ଆଜି କେମିତି ରହିବ ଆପଣଙ୍କ ଦିନ : ୨ ଜୁଲାଇ ୨୦୧୮

ଶେୟାର କରନ୍ତୁ ଅନ୍ୟମାନକ ସହିତ

ଦୈନିକ ରାଶିଫଳ: ୨ ଜୁଲାଇ ୨୦୧୮

ମେଷ:-

ବ୍ୟବସାୟରେ ଉତ୍ତମ ଲାଭ ହେବ। ସହଯୋଗୀ ମାନଙ୍କର ପୂର୍ଣ୍ଣ ସହଯୋଗ ପାଇବେ। ସୁନା, ରୂପା, କଂସା, ପିତ୍ତଳ, ତେଜରାତି, ଷ୍ଟେନସାରୀ, ଔଷଧ ବ୍ୟବସାୟୀ ମାନଙ୍କର ଅଧିକ ଲାଭ ପ୍ରାପ୍ତି ହେବ। କୌଣସି ଦୂର ସ୍ଥାନକୁ ଯାତ୍ରା କରିବେ। ଶାରିରୀକ ସୁସ୍ଥ ରହିବ। କର୍ମଚାରୀମାନଙ୍କର ଉନ୍ନତିହେବ। ନୂତନ ନିଯୁକ୍ତିର ସୁଯୋଗ ପାଇବେ। ପ୍ରତିକାର : ବିଧବାଙ୍କର ସେବାକରି ଆଶୀର୍ବାଦ ଭିକ୍ଷା କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। କୌଣସି ପୁରାତନ ରୋଗରୁ ମୁକ୍ତି ମିଳିବ। ପାରିବାରିକ କ୍ଷେତ୍ରରେ ଦାମ୍ପତ୍ୟ ସୁଖରେ ସୁଖୀ ହେବେ। ଧାର୍ମିକ କାର୍ଯ୍ୟରେ କମ୍ ରୁଚି ରହିବ। କର୍ମ କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ। ଅବିବାହିତ ଯୁବକ ଓ ଯୁବତୀ ବିବାହ କରିବାର ସୁଯୋଗ ପାଇବେ। ପ୍ରତିକାର : ଅଶ୍ୱସ୍ଥ ବୃକ୍ଷ ମୂଳରେ କ୍ଷୀର ଗୁଡ଼ ପଣାକରି ଢ଼ାଳନ୍ତୁ  ।

<< ଓଡିଆ କ୍ୟାଲେଣ୍ଡର ୨୦୧୮ >>> | <<< Janma Patrika>>>

ମିଥୁନ:-

ବ୍ୟବସାୟରେ ଲାଭ ହେବ। ଉତ୍ତମ ରୋଜଗାର ହେଲେ ମଧ୍ୟ ଆୟ ତୁଳନାରେ ବ୍ୟୟ ଅଧିକ ହେବ।  ଆର୍ଥିକ ଅନାଟନ ଦେଖା ଦେବ। ଘରୋଇ ସଂସ୍ଥାର କର୍ମ କ୍ଷେତ୍ରରେ ସହଯୋଗୀ ମାନେ ସହଯୋଗ କରିବେ।  ମାନସିକ ଦୁଃଶ୍ଚିନ୍ତା ଦୂର ହେବ। ଅଟକିଥିବା କାର୍ଯ୍ୟ ସଫଳତା ପୂର୍ବକ ସମ୍ପନ୍ନ ହେବ। ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ। ପ୍ରତିକାର : ଗାଈକୁ କିଛି ଖାଇବାକୁ ଦିଅନ୍ତୁ।

କର୍କଟ:-

ଧାତୁ ପଦାର୍ଥ କ୍ରୟ ବିକ୍ରୟ କରୁଥିବା ବ୍ୟବସାୟୀମାନେ ଲାଭବାନ ହେବେ। ନୂତନ କାର୍ଯ୍ୟ ପାଇଁ ଆଶାୟୀ ହେବେ। କର୍ମଚାରୀମାନଙ୍କର କାର୍ଯ୍ୟ କ୍ଷେତ୍ରରେ ଶତୃମାନେ ପରାଜିତ ହେବେ। ମାନସିକ ଅଶାନ୍ତି ଦୂର ହେବ। ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧି ହେବ। ଗଛିତ ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ। ପାରିବାରିକ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ। ପ୍ରତିକାର- ଷଣ୍ଢକୁ ଗୁଡ ଓ ରୁଟି ଖାଇବାକୁ ଦିଅନ୍ତୁ।

ସିଂହ:-

ବ୍ୟବସାୟରେ କ୍ଷତି, ଶତୃ ବୃଦ୍ଧି, ଆର୍ଥିକ କ୍ଷେତ୍ରରେ ଅବନତି ଘଟିବ। ମାନସିକ ଦୁଃଶ୍ଚିନ୍ତା ବଢ଼ିବ। କର୍ମଚାରୀଙ୍କର କର୍ମ କ୍ଷେତ୍ରରେ ବାଧା ଆସିବ। ଛାତ୍ର-ଛାତ୍ରୀମାନେ ପାଠ ପଢ଼ାରେ ଅମନଯୋଗି ହେବେ। ଦାମ୍ପତ୍ୟ ସୁଖରେ ବାଧା, ଅବିବାହିତ ଯୁବକ-ଯୁବତୀମାନେ ବିବାହ କରିବା ସୁଯୋଗ ପାଇବେ। ରାଜନୈତିକ କ୍ଷେତ୍ରର ସାବଧାନତା ପୂର୍ବକ ପାଦ ବଢେଇବା ବୁଦ୍ଧିମତାପୂର୍ଣ୍ଣ ହେବ।  

କନ୍ୟା:-

ବ୍ୟବସାୟ କ୍ଷେତ୍ରରେ ପରିବର୍ତ୍ତନ ଆଣିବାର ଯୋଜନା ପ୍ରସ୍ତୁତ କରିବେ। ସ୍ୱାସ୍ଥ୍ୟ ଉତ୍ତମ ରହିବ। ବାସଗୃହ ଓ ଯାନବାହନର କେତେକ ସମସ୍ୟା ସମାଧାନ ହୋଇଯିବ। ଆର୍ଥିକ ଦିଗରୁ ଉନ୍ନତି ଓ ନୂତନ ପଦାର୍ଥ ସଂଗ୍ରହ ବା ବ୍ୟାଙ୍କବାଲାନ୍ସ ବୃଦ୍ଧି ପାଇବ। ପାରିବାରିକ ସମ୍ପର୍କରେ ଉନ୍ନତି ହେବ। ରାଜନୈତିକ ଜୀବନରେ ଶତୃମାନେ ପରାଜିତ ହେବେ। ପ୍ରତିକାର- ଶଣ୍ଢକୁ କିଛି ଖାଇବାକୁ ଦିଅନ୍ତୁ।

ତୁଳା:-

ଆକସ୍ମିକ ଅର୍ଥଲାଭ, ସୁନାମପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ। କର୍ମରେ ଉନ୍ନତି ସହିତ ବାସସ୍ଥାନ ବା ଯାନବାହନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ଓ ଶୁଭଫଳ ପ୍ରାପ୍ତି ହେବ। ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ। ଦୂରଯାତ୍ରାରେ ସଫଳତା ପ୍ରାପ୍ତି ହେବ। ବ୍ୟବସାୟରେ ପ୍ରତିଦ୍ଵନ୍ଦିତା ସତ୍ତ୍ୱେ ଲାଭ ସୁନିଶ୍ଚିତ ହେବ। ପ୍ରତିକାର: ଗାଈକୁ ରୁଟି ଓ ଗୁଡ଼ ଖାଇବାକୁ ଦିଅନ୍ତୁ।

ବିଚ୍ଛା:-

ବ୍ୟବସାୟରେ ଉନ୍ନତି ହେବା ସହ ଲାଭବାନ ହେବେ। ହରାଇଥିବା ଧନ ପ୍ରାପ୍ତି ହେବ। ସରକାରୀ କର୍ମଚାରୀମାନେ କର୍ମ କ୍ଷେତ୍ରରେ ପ୍ରଶଂସିତ ହେବେ। ନୂତନ କର୍ମ ନିଯୁକ୍ତି ପାଇବାର ଅଧିକ ସମ୍ଭାବନା। ପ୍ରେମିକ-ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ପାଇବେ। ଛାତ୍ର-ଛାତ୍ରୀମାନେ ପାଠ ପଢ଼ାରେ ମନଯୋଗ ଦେବେ। ପ୍ରତିକାର :  ପିମ୍ପୁଡ଼ି ଗାତପାଖରେ ଗୁଡ଼ ରଖନ୍ତୁ।

ଧନୁ:-

ବ୍ୟବସାୟରେ  ଉନ୍ନତି ଫଳରେ ଅଶାତୀତ ଲାଭବାନ୍ ହେବେ। ଆର୍ଥିକ ସ୍ଥିତି ସୁଦୃଢ଼ ହେବ, ଋଣ ପରିଶୋଧ କରିବାର ସୁଯୋଗ ପାଇବେ। ଆକସ୍ମିକ ଧନ ପ୍ରାପ୍ତି ହେବ। ପରୀକ୍ଷା ପ୍ରତିଯୋଗିତାରେ ଜୟଯୁକ୍ତ ହେବେ। ଶାରିରୀକ ଅସୁସ୍ଥତା ଦୂରହେବ। ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳତା ମିଳିବ।  ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନରେ ବୃଦ୍ଧି ହେବ। ପ୍ରତିକାର : ଭିକାରୀଙ୍କୁ ଅନ୍ନ ଦାନ କରନ୍ତୁ।

ମକର:-

ସୁଖ ସମ୍ପଦ ପ୍ରାପ୍ତି ହେବ। ନୁତନ କାର୍ଯ୍ୟ ଆରମ୍ଭ କରିବା ପୂର୍ବରୁ ହାତେମାପି ଚାଖଣ୍ଡେ ଚାଲିବା ଉଚ୍ଚିତ୍। ଆୟକୁ ଚାହିଁ ବ୍ୟୟର ଅଟକଳ ନ କଲେ ଲୋକହସା ହେବେ। ଧୀରସ୍ଥିର ଭାବରେ ପାରିବାରିକ ସମସ୍ୟା ଗୁଡିକୁ ସୁଧାରି ନେବା ଉଚିତ୍। ରାଜନୈତିକ କ୍ଷେତ୍ରରେ ପ୍ରଶଂସିତ ହେବେ। ବହୁମୂତ୍ର ରୋଗୀମାନେ ସାବଧାନ ରହିବା ଉଚିତ୍। ତୀର୍ଥାଟନଯୋଗ ଥିବାରୁ ଯାତ୍ରାକାଳରେ ଯନ୍ତ୍ରଣା ଭୋଗିବେ। ପ୍ରତିକାର- ଗାଈକୁ କିଛି ଖାଇବାକୁ ଦିଅନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy

Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988

କୁମ୍ଭ:-

କର୍ମଜୀବିମାନେ  ସହକର୍ମୀମାନଙ୍କଠାରୁ ସାହାଯ୍ୟ ଓ  ସହଯୋଗ ପାଇବେ। ଅବିବାହିତ ଯୁବକ-ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। ରାଜନୈତିକ କ୍ଷେତ୍ରରେ ସାସାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧି ହେବ। ଗୃହରେ ମାଙ୍ଗଳିକ କାର୍ଯ୍ୟରେ ଧନ ବ୍ୟୟହେବ। ଆର୍ଥିକ ଦିଗରୁ ଉନ୍ନତି ହେବ। ସ୍ୱାସ୍ଥ୍ୟ ଠିକ୍ ରହିବ। ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ସଫଳତା ପାଇବେ। ପ୍ରତିକାର- ଅନ୍ଧ ଭିକାରୀଙ୍କୁ ସାହାଯ୍ୟ କରନ୍ତୁ।

ମୀନ:-

ବ୍ୟବସାୟରେ ଉନ୍ନତି ଓ ଆର୍ଥିକ ସ୍ଥିତିରେ ବୃଦ୍ଧି। ସରକାରୀ କର୍ମଚାରୀମାନେ କର୍ମ କ୍ଷେତ୍ରରେ ସମ୍ମାନ ଲାଭ କରିବେ। ଶରୀର ସୁସ୍ଥ ରହିବ। ପାରିବାରିକ କ୍ଷେତ୍ରରେ ସୁଖ ଓ ଶାନ୍ତି ପ୍ରାପ୍ତି ହେବ। ଗାଡି ଇତ୍ୟାଦି କ୍ରୟ କରି ଲାଭବାନ୍ ହେବେ। ପରୀକ୍ଷା ଓ ପ୍ରତିଦ୍ଵନ୍ଦିତାରେ ବିଜୟୀ ହେବେ। ନୂତନ ସମ୍ପତ୍ତି କ୍ରୟ କରିବେ। ପ୍ରତିକାର :  କେଶର, ହଳଦୀ ଘୋରି ମୁଣ୍ଡରେ ଲଗାନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!