ଦୈନିକ ରାଶିଫଳ: ୨୦ ଏପ୍ରିଲ ୨୦୨୦, ମହାଦେବଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ କିଛି ଖୁସି ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୦ ମସିହା, ଏପ୍ରିଲ ମାସ ୨୦ତାରିଖ, ସୋମବାର, ମେଷ ମାସ ଦିନ, ବୈଶାଖ ମାସ, କୃଷ୍ଣପକ୍ଷ, ତ୍ରୟୋଦଶୀ ତିଥି, ପୂର୍ବଭାଦ୍ରପଦ ନକ୍ଷତ୍ର, ସକାଳ ୭ଟା ୨୩ମିନିଟ୍ ଗତେ ଉତ୍ତରଭାଦ୍ରପଦ ନକ୍ଷତ୍ର,  ମୀନ ରାଶିରେ ଚନ୍ଦ୍ର। ମିଥୁନ ରାଶିର ଘାତବାର। ଧନୁ ରାଶିର ଘାତଚନ୍ଦ୍ର। ବାଇଗଣ ନ ଖାଇଲେ ଭଲ। ଶୁଭସମୟ ପ୍ରାତଃ ୫ଟା ୨୯ମିନିଟ୍ ରୁ ୭ଟା ୧ମିନିଟ୍, ଦିବା ୧୦ଟା ୩୧ମିନିଟ୍ ରୁ ୧ଟା ୧ମିନିଟ୍, ଦିବା ୪ଟା ୨୯ମିନିଟ୍ ରୁ ୫ଟା ୧୧ମିନିଟ୍, ସନ୍ଧ୍ୟା ୬ଟା ୪୯ମିନିଟ୍ ରୁ ରାତ୍ର ୯ଟା ୫ମିନିଟ୍।    

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ବନ୍ଧୁ ମିତ୍ରଙ୍କ ଆଗମନ ହୋଇ ଶୁଭ ସମାଚାର ପ୍ରାପ୍ତି ହେବ। ଧନମାନ ଦିଗରୁ ସୁରକ୍ଷିତ ରହିବେ। ଦାମ୍ପତ୍ୟ କଳହ ମେଣ୍ଟିଯାଇ ପାରିବାରିକ କ୍ଷେତ୍ରରେ ଶାନ୍ତି ପାଇବେ। କର୍ମକ୍ଷେତ୍ରରେ କର୍ତ୍ତବ୍ୟନିଷ୍ଠ, ଉଦ୍ୟମୀ, ଦକ୍ଷ, ଜନପ୍ରିୟ, ସିଦ୍ଧହସ୍ତା ବ୍ୟକ୍ତିରୁପେ ପ୍ରଶଂସା ପାଇବେ। ରାଜନୀତି କ୍ଷେତ୍ରରେ ଭାବମୂର୍ତ୍ତି ଅମଳିନ ରହିବା ସହ ଲୋକସମ୍ପର୍କ ବୃଦ୍ଧି ହୋଇ ନିଜର ମାନ ସମ୍ମାନ ପଦ ମର୍ଯ୍ୟାଦାରେ ଉନ୍ନତି ହେବ। ଶାରରୀକ ଅସୁସ୍ଥତା ଦେଖା ଦେବ ତେଣୁ ଛେନା, ପାଳଙ୍ଗ, ବାଦାମ, ଦହି ଓ ଲେମ୍ବୁ ସରବତ ପ୍ରଭୃତି ଖାଇବା ହିତକର। କେହି ଲୋଭଗ୍ରସ୍ତ କରାଇ ଭାବମୂର୍ତ୍ତି ନଷ୍ଟ କରିବା ପାଇଁ ଚେଷ୍ଟା କରିବ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

ବୃଷ:-

ସରକାରୀ ସାହାଯ୍ୟ ପାଇବାର ସୁଯୋଗ ହାତ ପାହାନ୍ତାରେ ପହଞ୍ଚିବ। କର୍ମକ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ। ରାଜନୀତିରେ ପ୍ରଶଂସିତ ହୋଇ ବେଶ୍ ଆନନ୍ଦ ଅନୁଭବ କରିବେ। ଦୂରେଇ ଯାଇଥିବା ବନ୍ଧୁମାନେ ପୁଣି ନିକଟବର୍ତ୍ତୀ ହେବେ। ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ। ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ ଓ ଖାଦ୍ୟ ବ୍ୟବସାୟୀମାନେ ପ୍ରଚୁର ଲାଭ କରିବେ। ନ୍ୟାୟମାର୍ଗ ଓ ମିଷ୍ଟବଚନ ଦ୍ଵାରା ସମସ୍ତଙ୍କ ମନ କିଣି ପାରିବେ। ଛାତ୍ରଛତ୍ରୀମାନେ କଠିନ ପରିଶ୍ରମ କରିବା ସହିତ ପଢ଼ା ପଢ଼ିରେ ମନଯୋଗ ଦେବେ। ସାମ୍ବାଦିକ ମାନଙ୍କର ପଦମର୍ଯ୍ୟାଦା ବୃଦ୍ଧି ପାଇବ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମିଥୁନ:-

ସମାଜ ସେବାରେ ସ୍ଵନାମ ଅର୍ଜନ କରି ପାରିବେ। ପରସ୍ପରକୁ ସାହାଯ୍ୟ ସହଯୋଗକରି ଗଠନମୂଳକ ଦିଗପ୍ରତି ଆଗ୍ରହୀ ହେବେ। ପ୍ରବାସରେ ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିର ରାସ୍ତା ପରିଷ୍କାର ହୋଇ ଯିବ। ଦାମ୍ପତ୍ୟ ଜୀବନରେ ବିଶେଷ ସୁଖ ପ୍ରାପ୍ତି ହେବ। ସେନାନାୟକ ବା ପୁଲିସ ହାକିମ, ଅଥବା ପ୍ରଶାସକ ମାନଙ୍କର ପ୍ରବଳ ଉନ୍ନତି ହେବ। କର୍ମକ୍ଷେତ୍ରରେ ଉତ୍ତମ ରୋଜଗାର କରି ପାରିବେ। ଛାତ୍ର ଛାତ୍ରୀମାନେ ପ୍ରତ୍ୟୁତ୍ମନ ମତିତା କାରଣରୁ ପରିବାରରେ ଆଦରଣୀୟ ହୋଇ ସୁଖଭୋଗ କରିବେ। ରାଜନୀତି କ୍ଷେତ୍ରରେ କୌଣସି ବାଧା ବନ୍ଧନ ନମାନି ଆଗେଇ ଯିବାର ସୁଯୋଗ ପାଇବେ।  ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

କର୍କଟ:-

ସନ୍ତାନମାନେ ସୁନାମ ଅର୍ଜନ କରିବେ। ବ୍ୟବସାୟୀମାନଙ୍କର ବ୍ୟକ୍ତିତ୍ୱର ପ୍ରଭାବ ବୃଦ୍ଧି ପାଇବା ସହ ଲାଭବାନ ହେବେ। ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହେବ। ଛାତ୍ର ଛାତ୍ରୀମାନଙ୍କର ଜ୍ଞାନ ଗବେଷଣା ସ୍ତରରେ କୃତକାର୍ଯ୍ୟ ହୋଇ ଯଶ ମାନ ପ୍ରତିଷ୍ଠା ପ୍ରାପ୍ତି ହେବ। ବୃତ୍ତିଗତ ଦୃଷ୍ଟିରୁ ସ୍ଵାଭିମାନ ସୁରକ୍ଷିତ ରହିବା ଫଳରେ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ରାଜନୀତି କ୍ଷେତ୍ରରେ ନିଜ ସ୍ଵାର୍ଥକୁ ସର୍ବସ୍ଵ ମଣି ଅନ୍ୟମାନଙ୍କୁ ପ୍ରତ୍ୟକ୍ଷ ଓ ପରୋକ୍ଷରେ ସାହାଯ୍ୟ କରିବେ। ସାମ୍ବାଦିକତାରୁ ଲାଭ ଓ ଶୁଭ ସମାଚାର ମିଳିବ।ପରିବାରରେ ଯୋଜନା ମୁତାବକ କାମ କଲେ କୌଣସି ପ୍ରକାର ଅସୁବିଧା ହେବ ନାହିଁ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ସିଂହ:-

ସାମ୍ବାଦିକ ମାନେ ଜନ ସମର୍ଥନ ପାଇ ସଫଳ ହେବେ। ବ୍ୟବସାୟ କ୍ଷେତ୍ରରେ ବିଦେଶୀ ବା ଦୂରବନ୍ଧୁ ଖୁବ୍ ସାହାଯ୍ୟ କରିବେ। ଆତ୍ମବିଶ୍ଵାସ ଦ୍ଵାରା ଅନ୍ୟ ଉପରେ ପ୍ରାଧାନ୍ୟ ବିସ୍ତାର କରି ପାରିବେ। ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ। ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ଛାତ୍ର ଛାତ୍ରୀମାନେ ଅଧିକ ପରିଶ୍ରମ କରି ଲକ୍ଷ୍ୟ ସିଦ୍ଧି କରିବେ। ଯାହାର ବେଶି ଉପକାର କରିଥିବେ ତାହାଦ୍ୱାରା ବେଶି ଆଘାତ ପାଇବେ। ସୁଯୋଗ ହାତପାହାନ୍ତାରେ ଥିଲେ ମଧ୍ୟ ଶେଷ ସମୟରେ ହରାଇ ମନ ବ୍ୟସ୍ତ ହେବ। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

କନ୍ୟା:-

ସରକାରୀ ସାହାଯ୍ୟ ପାଇବା ଫଳରେ ଉତ୍ସାହ ଉଦ୍ଦିପନା ବୃଦ୍ଧି ପାଇବ। ସୁଯୋଗ ହାତ ପାହାନ୍ତାରେ ପହଞ୍ଚିବ। ବୈଷୟିକ ଅଭିବୃଦ୍ଧିକୁ ତ୍ୱରାନ୍ୱିତ କରି ଉଚ୍ଚମନ୍ୟତାର ଅଧିକାରୀ ହେବେ। କର୍ମକ୍ଷେତ୍ରରେ ସେବାୟତମାନଙ୍କ ଉପରେ କର୍ତ୍ତୃତ୍ଵ ବିସ୍ତାର କରି କାର୍ଯ୍ୟ ହାସଲ କରିବେ। ପରିବାର କ୍ଷେତ୍ରରେ ଗୁରୁଜନଙ୍କ ସ୍ନେହ ସହାନୁଭୁତି ହାସଲରେ ସମର୍ଥ ହେବେ। ଆକସ୍ମିକ ଭାବରେ କୌଣସି ସୂତ୍ରରୁ ମୋଟା ଅର୍ଥ ପାଇ ଯିବେ। ଛାତ୍ର ଛାତ୍ରୀମାନଙ୍କର ପଢାପଢିରେ ମନ ଲାଗିବ ଓ ପରୀକ୍ଷାରେ କୃତକାର୍ଯ୍ୟ ହେବେ। ଏକାକିତ୍ଵ ବୋଧର କୁହୁଳା ଅବଶୋଷରୁ ମୁକ୍ତ ହେବେ। ପ୍ରେମ କ୍ଷେତ୍ରରେ ସଫଳ ହେବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ତୁଳା:-

ସାଧାରଣ ଭାବରେ ଦୀନଚର୍ଯ୍ୟା କରି ଚାଲିବେ। ବନ୍ଧୁବାନ୍ଧବଙ୍କ ଦିଗରୁ ସ୍ଵାର୍ଥପ୍ରବଣତାର ଅଭିବୃଦ୍ଧି ଘଟିବ। ଋଣମୁକ୍ତି ହେବାପାଇଁ ଯୋଜନା ପ୍ରସ୍ତୁତ କରି ପାରିବେ। ଧୀର ସ୍ଵଭାବ, ସ୍ଥିରଚିତ୍ତ ଓ ଦୃଢ ବିଚାର ବଳରେ ବିଶେଷ ଉପକୃତ ହେବେ। କର୍ମକ୍ଷେତ୍ରରେ ମାଲିକ ସପକ୍ଷ ସଂଗଠନର ନେତୃତ୍ଵ ନେଇ କର୍ତ୍ତୁପକ୍ଷଙ୍କ ଶ୍ରଦ୍ଧାଭାଜନ ହେବେ। ଉଚ୍ଚଆଶା ସଫଳ ହେବ। ବିଚାର ବିଭାଗ ରାୟ ସପକ୍ଷରେ ଯିବ। ପରିବାରରେ ମାନ ମନାନ୍ତର ଦୂର ହେବ। ଟଙ୍କାର ଆବଶ୍ୟକତା ପୂରଣ ହେବ। ନିଜର ପ୍ରଭାବ ଓ ପରାକ୍ରମ ବୃଦ୍ଧି ପାଇବ। ଅଫିସର ଓ ଅଧିକାରୀ କାମରେ ପ୍ରସନ୍ନ ରହିବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ବିଚ୍ଛା:-

ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ। ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନ ବୃଦ୍ଧି ପାଇବ। ସାମ୍ବାଦିକ ମାନେ ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ। କର୍ମକ୍ଷେତ୍ରରେ ସରକାରୀ ସାହାଯ୍ୟ ସହଯୋଗ ହାତଛଡା ହେବାର ନାହିଁ। ବ୍ୟବସାୟରେ ଆଶାତୀତ ଲାଭକରି କିଛି ନୂତନ ପଦାର୍ଥ ସଂଗ୍ରହ କରି ପାରନ୍ତି। ରାଜନୀତି କ୍ଷେତ୍ରରେ ଆଶା କରୁଥିବା ଖବର ପାଇ ଖୁସୀ ହୋଇ ଯିବେ। ପ୍ରେମ କ୍ଷେତ୍ରରେ ଉନ୍ନତି ପାଇଁ ପ୍ରୟାସ ରତ ହେବେ। ପାରିବାରିକ କ୍ଷେତ୍ରରେ ଆଲୁଅ ଅନ୍ଧାରର ଲୁଚକାଳି ଖେଳର ଅବସାନ ହେବ। ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ। ପ୍ରତିକାର ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

ଧନୁ:-

ଧର୍ମଦିଗରୁ ଦୂରେଇ ଯାଇ ବୈଷୟିକ ଆସକ୍ତି ଦ୍ଵାରା ଜଡିତ ହେବେ। ଅନ୍ୟମାନଙ୍କପ୍ରତି ଉଦ୍ଦିଷ୍ଟ କର୍ତ୍ତବ୍ୟ କର୍ମକୁ ପାସୋରି କେବଳ ନିଜକୁ ଦେଖିବେ। କର୍ମକ୍ଷେତ୍ରରେ ଜଞ୍ଜାଳ ଅଧିକ ମୁଣ୍ଡାଇ ବ୍ୟସ୍ତ ରହିବେ ଓ ଲକ୍ଷ୍ୟହାସଲ ହିଁ ମୂଳ ଆଭିମୁଖ୍ୟ ହେବ। ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ। ଅଧିକ ପରିଶ୍ରମ ତୁଳନାରେ ଅଧିକ ପାରିଶ୍ରମିକ ଆଦାୟର ପ୍ରଚେଷ୍ଟା ଚଳାଇବେ। ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ। ସାମାଜିକ ପତିଆରା ଅମଳିନ ରହିବ। ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ଦୂରେଇ ଯିବ। ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ବିପଦରେ ପକାଇ ପାରେ। ପ୍ରତିକାର କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମକର:-

ଶତୃନାଶ, ଧନପ୍ରାପ୍ତି, ମିତ୍ରଲାଭ, ଉଚ୍ଚ ସମ୍ମାନ ପାଇବେ। ଶାରୀରିକ ପୀଡା, ମନର ଦୁଶ୍ଚିନ୍ତା ଦୂର ହୋଇଯିବ। ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ। କର୍ମକ୍ଷେତ୍ରରେ ପଦୋନ୍ନତି ସହ ସୁଖ, ସମ୍ପତ୍ତି ଓ ସାହାଯ୍ୟ ପ୍ରାପ୍ତି ହେବ।ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ। ରାଜନୀତି କ୍ଷେତ୍ରରେ ଉତ୍ସାହ ଉଦ୍ୟମ ଓ ଦୃଢମନରେ ପରୋପକାର କରିବେ। ସୁରସ ଖାଦ୍ୟ, ଚୂଡାଭଜା, ଅଦା, ଟମାଟୋ, ଗାଜର, ପାଳଙ୍ଗ ଶାଗ, କଲରା, କାଗେଜିଲେମ୍ବୁ ଅଧିକ ଖାଇବା ଉଚିତ। ମିଷ୍ଟାନ ଭୋଜନ, ଉଚ୍ଚଆଶା ପୂରଣ ହେବ। ଛାତ୍ର ଛାତ୍ରୀ ମାନେ ବହୁ ଦିଗରୁ ଉପକୃତ ହେବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କୁମ୍ଭ:-

ଆର୍ଥିକ ଦିଗରୁ ଉନ୍ନତି ହେବା ଫଳରେ ନୂତନ ପଦାର୍ଥ ସଂଗ୍ରହ କରି ପାରନ୍ତି। କର୍ମକ୍ଷେତ୍ରରେ ସରକାରୀ ସାହାଯ୍ୟ ସହଯୋଗ ହାତଛଡା ହେବାର ନାହିଁ। ବ୍ୟବସାୟ କ୍ଷେତ୍ରକୁ ସୁସଜ୍ଜିତ କରି ପ୍ରଚୁର ଲାଭବାନ ହେବେ। ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ। ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବା ସହ ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ଉନ୍ନତି ପାଇଁ ପ୍ରୟାସ ରତ ହେବେ। ରାଜନୀତି କ୍ଷେତ୍ରରେ ଯୋଜନା ମୁତାବକ କାମ କଲେ କୌଣସି ପ୍ରକାର ଅସୁବିଧା ହେବ ନାହିଁ।  ପ୍ରତିକାର ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

ମୀନ:-

ମାନସିକ ଶାନ୍ତି ଓ ସ୍ୱାସ୍ଥ୍ୟରେ ଉନ୍ନତି ପରିଲିକ୍ଷିତ ହେବ। କର୍ମକ୍ଷେତ୍ରରେ ଉଚ୍ଚଧିକାରୀଙ୍କ ସହ ସୁ ସମ୍ପର୍କ ଫଳରେ ଭାଗ୍ୟୋନ୍ନତି, ଯଶମାନ ପ୍ରତିଷ୍ଠା ଲାଭର ଯୋଗ ଅଛି। ପାରିବାରିକ କ୍ଷେତ୍ରରେ ସ୍ନେହସଦ୍ଭାବ ବୃଦ୍ଧିହେବା ସହ ଦାମ୍ପତ୍ୟ କଳହ ସମସ୍ୟାର ସମାଧାନ ହୋଇ ଯିବ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ଅନେକ କ୍ଷେତ୍ରରେ ସ୍ଵାଭିମାନ ରକ୍ଷା ହେବ। ଆର୍ଥିକ ସମସ୍ୟା ନିଶ୍ଚିତ ରୂପେ ସମାଧାନ ହୋଇଯିବ। ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ। ରାଜନୀତି କ୍ଷେତ୍ରରେ ସ୍ଵାର୍ଥ ପ୍ରବୃତ୍ତିର ଅଧୀନ ହୋଇ ସମ୍ପର୍କର ମଧୁର ସ୍ଵାଦ ପାଇବା ସହ ମାନସମ୍ମାନ ବୃଦ୍ଧିହେବ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!