ଦୈନିକ ରାଶିଫଳ: ୨ ସେପ୍ଟେମ୍ବର ୨୦୧୯, ମହାଦେବଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ରେ ଉନ୍ନତି ଦେଖାଦେବ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-

ନିର୍ମାଣ କାର୍ଯ୍ୟରେ ବନ୍ଧୁ ମିତ୍ର ସହଯୋଗୀମାନେ ସାହାଯ୍ୟ ସହଯୋଗ କରି କାର୍ଯ୍ୟ ସଫଳ ହେବ। ସାମାଜିକ ଉତ୍ସବରେ ଭାଗ ନେଲେ ବିଶିଷ୍ଟ ବ୍ୟକ୍ତିଙ୍କ ସହ ସମ୍ପର୍କ ହୋଇପାରେ। ପରିବାରରେ ଯେତେ ସମସ୍ୟା ଥିଲେ ମଧ୍ୟ ଶାନ୍ତି ଅନୁଭବ କରିବେ। ଚାକିରୀ କ୍ଷେତ୍ରରେ ପଦୋନ୍ନତି ହେବା ସହ ସ୍ଥାନାନ୍ତର ମଧ୍ୟ ହୋଇପାରେ। ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେସ କରିବେ। ମାଲିମୋକଦ୍ଦମାରେ ଜିତି କୀର୍ତ୍ତୀ ମାନ-ପ୍ରତିଷ୍ଠାରେ ବୃଦ୍ଧି ହେବ। ଛାତ୍ରଛାତ୍ରୀ ମାନଙ୍କର ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ ଓ ପରୀକ୍ଷା ପରିଣାମ ଅନୁକୂଳ ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ପାଖରେ ଥିବା ସାଥୀ ଓ ପ୍ରିୟଜନଙ୍କୁ ଆର୍ଥିକ ଏବଂ ଭାବନାତ୍ମକ ସାହାଯ୍ୟ କରିବେ। ରୋଜଗାର ପ୍ରାପ୍ତି ହେବାର ସମ୍ଭାବନା ଅଛି। ଘର ପରିବାରରେ ବାତାବରଣ ଶାନ୍ତିପୂର୍ଣ୍ଣ ରହିବ। ରୋମାନ୍ସ ଓ ପ୍ରେମରେ ପ୍ରସନ୍ନତାର ଅନୁଭୂତି ହେବ। ସମସ୍ତଙ୍କ ପ୍ରତି ସକରାତ୍ମକ ଚିନ୍ତା ଆଗକୁ ବଢିବାରେ ସାହାଯ୍ୟ କରିବ। ଅଧ୍ୟାପନ ମାମଲାରେ ଆଗକୁ ଗତି କରିବେ। ଭବିଷ୍ୟତରେ ମିଳିବାକୁ ଥିବା ସମ୍ପତ୍ତି ସମ୍ବନ୍ଧୀୟ ମାମଲାରେ ଲଢିବେ। ମହିଳାମାନେ ସନ୍ତାନର ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେଶ କରିବେ। ରାଜନୀତି କ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ। ପ୍ରତିକାର:- ଗୋମାତାକୁ ଖାଦ୍ୟ ଦିଅନ୍ତୁ।

ମିଥୁନ:-

ସମସ୍ତ ବାଧାକୁ ସଂଘର୍ଷ କରି ଆଗକୁ ବଢି ପାରିବ। ବନ୍ଧୁଙ୍କ ଆଗମନ ହେବ। କଳା, ସଙ୍ଗୀତ, ସାହିତ୍ୟ ପ୍ରତି ରୁଚି ବୃଦ୍ଧି ହେବ। ନିଜର ସାମୁଦାୟିକ ମାମଲା ବା ଜନ କଲ୍ୟାଣର କାର୍ଯ୍ୟ ଇଛା ଅନୁସାରେ ସମ୍ପନ୍ନ କରିବେ। ଜାଗା, ଜମି, ସମ୍ପତ୍ତି ଓ ଯାନବାହାନ ସମ୍ବନ୍ଧୀୟ କେତେ ସମସ୍ୟା ସମାଧାନ ହୋଇଯିବ। ପଟ୍ଟା, ଦସ୍ତାବେଜ ଏବଂ ଅନୁବନ୍ଧନ ଆଦିରେ ସଫଳତା ମିଳିବ। ମାନସିକ ଶାନ୍ତି ମିଳିବ ଓ ଧାନ ପ୍ରାପ୍ତି ହେବ। ଘରୋଇ ସଂସ୍ଥାର କର୍ମ କ୍ଷେତ୍ରରେ ସହଯୋଗୀ ମାନେ ସହଯୋଗ କରିବେ। ନୀତିସମ୍ପନ୍ନ ପଢାପଢିରେ ମନ  ଲାଗି ରହିବ ଓ ପରୀକ୍ଷାରେ କୃତକାର୍ଯ୍ୟ ହେବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କର୍କଟ:-

ଜାଗା, ଜମି, ବାସଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ। ଉଚ୍ଚ କର୍ମକର୍ତ୍ତାଙ୍କ ସୁଦୃଷ୍ଟି ପ୍ରାପ୍ତି ହେବା ଯୋଗେ ନାନାବିଧ ସୁଯୋଗ ଓ ଶୁଭଫଳ ପ୍ରାପ୍ତି ହେବ। ବ୍ୟବସାୟ କ୍ଷେତ୍ରରେ ତୈଳବୀଜ ଓ ରବି ଫସଲ ବ୍ୟବସାୟରେ ବେଶ୍ ଲାଭବାନ ହେବେ। କାମକାର୍ଯ୍ୟ ମାମଲାରେ ଦୂରସ୍ଥାନକୁ ଯିବାକୁ ପଡିବ। ପଢିବା, ଅଧ୍ୟାପନ, ଓ ଅନୁସନ୍ଧାନପରି କାର୍ଯ୍ୟରେ ସଫଳତା ଅର୍ଜନ କରିବେ। ଉଧାର ଦେଇଥିବା ଟଙ୍କା ମିଳିବ। କୌଣସି ଶୁଭ ସମାଚାର ଶୁଣିବାକୁ ହେବ। ପରିବାରରେ ନିଜରପଦ ଗରିମା ଅନୁସାରେ ପାରିବାରିକ ସ୍ଥିତି ଭଲ ରହିବ। ପ୍ରତିକାର- ମୁହଁ ମିଠାକରି ଘରୁ ବାହାରନ୍ତୁ।

ସିଂହ:-

ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନସନ୍ତୁଷ୍ଟ ରହିବ। କର୍ମ କ୍ଷେତ୍ରରେ ଉଚ୍ଚଧିକାରୀଙ୍କ ସହ ସୁ ସମ୍ପର୍କ ଫଳରେ ଭାଗ୍ୟୋନ୍ନତି, ଯଶମାନ ପ୍ରତିଷ୍ଠା ଲାଭର ଯୋଗ ଅଛି। ରାଜନୈତିକ କ୍ଷେତ୍ରରେ ସହକର୍ମୀମାନଙ୍କ ସହ ଶତ୍ରୁତା ମେଣ୍ଟିଯିବା ଫଳରେ ପ୍ରବଳ ଶତୃମାନେ ଦୁର୍ବଳ ହେବେ। ହାସ ପରିହାସ ଓ ମନୋରଞ୍ଜନରେ ସମୟ ବ୍ୟତୀତ ହେବ। ବିଦ୍ୟାର୍ଥୀଙ୍କର ବିଦ୍ୟାରେ ଉନ୍ନତି ହେବାରୁ ମନ ଖୁସି ରହିବ। ଆୟ ବୃଦ୍ଧି ହେବ। ସନ୍ତାନର ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେଶ କରିବେ। ମହିଳାମାନେ ଆଶା କରୁଥିବା ଖବର ପାଇ ଖୁସୀ ହୋଇଯିବେ। ପ୍ରତିକାର- ମୁହଁ ମିଠାକରି ଘରୁ ବାହାରନ୍ତୁ।       

କନ୍ୟା:-

ସ୍ୱାସ୍ଥ୍ୟରେ ସୁଧାର ଆସିବ। ପ୍ରତ୍ୟେକ କ୍ଷେତ୍ରରେ ହାତ ବଢାଇଲେ ସଫଳତା ପ୍ରାପ୍ତ ହେବ। ମାନସିକ କ୍ଷମତା ଓ ଶାରୀରିକ କାର୍ଯ୍ୟ କ୍ଷମତାରେ ବୃଦ୍ଧି ହେବ। ରାଜନୀତି କ୍ଷେତ୍ରରେ ଅଧିକରୁ ଅଧିକ ଲୋକ ସମର୍ଥନ ପାଇ ସଫଳ ହେବେ। ଦୃଢ ସଂକଳ୍ପ ଦ୍ଵାରା କ୍ଷମତା ହାସିଲ କରିବେ। ମିତ୍ର ଓ ପ୍ରିୟଜନମାନେ ଖୁସି ଅର୍ପଣ କରିବେ। ଆଶା ଓ ଉର୍ଜା ଦ୍ଵାରା ଯେକୌଣସି ପ୍ରତିଦ୍ଵନ୍ଦିତାକୁ ସ୍ଵୀକାର କରିବା ପାଇଁ ପ୍ରସ୍ତୁତ ରହିବେ। କର୍ମକ୍ଷେତ୍ରରେ ସରକାରୀ କାର୍ଯ୍ୟରେ ସଫଳତା ପ୍ରାପ୍ତ ହେବ। ଶିକ୍ଷା କ୍ଷେତ୍ରରେ ପରୀକ୍ଷା, ପରିଣାମ ଅନୁକୂଳ ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ତୁଳା:-

ଉଚ୍ଚ ଶିକ୍ଷା ହାସିଲ କରିବା ପାଇଁ ପ୍ରୟାସରତ ରହିବେ। ପରିବାରର ସଦସ୍ୟଙ୍କ ସ୍ନେହ ଶ୍ରଦ୍ଧା ବୃଦ୍ଧି ହେବ। ଜୀବନସାଥିଙ୍କ ସ୍ୱାସ୍ଥ୍ୟ ଉତ୍ତମ ରହିବ। ଲୋକଙ୍କ ସମ୍ପର୍କରେ ରହିବେ, ସେଥିପାଇଁ ଇଣ୍ଟରନେଟ୍ ଠାରୁ ଆରମ୍ଭ କରି ଫୋନ୍ ସବୁ କାରବାର କରିବେ। ଘର ପରିବାରକୁ ପ୍ରାଥମିକତା ଦେବେ, ପାଖ ପଡୋଶୀଙ୍କ ସହିତ ସମ୍ପର୍କ ବୃଦ୍ଧି ହେବ। ଉନ୍ନତି କରିବା ପାଇଁ ବହୁତ ଭଲ ପାଉଥିବା ଲୋକ ଓ ଶୁଭଚିନ୍ତକ ଲୋକମାନେ ସାହାଯ୍ୟ କରିବେ। ପ୍ରେମ-ପ୍ରସଙ୍ଗ ବା ଗୁପ୍ତ ବନ୍ଧୁ ବାହାରକୁ ପ୍ରକାଶ ହେବେ। ଜ୍ୟୋତିଷ, ତନ୍ତ୍ର-ମନ୍ତ୍ର, ଧାର୍ମିକ ସାହିତ୍ୟ ପଢିବା ପାଇଁ ରୁଚି ବୃଦ୍ଧି ହେବ। ପ୍ରତିକାର- ଅସହାୟଙ୍କୁ ଖାଦ୍ୟ ଦିଅନ୍ତୁ।

ବିଚ୍ଛା:-

କର୍ମ କ୍ଷେତ୍ରରେ ଉଚ୍ଚଧିକାରୀଙ୍କ ସହ ସୁ ସମ୍ପର୍କ ଫଳରେ ଭାଗ୍ୟୋନ୍ନତି, ଯଶମାନ ପ୍ରତିଷ୍ଠା ଲାଭର ଯୋଗ ଅଛି। କ୍ଷମତା ଦକ୍ଷତା ଲୋକମାନଙ୍କୁ ପ୍ରଭାବିତ କରିବ। ଏହି ସମୟରେ ସମାନ ବିଚାରଧାରା ଲୋକଙ୍କୁ ଦରକାର ଅନୁଭବ ହେବ। ଉଦାସୀନତା ଓ ନକରାତ୍ମକ ପ୍ରବୃତ୍ତିକୁ ଛାଡିବା ପାଇଁ ପ୍ରୟାସ କରିବେ ତଥା ପରିବାରର ଅନ୍ୟ ସଦସ୍ୟଙ୍କ ସମ୍ବନ୍ଧ ଦୃଢ ହେବ। ଅତିରିକ୍ତ ଆୟର ଦରକାର ଅନୁଭବ ହେବ। ବାକିଥିବା କାର୍ଯ୍ୟ ସଫଳତା ପୂର୍ବକ ସମ୍ପନ୍ନ ହେବାରୁ ସନ୍ତୁଷ୍ଟି ମିଳିବ। କିଛି ଏମିତି ଲୋକଙ୍କ ସହିତ ମିଳନ ହେବ ଯେ ସେମାନେ ବିକାଶରେ ସାହାଯ୍ୟ କରିବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ଧନୁ:-

ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ। କର୍ମ କ୍ଷେତ୍ରରେ ଦାୟିତ୍ଵ ବଢିବା ସହ ମିତ୍ରମାନଙ୍କ ଦ୍ଵାରା ଲାଭ ମିଳିବ ଓ ନିଜ ଲୋକମାନେ ହିଁ କାମରେ ଆସିବେ।  ସରକାରୀ କାର୍ଯ୍ୟରେ ବିଜୟ ପ୍ରାପ୍ତ ହେବ। ସମସ୍ତ ଯୋଜନା କ୍ରିୟାନ୍ୱିତ ହେବ। ନୂଆ ନୂଆ ବ୍ୟବସାୟିକ ସଂପର୍କସ୍ଥାପନ ଭାଗିଦାର ବ୍ୟବସାୟ ପାଇଁ ସାହାଯ୍ୟ ସହଯୋଗ ଅଚାନକ ମିଳିବ। ନିଜର କ୍ଷମତାକୁ ଭଲ କାର୍ଯ୍ୟରେ ଲଗେଇବା ସହିତ ଲୋକଙ୍କ ତାଳମେଳ କରିବା, ବୁଝାମଣା କରିବା ତଥା ମିତ୍ରଙ୍କ ଇଛାକୁ ପୂରଣ କରିବାକୁ ପ୍ରୟାସ କରିବେ। ଶୁଭ ସମାଚାର ପ୍ରାପ୍ତି ହେବ। ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ବିଜୟୀ ହେବେ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

ମକର:- 

ଯେକୌଣସି କାର୍ଯ୍ୟରେ ହାତ ଦେବେ ସଫଳତା ମିଳିବ। ପିଲାମାନଙ୍କ ଉନ୍ନତିରେ ପ୍ରସନ୍ନ ରହିବେ। ମାନସିକ ବା ବୌଦ୍ଧିକ ତଥା ଭାବନାତ୍ମକ ରୂପରେ ଅଧିକସକ୍ଷମ ଏବଂ ଅନୁଭବୀ ହେବେ। ଗହଣା, ବସ୍ତ୍ର ଓ ଅନ୍ୟ ସାମଗ୍ରୀ କ୍ରୟ କରିବେ। ଅନେକ କାର୍ଯ୍ୟ କଳାପରେ ସମ୍ପୃକ୍ତ ହେବେ, ଯାହାକି ସଂକ୍ଷେପରେ କହିବାକୁ ଗଲେ ଚାକିରୀରେ ପଦୋନ୍ନତି ମିଳିବ, ଯଶ-ପ୍ରତିଷ୍ଠା ତଥା ଲୋକପ୍ରିୟତା ମଧ୍ୟ ହାସିଲ ହେବ। ଇଛାଶକ୍ତିକୁ ପ୍ରବଳ କରି ଖରାପକୁ ଭଲରେ ଜିତିବାକୁ ହେବ। ଘର ବା କାର୍ଯ୍ୟଳୟ ବଦଳ କରିବା ପାଇଁ ଚିନ୍ତା କରି ପାରନ୍ତି । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କୁମ୍ଭ:-

ପାରିବାରିକ ତଥା ଭବିଷ୍ୟତରେ ମିଳିବାକୁ ଥିବା ସମ୍ପତ୍ତି ସମ୍ବନ୍ଧୀୟ ମାମଲାରେ ଲଢିବେ। ବନ୍ଧୁଙ୍କ ଆଗମନ ହେବ। ସ୍ଵାମୀ ସ୍ତ୍ରୀ ମଧ୍ୟରେ ଠିକ୍ ବୁଝାମଣା ହେବ। ଜଗିରଖି ନ ଚାଲିଲେ କୌଣସି ଅସୁବିଧାର ସମ୍ମୁଖୀନ ହେବେ। ଚାକିରୀକ୍ଷେତ୍ରରେ ବଦଳ କରିବାକୁ ଇଛା ପ୍ରକାଶ କରିବେ। କର୍ମକ୍ଷେତ୍ରରେ ଜଗିରଖି କଥାବାର୍ତ୍ତା କରିଲେ ବହୁତ ଭଲ ହେବ। ସୌହାର୍ଦ ତଥା ପରିବାରର ସଦସ୍ୟଙ୍କ ସ୍ନେହ ଶ୍ରଦ୍ଧା ବୃଦ୍ଧି ହେବ। ଜ୍ୟୋତିଷ, ଧାର୍ମିକ, ସାହିତ୍ୟ ପଢିବା ପାଇଁ ମନ ବଳାଇବେ। ସରକାରୀ କାର୍ଯ୍ୟରେ ବିଜୟ ପ୍ରାପ୍ତ ହେବ। ମାନ-ସମ୍ମାନ, ଯଶ-ପ୍ରତିଷ୍ଠା ତଥା ଲୋକପ୍ରିୟତା ମଧ୍ୟ ହାସିଲ କରି ପାରିବେ। ପ୍ରତିକାର- ଅସହାୟଙ୍କୁ ଖାଦ୍ୟ ଦିଅନ୍ତୁ।

ମୀନ:-

ଆୟ ଓ ପ୍ରତିଷ୍ଠାରେ ଅପ୍ରତ୍ୟାଶିତ ତେଜ ଆସିବ। ଅର୍ଥବ୍ୟବସ୍ଥା ପୂର୍ଣ୍ଣ ରୂପରେ ସଞ୍ଚାଳିତ ହେବ। ନିଜର ଟେକ ରଖିବା ପାଇଁ କିଛି ଏମିତି କାର୍ଯ୍ୟ କରିବେ ଯାହା ଫଳରେ ଲୋକମାନେ ଆପଣଙ୍କ ପ୍ରତି ପ୍ରସନ୍ନ ରହିବେ। ସାମାଜିକ କ୍ଷେତ୍ରରେ ଉତ୍ସାହ ଓ ଯୋଗ୍ୟତାରେ ଯୋଡି ହେବେ। କିଛି ନୂଆ କରିବାକୁ ଇଛା ପ୍ରକାଶ ହେବ। କୌଣସି ମହତ୍ଵପୂର୍ଣ୍ଣ କାର୍ଯ୍ୟ କରିପାରିବେ। ଲକ୍ଷ ପ୍ରାପ୍ତି ସହଜ ହୋଇଯିବ। ଭବିଷ୍ୟ ଯୋଜନାରେ ଲିପ୍ତ ରହିବେ। ଘର କାର୍ଯ୍ୟରେ ବ୍ୟତୀତ ହେବେ। ଅଧିନସ୍ଥ କର୍ମଚାରୀଙ୍କ ଓ ସହକର୍ମୀଙ୍କ କାମ କାର୍ଯ୍ୟରେ ସନ୍ତୁଷ୍ଟ ରହିବେ। ଉଚ୍ଚାଧିକାରୀମାନେ ପ୍ରସନ୍ନ ରହିବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!