ଆଜି କେମିତି ରହିବ ଆପଣଙ୍କ ଦିନ : ୨ ଜାନୁୟାରୀ ୨୦୧୮

ଶେୟାର କରନ୍ତୁ ଅନ୍ୟମାନକ ସହିତ

ଦୈନିକ ରାଶିଫଳ: ୨ ଜାନୁୟାରୀ ୨୦୧୮

ମେଷ-

ବିପତ୍ତି କଟିବା ଫଳରେ ସୁଖ ସୌଭାଗ୍ୟ ବୃଦ୍ଧି ହେବ। ପାରିବାରିକ ବ୍ୟବସ୍ଥା ପରି ବର୍ତ୍ତନ ସାଙ୍ଗକୁ ଅର୍ଥସଙ୍କଟରୁ ମୁକ୍ତି ମିଳିବ। ମହିଳାମାନେ ପରିବାରରେ ଆଦରଣୀୟା ହୋଇ ସୁଖଭୋଗ କରିବେ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ-

କର୍ମ ବ୍ୟବସାୟରେ ସ୍ଵାର୍ଥପରତା ଓ  ଆଳସ୍ୟଭାବ ଯୋଗେ କଳଙ୍କିତ ହେବେ। ନିଜର ବାପା, ମା, ଭାଇ, ଭଉଣୀଙ୍କ କଥା ବୁଝିବାକୁ ବେଶି ଆଗଭର ହେବେ। ମହିଳାମାନଙ୍କର ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଭୂଷଣହେବ । ପ୍ରତିକାର- ସୋରିଷତେଲରେ ପରଟା କରି କୁକୁରକୁ ଖାଇବାକୁ ଦିଅନ୍ତୁ।

ମିଥୁନ-

ଇନ୍ଦ୍ରିୟପରାୟଣତା ଓ ବିଷୟବାସନା ଉପରେ ଅଧିକ ଗୁରୁତ୍ଵ ଦେବେ। ଯୁକ୍ତି-ତର୍କରେ ଦକ୍ଷତା ସହ ବ୍ୟବହାରିକ ବିଜ୍ଞାନ ଓ ଦର୍ଶନର ଗଭୀରତା ଭିତରକୁ ଟାଣିହୋଇ ଯିବେ। ପ୍ରତିକାର- ପଙ୍ଗୁ ଭିକାରୀଙ୍କୁ ଖାଦ୍ୟ ଦିଅନ୍ତୁ।

କର୍କଟ-

ବାଣିଜ୍ୟ, ବ୍ୟବସାୟ, କଳା, ସାହିତ୍ୟ ଓ ସଭାସମିତିରେ ସଫଳତା ହାସଲ କରିବେ। କର୍ମକ୍ଷେତ୍ରରେ ସୁଯୋଗ ହାତଛଡା ହେବାର ନାହିଁ । ମହିଳାମାନେ ସନ୍ତାନବତ୍ସଳା, ସ୍ନେହମମତାପୂର୍ଣ।, ପତୀବ୍ରତା ଓ ବନ୍ଧୁମାନଙ୍କ ହିତୈଷିଣୀ ହେବେ । ପ୍ରତିକାର- ପିତା ମାତାଙ୍କ ଆଜ୍ଞା ପାଳନ କରନ୍ତୁ।

ସିଂହ-

ବ୍ୟବସାୟୀମାନେ କାରବାର ଦିଗରୁ ପ୍ରଚୁର ଲାଭବାନ୍ ହେବେ। କୁଳଶ୍ରେଷ୍ଠ ଓ କୀର୍ତ୍ତିଶାଳୀଭଳି ଦିବ୍ୟଗୁଣ ଗୁଡିକ ଠୁଳହେବ। ମହିଳାମାନେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି  ବେଶ୍ ଆନନ୍ଦ ଅନୁଭବ କରିବେ

କନ୍ୟା-

ବ୍ୟବସାୟୀମାନେ ନିଜର ପ୍ରତିପତ୍ତି ବିସ୍ତାର କରି ପାରିବେ। ବ୍ୟକ୍ତିଗତ ସୁଖ, ଦୁଃଖ ତଥା ମନର ଭାବ କେହି ଠିକ୍ ଭାବେ ଠଉରେଇ ପାରିବେ। ମହିଳାମାନେ ଚାକିରି କ୍ଷେତ୍ରରେ ଉନ୍ନତି କରିପାରିବେ।

ତୁଳା-

ବ୍ୟବସାୟୀମାନେ ଧୈର୍ଯ୍ୟଧରୀ ପରିଶ୍ରମ ନ କଲେ ବ୍ୟବସାୟକୁ ରକ୍ଷା କରିବା କାଠିକର ପାଠହେବ । କର୍ମକ୍ଷେତ୍ରରେ  ବିବାଦୀୟ ସ୍ଥିତି ଦେଖାଦେବ। ମହିଳାମାନଙ୍କର ପ୍ରବାସରେ  ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବ । ପ୍ରତିକାର- ସକାଳୁ ଉଠି ଗୁଡ ରୁଟି ଗାଈକୁ ଖାଇବାକୁ ଦେବ।

ବିଛା-

ବ୍ୟବସାୟୀମାନେ ଖାମଖିଆଲ କରି ପତନ ଅଭିମୁଖୀ ହୋଇ ପାରନ୍ତି। ମହିଳାମାନେ ସ୍ଵାର୍ଥକୁ କେନ୍ଦ୍ରକରି ସବୁଥିରେ ପଶି ସୁଯୋଗ  ହରାଇ ହଇରାଣ ହେବେ। ପୁରୁଣା ରୋଗର ପୀଡା ବୃଦ୍ଧି ପାଇବାଫଳରେ ଶିକ୍ଷାରେ ଦ୍ରୁତ ଗତି ଅତିଷ୍ଠକର ହେବ। ପ୍ରତିକାର- ଚଣାଡାଲି ଓ ଗୁଡ ହଳଦିଆ କପଡାରେ ବାନ୍ଧି ମନ୍ଦିରରେ ଦାନ କରନ୍ତୁ।

ଧନୁ-

ଆମୋଦ-ପ୍ରମୋଦ, କ୍ରିଡା, ଆଡମ୍ବରରେ ଆଗ୍ରହ ବଢିବ । ମହିଳାମାନେ ଅଧିକ ଭାଗ୍ୟବାଦିନୀ ହୋଇ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ। ଶିକ୍ଷାର୍ଥୀମାନଙ୍କର ଯୋଜନା ଫଳପ୍ରସୂ ହେବା ସହଜ ସରଳ ହୋଇଯିବ ।

ମକର-

ଯଥାର୍ଥ କର୍ମଯୋଗୀ, ଉତ୍ସାହୀ, ଶିଳ୍ପୀ, ସହିତ୍ୟିକ, ସଂଗୀତଜ୍ଞ, ଯାନ୍ତ୍ରିକ ଭାବେ କ୍ଷାତି ଅର୍ଜନ କରିବେ । ମହିଳାମାନେ ଉତ୍ତରାଧିକାରୀ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି। ଶିକ୍ଷାର୍ଥୀମାନଙ୍କର ଅଧ୍ୟବସାୟର ଉତ୍ତମ ଫଳ ଆସ୍ଵାଦନ ନିମନ୍ତେ ଉଚ୍ଚଶିକ୍ଷା ଯୋଜନା ଚିଠା ପ୍ରସ୍ତୁତ କରିବେ ।

କୁମ୍ଭ-

ଶତ୍ରୁଙ୍କ ସହିତ ସଂଘର୍ଷକରି ସମାଧାନର ରାସ୍ତା ପ୍ରସ୍ତୁତ କରିବେ। ମାଲିମୋକଦ୍ଦମାରେ କଚ୍ଛପ ଗତି ଓ ରାଜନୀତିରେ ଶତ୍ରୁ ବା ବିରୋଧୀମାନେ ଭୂମିଗତ ହେଲା ଭଳି ସମୟ । ଛୋଟ ଛୋଟ କାମକୁ ବୁଝିବିଚାରି ନକଲେ ଦ୍ଵନ୍ଦରେ ପଡିବେ। ପ୍ରତିକାର- ପଙ୍ଗୁ ଭିକାରୀଙ୍କୁ ଖାଦ୍ୟ ଦିଅନ୍ତୁ।

ମୀନ-

ବ୍ୟବସାୟୀମାନେ ସ୍ଥଳ ବିଶେଷରେ ବିଦ୍ରୋହ ବା ଅଶାନ୍ତିର ମୁହାଁମୂହିଁ ହୋଇ ଧନମାନ ଦିଗରୁ ସୁରକ୍ଷିତ ରହିବେ। ମହିଳାମାନଙ୍କର ପଶୁ ସମ୍ପଦ, ଧନ ସମ୍ପତିରେ ଘର ହସି ଉଠିବ । ଶିକ୍ଷାର୍ଥୀମାନଙ୍କର ଆଦର, ସମ୍ମାନ ଓ ପ୍ରଶଂସା ମିଳିବା ଫଳରେ ଆଶା କରିଥିବା କାର୍ଯ୍ୟଟି ଖୁବ୍ ଶୀଘ୍ର ପୂରଣ ହେବ। ପ୍ରତିକାର- ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ ଓ ମନ୍ଦିର ସାମ୍ନାରେ ମୁଣ୍ଡ ନୂଆଁଇ ପ୍ରଣାମ କରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!