ଦୈନିକ ରାଶିଫଳ: ୨ ଫ୍ରେବୃୟାରୀ ୨୦୨୦, ସୂର୍ଯ୍ୟଦେବଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କର ଭାଗ୍ୟ ହେବ ଉଜ୍ଜଳ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-

ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ।  କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ, ବାଦବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ରାଜନୀତି କ୍ଷେତ୍ରରେ ମାନସମ୍ମାନ ଓ ପ୍ରତିଷ୍ଠା କ୍ଷୁର୍ଣ୍ଣ ହୋଇପାରେ। ଯାହାର ବେଶି ଉପକାର କରିଥିବେ ତାହାଦ୍ୱାରା ବେଶି ଆଘାତ ପାଇବେ। ବ୍ୟବସାୟରେ ସାମାନ୍ୟ ଲାଭ ପାଇ ବ୍ୟବସାୟ ବାଣିଜ୍ୟ କାରବାର ଯୋଗେ ଚିନ୍ତିତ ରହି ପାରନ୍ତି। ପରିବାରର ସମ୍ପର୍କୀୟଙ୍କ କୌଣସି ଘଟଣା ଯୋଗୁଁ ବ୍ୟତିବ୍ୟସ୍ତ ହୋଇ ଯିବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ସାମାଜିକ ସ୍ତରରେ ସମ୍ମାନଲାଭ କରିବେ। ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବ ଓ ମାନସିକ ଏକାଗ୍ରତା ବଜାୟ ରହିବ। ଅନେକ ଶୁଭ କର୍ମର ସୁଯୋଗ ପାଇବେ। ବ୍ୟବସାୟରେ ବକେୟା ଅର୍ଥ ଆଦାୟ ହେବ। ପାରିବାରିକ କ୍ଷେତ୍ରରେ ସ୍ନେହ ସଦ୍ଭାବ ଦେଖା ଦେବ। ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତି ପାଇବେ। ଶତୃମାନେ ମଥାନତ କରିବେ। ପୁରାତନ ରୋଗର ଉପସମ ଓ ବନ୍ଧୁ ସମାଗମ ହେବ। ଈର୍ଷାପରାୟଣ ବ୍ୟକ୍ତିମାନେ ଦୂରେଇଯିବେ। ବାଦବିବାଦ, ପରୀକ୍ଷା, ପ୍ରତିଯୋଗୀତା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ପ୍ରତିକାର କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମିଥୁନ:-

ଶୁଭ କାମ କରି ପ୍ରଶଂସିତ ହେବେ। ସାହିତ୍ୟଚର୍ଚ୍ଚା, ସଭାସମିତିରେ ସଫଳତା ମିଳିବ। ବ୍ୟବସାୟରେ ବିଶେଷ ଲାଭବାନ ହେବେ। ସମସ୍ତ ଫଇସଲା ଓ ନିର୍ଣ୍ଣୟ ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ। ଧୈର୍ଯ୍ୟ ସାହସ ଦ୍ଵାରା ହୋଇପାରୁ ନଥିବା କାମକୁ କରି ଦେଖାଇବେ।  ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। ଦାମ୍ପତ୍ୟ ସୁଖରେ ମଧୁରତା ଆସିବ ଓ ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ।  ସ୍ୱାସ୍ଥ୍ୟ ଭଲ ରହିବ। ବହୁତ ଦିନରୁ ଚିନ୍ତା କରୁଥିଲେ ଯେଉଁ କାମ ତାହା ଅଳ୍ପ ପ୍ରୟାସରେ ପୂର୍ଣ ହୋଇଯିବ। ରାଜନୈତିକ କ୍ଷେତ୍ରରେ ପ୍ରଶଂସିତ ହେବେ। ପ୍ରତିକାର ଗୋମାତାକୁ ଖାଇବାକୁ ଦିଅନ୍ତୁ।

କର୍କଟ:-

ଶରୀର ସୁସ୍ଥ ହେବାର ସମ୍ଭାବନା ଅଛି। ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ। ବ୍ୟବସାୟରେ ଲାଭର ପରିମାଣ ଅଧିକ ହେବ। ପାରିବାରିକ ସ୍ତରରେ ଭୁଲ ବୁଝାମଣାର ସମାଧାନ ହୋଇ ଉନ୍ନତିମୂଳକ ପଦକ୍ଷେପ ନେବେ। ବୃତ୍ତିଗତ କର୍ମକୁ ଅଧିକ ଗୁରୁତ୍ଵ ଦେଇ ଉନ୍ନତି କରିପାରିବେ। ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ। ଶତୃମାନେ ପରାଜିତ ହେବେ। ନିର୍ମାଣ ମୂଳକ ଯୋଜନାରେ ଆଗେଇପାରିବେ। ଗୃହରେ ମାଙ୍ଗଳିକ କାର୍ଯ୍ୟ ପାଇଁ ଆୟୋଜନ କରି ପାରନ୍ତି।  ପିଲାମାନଙ୍କ କାର୍ଯ୍ୟରେ ଖୁସି ହେବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ସିଂହ:-

ସାମାଜିକ ଉତ୍ସବରେ ଯୋଗ ଦେବେ। ଧନଲାଭ ହେବାରୁ ଖୁସି ହେବେ। ଶୁଭ ସମ୍ବାଦ ପାଇ ଶୀଘ୍ର ଯାତ୍ରା କରିବାକୁ ପଡିବ। ରାଜନୀତିରେ ସଫଳତା ମିଳିବ। ନୂଆ ସମ୍ପର୍କ ସୃଷ୍ଟିହେବ ଓ ଅଧାଥିବା କାର୍ଯ୍ୟ ପୂରଣ ହେବ। ଶତୃମାନେ ଦୁର୍ବଳ ହେବା ଫଳରେ ଆୟରପନ୍ଥା ସହଜ ହେବ। ବନ୍ଧୁ ପରିବାର ଠାରୁ ସୁଖ ମିଳିବ। ପରିଶ୍ରମ ଦ୍ଵାରା ବ୍ୟବସାୟ ବଢିବ।  ପିଲାମାନେ ପରୀକ୍ଷାରେ ସଫଳତା ପ୍ରାପ୍ତ ହେବେ। ନିଜ ଆତ୍ମୀୟ ଲୋକଙ୍କ ସହ ସାକ୍ଷାତ ହେବ। ଆର୍ଥିକ ଚିନ୍ତା ଦୁରହେବ ଓ ପିତାଙ୍କ ସ୍ୱାସ୍ଥ୍ୟ ରେ ଉନ୍ନତି ଦେଖାଦେବ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କନ୍ୟା:-

ସୁଯୋଗ ହାତପାହାନ୍ତାରେ ପାଇବେ। ରାଜନୀତି କାର୍ଯ୍ୟରେ ସଫଳତା ମିଳିବ। ତରବାରିଆ ହିସାବରେ କୌଣସି କାର୍ଯ୍ୟ ନକରି ସବୁଆଡକୁ ନଜର ଦେଇ କାର୍ଯ୍ୟକରିବା ଉଚିତ୍। ଭୟ ସତ୍ତ୍ୱେ ଜୟ, ହାତକୁ ନେଇଥିବା କାର୍ଯ୍ୟଟି ପାଇଁ କଠିନ ପରିଶ୍ରମ କରିବାକୁ ପଡିବ। କେତେକ କ୍ଷେତ୍ରରେ ବାଧା ସୃଷ୍ଟି ହେଲେ ମଧ୍ୟ ସଫଳ ହେବେ। ପାରିବାରିକ ସ୍ନେହ ସହାନୁଭୁତି ପ୍ରାପ୍ତି ହେବା ସହ ପିଲାଙ୍କ ସହ ଖୁସିଗପ କରିବାରେ ମଉକା ଜୁଟିବ। ଧାର୍ମିକ କାର୍ଯ୍ୟରେ ମନ ଲାଗିବ ଏବଂ ତୀର୍ଥଯାତ୍ରା ମଧ୍ୟ କରି ପାରନ୍ତି। ପ୍ରକୃତିସ୍ଥ ହୋଇ ହିସାବରେ ଚଳିଲେ ସୁରକ୍ଷିତ ରହି ହେବ। ପ୍ରତିକାର ଗୋମାତାକୁ ଖାଇବାକୁ ଦିଅନ୍ତୁ।

ତୁଳା:-

ବ୍ୟବସାୟରେ ଉନ୍ନତି ସହିତ ବାସସ୍ଥାନ ବା ଯାନବାହାନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ପାଇବେ। ସୁଯୋଗ ହାତପାହାନ୍ତାରେ ଥିଲେ ମଧ୍ୟ ଶେଷ ସମୟରେ ହରାଇ ମନ ବ୍ୟସ୍ତ ହେବ। ଆତ୍ମୀୟ ସ୍ଵଜନଙ୍କ ପାଇଁ ଭୋଗ ବିଳାସ ଦ୍ରବ୍ୟ ଓ ଗୃହୋପକାରଣ କ୍ରୟକରିବେ। ସାଧୁ, ସତ୍ୟବାଦୀ, ଧର୍ମାତ୍ମା, ଗୁରୁବ୍ରାହ୍ମଣଙ୍କ ସହ ସମ୍ପର୍କ ସ୍ଥାପନହେବ। ଅଧ୍ୟୟନ ପ୍ରତି ବିତୃଷ୍ଣା ଓ ନିରାଶା ଦେଖାଦେବ। ରାଜନୀତିରେ ସ୍ଵାର୍ଥରକ୍ଷା କରି କଠିନ ପରିଶ୍ରମ କରିବାକୁ ପଡିବ। ପ୍ରତ୍ୟକ୍ଷ ଓ ପରୋକ୍ଷ ଶତ୍ରୁତା ବା ଈର୍ଷାପରାୟଣ ବ୍ୟକ୍ତିଙ୍କ ଦ୍ଵାରା ପୂରସ୍କୃତ ହେବେ। ପ୍ରତିକାରଶିବମନ୍ଦିରରେ କଞ୍ଚାକ୍ଷୀର ଢାଳି ପାଦୁକ ପାନ କରନ୍ତୁ।

ବିଚ୍ଛା:-

ଶିକ୍ଷାର୍ଥୀମାନେ ଉଚ୍ଚଶିକ୍ଷା ପାଇବାର ସୁଯୋଗ ପାଇବେ। ପ୍ରତିଯୋଗୀତା ପରୀକ୍ଷାରେ ଯଶରସହ ଉତ୍ତୀର୍ଣ୍ଣ ହୋଇ ପ୍ରଶଂସିତ ହେବେ। ଋଣ ଭରଣାରେ ସହଜ ହେବ। ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ଲାଭବାନ ହେବେ। ବ୍ୟବସାୟୀମାନେ ନଗଦ କାରବାରରେ ଅଧିକ ଲାଭପ୍ରଦ ହେବେ। ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ଧନୁ:-

ସହାବସ୍ଥାନର ନିରାପଦ ବଳୟ ଭିତରେ ଆପଣା ଲୋକଙ୍କ ସାହାଯ୍ୟ ପାଇ ପାରିବାରିକ ଜୀବନ ସୁଧାରୀ ନେବେ। ଶିକ୍ଷାର୍ଥୀମାନେ ଲକ୍ଷ୍ୟପୂରଣ ଆଡକୁ ଆଗେଇ ପାରିବେ। ରାଜନୀତିରେ ଲୋକସମର୍ଥନକୁ ଆଧାର କରି ବଳୀୟାନ ହେବେ। ବ୍ୟବସାୟୀମାନେ ସାଧୁ ଓ ସଚ୍ଚୋଟ ଭାବେ କର୍ମ ଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ। ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ।ବାସସ୍ଥାନ ବା ଯାନବାହାନ ନବୀକରଣ କଲେ ଶୁଭଫଳ ପ୍ରାପ୍ତି ହେବ। ପ୍ରତିକାର ଶିବମନ୍ଦିରରେ କଞ୍ଚାକ୍ଷୀର ଢାଳି ପାଦୁକ ପାନ କରନ୍ତୁ।

ମକର:-

ସୁସ୍ଥ ମାନସିକତା ରକ୍ଷାକରି ବ୍ୟବସାୟ କ୍ଷେତ୍ରରେ ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ହେବ। ସଫଳତା ଏବଂ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢେଇବ। ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ। ପ୍ରତେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ। କୌଣସି ନୂତନ ବନ୍ଧୁ ବ୍ୟକ୍ତିଙ୍କ ସହିତ ଭେଟ ହେବ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ସୁଖ ସମୃଦ୍ଧି ବୃଦ୍ଧି ହେବ। ପାରିବାରିକ ଏବଂ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ।  ପ୍ରତିକାରକୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କୁମ୍ଭ:-

ବ୍ୟବସାୟକ୍ଷେତ୍ରରେ ଅନେକଦିନ ଧରି ଚାଲିଥିବା ଦ୍ୱନ୍ଦ୍ୱର ସମାଧାନ ହେବ। ଛାତ୍ର-ଛାତ୍ରୀମାନେ ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳ ହେବେ। ଜମିବାଡ଼ି ସଂକ୍ରାନ୍ତୀୟ ସମସ୍ୟା ଓ ଆତ୍ମୀୟ ଶତ୍ରୁତା ସମସ୍ୟାର ସମାଧାନ ହୋଇଯିବ। ରାଜନୀତି କ୍ଷେତ୍ରରେ ମାନସମ୍ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ। ପାରିବାରିକ ସୁଖ-ଶାନ୍ତି ବୃଦ୍ଧି ହେବ। ଆର୍ଥିକ ଲାଭ ହେବାର ସମ୍ଭାବନା ଅଛି। ଘରୋଇ ଚାକିରୀରେ ସହକର୍ମୀମାନେ କାମର ପ୍ରଶଂସା କରିବେ। ରାଜକୀୟ ମାମଲାରେ ସଫଳତା ମିଳିବ।  ହଠାତ୍ କାହାର ଡକରା ପାଇ ଯାତ୍ରା କରିବାକୁ ବାଧ୍ୟ ହେବେ। ପ୍ରତିକାରଅସହାୟକୁ ନିରାଶ କରିବେ ନାହିଁ।

ମୀନ:-

ସ୍ଵାସ୍ଥ୍ୟରେ ପରିବର୍ତ୍ତନ ହେବ। ରାଜନୀତି କ୍ଷେତ୍ରରେ ଜନସମ୍ପର୍କ ସୁଦୃଢ ହୋଇ ଯାହା ଚିନ୍ତା କରିଛନ୍ତି ଆଜି ତାହା ପୂରଣ କରିବାକୁ ଚେଷ୍ଟା କରିବେ। ମାନସିକ ଚିନ୍ତା ଦୂର ହେବ। ସାଧାରଣ ଲୋକମାନେ ଆପଣଙ୍କ ବାଣୀ ଓ ଯୋଗ୍ୟତାରେ ପ୍ରଭାବିତ ହେବେ। ଭାଇ, ବନ୍ଧୁ ଓ ମିତ୍ରଙ୍କ ସହିତ ମତଭେଦ ସମାପ୍ତ ହେବ। ସାଧୁ ଓ ସଚ୍ଚୋଟ ଭାବେ କର୍ମଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ। କାରବାର ସ୍ଥିତିରେ ସୁଧାର ଆସିବାରୁ ମନ ବହୁତ ଖୁସି ରହିବ। ବିଦ୍ୟାଧ୍ୟୟନ ସମ୍ବନ୍ଧିୟ ଶୁଭ ସମାଚାର ପ୍ରାପ୍ତ ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!