ଦୈନିକ ରାଶିଫଳ: ୨ ଜୁନ୍ ୨୦୨୦, ମା ମଙ୍ଗଳାଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ ଆକସ୍ମିକ ଧନଲାଭ

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୦ ମସିହା, ଜୁନ୍ ମାସ ତାରିଖ, ମଙ୍ଗଳବାର, ବୃଷ ମାସ ୨୦ ଦିନ, ଜ୍ୟେଷ୍ଠମାସ, ଶୁକ୍ଳପକ୍ଷ, ଏକାଦଶୀ ତିଥି, ଚିତ୍ରା ନକ୍ଷତ୍ର, କନ୍ୟା ରାଶିରେ ଚନ୍ଦ୍ର। ମକର ରାଶିର ଘାତବାର। ବୃଷ ରାଶିର ଘାତଚନ୍ଦ୍ର। ଶିମ୍ବ, ଆମିଷ ନ ଖାଇଲେ ଭଲ। ଦିବା ୧୨ଟା ୫ମିନିଟ୍ ପରେ ପୋଇ, ମସୁର ଡାଲି ନ ଖାଇଲେ ଭଲ। ଶୁଭସମୟ ପ୍ରାତଃ ୫ଟା ୧୧ମିନିଟ୍ ରୁ ୬ଟା ୪୮ମିନିଟ୍, ସକାଳ ୯ଟା ୩୪ମିନିଟ୍ ରୁ ୧୨ଟା ୧୦ମିନିଟ୍, ଦିବା ୪ଟା ୪୧ମିନିଟ୍ ରୁ ୫ଟା ୨୫ମିନିଟ୍, ସନ୍ଧ୍ୟା ୬ଟା ୧୯ମିନିଟ୍ ରୁ ୭ଟା ୧ମିନିଟ୍, ରାତ୍ର ୯ଟା ୨ମିନିଟ୍ ରୁ ୯ଟା ୫୫ମିନିଟ୍। ପର୍ବଦିନ ସର୍ବସମ୍ମତ ନିର୍ଜଳା ଏକାଦଶୀ ଉପବାସ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ସନ୍ତାନଙ୍କ ଉନ୍ନତିରେ ଖୁସି ହେବେ। ଅର୍ଥ ଉପାର୍ଜନରେ ଏକନିଷ୍ଠ ହେଲେ ଧନାଢ୍ୟ ହେବାର ରାସ୍ତା ଖୋଲିଯିବ। ଋଣମୁକ୍ତି ହେବାପାଇଁ ଯୋଜନା ପ୍ରସ୍ତୁତ କରି ପାରିବେ। ଇଲୋକ୍ଟ୍ରୋନିକ୍ ଉପକରଣ, ଉଚ୍ଚସ୍ତରୀୟ ବାହନ କ୍ରୟ କରି ପାରନ୍ତି। ନୂତନ ବ୍ୟବସାୟ ଆରମ୍ଭ କଲେ ଆଶାତୀତ ଲାଭ ହେବ। ନୂତନ କର୍ମ ନିଯୁକ୍ତିର ସୂଚନା ପାଇବେ। ଛାତ୍ର ଛାତ୍ରୀମାନେ ପଢ଼ା ପଢ଼ିରେ ମନଯୋଗ ଦେବେ। ପ୍ରତିଯୋଗୀତା ପରୀକ୍ଷା ମାଲିମୋକଦ୍ଦମାରେ ବିଜୟ ପ୍ରାପ୍ତ ହେବ।  ଯେଉଁ କ୍ଷେତ୍ରରେ ନିବେଶ କରିଲେ ଲକ୍ଷ୍ମୀଙ୍କ କୃପା ପ୍ରାପ୍ତି ହେବ। ମିତ୍ରମାନଙ୍କ ଦ୍ଵାରା ଲାଭ ମିଳିବ।  ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ବୃଷ:-

ଘାବୈଷୟିକ ଅଭିବୃଦ୍ଧିକୁ ତ୍ୱରାନ୍ୱିତ କରି ଉଚ୍ଚମନ୍ୟତାର ଅଧିକାରୀ ହେବେ। ଏକାକୀତ୍ଵର ପରିଧିରେ ନିଜକୁ ସଜାଇ ପାରନ୍ତି। ଜ୍ଞାନ ଗବେଷଣା ସ୍ତରରେ କୃତକାର୍ଯ୍ୟ ହୋଇ ଯଶ ମାନ ପ୍ରତିଷ୍ଠା ପ୍ରାପ୍ତି ହେବ। ବନ୍ଧୁବାନ୍ଧବ ଦିଗରୁ ସ୍ଵାର୍ଥପ୍ରବଣତାର ଅଭିବୃଦ୍ଧି ଘଟିବ। ଶତୃମୁକ୍ତ ନିରୁପଦ୍ରବ ଜୀବନଚର୍ଯ୍ୟା କାଏମ୍ ରଖି ପାରିଲେ ଲାଭ ପାଇବେ। ଭୋଗବିଳାସରେ ସାମିଲ ହେବାକୁ ସମୟ ସୃଷ୍ଟି କରି ପାରିବେ। କ୍ରୋଧକୁ ଦମନ କରି ହସଖୁଶିର ବାତାବରଣ ସୃଷ୍ଟି ହେବ। ଏପରିକି ନିମ୍ନବର୍ଗର କେହି ଲୋଭଗ୍ରସ୍ତ କରାଇ ଭାବମୂର୍ତ୍ତି ନଷ୍ଟ କରିବା ପାଇଁ ଚେଷ୍ଟା କରି ପାରନ୍ତି। ପ୍ରତିକାର କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମିଥୁନ:-

ସାଧାରଣ ଭାବରେ ଜୀବନ ଚର୍ଯ୍ୟା କରି ଚାଲିବେ। ଶୁଭ ଲାଭ ମଧ୍ୟେ ପାରିପାର୍ଶ୍ଵିକ ବାତାବରଣ ପ୍ରତି ସଚେତନତା ବୃଦ୍ଧି ପାଇବ। ପାରିବାରିକ କ୍ଷେତ୍ରରେ ଗୋଟିଏ ପାଖରେ ଶ୍ଣେହ ଶ୍ରଦ୍ଧାର ସ୍ରୋତ ଛୁଟୁଥିଲାବେଳେ ଅନ୍ୟ ପାଖରେ ଉପେକ୍ଷା ଓ ଅଶାନ୍ତିର ନିଆଁ କୁହୁଳିବ। ପରୀକ୍ଷା, ପ୍ରତି ଯୋଗୀତା, ସାକ୍ଷାତକାରରେ ବିଜୟୀ ହେବେ। ସ୍ୱାସ୍ଥ୍ୟ ସମସ୍ୟା ସେତେଟା ଭଲ ରହିବ ନାହିଁ। କୋର୍ଟ କଚେରୀ ମାମଲାରେ ଜିଦରୁ ନିବୃତ ହେବା ଶ୍ରେୟସ୍କର ହେବ। ଆଚାର ବ୍ୟବହାର କଥାବାର୍ତ୍ତାରେ ନିୟନ୍ତ୍ରଣ ନ ରହିଲେ କୌଣସି ଭୁଲ୍ କାମ କରି ପାରନ୍ତି। ଟଙ୍କ। ପଇସା ପ୍ରତି ଅତ୍ୟନ୍ତ ସତର୍କ ରହିବାକୁ ପଡିବ। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

କର୍କଟ:-

ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। ଶତୃମାନେ ମଥାନତ କରିବେ। ପୁରାତନ ରୋଗର ଉପସମ ହେବା ସହ ବନ୍ଧୁ ସମାଗମ ହେବ। ବ୍ୟବସାୟରେ ଇଚ୍ଛା ମୁତାବକ ଲାଭପାଇବା ସହ ନିଜ ଚେଷ୍ଟାରେ ବାକିଥିବା ଅର୍ଥ ପାଇବେ। କର୍ମକ୍ଷେତ୍ରରେ ଅନେକ ଶୁଭ କର୍ମର ସୁଯୋଗ ପାଇବେ। ଦାମ୍ପତ୍ୟ କଳହ ସ୍ଵାର୍ଥ ପ୍ରବୃତ୍ତିର ଅଧୀନ ହୋଇ ସମ୍ପର୍କର ମଧୁର ସ୍ଵାଦ ଅନୁଭବ କରିବେ। ପରିବାରରେ ସୁସ୍ଥ ବାତାବରଣ ଜାରି ରହିବ। ପରସ୍ପରକୁ ସାହାଯ୍ୟ ସହଯୋଗ କରି ଗଠନମୂଳକ ଦିଗପ୍ରତି ଆଗ୍ରହ ଓ ଉତ୍ତମ ଯୋଜନାବଦ୍ଧ ହେବାର ସମ୍ଭାବନା ଅଛି। ପ୍ରତିକାରମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

ସିଂହ:-

ମାନସିକ ଦୁଶ୍ଚିନ୍ତା, ଶତୃବାଧା ଦୂରେଇ ଯିବ। ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତି ପାଇବେ। ପାରିବାରିକ କ୍ଷେତ୍ରରେ ସ୍ନେହ ସଦ୍ଭାବ ବଜାୟ ରହିବ। ବ୍ୟବସାୟରେ ଲାଭର ପରିମାଣ ଅଧିକ ହେବ। ଆୟବୃଦ୍ଧି, ଋଣମୁକ୍ତି, ଲୋକ ସମ୍ପର୍କ ବୃଦ୍ଧି ହେବ। ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ। ପ୍ରବାସରେ ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବ। ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ସମ୍ମାନର ସହିତ ଦିନଚର୍ଯ୍ୟା କରି ସୁଖେ ଦୁଃଖେ ଚଳିବାରେ ବାଧା ଉପୁଜିବ ନାହିଁ। କର୍ମକ୍ଷେତ୍ରରେ ସହକର୍ମୀ ମାନଙ୍କ ସହ ଶତ୍ରୁତା ମେଣ୍ଟିଯିବା ଫଳରେ ସନ୍ତୋଷ ହେବେ। ପ୍ରତିକାରମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

କନ୍ୟା:-

ଶତୃମାନେ ପରାଜିତ ହେବେ। ବୈଷୟିକ ଅଭିବୃଦ୍ଧିକୁ ତ୍ୱରାନ୍ୱିତ କରି ଉଚ୍ଚମନ୍ୟତାର ଅଧିକାରୀ ହେବେ। ବାଦବିବାଦ, ପରୀକ୍ଷା, ପ୍ରତି ଯୋଗୀତା, ମାଲିମୋକଦ୍ଦମା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ବ୍ୟବସାୟରେ  ଉଧାର ଦେଇ ଫେରି ପାଇବା ସହଜ ହେବ। ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ। ଧର୍ମାତ୍ମା, ଗୁରୁବ୍ରାହ୍ମଣଙ୍କ ସହ ସମ୍ପର୍କ ସ୍ଥାପନହେବା ଫଳରେ  ଧାର୍ମିକ କାର୍ଯ୍ୟପ୍ରତି ମନ ବଳାଇବେ। କର୍ମକ୍ଷେତ୍ରରେ ଚିନ୍ତା କରିଥିବା କାମ ଗୁଡିକ ହେବ। ନାନା ସମସ୍ୟାର ସମାଧାନ ହୋଇ  ଅବଶ୍ୟକ ଅର୍ଥ ହାତ ପଇଠ ହୋଇ କାମରେ ଲାଗିଯିବ।  ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ତୁଳା:-

ସମାଜ ସେବାରେ ସ୍ଵନାମ ଅର୍ଜନ କରି ପାରିବେ। କର୍ମକ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ। ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ। ଆତ୍ମୀୟ ସ୍ଵଜନଙ୍କ ପାଇଁ ଭୋଗ ବିଳାସଦ୍ରବ୍ୟ କ୍ରୟକରି ଆର୍ଥିକ ଶଙ୍କଟ ଭୋଗି ପାରନ୍ତି। ଅଭାବ ଅସୁବିଧା ଥାଇ ମଧ୍ୟ କୌଣସି କାମ ଅଟକିବନାହିଁ। ବନ୍ଧୁବାନ୍ଧବଙ୍କ ଦିଗରୁ ସ୍ଵାର୍ଥପ୍ରବଣତାର ଅଭିବୃଦ୍ଧି ଘଟି ଏକାକୀତ୍ଵର ପରିଧିରେ ନିଜକୁ ସଜାଇ ପାରନ୍ତି। ପୂର୍ବ ଶତୃମାନେ ପଛଘୁଞ୍ଚା ଦେବା ଯୋଗେ ବାଣିଜ୍ୟ କ୍ଷେତ୍ରରେ ଉନ୍ନତମାନର ଫଳ ପାଇବେ। ରାଜନୀତି କ୍ଷେତ୍ରରେ ଅଯଥା ଧାଁଦୌଡ ଯୋଗୁ ଧନ, ସମୟ ଓ ଶକ୍ତିର ଅପଚୟ ହେବ। ପ୍ରତିକାର ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

ବିଚ୍ଛା:-

ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବା ଫଳରେ ଉତ୍ତମ ରୋଜଗାର କରି ପାରିବେ। ଅନେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି। ସମ୍ମାନର ସହିତ ଦିନଚର୍ଯ୍ୟା କରି ଚଳିବାରେ ବାଧା ଉପୁଜିବ ନାହିଁ। ରାଜନୀତିରେ ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଆପଣଙ୍କର ଭୂଷଣ ହେବ। ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ। ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରି ପ୍ରଚୁର ଲାଭ କରିବେ। ଜ୍ଞାନ ଗବେଷଣା ସ୍ତରରେ କୃତକାର୍ଯ୍ୟ ହୋଇ  ଯଶ ମାନ ପ୍ରତିଷ୍ଠା ପ୍ରାପ୍ତି ହେବ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ଧନୁ:-

ଋଣମୁକ୍ତି ହେବାପାଇଁ ଯୋଜନା ପ୍ରସ୍ତୁତ କଲେ ସଫଳ ହେବେ। ନିମ୍ନବର୍ଗର ବ୍ୟକ୍ତିବିଶେଷ ଅଧିକାଂଶ କ୍ଷେତ୍ରରେ ସାହାଯ୍ୟ କରିବା ଫଳରେ ବୃତ୍ତିଗତ ଦୃଷ୍ଟିରୁ ସୁରକ୍ଷିତ ରହିବେ। ପାରିବାରିକ କ୍ଷେତ୍ରରେ ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହୋଇ ଶାନ୍ତି ବିରାଜମାନ କରିବ। ଅର୍ଥ ଉପାର୍ଜନରେ ଏକନିଷ୍ଠ ହେଲେ ସମ୍ମାନ ପାଇବେ। ବନ୍ଧୁବାନ୍ଧବ ମାନେ ଆର୍ଥିକ କ୍ଷେତ୍ରରେ ସାହାଯ୍ୟ ସହଯୋଗ କରିବା ଫଳରେ ନିର୍ମାଣ ମୂଳକ ଯୋଜନାରେ ଆଗେଇପାରିବେ। ପିଲାମାନଙ୍କ କାର୍ଯ୍ୟରେ ଆନନ୍ଦିତ ହେବେ। ଅନେକ କ୍ଷେତ୍ରରେ ସ୍ଵାଭିମାନ ରକ୍ଷାକରି ପ୍ରଶଂସିତ ହେବେ। ପ୍ରତିକାରମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

ମକର:-

ଘା କେତେକ କ୍ଷେତ୍ରରେ ଉଚ୍ଚାକାଂକ୍ଷ। ପୂର୍ତ୍ତି ନିମନ୍ତେ କଠିନ ପରିଶ୍ରମ କରିବାକୁ ପଡିବ। ବରିଷ୍ଠ ବ୍ୟକ୍ତିଙ୍କ ସହ ସୁସମ୍ପର୍କ ସ୍ଥାପିତ ହେବ। କାମଗୁଡ଼ିକ ସୁରୁଖୁରୁରେ ସମ୍ପନ୍ନ ହେବ। ଭୋଗବିଳାସରେ ସାମିଲ ହୋଇ କ୍ରୋଧକୁ ଦମନ କରି ପାରିଲେ ପାରିବାରିକ କ୍ଷେତ୍ରରେ ହସଖୁଶିର ବାତାବରଣ ସୃଷ୍ଟି ହେବ। ବ୍ୟବସାୟୀମାନେ କାରବାରରେ ବୁଡି ରହି ଲୋଭଗ୍ରସ୍ତ ନ ହୋଇ ପରିଶ୍ରମୋଚିତ ଲାଭପାଇବେ। ମାନସିକ ବିଷାଦ, ଦାମ୍ପତ୍ୟ କଳହ, ଭୟ ଆଶଙ୍କା ଆଦି କର୍ମ ମୁଖରତା ଯୋଗେ ଦୂରେଇ ଯିବ। କର୍ମକ୍ଷେତ୍ରରେ ଉଚ୍ଚବର୍ଗରୁ ସମ୍ମାନ ଓ ଶ୍ରଦ୍ଧାର ସ୍ରୋତ ଛୁଟିବ। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

କୁମ୍ଭ:-

ଅଧିକାଂଶ କ୍ଷେତ୍ରରେ ସାହାଯ୍ୟର ମନୋବୃତ୍ତି ଗ୍ରହଣ କରିବା ଫଳରେ ସନ୍ତୋଷ ଲାଭ କରିବେ। ସେବା ଭବନରେ ଉଦଦ୍ବୁଦ୍ଧ ହୋଇ ଅନେକଙ୍କର କଲ୍ୟାଣ କରିବା ସୁଯୋଗ ପାଇବେ। ପରାଧୀନତା ବେଡିରେ ଶୃଙ୍ଖଳିତ ହୋଇ ମଧ୍ୟ ନିଜସ୍ଵ ପ୍ରତିଭା ପ୍ରଦର୍ଶନର ସୁବିଧା ପାଇବେ। ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ। ଟଙ୍କ। ପଇସା ପ୍ରତି ଅତ୍ୟନ୍ତ ସତର୍କ ରହିବାକୁ ପଡିବ। ଏପରିକି ନିମ୍ନବର୍ଗର କେହି ଲୋଭଗ୍ରସ୍ତ କରାଇ ଭାବମୂର୍ତ୍ତି ନଷ୍ଟ କରିବା ପାଇଁ ଚେଷ୍ଟା କରିବ। ପାରିବାରିକସ୍ଥିତି ସନ୍ତୋଷ ଜନକ ହେବ। ରାଜନୀତିରେ ସଫଳତା ମିଳିବ। ଅନେକ କ୍ଷେତ୍ରରେ ସ୍ଵାଭିମାନ ରକ୍ଷାକରି ପ୍ରଶଂସିତ ହେବେ। ପ୍ରତିକାର କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମୀନ:-

ସମୟକୁ ହାତ ଛଡ଼ା ନ କରିବା ଉଚିତ୍। ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। ଦାମ୍ପତ୍ୟ ସମସ୍ୟା ସମାଧାନ କରି ପ୍ରଶଂସା ଶୁଣିବେ। ଉଚିତ୍ ପରାମର୍ଶ ପାଇ ହରେଇଥିବା ଦ୍ରବ୍ୟ ଫେରି ପାଇବେ। ବ୍ୟବସାୟରେ ବାହ୍ୟ ଯୋଗା ଯୋଗରେ ଲାଭ ମିଳିବା ସହ ଉଧାର ଦେଇ ଫେରି ପାଇବା ସହଜ ହେବ। ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ କରି ପାରିବେ। ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହି ହସ ଖୁସିରେ ସମୟ କଟିବ। ରାଜନୀତି କ୍ଷେତ୍ରରେ ଜୀବନରେ ନୂଆଲକ୍ଷ ନିର୍ଦ୍ଧାରିତ କରିବେ। ଆଇନ୍ ଅଦାଲତ୍ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ।   ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!