ଦୈନିକ ରାଶିଫଳ: ୨ ଜୁଲାଇ ୨୦୧୯, ମା ମଙ୍ଗଳାଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କର ଆକସ୍ମିକ ଧନ ଲାଭର ଯୋଗ ଅଛି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-

ପେଶା, ବ୍ୟବସାୟ, ଭାଗୀଦାରୀ ଓ ବନ୍ଧୁମିତ୍ରଙ୍କଦ୍ଵାରା ଲାଭବାନ ହେବେ। ପଦସ୍ଥ ବ୍ୟକ୍ତିଙ୍କ ସହ ମନୋମାଳିନ୍ୟ ମେଣ୍ଟି ଯିବ। ପାରିବାରିକ ସମ୍ପର୍କରେ ଉନ୍ନତି ହେବ। ରାଜନୈତିକ କ୍ଷେତ୍ରରେ ଶତୃମାନେ ତଳମୁହାଁ ହେବେ। ଆକସ୍ମିକ ଅର୍ଥଲାଭ, ସୁନାମପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ। କର୍ମରେ ଉନ୍ନତି ସହିତ ବାସସ୍ଥାନ ବା ଯାନବାହନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ଓ ଶୁଭଫଳ ପ୍ରାପ୍ତି ହେବ। ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ। ବ୍ୟବସାୟ, ରାଜନୀତି , ଖେଳ ପାଇଁ ଦୂରଯାତ୍ରାରେ ସଫଳତା ପ୍ରାପ୍ତି ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭବାନ ହେବେ। ବକେୟା ଅର୍ଥ କିଛି ମିଳିବ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ବିଜୟୀ ହେବେ। ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ। ଦୂରଯାତ୍ରାରେ ସଫଳତା ପ୍ରାପ୍ତି ହେବ। ରାଜନୈତିକ କ୍ଷେତ୍ରରେ ସ୍ଥିରତା ଦେଖାଦେବ ଓ ଆଶା ମୁତାବକ ଫଳ ପାଇବେ। ଧର୍ମ କାର୍ଯ୍ୟରେ ଯୋଗଦେଇ ଦେବଦର୍ଶନ କରିବେ। ଭୟ ଆଶଙ୍କା ଦୂରେଇ ଯିବ। କର୍ମକ୍ଷେତ୍ରରେ ଆର୍ଥିକସ୍ଥିତି ସୁଧାରିବାକୁ ଚେଷ୍ଟା କରିବେ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ କୃତକାର୍ଯ୍ୟ ହେବେ। ପ୍ରତିକାର- ମୁହଁ ମିଠାକରି ଘରୁ ବାହାରନ୍ତୁ।

ମିଥୁନ:-

କର୍ମରେ ଉନ୍ନତି ସହିତ ବାସସ୍ଥାନ ବା ଯାନବାହନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ଓ ଶୁଭଫଳ ପ୍ରାପ୍ତି ହେବ। ଯାନବାହାନ ବ୍ୟବସାୟରେ ତଥା ଭ୍ରମଣ ସଙ୍କ୍ରାନ୍ତିୟ ବ୍ୟବସାୟରେ ଲାଭ ପାଇବେ। ପୁଞ୍ଜିଲଗାଣ, ଉଦ୍ୟୋଗ, ଧନ ଆଦାନପ୍ରଦାନରେ ଲାଭବାନ୍ ହେବେ। ପରୀକ୍ଷା ଓ ପ୍ରତିଦ୍ଵନ୍ଦିତାରେ ବିଜୟୀ ହେବେ। ପାରିବାରିକ ଜୀବନରେ ସୁଖଶାନ୍ତି ଲାଭ ଓ ଆତ୍ମୀୟବର୍ଗରେ ଉନ୍ନତି ତଥା ଉତ୍ତମ ବୁଝାମଣା ଜନିତ ଉତ୍ସାହ-ଉଦ୍ଦୀପନାଯୁକ୍ତ ହେବେ। ରାଜନୀତି କ୍ଷେତ୍ରରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବ ଓ ସୁସମ୍ବାଦ ପ୍ରାପ୍ତି ହେବ। ଦୂରଯାତ୍ରାରେ ସଫଳ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କର୍କଟ:-

ବ୍ୟବସାୟ ବାଣିଜ୍ୟ ସମ୍ପର୍କୀୟ କୌଣସି ଘଟଣା ଯୋଗୁଁ ବିଶେଷ ବ୍ୟସ୍ତ ରହି ଲାଭବାନ ହେବେ। ଜମିବାଡି ଜନିତ କେତେକ ସମସ୍ୟା ସମାଧାନ ହେବ। ରାଜନୈତିକ କ୍ଷେତ୍ରରେ ଆର୍ଥିକ ଦିଗରୁ ଉନ୍ନତି ହେଲେ ମଧ୍ୟ ବ୍ୟୟଭାର ବୃଦ୍ଧି ହେବ। ସ୍ୱାସ୍ଥ୍ୟ ଠିକ୍ ରହିବ। କର୍ମକ୍ଷେତ୍ରର ସାବଧାନତା ପୂର୍ବକ ପାଦ ବଢେଇବା ବୁଦ୍ଧିମତାପୂର୍ଣ୍ଣ ହେବ। ଭାଇ ଭଉଣୀ ବନ୍ଧୁବାନ୍ଧବଙ୍କ ସହ ଉତ୍ତମ ସମ୍ପର୍କ ରହିବା ଫଳରେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ପାଇବେ। ଶତୃ ବିରୋଧୀମାନେ ସତଚେଷ୍ଟା କଲେ ମଧ୍ୟ କୌଣସି କ୍ଷତି କରିପାରିବେ ନାହିଁ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ସିଂହ:-

ବନ୍ଧୁ, ମିତ୍ର ଏବଂ ସହକର୍ମୀ ମାନଙ୍କ ଦ୍ଵାରା ଲାଭବାନ ହେବେ ତତ୍ ସଙ୍ଗେ ଗଠନମୂଳକ ଯୋଜନା ପ୍ରସ୍ତୁତ କରି ଆଗେଇ ଯିବାର ରାସ୍ତା ଖୋଲିଯିବ। ପ୍ରବାସରେ ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବା ସହ ପ୍ରତିଷ୍ଠିତ ହୋଇ ପାରିବେ। ସୁଖ ସମ୍ପଦ ପ୍ରାପ୍ତି ହେବ। ବରିଷ୍ଠ ବ୍ୟକ୍ତିଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ। ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ। ଛାତ୍ରଛାତ୍ରୀମାନଙ୍କର ଶିକ୍ଷକ ଓ ସହପାଠୀମାନଙ୍କ ମଧ୍ୟରେ ସମନ୍ଵୟ ରହି ବନ୍ଧୁତ୍ଵ ବୃଦ୍ଧି ପାଇବ। ରାଜନୈତିକ କ୍ଷେତ୍ରରେ ପ୍ରଶଂସିତ ହେବେ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

କନ୍ୟା:-

ନୂଆ ନୂଆ ବ୍ୟବସାୟିକ ସଂପର୍କସ୍ଥାପନ ଭାଗିଦାର ବ୍ୟବସାୟ ପାଇଁ ସାହାଯ୍ୟ ସହଯୋଗ ଅଚାନକ ମିଳିବ। କୌଣସି ନୂତନ କର୍ମ କରିବାକୁ ଚାହୁଁଥିଲେ ସେଥିରେ ବିଜୟୀ ହେବେ। ରାଜନୀତିରେ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢେଇବ ଓ ପାର୍ଟି ବା ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ। ବାଦବିବାଦ ଓ ମାଲିମୋକଦ୍ଦମାରେ ସଫଳତା ମିଳିବ। କୌଣସି ନୂତନ ବ୍ୟକ୍ତିଙ୍କ ସହିତ ଭେଟ ହେବାଫଳରେ ସୁଖ ସମୃଦ୍ଧି ବୃଦ୍ଧି ହେବ। ଘର ପରିବାରରେ ବାତାବରଣ ଶାନ୍ତିପୂର୍ଣ୍ଣ ରହିବା ସହ ବରିଷ୍ଠ ବ୍ୟକ୍ତି ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢୀଭୁତ ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ତୁଳା:-

ସରକାରୀ ଚାପ ପଡିଲେ ମଧ୍ୟ କର୍ମକ୍ଷେତ୍ରରେ ଉନ୍ନତି ବା ପ୍ରଶଂସା ମିଳିପାରେ। ନୂଆ ଜ୍ଞାନର ବୃଦ୍ଧି ହେବ। ପରିବାର ହିତ ପାଇଁ ଅଧିକ ଖର୍ଚ୍ଚାନ୍ତ ହେବେ। ସନ୍ତାନଙ୍କ ସମ୍ବନ୍ଧିତ କୌଣସି ମହତ୍ଵପୂର୍ଣ୍ଣ କାମ ହୋଇପାରେ। ଲୋକସମ୍ପର୍କ, ସମାଜସେବା, ଧାର୍ମିକ ଅନୁଷ୍ଠାନରେ ବିନୟପୂର୍ଣ୍ଣ କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ। ଦାମ୍ପତ୍ୟ ଓ ପାରିବାରିକ ସ୍ତରରେ ଶାନ୍ତି ଶୃଙ୍ଖଳା ବଜାୟ ରହିବ। ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ସ୍ୱାସ୍ଥ୍ୟ ଦିଗରୁ ବିଶେଷ ସତର୍କ ରହିବା ଉଚିତ୍। ପ୍ରତିକାର- ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ।

ବିଚ୍ଛା:-

ଧାର୍ମିକ କାର୍ଯ୍ୟରେ ସଫଳତା ପାଇବା ସହ ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସ ରତ ହେବେ। କୌଣସି କାମରେ ବିଶେଷଜ୍ଞତା ହାସିଲ କରିବେ। ଅଫିସରେ କରିଥିବା କାମର ଶୁଭ ସୂଚନା ପାଇବେ। ପ୍ରେମୀ-ପ୍ରେମିକାଙ୍କ ମିଳନ ହେବ ଓ ସଫଳତା ମିଳିବ। କୌଣସି ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ। ବିରୋଧୀମାନେ ଆପଣଙ୍କ ସାମ୍ନା କରିପାରିବେ ନାହିଁ। ରାଜନୀତି ମାମଲାରେ ସଫଳତା ମିଳିବ। ପାରିବାରିକ ସମସ୍ୟା ଗୁଡ଼ିକୁ ସୁଧାରି ନେବା ଉଚିତ୍। ମହିଳାମାନେ ପିଲାମାନଙ୍କ ପ୍ରତି ସତର୍କ ରହି ଆନନ୍ଦିତ ହେବେ କୌଣସି ଶୁଭ ସମାଚାର ମଧ୍ୟ ଶୁଣିବାକୁ ମିଳିବ। ପ୍ରତିକାର:- ଗୋମାତାକୁ ଖାଦ୍ୟ ଦିଅନ୍ତୁ।

ଧନୁ:-

ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ। ନୂତନ କାର୍ଯ୍ୟଆରମ୍ଭ କରିପାରିବେ। ସେୟାର ବଜାର ଓ ପୁଞ୍ଜି ନିବେଶ କରିଲେ ବହୁତ ଧନ ପ୍ରାପ୍ତ ହେବ। ଗୁରୁଜନ ଓ ବୃଦ୍ଧଜନଙ୍କ ସେବା କଲେ ଅନେକ ଆଶୀର୍ବାଦ ପାଇବେ। ପ୍ରେମୀ-ପ୍ରେମିକାଙ୍କ ଉନ୍ନତି ପାଇଁ ପ୍ରୟାସରତ ହେବେ। କୌଣସି ନୂତନ କର୍ମ କରିବାକୁ ଚାହୁଁଥିଲେ ସେଥିରେ ଧନର ଆଗମନ ହୋଇପାରେ। ପ୍ରିୟଜନମାନଙ୍କୁ ଆର୍ଥିକ ଓ ଭାବନାତ୍ମକ ସାହାଯ୍ୟ କରିବେ। ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସରତ ହେବେ। ସ୍ୱାସ୍ଥ୍ୟସମସ୍ୟା ଦୂର ହୋଇଯିବ। ପ୍ରତିକାର- ମୁହଁ ମିଠାକରି ଘରୁ ବାହାରନ୍ତୁ।

ମକର:-

ସ୍ୱାସ୍ଥ୍ୟ କିମ୍ବା ଆଇନ୍ ଅଦାଲତ୍ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ। ଦୁଃଖୀ ଲୋକଙ୍କୁ ସାହାରା ହେବେ। ନୂତନ ବନ୍ଧୁ ମିତ୍ରଙ୍କ ମିଳନ ହେବ। ପ୍ରେମପ୍ରସଙ୍ଗରେ ମଧ୍ୟ ସଫଳତା ମିଳିବ। ଅଧାଅଧୁରାଥିବା କାର୍ଯ୍ୟ ପୂରଣ ହୋଇଯିବ। ବାଦବିବାଦ, ମାଲି ମୋକଦ୍ଦମାରେ ବିଜୟୀ ହେବେ। ନୂତନ କର୍ମ ନିଯୁକ୍ତି ପାଇଁ ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ଯଶସ୍ୱୀ ହେବେ। ଜନସେବାରେ ନିଜକୁ ନିୟୋଜିତ କରିବେ। ନୂଆଲକ୍ଷ ପୂରଣ କରିବା ପାଇଁ ସମୟ ନିର୍ଦ୍ଧାରଣ କରିବେ। ସନ୍ତାନର ଖୁସି ଓ ସୁରକ୍ଷିତ ଅନୁଭବ କରିବେ। ସମସ୍ତ କ୍ଷେତ୍ରରେ ସଫଳତା ମିଳିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କୁମ୍ଭ:-

ସ୍ୱାସ୍ଥ୍ୟସମସ୍ୟା ସୁଧୁରିଯିବା ଫଳରେ ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ। ରାଜନୀତି ସମ୍ବନ୍ଧୀୟ ଦୂରଯାତ୍ରାର ସୁଯୋଗ ପାଇ ସଫଳତା ମିଳିବ। ବିଭିନ୍ନ ଦିଗରୁ ସାହାଯ୍ୟ ସହଯୋଗ ମିଳିବ ଓ ପ୍ରତିଷ୍ଠା, ପ୍ରତିପତ୍ତି ମାନସମ୍ମାନ କ୍ଷାତି ବଢିବ। ସମସ୍ତ କର୍ମ ବହୁତ ସହଜରେ ହିଁ ସମ୍ପନ୍ନ ହେବ। ସହକର୍ମୀମାନଙ୍କ ସହ ବାଦବିବାଦର ଅବସାନ ଘଟିବ। ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବ ନାହିଁ। ଶତୃମାନେ ପରାଜିତ ହେବେ। ଆତ୍ମୀୟସ୍ଵଜନଙ୍କ ପାଇଁ ଭୋଗ ବିଳାସଦ୍ରବ୍ୟ ଓ ଗୃହୋପକାରଣ କ୍ରୟକରିବେ। ଧର୍ମ-କର୍ମରେ ରୁଚି ବୃଦ୍ଧି ହେବ। ପ୍ରତିକାର– ଷଣ୍ଢକୁ ଖାଇବାକୁ ଦିଅନ୍ତୁ।

ମୀନ:-

ନୂଆ ସମ୍ପର୍କରେ ଉନ୍ନତି ହେବ ଓ ଅଧାଥିବା କାର୍ଯ୍ୟ ପୂରଣ ହେବ। ମାଲିମୋକଦ୍ଦମାରେ ସମ୍ମାନ ଓ ପ୍ରତିଷ୍ଠା ଅତୁଟ ରହିବ। କର୍ମକ୍ଷେତ୍ରରେ  କ୍ଷମତା ଓ ଶକ୍ତି ବଳରେ ନିଜର ସମୟ ବିତାଇବେ। ସାଧୁ, ସତ୍ୟବାଦୀ, ଧର୍ମାତ୍ମା, ଗୁରୁବ୍ରାହ୍ମଣଙ୍କ ସହ ସମ୍ପର୍କ ସ୍ଥାପନହେବ। ଶୀଘ୍ର ଯାତ୍ରା କରିବାକୁ ପଡିପାରେ। ନିଜ ଆତ୍ମୀୟ ଲୋକଙ୍କ ସହ ସାକ୍ଷାତ ହେବ। ଆର୍ଥିକ ଚିନ୍ତା ଦୁରହେବ ଓ ମାତାଙ୍କ ସ୍ୱାସ୍ଥ୍ୟ ରେ ଉନ୍ନତି ଦେଖାଦେବ। ମହିଳାମାନେ ପିଲାମାନଙ୍କ ସଫଳତାରେ ଖୁସିହେବେ। କର୍ମକ୍ଷେତ୍ରରେ ଅଧିକ କାର୍ଯ୍ୟର ଦାୟିତ୍ଵ ନେଇ ଧାଦୌଡ କରିବାକୁ ପଡିପାରେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!