ଦୈନିକ ରାଶିଫଳ: ୦୨ ମାର୍ଚ୍ଚ ୨୦୨୦, ମହାଦେବଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ କିଛି ଖୁସି ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୦ ମସିହା, ମାର୍ଚ୍ଚ  ମାସ ୨ତାରିଖ, ସୋମବାର, କୁମ୍ଭ ମାସ ୧୯ ଦିନ, ଫାଲଗୁନ ମାସ, ଶୁକ୍ଳପକ୍ଷ, ସପ୍ତମୀ ତିଥି, କୃତ୍ତିକା ନକ୍ଷତ୍ର, ବୃଷ ରାଶିରେ ଚନ୍ଦ୍ର। ମିଥୁନ ରାଶିର ଘାତବାର। ବିଛା ରାଶିର ଘାତଚନ୍ଦ୍ର। ତାଳ ନ ଖାଇଲେ ଭଲ।ଶୁଭସମୟ ପ୍ରାତଃ ୬ଟା ୧୦ମିନିଟ୍ ରୁ ୭ଟା ୩୫ମିନିଟ୍, ଦିବା ୧୦ଟା ୪୯ମିନିଟ୍ ରୁ ୧ଟା ୭ମିନିଟ୍, ଦିବା ୪ଟା ୨୨ମିନିଟ୍ ରୁ ୫ଟା, ସନ୍ଧ୍ୟା ୬ଟା ୩୮ମିନିଟ୍ ରୁ ୯ଟା ୫ମିନିଟ୍।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ସରକାରୀ କ୍ଷେତ୍ରରେ ସଫଳତା ମିଳିବା ସହ ଅର୍ଥ ଲାଭର ସୁଯୋଗ ପାଇବେ। କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ। କର୍ମକ୍ଷେତ୍ରରେ ଉଚ୍ଚଅଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ କର୍ମୋନ୍ନତି ହେବ। ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ। ଜମି ଜମା ସଙ୍କ୍ରାନ୍ତିୟ ସମସ୍ଯା ସୁଧିରି ଯିବା ସହ ବ୍ୟବସାୟରେ ପ୍ରେରଣା ପାଇ ଅଚଳାବସ୍ଥା ସୁଧାରି ପାରିବେ। ପ୍ରିୟଜନମାନଙ୍କୁ ଆର୍ଥିକ ସାହାଯ୍ୟ ସହଯୋଗ କରି ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନ ବୃଦ୍ଧି ପାଇବ। ପ୍ରତିକାର ମୁହଁ ମିଠାକରି ଘରୁ ବାହାରନ୍ତୁ।

ବୃଷ:-

ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନସନ୍ତୁଷ୍ଟ ରହିବ। ନୂଆ ନୂଆ ବ୍ୟବସାୟିକ ସଂପର୍କସ୍ଥାପନ ଭାଗିଦାର ବ୍ୟବସାୟ ପାଇଁ ସାହାଯ୍ୟ ସହଯୋଗ ଅଚାନକ ମିଳିବ। ପୈତୃକ ସମ୍ପତ୍ତିକୁ ନେଇ  ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବ ଓ ମାନସିକ ଏକାଗ୍ରତା ବଜାୟ ରହିବ। କର୍ମକ୍ଷେତ୍ରରେ କଠିନ ପରିଶ୍ରମ କରିବାକୁ ପଡିବ ଓ ପଦୋନ୍ନତିର ସୂଚନା ପାଇବେ। ନୂତନ କର୍ମ ନିଯୁକ୍ତି ପାଇ ପାରନ୍ତି। ଆୟ ବୃଦ୍ଧି ହେବା ଫଳରେ ଆର୍ଥିକ ଉନ୍ନତି ସହ ଗୃହବାହାନ ପ୍ରାପ୍ତି ହେବ। କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଆଗ୍ରହ ବଢିବ। ପ୍ରତିକାରମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

ମିଥୁନ:-

କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ବ୍ୟବସାୟରେ ଲାଭକ୍ଷତି ପ୍ରତି ଭ୍ରୂକ୍ଷେପ କରିବେ ନାହିଁ ଯାହା ଫଳରେ ମନଅଧିକ ପ୍ରଭାବିତ ହେବ। ଆରାମରେ ଆସକ୍ତ ହେବା ଯୋଗେ ଆର୍ଥିକଦିଗ ଦୁର୍ବଳ ରହିବ। କର୍ମ କ୍ଷେତ୍ରରେ କଠିନ ପରିଶ୍ରମ ଯୁକ୍ତ ହେବେ ଓ ନିଜ କ୍ଷେତ୍ରରେ ଭାବମୂର୍ତ୍ତି ସୁରକ୍ଷିତ ରହିବ। ଈର୍ଷାପରାୟଣ ବ୍ୟକ୍ତିମାନେ କର୍ମ କ୍ଷେତ୍ରରେ ପ୍ରତିବନ୍ଧକ ସୃଷ୍ଟି କରି ପାରନ୍ତି। ଶାରୀରିକ କଷ୍ଟ ଭୋଗ କରି ପାରନ୍ତି। ବିତଣ୍ଡା, ବିତର୍କ କ୍ଷେତ୍ରରୁ ଓହରି ରହିଯିବା ଅଧିକ ଉତ୍ତମ। ପ୍ରତିକାର କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କର୍କଟ:-

ସରକାରୀ କାମରେ ସଫଳତା ପାଇ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ। ଭାଇ ଭଉଣୀ ବନ୍ଧୁବାନ୍ଧବଙ୍କ ସହ ଉତ୍ତମ ସମ୍ପର୍କ ରହିବା ଫଳରେ ପରିବାରରେ ମହତ୍ୱପୂର୍ଣ୍ଣ କାର୍ଯ୍ୟକରି ପ୍ରଶଂସିତ ହେବେ। ନୂତନ ଜାଗା ଜମି ଗୃହ, ବାହନ ଆଦି କ୍ରୟ କରିବାର ଯୋଜନା କରି ପାରିବେ। ନିବେଶ କରିଲେ ଲକ୍ଷ୍ମୀଙ୍କ କୃପା ଫଳରେ ଧନ ପ୍ରାପ୍ତ ହେବ। ଆନନ୍ଦ ଉଲ୍ଲାସରେ ଦିନଟି ବିତାଇବେ। ବିଦ୍ୟାର୍ଥୀମାନେ ଶିକ୍ଷା କ୍ଷେତ୍ରରେ ଆଶାନୁରୂପ ଫଳ ପାଇବେ। ମିଳିବ। ରାଜନୀତି କ୍ଷେତ୍ରରେ ଉଚ୍ଚ ପଦ ପଦବୀର ପଦାଧିକାରୀ ହୋଇପାରିବେ। ପ୍ରତିକାର ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ସିଂହ:-

କର୍ମକ୍ଷେତ୍ରରେ ଉଚ୍ଚାଧିକାରୀଙ୍କ ସହଯୋଗରେ ଉନ୍ନତି ହେବ। ବନ୍ଧୁବାନ୍ଧବ ମାନେ ଆର୍ଥିକ କ୍ଷେତ୍ରରେ ସାହାଯ୍ୟ ସହଯୋଗ କରିବା ଯୋଗେ ଚିନ୍ତା କରିଥିବା କାମ ଗୁଡିକ ଠିକ୍ ଭାବେ ସଂପୂର୍ଣ୍ଣ ହେବ। ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। ବ୍ୟବସାୟରେ ପ୍ରେରଣା ପାଇ ଅଚଳାବସ୍ଥା ସୁଧାରି ପାରିବେ। ପୁରୁଣା ରୋଗ ଓ ଶତୃମାନଙ୍କ ଠାରୁ ଉପସମ ପାଇବେ। ଗୃହାରମ୍ଭ, ଦୁରଯାତ୍ରା, ନୂତନ ବ୍ୟବସାୟ ଆରମ୍ଭ କରି ପାରିବେ। ପିଲାମାନେ ପରୀକ୍ଷାରେ ସଫଳତା ପ୍ରାପ୍ତ ହେବେ। ପ୍ରତିକାର ମାଗଣାରେ କୌଣସି ଦ୍ରବ୍ୟ ଗ୍ରହଣ କରନ୍ତୁ ନାହିଁ।

କନ୍ୟା:-

ସଭାସମିତି, ସାହିତ୍ୟ ଓ କଳାକ୍ଷେତ୍ରରେ ସମ୍ମାନ ପାଇବେ। କର୍ମ କ୍ଷେତ୍ରରେ ଗଠନମୂଳକ ପ୍ରସ୍ତାବ ଦେଇ ପ୍ରଶଂସିତ ହେବେ। ଶିଳ୍ପବାଣିଜ୍ୟ ଓ ପରିବହନ ବ୍ୟବସାୟରେ ବିଭିନ୍ନ ଆଡୁ ଲାଭ ପାଇବେ। କିଛି ନୂତନ କର୍ମ ଆରମ୍ଭ କରି ନିକଟ ସମ୍ପର୍କୀୟଙ୍କ ଠାରୁ ପ୍ରଶଂସିତ ହେବେ।  ସତସଙ୍ଗ ଓ ମନୋରଞ୍ଜନ, କ୍ରୀଡ଼ା କାମରୁ ପ୍ରଶଂସିତ ହେବେ। ଉଚ୍ଚାଧିକାରୀ, ସହକର୍ମୀ, ଭାଇ ବନ୍ଧୁଙ୍କ ସାହାଯ୍ୟ ଦ୍ଵାରା ଉନ୍ନତି କରିବେ। ବକେୟା ଅର୍ଥ ଆଦାୟ ହେବ। ଧର୍ମାନ୍ଧତାରୁ ଦୂରେଇ ରହି, ଅଧ୍ୟାତ୍ମିକତାର ପ୍ରଦର୍ଶନ କରିବେ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ତୁଳା:-

ସମସ୍ତ ପ୍ରକାର ବ୍ୟବସାୟରେ ଉନ୍ନତି ଓ ଲାଭବାନ୍ ହେବେ। କଳା, ସଙ୍ଗୀତ, ସାହିତ୍ୟ ପ୍ରତି ରୁଚି ବୃଦ୍ଧିହେବ। ଗୁରୁଜନ ମାନଙ୍କ ଠାରୁ ଆର୍ଶିବାଦ ପାଇବେ। ପାର୍ଟି ବା ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ। ପରିବାରରେ ସୁଖଶାନ୍ତି ଫେରି ଆସିବ। ବିଦ୍ୟାକ୍ଷେତ୍ରରେ ଉନ୍ନତି ଫଳରେ ପ୍ରଶଂସିତ ହେବେ। ନିଜର ଇଚ୍ଛା ବିରୋଧରେ କୌଣସି କାର୍ଯ୍ୟ କରିବା ଅନୁଚିତ୍। କ୍ରୋଧକୁ ଦମନ କରି ହସଖୁଶିର ବାତାବରଣ ସୃଷ୍ଟି ହେବ। ତରବରିଆ ଭାବରେ କୌଣସି କାମ ନକରି ପରିସ୍ଥିତିକୁ ଆଖିଆଗରେ ରଖି କାମକରିଲେ ଭଲ ହେବ। ପ୍ରତିକାର ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

ବିଚ୍ଛା:-

କର୍ମକ୍ଷେତ୍ରରେ ଉପରିସ୍ଥ ଅଧିକାରୀମାନଙ୍କ ସହିତ ସୁ ସମ୍ପର୍କ ସ୍ଥାପନ ହେବ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ସମସ୍ୟା ସମାଧାନ ହୋଇଯିବ। ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତି ଦ୍ଵନ୍ଦିତା, ପ୍ରତି ଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ପ୍ରସଙ୍ଗରେ ଆଶାଜନକ ଫଳପ୍ରାପ୍ତି ହେବ। କୌଣସି ନୂତନ କାର୍ଯ୍ୟ ଆରମ୍ଭକଲେ ବିପଦରେ ପଡିବେ। ପ୍ରତିକାର କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ଧନୁ:-

ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରିବେ। ବ୍ୟବସାୟରେ ପ୍ରେରଣା ପାଇ ଅଚଳାବସ୍ଥା ସୁଧୁରି ଯିବ। ପରିବାର ସମସ୍ୟାର ସମାଧାନ କରି ପ୍ରଶଂସିତ ହେବେ। ରାଜନୀତିରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବ। ବନ୍ଧୁଙ୍କ ନିମନ୍ତ୍ରଣ ପାଇ ପିକନିକ୍, ପାର୍ଟି ଆଦିର ପୋଗ୍ରାମ୍ କରିବେ। ଉଚ୍ଚପଦସ୍ଥ ବ୍ୟକ୍ତିଙ୍କ ଠାରୁ ସମ୍ମାନ ମିଳିବ। ନିବେଶ କରିଲେ ଲକ୍ଷ୍ମୀଙ୍କ କୃପା ଫଳରେ ଧନ ପ୍ରାପ୍ତ ହେବ। କର୍ମପାଇଁ ଅପେକ୍ଷା କରିଥିବା ଯୁବକ ଯୁବତୀମାନେ ନୂଆ ଚାକିରୀରେ ଯୋଗ ଦେଇ ପାରନ୍ତି। କର୍ମ କ୍ଷେତ୍ରରେ ଉଚ୍ଚାଧିକାରୀଙ୍କ ସହଯୋଗରେ ଉନ୍ନତି ହେବ।  ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମକର:-

ଉଚ୍ଚପଦସ୍ଥ ବ୍ୟକ୍ତିଙ୍କ ଠାରୁ ସମ୍ମାନ ମିଳିବ। କର୍ମକ୍ଷେତ୍ରରେ ଆଶା କରୁଥିବା ଘଟଣା ଘଟିବା ଫଳରେ ଉତ୍ସାହ ପ୍ରାପ୍ତି ହେବ।  ନୁତନ କାର୍ଯ୍ୟ ଆରମ୍ଭ କରିବା ପାଇଁ ଚେଷ୍ଟା କରିଲେ ସଫଳ ହେବେ। ଯାତ୍ରାଫଳରେ ଉତ୍ସାହିତ ହେବେ। ଦୂର ଯାତ୍ରାରେ ସଫଳତା ମିଳିବ। ପରୀକ୍ଷା, ପ୍ରତି ଯୋଗୀତା ସନ୍ତୋଷ ଜନକ ହେବ। ପିଲାମାନଙ୍କ ପଢା ସମସ୍ୟା ନେଇ ମନ ଆନନ୍ଦିତ ହେବ। ବନ୍ଧୁମିତ୍ରଙ୍କ ସହ ମନୋରଞ୍ଜନ, ଭ୍ରମଣ ଫଳରେ ହସଖୁସିର ବାତାବରଣ ସୃଷ୍ଟି ହେବ।ପୁଞ୍ଜିଲଗାଣ, ଉଦ୍ୟୋଗ, ଧନ ଆଦାନ ପ୍ରଦାନରେ ବିଶେଷ ଲାଭବାନ୍ ହେବେ। ପ୍ରତିକାରମାଦକଦ୍ରବ୍ୟ ଓ ଆମିଷ ସେବନ କରନ୍ତୁ ନାହିଁ।

କୁମ୍ଭ:-

ଅଧିକାରୀଙ୍କଠାରୁ ସହଯୋଗ ମିଳିବା ଫଳରେ ସୁଖ ସମୃଦ୍ଧି ବୃଦ୍ଧି ହେବ। ଦୂରଯାତ୍ରାର ସୁଯୋଗ ପାଇବେ। ଆତ୍ମବିଶ୍ଵାସ ବୃଦ୍ଧି ପାଇବ। ଆମୋଦ ପ୍ରମୋଦ, କ୍ରିଡା, ଆଡମ୍ବରରେ ଆଗ୍ରହ ବଢିବ। ଛାତ୍ର ଛାତ୍ରୀମାନେ ଅଧିକ ଭାଗ୍ୟବାଦୀ ହୋଇ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ। ଦାମ୍ପତ୍ୟ ସୁଖରେ ମଧୁରତା ଆସିବ। ପ୍ରେମିକ ପ୍ରେମିକାମାନଙ୍କର ପ୍ରେମପ୍ରସଙ୍ଗରେ ସଫଳତା ମିଳିବ। କୌଣସି ଆବଶ୍ୟକୀୟ ଜିନିଷ କିଣିବା ପାଇଁ ଧାର କରଜ କରିବାକୁ ପଡିପାରେ। ପାରିବାରିକ କ୍ଷେତ୍ରରେ ସ୍ନେହ ସଦ୍ଭାବର ଅଭାବ ଦେଖାଦେବ। ପ୍ରତିକାର ଷଣ୍ଢକୁ ଖାଇବାକୁ ଦିଅନ୍ତୁ।

ମୀନ:-

ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ। କର୍ମକ୍ଷେତ୍ରରେ ମାନସମ୍ମାନ ବୃଦ୍ଧି ହେବ। ନୂତନ ବ୍ୟବସାୟ ଆରମ୍ଭ କଲେ ଆଶାତୀତ ଲାଭ ହେବ। ନୂତନ କର୍ମ ନିଯୁକ୍ତିର ସୂଚନା ପାଇବେ। ପାରିବାରିକ ପରିସ୍ଥିତି ଠିକ୍ ରହିବ। ପ୍ରଶାସନ କ୍ଷେତ୍ରରେ ଦ୍ଵନ୍ଦ ଦୂରହେବ। କୋର୍ଟ କଚେରୀ ଓ ମାଲିମୋକଦ୍ଦମାରେ ବିଜୟୀ ହେବେ। ବିଦେଶ ଯାତ୍ରାରେ ଲାଭବାନ ହେବେ। ନୂତନ ଗୃହସୁଖ ମିଳିବ। ଯାନବାହନ ସୁଖ ମିଳିବ। ଶେୟାର ମାର୍କେଟ, ଜୁଆ ଓ ଲଟେରୀ ଖେଳରେ ମନମୁତାବକ ଲାଭବାନ ହେବାର ସମ୍ଭାବନା। କିଛି ନୂତନ କର୍ମ ଆରମ୍ଭ କରି ନିକଟ ସମ୍ପର୍କୀୟଙ୍କ ଠାରୁ ପ୍ରଶଂସିତ ହେବେ। ପ୍ରତିକାର:- ଗୋମାତାକୁ ଖାଦ୍ୟ ଦିଅନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!