ଦୈନିକ ରାଶିଫଳ: ୨ ଅପ୍ରେଲ ୨୦୧୯, ମା ମଙ୍ଗଳାଙ୍କ କୃପାରୁ ଆଜି ଏହି ସବୁ ରାଶିର ଭାଗ୍ୟରେ ହେବ ଉନ୍ନତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ଦୈନିକ ରାଶିଫଳ: ୨ ଅପ୍ରେଲ ୨୦୧୯

ମେଷ:-

ବ୍ୟବସାୟ କ୍ଷେତ୍ରରେ ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ହେବ। କୌଣସି ନୂତନ ବ୍ୟକ୍ତିଙ୍କ ସହିତ ଭେଟ ହେବାଫଳରେ ସୁଖ ସମୃଦ୍ଧି ବୃଦ୍ଧି ହେବ। ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ। ସନ୍ତାନ ସନ୍ତତି ମାନଙ୍କରଶୁଭ ଖବର ପାଇ ଖୁସିହେବେ। ରାଜନୀତି କ୍ଷେତ୍ରରେ ନିଜର ପ୍ରତିଷ୍ଠା ଓ ସୁନାମ ବଢିବ। ଆୟ ମଧ୍ୟ ଉତ୍ତମ ହେବ। ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। କର୍ମ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ କରିବା ଦ୍ଵାରା ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ। ସମାଧାନ:- ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

କୌଣସି ନୂତନ କର୍ମ କରିବାକୁ ଚାହୁଁଥିଲେ ସେଥିରେ ବିଜୟୀ ହେବେ। ପାର୍ଟି ବା ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବାପାଇଁ ଆଲୋଚନା କରିବେ। ରାଜନୀତି କ୍ଷେତ୍ରରେ ଗସ୍ତ କାର୍ଯ୍ୟକ୍ରମରେ ବହୁ ସମୟ ବାହାରେ କଟାଇବାକୁ ବାଧ୍ୟ ହେବେ ଓ କଳବଳ ଖଟାଇ ନିଜର ସ୍ଥାନକୁ କୌଣସିମତେ ଦୃଢ ରଖି ପାରିବେ। ମହିଳାମାନଙ୍କର ପାରିବାରିକ ଜୀବନ ସୁଖମୟ ହେବ। ବ୍ୟବସାୟ କ୍ଷେତ୍ରରେ ତୈଳବୀଜ ଓ ରବି ଫସଲ ବ୍ୟବସାୟରେ ବେଶ୍ ଲାଭବାନ ହେବେ। ସମାଧାନ:-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମିଥୁନ:-

ବ୍ୟବସାୟ କ୍ଷେତ୍ରରେ ଭିନ୍ନ ରାସ୍ତାରେ ଆୟବୃଦ୍ଧିର ଯୋଜନା କରିବେ। ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ। ଆର୍ଥିକସ୍ଥିତି ସୁଧୁରିବା ସହ ଯଥେଷ୍ଟ ଆର୍ଥିକ ଉନ୍ନତି ଘଟିବ। ମହିଳାମାନେ ସନ୍ତାନବତ୍ସଳା, ସ୍ନେହମମତାପୂର୍ଣ୍ଣା ଓ ପତିପ୍ରିୟା ହେବେ। ଦାମ୍ପତ୍ୟ କଳହ ମେଣ୍ଟିଯାଇ ପାରିବାରିକ କ୍ଷେତ୍ରରେ ଶାନ୍ତି ପାଇବେ। କର୍ମ ବ୍ୟସ୍ତତାକୁ ନେଇ ଭ୍ରମଣ କରିବାକୁ ପଡିବ। ପ୍ରତେକ କ୍ଷେତ୍ରରେ ମାନସିକସ୍ଥିତି ସୁଦୃଢ ରହିବ। ରାଜନୀତିରେ ଲୋକସମର୍ଥନ ପ୍ରଚୁର ମିଳିବାଫଳରେ ପ୍ରଶଂସିତ ହେବେ। ପରୀକ୍ଷା ପ୍ରତିଯୋଗିତା କ୍ଷେତ୍ରରେ ବିଜୟୀ ହେବେ। ସମାଧାନ:-ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ।

କର୍କଟ:-

ସନ୍ତାନଙ୍କର କୌଣସି ମହତ୍ଵପୂର୍ଣ୍ଣ କାମ ସମ୍ପର୍ଣ୍ଣକରି ଆନନ୍ଦିତ ହେବେ। ସମ୍ପତ୍ତି ସମ୍ବନ୍ଧିୟ ମାମଲାରେ ବିଜୟ ହେବ। ଗୁରୁଜନ ଓ ବୃଦ୍ଧଜନଙ୍କ ସେବା କରି ଅନେକ ଆଶୀର୍ବାଦ ପାଇବେ। ପାରିବାରିକ କ୍ଷେତ୍ରରେ ଅସନ୍ତୋଷ, କ୍ଷୋଭ ଓ ଅବଶୋଷ ଦୂରେଇ ଯିବ। ବ୍ୟାପାର ଓ କାରବାରରେ ସୁଧାର ଆସିବ। ମହିଳାମାନେ ସ୍ଵାର୍ଥକୁ କେନ୍ଦ୍ରକରି ସୁବର୍ଣ୍ଣ ସୁଯୋଗକୁ ହାତଛଡା କରିବେ ନାହିଁ। ନିଜର ପ୍ରଭାବ ଓ ପରାକ୍ରମ ବୃଦ୍ଧି ପାଇବା ସହ ସାମାଜିକ ପତିଆରା ଅମଳିନ ରହିବ। ରାଜନୀତି କ୍ଷେତ୍ରରେ ଏକବୁଝା ପ୍ରକୃତି ନିମନ୍ତେ ଆପଣା ଲୋକଙ୍କୁ ଉପେକ୍ଷା କରି ନିଜେ ଅବାଞ୍ଛିତ ହୋଇ ପାରନ୍ତି। ସମାଧାନ:-ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

ସିଂହ:-

ବ୍ୟବସାୟୀମାନେ ସ୍ଥଳବିଶେଷରେ ବିନା ପରିଶ୍ରମରେ ଅଧିକ ଲାଭବାନ ହେବେ। ପାରିବାରିକ ଜୀବନରେ ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ ଓ ସ୍ୱାସ୍ଥ୍ୟ ଭଲ ରହିବ। ମହିଳାମାନେ ସମାଜ ସେବା ଓ ରାଜନୀତିରେ ସ୍ଵନାମ ଅର୍ଜନ କରି ପାରିବେ ଏବଂ ସନ୍ତାନ ସନ୍ତତିଙ୍କ ତରଫରୁ ଆଶାବାଦୀ ହେବେ। ରାଜନୀତିରେ ପରିଶ୍ରମ ଓ ମେହନତର ଶୁଭ ପରିଣାମ ମିଳିବା ଯୋଗେ ଚିତ୍ତପ୍ରସନ୍ନ ଓ କାର୍ଯ୍ୟ ସିଦ୍ଧି ହେବ। ଅଚାନକ ଭାବରେ ଧନ ପ୍ରାପ୍ତି କରିବାର ସୁଯୋଗ ମିଳିବ। ସ୍ୱାସ୍ଥ୍ୟ ଦିଗରୁ ଆଶ୍ଵସ୍ତି ଲାଭ କରିବେ। ପ୍ରତିଦ୍ୱନ୍ଦିତା ପରୀକ୍ଷା ରେ ସଫଳତା ଲାଭ କରିବେ। ସମାଧାନ:- ନିଶାଦ୍ରବ୍ୟ ଓ ଆମିଷ ସେବନ କରନ୍ତୁ ନାହିଁ।

କନ୍ୟା:-

ପାରିବାରିକ ସ୍ତରରେ ଶାନ୍ତି ଶୃଙ୍ଖଳା ସହ ଦାମ୍ପତ୍ୟ ଜୀବନରେ କୁହୁଳା ଅଶାନ୍ତି ଦୂରେଇ ଯିବ। ଆଇନ ଅଦାଲତ କ୍ଷେତ୍ରରେ ରହିଥିବା ସମସ୍ୟା ସମାଧାନ ହୋଇଯିବ। ସାହିତ୍ୟ, ସାମ୍ବାଦିକ, ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ। ଜଗାଜମି, ଗୃହ ଉପକରଣ କ୍ରୟ କରିବେ। କର୍ମ କ୍ଷେତ୍ରରେ କୌଣସି ଅସୁବିଧା ହେବ ନାହିଁ। ରାଜନୀତିରେ ସଙ୍କଟ ଜନକ ପରିସ୍ଥିତିର ଅବସାନ ଘଟିବ। ପଢାପଢିରେ ମାନସିକ ଶାନ୍ତି ମିଳିବ। ଋଣପ୍ରାପ୍ତି ଓ ଋଣମୁକ୍ତର ରାସ୍ତା ପରିଷ୍କାର  ହେବ। ବ୍ୟବସାୟରେ ଲାଭ ପାଇ ମନର ଅଶାନ୍ତି ଦୂରହେବ। ସମାଧାନ:- ଷଣ୍ଢକୁ କିଛି ଖାଇବାକୁ ଦିଅନ୍ତୁ।

ତୁଳା:-

ମନ ଓ ଶରୀର ଭଲ ରହିବ। କୃଷି ଓ ବାଣିଜ୍ୟରେ ବ୍ୟୟ ଅପେକ୍ଷା ଆୟ ଅଧିକ ହେବ। ବିଦେଶ ଯାତ୍ରାରେ ସଫଳ ହେବେ। ବନ୍ଧୁମାନଙ୍କ ସାହାଯ୍ୟ ପାଇ ପାରିବାରିକ ତିକ୍ତତାର ସମାପ୍ତି ହେବ। ବିଦ୍ୟା କ୍ଷେତ୍ରରେ ଯଶ ପ୍ରାପ୍ତି ହେବ। ଅଚାନକ ଭାବରେ କୌଣସି ସୁସମ୍ବାଦ ଶୁଣିବେ। ସନ୍ତାନ ସନ୍ତତିଙ୍କ ତରଫରୁ ଆଶାବାଦୀ ହେବେ। କେତେକ କ୍ଷେତ୍ରରେ ଉଚ୍ଚାକାଂକ୍ଷ। ପୂର୍ତ୍ତି ନିମନ୍ତେ କଠିନ ପରିଶ୍ରମ କରିବାକୁ ପଡିବ। ବନ୍ଧୁ ମିତ୍ରମାନଙ୍କର ଓ ବରିଷ୍ଠ କର୍ମୀଙ୍କ ପ୍ରିୟପାତ୍ର ହେବେ। ବ୍ୟବସାୟୀମାନଙ୍କର ଲାଭ ଅଧିକ ହେବା ଫଳରେ ମନ ଖୁସି ରହିବ। ସମାଧାନ:- ଗାଈକୁ କିଛି ଖୁଆନ୍ତୁ।

ବିଚ୍ଛା:-

ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ। ପରିବହନରେ ବିଶେଷ ଲାଭବାନ ହେବେ। ପ୍ରେମ-ପ୍ରସଙ୍ଗ ଓ ଗୁପ୍ତ ସମ୍ପର୍କକୁ ବନ୍ଧୁମାନେ ବାହାରକୁ ପ୍ରକାଶ କରିପାରନ୍ତି। ରାଜନୀତିରେ ଲୋକ ସମର୍ଥନକୁ ଆଧାର କରି ବଳୀୟାନ ହେବେ। ବ୍ୟବସାୟ ପାଇଁ ଦୂରଯାତ୍ରା କରି ମନ ଖୁସି ରହିବ। ସନ୍ତାନମାନଙ୍କ ଉନ୍ନତି ପାଇଁ ଆନନ୍ଦିତ ହେବେ। ମନରେ ଭୟ ଆଶଙ୍କା, ଶାରୀରିକ ଅସୁସ୍ଥତା ଦୂରେଇଯିବ। କର୍ମ କ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ ଓ ଶୁଭ ସୂଚନା ମଧ୍ୟ ପାଇବେ। ସମାଧାନ:- ନିଶାଦ୍ରବ୍ୟ ଓ ଆମିଷ ସେବନ କରନ୍ତୁ ନାହିଁ।

ଧନୁ:-

ସନ୍ତାନ ସନ୍ତତିଙ୍କ ଦିଗରୁ ଶୁଭ ସମ୍ବାଦପାଇ ଖୁସିହେବେ। ପ୍ରତେକ କ୍ଷେତ୍ରରେ ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ। ମହିଳାମାନେ ନିଜର ଇଚ୍ଛା ବିରୋଧରେ କୌଣସି କାର୍ଯ୍ୟ କରିବା ଅନୁଚିତ୍। କର୍ମକ୍ଷେତ୍ରରେ ପଦୋନ୍ନତି ଓ ବନ୍ଧୁ ଲାଭ ହୋଇପାରେ। ବ୍ୟବସାୟରେ ସଫଳତା ପୂର୍ବକ ସମସ୍ୟାର ସମାଧାନ ହେବ। ମାଲିମୋକଦ୍ଦମାରେ ସଫଳତା ମିଳିବ। ସେୟାର ବଜାରରେ ମୁନାଫା ମିଳିବ ଓ ପୁରୁଣା ନିବେଶ ଲାଭ ଦେବ। ସଂମ୍ପତ୍ତି ସମ୍ବନ୍ଧିୟ ମାମଲା କାହାର ମଧ୍ୟସ୍ଥତା ଦ୍ଵାରା ଦୂର ହେବ। ବନ୍ଧୁ ମିତ୍ରଙ୍କ ଆଗମନ ହେବ। ସମାଧାନ:- ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ।

ମକର:-

ବାଦ-ବିବାଦ, ପରୀକ୍ଷା, ପ୍ରତିଯୋଗୀତା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ପଡା-ପଡୋଶୀ ବନ୍ଧୁ ମିତ୍ରଙ୍କ ବ୍ୟବହାରରେ ମନ ଶାନ୍ତ ହେବ। କୌଣସି ଗୁରୁତ୍ୱପୂର୍ଣ୍ଣ ନିସ୍ପତି ନେଇ ପାରନ୍ତି। କଳା, ସାହିତ୍ୟ, କ୍ରିଡା, ଚଳଚିତ୍ର, ଶିଳ୍ପ, ବାଣିଜ୍ୟ ଓ ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ଖେଳ, କୁଦ ଓ ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ। ଶତୃ ପରାଜିତ ହେବେ ଓ ଶାରିରୀକ ଅସୁସ୍ଥତା ଦୂରହେବ। ହାତକୁ ନେଇଥିବା କାର୍ଯ୍ୟପାଇଁ କଠିନ ପରିଶ୍ରମ କରିବେ। ଶୁଭକାମ କରି ପ୍ରଶଂସିତ ହେବେ। କର୍ମକ୍ଷେତ୍ରରେ ସହଯୋଗ ପାଇ ମନ ଖୁସୀ ରହିବ। ସମାଧାନ:- କୁକୁରକୁ ଖାଇବାକୁ ଦିଅନ୍ତୁ।

କୁମ୍ଭ:-

ସାହିତ୍ୟଚର୍ଚ୍ଚା, ସଭାସମିତିରେ ସଫଳତା ମିଳିବ। ବ୍ୟବସାୟୀମାନେ ପ୍ରଚୁର ଲାଭ ପାଇବେ। ଶତୃ  ପରାଜିତ ହେବେ ଓ ଶାରିରୀକ ଅସୁସ୍ଥତା ଦୂରହେବ। ଦାମ୍ପତ୍ୟ କଳହ ମେଣ୍ଟିଯାଇ ପାରିବାରିକ କ୍ଷେତ୍ରରେ ଶାନ୍ତି ପାଇବେ। ପ୍ରତିଦ୍ଵନ୍ଦିତାରେ ସଫଳ, ରାଜନୀତି କ୍ଷେତ୍ରରେ ଉଚ୍ଚପ୍ରଶଂସିତ ହେବା ସହ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ। ବିଦ୍ୟାର୍ଥୀମାନେ ପ୍ରତିଯୋଗୀତା ପରୀକ୍ଷାରେ ଆଶାତୀତ ନମ୍ବର ରଖି ପ୍ରଶଂସିତ ହେବେ। ଅପେକ୍ଷା କରିଥିବା କାର୍ଯ୍ୟଟି ପୂରଣ କରିବା ପାଇଁ ସକ୍ଷମ ହେବେ। ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ। ସମାଧାନ:- ଲାଲ୍ ରଙ୍ଗର ବସ୍ତ୍ର ପରିଧାନ କରନ୍ତୁ।

ମୀନ:-

ପରିବାର ବା କୌଣସି ବନ୍ଧୁଙ୍କ ଦ୍ଵାରା ଶୁଭ ସମାଚାର ଶୁଣିବେ। କମିଶନ ସମ୍ବନ୍ଧିତ କାର୍ଯ୍ୟରେ ପ୍ରଚୁର ଲାଭ ମିଳିବ। ଶତ୍ରୁ ବା ବିରୋଧୀ କିଛି କ୍ଷତି କରିପାରିବେ ନାହିଁ। ମହିଳାମାନେ ଗୃହସମସ୍ୟାକୁ ସମାଧାନ କରି ଧନ ସମ୍ପତିକୁ ଆୟତ୍ତ କରି ପାରିବେ। ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ। ରାଜନୀତି କ୍ଷେତ୍ରରେ କାହାରି ପାଖରେ ମୁଣ୍ଡ ନଇଁବ ନାହିଁ, ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିପାରିବେ। ବ୍ୟବସାୟୀମାନେ ଉତ୍ତମ ରୋଜଗାର କରିପାରିବେ। ଟଙ୍କାର ଆବଶ୍ୟକତା ପୂରଣ ହେବ। ନାନା ବାଟରେ ଧନାଗମ ଘଟିପାରେ । ସମାଧାନ:-ଷଣ୍ଢକୁ ଖାଇବାକୁ ଦିଅନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!