ସାପ୍ତାହିକ ରାଶିଫଳ: ୨ ସେପ୍ଟେମ୍ବର ରୁ ୮ ସେପ୍ଟେମ୍ବର, ଏହି ସପ୍ତାହରେ ଏହି ସବୁ ରାଶି ବ୍ୟକ୍ତିଙ୍କୁ ଅଚାନକ ଧନ ପ୍ରାପ୍ତିର ଯୋଗ ଅଛି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ବ୍ୟୟ ତୁଳନାରେ ଆୟ ଅଧିକ ହେବ ଓ ଆର୍ଥିକ ଅନାଟନ ଦୂରେଇ ଯିବ। ସରକାରୀ କର୍ମଚାରୀ ମାନଙ୍କର କର୍ମକ୍ଷେତ୍ରରେ ମାନ ସମ୍ମାନ ବୃଦ୍ଧି ହେବା ସହ ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ। ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧିହେବ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ଛାତ୍ର ଛାତ୍ରୀମାନେ ପାଠ ପଢ଼ାରେ ମନଯୋଗ ଦେବେ। କର୍ମସଂଧାନୀ ମାନେ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ବ୍ୟବସାୟ କ୍ଷେତ୍ରରେ ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ରାଜନୀତି କ୍ଷେତ୍ରରେ ସଫଳତା ଏବଂ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଦିବ୍ୟ ଗୁଣ ଗୁଡିକ ପ୍ରକାଶ ପାଇବ। ରାଜନୀତି କ୍ଷେତ୍ରରେ କର୍ତ୍ତବ୍ୟନିଷ୍ଠ, ଉଦ୍ୟମୀ, ଦକ୍ଷ, ଜନପ୍ରିୟ, ସିଦ୍ଧହସ୍ତା, ସୁବକ୍ତା, ବ୍ୟକ୍ତିରୁପେ ସମାଜର ସ୍ଵୀକୃତି ପାଇବେ। କର୍ମକ୍ଷେତ୍ରରେ ବିବାଦୀୟ ସ୍ଥିତି ଦୂରେଇଯାଇ ଶାନ୍ତି ବିରାଜମାନ କରିବ। ଧାର୍ମିକ କାର୍ଯ୍ୟରେ ରୁଚି ବଢିବ ଓ ଭାବମୂର୍ତ୍ତି ଅମଳିନ ରହିବ। ଧନମାନ ଦିଗରୁ ସୁରକ୍ଷିତ ରହିବେ। ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ। ବାଦବିବାଦ, ମାଲିମୋକଦ୍ଦମା, ପ୍ରତି ଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ। ନୂତନ ବାଣିଜ୍ୟର ପରିକଳ୍ପନା କରିବେ ଓ ଖାଦ୍ୟ ବ୍ୟବସାୟୀମାନେ ପ୍ରଚୁର ଲାଭ କରିବେ। ନ୍ୟାୟମାର୍ଗ ଓ ମିଷ୍ଟବଚନ ଦ୍ଵାରା ସମସ୍ତଙ୍କ ମନ କିଣି ପାରିବେ। ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି  ବେଶ୍ ଆନନ୍ଦ ଅନୁଭବ କରିବେ। ପ୍ରତିକାର ନିମ୍ବକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ।

ମିଥୁନ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନେ ସମାଜ ସେବାରେ ସ୍ଵନାମ ଅର୍ଜନ କରି ପାରିବେ। ପ୍ରବାସରେ ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିର ରାସ୍ତା ପରିଷ୍କାର ହୋଇଯିବ। କର୍ମକ୍ଷେତ୍ରରେ ପରସ୍ପରକୁ ସାହାଯ୍ୟ ସହଯୋଗକରି ଗଠନମୂଳକ ଦିଗପ୍ରତି ଆଗ୍ରହୀ ହେବେ ଓ ଉତ୍ତମ ରୋଜଗାର କରି ପାରିବେ। ବ୍ୟବସାୟରେ ଆଶାତୀତ ଲାଭକରି କିଛି ନୂତନ ପଦାର୍ଥ ସଂଗ୍ରହ ପାଇଁ ଦୂରସ୍ଥାନକୁ ଯାତ୍ରା କରି ପାରନ୍ତି। ଦାମ୍ପତ୍ୟ ଜୀବନରେ ବିଶେଷ ସୁଖ ପ୍ରାପ୍ତି ହେବ। ସେନା ନାୟକ ବା ପୁଲିସ ହାକିମ, ଅଥବା ପ୍ରଶାସକ ମାନଙ୍କର ଉନ୍ନତି ହେବ। ଛାତ୍ର ଛାତ୍ରୀମାନେ ପ୍ରତ୍ୟୁତ୍ମନ ମତିତା କାରଣରୁ ଖୁସି ଗପ ଓ ମଉଜ ମଜଲିସ୍ କରିବେ। ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହେବ। ନୂତନ ଗୃହନିର୍ମାଣ ପାଇଁ ପ୍ରସ୍ତୁତି କରି ପାରନ୍ତି। ଦୂରବନ୍ଧୁ ଖୁବ୍ ସାହାଯ୍ୟ କରିବେ। ଆତ୍ମବିଶ୍ଵାସ ଦ୍ଵାରା ଅନ୍ୟ ଉପରେ ପ୍ରାଧାନ୍ୟ ବିସ୍ତାର କରି ପାରିବେ। ଅକସ୍ମାତ ଭୂମିଲାଭ ଯୋଗ ମଧ୍ୟ ଘଟିବ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କର୍କଟ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନେ ପ୍ରତିଯୋଗିତା ଓ ପ୍ରଶାସନ ସେବା ସଂବନ୍ଧିତ ପରୀକ୍ଷାରେ ଉତ୍ତୀର୍ଣ୍ଣହେବେ। ବ୍ୟବସାୟୀମାନଙ୍କର ବ୍ୟକ୍ତିତ୍ୱର ପ୍ରଭାବ ବୃଦ୍ଧି ପାଇବା ସହ ଲାଭବାନ ହେବେ। ସନ୍ତାନମାନେ ସୁନାମ ଅର୍ଜନ କରିବେ। ରାଜନୈତିକ କ୍ଷେତ୍ରରେ ନିଜ ସ୍ଵାର୍ଥକୁ ସର୍ବସ୍ଵ ମଣି ଅନ୍ୟମାନଙ୍କୁ ପ୍ରତ୍ୟକ୍ଷ ଓ ପରୋକ୍ଷରେ ସାହାଯ୍ୟ କରି ପଦ ପଦବୀ ଲାଭ କରି ପାରନ୍ତି। ପରିବାରରେ ଅଧିକ ପରିଶ୍ରମ କରି ଲକ୍ଷ୍ୟ ସିଦ୍ଧି କରିବେ। ଛାତ୍ର ଛାତ୍ରୀମାନଙ୍କର ପଢାପଢିରେ ମନ ଲାଗିବ ଓ ପରୀକ୍ଷାରେ କୃତକାର୍ଯ୍ୟ ହେବେ। କୌଣସି ଶିକ୍ଷା ଅନୁଷ୍ଠାନରେ ଯୋଗ ଦେବାର ସୁବିଧା ସୁଯୋଗ ଆସିବ। ଏକାକିତ୍ଵ ବୋଧର କୁହୁଳା ଅବଶୋଷରୁ ମୁକ୍ତ ହେବେ। ସାମୟିକ ରକ୍ତଚାପ ବା ଶିରୋପୀଡା ଜନିତ ପୀଡାରୁ ମୁକ୍ତି ମିଳିବ। ଦୈବୀଶକ୍ତି ବଳରେ ବିପଦରୁ ରକ୍ଷା ପାଇପାରିବେ। ପ୍ରତିକାର ଗୋମାତାକୁ ଖାଇବାକୁ ଦିଅନ୍ତୁ।

ସିଂହ:-

ଏ ସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଆର୍ଥିକ ସମସ୍ୟା ନିଶ୍ଚିତ ରୂପେ ସମାଧାନ ହୋଇଯିବ। ଧନ, ଧାନ୍ୟ, ଐଶ୍ଚର୍ଯ୍ୟ, ମାନସମ୍ମାନ ତଥା ପରାକ୍ରମର ବୃଦ୍ଧି ହେବ। ବ୍ୟବସାୟୀମାନେ ବ୍ୟବସାୟ କ୍ଷେତ୍ରକୁ ସୁସଜ୍ଜିତ କରି ପ୍ରଚୁର ଲାଭବାନ ହେବେ। ନୂଆ ନୂଆ ବ୍ୟବସାୟିକ ସଂପର୍କସ୍ଥାପନ ଭାଗିଦାର ବ୍ୟବସାୟ ପାଇଁ ସାହାଯ୍ୟ ସହଯୋଗ ଅଚାନକ ମିଳିବ। ଅଟକି ଯାଇଥିବା ଧନ, ଉଧାର ଦେଇଥିବା ଟଙ୍କା, ଋଣ କରିଥିବା ଅର୍ଥ ସହଜରେ ହସ୍ତଗତ ହେବ। ଭୂମିକ୍ରୟ, ବାହନକ୍ରୟ, ଗୃହନିର୍ମାଣ କରିବାରେ ଖର୍ଚ୍ଚ କରିବାକୁ ପଡ଼ିବ। ବିଦ୍ୟାର୍ଥୀବର୍ଗ ଅତ୍ୟନ୍ତ ସଫଳତା ସହ ପ୍ରତିଯୋଗିତାରେ ଉତ୍ତୀର୍ଣ୍ଣ ହେବେ। ବିଦେଶ ଯାତ୍ରା ଫଳରେ ବିଶେଷ ଲାଭବାନ ହେବେ। ସମାଜ କଲ୍ୟାଣ, ଧର୍ମାନୁଷ୍ଠାନରେ, ମଠ, ମନ୍ଦିରମାନଙ୍କରେ ଯୋଗଦାନ କରି ପ୍ରଶଂସିତ ହେବେ। ରାଜନୈତିକ କ୍ଷେତ୍ରରେ ଲୋକ ସମର୍ଥନ ବଢିଯିବ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କନ୍ୟା:-

ଏ ସପ୍ତାହରେ ମହିଳା ଓ ପୁରୁଷ ମାନେ ମାନସିକ ବୌଦ୍ଧିକ ଓ ଭାବନାତ୍ମକ ରୂପରେ ଅଧିକ ସକ୍ଷମ ହେବେ। ଘରୋଇ ସଂସ୍ଥାର କର୍ମକ୍ଷେତ୍ରରେ ସହଯୋଗୀମାନେ ପୂର୍ଣ୍ଣ ସହଯୋଗ କରିବା ଫଳରେ ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧିହେବ। ବ୍ୟବସାୟରେ ଉତ୍ତମ ରୋଜଗାର ହେବା ସହ ଭଲ ଲାଭ ହେବ। ନୂତନ ଆୟର ପନ୍ଥା ନିର୍ଦ୍ଧାରଣ କରି ପାରିବେ। ପାରିବାରିକ ଜୀବନରେ କୌଣସି ବିଶୃଙ୍ଖଳା ଦେଖାଦେବ ନାହିଁ। ପୈତୃକ ସମ୍ପତ୍ତିକୁ ନେଇ ପରିବାରରେ ଅଶାନ୍ତି ଅସନ୍ତୋଷ ମେଣ୍ଟିଯିବ। ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ପ୍ରେମିକ ପ୍ରେମିକାମାନେ ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ପାଇବେ। ଗୃହୋପକରଣ କ୍ରୟ କରି ପାରନ୍ତି। ନୂତନ କର୍ମ ନିଯୁକ୍ତି ପାଇଁ ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତକାରରେ ଉତ୍ତିର୍ଣ୍ଣ ହେବେ। ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସରତ ହେବେ। ପ୍ରତିକାର କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ତୁଳା:-

ଏ ସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଆର୍ଥିକସ୍ଥିତି ଭଲ ରହିବ। କର୍ମକ୍ଷେତ୍ରରେ ସୁସ୍ଥ ବାତାବରଣ ସୃଷ୍ଟି ହେବ। ଆୟ ଉତ୍ତମ, ଶରୀର ସୁସ୍ଥ ରହିବ ନିର୍ମାଣାଧିନ କାମ ପୂର୍ଣ୍ଣାଙ୍ଗହେବ। କ୍ରୀଡ଼ା, କଳା, ସଂସ୍କୃତି, ବାଦବିବାଦ, ମାଲିମୋକଦ୍ଦମା କ୍ଷେତ୍ରରେ ବିଜୟୀ ହେବେ। ମିତ୍ରମାନେ ପରାମର୍ଶ ଦେଇ ଲାଭଦାୟକ କାମପ୍ରତି ପ୍ରଲୋଭିତ କରିବେ। ପରିବାରରେ ସାଧାରଣ ବାତାବରଣ ଜାରି ରହି ସମସ୍ତ ଆଶା ପୂରଣ ହେବ। ସମ୍ପର୍କୀୟଙ୍କ ଶୁଭସୂଚନା ଶୁଣି ଖୁସି ହେବେ। ବ୍ୟବସାୟରେ କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତି ହେବ ଓ ସଫଳତା ଅର୍ଜନ କରିବେ। ଦୂରଯାତ୍ରାର ସୁଯୋଗ ପାଇବେ। ଆତ୍ମବିଶ୍ୱାସ ବୃଦ୍ଧି ପାଇବା ସହ ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ। ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହୋଇ ସୁଖ ସମୃଦ୍ଧି ବୃଦ୍ଧି ହେବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ପ୍ରତିକାର ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ବିଚ୍ଛା:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସ୍ୱାସ୍ଥ୍ୟ ଭଲ ରହିବ। କର୍ମକ୍ଷେତ୍ରରେ ଲକ୍ଷ୍ୟହାସଲ ହିଁ ମୂଳ ଆଭିମୁଖ୍ୟ ହେବ। ପରିବାରରେ ମାନ ମନାନ୍ତର ଦୂର ହୋଇ ସୁଖ ଶାନ୍ତି ମିଳିବ। ବାଦବିବାଦ, ମାଲିମୋକଦ୍ଦମା ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ବିଜୟଲାଭ ହେବ। ଶତୃନାଶ, ଧନପ୍ରାପ୍ତି, ମିତ୍ରଲାଭ, ଉଚ୍ଚ ସମ୍ମାନ ପାଇବେ। ଯାନବାହାନ ଓ ଭ୍ରମଣ ସଙ୍କ୍ରାନ୍ତିୟ ବ୍ୟବସାୟରେ ଲାଭବାନ ହେବେ। ସମାଜ ସେବାରେ ସ୍ଵନାମ ଅର୍ଜନ କରି ପାରିବେ। ଛାତ୍ର ଛାତ୍ରୀମାନଙ୍କର ଶିକ୍ଷା କ୍ଷେତ୍ର ବ୍ୟବସ୍ଥିତତା ହେତୁ ଶାନ୍ତି ଉପୁଜିବ। କାରବାରର ସୀମା ବଢାଇବା ଫଳରେ ସନ୍ତୋଷ ଦେଖା ଦେବ। ସନ୍ତାନ ସନ୍ତତି ମାନଙ୍କର ଶୁଭ ଖବର ପାଇ ଖୁସିହେବେ। ନିଜର ପ୍ରତିଷ୍ଠା ଓ ସୁନାମ ବଢିବା ସହ ଆୟ ମଧ୍ୟ ଉତ୍ତମ ହେବ। ନାନା ବାଟରେ ଧନାଗମ ଘଟିବ। ନୂଆଲକ୍ଷ ପୂରଣ କରିବା ପାଇଁ ସମୟ ନିର୍ଦ୍ଧାରିତ କରିବେ। ନୂତନ ବନ୍ଧୁ ମିତ୍ରଙ୍କ ମିଳନ ହେବ। ପ୍ରେମ ପ୍ରସଙ୍ଗରେ ମଧ୍ୟ ସଫଳତା ମିଳିବ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ଧନୁ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସ୍ୱାସ୍ଥ୍ୟରେ ଉନ୍ନତି ଓ ମାନସିକ ସ୍ଥିରତା ଦେଖାଦେବ। କର୍ମକ୍ଷେତ୍ରରେ ପଦୋନ୍ନତି ହେବାର ସୂଚନା ପାଇବେ। ପାରିବାରିକ ସ୍ତରରେ କିଛି କୁହୁଳା ଅଶାନ୍ତି ଦୂରେଇ ଯିବ। ରାଜନୀତି କ୍ଷେତ୍ରରେ କଳବଳ ଖଟାଇ ନିଜର ସ୍ଥାନକୁ କୌଣସିମତେ ଦୃଢ ରଖି ପାରିବେ। ଗସ୍ତ କାର୍ଯ୍ୟ କ୍ରମରେ ବହୁ ସମୟ ବାହାରେ କଟାଇବାକୁ ବାଧ୍ୟ ହେବେ। ବ୍ୟବସାୟ କ୍ଷେତ୍ରରେ ତୈଳବୀଜ ଓ ରବି ଫସଲ ବ୍ୟବସାୟରେ ବେଶ୍ ଲାଭବାନ ହେବା ସହ ଲୁହା, କାଠ, କୋଇଲା, କଳକବ୍ଜା, ବ୍ୟବସାୟରୁ, କଣ୍ଟ୍ରାକ୍ଟରୀରୁ ଯଥେଷ୍ଟ ଲାଭ ଉଠାଇବେ। ଆର୍ଥିକସ୍ଥିତି ସୁଧୁରିବା ସହ ଯଥେଷ୍ଟ ଆର୍ଥିକ ଉନ୍ନତି ଘଟିବ। ଦାମ୍ପତ୍ୟ ଜୀବନରେ ଚିତ୍ତପ୍ରସନ୍ନ ଓ କାର୍ଯ୍ୟ ସିଦ୍ଧି ହେବ। ସନ୍ତାନଙ୍କର କୌଣସି ମହତ୍ଵପୂର୍ଣ୍ଣ କାମ ସମ୍ପର୍ଣ୍ଣ କରି ଆନନ୍ଦିତ ହେବେ। ସମ୍ପତ୍ତି ସମ୍ବନ୍ଧିୟ ମାମଲାରେ ବିଜୟ ହେବ। ପ୍ରତିକାରହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ।

ମକର:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ପ୍ରତେକ କ୍ଷେତ୍ରରେ ମାନସିକ ସ୍ଥିତି ସୁଦୃଢ ରହିବ। ରାଜନୀତିରେ ଲୋକସମର୍ଥନ ପ୍ରଚୁର ମିଳିବା ଫଳରେ ପ୍ରଶଂସିତ ହେବେ ଓ କାହାରି ପାଖରେ ମୁଣ୍ଡ ନଇଁବ ନାହିଁ। ପାରିବାରିକ ସ୍ତରରେ ଅସନ୍ତୋଷ, କ୍ଷୋଭ ଓ ଅବଶୋଷ ଦୂରେଇ ଯାଇ ଶାନ୍ତି ଶୃଙ୍ଖଳା ସହ ଦାମ୍ପତ୍ୟ ଜୀବନ ସୁଖମୟ ହେବ। ବ୍ୟବସାୟ କ୍ଷେତ୍ରରେ ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିପାରିବେ ଏବଂ ଭିନ୍ନ ରାସ୍ତାରେ ଆୟ ବୃଦ୍ଧିର ଯୋଜନା କରିବେ। ପ୍ରେମୀ ପ୍ରେମିକାଙ୍କର ଚିତ୍ତପ୍ରସନ୍ନ ରହିବ ଓ କାର୍ଯ୍ୟ ସିଦ୍ଧି ହେବ। ଉତ୍ତରାଧିକାରୀ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି। ବନ୍ଧୁଙ୍କ ସହଯୋଗରେ ଆର୍ଥିକ ଲାଭ ହେବ। କୌଣସି ବନ୍ଧୁଙ୍କ ଦ୍ଵାରା ଶୁଭ ସମାଚାର ଶୁଣିବେ। କମିଶନ ସମ୍ବନ୍ଧିତ କାର୍ଯ୍ୟରେ ପ୍ରଚୁର ଲାଭ ମିଳିବ। ଶତ୍ରୁ ବା ବିରୋଧୀ କିଛି କ୍ଷତି କରିପାରିବେ ନାହିଁ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କୁମ୍ଭ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସ୍ୱାସ୍ଥ୍ୟସମସ୍ୟା ଦୂର ହୋଇଯିବ। ଅଧା ଅଧୁରାଥିବା କାର୍ଯ୍ୟ ପୂରଣ ହୋଇ ଯିବ। ନିଜର ଚତୁରତା ଓ ବିବେକ ହେତୁ ସମସ୍ତ ବିପରୀତ ପରିସ୍ଥିତିର ସାମ୍ନା କରି ପାରିବେ। ଗୃହସମସ୍ୟାକୁ ସମାଧାନ କରି ଧନ ସମ୍ପତିକୁ ଆୟତ୍ତ କରି ପାରିବେ। ଅଧ୍ୟୟନ ଅଧ୍ୟାପନ କାର୍ଯ୍ୟରେ ବ୍ୟସ୍ତ ରହିବେ। ଅସହାୟ ମାନଙ୍କୁ ସାହାଯ୍ୟ କରିବା ଦ୍ଵାରା ସାଧାରଣ ଲୋକମାନେ ସମ୍ମାନ ଦେବେ। ପରୋପକାର ଓ ସମାଜସେବା କାର୍ଯ୍ୟରେ ରୁଚି ବୃଦ୍ଧିହେବ। କର୍ମକ୍ଷେତ୍ରରେ ଆନ୍ତରିକ ଉତ୍ସାହ ବୃଦ୍ଧିହେବା ଫଳରେ ଜଟିଳ ସମସ୍ୟାକୁ ସମାଧାନ କରି ମାନସମ୍ମାନ ପାଇବେ। ପାରିବାରିକ ଜୀବନ ସୁଖରେ କାଟିବେ। କୌଣସି ଶୁଭକାର୍ଯ୍ୟ କରିବାକୁ ଆୟୋଜନ ମଧ୍ୟ କରିବେ। ବ୍ୟବସାୟରେ ବ୍ୟୟ ଭରଣା କରି ଯଥେଷ୍ଟ ବଳକା ଲାଭାଂଶର ଉପଭୋକ୍ତା ହୋଇ ପାରିବେ। ଅର୍ଥକୁ ଭଗବାନ ଜ୍ଞାନ କରି ବିବାଦମାନ ପରିସ୍ଥିତିର ବି ସମ୍ମୁଖୀନ ହେବାକୁ ପଡିପାରେ। ପ୍ରତିକାର କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମୀନ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନେ ସେବାୟତ ମାନଙ୍କ ଉପରେ କର୍ତ୍ତୃତ୍ଵ ବିସ୍ତାର କରି କାର୍ଯ୍ୟ ହାସଲ କରିବେ। ଗୁରୁଜନଙ୍କ ସ୍ନେହ-ସହାନୁଭୁତି ହାସଲରେ ସମର୍ଥ ହେବେ। କର୍ମକ୍ଷେତ୍ରରେ ଆକସ୍ମିକ ଭାବରେ କୌଣସି ସୂତ୍ରରୁ ମୋଟା ଅର୍ଥ ପାଇ ଯିବେ। ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ଦୂରେଇ ଯିବ। ସ୍ଥଳ ବିଶେଷେ ସ୍ଥାନ ପରିବର୍ତ୍ତନ ଯୋଗେ ଅସନ୍ତୋଷର କାରଣ ହେବ। ବାଦବିବାଦ ଓ ମାଲିମୋକଦ୍ଦମାରେ ସଫଳତା ମିଳିବ। କର୍ମସଂଧାନୀ ମାନେ କର୍ମ ନିଯୁକ୍ତି ପାଇବେ। ଧୀର ସ୍ଵଭାବ, ସ୍ଥିରଚିତ୍ତ ଓ ଦୃଢ ବିଚାର ବଳରେ ବିଶେଷ ଉପକୃତ ହେବେ। ମାଲିକ ସପକ୍ଷ ସଂଗଠନର ନେତୃତ୍ଵ ନେଇ କର୍ତ୍ତୁପକ୍ଷଙ୍କ ଶ୍ରଦ୍ଧାଭାଜନ ହେବେ। ଉଚ୍ଚଆଶା ସଫଳ ହେବ। ବିଚାର ବିଭାଗ ରାୟ ସପକ୍ଷରେ ଯିବ। ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ। ଅଧିକ ପରିଶ୍ରମ ତୁଳନାରେ ଅଧିକ ପାରିଶ୍ରମିକ ଆଦାୟର ପ୍ରଚେଷ୍ଟା ଚଳାଇବେ। ପ୍ରତିକାର- ଗୋମାତାକୁ ଖାଇବାକୁ ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!