ସାପ୍ତାହିକ ରାଶିଫଳ: ନଭେମ୍ବର ୨ ତାରିଖ ରୁ ନଭେମ୍ବର ୮ ତାରିଖ, ଏହି ସପ୍ତାହଟି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ ଆକସ୍ମିକ ଧନଲାଭ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ଏସପ୍ତାହରେ ପରିବାରରେ ସୁସ୍ଥ ବାତାବରଣ ଜାରି ରହିବ ଓ ପରସ୍ପରକୁ ସାହାଯ୍ୟ ସହଯୋଗ କରି, ଗଠନମୂଳକ କାର୍ଯ୍ୟ ହାତକୁ ନେବେ। ଜାଗା, ଜମି, ଗୃହପୋକରଣ କ୍ରୟ କରିବେ। ଆୟ ଉପାର୍ଜନରେ ବାଧା ନାହିଁ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ସାକ୍ଷାତ୍କାରରେ ସଫଳ ହେବେ। ବ୍ୟବସାୟରେ ଆଶାତୀତ ଲାଭ ମିଳିବା ସହ ଆର୍ଥିକ ସ୍ଥିତିରେ ବୃଦ୍ଧିହେବ ଓ ଆୟ ତୁଳନାରେ ବ୍ୟୟ ମଧ୍ୟ ସମାନ ରହିବ। ସରକାରୀ କର୍ମଚାରୀମାନେ କର୍ମ କ୍ଷେତ୍ରରେ ପ୍ରଶଂସିତ ହେବେ। ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ। କର୍ମ ସନ୍ଧିତ୍ସୁମାନେ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳତା ପାଇବେ। ଛାତ୍ର-ଛାତ୍ରୀମାନେ ଶିକ୍ଷା କ୍ଷେତ୍ରରେ ସଫଳତା ପାଇବା ସହ ଉଚ୍ଚ ଶିକ୍ଷାରେ ସମ୍ମାନିତ ହେବେ। ଘରୋଇ ସମସ୍ୟାର ସମାଧାନ ହେବା ଫଳରେ ମଝିରେ ମଝିରେ ଆର୍ଥିକ ଅନାଟନ ଦେଖା ଦେବ। ଯୁକ୍ତିତର୍କରେ ଦକ୍ଷତା ସହ ବ୍ୟବହାରିକ ବିଜ୍ଞାନ ଓ ଦର୍ଶନର ଗଭୀରତା ଭିତରକୁ ଟାଣିହୋଇ ଯିବେ। ପ୍ରତିକାର:- ଷଣ୍ଢ ଓ ଗାଈକୁ ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:- ଏସପ୍ତାହରେ ବ୍ୟବସାୟରେ ଉତ୍ତମ ରୋଜଗାର ହେବା ସହ ଭଲ ଲାଭ ହେବ। କର୍ମ କ୍ଷେତ୍ରରେ ଉନ୍ନତି ଏବଂ ନୂତନ ଆୟର ପନ୍ଥା ପ୍ରାପ୍ତି ହେବ। ଦାମ୍ପତ୍ୟ ସୁଖ ବୃଦ୍ଧି ହେବା ସହ ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବ। ପାରିବାରିକ ଜୀବନରେ କୌଣସି ବିଶୃଙ୍ଖଳା ଦେଖାଦେବ ନାହିଁ। ଛାତ୍ରଛାତ୍ରୀମାନେ ଶିକ୍ଷା କ୍ଷେତ୍ରରେ ସଫଳତା ଲାଭ କରିବେ। ସହକର୍ମୀମାନଙ୍କଠାରୁ ସାହାଯ୍ୟ ସହଯୋଗ ପାଇବେ। ନୂତନ କର୍ମ ନିଯୁକ୍ତି ପାଇଁ ପ୍ରତିଯୋଗିତା ପରୀକ୍ଷାରେ ଓ ସାକ୍ଷାତକାରରେ ଉତ୍ତିର୍ଣ୍ଣ ହେବେ। ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସରତ ହେବେ। ମାନସିକ ବୌଦ୍ଧିକ ଓ ଭାବନାତ୍ମକ ରୂପରେ ଅଧିକ ସକ୍ଷମ ହେବେ। ପୈତୃକ ସମ୍ପତ୍ତିକୁ ନେଇ ପରିବାରରେ ଅଶାନ୍ତି ଦେଖା ଦେଇପାରେ। ଧାର୍ମିକ କାର୍ଯ୍ୟରେ ରୁଚି କମ୍ ରହିବ। ଉତ୍ତମ ରୋଜଗାର ହେଲେ ମଧ୍ୟ ଗୃହୋପକରଣ କ୍ରୟ କରିବା ଯୋଗେ ବ୍ୟୟ ଅଧିକ ହେବ। ପ୍ରତିକାର- ଗ୍ରାମ୍ୟ ଦେବା ଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ।

ମିଥୁନ:- ଏସପ୍ତାହରେ ସାମାଜିକ ପତିଆରା ଅମଳିନ ରହିବ। ଆୟ ଉପାର୍ଜନ ବୃଦ୍ଧି ହେବ। କର୍ମକ୍ଷେତ୍ରରେ ସହଯୋଗୀମାନେ ଅସହଯୋଗ କରିବେ। ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ। ଘରୋଇ ସଂସ୍ଥାର କର୍ମକ୍ଷେତ୍ରରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ। ଛାତ୍ରଛାତ୍ରୀମାନେ ଉଚ୍ଚ ଶିକ୍ଷା ପାଇଁ ଦୂରଯାତ୍ରାର ସୁଯୋଗ ପାଇବେ। ଯେ କୌଣସି ବ୍ୟବସାୟରେ ହାତ ଦେବେ ସେଥିରେ ସଫଳ ହେବେ। ପ୍ରେମିକ ପ୍ରେମିକାମାନେ ପ୍ରେମ ସମ୍ବନ୍ଧୀୟୟ କ୍ଷେତ୍ରରେ ସଫଳ ହେବେ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ପାରିବାରିକ ଜୀବନ ବହୁ ବ୍ୟସ୍ତତା ମଧ୍ୟରେ ଦିନ କଟିବ। ରାଜନୀତି କ୍ଷେତ୍ରରେ ଅବହେଳା ଯୋଗେ ସାମାଜିକ ପ୍ରତିଷ୍ଠା ମାନ ସମ୍ମାନରେ ବାଧା ଆସିବ। କେତେକ କ୍ଷେତ୍ରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ। ପ୍ରତିକାର- ଶିବମନ୍ଦିରରେ କଞ୍ଚାକ୍ଷୀର ଢାଳି ପାଦୁକ ପାନ କରନ୍ତୁ।

କର୍କଟ:- ଏସପ୍ତାହରେ ସରକାରୀ କର୍ମଚାରୀମାନେ କାର୍ଯ୍ୟ କ୍ଷେତ୍ରରେ ସଫଳତା ଲାଭ କରିବା ସହ ପଦୋନ୍ନତି ପାଇବେ।ପ୍ରିୟଜନମାନଙ୍କୁ ଆର୍ଥିକ ସାହାଯ୍ୟ କରିବେ। କ୍ରୀଡ଼ା, କଳା, ସାହିତ୍ୟ, ପ୍ରକାଶନ, ବାଣିଜ୍ୟ, ବ୍ୟବସାୟ, କୃଷି ଓ ପ୍ରଶାସନିକ ସ୍ତରରେ ଉଚ୍ଚ ସମ୍ମାନ ପାଇବେ। ପାରିବାରିକ କ୍ଷେତ୍ରରେ ବୁଝାମଣା ଠିକ୍ ରହିବା ଫଳରେ ଗୃହ ସମସ୍ୟା ସଜାଡିବାର ସୁବିଧା ପାଇବେ। ସାମାଜିକ ପ୍ରତିଷ୍ଠା. ମାନସମ୍ମାନ ବୃଦ୍ଧି ହେବ। ପ୍ରେମିକ ପ୍ରେମିକାମାନେ ପ୍ରେମ ସମ୍ବନ୍ଧୀୟୟ କ୍ଷେତ୍ରରେ ସଫଳ ହେବେ। କୃଷି କ୍ଷେତ୍ରରେ ସଫଳତା ଦେଖାଦେବ। ଦୁଃସାହସିକ ପଦକ୍ଷେପ ନେଇ ଯଥା ସମ୍ଭବ ପ୍ରକୃତିସ୍ଥ ରହି ସ୍ଥଗିତ ଥିବା କର୍ମ ସହଜ ସରଳରେ ପୂର୍ଣ୍ଣ କରି ପାରିବେ। ବାସସ୍ଥାନ ବା ଯାନବାହାନ କ୍ରୟ କରିବାର ସୁବିଧା ସୁଯୋଗ ପାଇବେ। ସୁଖ ସମ୍ପଦ ପ୍ରାପ୍ତି ହେବା ସହ ନୂତନ କାର୍ଯ୍ୟ କିଛି ଆରମ୍ଭ କରିବା ପାଇଁ ମନ ବଳେଇବେ। ପ୍ରତିକାର:- କାହାରିଠାରୁ ମାଗଣା କୌଣସି ଦ୍ରବ୍ୟ ଗ୍ରହଣ କରିବେ ନାହିଁ।

ସିଂହ:- ଏସପ୍ତାହରେ ସରକାରୀ କର୍ମଚାରୀମାନେ କର୍ମ କ୍ଷେତ୍ରରେ ସୁନାମ ଅର୍ଜନ କରିବେ। ବନ୍ଧୁ ବାନ୍ଧବଙ୍କ ଦ୍ଵାରା କୌଣସି ଜଟିଳ ସମସ୍ୟାର ସମାଧାନ ହେବ। ଧାର୍ମିକ କାର୍ଯ୍ୟରେ ରୁଚି ବଢ଼ିବା ସହିତ ଦାମ୍ପତ୍ୟ ଜୀବନ ସୁଖମୟ ହେବ। ପୈତୃକ ସମ୍ପତ୍ତିକୁ ନେଇ ଭାତୃ ବିବାଦ ମେଣ୍ଟିଯିବ। ଯୁବକ-ଯୁବତୀମାନେ ନୂତନ କର୍ମ ନିଯୁକ୍ତି ପାଇଁ ପ୍ରତିଯୋଗିତା ପରୀକ୍ଷାରେ ଉତ୍ତିର୍ଣ୍ଣ ହେବେ। ଛାତ୍ରଛତ୍ରୀମାନେ କଠିନ ପରିଶ୍ରମ କରିବା ସହିତ ପଢ଼ା ପଢ଼ିରେ ମନଯୋଗ ଦେଇ ଉଚ୍ଚ ଶିକ୍ଷାରେ ସଫଳତା ଲାଭ କରିବେ। ଘରୋଇ ସଂସ୍ଥାର କର୍ମ କ୍ଷେତ୍ରରେ ସହକର୍ମୀମାନଙ୍କଠାରୁ ସାହାଯ୍ୟ ସହଯୋଗ ପାଇ ଅଳ୍ପ ପରିଶ୍ରମରେ ଅଧିକ ଲାଭର ଉପଭୋକ୍ତା ହେବେ। ପାରିବାରିକ କ୍ଷେତ୍ରରେ ଭାରସାମ୍ୟ ରକ୍ଷାକରି ନିମ୍ନବର୍ଗଙ୍କ ଯୋଗେ ପରିସ୍ଥିକୁ ନିଜ ତରଫରେ ନେଇ, ସ୍ଵାର୍ଥସିଦ୍ଧିର ପଥକୁ ପ୍ରଶସ୍ତ କରିବେ। ନୃତ୍ୟଗୀତ ତଥା ମନୋରଞ୍ଜନରେ ମଜ୍ଜି ରହିବେ। ପ୍ରତିକାର:- ଅସହାୟା ମାନଙ୍କୁ ସାହାଯ୍ୟ କରନ୍ତୁ ।

କନ୍ୟା:- ଏସପ୍ତାହରେ ଶାରିରୀକ ସୁସ୍ଥତା ଦେଖା ଦେବ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ। ଘରୋଇ ସଂସ୍ଥାର କର୍ମ କ୍ଷେତ୍ରରେ ସହଯୋଗୀମାନେ ପୂର୍ଣ୍ଣ ସହଯୋଗ କରିବା ଫଳରେ କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତି ହେବ। କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇ ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ଗୃହନିର୍ମାଣ, ଜମିଜମା କ୍ରୟ ବିକ୍ରୟ, ସେୟାର ବଜାର, ଜୁଆ, ଲଟେରୀ, ମଧ୍ୟସ୍ଥତା କରୁଥିବା ବ୍ୟକ୍ତିମାନେ ଜଗିରଖି ଚଳିଲେ ଆଶାତୀତ ଲାଭ ପାଇବେ। ବ୍ୟବସାୟରେ ସଫଳତା ଅର୍ଜନକରି ଉତ୍ତମ ରୋଜଗାର କରିପାରିବେ। ସରକାରୀ କର୍ମଚାରୀମାନେ ସହକର୍ମୀ ମାନଙ୍କ ସହିତ ଦୂରଯାତ୍ରାର ସୁଯୋଗ ପାଇବା ସହ ଆତ୍ମବିଶ୍ୱାସ ବୃଦ୍ଧି ପାଇବ। ଆର୍ଥିକ ସମସ୍ୟା ନିଶ୍ଚିତ ରୂପେ ସମାଧାନ ହୋଇଯିବ। ଛାତ୍ରଛାତ୍ରୀମାନଙ୍କର ଉଚ୍ଚ ଶିକ୍ଷା ପାଇଁ ବିଦେଶ ଯାତ୍ରାର ସୁଯୋଗ ଆସିବ। ପ୍ରତିକାର- ହରିଡାଚନ୍ଦନ ମୁଣ୍ଡରେ ଲଗାନ୍ତୁ।

ତୁଳା:- ଏସପ୍ତାହରେ ସରକାରୀ କର୍ମଚାରୀମାନେ କର୍ମକ୍ଷେତ୍ରରେ ସଫଳତା ଲାଭ କରିବେ। ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ବିଜୟୀ ହେବେ। ସରକାରୀ ସାହାଯ୍ୟ ସହଯୋଗ ହାତଛଡା ହେବାର ନାହିଁ। ପରିବାରରେ ସୁସ୍ଥ ବାତାବରଣ ଜାରି ରହିବା ସହ ପରସ୍ପରକୁ ସାହାଯ୍ୟ ସହଯୋଗ କରି, ଗଠନମୂଳକ କାର୍ଯ୍ୟ ହାତକୁ ନେବେ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ଛାତ୍ରଛାତ୍ରୀମାନେ ଉଚ୍ଚ ଶିକ୍ଷାରେ ସମ୍ମାନିତ ହେବା ସହ ନୂତନ କର୍ମ ନିଯୁକ୍ତିରେ ସଫଳ ହୋଇ ପାରନ୍ତି। ଅବିବାହିତ ଯୁବକ ଯୁବତୀ ମାନଙ୍କର ବିଭିନ୍ନ ସ୍ଥାନରୁ ପ୍ରସ୍ତାବ ମାନ ଆସିବ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ଉନ୍ନତି ପାଇଁ ପ୍ରୟାସ ରତ ହେବେ। କଠିନ ପରିଶ୍ରମ କରିବା ଯୋଗୁ ଶାରୀରିକ ଅସୁସ୍ଥତା ଦେଖା ଦେବ। ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ। ନିଜର କ୍ରୋଧ ଉପରେ ନିୟନ୍ତ୍ରଣ ନ ରଖିଲେ ପ୍ରତି କ୍ଷେତ୍ରରେ ବିଫଳ ହେବ। ବନ୍ଧୁ ବାନ୍ଧବଙ୍କ ସହ ମନୋମାଳିନ୍ୟ ହେବ। ପ୍ରତିକାର:- ଅସହାୟଙ୍କର ସେବାକରି ଆଶୀର୍ବାଦ ଭିକ୍ଷା କରନ୍ତୁ।

ବିଚ୍ଛା:- ଏସପ୍ତାହରେ ବ୍ୟବସାୟରେ ଉନ୍ନତି ଓ ପ୍ରଚୂର ଲାଭ କରି ଶତୃ, ରୋଗ, ଋଣରୁ ମୁକ୍ତି ହେବେ। ଯେ କୌଣସି କାମରେ ହାତ ଦେଲେ ସଫଳତା ପାଇବେ। ଜାଗା, ଜମି, ଗୃହପୋକରଣ କ୍ରୟ କରିବେ। କର୍ମଚାରୀମାନେ କର୍ମ କ୍ଷେତ୍ରରେ ପ୍ରଶଂସିତ ହେବା ସହ ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ। ଆୟ ଉପାର୍ଜନରେ ବାଧା ନାହିଁ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ସାକ୍ଷାତ୍କାରରେ ସଫଳ ହେବେ। ଛାତ୍ରଛାତ୍ରୀମାନେ ଶିକ୍ଷା କ୍ଷେତ୍ରରେ ସଫଳତା ପାଇ ଉଚ୍ଚ ଶିକ୍ଷାରେ ସମ୍ମାନିତ ହେବେ। ନ୍ୟାୟଧୀଶ, ପ୍ରଶାସନିକ ସେବା ଅଧିକାରୀ, ଓକିଲ, ଜେଲର, ଶିକ୍ଷକ, ପ୍ରଶିକ୍ଷକ, ଅଭିନେତା, ଡାକ୍ତର ଇତ୍ୟାଦି ହୋଇଥିଲେ ବା ଏହି ସମ୍ବନ୍ଧିୟ ଦ୍ରବ୍ୟ ବ୍ୟବସାୟ କରୁଥିଲେ ଆଶାତୀତ ଲାଭ ପାଇବେ। ଆନ୍ତରିକ ମୂଲ୍ୟାଙ୍କନର ଅନୁଭୂତି ଜାଗ୍ରତହେବ। ଘରୋଇ ସମସ୍ୟାର ସମାଧାନ ହେବା ଫଳରେ ମଝିରେ ମଝିରେ ଆର୍ଥିକ ଅନାଟନ ଦେଖା ଦେବ। କେତେକ କ୍ଷେତ୍ରରେ ଭଲ କାମ କରି ବଦ୍ନାମ ହୋଇ ପାରନ୍ତି। ପ୍ରତିକାର:- ଷଣ୍ଢ ଓ ଗାଈକୁ ଖାଇବାକୁ ଦିଅନ୍ତୁ।

ଧନୁ:- ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଆର୍ଥିକ ଉନ୍ନତିହେବା ସହ ଯେ କୌଣସି କାର୍ଯ୍ୟରେ ହାତ ଦେବେ ସେଥିରେ ସଫଳ ହେବେ। ବ୍ୟବସାୟରେ ଆଶାତୀତ ଲାଭ ମିଳିବା ସହ ଆର୍ଥିକ ସ୍ଥିତିରେ ବୃଦ୍ଧିହେବ। କର୍ମସନ୍ଧିତ୍ସୁମାନେ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳତା ପାଇବେ। ଛାତ୍ର-ଛାତ୍ରୀମାନେ ଉଚ୍ଚ ଶିକ୍ଷାରେ ସମ୍ମାନିତ ହେବେ। କ୍ରୀଡ଼ା, ବାଣିଜ୍ୟ, କଳା, ସଂସ୍କୃତି କ୍ଷେତ୍ରରେ ପ୍ରଶଂସିତ ହେବେ। ସରକାରୀ କର୍ମଚାରୀମାନେ କର୍ମ କ୍ଷେତ୍ରରେ ସମ୍ମାନିତ ହେବେ। ଅଧିକାରୀଙ୍କଠାରୁ ସହଯୋଗ ପାଇ ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବଜାୟ ରଖିବେ। ଯୁବକ ଯୁବତୀମାନେ ପ୍ରେମ ସମ୍ପନ୍ଧୀୟ କ୍ଷେତ୍ରରେ ସଫଳ ହେବେ। ବାଦବିବାଦରେ ବିଜୟ ପ୍ରାପ୍ତି ହେବା ସହ ରୋଜଗାର ବୃଦ୍ଧି ହେବ। ରାଜନୀତିରେ ଲୋକସମ୍ପର୍କକୁ ଆଧାରକରି ତିଷ୍ଠି ପାରିବେ। ଗୃହୋପକରଣ କ୍ରୟ କରିବା ଯୋଗେ ବ୍ୟୟ ଅଧିକ ହେବ। ଭ୍ରମଣକାଳରେ କ୍ଲେଶ, ସହକର୍ମୀଙ୍କ ସହ ବିବାଦ ଦେଖା ଦେଇପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମକର:- ଏସପ୍ତାହରେ ପୁରାତନ ରୋଗରୁ ଉପସମ ପାଇ ଶରୀର ସୁସ୍ଥ ରହିବ। କର୍ମକ୍ଷେତ୍ରରେ ଉଚ୍ଚଧିକାରୀଙ୍କ ସହ ସୁ ସମ୍ପର୍କ ଫଳରେ ଭାଗ୍ୟୋନ୍ନତି, ଯଶମାନ ପ୍ରତିଷ୍ଠା ଲାଭର ଯୋଗ ଅଛି। ମିତ୍ରଙ୍କ ସାହାଯ୍ୟରେ ବନ୍ଦ ଥିବା କାର୍ଯ୍ୟ ଚାଲୁ କରିବାକୁ ସକ୍ଷମ ହେବେ। କର୍ମ ସନ୍ଧିତ୍ସୁମାନେ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ସୁଖ ସମ୍ପଦ ପ୍ରାପ୍ତି ହେବା ସହ ନୂତନ କାର୍ଯ୍ୟ କିଛି ଆରମ୍ଭ କରିବା ପାଇଁ ମନ ବଳେଇବେ। ବ୍ୟବସାୟୀ ମାନଙ୍କର କାରବାର ବଢିବା ସହ ମନମୁତାବକ ଲାଭବାନ ହେବାର ସମ୍ଭାବନା ଅଛି। ଆର୍ଥିକ ଦିଗରୁ ଉନ୍ନତି ହେବା ଫଳରେ ନୂତନ ପଦାର୍ଥ ସଂଗ୍ରହ କରି ପାରନ୍ତି। ପରିବାରରେ ଆଶା କରୁଥିବା ଖବର ପାଇ ଖୁସୀ ହୋଇ ଯିବେ। ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବ ଓ ମାନସିକ ଏକାଗ୍ରତା ବଜାୟ ରହିବ। ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ପ୍ରେମିକ ପ୍ରେମିକାମାନେ ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗପାଇବେ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

କୁମ୍ଭ:- ଏସପ୍ତାହରେ ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନସନ୍ତୁଷ୍ଟ ରହିବ। ଶିକ୍ଷା କ୍ଷେତ୍ରରେ ସଫଳତା ଲାଭ କରିବେ। ବ୍ୟବସାୟରେ ଉନ୍ନତି ହେବା ସହ ପ୍ରବଳ ଲାଭ ପାଇବେ। ସରକାରୀ କର୍ମଚାରୀମାନେ କାର୍ଯ୍ୟ କ୍ଷେତ୍ରରେ ସଫଳତା ଲାଭ କରିବା ସହ ପଦୋନ୍ନତି ପାଇ ପାରନ୍ତି। ପ୍ରେମିକ ପ୍ରେମିକାମାନେ ପ୍ରେମ ସମ୍ବନ୍ଧୀୟ କ୍ଷେତ୍ରରେ ସଫଳ ହେବେ। ଉଚ୍ଚ ଶିକ୍ଷା ପାଇଁ ବିଦେଶ ଯାତ୍ରାର ସୁଯୋାଗ ଆସିବ। ତଳୁ ଉପର ସ୍ତର ଯାଏ ଆଦୃତି ଓ ମାନ୍ୟତା ଅର୍ଜ୍ଜନ କରିବେ। ମାଲିମୋକଦ୍ଦମାରେ ମୁଣ୍ଡ ଉଚ୍ଚା ରହିବ। ରାଜନୀତି କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବ। ଦାମ୍ପତ୍ୟ ସୁଖ ବୃଦ୍ଧି ହେବା ସହ ପାରିବାରିକ ଜୀବନରେ କୌଣସି ବିଶୃଙ୍ଖଳା ଦେଖାଦେବ ନାହିଁ। ଅବିବାହିତ ଯୁବକ ଯୁବତୀମାନଙ୍କର ବିଭିନ୍ନ ସ୍ଥାନରୁ ପ୍ରସ୍ତାବ ମାନ ଆସିବ ଓ କର୍ମ ସନ୍ଧାନିମାନେ କର୍ମ ନିଯୁକ୍ତି ପାଇବେ। କୃଷି କ୍ଷେତ୍ରରେ ସଫଳତା ଦେଖାଦେବ। ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

ମୀନ:- ଏସପ୍ତାହରେ ଶାରିରୀକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। ଅଧିକ ଭାଗ୍ୟବାଦି ହୋଇ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ। ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେସ କରି ପାରନ୍ତି। ବ୍ୟବସାୟ ବାଣିଜ୍ୟ ଓ ପରିବହନ କ୍ଷେତ୍ରରେ ସୁଫଳ ପ୍ରାପ୍ତିହେବା ସହ ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଲେ ଅଚାନକ ଧନପ୍ରାପ୍ତି ହେବ। ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରି ପାରନ୍ତି। ଅବିବାହିତ ଯୁବକ ଯୁବତୀମାନଙ୍କର ବିଭିନ୍ନ ସ୍ଥାନରୁ ପ୍ରସ୍ତାବ ମାନ ଆସିବ। ଛାତ୍ରଛାତ୍ରୀମାନେ ଉଚ୍ଚ ଶିକ୍ଷାରେ ସମ୍ମାନିତ ହେବା ସହ ପ୍ରତିଦ୍ୱନ୍ଦିତାରେ ସଫଳ ହୋଇ ବିଦ୍ୟା କ୍ଷେତ୍ରରେ ଶୁଭଫଳ ପାଇବେ। ଦାମ୍ପତ୍ୟ ସୁଖ ବୃଦ୍ଧି ହେବା ସହ ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବ। ପାରିବାରିକ ଜୀବନରେ ବହୁ ବ୍ୟସ୍ତତା ମଧ୍ୟରେ ଦିନ କଟିବ। ରାଜନୀତିରେ ଅର୍ଥାଗମ, ଭୟ ସତ୍ତ୍ୱେ ଜୟ, ନାନା ସମସ୍ୟାର ସମ୍ମୁଖୀନ ହେଲେ ମଧ୍ୟ ନିଜର ଫାଇଦା ଉଠାଇବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!