ଦୈନିକ ରାଶିଫଳ: ୨ ଜାନୁୟାରୀ ୨୦୨୦, ମା ଲକ୍ଷ୍ମୀଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ହେବ ଆକସ୍ମିକ ଧନ ପ୍ରାପ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-

ପାରିବାରିକସ୍ଥିତି ସନ୍ତୋଷ ଜନକ ହେବ। ରାଜନୀତିରେ ସଫଳତା ମିଳିବ। ପିଲାମାନଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ହେବେ। ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବ। ମାନସିକ ଶାନ୍ତି ଓ ସମସ୍ତ ଚିନ୍ତା ଦୂର ହେବ। ପରିଶ୍ରମ କଲେ ଧନ ପ୍ରାପ୍ତି ହେବ। ବନ୍ଧୁଙ୍କ ସହିତ ଲାଗିଥିବା ବିବାଦ ସମାଧାନ ହେବ। ଲୋକମାନେ ଆପଣଙ୍କ ବୁଦ୍ଧିକୁ ପ୍ରଶଂସା କରିବେ।  ବାପା, ମା, ଭାଇ, ଭଉଣୀଙ୍କ କଥା ବୁଝିବାକୁ ବେଶି ଆଗଭର ହେବେ। ବ୍ୟବସାୟୀମାନେ ସାଧୁ ଓ ସଚ୍ଚୋଟ ଭାବେ କର୍ମ ଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ। ପ୍ରତିକାର- କୁକୁରକୁ ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ନିର୍ମାଣ ମୂଳକ ଯୋଜନାରେ ଆଗେଇ ପାରିବେ। ପରାକ୍ରମ ବଢିବ ଓ ଅଚାନକ ଭାବରେ ଦୂରଯାତ୍ରା କରି ପାରନ୍ତି। ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ। ଶିଳ୍ପବାଣିଜ୍ୟ ଓ ବ୍ୟବସାୟରେ ନିଜର ଯୋଜନା ମୁତାବକ କାମ କରିବେ। କର୍ମଚାରୀ ମାନଙ୍କୁ ଭରସା କଲେ କୌଣସି ପ୍ରକାର ଅସୁବିଧା ହେବନାହିଁ। ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବ। ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ। ବାଦବିବାଦ ପରୀକ୍ଷା, ପ୍ରତିଯୋଗିତା ଓ ମାଲିମକଦ୍ଦମାର ଅବସାନ ହେବ। କୌଣସି ରୋଚକ ବା ଜ୍ଞାନବର୍ଦ୍ଧକ ସାହିତ୍ୟ ପ୍ରତି ମନ ବଳାଇବେ। ପ୍ରତିକାର- ଷଣ୍ଢକୁ ଖାଇବାକୁ ଦିଅନ୍ତୁ।

ମିଥୁନ:-

ପ୍ରତିଯୋଗିତା ଓ ପରୀକ୍ଷାରେ କୃତକାର୍ଯ୍ୟ ହୋଇ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ବ୍ୟବସାୟ ପ୍ରସାର ଫଳରେ ବହୁତ ବଡ଼ ମୁନାଫା ଉଠେଇ ପାରିବେ। କର୍ମକ୍ଷେତ୍ରରେ ନୂତନ ଜାଗାର ନିମନ୍ତ୍ରଣ ଆସିବ। କେତେକକ୍ଷେତ୍ରରେ ଉଚ୍ଚାକାଂକ୍ଷା ପୂର୍ତ୍ତି ନିମନ୍ତେ କଠିନ ପରିଶ୍ରମ କରିବାକୁ ପଡ଼ିବ। ରାଜନୀତି କ୍ଷେତ୍ରରେ ସଫଳତା ଏବଂ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। ସନ୍ତାନଙ୍କ ସ୍ୱାସ୍ଥ୍ୟରେ ଅଚାନକ ଉନ୍ନତି ହେବ। ପରିବାରରେ ଆଦରଣୀୟ ହୋଇ ସୁଖଭୋଗ କରିବେ। ସବୁ କିଛି ସୁନ୍ଦର ହିଁ ସୁନ୍ଦର ଦେଖା ଦେବ। ପ୍ରତିକାର- କୁକୁରକୁ ଖାଇବାକୁ ଦିଅନ୍ତୁ।

କର୍କଟ:-

ଆୟ ଉପାର୍ଜନ ମଧ୍ୟମ ଧରଣର ହେବ। ଏକ ବିରାଟ କାର୍ଯ୍ୟର ସଂକଳ୍ପ ନେବେ ଯାହା ଫଳରେ ଆର୍ଥିକ କ୍ଷେତ୍ରରେ ଟଣା ଟଣି ପରିସ୍ଥିତି ଦେଖାଦେବ। ପ୍ରତିଯୋଗୀତା ପରୀକ୍ଷା ଅଥବା ବିଭାଗୀୟ ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ। ସରକାରୀ କର୍ମଚାରୀମାନେ କର୍ମ କ୍ଷେତ୍ରରେ ଉନ୍ନତି ଓ ଶାନ୍ତି ପାଇବା ସହ କାର୍ଯ୍ୟ କ୍ଷେତ୍ରରେ ପରିବର୍ତ୍ତନ ହୋଇପାରେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ପାଇବେ। ଛାତ୍ର-ଛାତ୍ରୀମାନେ ପାଠ ପଢ଼ାରେ ମନଯୋଗ ଦେବେ। ବ୍ୟବସାୟ କ୍ଷେତ୍ରରେ ଅପ୍ରତ୍ୟାଶିତ ଘଟଣା ଘଟି ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। ପ୍ରତିକାର-ପିତା ମାତାଙ୍କୁ ପ୍ରଣାମ କରନ୍ତୁ।

ସିଂହ:-

ରାଜନୀତି କ୍ଷେତ୍ରରେ ସାମାଜିକ ପତିଆରା ଅମଳିନ ରହିବ। କର୍ମକ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧି ହେବ। ନିଜର ଯୋଜନା ମୁତାବକ କାମକଲେ କୌଣସିପ୍ରକାର ଅସୁବିଧା ହେବନାହିଁ। ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟଦା ବୃଦ୍ଧି ପାଇବ। ମାଲିମୋକଦ୍ଦମା ଓ ସାକ୍ଷାତକାରରେ ସଫଳ ହେବେ। ତରବାରିଆ ହିସାବରେ କୌଣସି କାର୍ଯ୍ୟ ନକରି ସବୁଆଡକୁ ନଜର ଦେଇ କାମ କରିବା ଉଚିତ୍। ପାରିବାରିକ ସମସ୍ୟା ସୁଧାରି ନେଇ କୌଣସି ଶୁଭ ସମାଚାର ମଧ୍ୟ ଶୁଣିବାକୁ ମିଳିବ। ପ୍ରତିକାର-ଭୋକିଲା ଲୋକକୁ ନିରାଶ କରିବେ ନାହିଁ।

କନ୍ୟା:-

ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହେବ। ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ। ପ୍ରତିଷ୍ଠା, ପ୍ରତିପତ୍ତି ମାନସମ୍ମାନ ଅତୁଟ ରହିବ। ବୁଦ୍ଧିମତା କାରଣରୁ ଅର୍ଥ ଲାଭହେବା ସହ ସମୟ ମଧ୍ୟ ଆନନ୍ଦମୟ ହେବ। ହୋଟେଲ୍, ତେଲବ୍ୟବସାୟୀ, କଳାକାର, ରେଡିମେଡ୍ ବସ୍ତ୍ରବ୍ୟବସାୟୀ, ମଡେଲିଙ୍ଗ ଓ ପନିପରିବା ବ୍ୟବସାୟୀ ଅଧିକ ଲାଭାନ୍ଵିତ ହେବେ। ରାଜନୀତିରେ କୃତକାର୍ଯ୍ୟ ହେବେ। ବୃତ୍ତିଗତ ଦୃଷ୍ଟିରୁ ସୁରକ୍ଷିତ ରହିବ। ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ବିଜୟୀ ହେବେ। ପ୍ରତିକାର- ମୁହଁ ମିଠାକରି ଘରୁ ବାହାରନ୍ତୁ।

ତୁଳା:-

ସରକାରୀ କର୍ମଚାରୀମାନେ ଉତ୍ତମ କାର୍ଯ୍ୟ କରି ପଦୋନ୍ନତି ପାଇବେ। ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ବିଜୟୀ ହୋଇ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। କର୍ମକ୍ଷେତ୍ରରେ ପ୍ରସିଦ୍ଧି, ସାମାଜିକସ୍ଥିତି, ମାନସମ୍ମାନ ପାଇଁ କଠିନ ପରିଶ୍ରମ କରିବେ। ଜାଗା, ଜମି ଓ ଅନ୍ୟ ବ୍ୟବସାୟ କ୍ଷେତ୍ରରେ ଅନେକଦିନ ଧରି ଚାଲିଥିବା ଦ୍ୱନ୍ଦ୍ୱର ସମାଧାନ ହେବ। ଭାଇ, ବନ୍ଧୁ, ମିତ୍ର ଓ ସହକର୍ମୀ ମାନଙ୍କ ସହିତ ମତଭେଦ ସମାପ୍ତ ହେବ। ରାଜନୀତି କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା ଓ ଆତ୍ମବିଶ୍ୱାସ ବୃଦ୍ଧିପାଇବ। ପରିବାରରେ କଳହର ଅବସାନ ହେବ। ପ୍ରତିକାର- କୁକୁରକୁ ଖାଇବାକୁ ଦିଅନ୍ତୁ।

ବିଚ୍ଛା:-

କାମକାର୍ଯ୍ୟରେ ଗମ୍ଭୀରତା ପୂର୍ବକ ଧ୍ୟାନ ଦେଇ ବହୁତ ପଇସା ଇନକମ୍ କରିବେ। ଶତୃ ଓ ବିରୋଧୀମାନେ ଯେତେ ଚାହିଁଲେ ମଧ୍ୟ ଆପଣଙ୍କର କିଛି ଅହିତ ସାଧନ କରି ପାରିବେ ନାହିଁ। କୀର୍ତ୍ତି ଓ ପ୍ରତିଷ୍ଠାକୁ ସ୍ପର୍ଶ ମଧ୍ୟ କରି ପାରିବେ ନାହିଁ। ପରୋପକାର ବା ଲୋକକଲ୍ୟାଣ କାମରେ ବ୍ୟସ୍ତ ରହିବେ। ନିଜେତିଆରି କରିଥିବା କାର୍ଯ୍ୟରେ ସଫଳ ହେବେ। ବ୍ୟବସାୟ ପାଇଁ ଆଖପାଖକୁ ଯାତ୍ରା କରିବାର ସମ୍ଭାବନା ଅଛି। ପୁରୁଣା ବନ୍ଧୁଙ୍କ ସହାୟତାରେ ଆର୍ଥିକସ୍ଥିତି ବଦଳିବ। ମିତ୍ର ସହଯୋଗୀ ମାନେ ସାହାଯ୍ୟ ସହଯୋଗ କରିବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ଧନୁ:-

ସହଯୋଗୀଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇ ଆର୍ଥିକ ସମସ୍ୟା ଦୂର ହୋଇଯିବ। ସନ୍ତାନଙ୍କ ପାଇଁ ଶୁଭସମ୍ବାଦ ପାଇବେ। ବିରୋଧିମାନେ ଦୂରେଇ ଯିବେ। ଦୂରଯାତ୍ରାରେ ପ୍ରିୟଜନଙ୍କସହ ମିଳନ ହେବା ସହ ଅଟକିଥିବା କାର୍ଯ୍ୟ ପୂରଣ ହେବ। ପ୍ରେମ-ପ୍ରସଙ୍ଗରେ ନିଶ୍ଚିତ ରୂପରେ ସଫଳତା ମିଳିବ। ବ୍ୟବସାୟରେ ମିତ୍ର ଓ ସହଯୋଗୀଙ୍କ ଦ୍ଵାରା ଆଶାତୀତ ଲାଭ ପ୍ରାପ୍ତ ହେବ। ଯୁବକ ଯୁବତୀ ମାନଙ୍କର ଉତ୍ତରଦାୟିତ୍ୱ ବଢ଼ିବ। ଭୌତିକ ସୁଖ-ସୁବିଧା ସାଧନର ବୃଦ୍ଧି ହେବ ଓ ପରିଶ୍ରମ କଷ୍ଟର ପୁରା ଲାଭ ମିଳିବ। ପ୍ରାୟକାର୍ଯ୍ୟ ପୂରଣ ହେବା ସହ ଆୟ ବୃଦ୍ଧିହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମକର:-

ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ଅନୁଭବ କରିବେ। ବନ୍ଧୁଙ୍କ ନିମନ୍ତ୍ରଣ ପାଇ ଦୂରଯାତ୍ରା କରିବାକୁ ପଡ଼ିବ। ର୍ଧୈର୍ଯ୍ୟ ଓ ସହନଶୀଳତା କାଏମ ରହିବ। ମିତ୍ରମାନଙ୍କ ସହଯୋଗ ପାଇ ବ୍ୟାପାର ଓ କାରବାରରେ ସ୍ଥିତି ସୁଦୃଢ ହେବାସହ ପରିସ୍ଥିତି ବଦଳିଯିବ। ଆର୍ଥିକସ୍ଥିତି ସୁଦୃଢ ହେବ ଓ ବ୍ୟାଙ୍କ-ବାଲାନ୍ସ ବୃଦ୍ଧି ହେବ। କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତିହେବ। ପ୍ରେମ ପ୍ରସଙ୍ଗରେ ସଫଳତା ଓ ପାରିବାରିକ କ୍ଷେତ୍ରରେ ଆନନ୍ଦ ମିଳିବ। ଶୁଭ ସମାଚାର ମିଳିବ ଓ ନିଜଲୋକ ସାହାଯ୍ୟ କରିବେ। ପ୍ରତିକାର- ତୁଲସୀ ମୂଳର ମାଟି ମୁଣ୍ଡରେ ଧାରଣ କରନ୍ତୁ।

କୁମ୍ଭ:-

ପରିବାରର ସଦସ୍ୟଙ୍କ ସହିତ ସୌହାର୍ଦ୍ଦ୍ୟ ପୂର୍ଣ୍ଣ ସଂପର୍କ ରହିବ। ବନ୍ଧୁ, ମିତ୍ର ଏବଂ ଉଚ୍ଚପଦାଧିକାରୀଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇବେ। ଅଧିକ ପରିଶ୍ରମ କରି ସାମାନ୍ୟ ଲାଭ ପାଇବେ। ଆକସ୍ମିକ ଧନ ପ୍ରାପ୍ତି ହେବ। ରାଜନୈତିକ କ୍ଷେତ୍ରରେ ଶତୃତା କମିଯିବ। ପରୀକ୍ଷା ପ୍ରତିଯୋଗିତା ଓ ମାଲିମୋକଦ୍ଦମାରେ ସଫଳତା ମିଳିବ। କର୍ମକ୍ଷେତ୍ରରେ ଆର୍ଥିକସ୍ଥିତି ସୁଧାରିବାକୁ ଚେଷ୍ଟା କରିବେ। ଯାନବାହାନ ବ୍ୟବସାୟରେ ତଥା ଭ୍ରମଣ ସଙ୍କ୍ରାନ୍ତିୟ ବ୍ୟବସାୟରେ ଲାଭ ପାଇବେ। ଯାନବାହାନ ଓ ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳପ୍ରଚଳ ହେବା ଅତ୍ୟନ୍ତ ଜରୁରୀ। ପ୍ରତିକାର- ଗ୍ରାମ୍ୟ ଦେବା ଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ।

ମୀନ:-

କର୍ମକ୍ଷେତ୍ରରେ ଉଚ୍ଚପଦସ୍ଥ ବ୍ୟକ୍ତିଙ୍କ ଠାରୁ ସମ୍ମାନ ମିଳିବ। ବ୍ୟବସାୟରେ ସାହାଯ୍ୟ ସହଯୋଗ ମିଳିବ। ଶିକ୍ଷା ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ। ପାରିବାରିକ ସମସ୍ୟା ସତ୍ତ୍ୱେ ଶାନ୍ତି ବିରାଜମାନ କରିବ। ପୁରୁଣାପ୍ରାପ୍ୟ ମଧ୍ୟ ଆଦାୟ ହେବ। ରାଜନୈତିକ କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା, ପ୍ରତିପତ୍ତି, ଉଚ୍ଚସ୍ଥାନ ଲାଭ ବା ପଦୋନ୍ନତି ଭଳି ମର୍ଯ୍ୟଦା ପ୍ରାପ୍ତିହେବ। ବନ୍ଧୁ, ମିତ୍ର ଏବଂ ସହକର୍ମୀ ମାନଙ୍କ ଦ୍ଵାରା ଲାଭବାନ ହେବେ ତତ୍ ସଙ୍ଗେ ଗଠନମୂଳକ ଯୋଜନା ପ୍ରସ୍ତୁତ କରି ଆଗେଇ ଯିବାର ରାସ୍ତା ଖୋଲିଯିବ। କ୍ରୋଧକୁ ଦମନ କରି ହସଖୁସିର ବାତାବରଣ ସୃଷ୍ଟି ହେବ। ପ୍ରତିକାର:- କୁକୁରକୁ ଖାଦ୍ୟ ଦିଅନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!