ଦୈନିକ ରାଶିଫଳ: ୨ ଡିସେମ୍ବର ୨୦୧୮। ଏହି ରାଶି ମାନଙ୍କର ଖରାପ ସମୟ ହେଲା ଶେଷ, ସୂର୍ଯ୍ୟ ଦେବ କରିବେ ସବୁ ମଙ୍ଗଳ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ଦୈନିକ ରାଶିଫଳ: ୨ ଡିସେମ୍ବର ୨୦୧୮। ଏହି ରାଶି ମାନଙ୍କର ଖରାପ ସମୟ ହେଲା ଶେଷ, ସୂର୍ଯ୍ୟ ଦେବ କରିବେ ସବୁ ମଙ୍ଗଳ

ମେଷ:-

ଅଧିକାରୀ କାମରେ ପ୍ରସନ୍ନ ରହିବେ ଓ ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ହେବ। ପାରିବାରିକ ସୁଖ-ଶାନ୍ତି ବୃଦ୍ଧି ହେବ। ପ୍ରେମ-ପ୍ରସଙ୍ଗରେ ସଫଳତା ମିଳିବ। ମାନସିକ ଶାନ୍ତି ମିଳିବ। ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ। ବ୍ୟାପାର ଓ କାରବାରରେ ସୁଧାର ଆସିବା ଫଳରେ ମନ ଖୁସିହେବ। ବର୍ଚସ୍ଵ ପ୍ରଭାବ ଓ ପରାକ୍ରମ ବଢିବ। ନିଜର ଯୋଗ୍ୟତା, ଦକ୍ଷତା ଓ କ୍ଷମତାର ସଦୁପୋଯୋଗ କରିବା ଫଳରେ ବହୁତ ଲାଭ ମିଳିବ। ଭବିଷ୍ୟତକୁ ଧ୍ୟାନରେ ରଖି ସନ୍ତୁଳିତ ବଜେଟ ତିଆରି କରିବେ। ପ୍ରତିକାର:- ରୁଟି ଦୁଇପଟ ଗାଈକୁ ଖାଇବାକୁ ଦେବେ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ଆଧ୍ୟାତ୍ମିକ ଓ ଧର୍ମ କାର୍ଯ୍ୟରେ ଲିପ୍ତ ରହିବେ। ନୂତନ ବସ୍ତୁ କ୍ରୟ କରିପାରିବେ। ପତିପତ୍ନୀଙ୍କ ସ୍ୱାସ୍ଥ୍ୟ ଭଲ ରହିବ। ପାରିବାରିକ ଓ ଆର୍ଥିକସ୍ଥିତିରେ ସୁଧାର ଆସିବ। ମହିଳାମାନଙ୍କର ବୈଷୟିକ କ୍ଷେତ୍ରରେ ଅଯଥା ଧାଁଦୌଡ ଯୋଗୁ ଧନ, ସମୟ ଓ ଶକ୍ତିର ଅପଚୟ ହେବ। ପିଲାମାନଙ୍କ ପାଠପଢା ନେଇ ବହୁ ଦିଗରୁ ମନୋବଳ ଓ ସାମର୍ଥ୍ୟ ବୃଦ୍ଧି ପାଇବ। ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି  ବେଶ୍ ଆନନ୍ଦ ଅନୁଭବ କରିବେ। ସାଧୁ-ସନ୍ଥ ଓ ଗୁରୁଜନଙ୍କ ଶୁଭାଶୀର୍ବାଦ ପ୍ରାପ୍ତ ହେବ। ସବୁ ଭଲଥିଲେ ମଧ୍ୟ ସ୍ୱାସ୍ଥ୍ୟ ସମସ୍ୟା ଦେଖା ଦେବ। ପ୍ରତିକାର:-ବୃଦ୍ଧ ବୃଦ୍ଧାଙ୍କୁ ସହାୟତା କରନ୍ତୁ।

ମିଥୁନ:-

ପରୀକ୍ଷା ଓ ପ୍ରତିଦ୍ଵନ୍ଦିତାରେ ଉତ୍ତୀର୍ଣ୍ଣ ହେବେ। ମାତା-ପିତା ଓ ଗୁରୁଜନଙ୍କ ଆଶୀର୍ବାଦ ପ୍ରାପ୍ତ ହେବ। କୌଣସି ରୋଚକ ବା ଜ୍ଞାନବର୍ଦ୍ଧକ ସାହିତ୍ୟ ପ୍ରତି ମନ ବଳାଇବେ। ବନ୍ଧୁଙ୍କ ନିମନ୍ତ୍ରଣ ପାଇ ଦୂରଯାତ୍ରା କରିବାକୁ ବାଧ୍ୟ ହେବେ। ପିକନିକ୍, ପାର୍ଟି ଆଦିର ପୋଗ୍ରାମ୍ କରିବେ। ଆତ୍ମକେନ୍ଦ୍ରିତ ହୋଇଯିବେ। ଶତୃ ଓ ବିରୋଧୀମାନେ କୌଣସି କ୍ଷତି କରିପାରିବେ ନାହିଁ।  ବିପତ୍ତି କଟିବା ଫଳରେ ସୁଖ ସୌଭାଗ୍ୟ ବୃଦ୍ଧି ହେବ। ବ୍ୟକ୍ତିଗତ ସୁଖ, ଦୁଃଖ ତଥା ମନର ଭାବ କେହି ଠିକ୍ ଭାବେ ଠଉରେଇ ପାରିବେ ନାହିଁ। ମହିଳାମାନେ ଇନ୍ଦ୍ରିୟପରାୟଣତା ଓ ବିଷୟବାସନା ଉପରେ ଅଧିକ ଗୁରୁତ୍ଵ ଦେବେ। ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।

କର୍କଟ:-

କଳକାରଖାନା ଓ ଶିଳ୍ପ ପ୍ରଭୃତିର ମାଲିକମାନେ ଏବଂ କଣ୍ଟ୍ରାକ୍ଟରମାନେ ଆନନ୍ଦିତହେବେ। ଆମୋଦ-ପ୍ରମୋଦ, କ୍ରିଡା, ଆଡମ୍ବରରେ ଆଗ୍ରହ ବଢିବ। ମହିଳାମାନେ ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ। ପଡୋଶୀ ମାନଙ୍କ ସହ ଶତ୍ରୁତା ମେଣ୍ଟିଯିବ। ବାଦ-ବିବାଦ, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ଶତୃମାନେ ପରାଜିତ ହେବେ। ପାରିବାରିକ କ୍ଷେତ୍ରରେ ସ୍ନେହ ସଦ୍ଭାବ ଦେଖାଦେବ। ନିର୍ମାଣ ମୂଳକ ଯୋଜନାରେ ଆଗେଇପାରିବେ। ରାଜନୀତିରେ ସଫଳତା ମିଳିବ। ପ୍ରତିକାର:-କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।

ସିଂହ:-

ଆୟକୁ ବଢାଇବା ପାଇଁ ବହୁତ ପ୍ରୟାସ କରିବେ, ଶୁଭ ପରିଣାମ ମଧ୍ୟ ସାମ୍ନାକୁ ଆସିବ। ଯୁକ୍ତି-ତର୍କରେ ଦକ୍ଷତା ସହ ବ୍ୟବହାରିକ ବିଜ୍ଞାନ ଓ ଦର୍ଶନର ଗଭୀରତା ଭିତରକୁ ଟାଣିହୋଇ ଯିବେ। ମହିଳାମାନେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି  ବେଶ୍ ଆନନ୍ଦ ଅନୁଭବ କରିବେ। ସମ୍ପତ୍ତି ସମ୍ବନ୍ଧିତ ଶୁଭ ସମାଚାର ଶୁଣିବାକୁ ମିଳିବ। ନୂତନ ବସ୍ତୁ କ୍ରୟ କରିପାରିବେ। ନିଜର କ୍ଷମତା ଓ ଯୋଗ୍ୟତାକୁ ବହୁତ ଉପଯୋଗ କରିବେ। ପତିପତ୍ନୀଙ୍କ ସ୍ୱାସ୍ଥ୍ୟ ଭଲ ରହିବ। ପାରିବାରିକ ଓ ଆର୍ଥିକସ୍ଥିତିରେ ସୁଧାର ଆସିବ। ସାଧୁ-ସନ୍ଥ ଓ ଗୁରୁଜନଙ୍କ ଶୁଭାଶୀର୍ବାଦ ପ୍ରାପ୍ତିହୋଇପାରେ। ପ୍ରତିକାର:-ଆରାଧ୍ୟା ଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ।

କନ୍ୟା:-

ଆତ୍ମକେନ୍ଦ୍ରିତ ହୋଇଯିବେ। ନିଜର ଯୋଜନା ମୁତାବକ କାମକଲେ କୌଣସିପ୍ରକାର ଅସୁବିଧା ହେବନାହିଁ। ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟଦା ବୃଦ୍ଧି ପାଇବ। ଶତୃ ଓ ବିରୋଧୀମାନେ କୌଣସି କ୍ଷତି କରିପାରିବେ ନାହିଁ। ମହିଳାମାନେ ପରିବାରରେ ଆଦରଣୀୟା ହୋଇ ସୁଖଭୋଗ କରିବେ। ଟଙ୍କାର ଆବଶ୍ୟକତା ପୂରଣ ହେବ। ପାରିବାରିକ ସ୍ନେହ ସହାନୁଭୁତି ପ୍ରାପ୍ତି ହେବ। ଶତୃମାନେ ମଥାନତ କରିବେ। ପୁରାତନ ରୋଗର ଉପସମ ଓ ବନ୍ଧୁ ସମାଗମ ହେବ। ବ୍ୟବସାୟରେ ବକେୟା ଅର୍ଥ ଆଦାୟ ହେବ। ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତି ପାଇବେ। ପ୍ରତିକାର:-ଗ୍ରାମ୍ୟ ଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ।

ତୁଳା:-

କାମ-କାର୍ଯ୍ୟର ଦାୟିତ୍ଵ ବଢିବ। କୌଣସି ରୋଚକ ବା ଜ୍ଞାନବର୍ଦ୍ଧକ ସାହିତ୍ୟ ପ୍ରତି ମନ ବଳାଇବେ। ଆଧ୍ୟାତ୍ମିକ ଓ ଧର୍ମ କାର୍ଯ୍ୟରେ ଲିପ୍ତ ରହିବେ। ଶୁଭ ବା ମଙ୍ଗଳ କାମ କରିପାରିବେ। ଶତୃ ଓ ବିରୋଧୀମାନେ ପରାସ୍ତ ହେବେ। ଆର୍ଥିକ ସ୍ଥିତିରେ ପରିବର୍ତ୍ତନ ହେବ। ବ୍ୟବସାୟୀମାନେ ଧୈର୍ଯ୍ୟଧରୀ ପରିଶ୍ରମ କଲେ କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ପାଇବେ ଓ ସଫଳତା ଅର୍ଜନ କରିବେ। ବିବାଦୀୟ ସ୍ଥିତି ଦେଖାଦେଲେ ମଧ୍ୟ ନିଜର ପ୍ରତିପତ୍ତି ବିସ୍ତାର କରି ଶତ୍ରୁଙ୍କ ସହିତ ସଂଘର୍ଷ କରି ସମାଧାନର ରାସ୍ତା ପ୍ରସ୍ତୁତ କରିବେ। ପ୍ରତିକାର:- କୁକୁରକୁ ଖାଇବାକୁ ଦିଅନ୍ତୁ।

ବିଛା:-

କୌଣସି ପୋଗ୍ରାମ୍ ବା କାର୍ଯ୍ୟକ୍ରମରେ ସମ୍ମାନିତ ହେବେ। ଜାଗା ଜମି ସମ୍ବନ୍ଧୀୟ ଶୁଭ ସମାଚାର ମିଳିବ। ଗୃହରେ ଶୁଭ କାର୍ଯ୍ୟ ମଧ୍ୟ ହୋଇପାରେ। ଧନ ଲାଭ ସହିତ ଜିମ୍ମେଦାରୀ ବଢିଯିବ। ବାହନ ଆଦି କ୍ରୟ କରିବା ପାଇଁ ଯୋଜନା କରି ପାରନ୍ତି। ସ୍ଵାସ୍ଥ୍ୟରେ ସୁଧାର ଆସିବ। ଅଚାନକ ଭାବରେ ଦୂରଯାତ୍ରା କରିବେ। ପତ୍ନୀ, ସନ୍ତାନ ଓ ପରିବାରରେ ସମୟ ବିତେଇବେ। କୌଣସି ମହିଳାଙ୍କ ସାହାଯ୍ୟ ଦ୍ଵାରା ଉନ୍ନତି କରିବେ। ମାତା-ପିତା ଓ ଗୁରୁଜନଙ୍କ ଆଶୀର୍ବାଦ ପ୍ରାପ୍ତ ହେବ। ଘରୋଇ କାର୍ଯ୍ୟରେ ସଫଳତା ପ୍ରାପ୍ତ ହେବ। ପିକନିକ୍, ପାର୍ଟି ଆଦିର ପୋଗ୍ରାମ୍ କରିବେ। ପ୍ରତିକାର- ଗାଈକୁ କିଛି ଖାଇବାକୁ ଦିଅନ୍ତୁ।

ଧନୁ:-

ମିତ୍ର ଓ ସହଯୋଗୀଙ୍କ ଦ୍ଵାରା ଆଶାତୀତ ସହଯୋଗ ମିଳିବ। ବ୍ୟବସାୟ ସମ୍ବନ୍ଧୀୟ ଶୁଭ ସମାଚାର ମିଳିବ। ନୂତନ ବନ୍ଧୁମିଳନ ହେତୁ ମନଖୁସୀ ରହିବ। ଦୂରଯାତ୍ରାର ସୁଯୋଗ ପାଇ ସଫଳତା ମିଳିବ। ଯୁବକ ଯୁବତୀମାନଙ୍କୁ ନୂଆ କାମ ନୂଆ ପ୍ରେରଣା ଆନନ୍ଦିତ କରିବ। ଅଟକିଥିବା ବା ଉଧାର ଦେଇଥିବା ଟଙ୍କା ମିଳିଯିବ। ପ୍ରାୟକ୍ଷେତ୍ରରେ ଜୟ-ଜୟକାର ହେବ। ଅଳ୍ପ ପରିଶ୍ରମରେ ବହୁତ ଧନ ଲାଭ ହେବ। ଆମୋଦ-ପ୍ରମୋଦ, କ୍ରିଡା, ଦୂରଯାତ୍ରା ସବୁଥିରେ ସଫଳତା ମିଳିବ। ଭାଇମାନଙ୍କ ଠାରୁ ଲାଭ ମିଳିବ। ଗୃହରେ ଶୁଭ କାର୍ଯ୍ୟ ମଧ୍ୟ ହୋଇପାରେ। ସ୍ଵାସ୍ଥ୍ୟରେ ସୁଧାର ଆସିବ। ପ୍ରତିକାର-ନିଶାଦ୍ରବ୍ୟ ଓ ଆମିଷ ସେବନ କରନ୍ତୁ ନାହିଁ।

ମକର:

ବ୍ୟବସାୟରେ ସାମାନ୍ୟ ଲାଭ। ଅନେକ ଶୁଭ କର୍ମର ସୁଯୋଗ ପାଇବେ। ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ। ପୂର୍ବ ଶତୃମାନେ ପଛଘୁଞ୍ଚା ଦେବେ। ମହିଳାମାନେ ଉତ୍ତରାଧିକାରୀ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ। ସୁଖ ସମୃଦ୍ଧି ବୃଦ୍ଧି ଓ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ମାନସିକ ବିଷାଦ, ଦାମ୍ପତ୍ୟ କଳହ, ଭୟ ଆଶଙ୍କା ଦୂରେଇ ଯିବ। କାର୍ଯ୍ୟ ବ୍ୟସ୍ତତା ଯୋଗେ ବିଛିନ୍ନ ହୋଇ ପଡିବା ଅସମ୍ଭବ ନୁହେଁ। ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।

କୁମ୍ଭ:-

ପତିପତ୍ନୀ, ସନ୍ତାନ ଓ ପରିବାରରେ ସମୟ ବିତେଇବେ। କୌଣସି ମହିଳାଙ୍କ ସାହାଯ୍ୟ ଦ୍ଵାରା ଉନ୍ନତି କରିବେ। ପାରିବାରିକ ବ୍ୟବସ୍ଥା ପରି ବର୍ତ୍ତନ ସାଙ୍ଗକୁ ଅର୍ଥସଙ୍କଟରୁ ମୁକ୍ତି ମିଳିବ। ଅଚାନକ ଭାବରେ ଦୂରଯାତ୍ରା କରିବେ। କୌଣସି ପୋଗ୍ରାମ୍ ବା କାର୍ଯ୍ୟକ୍ରମରେ ସମ୍ମାନିତ ହେବେ। ଘରୋଇ ଚାକିରି କରିଥିବା ବ୍ୟକ୍ତିମାନେ ବହୁତ ଲାଭ ଉଠାଇପାରିବେ। ବ୍ୟବସାୟୀମାନେ କାରବାର ଦିଗରୁ ପ୍ରଚୁର ଲାଭବାନ୍ ହେବେ। ମହିଳାମାନେ କର୍ମ କ୍ଷେତ୍ରରେ ଉନ୍ନତି କରିପାରିବେ। ଆଡମ୍ବରରେ ଆଗ୍ରହ ବଢିବ। ପ୍ରତିକାର- ଅସହାୟକୁ ନିରାଶ କରିବେ ନାହିଁ।

ମୀନ:

ସମସ୍ତ ଚିନ୍ତା ଦୂର ହେବ। ପରିଶ୍ରମ କଲେ ଧନ ପ୍ରାପ୍ତି ହେବ। ଭାଇଙ୍କ ସହିତ ଲାଗିଥିବା ବିବାଦ ସମାଧାନ ହେବ। ପରାକ୍ରମ ବଢିବ। ଲୋକମାନେ ଆପଣଙ୍କ ବୁଦ୍ଧିକୁ ପ୍ରଶଂସା କରିବେ। ମହିଳାମାନେ ନିଜର ବାପା, ମା, ଭାଇ, ଭଉଣୀଙ୍କ କଥା ବୁଝିବାକୁ ବେଶି ଆଗଭର ହେବେ। ସମ୍ପତ୍ତି ସମ୍ବନ୍ଧିତ ଶୁଭ ସମାଚାର ଶୁଣିବାକୁ ମିଳିବ। ଅନେକ କ୍ଷେତ୍ରରେ ପୂର୍ବ ଯୋଜନା ସଫଳତା ଏବଂ ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ। ରୋଜଗାର ସମସ୍ୟା ସୁଧୁରି ଯିବ। ଧନ ଲାଭ ହେବାରୁ ମନ ଖୁସି ରହିବ। ସମୟ ଗୁଡିକ ହସ ଖୁସିରେ ବିତିବ। ଧାର୍ମିକ କାର୍ଯ୍ୟରେ ରୁଚି ବଢିବ। ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!