୨୦୨୨ମସିହା, ସେପ୍ଟେମ୍ବର ମାସ ୧୯ତାରିଖ, ସୋମବାର, କନ୍ୟାମାସ ୩ଦିନ, ଆଶ୍ଵିନମାସ, କୃଷ୍ଣପକ୍ଷ, ନବମୀତିଥି, ଆର୍ଦ୍ରା ନକ୍ଷତ୍ର ସନ୍ଧ୍ୟା ୬ଟା ୧୦ମିନିଟ୍ ପରେ ପୁନର୍ବସୁ ନକ୍ଷତ୍ର, ମିଥୁନ ରାଶିରେ ଚନ୍ଦ୍ର । ବ୍ୟତିପାତ ଯୋଗ ସକାଳ ୭ଟା ୨୭ମିନିଟ୍ ପରେ ବରୀୟାନ ଯୋଗ । ତୈତିଳ କରଣ ପ୍ରାତଃ ୫ଟା ୪୭ମିନିଟ୍ ପରେ ଗର କରଣ । ମିଥୁନ ରାଶିର ଘାତବାର । କନ୍ୟା ରାଶିର ଘାତଚନ୍ଦ୍ର । ଲାଉ ନ ଖାଇଲେ ଭଲ ରାତି ୭ଟା ୨ମିନିଟ୍ ପରେ କଳମଶାଗ ନ ଖାଇଲେ ଭଲ । ଯୋଗିନୀ- ପୂର୍ବେ ରାତି ୭ଟା ୨ମିନିଟ୍ ପରେ ଉତ୍ତରେ ଯାତ୍ରା ନିଷେଧ ।
ଶ୍ରାଦ୍ଧତର୍ପଣ- ନବମୀର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ- ସକାଳ ୭ଟା ୮ମିନିଟ୍ ରୁ ୮ଟା ୩୯ମିନିଟ୍, ଦିବା ୨ଟା ୪୧ମିନିଟ୍ ରୁ ୪ଟା ୧୧ମିନିଟ୍, ରାତ୍ରି ୧୦ଟା ୧୦ମିନିଟ୍ ରୁ ୧୧ଟା ୪୦ମିନିଟ୍ । ଶୁଭସମୟ- ପ୍ରାତଃ ୫ଟା ୩୯ମିନିଟ୍ ରୁ ୭ଟା ୭ମିନିଟ୍, ଦିବା ୮ଟା ୫୨ମିନିଟ୍ ରୁ ୧୧ଟା ୧୫ମିନିଟ୍, ରାତ୍ର ୮ଟା ୬ମିନିଟ୍ ରୁ ୧୦ଟା ୯ମିନିଟ୍, ରାତ୍ର ୨ଟା ୨୮ମିନିଟ୍ ରୁ ୩ଟା ୧୪ମିନିଟ୍ । ପର୍ବଦିନ- ଅନ୍ଵଷ୍ଟକା ଶ୍ରାଦ୍ଧ, ଅପରପକ୍ଷର ନବମୀ ଶ୍ରାଦ୍ଧ ।
ମେଷ:-ଶତୃନାଶ, ଧନପ୍ରାପ୍ତି, ମିତ୍ରଲାଭ ଓ ଉଚ୍ଚ ସମ୍ମାନ ପାଇବେ । ଅର୍ଥ ସଂପର୍କିତ ଚୁକ୍ତିପତ୍ର କଲେ ଲାଭବାନ ହେବେ । ପ୍ରେମ ପ୍ରସଙ୍ଗରେ ସଫଳତା ମିଳିବ । ବିଚାର ବିଭାଗ ରାୟ ସପକ୍ଷରେ ଯିବ । ଅନେକ ଦିଗରୁ ଧନର ଆଗମନ ହୋଇ ପାରେ । ଗୃହବାହନ ପ୍ରାପ୍ତି ଓ ଉଚ୍ଚଆଶା ସଫଳ ହେବ । ରାଜନୀତିରେ ସମାଜ ସେବା କରି ସ୍ଵନାମ ଅର୍ଜନ କରି ପାରିବେ । ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।
ବୃଷ:-ସରକାରୀ କ୍ଷେତ୍ରରେ ସଫଳତା ମିଳିବ । କେତେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ବିପଦରେ ପକାଇବ । ଭଲଭାବରେ ଚିନ୍ତାକରି କାମକଲେ କୌଣସି ଅସୁବିଧାର ସମ୍ମୁଖୀନ ହେବେ ନାହିଁ । କଳେବଳେ କୌଶଳରେ ଅର୍ଥ ସଂଗ୍ରହ ଅଭିଯାନ କରି ସଫଳତା ପାଇବେ । କର୍ମ କ୍ଷେତ୍ରରେ ଦାୟିତ୍ଵ ବଢିବା ସହ ମିତ୍ରମାନଙ୍କ ଦ୍ଵାରା ଲାଭ ମିଳିବ ଓ ନିଜ ଲୋକମାନେ ହିଁ କାମରେ ଆସିବେ । ଛାତ୍ରଛାତ୍ରୀମାନେ ବିଦ୍ୟାରେ ସଫଳ ହେବେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।
ମିଥୁନ:-ଅପେକ୍ଷା କରିଥିବା କାର୍ଯ୍ୟରେ ଶୁଭ ସୂଚନା ମିଳିବ । ଘର ପରିବାରରେ କୌଣସି ଖୁସି ପ୍ରସଙ୍ଗ ଆସିବା ଫଳରେ ମନ ପ୍ରଫୁଲ୍ଲିତ ରହିବ । ବେମାର, ବୃଦ୍ଧଜନ ଓ ଅଶକ୍ତ ଲୋକଙ୍କୁ ସହଯୋଗ କରିବା ପାଇଁ ହାତ ବଢେଇବେ । ନୂଆଲକ୍ଷ ନିର୍ଦ୍ଧାରିତ କରିବା ପାଇଁ ମନ ଲଗାଇ କାର୍ଯ୍ୟ ମଧ୍ୟ କରିବେ । ବିଦ୍ୟାଧ୍ୟୟନ କ୍ଷେତ୍ରରେ ସଫଳତା ମିଳିବ । ଦୂରସ୍ଥାନକୁ ଯାତ୍ରା କଲେ ଶାରୀରିକ ଅସୁସ୍ଥତା ଅନୁଭବ କରିବେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।
କର୍କଟ:-ଅଧିକ ଭାଗ୍ୟବାଦିନୀ ହୋଇ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ । ରାଜନୀତି କ୍ଷେତ୍ରରେ ଦୂରଯାତ୍ରା କରିବା ଦ୍ଵାରା ବହୁତ ଲାଭ ମିଳିବ । ପୁରୁଣା ମିତ୍ରଙ୍କ ଠାରୁ ସୁସମ୍ବାଦ ପ୍ରାପ୍ତି ହେବ । ବିଦ୍ୟାର୍ଥୀଙ୍କ ପାଇଁ ସମୟ ଉପଯୁକ୍ତ ଯୋଗେ ଉଚ୍ଚବିଦ୍ୟାଧ୍ୟୟନ କ୍ଷେତ୍ରରେ ସଫଳତା ମିଳିବ । ନୂତନ ବନ୍ଧୁ ଭେଟ ହେବେ । ବିତିଯାଇଥିବା ମାମଲାରେ ମଧ୍ୟ ସଫଳତା ମିଳିବ । କାର୍ଯ୍ୟ କ୍ଷେତ୍ରରେ ଲାଭ ଉଠେଇବେ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।
ସିଂହ:-ବିଦ୍ୟା କ୍ଷେତ୍ରରେ ବୀଜୟ ପ୍ରାପ୍ତ ହେବ । ରାଜନୀତି କ୍ଷେତ୍ରରେ ଶତ୍ରୁହାନି, ଉଚ୍ଚ ପ୍ରଶଂସା ଲାଭ, ଦମ୍ଭ ସାହସ ବୃଦ୍ଧି, କ୍ଷମା ଗୁଣରେ ଯଶ ପ୍ରାପ୍ତି, ସୁସମ୍ବାଦ ଶୁଣିବେ ଓ ଆର୍ଥିକ ସଙ୍କଟ ଦୂରେଇ ଯିବା ସହ ଅଶାନ୍ତିର ଝଡ ଶାନ୍ତ ହେବ । କର୍ମକ୍ଷେତ୍ରରେ ପଦୋନ୍ନତିର ସୂଚନା ପାଇବେ ଓ ସୁଖସମ୍ପତ୍ତି ଲାଭ ହେବ । ଲୋକମାନେ ଆପଣଙ୍କ ବାଣୀ ଓ ଯୋଗ୍ୟତାରେ ପ୍ରଭାବିତ ହେବା ଫଳରେ ଯଶ, ମାନ-ସମ୍ମାନ ପ୍ରତିଷ୍ଠା ମିଳିବ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।
କନ୍ୟା:-ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ପାଇବେ । ପରିବାର ବା ଘର ସମ୍ବନ୍ଧୀୟ କୌଣସି ମହତ୍ଵପୂର୍ଣ୍ଣ ସମାଚାର ଶୁଣିବେ । ନୂତନ ଲୋକଙ୍କ ସହିତ ଭେଟ ହେବ । ଅଟକିଥିବା କାର୍ଯ୍ୟ ସମ୍ପନ୍ନ ହେବ । ଯେ କୌଣସି ପରୀକ୍ଷା ବା ସାକ୍ଷାତ୍କାରର ପରିଣାମ ଆପଣଙ୍କ ସପକ୍ଷରେ ରହିବ । ଚାକିରୀରେ ପ୍ରମୋଶନ ମିଳିବାର ଯୋଜନା ପ୍ରସ୍ତୁତହେବ । ଆଧ୍ୟାତ୍ମିକ ବା ଧାର୍ମିକ କ୍ଷେତ୍ରରେ ବ୍ୟସ୍ତ ରହିବେ । ବାଦବିବାଦରୁ ଦୂରତା ରକ୍ଷା କରନ୍ତୁ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।
ତୁଳା:-ସମାଜସେବା ଏବଂ ପରୋପକାର କାର୍ଯ୍ୟରେ ରୁଚି ବୃଦ୍ଧିହେବ । ପ୍ରପର୍ଟୀ ସମ୍ବନ୍ଧିୟ ମାମଲା କାହାର ମଧ୍ୟସ୍ଥତା ଦ୍ଵାରା ଦୂର ହୋଇଯିବ । ବିଗିଡି ଯାଇଥିବା କାର୍ଯ୍ୟ ସୁଧୁରି ଯିବ । ରାଜନୀତି କ୍ଷେତ୍ରରେ ଅସହାୟ ମାନଙ୍କୁ ସାହାଯ୍ୟ କରିବା ଫଳରେ ଲୋକ ମାନଙ୍କ ନିକଟରେ ମାନସମ୍ମାନ, ପ୍ରତିଷ୍ଠା, ପ୍ରତିପ୍ରତ୍ତି ବୃଦ୍ଧି ପାଇବ । କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଆଗ୍ରହ ବଢିବ । ବନ୍ଧୁ ମିତ୍ରଙ୍କ ଆଗମନ ହେବ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।
ବିଚ୍ଛା:-ଅପେକ୍ଷା କରିଥିବା କାର୍ଯ୍ୟଟି ପୂରଣ କରିବା ପାଇଁ ସକ୍ଷମ ହେବେ ଓ ଧାର୍ମିକ କାର୍ଯ୍ୟରେ ରୁଚି ବଢିବ । କୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିବା ଉଚିତ୍ । ମାଲିମୋକଦ୍ଦମାରେ ସଫଳତା ମିଳିବ । ତରବରିଆ ହିସାବରେ କୌଣସି କାର୍ଯ୍ୟ ନକରି ସବୁଆଡକୁ ନଜର ଦେଇ କାମ କରିବା ଉଚିତ୍ । ଦାମ୍ପତ୍ୟ କଳହ ମେଣ୍ଟିଯାଇ ପାରିବାରିକ କ୍ଷେତ୍ରରେ ଶାନ୍ତି ପାଇବେ । ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।
ଧନୁ:-ସ୍ଵାସ୍ଥ୍ୟରେ ପରିବର୍ତ୍ତନ ହେବ । ନିଜ ଚେଷ୍ଟାରେ ସାମାନ୍ୟ କଷ୍ଟକଲେ ବାକିଥିବା ଅର୍ଥ ପାଇବେ । କାରବାର ଓ କାର୍ଯ୍ୟ ସ୍ଥିତିରେ ସୁଧାର ଆସିବାରୁ ମନ ବହୁତ ଖୁସି ରହିବ । ବ୍ୟବସାୟ କ୍ଷେତ୍ରରେ ମନ ଲାଗିବା ଦ୍ଵାରା ପ୍ରଚାର ପ୍ରସାର ପାଇଁ ଯୋଜନା କରିବେ । ବିଦେଶ ଯାତ୍ରାରେ ଲାଭବାନ ହେବେ । ଶତୃମାନେ ଦୂରେଇଯିବେ । ରାଜନୀତି କ୍ଷେତ୍ରରେ କୌଶଳ ପ୍ରୟୋଗ କରି ସମସ୍ତ ପ୍ରକାର ଅଭିଳାଷ ପୂରଣ କରିବେ । ପ୍ରତିକାର- ଆମିଷ ସେବନ କରନ୍ତୁ ନାହିଁ ।
ମକର:-ସ୍ୱାସ୍ଥ୍ୟରେ ପରିବର୍ତ୍ତନ ହେତୁ ମନ ଓ ଚିତ୍ତ ପ୍ରସନ୍ନ ରହିବ । ନିବେଶ କରିଲେ ଲକ୍ଷ୍ମୀଙ୍କ କୃପା ଫଳରେ ଧନ ପ୍ରାପ୍ତ ହେବ । ଅନେକ ସମସ୍ୟା ଦୂରହୋଇ ଉଚ୍ଚ ଆଶାରେ ଆଗେଇବେ । କର୍ମ କ୍ଷେତ୍ରରେ ଶ୍ରମ ସାର୍ଥକ ହେବ । ପରୀକ୍ଷା, ପ୍ରତିଯୋଗୀତା, ସାକ୍ଷାତକାରରେ ବିଜୟୀ ହେବେ । ବାଣିଜ୍ୟ କ୍ଷେତ୍ରରେ ଉନ୍ନତମାନର ଫଳପାଇବେ । ଶତୃମାନେ ସାମ୍ନାକୁ ଆସିବାକୁ ସାହସ କରିବେ ନାହିଁ । ଅଧିକାରୀଙ୍କଠାରୁ ସହଯୋଗ ମିଳିବ । ପ୍ରତିକାର-ନିମ୍ବକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ ।
କୁମ୍ଭ:-ସନ୍ତାନ ସନ୍ତତିଙ୍କ ଦିଗରୁ ଶୁଭ ସମ୍ବାଦପାଇ ଖୁସିହେବେ । କୌଣସି ଗୁରୁତ୍ୱପୂର୍ଣ୍ଣ ନିସ୍ପତି ନେଇ ପାରନ୍ତି । ଧର୍ମାନୁଷ୍ଠାନରେ ସମୟ କଟେଇବା ପାଇଁ ମନ ବଳାଇବେ । ପାରିବାରିକ କ୍ଷେତ୍ରରେ ଶାନ୍ତିର ବାତାବରଣ ଦେଖାଦେବ । ରାଜନୀତି କ୍ଷେତ୍ରରେ ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ । କର୍ମକ୍ଷେତ୍ରରେ ପଦୋନ୍ନତି ଓ ବନ୍ଧୁଲାଭ ହୋଇପାରେ । ବ୍ୟବସାୟରେ ସଫଳତା ପୂର୍ବକ ସମସ୍ୟାର ସମାଧାନ ହେବ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।
ମୀନ:-ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ । ବ୍ୟବସାୟ କ୍ଷେତ୍ରରେ ଆୟ ବୃଦ୍ଧି ହେବ । ସମ୍ପର୍କୀୟ ବନ୍ଧୁ ସାହାଯ୍ୟ ସହଯୋଗ କରିବେ । ଗୃହରେ ଶୁଭକାର୍ଯ୍ୟର ଆୟୋଜନ କରି ପାରନ୍ତି । ପଡାପଡୋଶୀ ବନ୍ଧୁ ମିତ୍ରଙ୍କ ବ୍ୟବହାରରେ ମନ ଶାନ୍ତ ହେବ । କଳା, ସାହିତ୍ୟ, କ୍ରିଡା, ଚଳଚିତ୍ର, ଶିଳ୍ପ, ବାଣିଜ୍ୟ ଓ ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।