ଦୈନିକ ରାଶିଫଳ: ୨ ନଭେମ୍ବର ୨୦୧୯, ଶନିଦେବଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କର କର୍ମ ଓ ବ୍ୟବସାୟରେ ହେବ ଉନ୍ନତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-

କର୍ମ କ୍ଷେତ୍ରରେ ଉଚ୍ଚଧିକାରୀଙ୍କ ସହ ସୁ ସମ୍ପର୍କ ଫଳରେ କର୍ମୋନ୍ନତି, ଯଶମାନ ପ୍ରତିଷ୍ଠା ଲାଭର ଯୋଗ ଅଛି। ପୁରାତନ ରୋଗର ସାମାନ୍ୟ ଉନ୍ନତି ପରିଲକ୍ଷିତ ହେବ। ବ୍ୟବସାୟରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବା ଫଳରେ ସଫଳତା ଅର୍ଜନ କରି ଲାଭ ପାଇବେ। ଦୂରଯାତ୍ରାର ସୁଯୋଗ ପାଇବେ। ପରିବାରରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ। ଶିଳ୍ପ କ୍ଷେତ୍ରରେ ବିଭିନ୍ନ ପ୍ରକାରର ସମସ୍ୟା ସମାଧାନ ହେବ। କ୍ରୀଡ଼ାବିଦ୍ମାନେ ପ୍ରଶଂସିତ ହେବେ। ମହିଳାମାନେ ପାରିବାରିକ କ୍ଷେତ୍ରକୁ ସରସ ସୁନ୍ଦର କରିବାର ପ୍ରଯତ୍ନ କରିବେ। ପ୍ରତିକାର ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ପ୍ରତିଦ୍ୱନ୍ଦିତା ବା ପ୍ରତିଯୋଗିତା କରିବା ସୁଯୋଗ ପାଇ ସଫଳ ହେବେ। ରାଜନୀତି କ୍ଷେତ୍ରରେ ଯଶମାନ ବୃଦ୍ଧିହେବ। ସାବଧାନତା ଅବଲମ୍ବନ ନ କଲେ ଧନ ହାନି ହେବ। ସ୍ୱାସ୍ଥ୍ୟ ସମସ୍ୟା ମନକୁ ଭାରାକ୍ରାନ୍ତ କରିବ। ଭୁଲବୁଝାମଣା ସୃଷ୍ଟି ନହେଲା ଭଳି କାମ କଲେ ଭଲ ହେବ। ଛାତ୍ରଛାତ୍ରୀମାନେ ଧାର୍ମିକ କ୍ଷେତ୍ରରେ କିମ୍ବା ଆନୁଷ୍ଠାନିକ କାମରେ ଭ୍ରମଣପ୍ରିୟ ହେବେ। ପରିବାରିକ ଜୀବନରେ ମତାନ୍ତର ମନାନ୍ତର ଦେଖା ଦେଇପାରେ। ବ୍ୟବସାୟିକ ଗତିବିଧି ଠିକ୍ ରହିଲେ ମଧ୍ୟ ଅନାବଶ୍ୟକ ଧାଁଦୌଡ଼ କରି ପାରନ୍ତି। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

ମିଥୁନ:-

କର୍ମକ୍ଷେତ୍ରରେ କୌଣସି ବାଧା ବନ୍ଧନ ନମାନି କାର୍ଯ୍ୟରେ ଆଗେଇ ଯିବାର ସୁଯୋଗ ପାଇବେ। ବିଦେଶୀ ବା ଦୂର ବନ୍ଧୁ ଖୁବ୍ ସାହାଯ୍ୟ କରିବେ। ଧାନ, ଗହମ, ବାଜରା, ମକା, ପନିପରିବା ଆଦି ବ୍ୟବସାୟରୁ ବେଶ୍ ଲାଭବାନ ହୋଇ ପାରିବେ। ଭିନ୍ନ ରାସ୍ତାରେ ଆୟବୃଦ୍ଧିର ଯୋଜନା ମଧ୍ୟ ଚାଲୁରଖିବେ। ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ରାଜନୈତିକ କ୍ଷେତ୍ରରେ ଲୋକ ସମର୍ଥନ, ଦଳ ସମର୍ଥନ ବୃଦ୍ଧି ପାଇବା ସହ ମୁଖ୍ୟନେତାଙ୍କର ପ୍ରିୟ ପାତ୍ର ହେବେ। ପ୍ରତିକାର ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ।  

କର୍କଟ:-

ଗୃହାରମ୍ଭ, ଦୁରଯାତ୍ରା, ନୂତନ ବ୍ୟବସାୟ ଆରମ୍ଭ କରି ପାରିବେ। ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ ଓ ଖାଦ୍ୟ ବ୍ୟବସାୟୀମାନେ ପ୍ରଚୁର ଲାଭ କରିବେ। କର୍ମ କ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ। ମହିଳାମାନେ ଅନେକ କାର୍ଯ୍ୟ ନିଜେ ସମାଧାନ କରିବାକୁ ସାହସ ବାନ୍ଧିବେ। ବୃତ୍ତିଗତ ଦୃଷ୍ଟିରୁ ସୁରକ୍ଷିତ ରହିବେ। ଭାତୃ ବିବାଦ, ଜମିବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହେବ। ସାମ୍ବାଦିକତାରୁ ଲାଭ ଓ ଶୁଭ ସମାଚାର ମିଳିବ। ଆକସ୍ମିକ ଭାବରେ କୌଣସି ସୂତ୍ରରୁ ମୋଟା ଅର୍ଥ ମିଳିଯିବ ଓ ଭୂମିଲାଭ ଯୋଗ ମଧ୍ୟ ଘଟିବ। ପ୍ରତିକାର କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।

ସିଂହ:-

ବିଦ୍ୟାର୍ଥୀମାନେ ଆପ୍ରାଣ ଚେଷ୍ଟା କରି ପ୍ରତିଦ୍ୱନ୍ଦିତାରେ ସଫଳ ହେବେ ଓ ଆଶା କରୁଥିବା ଫଳ ପାଇ ପାରିବେ। ପ୍ରତି ଯୋଗୀତା ପରୀକ୍ଷା, ସାକ୍ଷାତକାରରେ ବିଜୟୀ ହେବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ। ପାରିବାରିକ ସ୍ତରରେ ସ୍ଵାର୍ଥ ପ୍ରବୃତ୍ତିର ଅଧୀନ ହୋଇ ସମ୍ପର୍କର ମଧୁର ସ୍ଵାଦ ଅନୁଭବ କରିବେ। ବନ୍ଧୁ ମିତ୍ରଙ୍କର ସହଯୋଗ ଓ ଆର୍ଥିକ ସହାୟତାରେ ଅନେକ କ୍ଷେତ୍ରରେ ସ୍ଵାଭିମାନ ରକ୍ଷା ହେବ। ଖାଇବା ପିଇବାରେ ଅବହେଳା କରିବାରୁ ସ୍ଵାସ୍ଥ୍ୟ ଖରାପ ହେବ। କେତେକ କ୍ଷେତ୍ରରେ ପ୍ରତିଦ୍ୱନ୍ଦିତା ଦେଖା ଦେଇ ପାରେ। ପ୍ରତିକାର ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କନ୍ୟା:-

ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ। ଧର୍ମକାର୍ଯ୍ୟପ୍ରତି ମନବଳାଇ ବହୁତ ଶାନ୍ତି ଲଭିବେ। ବ୍ୟବସାୟ କ୍ଷେତ୍ରରେ ମାନସିକ ଅସାନ୍ତି ଦୂର ହେବ। ବନ୍ଧୁଙ୍କ ସାହାଯ୍ୟ ଏବଂ ଅବଦାନ ଅବିସ୍ମରଣୀୟ ରହିବ। ମହିଳାଙ୍କ ମାନସିକ ସ୍ଥିତି ଭଲ ରହିବ ଓ ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ। ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ସମସ୍ୟାଗୁଡ଼ିକ ଆପଣାଛାଏ ସମାଧାନ ହୋଇଯିବାରୁ ମନ ହାଲୁକା ହୋଇଯିବ। ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ନିତ୍ୟଚର୍ଯ୍ୟାରେ ବ୍ୟବଧାନ ଉପସ୍ଥିତ ହେବ। ପ୍ରତିକାର ହରିଡାଚନ୍ଦନ ମସ୍ତକରେ ଧାରଣ କରନ୍ତୁ।

ତୁଳା:-

ଅଧ୍ୟୟନ ଓ ଅଧ୍ୟାପନା ତଥା ସାମାଜିକ କ୍ଷେତ୍ରରେ ପ୍ରତିଷ୍ଠା ବଢିବ। କଳା ଓ ସଙ୍ଗୀତରେ ସୁନାମ ଅର୍ଜନ କରିବେ। ପରିବାରର ସାହାଯ୍ୟରେ ଉପକୃତ ହେବେ। ସାମାଜିକ ସ୍ତରରେ ପ୍ରଶଂସିତ ହେବେ। କର୍ମକ୍ଷେତ୍ରରେ ଶୁଭ ସମାଚାର ଶୁଣି ଖୁସି ହେବେ। ଖଣିଜ ବ୍ୟବସାୟ, ଯାନବାହନ ବ୍ୟବସାୟ, ଯାତାୟତ ବ୍ୟବସାୟ, ବାୟୁଯାନ, ରେଳ ବିଭାଗର ଟିକେଟ ବିକ୍ରି, ଭୂ-ଜାତ ଦ୍ରବ୍ୟ ବ୍ୟବସାୟ, ସାନିଟାରୀ, ଇଟା, କୋଇଲା, ହାର୍ଡୱାର, ମହମବତୀ, ପେଟ୍ରୋଲିୟମ୍, କବାଡ଼ି, ଗାଈ, କୁକୁଡ଼ା, ଛେଳିଫାର୍ମ ଇତ୍ୟାଦିରେ କର୍ମରତ ବ୍ୟକ୍ତି ଓ ବ୍ୟବସାୟରେ ଅତ୍ୟଧିକ ଲାଭ ପାଇବେ। ପ୍ରତିକାର ଲିମ୍ବଚନ୍ଦନ ମସ୍ତକରେ ଧାରଣ କରନ୍ତୁ।

ବିଚ୍ଛା:-

ଆର୍ଥିକସ୍ଥିତିରେ ସୁଧାର ଆସିବା ଫଳରେ ନୂତନ ଉଦ୍ୟୋଗରେ ପଇସା ଖଟେଇବେ। କୌଣସି ଦରକାରୀ ମୂଲ୍ୟବାନ ଜିନିଷ ଖରିଦ କରିବାକୁ ମନ ବଳାଇବେ। ବନ୍ଧୁଙ୍କ ସାହାଯ୍ୟ ନେଇ ଆଲୋଚନା କ୍ଷେତ୍ରରେ ସୁଫଳ ପାଇବେ। ବ୍ୟବସାୟରେ ସାଙ୍ଗ ସାଥିମାନେ ସାହାଯ୍ୟ ସହଯୋଗ କରିବେ ଓ ଡାକରା ପାଇ ଯାତ୍ରା କରିବାକୁ ବାଧ୍ୟ ହେବେ। ମହିଳାମାନେ ମନପସନ୍ଦ ଜିନିଷପାଇ ଖୁସି ହେବେ ଓ ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ। ପରିବାର ସମସ୍ୟାର ସମାଧାନ ହୋଇଯିବା ଫଳରେ ପାରିବାରିକ ଜୀବନ ସୁଖମୟ ହେବ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

ଧନୁ:-

ନୂତନ ବିନ୍ଧୁମିଳନ ହେତୁ ନୂଆ ଉତ୍ସାହନେଇ କାମ କରି ଚାଲିବେ। ନୂତନ ଓ ପୁରାତନ ଯୋଜନା ଫଳପ୍ରସୂ ହେବା ସହଜ ସରଳ ହୋଇଯିବ। ପ୍ରତ୍ୟେକକ୍ଷେତ୍ରରେ କେବଳ କୌଶଳପୂର୍ଣ୍ଣ କଥାକହିବା ଦ୍ୱାରା କାମହାସଲ କରି ପାରିବେ। ପାରିବାରିକ କ୍ଷେତ୍ରରେ ସାହାଯ୍ୟ ଓ ସହଯୋଗ ମାନସିକ ସ୍ଥିତିକୁ ମଜଭୁତ୍ କରିବ। ଆଶା କରିଥିବା ଦିଗରୁ ଅର୍ଥପ୍ରାପ୍ତି ହେବା ଫଳରେ ଆର୍ଥିକ ସ୍ୱଚ୍ଛଳତା ଫେରି ପାଇବେ। ପ୍ରକାଶନ, ପ୍ରଶାସନ, ଆଇନ ଅଦାଲତ, ସଭାସମିତି ଓ ଆମଦାନୀ ବାଣିଜ୍ୟ କ୍ଷେତ୍ରରେ ଉପକୃତ ହେବେ। ମହିଳାମାନଙ୍କୁ ପାରିବାରିକ କ୍ଷେତ୍ରରୁ ମଧ୍ୟ ପ୍ରଶଂସା ମିଳିବ। ପ୍ରତିକାର ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମକର:-

କର୍ମକ୍ଷେତ୍ରରେ ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ। ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ। ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହେବ। ଯେତେ ସମସ୍ୟା ଲାଗିଲେ ମଧ୍ୟ କାମକୁ ଅବହେଳା କରିବେ ନାହିଁ। ବନ୍ଧୁଙ୍କୁ ଦେଇଥିବା ପ୍ରତିଶୃତି ରକ୍ଷାକରି ତାଙ୍କ କାର୍ଯ୍ୟରେ ବ୍ୟସ୍ତ ରହିବେ। ପାରିବାରିକ ପ୍ରତିରୋଧ କାମକୁ ଶୃଙ୍ଖଳିତ କରିବେ। ପରୋକ୍ଷ ଶତ୍ରୁତା ଥିଲେ ମଧ୍ୟ ଆଶା କରିଥିବା କାମଟି ସମ୍ପନ୍ନ କରିପାରିବେ। ଶିକ୍ଷାକ୍ଷେତ୍ରରେ ସଫଳତା ମିଳିବ। ପ୍ରତିକାର ତୁଳସୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।

କୁମ୍ଭ:-

ନିଜର ଚେଷ୍ଟା ଫଳରେ ବହୁତ ଦିନରୁ ବାକି ପଡିଥିବା ଟଙ୍କା ଓ ବୁଡି ଯାଉଥିବା ଟଙ୍କା ମିଳି ପାରିବ। ମହିଳା ମାନେ ସଭାସମିତି ଓ ସମାଜିକ କାର୍ଯ୍ୟଯୋଗେ ଆତ୍ମୀୟମାନଙ୍କ ସାହାଯ୍ୟ ନେବେ। ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ। ଶତୃମାନେ ଯେତେ ଚେଷ୍ଟା କଲେ ମଧ୍ୟ କିଛି କ୍ଷତି କରିପାରିବେ ନାହିଁ। ଆନୁଷ୍ଠାନିକ କାମରେ ଖଟଣି ବଢ଼ିଯିବ କିନ୍ତୁ ପ୍ରଶଂସା ପାଇବେ। ପରିବାରର କେତେକ ଅକୁହା କଥା ଚିନ୍ତା କରି ଅନ୍ୟମାନଙ୍କୁ ସନ୍ଦେହ ଦୃଷ୍ଟିରେ ଦେଖିବେ। ଆବଶ୍ୟକତା ପୂରଣ ଦିଗରେ ବହୁତ ଖର୍ଚ୍ଚାନ୍ତ ହେବେ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

ମୀନ:-

ନୂଆ ଚାକିରୀ ହେବାର ସୁଯୋଗ  ମିଳିବ। ଭବିଷ୍ୟତକୁ ଧ୍ୟାନରେ ରଖି ଯଶ ପ୍ରତିଷ୍ଠା ମିଳିବ। ବିଦେଶ ଯାତ୍ରା, ସୁଖ ଶାନ୍ତି, ଯଶ ଲାଭ, ନୂତନ ବାହନଆଦି ପ୍ରାପ୍ତି ଯୋଗ ଅଛି। ଦୂରଯାତ୍ରା କରିବା ଦ୍ଵାରା ବହୁତ ଲାଭ ମିଳିବ। ପରିବାର ସମସ୍ୟାର ସମାଧାନ ହୋଇଯିବା ଫଳରେ ପାରିବାରିକ ଜୀବନ ସୁଖମୟ ହେବ। ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ଲାଭବାନ ହେବେ। ବନ୍ଧୁଙ୍କଠାରୁ ସାହାଯ୍ୟ ମିଳିବ। ପୁରାତନ ରୋଗର ପ୍ରକୋପ ଉପଶମ ହେବ। ମହିଳାମାନଙ୍କର ଧନପ୍ରାପ୍ତିହେବ। ମାନସିକ ଶାନ୍ତି ଓ ମନସ୍କାମନା ପୂର୍ଣ୍ଣ ହେବ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!