ଦୈନିକ ରାଶିଫଳ: ୧୯ ସେପ୍ଟେମ୍ବର ୨୦୧୯, ମା ଲକ୍ଷ୍ମୀଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କର ଆକସ୍ମିକ ଧନ ଲାଭର ଯୋଗ ଅଛି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:

ସାମାଜିକ ପତିଆରା ଅମଳିନ ରହିବ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ। ଶିକ୍ଷା କ୍ଷେତ୍ରରେ ସ୍ଵନାମ ଅର୍ଜନ କରିବେ। ପାରିବାରିକ ଜୀବନରେ ଶାନ୍ତି, ଭାଇ ଓ ଭଉଣୀ ମାନଙ୍କ ସହିତ ଉତ୍ତମ ସମ୍ପର୍କରେ ରହିବ। ବନ୍ଧୁ ବାନ୍ଧବଙ୍କଠାରୁ ପୂର୍ଣ୍ଣ ସହଯୋଗ ପ୍ରାପ୍ତ ହେବ। ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରିବେ। ମିଷ୍ଟାନ ଭୋଜନ ଓ ଖେଳରେ ପ୍ରଶଂସିତ ହେବେ। ଅଫିସ୍ ପରିସ୍ଥିତି ଯେତେ ଜଟିଳ ଥିଲେ ମଧ୍ୟ ସମାଧାନ କରି ପ୍ରଶଂସିତ ହେବେ। ଧର୍ମ କାର୍ଯ୍ୟରେ ଯୋଗଦେଇ ଦେବଦର୍ଶନ କରିବେ। ପ୍ରତିକାର:- ଗୋମାତାକୁ ଖାଦ୍ୟ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:

ପାରିବାରିକ ଜୀବନ ସୁଖମୟ ହେବ। କୌଣସି ଯୋଜନା କରିବା ପୂର୍ବରୁ ଗଭୀର ଚିନ୍ତା କରନ୍ତୁ। ପରୀକ୍ଷାପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳତା ପାଇବେ। ବିଦ୍ୟା ଓ ଖେଳରେ ପ୍ରଶଂସିତ ହେବେ। ଉଚ୍ଚାଧିକାରୀ, ସହକର୍ମୀ, ଭାଇ ବନ୍ଧୁ ବା କୌଣସି ବିଶିଷ୍ଟ ବ୍ୟକ୍ତିଙ୍କର ସହଯୋଗ ମନୋବଳକୁ ବଢେଇଦେବ। ଭାବନାର ବଶୀଭୂତ ହୋଇ ଅମିନୀ, ଜାମିନି, ମଧ୍ୟସ୍ଥତା ଠିକ୍ ହେବ ନାହିଁ। ସନ୍ତାନର ବିଦ୍ୟାରେ ଉନ୍ନତି ଖବର ପାଇ ଖୁସି ହେବେ। ବାଦବିବାଦ, ମାଲିମୋକଦ୍ଦମାରେ କୃତକାର୍ଯ୍ୟ ହେବେ। ଗୃହୋପକରଣ କ୍ରୟ କରିବେ। ସଂଘର୍ଷ ଦ୍ଵାରା ସଫଳତା ମିଳିବ। ପ୍ରତିକାର:- କୁକୁରକୁ ଖାଇବାକୁ ଦେବେ।

ମିଥୁନ:

ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। କର୍ମକ୍ଷେତ୍ରରେ ଶତୃନାଶ, ଧନପ୍ରାପ୍ତି, ମିତ୍ରଲାଭ, ଉଚ୍ଚ ସମ୍ମାନ ପାଇବେ। ନୁତନ କାର୍ଯ୍ୟ ନିର୍ଦ୍ୱୋନ୍ଦରେ ଆଗେଇ ନେବେ। ଯାତ୍ରାରେ ବିଶେଷ ଲାଭାନ୍ୱିତ ହେବେ। କର୍ମକ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ। ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ। ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ରାଜନୀତି କ୍ଷେତ୍ରରେ ଯଶମାନ ବୃଦ୍ଧିହେବ। ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ବିଜୟୀ ହେବେ। ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ ଓ ପରିସ୍ଥିତିରେ ଉନ୍ନତି ଘଟିବ। ପ୍ରତିକାର- ଭୋକିଲା ଲୋକକୁ ନିରାଶ କରିବେ ନାହିଁ।

କର୍କଟ:

ସୁଖ, ସମ୍ପତ୍ତି ଲାଭ ଓ ସାହାଯ୍ୟ ପ୍ରାପ୍ତି ହେବ। ଉଚ୍ଚଆଶା ପୂରଣ ହେବ। ଭାଗ୍ୟୋନ୍ନତି, ଯଶମାନ ପ୍ରତିଷ୍ଠା ଲାଭର ଯୋଗ ଅଛି। କର୍ମ କ୍ଷେତ୍ରରେ ପଦୋନ୍ନତିର ସୁଯୋଗ ପାଇବେ। ନୂତନ ବାହନ, ଜାଗା, ଜମି, ଗୃହ ଆଦି କ୍ରୟ କରିବାର ଯୋଜନା କରିବେ। ସମୟକୁ ହାତ ଛଡ଼ା ନ କରିବା ଉଚିତ୍। କାରଣ ସମସ୍ତ କାର୍ଯ୍ୟରେ ଶୁଭଫଳ ପ୍ରାପ୍ତି ହେବ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ ଓ ନିର୍ମାଣକ୍ଷେତ୍ରରେ ଉନ୍ନତମାନର ଫଳ ପାଇବେ। ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ। ପରିବାରରେ ମାନ ମନାନ୍ତର ଦୂର ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ସିଂହ:

ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ। ଅନେକ କ୍ଷେତ୍ରରେ ସ୍ଵାଭିମାନ ରକ୍ଷାକରି ପ୍ରଶଂସିତ ହେବେ। ରାଜନୈତିକ କ୍ଷେତ୍ରରେ ଯଶ, ମାନ ବୃଦ୍ଧି ହେବ। ବ୍ୟବସାୟରେ ଉଧାର ଦେଇ ଫେରି ପାଇବା ସହଜ ହେବ। ଶିଳ୍ପ, ବାଣିଜ୍ୟ, ଯାତ୍ରା, ରାଜନୀତି, ପ୍ରଶାସନ କ୍ଷେତ୍ରରେ କର୍ମରତ ଥିବା ବ୍ୟକ୍ତିମାନେ ସମସ୍ୟାକୁ ସୁଧାରି ନବା ଫଳରେ କର୍ମକ୍ଷେତ୍ର ସୁଦୃଢ଼ ହେବ। ଖେଳରେ ଓ ବିଦ୍ୟାରେ ଉନ୍ନତି ହେବ ଏବଂ ଉପରିସ୍ଥ ଅଧିକାରୀଙ୍କ କୃପା ଦୃଷ୍ଟିରେ ରହିପାରିବେ। କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ। ମନକୁ ଆଘାତ ଲାଗିଲାପରି କଥା ଶୁଣିବାକୁ ପାଇବେ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

କନ୍ୟା:

ସରକାରୀ ଚାପ ପଡିଲେ ମଧ୍ୟ ରାଜନୀତିରେ ସଫଳତା ମିଳିବ। ବନ୍ଧୁ ମିତ୍ରମାନଙ୍କର ସହଯୋଗରେ ଆର୍ଥିକ ଦିଗରୁ ସୁବିଧା ପାଇବେ। ବ୍ୟବସାୟରେ ସଫଳତା ଅର୍ଜନ କରି ଆଶାତୀତ ଲାଭ ଉଠେଇବେ। ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ। ହୋଇପାରେ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମକଦ୍ଦମା ଓ ସାକ୍ଷାତ୍କାରରେ ସଫଳତା ମିଳିବ। ଅଧିକାରୀଙ୍କ ଠାରୁ ସହଯୋଗ ମିଳିବ। ସନ୍ତାନଙ୍କ ଚିନ୍ତାରେ ମାନସିକ ଚିନ୍ତା ବୃଦ୍ଧି ହେବ। ନିଜ ଲୋକ ମନମୋଟିଆ ହେବେ। ପୂର୍ବରୁ ଆରମ୍ଭ ହୋଇଥିବା କାର୍ଯ୍ୟ ପୁରଣରେ ବିଳମ୍ବ ହେବ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ତୁଳା:

ସରକାରୀ ଚାକିରୀ କ୍ଷେତ୍ରରେ ଉନ୍ନତି ପ୍ରତିଷ୍ଠା, ପ୍ରତିପତ୍ତି, ମାନସମ୍ମାନ, କ୍ଷାତି ବଢ଼ିବ। ବ୍ୟବସାୟରେ ଲାଭବାନ ହେବେ। ରାଜନୀତି କ୍ଷେତ୍ରରେ ଆନ୍ତରିକ ମୂଲ୍ୟାଙ୍କନର ଅନୁଭୂତି ଜାଗ୍ରତହେବ। କୋର୍ଟ-କଚେରୀ ମାମଲା ଓ ବାଦବିବାଦ ଆପଣଙ୍କ ସପକ୍ଷରେ ରହିବ। ସନ୍ତାନଙ୍କ ପାଇଁ କୌଣସି ମହତ୍ଵପୂର୍ଣ୍ଣ କାମ କରି ପ୍ରଶଂସା ପାଇବେ। ସାର୍ବଜନୀନ ସମ୍ପର୍କରେ ନିଜର ବ୍ୟକ୍ତିତ୍ଵ ବିକଶିତ ହେବ। ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ ସମସ୍ୟାକୁ ସୁଧାରିବା ପାଇଁ ଚେଷ୍ଟା କରି କୌଶଳକ୍ରମେ ସମାଧାନ କରିବେ। ମହିଳାମାନେ ଉଚିତ୍ ପନ୍ଥା ଗ୍ରହଣ କରିବେ।  ପ୍ରତିକାର– ଷଣ୍ଢକୁ ଖାଇବାକୁ ଦିଅନ୍ତୁ।

ବିଛା:

ସାମାଜିକ କ୍ଷେତ୍ରରେ ନିଜର ପ୍ରଭାବ ଓ ପରାକ୍ରମ ବଢିବ। ଉଚ୍ଚପଦସ୍ଥ ଅଫିସରମାନେ ସନ୍ତୋଷ ହେବେ। ଅପଣା ଲୋକଙ୍କ ସହଯୋଗ ବୃଦ୍ଧି ପାଇବ ଓ ନିଃସଙ୍ଗତା ବୋଧର ପୀଡା ମଧ୍ୟ ଦୂରେଇ ଯିବ। ଗୃହରେ ଭାତୃବିବାଦ, ପଡ଼ୋଶୀକଳହ, ଜମିପାଇଁ ମାଲିମକଦ୍ଦମାର ଅବସାନ ହେବ। ବ୍ୟବସାୟ କ୍ଷେତ୍ରରେ ଉତ୍ତମ ରୋଜଗାର କରିପାରିବେ ଓ ଅନେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି। ରାଜନୈତିକ କ୍ଷେତ୍ରରେ ଦଦୁଲ୍ୟମାନ ପରିସ୍ଥିତି ଯୋଗୁ ବାଦ ବିବାଦଠାରୁ ଦୂରେଇ ରହିବା ଉଚିତ। ଅନାବଶ୍ୟକ ଖର୍ଚ୍ଚ ଓ ଭ୍ରମଣ ଯୋଗେ ବ୍ୟଥିତ ହେବେ। ପ୍ରତିକାର:- ଗୋମାତାକୁ ଖାଦ୍ୟ ଦିଅନ୍ତୁ।

ଧନୁ:

ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ। ରାଜନୈତିକ କ୍ଷେତ୍ରରେ ଶତ୍ରୁମାନେ ମିତ୍ରବତ କାର୍ଯ୍ୟ କରିବେ। ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର କରି ପ୍ରବଳ ଲାଭ ପାଇବେ। ଆର୍ଥିକ ଦିଗରୁ ସୁବିଧା ପାଇବେ। ପୈତୃକସମ୍ପତ୍ତି ନେଇ ପାରିବାରିକ ଦ୍ୱନ୍ଦ ଦୂରେଇ ଯିବ। ବାଦବିବାଦ, ପରୀକ୍ଷା, ପ୍ରତି ଯୋଗୀତା, ମାଲିମୋକଦ୍ଦମା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ଉଚ୍ଚଆଶା ସଫଳ ହେବ। ବିଚାର ବିଭାଗ ରାୟ ସପକ୍ଷରେ ଯିବ। ପାରିବାରିକ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ। ଧନସମ୍ପଦ, ବସ୍ତ୍ରଭୂଷଣ ଆଦି ଲାଭହେବ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

ମକର:

ଚିତ୍ତପ୍ରସନ୍ନ ସହ କାର୍ଯ୍ୟ ସିଦ୍ଧି ହେବ। ଉଚ୍ଚ ଆଶାରେ ଆଗେଇବେ। ବ୍ୟବସାୟରେ ପ୍ରତିଦ୍ଵନ୍ଦିତା ଓ ଆୟ ବଢିବ। କର୍ମ କ୍ଷେତ୍ରରେ ଶ୍ରମ ସାର୍ଥକ ହେବ। ଶତ୍ରୁହାନି, ଉଚ୍ଚ ପ୍ରଶଂସା ଲାଭ, ଦମ୍ଭ ସାହସ ବୃଦ୍ଧି, କ୍ଷମା ଗୁଣରେ ଯଶ ପ୍ରାପ୍ତି, ସୁସମ୍ବାଦ ଶୁଣିବେ ଓ ଆର୍ଥିକ ସମସ୍ୟା ଦୂର ହେବ। ପରିବାରରେ ବୁଝି ବିଚାରି କାର୍ଯ୍ୟ କଲେ ସମସ୍ତ କାର୍ଯ୍ୟରେ ସଫଳତା ମିଳିବ। ଧନଧାନ୍ୟ, ଗୋ-ସଂପଦ, ଭୂମି, ବସ୍ତ୍ରଭୂଷଣ, ବାହାନାଦି ପ୍ରାପ୍ତି ହବାର ଯୋଗ ଅଛି। ରାଜନୀତିରେ କୃତକାର୍ଯ୍ୟ ହେବେ। ପରୀକ୍ଷା, ପ୍ରତିଯୋଗୀତା, ସାକ୍ଷାତକାରରେ ବିଜୟୀ ହେବେ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

କୂମ୍ଭ:

ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହେବ। ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ। ଗୃହୋପକରଣ କ୍ରୟ କରିବା ଯୋଗେ କିଛି ବ୍ୟୟ ହେବ। ବ୍ୟବସାୟିକ କ୍ଷେତ୍ରରେ ଆଶାଜନକ ଫଳପ୍ରାପ୍ତିହେବ। ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ। ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। ବ୍ୟବସାୟରେ ଉଧାର ଦେଇ ଫେରି ପାଇବା ସହଜ ହେବ। ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ। ଆକସ୍ମିକ ଅର୍ଥଲାଭ, ନୂତନ ବନ୍ଧୁଲାଭ, ଅଧାଥିବା କାର୍ଯ୍ୟ ସମ୍ପୂର୍ଣ୍ଣ କରିବାକୁ ଆଜି ଚେଷ୍ଟା କରିବେ। ସୁଖ ଶାନ୍ତିରେ ଦିନଟି କାଟିବେ। ପ୍ରତିକାର- କୁକୁରକୁ ଖାଇବାକୁ ଦିଅନ୍ତୁ।

ମୀନ:–

ପରିବାରରେ ମାନ ମନାନ୍ତର ଦୂର ହେବ। ଆର୍ଥିକ ଦିଗରୁ ସୁବିଧା ସୁଯୋଗ ପାଇ ଉନ୍ନତିହେବ। କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇବେ। ଆଧ୍ୟାତ୍ମିକ, ଧାର୍ମିକ ଓ ସାମାଜିକ କାର୍ଯ୍ୟ ସଂସ୍ଥାରେ ସାମିଲ ହେବେ। ଉତ୍ତମ ରୋଜଗାର ହେବ। ରାଜନୈତିକ କ୍ଷେତ୍ରରେ ଯଶ, ମାନ ବୃଦ୍ଧି ହେବ। ବନ୍ଧୁ, ମିତ୍ର ଏବଂ ଉଚ୍ଚପଦାଧିକାରୀଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇବେ। ବ୍ୟବସାୟ ପାଇଁ ବିଦେଶ ଯାତ୍ରା କରି ଲାଭବାନ ହେବେ। ପରୀକ୍ଷା, ପ୍ରତିଯୋଗୀତା, ସାକ୍ଷାତକାରରେ ବିଜୟୀ ହେବେ। ଖାଇବା ପିଇବାରେ ଅବହେଳା କରିବାରୁ ସ୍ଵାସ୍ଥ୍ୟ ଖରାପ ହୋଇପାରେ। ପ୍ରତିକାର:- ଗୋମାତାକୁ ଖାଦ୍ୟ ଦିଅନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!