ଆଜି କେମିତି ରହିବ ଆପଣଙ୍କ ଦିନ : ୨ ଜୁନ୍ ୨୦୧୮

ଶେୟାର କରନ୍ତୁ ଅନ୍ୟମାନକ ସହିତ

ଦୈନିକ ରାଶିଫଳ: ୨ ଜୁନ୍ ୨୦୧୮

ମେଷ:-

ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ। ପାରିବାରିକ ଜୀବନ ଆନନ୍ଦମୟ ହେବ। ପରୀକ୍ଷା ଓ ପ୍ରତିଦ୍ଵନ୍ଦିତାରେ ସଫଳ ହେବେ। ବୁଦ୍ଧି ବିବେକ ଖେଳାଇ ପ୍ରତିକୂଳ ସ୍ରୋତକୁ ଅନୁକୂଳ ଦିଗରେ ମୁହାଁ ଇ ଦେବାକୁ ମଧ୍ୟ ସାମର୍ଥ୍ୟ ଯୁଟିବ। ଚେଷ୍ଟା କଲେ କାହାକୁ ଦେଇଥିବା ଧନ ମିଳିଯିବ। ପରସ୍ପରକୁ ସାହାଯ୍ୟ ସହଯୋଗ କରି ଗଠନମୂଳକ ଦିଗପ୍ରତି ଆଗ୍ରହ ଓ ଉତ୍ତମ ଯୋଜନାବଦ୍ଧ ହେବାର ସମ୍ଭାବନା ଅଛି। ପ୍ରତିକାର:- କୁକୁରକୁ ଖାଦ୍ୟ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ବନ୍ଧୁ ମିତ୍ରମାନେ ଶତ୍ରୁତା ଆଚରଣ କରିବେ। ମନକୁ ଆଘାତ ଲାଗିଲାପରି କଥା ଶୁଣିବେ। କୃଷି ଓ ବାଣିଜ୍ୟରେ ଆୟ ଅପେକ୍ଷା ବ୍ୟୟ ଅଧିକ ହେବ। ବଡପଣିଆ ଦେଖାଇଲେ ଭଲ ବଦଳରେ ମନ୍ଦଫଳ ଭୋଗିବାକୁ ପଡିବ। ସତର୍କତା ଅବଲମ୍ବନ ନକଲେ ମିଥ୍ୟା ଅପବାଦରେ ନିନ୍ଦିତ ହେବେ। ସ୍ୱାସ୍ଥ୍ୟ ଦିଗରୁ ମହିଳାମାନେ ବିଶେଷ ସତର୍କ ରହିବା ଉଚିତ୍। ପ୍ରତିକାର:- ଗୋମାତାର ସେବାକରିବା ଆବଶ୍ୟକ।

<<< ଓଡିଆ କ୍ୟାଲେଣ୍ଡର ୨୦୧୮ >>> | <<< Janma Patrika>>>

ମିଥୁନ:-

ବନ୍ଧୁମିଳନ ତୀର୍ଥ ଭ୍ରମଣ ଓ ସଂସ୍କୃତିକ ତଥା ସାମାଜିକ କାର୍ଯ୍ୟରେ ଭାଗନେବେ। ଧର୍ମ କର୍ମ ବା ଇଷ୍ଟ ସାଧନାରେ ରତରହି ଆବଦ୍ଧ ଯୋଗରୁ ମୁକୁଳି ପାରିବେ। ପାରିବାରିକ ଶାନ୍ତିଶୃଙ୍ଖଳା ବୃଦ୍ଧି ହେବାସହ  ଗଠନମୂଳକ କାର୍ଯ୍ୟ ପାଇଁ ପ୍ରସ୍ତୁତି ଆରମ୍ଭ କରିବେ। ବହୁକ୍ଷେତ୍ରରେ ପ୍ରିୟତା, ଯାନବାହାନ ଓ ଭ୍ରମଣ ସଙ୍କ୍ରାନ୍ତିୟ ବ୍ୟବସାୟର ବିଶେଷ ଶୁଭ ସମୟ। ପ୍ରତିକାର:- ଅନ୍ଧ,ବିଧବା ଅସହାୟା ମାନଙ୍କୁ ସାହାଯ୍ୟ କରନ୍ତୁ ।

କର୍କଟ:-

କର୍ମକ୍ଷେତ୍ରରେ ପଦୋନ୍ନତି, ରାଜନୈତିକ କ୍ଷେତ୍ରରେ ପଦବୀ ଲାଭ ଓ ନୂତନ ଯାନ କ୍ରୟ, ଗୃହନିର୍ମାଣ ଆଦି କରି ପାରିବେ। ସ୍ଥଗିତ ଥିବା କର୍ମଟି ସହଜ ସରଳରେ ପୂର୍ଣ୍ଣହେବ। ଯାନବାହାନ ବ୍ୟବସାୟରେ ତଥା ଭ୍ରମଣ ସଙ୍କ୍ରାନ୍ତିୟ ବ୍ୟବସାୟ ରେ ଲାଭବାନ ହେବେ। ମାଲିମୋକଦ୍ଦମାରେ ସଫଳତା ମିଳିବ। ପଦସ୍ଥ ବ୍ୟକ୍ତିଙ୍କର ଆସ୍ଥାଭାଜନ ହେବେ। ସନ୍ତାନ ସନ୍ତତିଙ୍କ ତରଫରୁ ଆଶାବାଦୀ ହେବେ। ପ୍ରତିକାର-  କୁକୁରକୁ ଖାଇବାକୁ ଦିଅନ୍ତୁ।

ସିଂହ:-

ମନରେ ଅଶାନ୍ତି ଅସନ୍ତୋଷ ଓ ଅର୍ଥାଗମ, ଭୟ ସତ୍ତ୍ୱେ ଜୟ, ନାନା ସମସ୍ୟାର ସମ୍ମୁଖୀନ ହେବେ। ମାଲିମୋକଦ୍ଦମା ଠାରୁ ଦୂରେଇ ରୁହନ୍ତୁ। ସନ୍ତାନମାନଙ୍କ ପାଇଁ ଚିନ୍ତିତ ରହିବେ। ସ୍ୱାସ୍ଥ୍ୟଗତ ସମସ୍ୟାର ସମ୍ମୁଖୀନ ହେବେ। ବିବାଦୀୟ ଦୁଃସ୍ଥିତିରେ ଜଡିତ ହେବେ। ସ୍ଥାନାନ୍ତରର ସୂଚନା ପାଇବେ। ଭ୍ରମଣକାଳରେ କ୍ଲେଶ, ସହକର୍ମୀଙ୍କ  ସହ ବିବାଦ ସୃଷ୍ଟି ହେବ। ପ୍ରତିକାର- କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।

କନ୍ୟା:-

କର୍ମକ୍ଷେତ୍ରରେ ସାଫଲ୍ୟ, ଉଚ୍ଚସମ୍ମାନ ଓ ପଦବୀ ଲାଭ ହେବ।  କର୍ମ ସଂସ୍ଥାନ, ଶିଳ୍ପ ପ୍ରତିଷ୍ଠା ବା ଯୋଜନା ସାଫଲ୍ୟଦାୟକ ହେବ। ଲୁଗାପଟା ଓ ସୌଖୀନ ଦ୍ରବ୍ୟର ବ୍ୟବସାୟୀମାନେ ଦ୍ବିଗୁଣ ଲାଭ କରିବେ। କର୍ମ କ୍ଷେତ୍ରରେ ପ୍ରତ୍ୟେକ ମୁଖରୁ ପ୍ରଶଂସାବାଣୀ ଶୁଣିବେ। ପାରିବାରିକ କ୍ଷେତ୍ରରେ ଶାନ୍ତି ପାଇବେ। ପୂର୍ବ ଶତୃମାନେ ପଛଘୁଞ୍ଚା ଦେବେ।  ପ୍ରତିକାର:- ଦିନ ଦୁଃଖୀଙ୍କୁ ଅନ୍ନଦାନ ଦିଅନ୍ତୁ।

ତୁଳା:-

ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ। ପ୍ରବାସ ଓ ଯାତ୍ରାରେ ଲାଭବାନ ହେବେ। ନିର୍ମାଣ ମୂଳକ ଯୋଜନାରେ ଆଗେଇବେ। ଯାତ୍ରାଫଳରେ ଉତ୍ସାହିତ ହେବେ। ଗୃହୋପକରଣ କ୍ରୟ କରିବେ। ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ହେବ। ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ। ପ୍ରତିକାର- ପଙ୍ଗୁ ଭିକାରୀଙ୍କୁ ଖାଦ୍ୟ ଦିଅନ୍ତୁ।

ବିଛା:-

ଆର୍ଥିକ ଉନ୍ନତି ଫଳରେ ଚିନ୍ତା କରିଥିବା କାର୍ଯ୍ୟ ପୂରଣ କରିବାକୁ ଚିନ୍ତା କରିବେ। ବ୍ୟବସାୟରେ ଭାଗୀଦାରୀମାନଙ୍କ ସହ ମତାନ୍ତର ମନାନ୍ତର ଦୂରେଇ ଯିବ। କାରବାରରେ ଉତ୍ଥାନ ହେବାଫଳରେ ବ୍ୟବସାୟର ପରିବର୍ତ୍ତନ କରିବାର ଇଚ୍ଛା ଜାଗ୍ରତ ହେବ। ଅତି ନିକଟର ବନ୍ଧୁବାନ୍ଧବଙ୍କସହ ଅତି ପ୍ରିୟତା ସୃଷ୍ଟିହେବ। ପରିବାରରେ ସୁସ୍ଥ ବାତାବରଣ ଜାରି ରହିବ। ପ୍ରତିକାର- ଗ୍ରାମ୍ୟ ଦେବା ଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ।

ଧନୁ:-

ଆର୍ଥିକ ସ୍ଥିତି ସ୍ଵଛଳ ରହିବ। ବ୍ୟବହାର କୁଶଳତାକୁ ଆଧାରକରୀ ନିମ୍ନବର୍ଗର ସହାୟତା ବରିଷ୍ଠ ବ୍ୟକ୍ତିଙ୍କ ସହ ସୁସମ୍ପର୍କସ୍ଥାପିତ ହେବ। ଜାଗା, ଜମି, ବାସଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ। ବ୍ୟବସାୟରେ ଆଶାତୀତ ଲାଭକରି କିଛି ନୂତନ ପଦାର୍ଥ ସଂଗ୍ରହ ବା ବ୍ୟାଙ୍କବାଲାନ୍ସ ବୃଦ୍ଧି ହେବ। ପ୍ରତିକାର- କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।

ମକର:-

ଶୋଷିତ ଓ ନିର୍ଯାତିତଙ୍କ ବିଡମ୍ବନାକୁ ମୁଣ୍ଡେଇ ଦୃଢ ମନୋବଳରେ ଆଗେଇ ପାରିବେ। ପରିବାର ଭିତରେ ଜଗିରଖି ନଚଳିଲେ କଳହ ସୃଷ୍ଟି ହେବାର ସମ୍ଭାବନା। ନିଜକାର୍ଜ୍ୟ ପାଇଁ ଦୂରସ୍ଥାନକୁ ଯାତ୍ରା କରି ଶାରୀରିକ ଅସୁସ୍ଥତା ଅନୁଭବ କରିବେ। ବାଦ-ବିବାଦ, ପରୀକ୍ଷା, ପ୍ରତି ଯୋଗୀତା, ମାଲିମୋକଦ୍ଦମା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ପ୍ରତିକାର- ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy

Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988

କୁମ୍ଭ:-

ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବେ। ଅଟକିଥିବା କାର୍ଯ୍ୟ ପୂରଣ ହେବ। ପ୍ରତିଯୋଗୀତା ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ। କଠିନ କାର୍ଯ୍ୟ ସହଜରେ ସମାଧାନ କରିବେ। ସମସ୍ତ ବାଧାବିଘ୍ନକୁ ଭ୍ରୂକ୍ଷେପ ନକରି ନିଜର ସିଦ୍ଧାନ୍ତରେ ଅଟଳ ରହିବେ। କୋର୍ଟ କଚେରୀ ମାମଲା ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ। ପ୍ରତିକାର- ନିଜର ଆରାଧ୍ୟା ଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ।

ମୀନ:-

କର୍ମକ୍ଷେତ୍ରରେ ଓ ବ୍ୟବସାୟ କ୍ଷେତ୍ରରେ ନିଜର ପ୍ରତିଷ୍ଠା ସୁନାମ ବଢିବ। ପାରିବାରିକ ଜୀବନ ସମସ୍ତଙ୍କ ମେଳରେ ରହି ସୁଖ-ସନ୍ତୋଷରେ କଟିବ। ସାମାଜିକ ସ୍ଥିତି ଓ ମାନସମ୍ମ।ନ ବଜାୟ ରହିବ। ଗୁରୁଜନଙ୍କ ସହାନୁଭୁତି ଉପଲବ୍ଧ ହେବ ଓ ସନ୍ତାନର ସୁ-ଖବର ଶୁଣି ଖୁସି ହେବେ।  ଦୂରସ୍ଥାନକୁ ଯାତ୍ରା କରିବେ। ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ। ସ୍ଵାସ୍ଥ୍ୟର କିଛି ପରିବର୍ତ୍ତନ ଘଟିବ। ପ୍ରତିକାର- ଚଣାଡାଲି ଓ ଗୁଡ ମନ୍ଦିରରେ ଦାନ କରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!