ଦୈନିକ ରାଶିଫଳ: 20 ଏପ୍ରିଲ 2021, ମା ମଙ୍ଗଳାଙ୍କ କୃପାରୁ ଆଜି ଏହି ରାଶି ବ୍ୟକ୍ତିଙ୍କୁ ମିଳିବ ଆକସ୍ମିକ ଧନଲାଭ

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୧ ମସିହା, ଅପ୍ରେଲମାସ ୨୦ତାରିଖ, ମଙ୍ଗଳବାର, ମେଷମାସ ୭ଦିନ, ଚୈତ୍ରମାସ, ଶୁକ୍ଳପକ୍ଷ, ଅଷ୍ଟମୀତିଥି, ପୁନର୍ବସୁ ନକ୍ଷତ୍ର ପ୍ରାତଃ ୬ଟା୫୨ମିନିଟ୍ ପରେ ପୁଷ୍ୟା ନକ୍ଷତ୍ର, କର୍କଟ ରାଶିରେ ଚନ୍ଦ୍ର । ମକର ରାଶିର ଘାତବାର । ନଡିଆ ନ ଖାଇଲେ ଭଲ । ପର୍ବଦିନ- ଅଶୋକାଷ୍ଟମୀ, ଲିଙ୍ଗରାଜ ଦେବଙ୍କ ରୁକୁଣା ରଥଯାତ୍ରା, ପୀଠେ ଓ ମୃଣ୍ମୟୀ ଦେବୀଙ୍କ ମହାଷ୍ଟମୀ ପୂଜା, ସନ୍ଧିପୂଜା, ଚୈତ୍ର ମଙ୍ଗଳବାର ଓଷା ଚତୁର୍ଥ ପାଳି । ଶୁଭସମୟ- ଦିବା ୧ଟା ୨ମିନିଟ୍,ରୁ ୧ଟା ୧୯ମିନିଟ୍, ଦିବା ୪ଟା୨୯ମିନିଟ୍,ରୁ ୫ଟା ୧୧ମିନିଟ୍, ସନ୍ଧ୍ୟା ୬ଟା ୩ମିନିଟ୍,ରୁ ୬ଟା ୪୭ମିନିଟ୍, ରାତ୍ରି ୯ଟା ୬ମିନିଟ୍,ରୁ ୧୧ଟା ୨୨ ମିନିଟ୍ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ବ୍ୟବସାୟରେ ଆଶାତୀତ ଲାଭକରି କିଛି ନୂତନ ପଦାର୍ଥ ସଂଗ୍ରହ କରିବେ ଓ ବ୍ୟବସାୟ ପାଇଁ ଦୂରଯାତ୍ରା କରି ମନ ଖୁସି ରହିବ । କଳା, ସାହିତ୍ୟ, କ୍ରିଡା, ଚଳଚିତ୍ର, ଶିଳ୍ପ, ବାଣିଜ୍ୟ ଓ ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ହାତକୁ ନେଇଥିବା କାର୍ଯ୍ୟପାଇଁ କଠିନ ପରିଶ୍ରମ କରିବେ । ସାହିତ୍ୟଚର୍ଚ୍ଚା, ସଭାସମିତିରେ ସଫଳତା ମିଳିବ । କର୍ମକ୍ଷେତ୍ରରେ ସହଯୋଗ ପାଇ ମନ ଖୁସୀ ରହିବ । ଦାମ୍ପତ୍ୟ କଳହ ମେଣ୍ଟିଯାଇ ପାରିବାରିକ କ୍ଷେତ୍ରରେ ଶାନ୍ତି ପାଇବେ । ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

ବୃଷ:-

ସମସ୍ତ ସମସ୍ୟାର ସମାଧାନ କରି ସତ୍ୟର ସାମ୍ନା କରିବାକୁ ପଡିବ । ଭାବମୂର୍ତ୍ତି ରକ୍ଷା କରି ପାରିବାରିକ ମୁଖ୍ୟଙ୍କ ସହିତ ପରିଚାଳନାଗତ ସ୍ଵତନ୍ତ୍ରତା ଅତୁଟ ରଖି ହେବ । କର୍ମକ୍ଷେତ୍ରରେ ଅଦମ୍ୟ ଉଦ୍ୟମ ବା ଚେଷ୍ଟାଦ୍ୱାରା ସାଫଲ୍ୟ ହେବେ । ପାରିବାରିକ ଜୀବନରେ ସୁଖ-ଶାନ୍ତି ଲାଭ ଓ ତତ୍ ସଙ୍ଗେ ଗଠନମୂଳକ ଯୋଜନା ପ୍ରସ୍ତୁତ କରି ଆଗେଇ ଯିବାର ରାସ୍ତା ଖୋଲିଯିବ । ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାରୁ ମନ ଭଲ ରହିବ । ପ୍ରତିକାର- ଆମିଷ ସେବନ କରନ୍ତୁ ନାହିଁ ।

ମିଥୁନ:-

ସାମାଜିକ ପ୍ରତିଷ୍ଠା ପ୍ରତିପତ୍ତି, ଉଚ୍ଚସ୍ଥାନ ଲାଭ ବା ପଦୋନ୍ନତି ଭଳି ମର୍ଯ୍ୟଦା ପ୍ରାପ୍ତିହେବ । ଅତିରିକ୍ତ ଆୟର ଦରକାର ଅନୁଭବ ହେବ । ବାକିଥିବା କାର୍ଯ୍ୟ ସଫଳତା ପୂର୍ବକ ସମ୍ପନ୍ନ ହେବାରୁ ସନ୍ତୁଷ୍ଟି ମିଳିବ । ଆତ୍ମୀୟବର୍ଗରେ ଉନ୍ନତି ତଥା ଉତ୍ତମ ବୁଝାମଣା ଜନିତ ଉତ୍ସାହ-ଉଦ୍ଦୀପନାଯୁକ୍ତ ହେବେ । ଆଧ୍ୟାତ୍ମିକ ବା ଧାର୍ମିକ କ୍ଷେତ୍ରରେ ବ୍ୟସ୍ତ ରହିବେ । ପ୍ରେମପ୍ରସଙ୍ଗରେ ମଧ୍ୟ ସଫଳତା ମିଳିବ । କର୍ମକ୍ଷେତ୍ରରେ ଉତ୍ତମ ରୋଜଗାର କରିପାରିବେ । ପ୍ରତିକାର- ମହୁଟିକେ ଖାଇ ଘରୁ ବାହାରନ୍ତୁ ।

କର୍କଟ:-

ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ । କର୍ମ କ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ ଓ ଶୁଭ ସୂଚନା ମଧ୍ୟ ପାଇବେ । ଗଠନମୂଳକ ଯୋଜନା ପ୍ରସ୍ତୁତ କରି ଆଗେଇ ଯିବାର ରାସ୍ତା ଖୋଲିଯିବ । ପରିବହନ ବ୍ୟବସାୟରେ ବିଶେଷ ଲାଭବାନ ହେବେ । ସନ୍ତାନମାନଙ୍କ ଉନ୍ନତି ପାଇଁ ଖୁସି ରହିବେ । ପ୍ରତିଦ୍ଵନ୍ଦିତାରେ ସଫଳ, ବିଦ୍ୟାକ୍ଷେତ୍ରରେ ଶୁଭଯୋଗ, ରାଜନୀତିରେ ଉଚ୍ଚପ୍ରଶଂସିତ ହେବେ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

ସିଂହ:-

ସମୟ ଅନୁକୂଳ ହେଲେ ମଧ୍ୟ କାର୍ଯ୍ୟ ପୁରଣରେ ବାଧା ଆସିବ ଓ ବିଳମ୍ବ ହେବ । ପିଲାମାନଙ୍କ ପାଠପଢା ନେଇ କରିଥିବା ଚିନ୍ତା ଦୂରେଇ ଯିବ । ତୀର୍ଥାଟନ କରି ଯାତ୍ରା କାଳରେ ଯନ୍ତ୍ରଣା ଭୋଗିବେ । ଅଯଥା ଝଗଡା ବଢିଯିବା ଫଳରେ ନିଜେ ଲଜ୍ଜିତ ହେବେ । ବ୍ୟବସାୟ କ୍ଷେତ୍ରରେ ଲାଭବାନ ହେବେ । ଆର୍ଥିକ ସନ୍ତୁଳନ ସୁରକ୍ଷିତ ହେବା କାରଣରୁ ବିପର୍ଜ୍ୟସ୍ତ ଅର୍ଥନୀତିର ବିପଦରୁ ମୁକ୍ତ ହେବେ । ମନରେ ଭୟ ଆଶଙ୍କା, ଶାରୀରିକ ଅସୁସ୍ଥତା ଦୂରେଇଯିବ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

କନ୍ୟା:-

ସ୍ୱାସ୍ଥ୍ୟରେ ସୁଧାର ଆସିବ । ଘର ପରିବାରରେ କୌଣସି ଖୁସି ପ୍ରସଙ୍ଗ ଆସିବା ଫଳରେ ମନ ପ୍ରଫୁଲ୍ଲିତ ରହିବ । ଚାକିରୀ ରେ ପ୍ରମୋଶନ ମିଳିବାର ଯୋଜନା ପ୍ରସ୍ତୁତହେବ । ଦୂରଯାତ୍ରା କରିବା ଦ୍ଵାରା ବହୁତ ଲାଭ ମିଳିବ । ବେମାର, ବୃଦ୍ଧଜନ ଓ ଅଶକ୍ତ ଲୋକଙ୍କୁ ସହଯୋଗ କରିବା ପାଇଁ ହାତ ବଢେଇବେ । ବିଦ୍ୟାର୍ଥୀଙ୍କ ପାଇଁ ସମୟ ଉପଯୁକ୍ତ ଯୋଗେ ବିଦ୍ୟାଧ୍ୟୟନ କ୍ଷେତ୍ରରେ ସଫଳତା ମିଳିବ । ମିତ୍ରଙ୍କ ସାହାଯ୍ୟ ଦ୍ଵାରା ନୂଆ ଲକ୍ଷକୁ ନିର୍ଦ୍ଦାରିତ କରିପାରିବେ । ପ୍ରତିକାର- ସବୁଜ ରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ ।

ତୁଳା:-

କାରବାର ବଢିବ ଓ ଭୁଲ୍ ବୁଝାମଣା ଦୂର ହେବା ଯୋଗେ ହିତୈଷିମାନେ ଅଧିକ ନିବିଡ ହେବା ସାଙ୍ଗକୁ ମର୍ଯ୍ୟଦାଜନକ ପରିସ୍ଥିତି ସୃଷ୍ଟି କରିବେ । ଅପେକ୍ଷା କରିଥିବା କାମର ଶୁଭସୂଚନା ମିଳିବ । ପାରିବାରିକ କ୍ଷେତ୍ରରେ ଭୋଗବିଳାସ ଓ ଆନନ୍ଦମୟ ମୂହୁର୍ତ୍ତ ସାଙ୍ଗକୁ ସ୍ଵାସ୍ଥ୍ୟକର ପରିବେଶ ଓ ସମ୍ମାନଜନକ ଘଟଣା ଘଟିବ । ବ୍ୟବସାୟ କ୍ଷେତ୍ରରେ ଲାଭବାନ ହେବେ । ବିପରୀତ ଲିଙ୍ଗୀଙ୍କ ସହଯୋଗ ଦ୍ଵାରା ମନ ଲଗାଇ କାର୍ଯ୍ୟ କରି ଆଗକୁ ବଢିବେ । ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ ।

ବିଚ୍ଛା:-

ସାହିତ୍ୟ, ସାମ୍ବାଦିକ, ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ । ବ୍ୟବସାୟୀମାନଙ୍କର ଲାଭ ଅଧିକ ହେବା ଫଳରେ ମନ ଖୁସି ରହିବ । ଜଗାଜମି, ଗୃହ ଉପକରଣ କ୍ରୟ କରିବେ । କର୍ମକ୍ଷେତ୍ରରେ ସଙ୍କଟ ଜନକ ପରିସ୍ଥିତିର ଅବସାନ ଘଟିବ । ଋଣପ୍ରାପ୍ତି ଓ ଋଣମୁକ୍ତର ରାସ୍ତା ପରିଷ୍କାର ହେବ । ପ୍ରବାସରେ ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବ । ପରୀକ୍ଷା ଓ ପ୍ରତିଯୋଗୀତାରେ ଆଶା ମୁତାବକ ଫଳ ପାଇବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ଧନୁ:-

ପ୍ରେମପ୍ରସଙ୍ଗ ଓ ଗୁପ୍ତ ବନ୍ଧୁମାନେ ବାହାରକୁ ପ୍ରକାଶ ପାଇବେ । ଧାର୍ମିକସାହିତ୍ୟ ପଢିବା ପାଇଁ ରୁଚି ବୃଦ୍ଧି ହେବ । ଆଇନ ଅଦାଲତ ଓ ପାରିବାରିକ କ୍ଷେତ୍ରରେ ରହିଥିବା ସମସ୍ୟା ସମାଧାନ ହୋଇଯିବ । ରାଜନୀତି ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁ ରୂପେ ହେବ । ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବ । ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ । ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ ।

ମକର:-

ବିଗିଡି ଯାଇଥିବା କାର୍ଯ୍ୟ ସୁଧୁରି ଯିବ । ବ୍ୟବସାୟୀମାନେ ପ୍ରଚୁର ଲାଭ ପାଇବେ । ପଢାପଢିରେ ମାନସିକ ଶାନ୍ତି ମିଳିବ । ଦୁଃଖୀ ଲୋକଙ୍କୁ ସାହାରା ବା ସାହାଯ୍ୟ କରିବେ । କର୍ମକ୍ଷେତ୍ରରେ ସାଫଲ୍ୟ, ଉଚ୍ଚସମ୍ମାନ ଓ ପଦ ପଦବୀ ଲାଭହେବ । କୌଣସି କ୍ଷେତ୍ରରେ କେବେ ବି ଆଗକୁହା ନ ହୋଇ କର୍ମନିଷ୍ଠା ମଧ୍ୟରେ ନିଜକୁ ସୀମିତ ରଖିବା ହିତକର ହେବ । ଯାନବାହାନ ଓ ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳପ୍ରଚଳ ହେବା ଅତ୍ୟନ୍ତ ଜରୁରୀ । ପ୍ରତିକାର:- ଚାଉଳ କୁଆ ପାରାଙ୍କୁ ଖାଇବାକୁ ଦିଅନ୍ତୁ ।

କୁମ୍ଭ:-

ଜାଗା, ଜମି, ବାସଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ । ବ୍ୟବସାୟରେ ଆଶାତୀତ ଲାଭକରି କିଛି ନୂତନ ପଦାର୍ଥ ସଂଗ୍ରହ କରିବେ । ପାରିବାରିକ ଜୀବନ ସୁଖ ଓ ଶାନ୍ତିରେ କଟିବ । ଦୂରସ୍ଥାନକୁ ଯାତ୍ରା କରିବେ । ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ । ନୂତନ ବ୍ୟବସାୟ ଆରମ୍ଭ, ଶିଳ୍ପ ପ୍ରତିଷ୍ଠା ବା ଯୋଜନା ସାଫଲ୍ୟ ଦାୟକ ହେବ । ଯେ କୌଣସି ପରୀକ୍ଷା ବା ସାକ୍ଷାତ୍କାରର ପରିଣାମ ଆପଣଙ୍କ ସପକ୍ଷରେ ରହିବ । ପ୍ରତିକାର- ମହୁଟିକେ ଖାଇ ଘରୁ ବାହାରନ୍ତୁ ।

ମୀନ:-

ସାଧାରଣ ଦିନଚର୍ଜ୍ୟା ଅତୁଟ ରହିବ । ଶୁଭକାମ କରି ପ୍ରଶଂସିତ ହେବେ । ସାମାଜିକ ପ୍ରତିଷ୍ଠା ଓ ପ୍ରତିପତ୍ତି, ଉଚ୍ଚସ୍ଥାନ ଲାଭ ବା ପଦୋନ୍ନତି ଭଳି ମର୍ଯ୍ୟଦା ପ୍ରାପ୍ତିହେବ । ତତ୍ ସଙ୍ଗେ ବାସଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ । ସ୍ଵାସ୍ଥ୍ୟର କିଛି ପରିବର୍ତ୍ତନ ଘଟିବ । ବରିଷ୍ଠ ବ୍ୟକ୍ତିଙ୍କ ସହ ସୁସମ୍ପର୍କସ୍ଥାପିତ ହେବ । ଅଟକିଥିବା କାର୍ଯ୍ୟ ସମ୍ପନ୍ନ ହେବ । ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 943700674


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!