦୂରକୁ ଯିବାକୁ ପଡିପାରେ। ବିପରୀତ ପରିସ୍ଥିତିରେ ମଧ୍ୟ ଦୈନିକ କାର୍ଯ୍ୟଗତି ଅନୁକୂଳ ହେବ।  ସଞ୍ଚୟ କମ୍ ହେବ ଓ ଖର୍ଚ୍ଚ ଅଧିକ ହେବ। ସ୍ୱାସ୍ଥ୍ୟ ଉପରେ ବିଶେଷ ଧ୍ୟାନ ଦେବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ। ପ୍ରତିକାର:- ଗୋମାତାକୁ ଖାଦ୍ୟ ଦିଅନ୍ତୁ।

ବିଚ୍ଛା:- ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଉଚ୍ଚ ସମ୍ଭବନାର ଆଶା ଆଶ୍ଵାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ଶତୃମାନେ ଦୁର୍ବଳ ହେବେ ଏବଂ ଆୟରପନ୍ଥା ସହଜ ହେବ। ଦୂରଯାତ୍ରାରେ ଧନଲାଭ ହେବା ଫଳରେ ନୂତନ ସମ୍ପତି କ୍ରୟ କରିବାର ସମ୍ଭାବନା ଅଛି। ସାମାଜିକ ଉତ୍ସବରେ ଯୋଗ ଦେବେ। ପାରିବାରିକ କ୍ଷେତ୍ରରେ ନୂଆ ସମ୍ପର୍କ ସୃଷ୍ଟି ହେବା ଫଳରେ ଅଧାଥିବା କାର୍ଯ୍ୟ ପୂରଣ ହେବ ଓ ଗୃହରେ ମାଙ୍ଗଳିକ କାର୍ଯ୍ୟର ଆୟୋଜନ କରି ପାରନ୍ତି। ରାଜନୀତି କାର୍ଯ୍ୟରେ ପରିଶ୍ରମ ଦ୍ଵାରା ବାଧାବିଘ୍ନ କମ୍ ହେବ ଓ ସଫଳତା ମିଳିବ। ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ। ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।

ଧନୁ:- ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଶତୃ, ରୋଗ, ଋଣରୁ ମୁକ୍ତି ହେବେ। ନିଜ ପରିଶ୍ରମରେ ସଫଳତା ପାଇବେ। ନୂଆ ସୁଯୋଗ ମିଳିବା ହେତୁ ଉନ୍ନତିର ପଥ ସୁଗମ ହେବ। ଯାତ୍ରାରେ ସଫଳ ହେବେ ଓ ଚେଷ୍ଟାଦ୍ଵାରା ଧନଲାଭ କରିପାରିବେ। ମିତ୍ରଙ୍କ ସହିତ ସାକ୍ଷାତ୍ ଲାଭଦାୟକ ହେବ। ସମୟ ଅନୁକୂଳ ଯୋଗେ କାର୍ଯ୍ୟ କ୍ଷେତ୍ରରେ ବୃଦ୍ଧି ହେବ ଓ ଯଶ ସମ୍ମାନ ବଢିବ। ବିଦ୍ୟାର୍ଥୀମାନେ ଅନ୍ୟମାନଙ୍କ ଉପରେ ନିର୍ଭରଶୀଳ ନ ହୋଇ ନିଜ ଲକ୍ଷ୍ୟରେ ସଫଳତା ପାଇବେ। ଧାର୍ମିକ ଓ ସାମାଜିକ କାର୍ଯ୍ୟରେ ଯୋଗଦାନ କରି, ଆଚାର ବ୍ୟବହାରରେ ଶାନ୍ତ ହୋଇ, ଆଶା କରୁଥିବା କାର୍ଯ୍ୟରେ ସଫଳତା ପାଇବେ । ସରକାରୀ କର୍ମଚାରୀମାନେ କର୍ମ କ୍ଷେତ୍ରରେ ସୁନାମ ଅର୍ଜନ କରିବେ। ଘରୋଇ ସଂସ୍ଥାର କର୍ମକ୍ଷେତ୍ରରେ ସାହାଯ୍ୟ ସହଯୋଗ ପାଇ କଳବଳ ଖଟାଇ ନିଜର ସ୍ଥାନକୁ କୌଣସିମତେ ଦୃଢ ରଖି ପାରିବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ। ପ୍ରତିକାର- ନିମ୍ବକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ।

ମକର:- ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସ୍ଥଗିତଥିବା ଧନ ଲାଭ ହେବ। ଶୁଭ ସମାଚାର ଶୁଣି ମାନସିକ ସ୍ଥିରତା ବଢିବ। ବ୍ୟବସାୟରେ ସଫଳତା ମିଳିବ ଓ ଅଭିଷ୍ଟ ପ୍ରାପ୍ତି ହେବ। ଦୂରଯାତ୍ରା ପାଇଁ ସୁଯୋଗ ଆସିପାରେ। କର୍ମ ସନ୍ଧିତ୍ସୁମାନେ କର୍ମ ନିଯୁକ୍ତି ପାଇବେ। ପ୍ରିୟଜନ ଓ ବନ୍ଧୁ ମିତ୍ରଙ୍କ ସମାଗମରେ ସମୟ ବିତିବ। ଆଧ୍ୟାତ୍ମିକ, ଧାର୍ମିକ ଓ ସାମାଜିକ କାର୍ଯ୍ୟ ସଂସ୍ଥାରେ ସାମିଲ ହେବେ। ଶାରୀରିକ ଅସୁସ୍ଥତା ଦୂର ହେବ। ଯେକୌଣସି କାର୍ଯ୍ୟ କରିବେ କିମ୍ବା ଯୋଜନା ପ୍ରସ୍ତୁତ କରିବେ ଭବିଷ୍ୟତ ପାଇଁ କ୍ୟାରିୟର ଜୀବନ ଓ ପରିବାରର ଉନ୍ନତି ହେବ। ପତି ପତ୍ନିଙ୍କ ମଧ୍ୟରେ ମଧୁର ସଂପର୍କ ଦୃଢ ହେବ। ନୂତନ କର୍ମ ପାଇଁ ପ୍ରୟାସରତ ଥିଲେ ଶୁଭସୂଚନା  ପାଇବେ। ପାଠ ପଢ଼ାରେ ମନଯୋଗ ଦେବେ। ସମ୍ପତ୍ତି ସମ୍ବନ୍ଧୀୟ ବିବାଦ ଠିକ୍ ଲୋକ ମଧ୍ୟସ୍ଥିରେ ସମାଧାନ ହେବ। ରାଜନୀତିରେ ଲୋକପ୍ରିୟତା ହାସଲ କରିବେ। ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ।

କୁମ୍ଭ:- ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସ୍ଵଜନ ଓ ମିତ୍ରଙ୍କଠାରୁ ପୂର୍ଣ୍ଣ ସହଯୋଗ ମିଳିବ। ସମ୍ପତ୍ତି କ୍ରୟ ବିକ୍ରୟ ଓ ଯାନ ବାହନ କ୍ରୟ ବିକ୍ରୟ କରି ପାରନ୍ତି। ଯାତ୍ରାରେ ସମୟ କଟିବ ଓ ସଶ୍ରମ ଦ୍ଵାରା ଲାଭ ପାଇବେ। ମନୋରଞ୍ଜନ କରିବା ପାଇଁ ସମୟ ମିଳିବ। ଗୃହ ବଦଳେଇବେ ନତୁବା ଗୃହରେ କିଛି ପରିବର୍ତ୍ତନ କରି ପାରନ୍ତି।  ସମୟ ଅନୁକୂଳ ଥିବାରୁ ଆଖପାଖକୁ ଯାତ୍ରା କରି ମହତ୍ବପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହୋଇଯିବ। ନୂଆ ନିଯୁକ୍ତିର ସମ୍ଭାବନା ଅଛି। ମାନ-ପ୍ରତିଷ୍ଠା ବୃଦ୍ଧି ହେବ। ଦାମ୍ପତ୍ୟ ସୁଖବୃଦ୍ଧି ହେବ। ଆର୍ଥିକ ସମସ୍ୟାରେ ସଫଳତା ମିଳିବ କିନ୍ତୁ ସନ୍ତୁଷ୍ଟ ହେବେ ନାହିଁ। କ୍ରୋଧିତ ହେବେ ନାହିଁ ନଚେତ୍ ତିଆରି କରିଥିବା କାର୍ଯ୍ୟ ବିଫଳ ହେବ। ସନ୍ତାନ ସନ୍ତତି ମାନଙ୍କପାଇଁ ଫଳ ଉତ୍ତମ। ବ୍ୟବସାୟ କ୍ଷେତ୍ରରେ ତୈଳବୀଜ ଓ ରବି ଫସଲ ବ୍ୟବସାୟରେ ବେଶ୍ ଲାଭବାନ ହେବେ। ଲୁହା, କାଠ, କୋଇଲା, କଳକବ୍ଜା ବ୍ୟବସାୟରୁ, କଣ୍ଟ୍ରାକ୍ଟରୀରୁ ଯଥେଷ୍ଟ ଲାଭ ଉଠାଇବେ। ନାନା ବାଟରେ ଧନାଗମ ଘଟିବ। ପ୍ରତିକାର- ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ।

ମୀନ:- ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ରାଜକୀୟ ମାମଲାରେ ସଫଳତା ମିଳିବ। ଭାଇ ଭଉଣୀମାନଙ୍କ ସହ ମନୋମାଳିନ୍ୟ ଦୂର ହୋଇ ପାରିବାରିକ କ୍ଷେତ୍ରରେ ଶାନ୍ତି ଦେଖାଦେବ। ସନ୍ତାନ ମାନଙ୍କ ଭବିଷ୍ୟତ ନେଇ ଖୁସି ରହିବେ। ବନ୍ଧୁ ମିତ୍ର ନିକଟ ସମ୍ପର୍କୀୟ ବ୍ୟକ୍ତି ଆର୍ଥିକ ସାହାଯ୍ୟ କରିବେ। କର୍ମ କ୍ଷେତ୍ରରେ ଉଚ୍ଚାଧିକାରୀ ଓ ସହକର୍ମୀଙ୍କ ସହ ବାଦ ବିବାଦ ମେଣ୍ଟିଯିବ। ଯାହା ଚିନ୍ତା କରିଛନ୍ତି ତାହା ପୂରଣ କରିବାକୁ ଚେଷ୍ଟା କରିବେ। ମାନସିକ ଚିନ୍ତା ଦୂର ହେବ। ସ୍ଵାସ୍ଥ୍ୟରେ ପରିବର୍ତ୍ତନ ହେବ। ସାଧାରଣ ଲୋକମାନେ ଆପଣଙ୍କ ବାଣୀ ଓ ଯୋଗ୍ୟତାରେ ପ୍ରଭାବିତ ହେବେ। ବ୍ୟବସାୟରେ ବାଧା ଉପୁଜିଲେ ମଧ୍ୟ ଲାଭବାନ୍ ହେବେ। ସହକର୍ମୀମାନେ କାମର ପ୍ରଶଂସା କରିବେ। ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ଆସିବ। ଉତ୍ତମ କାର୍ଯ୍ୟ କରି ପ୍ରଶଂସିତ ହେବେ। ସମସ୍ତ ପ୍ରକାର ବ୍ୟବସାୟରେ ଉନ୍ନତି ଓ ଲାଭବାନ୍ ହେବେ। ଯେଉଁ କ୍ଷେତ୍ରରେ ନିବେଶ କରିଲେ ଲକ୍ଷ୍ମୀଙ୍କ କୃପା ପ୍ରାପ୍ତି ହେବ। ପ୍ରତିକାର- ଇଷ୍ଟ ଦେବା ଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!