ସାପ୍ତାହିକ ରାଶିଫଳ: ୧୯ ରୁ ୨୫ ନଭେମ୍ବର ୨୦୧୮। ଏହି ସପ୍ତାହରେ ବନୁଛି ମହାସଂଯୋଗ, ଏହି ୫ଟି ରାଶିର ଖୋଲିବ ଭାଗ୍ୟ…

ଶେୟାର କରନ୍ତୁ ଅନ୍ୟମାନକ ସହିତ

ସାପ୍ତାହିକ ରାଶିଫଳ: ୧୯ ରୁ ୨୫ ନଭେମ୍ବର ୨୦୧୮। ଏହି ସପ୍ତାହରେ ବନୁଛି ମହାସଂଯୋଗ, ଏହି ୫ଟି ରାଶିର ଖୋଲିବ ଭାଗ୍ୟ…

ମେଷ:-

ଏ ସପ୍ତାହର ଆରମ୍ଭରୁ ଉତ୍ତମ କାର୍ଯ୍ୟ କରି ପଦୋନ୍ନତି ପାଇବେ। କର୍ମସନ୍ଧିତ୍ସୁମାନେ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ଅଚାନକ ଧନ ପ୍ରାପ୍ତି ହେବ ଓ ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେଶ କରିବେ। ଉଚ୍ଚଅଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ କର୍ମୋନ୍ନତି ହେବ। ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବ। ଗୃହରେ ଥିବା କଳହ, ପତି-ପତ୍ନୀ ମଧ୍ୟରେ ମତଭେଦ, ବିରୋଧଭାବ ଏବଂ ତିକ୍ତତା ଭାବର ସମାଧାନ ହେବ। ବିଦ୍ୟାର୍ଥୀମାନଙ୍କ ପାଇଁ ଅତ୍ୟନ୍ତ ଶୁଭ ସମୟ। ଶିକ୍ଷାପ୍ରତି ରୁଚି ବୃଦ୍ଧି ପାଇବ। ବ୍ୟବସାୟୀମାନେ ଆବଶ୍ୟକତା ଠାରୁ ଅଧିକ ଆଦାନ-ପ୍ରଦାନ କରି ଉଚିତ ଲାଭ ପାଇବେ। କୌଣସି ନୂତନ କାର୍ଯ୍ୟ ଆରମ୍ଭ କରିବା ପାଇଁ ଅତ୍ୟନ୍ତ ଶୁଭ ଦାୟକ। ନ୍ୟାୟଧୀଶ, ପ୍ରଶାସନିକ ସେବା ଅଧିକାରୀ, ଓକିଲ, ଜେଲର, ଶିକ୍ଷକ, ପ୍ରଶିକ୍ଷକ, ଖାଦ୍ୟସାମଗ୍ରୀ, କାଚ, ବିଦ୍ୟୁତ୍ ସାମଗ୍ରୀ, ଧାତୁ, ବସ୍ତ୍ର, ଔଷଧ, ଚଳଚିତ୍ର, ଅଭିନେତା, ଡାକ୍ତର ଇତ୍ୟାଦି ହୋଇଥିଲେ ବା ଏହି ସମ୍ବନ୍ଧିୟ ଦ୍ରବ୍ୟ ବ୍ୟବସାୟ କରୁଥିଲେ ଆଶାତୀତ ଲାଭ ପାଇବେ। ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ଏ ସପ୍ତାହରେ ବିଭିନ୍ନଦିଗରୁ ସାହାଯ୍ୟ ସହଯୋଗ ମିଳିବ। ସହକର୍ମୀମାନଙ୍କ ସହ ବାଦବିବାଦର ଅବସାନ ଘଟିବ। ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବନାହିଁ। ପରିବହନ କ୍ଷେତ୍ରରେ ସୁଫଳ ପ୍ରାପ୍ତିହେବ ଓ ଦୂରଯାତ୍ରାର ସୁଯୋଗ ପାଇବେ। ମହିଳାମାନେ ନୂତନ ବନ୍ଧୁଙ୍କୁ ପାଇ ଖୁସୀହେବେ। ସୁଖ ସମ୍ପଦ ପ୍ରାପ୍ତି ରାଜନୈତିକ କ୍ଷେତ୍ରରେ ପ୍ରଶଂସିତ ହେବେ। ବ୍ୟବସାୟ କରୁଥିଲେ ଲାଭ ଲାଗି ରହିବ। ବୁଡ଼ି ଯାଉଥିବା ପଇସା କିମ୍ବା ଆପଣଙ୍କଠାରୁ କେହି ଅର୍ଥ ନେଇ ଦେଉନଥିଲେ କଳେବଳେ କୌଶଳେ ପ୍ରାପ୍ତି ହେବ। ପଡୋଶୀଙ୍କ ସହିତ ମଧୁର ସଂପର୍କ ସ୍ଥାପନ ହେବ। ମହତ୍ ଉଦ୍ଦେଶ୍ୟ ଓ ଉଚ୍ଚ ଆକାଂକ୍ଷା ପୂର୍ଣ୍ଣ ହେବ। ବିଦେଶ ଯାତ୍ରା କଲେ ନିଶ୍ଚୟ ଭାଗ୍ୟୋଦୟ ହେବା ସହ ଅଭିଳାଷ ପୂର୍ଣ୍ଣ ହେବ। ବିଦ୍ୟାର୍ଥୀମାନେ ଶିକ୍ଷା କ୍ଷେତ୍ରରେ ଆଶାନୁରୂପ ଫଳ ପାଇବେ। ପୁରୁଣା ରୋଗ ଓ ଶତୃମାନଙ୍କ ଠାରୁ ଉପସମ ମିଳିବ। ଇଲେକ୍ଟ୍ରୀ, ଇଲେକ୍ଟ୍ରୋନିକସ୍, ଠିକାଦାରୀ, ଧାତୁ ବ୍ୟବସାୟୀ, ଔଷଧ ଦୋକାନ, ଭୋଜନାଳୟ, କଳକାରଖାନା, ଖଣିଜପଦାର୍ଥ, ଗୁଡ଼, ଲଙ୍କାମରିଚ, ମସୁରଡାଲି, ଧାନ, ଗହମ ଇତ୍ୟାଦି ବ୍ୟବସାୟ କରୁଥିବା ବ୍ୟକ୍ତିମାନେ କିମ୍ବା ଏହି ସଂସ୍ଥାରେ କର୍ମରତ ବ୍ୟକ୍ତିମାନେ ବିଶେଷ ଲାଭବାନ ହେବେ। ଗ୍ରହଙ୍କର ଅଶୁଭତ୍ୱ ଖଣ୍ଡନ ପାଇଁ ପ୍ରତ୍ୟେକ ଦିନ ଗାଈକୁ କିଛି ଖାଇବାକୁ ଦିଅନ୍ତୁ।

ମିଥୁନ :-

ଏ ସପ୍ତାହରେ ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ। ସାମାଜିକ ପତିଆରା ଅମଳିନ ରହିବ। ଆୟ ଉପାର୍ଜନ ବୃଦ୍ଧି ହେବ। ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଲେ ବ୍ୟବସାୟରେ ଅଚାନକ ଧନପ୍ରାପ୍ତି ହେବ। ବ୍ୟବସାୟରେ ଭଲ ଲାଭ ପାଇବେ। ଆର୍ଥିକକ୍ଷେତ୍ରରେ  ଉନ୍ନତି  ହେବ। ଶତୃ ପରାଜିତ ହେବେ। ବାକିଥିବା ଅର୍ଥପ୍ରାପ୍ତି ହେବ। ସମସ୍ତଙ୍କର ପୂର୍ଣ୍ଣ ସହଯୋଗ ମିଳିବ। ମହିଳାମାନେ ଉତ୍ତମ ଗୃହିଣୀ ହେବେ। ନୂତନ କର୍ମ ନିଯୁକ୍ତି ପାଇବେ। ଯୁବକ ଓ ଯୁବତୀମାନେ ସୁଖ-ସମୃଦ୍ଧି ପ୍ରାପ୍ତିରେ ଆତିବାହିତ କରିବେ। ସମସ୍ତଙ୍କ ପ୍ରତି ସକରାତ୍ମକ ଚିନ୍ତା ଆଗକୁ ବଢିବାରେ ସାହାଯ୍ୟ କରିବ। ସମସ୍ତ ବାଧାକୁ ସଂଘର୍ଷ କରି ଆଗକୁ ବଢି ପାରିବେ। ଗୃହସ୍ଥ ଜୀବନ ସୁଖମୟ ହେବ। ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ। ସମୟ ଗୁଡିକ ହସ ଖୁସିରେ ବିତିବ। ଉତ୍ତମ ରୋଜଗାର ପ୍ରାପ୍ତି ହେବାର ସମ୍ଭାବନା ଅଛି। ପରିବାରରେ ସଂଘର୍ଷ ଦ୍ଵାରା ସଫଳତା ମିଳିବ। ସନ୍ତାନଙ୍କ ଚିନ୍ତାରେ ମାନସିକ ଚିନ୍ତା ବୃଦ୍ଧି ହେବ। ପ୍ରତିକାର-ଅସହାୟକୁ ଖାଇବାକୁ ଦିଅନ୍ତୁ।

କର୍କଟ:-

ଏ ସପ୍ତାହରେ ନୂତନ ଯୋଜନାରେ ସଫଳତା ମିଳିବ। ବ୍ୟବସାୟବୃଦ୍ଧି ଆର୍ଥିକ ଉନ୍ନତିରେ ସଫଳତା ଓ ମାନ ସମ୍ମାନ ବୃଦ୍ଧିହେବ। ସରକାରୀ କର୍ମଚାରୀମାନେ କର୍ମକ୍ଷେତ୍ରରେ ଉତ୍ତମ କାର୍ଯ୍ୟକରି ପଦୋନ୍ନତି ପାଇବେ। ନୂତନ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ପାରିବାରିକ ଜୀବନ ସୁଖ ଓ ଶାନ୍ତିରେ କଟିବ। ଦୂର ସ୍ଥାନକୁ ଯାତ୍ରା କରିବେ। ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ। ରୋମାନ୍ସ ଓ ପ୍ରେମରେ ପ୍ରସନ୍ନତାର ଅନୁଭୂତି ହେବ। ପଢିବା, ପଢେଇବା ବା ଅଧ୍ୟାପନା ମାମଲାରେ ଆଗକୁ ଗତି କରିବେ। ଭବିଷ୍ୟତରେ ମିଳିବାକୁ ଥିବା ସମ୍ପତ୍ତି ସମ୍ବନ୍ଧୀୟ ମାମଲାରେ ଲଢିବେ। ଧନ ଲାଭ ହେବାରୁ ମନ ଖୁସି ରହିବ। ନିଜ ଲୋକ ମନମୋଟିଆ ହେବେ। ମହିଳାମାନେ ଉଚିତ୍ ପନ୍ଥା ଗ୍ରହଣ କରିବେ। ପୂର୍ବରୁ ଆରମ୍ଭ ହୋଇଥିବା କାର୍ଯ୍ୟ ପୁରଣରେ ବିଳମ୍ବ ହେବ।  ପ୍ରତିକାର:- କୌଣସି ଜିନିଷ କାହାଠାରୁ ମାଗଣାରେ ବା ଦାନ ଗ୍ରହଣ କରନ୍ତୁ ନାହିଁ।

ସିଂହ:-

ଏ ସପ୍ତାହରେ ପୂର୍ବରୁ ଥିବା ପାରିବାରିକ ସମସ୍ୟା ଗୁଡ଼ିକ ସମାଧାନ ହେବ। ଜାଗା, ଜମି, ଗୃହପୋକରଣ କ୍ରୟ କରିବେ। ବ୍ୟବସାୟରେ ଆଶାତୀତ ଲାଭ ପାଇବେ। କର୍ମ କ୍ଷେତ୍ରରେ ସହକର୍ମୀମାନଙ୍କ ସହଯୋଗ ଓ ଉପରିସ୍ଥ ଅଧୀକାରୀଙ୍କ  ପ୍ରିୟଭାଜନ ହେବେ।  ଯୁବକ ଓ ଯୁବତୀ ମାନେ ସହଜ ସରଳରେ କର୍ମ ନିଯୁକ୍ତି ପାଇବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ।  ଶିକ୍ଷା କ୍ଷେତ୍ରରେ ମନଯୋଗ ଦେଇ ପ୍ରଶଂସା ପାଇବେ।  ପରିବାରରେ ସୁସ୍ଥ ବାତାବରଣ  ଜାରିରହିବ। ପରସ୍ପରକୁ ସାହାଯ୍ୟ ସହଯୋଗ କରି, ଗଠନମୂଳକ କାର୍ଯ୍ୟ ହାତକୁ ନେବେ। ବାଦବିବାଦ, ମାଲିମୋକଦ୍ଦମା, ଖେଳ, କୁଦ, ପ୍ରତିଯୋଗିତାରେ ଓ ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ। ମହିଳାମାନଙ୍କର କର୍ମକ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ। । ପ୍ରତିକାର : ବାପା ମାଆଙ୍କୁ ପୂର୍ଣ୍ଣ  ଆଦର ଓ ସତ୍କାର କରନ୍ତୁ।

କନ୍ୟା:-

ଏ ସପ୍ତାହରେ ବ୍ୟବସାୟରେ ଉନ୍ନତି, ଆର୍ଥିକ ସ୍ଥିତିରେ ବୃଦ୍ଧି, ଲାଭ ପ୍ରାପ୍ତି ହେବା ସହ ଖର୍ଚ୍ଚ ତୁଳନାରେ ଆୟ ବହୁତ ହେବ। କର୍ମଚାରୀମାନେ କର୍ମ କ୍ଷେତ୍ରରେ ପ୍ରଶଂସିତ ହେବେ। ପାରିବାରିକ  ସମସ୍ୟା ସମାଧାନ ହୋଇ ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ। ଧାର୍ମିକ କାର୍ଯ୍ୟରେ ରୁଚି ବଢ଼ିବା ସହିତ ଦାମ୍ପତ୍ୟ  ଜୀବନ ସୁଖମୟ ହେବ। ଯୁବକ ଯୁବତୀମାନେ କର୍ମ ନିଯୁକ୍ତି କ୍ଷେତ୍ରରେ ଶୁଭ ସୂଚନା ପାଇବେ। ଛାତ୍ର-ଛାତ୍ରୀମାନେ ଶିକ୍ଷା କ୍ଷେତ୍ରରେ ସଫଳ ହେବେ। ସାମାଜିକ କ୍ଷେତ୍ରରେ ନିଜର ପ୍ରଭାବ ଓ ପରାକ୍ରମ ବଢିବ। ବାଦବିବାଦ, ମାଲିମୋକଦ୍ଦମା, ଖେଳ, କୁଦ, ପ୍ରତିଯୋଗିତାରେ ଓ ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ। ମହିଳାମାନେ କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ। ରାଜନୀତିରେ ସଫଳତା ମିଳିବ। ପ୍ରତିକାର : ବାପା ମାଆଙ୍କୁ ପ୍ରଣାମ କରନ୍ତୁ।

ତୁଳା:-

ଏ ସପ୍ତାହରେ ଅତ୍ୟଧିକ କଠିନ ପରିଶ୍ରମ କରିବା ଫଳରେ ବ୍ୟବସାୟରେ ଅର୍ଥ ପ୍ରାପ୍ତିର ସୁଯୋଗ ଆସିବ। ସରକାରୀ କର୍ମଚାରୀମାନେ ଗୁପ୍ତଶତୃଙ୍କ ଚକ୍ରାନ୍ତରେ ପଡ଼ିଲେ ମଧ୍ୟ  ନିଜର ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନ ବୃଦ୍ଧି ହେବ। ଶିକ୍ଷା କ୍ଷେତ୍ରରେ ସଫଳତା ଲାଭ କରିବେ। ଶରୀର ସୁସ୍ଥ ରହିବ। ପରିବାରରେ ଶାନ୍ତିର ବାତାବରଣ ଦେଖା ଦେବ। ଯୁବକ ଓ ଯୁବତୀମାନେ ପରୀକ୍ଷା  ଓ ପ୍ରତିଯୋଗିତାରେ ସଫଳ ହେବେ। ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରିବେ। କାର୍ଯ୍ୟ କ୍ଷେତ୍ରରେ ସୁଖ-ଶାନ୍ତି ବୃଦ୍ଧି ହେବ। ଶତୃମାନେ ମିତ୍ରଭାବ ଆଚରଣ କରିବେ। ବାଦବିବାଦ, ମାଲିମୋକଦ୍ଦମା, ଖେଳ, କୁଦ, ପ୍ରତିଯୋଗିତାରେ ଓ ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ। ମହିଳାମାନଙ୍କର ରାଜନୀତିରେ ସଫଳତା ମିଳିବ, କର୍ମକ୍ଷେତ୍ରଟି ସୁଦୃଢ ହେବ ଓ ବ୍ୟୟ ଅପେକ୍ଷା ଆୟ ବୃଦ୍ଧି ହେବ। ପ୍ରତିକାର : ଗାଈକୁ ରୁଟି ଖାଇବାକୁ ଦିଅନ୍ତୁ।

ବିଚ୍ଛା:-

ଏ ସପ୍ତାହରେ ସମସ୍ତ ପ୍ରକାର ବ୍ୟବସାୟରେ ଉନ୍ନତି ଓ ଲାଭବାନ୍ ହେବେ।  ଆର୍ଥିକ କ୍ଷେତ୍ରରେ  ଉନ୍ନତି, ଶତୃ ବୃଦ୍ଧି ହେଲେ ମଧ୍ୟ  ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳ ହେବେ। ସରକାରୀ କର୍ମଚାରୀ ମାନେ କର୍ମ କ୍ଷେତ୍ରରେ ବହୁ ସୁବିଧା ସୁଯୋଗ ପାଇବେ। କର୍ମ ନିଯୁକ୍ତି କ୍ଷେତ୍ରରେ ଆପ୍ରାଣ ଚେଷ୍ଟା କରିବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ।  ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନରେ ଉନ୍ନତି ହେବ। ଦାମ୍ପତ୍ୟ ସୁଖରେ ଆନନ୍ଦିତ ହେବେ। ଛାତ୍ର-ଛତ୍ରୀମାନେ କଠିନ ପରିଶ୍ରମ କରିବା ସହିତ ପଢ଼ା ପଢ଼ିରେ ମନଯୋଗ ଦେବେ। ବାଦବିବାଦ, ମାଲିମୋକଦ୍ଦମା, ଖେଳ, କୁଦ, ପ୍ରତିଯୋଗିତାରେ ଓ ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ। ମହିଳାମାନଙ୍କର କର୍ମକ୍ଷେତ୍ରରେ ବହୁ ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇଯିବ। ପ୍ରତିକାର- ଷଣ୍ଢକୁ ଖାଇବାକୁ ଦିଅନ୍ତୁ ।

ଧନୁ:-

ଏ ସପ୍ତାହରେ ବ୍ୟବସାୟ କ୍ଷେତ୍ରରେ ଆୟ ଉତ୍ତମ ହେବ। ଚାକିରୀ  କ୍ଷେତ୍ରରେ ବ୍ୟବହାର କୁଶଳତାକୁ ଆଧାରକରୀ ନିମ୍ନବର୍ଗର ସହାୟତା ପ୍ରାପ୍ତିହେବ। ସମସ୍ତ ବାଧାବିଘ୍ନକୁ ଭ୍ରୂକ୍ଷେପ ନକରି କୋର୍ଟ କଚେରୀ ମାମଲା ଓ କର୍ମକ୍ଷେତ୍ରରେ ସମସ୍ତଙ୍କ ମେଳରେ ରହି ସୁଖ-ସନ୍ତୋଷରେ କଟିବ। ନିଜର କ୍ରୋଧଉପରେ ନିୟନ୍ତ୍ରଣ ନ ରଖିଲେ ଆର୍ଥିକ ସ୍ଥିତିରେ ବାଧା ହେବା ସହ ଶତୃ ବୃଦ୍ଧି ହେବେ। ବନ୍ଧୁ ବାନ୍ଧବଙ୍କ ସହ ମନୋମାଳିନ୍ୟ ମେଣ୍ଟିଯିବ। ଦାମ୍ପତ୍ୟସୁଖରେ ଆନନ୍ଦ ପାଇବେ। କଠିନ ପରିଶ୍ରମ କରିବା ଯୋଗୁଁ ଶାରୀରିକ ଅସୁସ୍ଥତା ଦେଖା ଦେଇପାରେ। ନିଜକାର୍ଯ୍ୟ ପାଇଁ ଦୂରସ୍ଥାନକୁ ଯାତ୍ରା କରି ଲାଭ ପାଇବେ। ପାରିବାରିକ କ୍ଷେତ୍ରରେ କିଛି ଭୁଲ ବୁଝାମଣା ଯୋଗୁ ମାନସିକ ଦ୍ଵନ୍ଦ ଭିତରେ ଗତି କରିବେ। ଅଧିକ ଧନରତ୍ନ ସହିତ ଏକୁଟିଆ ଚଳପ୍ରଚଳ ହେବା ନିରାପଦ ନୁହେଁ। ପଢାପଢିରେ ମନ ଧ୍ୟାନ ପ୍ରାୟ ଲାଗି ରହିବା ଫଳରେ ଉଚ୍ଚଶ୍ରେଣୀ ପାଇବେ। ପ୍ରତିକାର:- ଶିବ ଲିଙ୍ଗଉପରେ କଞ୍ଚାକ୍ଷୀର ଢ଼ାଳନ୍ତୁ।

ମକର :-

ଏ ସପ୍ତାହରେ ବ୍ୟବସାୟରେ ଉନ୍ନତି ଓ ଲାଭ ପ୍ରାପ୍ତି ହେବ। ଆର୍ଥିକକ୍ଷେତ୍ରରେ ପରିବର୍ତ୍ତନ ଆସିବ।  ସରକାରୀକର୍ମଚାରୀ ମାନେ କର୍ମକ୍ଷେତ୍ରରେ ସହକର୍ମୀ ମାନଙ୍କର ସହଯୋଗ ପାଇବେ  ଏବଂ ଉତ୍ତମ କାର୍ଯ୍ୟକରି ପ୍ରଶଂସିତ ହେବେ। କର୍ମସନ୍ଧିତ୍ସୁ ମାନେ ବିଳମ୍ବରେ କର୍ମ ନିଯୁକ୍ତି ପାଇବେ। ପ୍ରେମିକ ଓ ପ୍ରେମିକାମାନେ ପ୍ରେମକ୍ଷେତ୍ରରେ ସଫଳତା ଲାଭକରିବେ। ପାରିବାରିକ ଜୀବନରେ ଦାମ୍ପତ୍ୟସୁଖ ବୃଦ୍ଧିହେବ। ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନରେ ଶୁଭ ଫଳ ପାଇବେ। ନୂତନ ବନ୍ଧୁମିଳନ ହେତୁ ମନଖୁସୀ ରହିବ। ଦୂରଯାତ୍ରାର ସୁଯୋଗ ପାଇ ସଫଳତା ମିଳିବ। ପରିବାରରେ ଶାନ୍ତି ବିରାଜମାନ କରିବ। ରାଜନୈତିକ କ୍ଷେତ୍ରରେ ପ୍ରତିଷ୍ଠିତ ହେବା  ପାଇଁ କରିଥିବା ଯୋଜନା ସଫଳ ହୋଇପାରିବ। ଅନେକ କ୍ଷେତ୍ରରେ ପୂର୍ବ ଯୋଜନା ସଫଳତା ଏବଂ ଏମିତି କାର୍ଯ୍ୟ କରିବେ ଯାହାକି ଭବିଷ୍ୟତ ଆକାଂକ୍ଷାକୁ ପୂର୍ଣ୍ଣ କରିବ। ପ୍ରତିକାର:- ମାଦକଦ୍ରବ୍ୟ ବ୍ୟବହାର କରନ୍ତୁନାହିଁ।

କୁମ୍ଭ :-

ଏ ସପ୍ତାହରେ ବ୍ୟବସାୟରେ ଉନ୍ନତି ଓ ଲାଭ ପ୍ରାପ୍ତି ହେବ। ଆର୍ଥିକକ୍ଷେତ୍ରରେ ପରିବର୍ତ୍ତନ ଆସିବ।  ସରକାରୀକର୍ମଚାରୀ ମାନେ କର୍ମକ୍ଷେତ୍ରରେ ସହକର୍ମୀ ମାନଙ୍କର ସହଯୋଗ ପାଇବେ  ଏବଂ ଉତ୍ତମ କାର୍ଯ୍ୟକରି ପ୍ରଶଂସିତ ହେବେ। କର୍ମସନ୍ଧିତ୍ସୁ ମାନେ ବିଳମ୍ବରେ କର୍ମ ନିଯୁକ୍ତି ପାଇବେ। ପ୍ରେମିକ ଓ ପ୍ରେମିକାମାନେ ପ୍ରେମକ୍ଷେତ୍ରରେ ସଫଳତା ଲାଭକରିବେ। ପାରିବାରିକ ଜୀବନରେ ଦାମ୍ପତ୍ୟସୁଖ ବୃଦ୍ଧିହେବ। ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନରେ ଶୁଭ ଫଳ ପାଇବେ। ନୂତନ ବନ୍ଧୁମିଳନ ହେତୁ ମନଖୁସୀ ରହିବ। ଦୂରଯାତ୍ରାର ସୁଯୋଗ ପାଇ ସଫଳତା ମିଳିବ। ପରିବାରରେ ଶାନ୍ତି ବିରାଜମାନ କରିବ। ରାଜନୈତିକ କ୍ଷେତ୍ରରେ ପ୍ରତିଷ୍ଠିତ ହେବା  ପାଇଁ କରିଥିବା ଯୋଜନା ସଫଳ ହୋଇପାରିବ। ଅନେକ କ୍ଷେତ୍ରରେ ପୂର୍ବ ଯୋଜନା ସଫଳତା ଏବଂ ଏମିତି କାର୍ଯ୍ୟ କରିବେ ଯାହାକି ଭବିଷ୍ୟତ ଆକାଂକ୍ଷାକୁ ପୂର୍ଣ୍ଣ କରିବ। ପ୍ରତିକାର:- ମାଦକଦ୍ରବ୍ୟ ବ୍ୟବହାର କରନ୍ତୁନାହିଁ।

ମୀନ :-

ଏ ସପ୍ତାହରେ କଳକାରଖାନା ଓ ଶିଳ୍ପ ପ୍ରଭୃତିର ମାଲିକମାନେ ଏବଂ କଣ୍ଟ୍ରାକ୍ଟରମାନେ ଆନନ୍ଦିତହେବେ। ଆମୋଦ-ପ୍ରମୋଦ, କ୍ରିଡା, ଆଡମ୍ବରରେ ଆଗ୍ରହ ବଢିବ। ମହିଳାମାନେ ଅଧିକ ଭାଗ୍ୟବାଦିନୀ ହୋଇ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ। ଅତ୍ୟଧିକ କଠିନ ପରିଶ୍ରମ କରିବା ଫଳରେ ବ୍ୟବସାୟରେ ଅର୍ଥ ପ୍ରାପ୍ତିର ସୁଯୋଗ ଆସିବ। ଚାକିରିଜୀବୀମାନେ ଗୁପ୍ତଶତୃଙ୍କ ଚକ୍ରାନ୍ତରେ ପଡ଼ିଲେ ମଧ୍ୟ  ନିଜର ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନ ବୃଦ୍ଧି ହେବ। ଶିକ୍ଷାକ୍ଷେତ୍ରରେ ସଫଳତା ଲାଭ କରିବେ। ଶରୀର ସୁସ୍ଥ ରହିବ। ପରିବାରରେ ଶାନ୍ତିର ବାତାବରଣ ଦେଖା ଦେବ। ପ୍ରତିଯୋଗିତା ପରୀକ୍ଷା ରେ ସଫଳ ହେବେ। ବାଧା ବନ୍ଧନ ନମାନି  ଆଗେଇ ଯିବାର ସୁଯୋଗ ପାଇବେ। ପଦ ପଦବୀରେ ଅଧିଷ୍ଠିତ ହେବେ। ସ୍ଥଳ ବିଶେଷରେ ଦୂରସ୍ଥାନବାସ ଯୋଜନା ମନ ମଧ୍ୟରେ ଉଙ୍କି ମାରିବ । ବନ୍ଧୁମାନେ ଈର୍ଷାପରାୟଣ ହେବେ। କୋର୍ଟ କଚେରୀ ମାମଲାରେ ହାତେମାପି ଚାଖଣ୍ଡେ ଚାଲିବା ବିଧେୟ।   ପ୍ରତିକାର- ଶିବମନ୍ଦିରରେ କଞ୍ଚାକ୍ଷୀର ଢାଳି ପାଦୁକ ପାନ କରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!