ଦୈନିକ ରାଶିଫଳ: 2 ଏପ୍ରିଲ 2021, ମା’ ସନ୍ତୋଷୀଙ୍କ କୃପାରୁ ଆଜି ଏହି ରାଶି ବ୍ୟକ୍ତିଙ୍କୁ ମିଳିବ ଆର୍ଥିକ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୧ ମସିହା, ଅପ୍ରେଲମାସ ୨ତାରିଖ, ଶୁକ୍ରବାର, ମୀନମାସ ୨୦ଦିନ, ଚୈତ୍ରମାସ, କୃଷ୍ଣପକ୍ଷ, ପଞ୍ଚମୀତିଥି, ସକାଳ ୮ଟା ୧୫ମିନିଟ୍ ଗତେ ଷଷ୍ଠୀତିଥି, ଜ୍ୟେଷ୍ଠା ନକ୍ଷତ୍ର, ବିଛାରାଶିରେ ଚନ୍ଦ୍ର । ବିଛା, ଧନୁ, ମୀନ ରାଶିର ଘାତବାର । ବେଲ, ପଣସ ନ ଖାଇଲେ ଭଲ, ସକାଳ ୮ଟା ୧୫ମିନିଟ୍ ପରେ ପିତା ଦ୍ରବ୍ୟ ନ ଖାଇଲେ ଭଲ । ଶୁଭସମୟ- ପ୍ରାତଃ ୫ଟା ୪୪ମିନିଟ୍ ରୁ ୬ଟା ୩୧ମିନିଟ୍, ସକାଳ ୭ଟା ୨୨ମିନିଟ୍ ରୁ ୮ଟା ୪୫ମିନିଟ୍, ଦିବା ୧୨ଟା ୧୫ମିନିଟ୍ ରୁ ୨ଟା ୪୦ମିନିଟ୍, ଦିବା ୪ଟା ୨୦ମିନିଟ୍ ରୁ ୫ଟା ୫୬ମିନିଟ୍, ସନ୍ଧ୍ୟା ୭ଟା ୩୨ମିନିଟ୍ ରୁ ରାତ୍ର ୮ଟା ୫୨ମିନିଟ୍ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ସମ୍ମାନର ସହିତ ଦିନଚର୍ଯ୍ୟା କରି ସୁଖେ ଦୁଃଖେ ଚଳିବାରେ ବାଧା ଉପୁଜିବ ନାହିଁ । ପରିଚିତ ଲୋକଙ୍କଠାରୁ ଅଧିକ ଲାଭ ମିଳିବ କିନ୍ତୁ ସଞ୍ଚୟ କମ୍ ହେବ । ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ । ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତାରେ ଜୟଯୁକ୍ତ ହେବେ । କର୍ମକ୍ଷେତ୍ରରେ ଅଧିନସ୍ଥ କର୍ମଚାରୀ ଓ ଅନ୍ୟର ଉପକାର କରି ନିଜେ କ୍ଷତିରେ ପଡିବେ । ଶିକ୍ଷା କ୍ଷେତ୍ରରେ ଅମନଯୋଗୀ, ଅଯଥାରେ ଶତୃବୃଦ୍ଧି, ଆର୍ଥିକ କ୍ଷେତ୍ରରେ ବିଫଳତା ଦେଖା ଦେଇ ପାରେ ।

ବୃଷ:-

ସମାଜ ସେବା ଓ ରାଜନୀତିରେ ସ୍ଵନାମ ଅର୍ଜନ କରିପାରିବେ । ସ୍ଵାସ୍ଥ୍ୟରେ ଉନ୍ନତି, ମାନସିକ ସ୍ଥିରତା, ଧୈର୍ଯ୍ୟ ଓ ବୁଦ୍ଧିବଳରେ ନିଜର କାର୍ଯ୍ୟ ହାସଲ କରିପାରିବେ । ପାରିବାରିକ ସ୍ତରରେ ଶାନ୍ତି ଶୃଙ୍ଖଳା ବଜାୟ ରହିବ । କଳେବଳେ କୌଶଳରେ ଅର୍ଥ ସଂଗ୍ରହ ଅଭିଯାନ କରି ସଫଳତା ପାଇବେ । ରାଜନୀତି କ୍ଷେତ୍ରରେ ସଫଳତା ଏବଂ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢେଇବ । ବ୍ୟବସାୟ କ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

ମିଥୁନ:-

ସନ୍ତାନ ସମ୍ବନ୍ଧୀୟ ଆଶା କରୁଥିବା ଖବର ପାଇ ଖୁସୀ ହୋଇ ଯିବେ । ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେସ କରିବେ । କର୍ମକ୍ଷେତ୍ରରେ ସୁଯୋଗ ହାତଛଡା ହେବାର ନାହିଁ । ପ୍ରବାସରେ ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତି କର ହେବ । ପାରିବାରିକ ସମସ୍ୟା ଗୁଡ଼ିକୁ ସୁଧାରି ନେବା ଉଚିତ୍ । ବନ୍ଧୁ ବାନ୍ଧବଙ୍କଦ୍ଵାରା ସମସ୍ୟାର ସମାଧାନ ହୋଇ ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ । ଶୁଭ ସମ୍ବାଦ ପାଇ ନୂତନ କାର୍ଯ୍ୟ ପାଇଁ ଆୟୋଜନ କରିବେ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

କର୍କଟ:-

କର୍ମକ୍ଷେତ୍ରରେ ବିନୟପୂର୍ଣ୍ଣ କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ । ନୂତନ ଲୋକଙ୍କସହ ବନ୍ଧୁତ୍ୱ ସ୍ଥାପନ ହେବ । ବ୍ୟବସାୟୀ ମାନଙ୍କର ଉଧାର ଦେଇଥିବା ଟଙ୍କା ମିଳିଯିବ । ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତାରେ କୃତକାର୍ଯ୍ୟ ହେବେ । ରାଜନୀତି କ୍ଷେତ୍ରରେ କୂଟନୀତିର ପ୍ଲାନ୍ ଚଳାଇ ସ୍ଥାନ ଓ ସ୍ଥିତିଅଟଳ ରଖି ପାରିବେ । ଛାତ୍ର-ଛାତ୍ରୀମାନେ ସାକ୍ଷାତକାର ପାଇଁ ଦୂରଯାତ୍ରା କରିବେ । ଦାମ୍ପତ୍ୟ ସୁଖରେ ବାଧା ଆସିପାରେ । ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ ।

ସିଂହ:-

ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ । ବାଦବିବାଦ, ମାଲିମକଦ୍ଦମା, ପ୍ରତିଯୋଗିତାପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବା ସହ ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ । ପ୍ରେମିକ ପ୍ରେମିକାମାନେ ପ୍ରେମକ୍ଷେତ୍ରରେ ସଫଳ ହେବେ । ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ ।

କନ୍ୟା:-

ଶତୃମାନେ ପରାଜିତ ହେବା ସହ ଶାରିରୀକ ଅସୁସ୍ଥତା ଦୂରହେବ । ମାଲିମୋକଦ୍ଦମାରେ ସମସ୍ୟା ସମାଧାନର ବାଟ ଖୋଲିଯିବ । ରାଜନୀତି କ୍ଷେତ୍ରରେ ଦକ୍ଷତାକୁ କେନ୍ଦ୍ରକରି ଉଚ୍ଚମାନ୍ୟତାରେ ବୃଦ୍ଧିହେବ । ପଡିରହିଥିବା କାର୍ଯ୍ୟକୁ ପୂର୍ଣ୍ଣକରିବାର ଦୃଢ଼ତା ଆସିବ । ଲୋକ ସମ୍ପର୍କରେ ଉନ୍ନତି ହେବା ଫଳରେ ଉତ୍ସାହ ବୃଦ୍ଧି ଘଟିବା ସହ ମାନ, ସମ୍ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ । ବ୍ୟବସାୟ ପାଇଁ ଆଖ ପାଖକୁ ଯାତ୍ରା କରି ସୁଖ ଅନୁଭବ କରିବେ ଓ ନୂତନ ଦ୍ରବ୍ୟ କ୍ରୟ କରିବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ତୁଳା:-

ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ ହେଲେ ଆଗେଇ ନବା ଉଚିତ୍ । ବ୍ୟବସାୟ ସମ୍ବନ୍ଧିତ ଯାତ୍ରା କରିବାକୁ ପଡିବ । ଅନେକ ସମସ୍ୟାର ସମାଧାନ ହୋଇ ପରିବାରରେ ହସ ଖୁସିରେ ବାତାବରଣ ଖେଳିଯିବ । ରାଜନୀତି କ୍ଷେତ୍ରରେ ଧୈର୍ଯ୍ୟ ଓ ସଂଯମ ରଖିବା ଆବଶ୍ୟକ ଅଟେ । ଛାତ୍ର-ଛାତ୍ରୀମାନେ ଦୁଃଖୀ ଲୋକଙ୍କୁ ସାହାଯ୍ୟ କରିବେ । ଭାବନାର ବଶୀଭୂତ ହୋଇ ଅମିନୀ, ଜାମିନି, ମଧ୍ୟସ୍ଥତା ଠିକ୍ ହେବ ନାହିଁ । ପ୍ରତିକାର-ନିଶାଦ୍ରବ୍ୟ ସେବନ କରନ୍ତୁ ନାହିଁ ।

ବିଚ୍ଛା:-

ପାରିବାରିକ ଜୀବନ ସୁଖରେ କାଟିବେ । ନିଜର ଇଛା ପୂରଣ ପାଇଁ କୌଣସି କର୍ମକରି ପ୍ରଶଂସା ପାଇବେ । ଶତୃମାନେ ଦୂରେଇ ଯିବେ । କମିଶନ କାର୍ଯ୍ୟରେ ଲାଭ ହେବାର ସମ୍ଭାବନା ଅଛି । ବ୍ୟବସାୟରେ ଆର୍ଥିକ ଉନ୍ନତି ସହ ବାଦବିବାଦ, ମାଲିମୋକଦ୍ଦମା ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ବିଜୟୀ ହେବେ । ଅର୍ଥକୁ ଭଗବାନ ଜ୍ଞାନ କରି ବିବାଦମାନ ପରିସ୍ଥିତିର ବି ସମ୍ମୁଖୀନ ହେବାକୁ ପଡିପାରେ । ଗୃହରେ ଧାର୍ମିକ କାର୍ଯ୍ୟରେ ଧନ ବ୍ୟୟହେବ । ପ୍ରତିକାର:- ଆମ୍ବଗଛ ମୂଳରେ ଗୁଡ଼ଟିକେ ଥୋଇ ଦିଅନ୍ତୁ ।

ଧନୁ:-

କର୍ମକ୍ଷେତ୍ରର ସମସ୍ୟାକୁ ସମାଧାନ କରି ଉପରିସ୍ଥଙ୍କ ଶ୍ରଦ୍ଧା ଅତୁଟ ରଖିପାରିବେ । କୋର୍ଟ କଚେରୀ ଧନ୍ଦା ମଧ୍ୟରେ ଅସ୍ୱସ୍ତି ମିଳିବ । ଛାତ୍ରଛାତ୍ରୀମାନେ ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଖୁସିହେବେ । ବ୍ୟବସାୟ ସୂତ୍ରରୁ ବହୁତ ଲାଭ ଉଠାଇ ପାରିବେ । ରାଜନୀତିରେ କୂଟନୀତିର ଶୀକାର ହେବା ଫଳରେ ସମାଲୋଚିତ ହୋଇ ଭାବମୂର୍ତ୍ତି କ୍ଷୁର୍ଣ୍ଣ ହେବ । ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳପ୍ରଚଳ ହେବା ଅତ୍ୟନ୍ତ ଜରୁରୀ । ପ୍ରତିକାର- ହନୁମାନ ମନ୍ଦିରରେ ବୁନ୍ଦିଲଡୁ ଭୋଗ କରି ବାଣ୍ଟନ୍ତୁ ।

ମକର:-

ସ୍ୱାସ୍ଥ୍ୟସମସ୍ୟା ସୁଧୁରିଯିବ । ଉଚ୍ଚାଧିକାରୀ, ସହକର୍ମୀ, ଭାଇ ବନ୍ଧୁ ବା କୌଣସି ବିଶିଷ୍ଟ ବ୍ୟକ୍ତିଙ୍କର ସହଯୋଗ ମନୋବଳକୁ ବଢେଇଦେବ । ପରିବାର ବା ଘର ସମ୍ବନ୍ଧୀୟ କୌଣସି ମହତ୍ଵପୂର୍ଣ୍ଣ ସମାଚାର ଶୁଣିବେ । ନୂତନ ଲୋକଙ୍କ ସହିତ ଭେଟ ହେବ । ଅଟକିଥିବା କାର୍ଯ୍ୟ ସମ୍ପନ୍ନ ହେବ । ବହୁତ ଦିନରୁ ଯେଉଁ କାମ ପାଇଁ ଚିନ୍ତା କରୁଥିଲେ ତାହା ଆଜି ଅଳ୍ପ ପ୍ରୟାସରେ ପୂର୍ଣ ହୋଇଯିବ । ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ । ପ୍ରତିକାର- ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ ।

କୁମ୍ଭ:-

ଦୂରଯାତ୍ରା କରିବା ଦ୍ଵାରା ବହୁତ ଲାଭ ମିଳିବ । ନିଜର ନୂଆଲକ୍ଷ ନିର୍ଦ୍ଧାରିତ କରିବେ । ମନ ଲଗାଇ କାର୍ଯ୍ୟ ମଧ୍ୟ କରିବେ । କେତେକ ନୂଆ ସମସ୍ୟାର ସମ୍ମୁଖୀନ ହେଲେବି ନିଜର ବୁଦ୍ଧି, ବିବେକ ଖଟାଇ ସମାଧାନ କରିପାରିବେ । ଆମୋଦ ପ୍ରମୋଦ, ମନୋରଞ୍ଜନ, ଦୀର୍ଘଯାତ୍ରା, ଛୋଟ ବଡ ମିଟିଙ୍ଗୀରେ ଯୋଗ ଦେବେ । ଶିକ୍ଷାକ୍ଷେତ୍ରରେ ଉଚ୍ଚଶ୍ରେଣୀ ପାଇବେ ଏବଂ ଉଚ୍ଚଶିକ୍ଷା ପାଇବାର ସୁଯୋଗ ମଧ୍ୟ ପାଇପାରିବେ । ପ୍ରତିକାର- ନାଲି ରୁମାଲ ଟିଏ ପାଖରେ ରଖନ୍ତୁ ।

ମୀନ:-

ବେମାର, ବୃଦ୍ଧଜନ ଓ ଅଶକ୍ତ ଲୋକଙ୍କୁ ସହଯୋଗ କରିବା ପାଇଁ ହାତ ବଢେଇବେ । ଯେ କୌଣସି ପରୀକ୍ଷା ବା ସାକ୍ଷାତ୍କାରର ପରିଣାମ ଆପଣଙ୍କ ସପକ୍ଷରେ ରହିବ । ଘର ପରିବାରରେ କୌଣସି ଖୁସି ପ୍ରସଙ୍ଗ ଆସିବ । କମିଶନ କାର୍ଯ୍ୟରେ ଲାଭ ହେବାର ସମ୍ଭାବନା ଅଛି । ବ୍ୟବସାୟ କ୍ଷେତ୍ରରେ ଯଶମାନ ପ୍ରତିଷ୍ଠା ମିଳିବ । ଧର୍ମ-କର୍ମରେ ରୁଚି ବୃଦ୍ଧି ହେବ । କୌଣସି ଶୁଭକାର୍ଯ୍ୟ କରିବାକୁ ଆୟୋଜନ ମଧ୍ୟ କରିବେ । ପ୍ରତିକାର:- ଅସହାୟା ମାନଙ୍କୁ ସାହାଯ୍ୟ କରି କିଛି ଦାନ ଦିଅନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 943700674


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!