ଦୈନିକ ରାଶିଫଳ: ୨ ଅଗଷ୍ଟ ୨୦୨୦, ସୂର୍ଯ୍ୟଦେବଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ ଆର୍ଥିକ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୦ ମସିହା, ଅଗଷ୍ଟ ମାସ ୨ ତାରିଖ, ରବିବାର, କର୍କଟ ମାସ ୧୮ ଦିନ, ଶ୍ରାବଣମାସ, ଶୁକ୍ଳପକ୍ଷ, ଚତୁର୍ଦ୍ଦଶୀତିଥି, ପୂର୍ବାଷାଢା ନକ୍ଷତ୍ର, ସକାଳ ୬ଟା ୫୨ମିନିଟ୍ ଗତେ ଉତ୍ତରାଷାଢା ନକ୍ଷତ୍ର, ଧନୁ ରାଶିରେ ଚନ୍ଦ୍ର, ଦିବା ୧୨ଟା ୫୭ମିନିଟ୍ ଗତେ ମକର ରାଶିରେ ଚନ୍ଦ୍ର। ମେଷ ରାଶିର ଘାତବାର। ତୁଳା, କୁମ୍ଭ ରାଶିର ଘାତଚନ୍ଦ୍ର, ଦିବା ୧୨ଟା ୫୭ମିନିଟ୍ ଗତେ ସିଂହ ରାଶିର ଘାତଚନ୍ଦ୍ର। ବିରି, ତୈଳ ନ ଖାଇଲେ ଭଲ। ଶୁଭସମୟ- ପ୍ରାତଃ ୫ଟା ୨୬ମିନିଟ୍ ରୁ ୯ଟା ୪୩ମିନିଟ୍, ଦିବା ୧ଟା ୩୦ମିନିଟ୍ ରୁ ୨ଟା ୧ମିନିଟ୍, ସନ୍ଧ୍ୟା ୭ଟା ୪ମିନିଟ୍ ରୁ ୯ଟା ୧୬ମିନିଟ୍। ପର୍ବଦିନ- ଶିବ ଚତୁର୍ଦ୍ଦଶୀ ଓ ବେଢା ପରିକ୍ରମା।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ଶିକ୍ଷାକ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ। ବ୍ୟବସାୟରେ ପ୍ରତିଦ୍ୱନ୍ଦିତା ସତ୍ଵେ କୃଷିଜାତ ଦ୍ରବ୍ୟ ବ୍ୟବସାୟୀ ମାନେ ପ୍ରଚୁର ଲାଭ କରିବେ। ଘର ପରିବାରରେ ସୁଖଦାୟକ ବାତାବରଣ ଦେଖାଦେବ। ଶ୍ରମ ସାର୍ଥକ ହୋଇ ପୂରାତନ ବନ୍ଧୁମିତ୍ରଙ୍କ ସହଯୋଗ ଅଧିକ ଲାଭଦାୟକ ହେବ। ରାଜନୀତିରେ ଧାଁ ଦଉଡ ଓ ଅଧିକ ସଂଘର୍ଷ କରି ପ୍ରଶଂସିତ ହେବେ। ଯାହାର ବେଶି ଉପକାର କରିଥିବେ ତାହାଦ୍ୱାରା ବେଶି ଆଘାତ ପାଇ ପାରନ୍ତି। ଲୋକମାନଙ୍କ ସହିତ ଜଗିରଖି କଥାବାର୍ତ୍ତା କରିଲେ ବହୁତ ଭଲ ହେବ। ଘରୁ ବାହାରକୁ ବାହାରିବା ଦ୍ଵାରା ହସ ଖୁଶିର ପରିବେଶ ଫିକା ପଡିଯାଇ ପାରେ। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

ବୃଷ:-

କଳା, ସାହିତ୍ୟ, ଚଳଚ୍ଚିତ୍ର ତଥା ସାମାଜିକ କାମରେ ପ୍ରଶଂସା ମିଳିବ। ବ୍ୟବସାୟରେ କର୍ମଚାରୀ ମାନଙ୍କର ସହଯୋଗ ପାଇ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ଆସିବ। ସମସ୍ୟା ସମାଧାନ ପାଇଁ ବନ୍ଧୁଙ୍କ ସାହାଯ୍ୟ ନେଇ ଆଲୋଚନା କ୍ଷେତ୍ରରେ ସୁଫଳ ପାଇବେ। ଆମୋଦ ପ୍ରମୋଦ, ମନୋରଞ୍ଜନ, ନୃତ୍ୟ ଗୀତ, କଳା ସଙ୍ଗୀତ, ମଉଜ ମଜିଲିସ୍ କରିବା ପାଇଁ ସୁଯୋଗ ପାଇବେ। ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ରାଜନୀତି କ୍ଷେତ୍ରରେ ପରିସ୍ଥିତିକୁ ନିଜ ତରଫରେ ନେଇ, ସ୍ଵାର୍ଥସିଦ୍ଧିର ପଥକୁ ପ୍ରଶସ୍ତ କରିବା ଫଳରେ ସାମାଜିକ ଭାବମୂର୍ତ୍ତି ସୁରକ୍ଷା ହେବ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମିଥୁନ:-

ସ୍ୱାସ୍ଥ୍ୟସମସ୍ୟା ଦୂର ହୋଇ ଦୈନିକ କାର୍ଯ୍ୟଗତି ଉତ୍ସାହପୂର୍ଣ୍ଣ ହେବ। ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳ ହେବେ।ଆୟ ଉତ୍ତମ ହେବାରୁ ଧନ ସମ୍ପତିରେ ଘର ହସି ଉଠିବ। ସାମାଜିକ କାର୍ଯ୍ୟରେ ଉତ୍ସାହ ବଢିବ। ଉତ୍ତମ କାର୍ଯ୍ୟ କରି ପ୍ରଶଂସିତ ହେବା ସହ ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ। ଉତ୍ତରାଧିକାରୀ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି। ପରିବାରରେ ଶାନ୍ତିର ବାତାବରଣ ଦେଖା ଦେବ। ରାଜନୀତି କ୍ଷେତ୍ରରେ ମାନସମ୍ମାନ ପ୍ରତିଷ୍ଠା ପ୍ରତିପତ୍ତି ଅକ୍ଷୁର୍ଣ୍ଣ ରହିବ। ବ୍ୟବସାୟରେ କର୍ମଚାରୀ ମାନଙ୍କର ସହଯୋଗ ପାଇ ଉତ୍ସାହ ବଢିବ। ନିର୍ମାଣଧୀନ କାର୍ଯ୍ୟ ସଫଳତା ପୂର୍ବକ ସମ୍ପନ୍ନ ହେବ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

କର୍କଟ:-

ସ୍ୱାସ୍ଥ୍ୟରେ ଉନ୍ନତି ଘଟି ଶରୀର ସୁସ୍ଥ ରହିବ। ଆକସ୍ମିକ ଧନ ପ୍ରାପ୍ତି ହେବ। ସାମାଜିକ କ୍ଷେତ୍ରରେ ମାନସମ୍ମାନ ପଦମର୍ଯ୍ୟାଦା ବୃଦ୍ଧି ପାଇବ। ଯେଉଁ କାର୍ଯ୍ୟ ପାଇଁ ଆପଣ ଲମ୍ବା ସମୟର ପ୍ରୟାସରତ ଥିଲେ ତାହା ଖୁବ୍ ଶୀଘ୍ର ପୂରଣ ହେବ। ସାହିତ୍ୟ, କଳା କ୍ଷେତ୍ରରେ ମଧ୍ୟ ଆକର୍ଷିତ ହେବେ। ବ୍ୟବସାୟରେ ଉନ୍ନତି, ଲାଭ ପ୍ରାପ୍ତି ହେବା ସହ ଆୟବୃଦ୍ଧି ଯୋଗେ ଆନନ୍ଦିତ ହେବେ। ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ କୃତକାର୍ଯ୍ୟ ହୋଇ ଆନନ୍ଦିତ ହେବେ। କର୍ମକ୍ଷେତ୍ରରେ ଉଚ୍ଚପଦାଧିକାରୀଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇ ଉନ୍ନତି କରି ପାରିବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ସିଂହ:-

ସ୍ୱାସ୍ଥ୍ୟ ଦିଗରୁ ମଧ୍ୟମ ଫଳ ପ୍ରାପ୍ତି ହେବ। ବ୍ୟବସାୟ କ୍ଷେତ୍ରରେ ଉତ୍ତମ ରୋଜଗାର କରିପାରିବେ ଓ ଅନେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି। ସନ୍ତାନଙ୍କ ଚିନ୍ତାରେ ମାନସିକ ସ୍ଥିରତା ଦେଖାଦେବ। ନାନାପ୍ରକାର ସୁବିଧା ସୁଯୋଗ ମିଳିବା ସହ ପୁରୁଣା ପ୍ରାପ୍ୟ ମଧ୍ୟ ଆଦାୟ ହୋଇ ପାରେ। ବାସଗୃହ ଓ ଯାନବାହାନ ନେଇ କେତେ ସମସ୍ୟାର ସମାଧାନ ହୋଇ ଯିବ। ବିଦ୍ୟାର୍ଥିଙ୍କର ଉନ୍ନତି ହେବ। ଆମୋଦ ପ୍ରମୋଦ, ମନୋରଞ୍ଜନ, ନୃତ୍ୟଗୀତ, କଳା ସଙ୍ଗୀତ, ମଉଜ ମଜିଲିସ୍, ଆଡମ୍ବରରେ ଉତ୍ସାହିତ ହେବେ। ରାଜନୈତିକ କ୍ଷେତ୍ରରେ ପରିବର୍ତ୍ତନ ଆଣିବାର ଯୋଜନା ପ୍ରସ୍ତୁତ କରିବା ସହ ଉଚିତପନ୍ଥା ଗ୍ରହଣ କରିବେ।  ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

କନ୍ୟା:-

ସାମାଜିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟଦା ବୃଦ୍ଧି ପାଇବ। ଅନେକ କାର୍ଯ୍ୟ ନିଜେ ସମାଧାନ କରିବାକୁ ସାହସ ବାନ୍ଧିବେ। ନିଜର ଯୋଜନା ମୁତାବକ କାମକଲେ କୌଣସି ପ୍ରକାର ଅସୁବିଧା ହେବନାହିଁ। ଗୁରୁତ୍ଵପୂର୍ଣ୍ଣ କାର୍ଯ୍ୟର ଦାୟିତ୍ୱ ନେଇ ପ୍ରଶଂସା ପାଇବେ। ନୂତନ ବନ୍ଧୁମିଳନ ହେତୁ ମନଖୁସୀ ରହିବ। ଗଚ୍ଛିତ ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ। ଶିକ୍ଷା କ୍ଷେତ୍ରରେ ପରିଣାମ ଅନୁକୂଳ ହେବ।ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାରୁ ମନ ଭଲ ରହିବ।  ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

ତୁଳା:-

ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ। ରାଜନୀତିରେ ପ୍ରତିଷ୍ଠା, ପ୍ରତିପତ୍ତି ମାନସମ୍ମାନ ଓ କ୍ଷାତି ବଢିବ। ନିଜର ଚେଷ୍ଟା ଫଳରେ ବହୁତ ଦିନରୁ ବାକି ପଡିଥିବା ଟଙ୍କା ବା ବୁଡି ଯାଉଥିବା ଟଙ୍କା ମିଳି ପାରିବ। ସହଯୋଗୀମାନଙ୍କ ଯୋଗୁଁ ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ। ସ୍ୱାସ୍ଥ୍ୟ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ। କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ପାଇବେ। ବିଭିନ୍ନ ଦିଗରୁ ସାହାଯ୍ୟ ସହଯୋଗ ମିଳିବ। ଘର ଜାଗା ଓ ସମ୍ପତ୍ତି ସମ୍ବନ୍ଧିୟ ମାମଲା କାହାର ମଧ୍ୟସ୍ଥତା ଦ୍ଵାରା ଦୂର ହେବ। ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳିବା ଉଚିତ୍।  ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ବିଚ୍ଛା:-

ସମସ୍ତ କର୍ମ ବହୁତ ସହଜରେ ହିଁ ସମ୍ପନ୍ନ ହେବ। ଉପରିସ୍ଥଙ୍କୁ ଆପଣାର କରି କୃପାଭାଜନ ହେବେ। ଅଧସ୍ତନ କର୍ମୀ ଓ ନିମ୍ନବର୍ଗଙ୍କ ସୌଜନ୍ୟରୁ ଅନେକ ପ୍ରକାର ଉଲ୍ଲେଖନୀୟ ପରିବର୍ତ୍ତନ ଆସିବ। ପାରିବାରିକ ସମସ୍ୟା ସୁଧାରି ନେବା ଫଳରେ ସୁଖ ସମ୍ପଦ ପ୍ରାପ୍ତି ହେବ। ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ। ବ୍ୟବସାୟ ବାଣିଜ୍ୟ କିମ୍ବା ଯୌଥ ପରିବାର ସମ୍ପର୍କୀୟ କୌଣସି ଘଟଣା ଯୋଗୁ ଖୁସି ରହିବେ। ବନ୍ଧୁଙ୍କୁ ଆପ୍ୟାୟିତ କରିବାରେ ସମର୍ଥ ହେବେ। ରାଜନୀତି କ୍ଷେତ୍ରରେ ସୁସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ଵଳତର କରିବାର ସାମର୍ଥ୍ୟ ବଢିବ। ଶିକ୍ଷାକ୍ଷେତ୍ରରେ ଶୁଭଫଳ ପ୍ରାପ୍ତି ହେବ। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ଧନୁ:-

ସ୍ଵାସ୍ଥ୍ୟର କିଛି ପରିବର୍ତ୍ତନ ଘଟି ଶାରୀରିକ କଷ୍ଟ ଦୂର ହେବ। ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ। ଆର୍ଥିକ ଉନ୍ନତି ଫଳରେ ଚିନ୍ତା କରିଥିବା କାର୍ଯ୍ୟ ଠିକ୍ ସମୟରେ ପୂରଣ ହୋଇ ପାରିବ। ଶିକ୍ଷାକ୍ଷେତ୍ରରେ ସଫଳତା ମିଳିବ। ସମସ୍ୟା ସମାଧାନ ପାଇଁ ବନ୍ଧୁଙ୍କ ସାହାଯ୍ୟ ନେଇ ଆଲୋଚନା କ୍ଷେତ୍ରରେ ସୁଫଳ ପାଇବେ। ସମସ୍ତ ଫଇସଲା ଓ ନିର୍ଣ୍ଣୟ ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ। ସନ୍ତାନଙ୍କ ସମ୍ବନ୍ଧିତ କୌଣସି ମହତ୍ଵପୂର୍ଣ୍ଣ କାମ ହୋଇ ପାରେ। କୌଣସି କାମରେ ବିଶେଷ ଜ୍ଞାନ ହାସିଲ କରିବେ। ବ୍ୟବସାୟ କ୍ଷେତ୍ରରେ ସମସ୍ୟା ଦୂର ହୋଇଯିବା ଫଳରେ ଆଶାତୀତ ଲାଭହେବ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମକର:-

ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ମିଳିବ। ବୃତ୍ତିଗତ କର୍ମକୁ ଅଧିକ ଗୁରୁତ୍ଵ ଦେଇ କର୍ମକ୍ଷେତ୍ରରେ ଉନ୍ନତି ଓ ସମ୍ମାନ ବୃଦ୍ଧି ହେବ। ପାରିବାରିକ ତିକ୍ତତାର ସମସ୍ୟା ଦୂର ହୋଇ ସାଧାରଣ ଚଳଣି ଅତୁଟ ରହିବ। ଶେଷ କରିବାକୁ ଚାହୁଁଥିବା କର୍ମଟି ପୂରଣ ହୋଇଯିବ। ବନ୍ଧୁ, ମିତ୍ର ମାନଙ୍କ ଦ୍ୱାରା ଲାଭବାନ୍ ହେବେ। ରାଜନୀତି କ୍ଷେତ୍ରରେ ଆତ୍ମସନ୍ତୋଷ ଲାଭ ଓ ସାମାଜିକ ଭାବମୂର୍ତ୍ତି ସୁରକ୍ଷା ହେବ।  ଶତୃମାନେ ସତଚେଷ୍ଟା କଲେ ମଧ୍ୟ କୌଣସି କ୍ଷତି କରିପାରିବେ ନାହିଁ। ପରିବାରର କେତେକ ଅକୁହା କଥା ଚିନ୍ତା କରି ଅନ୍ୟମାନଙ୍କୁ ସନ୍ଦେହ ଦୃଷ୍ଟିରେ ଦେଖି ପାରନ୍ତି। ଟଙ୍କ। ପଇସା ପ୍ରତି ଅତ୍ୟନ୍ତ ସତର୍କ ରହିବାକୁ ପଡିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କୁମ୍ଭ:-

ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ। ଆକସ୍ମିକ ଅର୍ଥଲାଭ, ନୂତନ ବନ୍ଧୁଲାଭ, ଅଧାଥିବା କାର୍ଯ୍ୟ ସମ୍ପୂର୍ଣ୍ଣ ହେବ। ବ୍ୟବସାୟରେ ବୁଝି ବିଚାରି କାର୍ଯ୍ୟ କଲେ ସମସ୍ତ କାର୍ଯ୍ୟରେ ସଫଳତା ମିଳିବା ସହ ନୂଆ ସମ୍ପର୍କ ଭବିଷ୍ୟତରେ ଲାଭ ଦାୟକ ହେବ। ସନ୍ତାନମାନଙ୍କର ନୂଆ ସୁଯୋଗ ମିଳିବା ହେତୁ ଉନ୍ନତିର ପଥ ସୁଗମ ହେବ। ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ।  ଛାତ୍ରଛାତ୍ରୀମାନେ ଶିକ୍ଷା କ୍ଷେତ୍ରରେ ମନଯୋଗ ଦେଇ ପ୍ରଶଂସା ପାଇବେ। ସାମ୍ବାଦିକ ମାନେ ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ। ରାଜନୀତିରେ ଲୋକସମର୍ଥନକୁ ଆଧାର କରି ବଳୀୟାନ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମୀନ:-

ସରକାରୀ ସାହାଯ୍ୟ ସହଯୋଗ ହାତଛଡା ହେବାର ନାହିଁ। ପ୍ରଶାସନ, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଉଚ୍ଚ ପ୍ରଶଂସିତ ହେବେ। ସାମାନ୍ୟ ଚେଷ୍ଟାଦ୍ଵାରା ଭୂମି, ଧନ, ଗୋମାତା ପ୍ରାପ୍ତି ହୋଇ ପାରେ। ସମସ୍ତ କାର୍ଯ୍ୟରେ ଶୁଭଫଳ ପ୍ରାପ୍ତି ହେବ। କର୍ମଚାରୀ ଓ ଶ୍ରମିକମାନେ କଠିନ ପରିଶ୍ରମ କରି କାର୍ଯ୍ୟରେ ସଫଳତା ଅର୍ଜନ କରି ଆନନ୍ଦିତ ହେବେ। ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ। ବ୍ୟବସାୟ ବଢାଇବାରେ ସମର୍ଥ ହେବା ସହ ଉଧାର ଦେଇ ଫେରି ପାଇବା ସହଜ ହେବ। ମିତ୍ରଙ୍କ ସାହାଯ୍ୟରେ ବନ୍ଦ ଥିବା କାର୍ଯ୍ୟ ଚାଲୁ କରିବାକୁ ସକ୍ଷମ ହେବେ। ତଳ ମହଲରୁ ଆଶାତୀତ ଲାଭ ପାଇବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 9437006746


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!