ସାପ୍ତାହିକ ରାଶିଫଳ: ୨ ଡିସେମ୍ବର ରୁ ୮ ଡିସେମ୍ବର, ଏହି ସପ୍ତାହରେ ଏହି ସବୁ ରାଶି ବ୍ୟକ୍ତିଙ୍କୁ କର୍ମ ଓ ବ୍ୟବସାୟରେ ହେବ ପ୍ରବଳ ଉନ୍ନତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଭାଗ୍ୟୋନ୍ନତି, ଯଶମାନ ପ୍ରତିଷ୍ଠା ଲାଭର ଯୋଗ ଅଛି। କର୍ମକ୍ଷେତ୍ରରେ ପଦୋନ୍ନତିର ସୁଯୋଗ ପାଇବେ। ସନ୍ତାନର ବିଦ୍ୟାରେ ଉନ୍ନତି ଖବର ପାଇ ଖୁସି ହେବେ। ନୂତନ ବାହନ, ଜାଗା, ଜମି, ଗୃହ ଆଦି କ୍ରୟ କରିବାର ଯୋଜନା କରିବେ। ସମୟକୁ ହାତ ଛଡ଼ା ନ କରିବା ଉଚିତ୍। କାରଣ ସମସ୍ତ କାର୍ଯ୍ୟରେ ଶୁଭଫଳ ପ୍ରାପ୍ତି ହେବ। ଶତୃନାଶ, ଧନପ୍ରାପ୍ତି, ମିତ୍ରଲାଭ, ସୁଖ, ସମ୍ପତ୍ତି ଲାଭ ଓ ଉଚ୍ଚ ସମ୍ମାନ ପାଇବେ। ରାଜନୀତିରେ ପ୍ରଶଂସିତ ହେବେ ଓ ସାମାଜିକ ପତିଆରା ଅମଳିନ ରହିବ। ମିଷ୍ଟାନ ଭୋଜନ, ଉଚ୍ଚଆଶା ପୂରଣ ହେବ। ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ। ପରିବାରରେ ମାନ ମନାନ୍ତର ଦୂର ହେବ। ବ୍ୟବସାୟ ପାଇଁ ବିଦେଶ ଯାତ୍ରା କରି ଲାଭବାନ ହେବେ। ବନ୍ଧୁ ମିତ୍ରମାନଙ୍କର ସହଯୋଗରେ ଆର୍ଥିକ ଦିଗରୁ ସୁବିଧା ପାଇବେ। ପାରିବାରିକ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ। ପ୍ରେମିକ ଓ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ଉନ୍ନତି ପାଇଁ ପ୍ରୟାସ ରତ ହେବେ। କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଆକସ୍ମିକ ଅର୍ଥଲାଭ, ନୂତନ ବନ୍ଧୁଲାଭ, ଅଧାଥିବା କାର୍ଯ୍ୟ ସମ୍ପୂର୍ଣ୍ଣ କରିବାକୁ ଚେଷ୍ଟା କରିବେ। ସାର୍ବଜନୀନ ସମ୍ପର୍କରେ ନିଜର ବ୍ୟକ୍ତିତ୍ଵ ବିକଶିତ ହେବ। ବ୍ୟବସାୟରେ ଶତ୍ରୁମାନେ ମିତ୍ରବତ କାର୍ଯ୍ୟ କରିବା ଫଳରେ ଉନ୍ନତି ହେବା ସହ ଲାଭବାନ ହେବେ। ଧନସମ୍ପଦ, ବସ୍ତ୍ରଭୂଷଣ ଆଦି ଲାଭହେବ। ବିଦେଶ ଯାତ୍ରାରେ ଯଶ ଲାଭ ଓ ନୂତନ ବାହନଆଦି ପ୍ରାପ୍ତି ହେବାର ଯୋଗ ଅଛି। ରାଜନୈତିକ କ୍ଷେତ୍ରରେ କଠିନ ପରିଶ୍ରମ କରି ଯଶ, ମାନ ବୃଦ୍ଧି ହେବ। ମାନସିକ ଦୁଶ୍ଚିନ୍ତା, ଭାତୃବିବାଦ, ପଡ଼ୋଶୀକଳହ, ଜମିପାଇଁ ମାଲିମକଦ୍ଦମା ଥିଲେ ସହଜରେ ସମାଧାନ କରିପାରିବେ। ବିଚାର ବିଭାଗ ରାୟ ସପକ୍ଷରେ ଯିବ। ପାରିବାରିକ ସ୍ତରରେ ଉଚ୍ଚଆଶା ସଫଳ ହେବ। ଯେକୌଣସି ନୂତନକାର୍ଯ୍ୟ କରିବେ କିମ୍ବା ଯୋଜନା ପ୍ରସ୍ତୁତ କରିବେ ଭବିଷ୍ୟତ ପାଇଁ ଅତ୍ୟନ୍ତ ଶୁଭହେବ। ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବା ସହ ସୁଖ ଶାନ୍ତିରେ ଦିନ କାଟିବେ। ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେଶ କରିବେ। ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ପ୍ରେମିକ ପ୍ରେମିକାମାନେ ଆମୋଦ-ପ୍ରମୋଦ, ମନୋରଞ୍ଜନ ରେ ମଜ୍ଜି ରହିବେ। ପ୍ରତିକାର– ଷଣ୍ଢକୁ ଖାଇବାକୁ ଦିଅନ୍ତୁ।

ମିଥୁନ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଉଚ୍ଚ ଆଶାରେ ଆଗେଇବେ। ଚିତ୍ତପ୍ରସନ୍ନ ସହ କାର୍ଯ୍ୟ ସିଦ୍ଧି ହେବ। ନୂତନ କାର୍ଯ୍ୟଆରମ୍ଭ, ଶତ୍ରୁହାନି, ଉଚ୍ଚ ପ୍ରଶଂସା ଲାଭ, ଦମ୍ଭ ସାହସ ବୃଦ୍ଧି, କ୍ଷମା ଗୁଣରେ ଯଶ ପ୍ରାପ୍ତି, ସୁସମ୍ବାଦ ଶୁଣିବେ ଓ ଆର୍ଥିକ ସମସ୍ୟା ଦୂର ହେବ। ଗୃହରେ ଧର୍ମକାର୍ଯ୍ୟ ଓ ଧର୍ମାନୁଷ୍ଠାନରେ ଯୋଗଦାନ କରିପାରନ୍ତି। ପୈତୃକ ସମ୍ପତ୍ତିପାଇଁ ପାରିବାରିକ ଦ୍ଵନ୍ଦର ସମାଧାନ ହେବ। ମାନସିକ ଏକାଗ୍ରତା ରଖି ପାରିବେ। ଶୁଭ ସମ୍ବାଦପାଇ ଖୁସିହେବେ। ନୂତନ ଗୃହ ନିର୍ମାଣ କରିବାର ଯୋଜନା ପ୍ରସ୍ତୁତ କରିପାରନ୍ତି। ପରିବାରରେ ମାନ ମନାନ୍ତର ଦୂର ହେବ। ବିଦେଶ ଯାତ୍ରାରେ ଲାଭବାନ ହେବେ। ଆର୍ଥିକ ଦିଗରୁ ସୁବିଧା ସୁଯୋଗ ପାଇ ଉନ୍ନତି ହେବ। ବୁଝି ବିଚାରି କାର୍ଯ୍ୟ କଲେ ସମସ୍ତ କାର୍ଯ୍ୟରେ ସଫଳତା ମିଳିବା ସହ ଧନଧାନ୍ୟ, ଗୋ-ସଂପଦ, ଭୂମି, ବସ୍ତ୍ରଭୂଷଣ, ବାହାନାଦି ପ୍ରାପ୍ତି ହବାର ଯୋଗ ଅଛି। ବିଦ୍ୟାର୍ଥୀମାନେ ନିଜର ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ। କର୍ମ କ୍ଷେତ୍ରରେ ଶ୍ରମ ସାର୍ଥକ ହେବ।  ପ୍ରେମିକ ଓ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ଉନ୍ନତି ପାଇଁ ପ୍ରୟାସ ରତ ହେବେ। ଦୂରଯାତ୍ରାରେ ଶତୃ ଓ ବିରୋଧିମାନେ ମଥାନତ କରିବେ। ପ୍ରତିକାର:- ଗୋମାତାକୁ ଖାଦ୍ୟ ଦିଅନ୍ତୁ।

କର୍କଟ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ବ୍ୟବସାୟିକ କ୍ଷେତ୍ରରେ ଆଶାଜନକ ଫଳପ୍ରାପ୍ତି ହେବ। ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ। କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଜୟଯୁକ୍ତ ହେବେ। କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇବେ ଓ ଉତ୍ତମ ରୋଜଗାର ହେବ। ବିଦେଶଯାତ୍ରାରେ ଯଶଲାଭ, ଆଧ୍ୟାତ୍ମିକ, ଧାର୍ମିକ ଓ ସାମାଜିକ କାର୍ଯ୍ୟ ସଂସ୍ଥାରେ ସାମିଲ ହେବେ। ଆକସ୍ମିକ ଅର୍ଥଲାଭ, ନୂତନ ବନ୍ଧୁଲାଭ, ଅଧାଥିବା କାର୍ଯ୍ୟ ସମ୍ପୂର୍ଣ୍ଣ ହେବ। କର୍ମକ୍ଷେତ୍ରରେ ପଦୋନ୍ନତି ପାଇ ପାରନ୍ତି। ରାଜନୈତିକ କ୍ଷେତ୍ରରେ ଯଶ, ମାନ ବୃଦ୍ଧି ହେବ। ନୂତନ ଗୃହ ନିର୍ମାଣ କରିବାର ଯୋଜନା କରିପାରନ୍ତି। ଭୋଗ ବିଳାସକୁ ତୁଚ୍ଛ ମଣି କର୍ତ୍ତବ୍ୟ ସାଧନକୁ ଭଗବତ୍ ସେବାଭଳି ମାନ୍ୟତା ଦେବେ। ବ୍ୟବସାୟୀମାନେ ସାଧୁ ଓ ସଚ୍ଚୋଟ ଭାବେ କର୍ମଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ। ଛାତ୍ର-ଛାତ୍ରୀମାନେ ଶିକ୍ଷା କ୍ଷେତ୍ରରେ ସଫଳତା ପାଇବା ସହ କଠିନ ପରିଶ୍ରମ କରି ପ୍ରଶଂସା ପାଇବେ। ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳ ହେବେ। ପ୍ରେମିକ ପ୍ରେମିକାମାନେ ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ। ପ୍ରତିକାର କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ସିଂହ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ପୁରୁଣା ରୋଗରୁ ଉପସମ ମିଳିବ। ମାଲିମୋକଦ୍ଦମାରେ ସମ୍ମାନ ଓ ପ୍ରତିଷ୍ଠା ଅତୁଟ ରହିବ। ଋଣ ଭରଣା ପାଇଁ ଚେଷ୍ଟା କରିବେ। ପଡୋଶୀଙ୍କ ସହିତ ମଧୁର ସଂପର୍କ ସ୍ଥାପନ ହେବ। ଇଲେକ୍ଟ୍ରୀ, ଇଲେକ୍ଟ୍ରୋନିକସ୍, ଠିକାଦାରୀ, ଧାତୁ ବ୍ୟବସାୟୀ, ଔଷଧ ଦୋକାନ, ଭୋଜନାଳୟ, କଳକାରଖାନା, ଖଣିଜପଦାର୍ଥ, ଗୁଡ଼, ଲଙ୍କାମରିଚ, ମସୁରଡାଲି, ଧାନ, ଗହମ ଇତ୍ୟାଦି ବ୍ୟବସାୟ କରୁଥିବା ବ୍ୟକ୍ତିମାନେ କିମ୍ବା ଏହି ସଂସ୍ଥାରେ କର୍ମରତ ବ୍ୟକ୍ତିମାନେ ବିଶେଷ ଲାଭବାନ ହେବେ। ବୁଡ଼ି ଯାଉଥିବା ପଇସା କିମ୍ବା ଆପଣଙ୍କଠାରୁ କେହି ଅର୍ଥ ନେଇ ଦେଉନଥିଲେ କଳେବଳେ କୌଶଳେ ପ୍ରାପ୍ତି ହେବ। ମହତ୍ ଉଦ୍ଦେଶ୍ୟ ଓ ଉଚ୍ଚ ଆକାଂକ୍ଷା ପୂର୍ଣ୍ଣ ହେବ। ବିଦେଶ ଯାତ୍ରା କଲେ ନିଶ୍ଚୟ ଭାଗ୍ୟୋଦୟ ହେବା ସହ ଅଭିଳାଷ ପୂର୍ଣ୍ଣ ହେବ। ବିଦ୍ୟାର୍ଥୀମାନେ ଶିକ୍ଷା କ୍ଷେତ୍ରରେ ଆଶାନୁରୂପ ଫଳ ପାଇ ପାରିବେ। ରାଜନୈତିକ କ୍ଷେତ୍ରରେ ନିଜର ଉଚ୍ଚ ପଦାଧିକାରୀ ମାନଙ୍କୁ ବିରୋଧୀ ନ କରିବାକୁ ବିଶେଷ ସତର୍କ ରହିବା ନିତ୍ୟାନ୍ତ ଆବଶ୍ୟକ। ଗୃହୋପକରଣ କ୍ରୟ କରିବା ଯୋଗେ ବ୍ୟୟ ଅଧିକ ହେବ। ଗ୍ରହଙ୍କର ଅଶୁଭତ୍ୱ ଖଣ୍ଡନ ପାଇଁ ପ୍ରତ୍ୟେକ ଦିନ ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କନ୍ୟା:-

ଏସପ୍ତାହରେ ମହିଳା ଓ ପୁରୁଷ ମାନେ ନୂତନ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ସରକାରୀ କର୍ମଚାରୀ ମାନେ କର୍ମ କ୍ଷେତ୍ରରେ ସଫଳତା ଲାଭ କରିବେ। ବାଦବିବାଦ, ମାଲିମୋକଦ୍ଦମା ଓ କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ। କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗିତା ପରୀକ୍ଷା ଓ  ସାକ୍ଷାତ୍କାରରେ ଉତ୍ତୀର୍ଣ୍ଣ ହେବେ। ପରୀକ୍ଷା ରେ ଆଶା ମୁତାବକ ଫଳ ପାଇ ଶିକ୍ଷା କ୍ଷେତ୍ରରେ ସଫଳତା ମିଳିବ। ମିଛଆଶା ଉପରେ ନିର୍ଭର ନକରି ନିଜକୁ ନିୟନ୍ତ୍ରଣ କରି ପାରିବେ। ପାରିବାରିକ କ୍ଷେତ୍ରରେ ସୁଖ ଶାନ୍ତି ମିଳିବା ସହ ଆର୍ଥିକଚିନ୍ତା ଦୂର ହୋଇଯିବ। ଦୂର ସମ୍ପର୍କୀୟ ବନ୍ଧୁଙ୍କ ଠାରୁ ସାହାଯ୍ୟ ମିଳିବ। ନିରାଶା ଦୂର ହେବ ଏବଂ ସ୍ଥିତି ସାମାନ୍ୟ ବଦଳିଯିବ। ମନର ଆକାଂକ୍ଷା ପୂରଣ ହେବ ଓ ଆତ୍ମବିଶ୍ୱାସ ବଢ଼ିବ। ଲାଭର ମାର୍ଗ ପ୍ରଶସ୍ଥ ହେବ। କର୍ମକ୍ଷେତ୍ରରେ ମାନ-ସମ୍ମାନ ପାଇବେ। ଦୂରଯାତ୍ରା କରିବେ। ଋଣରୁ ମୁକ୍ତି ମିଳିବ। ଖାଇବା ପିଇବାରେ ସତର୍କ ନରହିଲେ ଉଦରପୀଡ଼ା ଭୋଗିବେ। ରାଜନୈତିକ କ୍ଷେତ୍ରରେ ଉତ୍ତମ ଆଚରଣ ଓ ମଧୁର ସ୍ୱଭାବ ଯୋଗୁ ଯଶଖ୍ୟାତି ଅର୍ଜନ କରିବା ସହ ବହୁତ ଲୋକପ୍ରିୟତା ହାସଲ କରି ଉନ୍ନତି ପଥରେ ଅଗ୍ରସର ହେବେ। ପ୍ରତିକାର:- ଷଣ୍ଢକୁ କିଛି ଖାଦ୍ୟ ଦିଅନ୍ତୁ।

ତୁଳା:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଗୃହପାଳିତ ପଶୁ ଓ ଯାନବାହାନ  ଇତ୍ୟାଦି କ୍ରୟ କରି ଲାଭବାନ୍ ହେବେ। ସମସ୍ତ ପ୍ରକାର ବ୍ୟବସାୟରେ ଉନ୍ନତି ଓ ଲାଭବାନ୍ ହେବେ। ଆର୍ଥିକ କ୍ଷେତ୍ରରେ ଉନ୍ନତି, ଶତୃ ମାନଙ୍କୁ ପରାସ୍ତ କରି ପାରିବେ ଓ ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳ ହେବେ। ସରକାରୀ କର୍ମଚାରୀ ମାନେ କର୍ମ କ୍ଷେତ୍ରରେ ବହୁ ସୁବିଧା ସୁଯୋଗ ପାଇବେ। କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ରାଜନୀତି କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନରେ ଉନ୍ନତି ହେବ। ପାରିବାରିକ କ୍ଷେତ୍ରରେ ଶାନ୍ତି ଦେଖା ଦେବା ଫଳରେ ଭାଇ ଭଉଣୀମାନଙ୍କ ସହ ମନୋମାଳିନ୍ୟ ମେଣ୍ଟିଯିବ। ସନ୍ତାନ ମାନଙ୍କ ଭବିଷ୍ୟତ ଚିନ୍ତା କରି ପୁଞ୍ଜି ଲଗାଣ, ଉଦ୍ୟୋଗ, ଧନ ଆଦାନ ପ୍ରଦାନରେ ଲାଭବାନ୍ ହେବେ। ଦାମ୍ପତ୍ୟ ସୁଖରେ ମଧୁରତା ଆସିବ ଓ ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ, ବାଦ-ବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ପ୍ରତିକାର: ଆମିଷ ଓ ମାଦକଦ୍ରବ୍ୟ ସେବନରୁ ଦୂରେଇ ରୁହନ୍ତୁ।

ବିଚ୍ଛା:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଆର୍ଥିକ ଉନ୍ନତି ଓ ଅଚାନକ ଧନ ପ୍ରାପ୍ତି ହେବା ସହ ମାନ ସମ୍ମାନ ବୃଦ୍ଧି ହେବ। ସରକାରୀ କର୍ମକ୍ଷେତ୍ରରେ ଉନ୍ନତି କରିବା ସହ ଉପରିସ୍ଥ ଅଧିକାରୀଙ୍କର କୃପା ଲାଭ କରିବେ।  ନୂତନ କର୍ମ ସଂସ୍ଥାନ ରେ ନିଯୁକ୍ତି ପାଇବାର ଯୋଗ ରହିଛି। ମାଲିମୋକଦ୍ଦମାରେ ସମ୍ମାନ ଓ ପ୍ରତିଷ୍ଠା ଅତୁଟ ରହିବ। ଋଣ ଭରଣା ପାଇଁ ଚେଷ୍ଟା କରିବେ। ପ୍ରେମିକ ଓ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ। ଶିକ୍ଷା କ୍ଷେତ୍ରରେ ସଫଳତା ଅର୍ଜନ କରିବେ। ପାରିବାରିକ ଜୀବନରେ ଶାନ୍ତି, ଭାଇ ଓ ଭଉଣୀ ମାନଙ୍କ ସହିତ ଉତ୍ତମ ସମ୍ପର୍କ ରହିବ। ବନ୍ଧୁବାନ୍ଧବଙ୍କଠାରୁ ପୂର୍ଣ୍ଣ ସହଯୋଗ ପ୍ରାପ୍ତ ହେବ। ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରିବେ। ବ୍ୟବସାୟ  ଶୁଭାରମ୍ଭ କରିବାର ସୁଯୋଗ ପାଇବେ। ରାଜନୈତିକ କ୍ଷେତ୍ରରେ ନିଜସ୍ୱ ପ୍ରଶଂସାର ବଶବର୍ତ୍ତି ହୋଇ ନିଜ ଇଛାଶକ୍ତି ପ୍ରୟୋଗ ମାଧ୍ୟମରେ ଅହଂକାରକୁ ହ୍ରାସ କରି ପାରିବେ। ଏକାଧିକ କାମରେ ହାତ ଦେଇ ଭଲ ବଦଳରେ ମନ୍ଦସୃଷ୍ଟି ହୋଇପାରେ। ଦୂରଯାତ୍ରାରେ କଷ୍ଟ ଅନୁଭବ କରିବେ। ପ୍ରତିକାର:- ଗୋମାତାକୁ ଖାଇବାକୁ ଦିଅନ୍ତୁ।

ଧନୁ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଗୃହାରମ୍ଭ, ଦୁରଯାତ୍ରା, ନୂତନ ବ୍ୟବସାୟ ଆରମ୍ଭ କରି ପାରିବେ। ସନ୍ତାନର ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେଶ କରିବେ। ଉତ୍ତମ ରୋଜଗାର ହେଲେ ମଧ୍ୟ ଗୃହୋପକରଣ କ୍ରୟ କରିବା ଯୋଗେ ବ୍ୟୟ ଅଧିକ ହେବ। ଘରୋଇ ସଂସ୍ଥାର କର୍ମ କ୍ଷେତ୍ରରେ ସହକର୍ମୀମାନେ ସହଯୋଗ କରିବେ। ବ୍ୟବସାୟରେ ଉତ୍ତମ ରୋଜଗାର ହେବା ସହ ଭଲ ଲାଭ ହେବ। କର୍ମ କ୍ଷେତ୍ରରେ ଉନ୍ନତି ଏବଂ ନୂତନ ଆୟର ପନ୍ଥା ପ୍ରାପ୍ତି ହେବ। ସାମାଜିକ ପ୍ରତିଷ୍ଠା ଓ ମାନସମ୍ମାନ ବୃଦ୍ଧି ହେବ। ପାରିବାରିକ ଜୀବନରେ କୌଣସି ବିଶୃଙ୍ଖଳା ଦେଖାଦେବ ନାହିଁ। ଛାତ୍ରଛାତ୍ରୀମାନେ ଶିକ୍ଷା କ୍ଷେତ୍ରରେ ସଫଳତା ଲାଭ କରିବେ। ନୂତନ କର୍ମ ନିଯୁକ୍ତି ପାଇଁ ପ୍ରତିଯୋଗିତା ପରୀକ୍ଷାରେ ଓ ସାକ୍ଷାତକାରରେ ଉତ୍ତିର୍ଣ୍ଣ ହେବେ। ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସରତ ହେବେ। ମାନସିକ ବୌଦ୍ଧିକ ଓ ଭାବନାତ୍ମକ ରୂପରେ ଅଧିକ ସକ୍ଷମ ହେବେ। ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମକର:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ବନ୍ଧୁମିତ୍ରଙ୍କ ସହ ମନୋରଞ୍ଜନ, ଭ୍ରମଣ ଫଳରେ ହସଖୁସିର ବାତାବରଣ ସୃଷ୍ଟି ହେବ। ନୂତନକର୍ମ ନିଯୁକ୍ତିରେ ସଫଳ ହେବେ। ପ୍ରେମିକ-ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ଛାତ୍ର-ଛାତ୍ରୀମାନେ ଉଚ୍ଚଶିକ୍ଷା ପାଇଁ ଆଗ୍ରହୀ ହେବେ। ବିଦ୍ୟାର୍ଥୀମାନେ ନିଜର ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ, ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ଗୃହପାଳିତ ପଶୁ ଓ ଯାନବାହାନ  ଇତ୍ୟାଦି କ୍ରୟ କରି ଲାଭବାନ୍ ହେବେ। ପାରିବାରିକ କ୍ଷେତ୍ରରେ ସ୍ନେହ ଶ୍ରଦ୍ଧାର ସ୍ରୋତ ଛୁଟିବାସହ ଶାନ୍ତିର ବାତାବରଣ ଦେଖାଦେଇ ପାରେ। ଘରୋଇ ସଂସ୍ଥାର କର୍ମ କ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବେ। ଧାର୍ମିକ କାର୍ଯ୍ୟରେ ଯୋଗଦେବା ଫଳରେ ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ। ବ୍ୟବସାୟରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବ ଓ ଉତ୍ତମ ରୋଜଗାର ହେବ। ଗୃହୋପକରଣ କ୍ରୟ କରିବେ। ରାଜନୀତି କ୍ଷେତ୍ରରେ ମାନସମ୍ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ। ପ୍ରତିକାର ଗୋମାତାକୁ ଖାଇବାକୁ ଦିଅନ୍ତୁ।

କୁମ୍ଭ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନେ ନିଜ ଗୃହ ସମସ୍ୟା ସଜାଡିବାର  ସୁବିଧା ପାଇବେ। ପାରିବାରିକ ଅଶାନ୍ତି ଦୂରେଇ ଯାଇ ପରିବାରରେ ସୁସ୍ଥ ବାତାବରଣ ଜାରିରହିବ। ସରକାରୀ କର୍ମଚାରୀ ମାନେ କର୍ମ କ୍ଷେତ୍ରରେ ପରସ୍ପରକୁ ସାହାଯ୍ୟ ସହଯୋଗ କରି, ଗଠନମୂଳକ କାର୍ଯ୍ୟ ହାତକୁ ନେବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ବ୍ୟବସାୟରେ ଦୂରଯାତ୍ରାର ସୁଯୋଗ ପାଇବେ ଓ ଆଶାତୀତ ଲାଭମିଳିବ। ଆୟ ଉପାର୍ଜନରେ ବାଧାନାହିଁ। ଋଣ ପରିଶୋଧ କରିବା ସହ ଋଣ ପ୍ରାପ୍ତିର ସୁଯୋଗ ପାଇବେ। ଅନ୍ୟମାନଙ୍କ କାନ୍ଧରେ ବନ୍ଧୁକରଖି ଖେଳ ଖେଳିବେ ଏବଂ ଅପଯଶକୁ ଦୂରକୁ ଠେଲିଦେଇ କେବଳ ଯଶତକ ଗ୍ରହଣ କରିବେ। ପ୍ରଶାସନ ବିଭାଗ, ବିଚାର ବିଭାଗ, ଡାକ ଓ ତାର ବିଭାଗ, ବୈଜ୍ଞାନିକ, ନୃତ୍ୟ ଓ ସଙ୍ଗୀତବିଭାଗ, ସମାଚାର ପତ୍ର ବିଭାଗରେ କର୍ମରତ ଥିଲେ ବିଶେଷ ଲାଭବାନ୍ ହେବେ। ପ୍ରଶାସନିକ ସ୍ତରରେ ପରିଚାଳନା ଦାୟିତ୍ୱ କ୍ରମେ ବୃଦ୍ଧି ପାଇବ। ଚାକିରୀରେ ବିଭିନ୍ନଦିଗରୁ ସାହାଯ୍ୟ ସହଯୋଗ ଅବ୍ୟାହତ ରହିବ। କଠିନ ପରିଶ୍ରମ କରି କାର୍ଯ୍ୟ କଲେ ଉପରିସ୍ଥ କର୍ମଚାରୀମାନଙ୍କ ପ୍ରିୟଭାଜନ ହେବେ। ପ୍ରତିକାର କୁକୁରକୁ ଖାଇବାକୁ ଦିଅନ୍ତୁ।

ମୀନ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଶୁଭ ସମାଚାର ମିଳିବ ଓ ନିଜଲୋକ ସାହାଯ୍ୟ କରିବେ। ସମ୍ପତ୍ତି ସମ୍ବନ୍ଧୀୟ ବିବାଦ ଠିକ୍ ଲୋକ ମଧ୍ୟସ୍ଥିରେ ସମାଧାନ ହେବ। ରାଜନୀତିରେ ସହକର୍ମୀ ମାନଙ୍କଠାରୁ ସାହାଯ୍ୟ ସହଯୋଗ ପାଇ ଲୋକପ୍ରିୟତା ହାସଲ କରି ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ। ସରକାରୀ କର୍ମଚାରୀମାନଙ୍କର କର୍ମକ୍ଷେତ୍ରରେ ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସରତ ହେବେ। ମାନସିକ ବୌଦ୍ଧିକ ଓ ଭାବନାତ୍ମକ ରୂପରେ ଅଧିକ ସକ୍ଷମ ଓ ଅନୁଭବି ହେବେ। ଘରୋଇ ସଂସ୍ଥାର କର୍ମ କ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବା ଫଳରେ ପଦୋନ୍ନତିର ସୁଯୋଗ ପାଇପାରିବେ।  ବ୍ୟବସାୟରେ ଉନ୍ନତି ଓ ଲାଭ କରିବେ। ଶତୃ, ରୋଗ, ଋଣରୁ ମୁକ୍ତି ହେବେ। ଯେ କୌଣସି କାମରେ ହାତ ଦେଲେ, ସେଥିରେ ସଫଳତା ପାଇବେ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ, ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ନୂତନ ଯୋଜନାକୁ କ୍ରିୟାନ୍ୱିତ କରିବେ ଓ ସ୍ୱାସ୍ଥ୍ୟ ପ୍ରତି ଧ୍ୟାନଦେଇ କାର୍ଯ୍ୟ କରନ୍ତୁ। ପ୍ରତିକାର:- ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!