ଦୈନିକ ରାଶିଫଳ: ୨ ଫେବୃୟାରୀ ୨୦୧୯, ଶନି ଦେବଙ୍କ କୃପାରୁ ଆଜି ଏହି ସବୁ ରାଶିର ଆର୍ଥିକ ସମସ୍ୟା ଦୂର ହେବ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ଦୈନିକ ରାଶିଫଳ: ୨ ଫେବୃୟାରୀ ୨୦୧୯

ମେଷ:-

ଆର୍ଥିକ ଦିଗରୁ ଉନ୍ନତି ହେବା ଫଳରେ ନୂତନ ପଦାର୍ଥ ସଂଗ୍ରହ କରିବେ। ପେଶା, ବ୍ୟବସାୟ, ଭାଗୀଦାରୀ ଓ ବନ୍ଧୁମିତ୍ରଙ୍କ ଦ୍ଵାରା ଲାଭବାନ ହେବେ। ପଦସ୍ଥ ବ୍ୟକ୍ତିଙ୍କ ସହ ମନୋମାଳିନ୍ୟ ମେଣ୍ଟି ଯିବ। ପାରିବାରିକ ସମ୍ପର୍କରେ ଉନ୍ନତି ହେବ। ରାଜନୈତିକ କ୍ଷେତ୍ରରେ  ଶତୃମାନେ ତଳମୁହାଁ ହେବେ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ। ମହିଳାମାନେ ସକ୍ରିୟ ହେବେ। ଭାଇ ମିତ୍ରଙ୍କଠାରୁ ସହଯୋଗ ପାଇବେ। ବିଦ୍ୟା, ଖେଳରେ ପ୍ରଶଂସିତ ହେବେ। ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ। ପ୍ରତିକାର- ଶଣ୍ଢକୁ ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

କେତେକ କ୍ଷେତ୍ରରେ ବାଧା ସୃଷ୍ଟି ହେଲେ ମଧ୍ୟ ନିଜେ ସଫଳତା ପାଇବେ। କାମରଚାପ ବୃଦ୍ଧିପାଇବ। କର୍ମକ୍ଷେତ୍ରରେ ସମସ୍ୟା ଦେଖାଦେଲେ ମଧ୍ୟ ସଫଳତା ହାସଲ କରିବେ। ଖେଳରେ ପ୍ରଶଂସିତ ହେବେ। ପରିବାରରେ ଖୁସିର ବାତାବରଣ ସୃଷ୍ଟି ହେବ। ବାଦବିବାଦ ଠାରୁ ଦୂରେଇ ରହିଲେ ବହୁତ ଭଲ ହେବ। ପାଖ ପଡୋଶୀମାନେ କଟୁବଚନ ଶୁଣେଇ ପାରନ୍ତି। ଆୟକୁ ଚାହିଁ ବ୍ୟୟର ଅଟକଳ କରନ୍ତୁ। ଅଧିକ ପରିଶ୍ରମ କରିବା ଫଳରେ ଛୋଟମୋଟ ରୋଗରେ ପୀଡ଼ିତ ହୋଇ ପାରନ୍ତି। ଗୃହାରମ୍ଭ, ଦୁରଯାତ୍ରା, ନୂତନ ବ୍ୟବସାୟ ଆରମ୍ଭ କରନ୍ତୁ ନାହିଁ। ପ୍ରତିକାର- ଗାଈକୁ କିଛି ଖାଇବାକୁ ଦିଅନ୍ତୁ।

ମିଥୁନ:-

ବାଣିଜ୍ୟ ବ୍ୟବସାୟ କ୍ଷେତ୍ରରେ ଉଚ୍ଚଫଳ ପ୍ରାପ୍ତି ହେବ। ଦୂରେଇ ଯାଇଥିବା ବନ୍ଧୁମାନେ ପୁଣି ନିକଟବର୍ତ୍ତୀ ହେବେ। ଧର୍ମକାର୍ଯ୍ୟ ପ୍ରତି ମନବଳାଇ ବହୁତ ଶାନ୍ତି ଲଭିବେ। ମୌଜ କଥା କହି ଲୋକମାନଙ୍କୁ ବଶିଭୂତ କରିପାରିବେ। ପ୍ରଶାସନିକ ସ୍ତରରେ କିମ୍ବା ରାଜନୀତି ଓ ସାଙ୍ଗଠନିକ ତଥା ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହେବ। ପରିବାରରେ ମହତ୍ୱପୂର୍ଣ୍ଣ କାର୍ଯ୍ୟକରି ପ୍ରଶଂସିତ ହେବେ। ବନ୍ଧୁଙ୍କ ପ୍ରତିଶ୍ରୁତି ପାଇ ଆଶ୍ଵସ୍ତି ଅନୁଭବ କରିବେ। ବନ୍ଧୁବାନ୍ଧବଙ୍କ ନିକଟରେ ଗୁରୁଗୁରୁଜନ ଓ ପ୍ରିୟଲୋକଙ୍କ ପାଖରେ ଆଦୃତ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କର୍କଟ:-

କାର୍ଯ୍ୟଦକ୍ଷତା ହେତୁ ପଦାଧିକାରୀ ମାନଙ୍କ ନିକଟରୁ ପ୍ରଶଂସା ଓ ପ୍ରୋତ୍ସାହନ ପାଇ ମନୋବଳ ବୃଦ୍ଧି ପାଇବ। ବ୍ୟବସାୟ କ୍ଷେତ୍ରରେ ଲାଭବାନ ହେବେ। ପରୀକ୍ଷା ଓ ପ୍ରତିଯୋଗୀତାରେ ଆଶା ମୁତାବକ ଫଳ ପାଇବେ। ରାଜନୈତିକ କ୍ଷେତ୍ରରେ ଜଟିଳ ପରିସ୍ଥିତିକୁ ସହଜ ସରଳ କରି ପ୍ରଶଂସିତ ହେବେ। ବନ୍ଧୁବାନ୍ଧବଙ୍କ ନିକଟରେ ଗୁରୁଗୁରୁଜନ ଓ ପ୍ରିୟଲୋକଙ୍କ ପାଖରେ ଆଦୃତ ହେବେ। ପରିବାରରେ ମହତ୍ୱପୂର୍ଣ୍ଣ କାର୍ଯ୍ୟକରି ପ୍ରଶଂସିତ ହେବେ। ସଭାସମିତି ଅଥବା ଆଲୋଚନା ପରିସରରେ ବନ୍ଧୁଙ୍କ ଯୁକ୍ତିକୁ ଗ୍ରହଣ କରିବାକୁ ବାଧ୍ୟ ହେବେ। ପ୍ରତିକାର- ମାଗଣାରେ କୌଣସି ଦ୍ରବ୍ୟ ଗ୍ରହଣ କରନ୍ତୁ ନାହିଁ।

ସିଂହ:-

ଆର୍ଥିକ ସ୍ଥିତି ବହୁତ ଭଲ ରହିବ। ପରିବାର ଜନଙ୍କ ଠାରୁ ଉଚ୍ଚ ସମ୍ଭାବନାର ଆଶା ଓ ଆଶ୍ଵାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ। ଅଧସ୍ତନଙ୍କର ସହଯୋଗ ଯୋଗୁଁ କର୍ମକ୍ଷେତ୍ରରେ ସମ୍ମାନ ବୃଦ୍ଧି ଏବଂ ସୁନାମ ଅର୍ଜନ କରିବେ। ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ। ପ୍ରତିଷ୍ଠା, ପ୍ରତିପତି, ମାନସମ୍ମାନ ଓ କ୍ଷାତି ବଢ଼ିବ। ସାମାନ୍ୟ ବ୍ୟତିକ୍ରମ ପରିଲିକ୍ଷିତ ହେଲେ ମଧ୍ୟ କୌଣସି କାମ ଅଟକିବ ନାହିଁ। ନିକଟ ସମ୍ପର୍କୀୟମାନଙ୍କ ସାହାଯ୍ୟ ସହଯୋଗ ମିଳିବ। ବିବେକ ବୁଦ୍ଧି ଖଟେଇ ଉଚିତ୍ମାର୍ଗରେ ଗତିକରିବାର କ୍ଷମତା ଜନ୍ମହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କନ୍ୟା:-

କର୍ମ କ୍ଷେତ୍ରରେ ଉଚ୍ଚ କର୍ମକର୍ତ୍ତାଙ୍କର ସୁଦୃଷ୍ଟି ପ୍ରାପ୍ତି ହେବା ଫଳରେ ସହକର୍ମୀ ମାନଙ୍କର ସମର୍ଥନ ଏବଂ ସୁଖ ସମ୍ପଦ ପ୍ରାପ୍ତି ହେବ। ପାରିବାରିକ ସମସ୍ୟାକୁ ସୁଧାରି ନେଇ ପ୍ରଶଂସିତ ହେବେ। ଅଟକିଥିବା କାର୍ଯ୍ୟ ପୂରଣ ହେବ। ବ୍ୟବସାୟରେ ଆଶାତୀତ ଲାଭ କରିବେ। ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ ଓ ପ୍ରତିଷ୍ଠା, ପ୍ରତିପତି, ମାନସମ୍ମାନ ଓ କ୍ଷାତି ବଢ଼ିବ। ଦାମ୍ପତ୍ୟ କଳହ ସ୍ଵାର୍ଥ ପ୍ରବୃତ୍ତିର ଅଧୀନ ହୋଇ ସମ୍ପର୍କର ମଧୁର ସ୍ଵାଦ ଅନୁଭବ କରିବେ। ତୀର୍ଥାଟନଯୋଗ ଥିବାରୁ ଯାତ୍ରାକାଳରେ କଷ୍ଟ ଭୋଗିପାରନ୍ତି। ଯାନବାହାନ କିଣନ୍ତୁ ନାହିଁ। ପ୍ରତିକାର- ଭୋକିଲା ଲୋକକୁ ଭୋଜନ ଦିଅନ୍ତୁ।

ତୁଳା:-

ଶିଳ୍ପ, ବାଣିଜ୍ୟ ବ୍ୟବସାୟରେ ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ, କିଛି ଅସୁବିଧା ହେବନାହିଁ। ଭାଗୀଦାର ବାଣିଜ୍ୟ କିମ୍ବା ଯୌଥ ପରିବାର ସମ୍ପର୍କୀୟ କୌଣସି ଘଟଣାରେ ପରିବର୍ତ୍ତନ ଆସିବ। ଆର୍ଥିକ ଦିଗରୁ ଉନ୍ନତି ଅନୁଭବ କରି ନୂତନ ପଦାର୍ଥ କ୍ରୟ କରିପାରନ୍ତି। ଶରୀର ପୀଡା ଦୂରହୋଇ ସ୍ୱାସ୍ଥ୍ୟ ଠିକ୍ ରହିବ। ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ ଓ ପ୍ରତିଷ୍ଠା, ପ୍ରତିପତି, ମାନସମ୍ମାନ ଓ କ୍ଷାତି ବଢ଼ିବ। କେତେକ ଦୀର୍ଘ ଯୋଜନା ସଫଳ କାରଣରୁ ମନ ଭଲ ରହିବ। ବାଦବିବାଦ ମାଲିମୋକଦ୍ଦମା ପ୍ରତିଯୋଗିତା ପରୀକ୍ଷାରେ ଉତ୍ତିର୍ଣ୍ଣ ହେବେ ଓ ଖେଳରେ ପ୍ରଶଂସା ପାଇବେ। ପ୍ରତିକାର-ପିତାମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।

ବିଚ୍ଛା:-

ରାଜନୈତିକ କ୍ଷେତ୍ରରେ ଭୋଗବିଳାସ ଓ ଆନନ୍ଦମୟ ମୂହୁର୍ତ୍ତ ସାଙ୍ଗକୁ ସ୍ଵାସ୍ଥ୍ୟକର ପରିବେଶ ଓ ସମ୍ମାନଜନକ ଘଟଣା ଘଟିବ। ବ୍ୟବସାୟକୁ ନେଇ ପ୍ରତିଦ୍ଵନ୍ଦିତାଦେଖା ଦେଲେ ମଧ୍ୟ ଆପଣ ବିଜୟୀ ହେବେ। ମୌଜ କଥା କହି ଲୋକମାନଙ୍କୁ ବଶିଭୂତ କରିପାରିବେ। କେତେକ କ୍ଷେତ୍ରରେ ବାଧା ସୃଷ୍ଟି ହେଲେ ମଧ୍ୟ ନିଜେ ସଫଳତା ପାଇବେ। କର୍ମକ୍ଷେତ୍ରରେ ଯୋଜନା ମୁତାବକ କାମ ନକଲେ ଅପଦସ୍ଥ ହେବେ। ସାହିତ୍ୟ, ସଂଗୀତ, କଳା, କ୍ରୀଡ଼ା, ଚଳଚ୍ଚିତ୍ରରେ ସଫଳତା ମିଳିବ। ପ୍ରତ୍ୟେକ କ୍ଷେତ୍ରରେ ବିଶ୍ୱାସର ସହ କାମ କରିବେ। ବନ୍ଧୁଙ୍କ ସାହାଯ୍ୟ ସହଯୋଗ ପାଇବେ। ପ୍ରତିକାର- ନିଶାଦ୍ରବ୍ୟ ଓ ଆମିଷ ସେବନ କରନ୍ତୁ ନାହିଁ।

ଧନୁ:-

ଆକସ୍ମିକ ଅର୍ଥଲାଭ, ସୁନାମପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ। କର୍ମରେ ଉନ୍ନତି ସହିତ ବାସସ୍ଥାନ ବା ଯାନବାହନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ଓ ଶୁଭଫଳ ପ୍ରାପ୍ତି ହେବ। ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ। ବ୍ୟବସାୟ, ରାଜନୀତି ଖେଳ ପାଇଁ ଦୂରଯାତ୍ରାରେ ସଫଳତା ପ୍ରାପ୍ତି ହେବ। ବୁଦ୍ଧି ବିବେକ ଖେଳାଇ କର୍ତ୍ତବ୍ୟ ପରାୟଣାତାକୁ ମୁଖ୍ୟ କରି ଚଳିବା ହିତକର। ଦକ୍ଷତାକୁ କେନ୍ଦ୍ରକରି ଉଚ୍ଚମାନ୍ୟତାରେ ବୃଦ୍ଧି ହେବ। ମାଲିମୋକଦ୍ଦମାରେ ସମ୍ମାନ ଓ ପ୍ରତିଷ୍ଠା ଅତୁଟ ରହିବ। ବ୍ୟବସାୟୀମାନେ ନଗଦ କାରବାରରେ ଅଧିକ ଲାଭପ୍ରଦ ହେବେ। ବିରୋଧିମାନେ ଦୂରେଇଯିବେ। ମନୋରଂଜନ କାର୍ଯ୍ୟରେ ସମୟ କଟିବ। ପ୍ରତିକାର:-ବୃଦ୍ଧ ବୃଦ୍ଧାଙ୍କୁ ସହାୟତା କରିଆଶୀର୍ବାଦ ପ୍ରାପ୍ତ କରିବେ।

ମକର:-

ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ। ରାଜନୈତିକ କ୍ଷେତ୍ରରେ ସହକର୍ମୀ ମାନଙ୍କର ସମର୍ଥନ ଫଳରେ ବିପଦ ସଙ୍କୁଳ ଟଳିଯିବ। ପାରିବାରିକ ଓ ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ। ଖେଳକୁଦ, ପରୀକ୍ଷା ଓ ପ୍ରତିଦ୍ଵନ୍ଦିତାରେ ବିଜୟୀ ହେବେ। ମୌଜ କଥା କହି ଲୋକମାନଙ୍କୁ ବଶିଭୂତ କରିପାରିବେ। କେତେକ କ୍ଷେତ୍ରରେ ବାଧା ସୃଷ୍ଟି ହେଲେ ମଧ୍ୟ ନିଜେ ସଫଳତା ପାଇବେ। କର୍ମକ୍ଷେତ୍ରରେ ବିଜୟ ଲାଭ ହେବ। ବ୍ୟବସାୟରେ ଆଦୌଫୁରୁସତ୍ ପାଇବେ ନାହିଁ। ଅତି ନିକଟରେ ରହୁଥିବା ବନ୍ଧୁଙ୍କଦ୍ୱାରା କାମହାସଲ କରିବେ। ପୁରାତନ ରୋଗର ପ୍ରକୋପ ଉପଶମ ହେବ। ମହିଳାମାନଙ୍କର ଧନପ୍ରାପ୍ତିହେବ। ପ୍ରତିକାର- ଅସହାୟକୁ ନିରାଶ କରିବେ ନାହିଁ।

କୁମ୍ଭ:-

ବାସଗୃହ ଓ ଯାନବାହନର କେତେକ ସମସ୍ୟା ସମାଧାନ ହୋଇଯିବା ଫଳରେ ନବୀକରଣ କରିବାର ଯୋଜନା କରିବେ। ସମସ୍ତପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ସଫଳତା ପାଇବେ। ରାଜନୈତିକ କ୍ଷେତ୍ରରେ ଲୋକମାନଙ୍କୁ ଆପଣେଇ ନବା ଫଳରେ ସମ୍ମାନିତ ହୋଇପାରନ୍ତି। ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ। ଦୂରଯାତ୍ରାରେ କୌଣସି ନୂତନ ଗୃହୋପକରଣ କିଣିବା ପାଇଁ ଯୋଜନା କରିବେ। ବିବାଦୀୟ କଥାରେ କିମ୍ବା ସମସ୍ୟା ଥିବା ଘଟଣାରେ ମୁଣ୍ଡ ନପୂରାଇବା ଭଲ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ, ମାଲିମକଦ୍ଦମାରେ ଉନ୍ନତି ହେବ। ମହିଳାଙ୍କ ସ୍ୱାସ୍ଥ୍ୟରେ ଉନ୍ନତି ହେତୁ ମାନସିକସ୍ଥିତି ଭଲ ରହିବ। ପ୍ରତିକାର- ଗାଈକୁ ଖାଇବାକୁ ଦିଅନ୍ତୁ।

ମୀନ:-

ନୂତନ ସମ୍ପତ୍ତି ଯାନବାହାନ ଗୃହୋପକରଣ କ୍ରୟ କରିବେ। ବ୍ୟବସାୟରେ ପ୍ରତିଦ୍ଵନ୍ଦିତା ସତ୍ତ୍ୱେ ଲାଭ ସୁନିଶ୍ଚିତ ହେବ। କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ। ପାରିବାରିକ ଜୀବନ ଆନନ୍ଦରେ କଟିବ। ଦୂରଯାତ୍ରାରେ ସଫଳ ହେବେ। ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ। କର୍ମକ୍ଷେତ୍ରରେ ଯେ କୌଣସି ପ୍ରକାରେ ସମସ୍ତ କାମ ଶେଷ କରିବାକୁ ବାଧ୍ୟ ହେବେ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟକ୍ଷେତ୍ରରେ ଆଶାନୁରୂପ ଲାଭପାଇବେ। କଳା, ସାହିତ୍ୟ କିମ୍ବା ଆନୁଷ୍ଠାନିକ କାମଗୁଡ଼ିକରେ ସମସ୍ୟା ସମାଧାନ ହୋଇଯିବ। ସ୍ୱାସ୍ଥ୍ୟରେ ଉନ୍ନତି ହେବ। ବନ୍ଧୁଙ୍କଠାରୁ ସାହାଯ୍ୟ ମିଳିବ। ପ୍ରତିକାର-ନିଶାଦ୍ରବ୍ୟ ଓ ଆମିଷ ସେବନ କରନ୍ତୁ ନାହିଁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!