ଦୈନିକ ରାଶିଫଳ: 20 ଏପ୍ରିଲ 2022, ଶ୍ରୀ ଗଣେଶଙ୍କ କୃପାରୁ ଏହି 2ଟି ରାଶିଙ୍କୁ ମିଳିବ ଆର୍ଥିକ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୨ ମସିହା, ଏପ୍ରିଲ ମାସ ୨୦ ତାରିଖ, ବୁଧବାର, ମେଷ ମାସ ୭ ଦିନ, ବୈଶାଖମାସ କୃଷ୍ଣପକ୍ଷ, ଚତୁର୍ଥୀ ତିଥି ଦିବା ୧ଟା ୫୩ମିନିଟ୍ ପରେ ପଞ୍ଚମୀ ତିଥି, ଜ୍ୟେଷ୍ଠା ନକ୍ଷତ୍ର, ବିଛା ରାଶିରେ ଚନ୍ଦ୍ର । ରାତି ୧୧ ଟା ୪୧ମିନିଟ୍ ପରେ ମୂଳା ନକ୍ଷତ୍ର, ଧନୁ ରାଶିରେ ଚନ୍ଦ୍ର । ବରୀୟାନ ଯୋଗ ଦିବା ୧ଟା ୩୮ମିନିଟ୍ ପରେ ପରିଘ ଯୋଗ । ବାଳବ କରଣ ଦିବା ୧ଟା ୫୩ମିନିଟ୍ ପରେ କୌଳବ କରଣ । କର୍କଟ ରାଶିର ଘାତବାର । ରାତି ୧୧ଟା ୪୧ମିନିଟ୍ ପରେ ତୁଳା ଓ କୁମ୍ଭ ରାଶିର ଘାତଚନ୍ଦ୍ର । ମୂଳା ନ ଖାଇଲେ ଭଲ ଦିବା ୧ଟା ୫୩ମିନିଟ୍ ପରେ ବେଲ, ପଣସ ନ ଖାଇଲେ ଭଲ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଯୋଗିନୀ- ନୈଋତେ ଦିବା ୧ଟା ୫୩ମିନିଟ୍ ପରେ ଦକ୍ଷିଣେ ଯାତ୍ରା ନିଷେଧ । ଶ୍ରାଦ୍ଧତର୍ପଣ- ଚତୁର୍ଥୀର ଏକୋଦ୍ଧିଷ୍ଟ ଓ ପାର୍ବଣ ଶ୍ରାଦ୍ଧ ଏବଂ ପଞ୍ଚମୀର ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ- ଦିବା ୮ଟା ୩୮ମିନିଟ୍ ରୁ ଦିବା ୧୦ଟା ୧୨ମିନିଟ୍, ଦିବା ୧୧ଟା ୪୬ମିନିଟ୍ ରୁ ଦିବା ୧ଟା ୨୦ମିନିଟ୍, ରାତ୍ରି ୨ଟା ୩୭ମିନିଟ୍ ରୁ ୪ଟା ୩ମିନିଟ୍ । ଶୁଭସମୟ- ପ୍ରାତଃ ୫ଟା ୨୯ମିନିଟ୍ ରୁ ୭ଟା ୯ମିନିଟ୍, ଦିବା ୧୦ଟା ୧୨ମିନିଟ୍ ରୁ ୧୧ଟା ୨୦ମିନିଟ୍, ଦିବା ୧ଟା ୫୨ମିନିଟ୍ ରୁ ୫ଟା ୧୨ମିନିଟ୍, ସନ୍ଧ୍ୟା ୬ଟା ୪୯ମିନିଟ୍ ରୁ ୧୦ଟା ୩୬ମିନିଟ୍, ରାତ୍ର ୧ଟା ୪୦ମିନିଟ୍ ରୁ ରାତ୍ର ୨ଟା ୩୬ମିନିଟ୍, ରାତ୍ର ୪ଟା ୩ମିନିଟ୍ ରୁ ୫ଟା ୨୮ମିନିଟ୍ ।

ମେଷ:-ସମ୍ପର୍କୀୟ ବନ୍ଧୁ ସାହାଯ୍ୟ ସହଯୋଗ କରିବେ । କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ । ରାଜନୀତିରେ କୃତକାର୍ଯ୍ୟ ହେବେ । କୌଶଳ ପ୍ରୟୋଗ କରି ସମସ୍ତ ପ୍ରକାର ଅଭିଳାଷ ପୂରଣ ହେବ । ପ୍ରତିଯୋଗିତା ଓ ପରୀକ୍ଷାରେ କୃତକାର୍ଯ୍ୟ ହେବେ । ଭଲଭାବରେ ଚିନ୍ତାକରି କାମକଲେ କୌଣସି ଅସୁବିଧାର ସମ୍ମୁଖୀନ ହେବେ ନାହିଁ । ଭାବନାର ବଶୀଭୂତ ହୋଇ ଅମିନୀ, ଜାମିନି, ମଧ୍ୟସ୍ଥତା ଠିକ୍ ହେବ ନାହିଁ । ପରିବାର ହିତପାଇଁ ଅଧିକ ଖର୍ଚ୍ଚାନ୍ତ ହେବେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ବୃଷ:-ବ୍ୟବସାୟିକ କ୍ଷେତ୍ରରେ ଉନ୍ନତିହେବ । ଲେଖକ, ପତ୍ରକାର, ରାଜନୈତିକ, ସଙ୍ଗୀତଜ୍ଞ, ଠିକାଦାର ଓ ସରକାରୀ କର୍ମରତଥିବା ବ୍ୟକ୍ତିମାନଙ୍କର ଅନେକ ଶୁଭହେବ । ବ୍ୟବସାୟରେ ସଫଳତା ଅର୍ଜନ କରି ମାନସିକ ସୁସ୍ଥତା ଅନୁଭବ କରିବେ । ବିଦ୍ୟାରେ ମନ ଯୋଗଦେଲେ ପ୍ରତିକୁଳ ପରିସ୍ଥିତି ଦୂରେଇଯିବ । କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ଆଗ୍ରହ ବଢିବ । ଧନ ଲାଭ ହେବାରୁ ମନଖୁସି ରହିବ । ପ୍ରତିକାର- ଶ୍ଵେତଚନ୍ଦନରେ କର୍ପୁରମିଶେଇ ମସ୍ତକରେ ଧାରଣ କରନ୍ତୁ ।

ମିଥୁନ:-ଶୁଭ ସମାଚାର ମିଳିବ । ଅର୍ଥଲାଭର ମାର୍ଗ ଖୋଲିଯିବ । ବ୍ୟବସାୟରେ ସଫଳତା ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । ବନ୍ଧୁ ମିତ୍ରଙ୍କର ସହଯୋଗରେ ପରିବାରର ପରିସ୍ଥିତି ସମାଧାନ କରିବେ । କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ ଓ ସନ୍ତାନସୁଖ ମିଳିବ । କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ଆନନ୍ଦିତ ହେବେ । ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ପ୍ରତିକାର- ସବୁଜ ରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ ।

କର୍କଟ:-କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ବାଦବିବାଦ, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ଜୟଯୁକ୍ତ ହେବେ । ମିତ୍ରଙ୍କ ସାହାଯ୍ୟ ଦ୍ଵାରା କାର୍ଯ୍ୟ ହାସଲ କରିବେ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ । ପ୍ରେମିକ ପ୍ରେମିକା ମାନଙ୍କର ପ୍ରେମ ସମ୍ବନ୍ଧରେ ସଫଳତା ମିଳିବ । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ସିଂହ:-ନୂଆ ଯୋଜନାରେ ସଫଳ ହେବେ ଓ ଆର୍ଥିକ ସହାୟତା ମିଳିପାରେ । ଉଚିତ୍ ପରାମର୍ଶ ପାଇ ହରେଇଥିବା ଦ୍ରବ୍ୟ ଫେରି ପାଇବେ । ବ୍ୟବସାୟପାଇଁ ଦୂରଯାତ୍ରାର ସୁଯୋଗ ପାଇବେ । ଆତ୍ମବିଶ୍ୱାସ ବୃଦ୍ଧି ପାଇବ । ପରିବାରରେ ସମସ୍ତ ପରିସ୍ଥିତି ସମାଧାନ ହୋଇ ଖୁସିର ବାତାବରଣ ସ୍ଥାୟି ରହିବ । ନୂତନ ସମ୍ବନ୍ଧ ସୃଷ୍ଟିହେବ । କେତେକ ଦୀର୍ଘ ଯୋଜନା ସଫଳ କାରଣରୁ ମନ ଭଲ ରହିବ । ଚାକିରୀ କ୍ଷେତ୍ରରେ ପଦୋନ୍ନତି ହେବା ସହ ସ୍ଥାନାନ୍ତର ମଧ୍ୟ ହୋଇପାରେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କନ୍ୟା:-ସୁଯୋଗ ହାତପାହାନ୍ତାରେ ପହଞ୍ଚିବ । ଶ୍ରମିକ ଓ କର୍ମଚାରୀମାନେ ବେସୀ ଉପକୃତ ହେବେ । ନିକଟସ୍ଥ ବ୍ୟକ୍ତି ସାହାଯ୍ୟ କରିବା ଦ୍ଵାରା ବ୍ୟବସାୟରେ ସଫଳତା ମିଳିବ ଓ ବ୍ୟବସାୟ ବଢାଇବାରେ ସମର୍ଥ ହେବେ । ଆରମ୍ଭ କରିଥିବା କାର୍ଯ୍ୟ ଶେଷ କରିପାରିବେ । ତଳ ମହଲରୁ ଆଶାତୀତ ଲାଭ ପାଇବେ । ବନ୍ଧୁବାନ୍ଧବଙ୍କ ଚେଷ୍ଟାରେ ଅତି ସହଜରେ ବାକିଥିବା ଅର୍ଥ ପାଇବେ । ପରୀକ୍ଷା ପ୍ରତିଯୋଗିତାରେ ବିଜୟୀ ହେବେ । ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ ।

ତୁଳା:- ଧାର୍ମିକ କାର୍ଯ୍ୟପ୍ରତି ମନ ବଳାଇବେ । ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ । ମାଲି ମୋକଦ୍ଦମାରେ ସମ୍ମାନ ଓ ପ୍ରତିଷ୍ଠା ଅତୁଟ ରହିବ । ଅଭାବ ଅସୁବିଧା ଥାଇ ମଧ୍ୟ କୌଣସି କାମ ଅଟକିବ ନାହିଁ । ରାଜନୀତି କ୍ଷେତ୍ରରେ ବୁଦ୍ଧି ବିବେକ ଖେଳାଇ କର୍ତ୍ତବ୍ୟ ପରାୟଣତାକୁ ମୁଖ୍ୟକରି ଚାଲିବା ହିତକର । ସହକର୍ମୀ କେହି ଇର୍ଷାତୁର ହେଲେବି କ୍ଷତିକାରୀ ହେବେ ନାହିଁ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ବିଚ୍ଛା:-କର୍ମକ୍ଷେତ୍ରରେ ଅତ୍ୟଧିକ ପରିଶ୍ରମ କରିବା ଫଳରେ ପ୍ରଶଂସିତ ହେବେ । ପୁରାତନ ରୋଗର ସାମାନ୍ୟ ଉନ୍ନତି ପରିଲକ୍ଷିତ ହେବ । ବ୍ୟବସାୟରେ ସଫଳତା ଅର୍ଜନ ତଥା କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ । ଆର୍ଥିକ କ୍ଷେତ୍ରରେ ଉନ୍ନତିହେବ । ଦୂରଯାତ୍ରାର ସୁଯୋଗ ପାଇବେ । ଆତ୍ମବିଶ୍ୱାସ ବୃଦ୍ଧି ପାଇବ । ପାରିବାରିକ କ୍ଷେତ୍ରକୁ ସରସ ସୁନ୍ଦର କରିବା ପାଇଁ ପ୍ରଯତ୍ନ କରିବେ । ବିଦ୍ୟାରେ ଉନ୍ନତି ହେବାସହ ପ୍ରଶଂସିତ ହେବେ । ପ୍ରତିକାର- ନାଲିବସ୍ତ୍ର ପରିଧାନ କରନ୍ତୁ । ନତୁବା ନାଲି ରୁମାଲ ଟିଏ ପାଖରେ ରଖନ୍ତୁ ।

ଧନୁ:-ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟରେ ବିଭିନ୍ନ ପ୍ରକାରର ସମସ୍ୟା ସମାଧାନ ହେବ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ପ୍ରେମିକ ପ୍ରେମିକାମାନେ ସତ୍ସଙ୍ଗ, ମନୋରଞ୍ଜନ କାର୍ଯ୍ୟରେ ଯୋଗ ଦେଇ ପାରନ୍ତି । କର୍ମକ୍ଷେତ୍ର ପାଇଁ ସମୟ ପ୍ରାୟତଃ ଅନୁକୂଳ ରହିବ । ଭୋଗ ବିଳାସକୁ ତୁଚ୍ଛମଣି କର୍ତ୍ତବ୍ୟ ସାଧନକୁ ଭଗବତ୍ ସେବାଭଳି ମାନ୍ୟତା ଦେବେ । ଦକ୍ଷତାକୁ କେନ୍ଦ୍ରକରି ଉଚ୍ଚ ମାନ୍ୟତାରେ ବୃଦ୍ଧି ହେବ । କ୍ରୀଡ଼ାବିଦ୍ମାନେ ପ୍ରଶଂସିତ ହେବେ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

ମକର:-ସ୍ଥଗିତ ଥିବା ଧନ ମିଳିବାରୁ ଖୁସି ହେବେ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣାରେ ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । ରାଜନୀତି କ୍ଷେତ୍ରରେ ସଫଳତା ଏବଂ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ । ବ୍ୟବସାୟ ବୃଦ୍ଧି ଓ ନୂଆ ଯୋଜନା ଉପରେ କାର୍ଯ୍ୟ କରିବେ । ମନୋକାମନା ପୂରଣ ହେବ ଓ ଆତ୍ମ ବିଶ୍ୱାସ ବୃଦ୍ଧି ହୋଇ ଲାଭର ମାର୍ଗ ପ୍ରଶସ୍ଥ ହେବ । ପରୀକ୍ଷା ଓ ସାକ୍ଷାତ କାରରେ ସଫଳତା ମିଳିବ । ପ୍ରତିକାର- ନୀଳବସ୍ତ୍ର ପରିଧାନ କରନ୍ତୁ । ନତୁବା ନୀଳ ରୁମାଲ ଟିଏ ପାଖରେ ରଖନ୍ତୁ ।

କୁମ୍ଭ:-ଶ୍ରମିକ ଓ କର୍ମଚାରୀମାନେ ଦୂର ଓ ନିକଟ କାର୍ଯ୍ୟରେ ତିଷ୍ଠି ରହିପାରିବେ । ତଳୁ ଉପରସ୍ତର ଯାଏ ଆଦୃତି ଓ ମାନ୍ୟତା ଅର୍ଜନ କରିବେ । ବ୍ୟବସାୟୀମାନେ ନଗଦ କାରବାରରେ ଅଧିକ ଲାଭପ୍ରଦ ହେବେ । କର୍ମକ୍ଷେତ୍ରରେ ଯଶ ମାନକୁ ଅଧିକ ମହତ୍ତ୍ଵ ଦେବେ । ଉପରିସ୍ଥଙ୍କୁ ଆପଣାର କରି କୃପାଭାଜନ ହେବେ । ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ଲାଭବାନ ହେବେ । ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ବିଜୟୀହେବେ । ପ୍ରତିକାର- ଅଷ୍ଟଗନ୍ଧ ତିଳକଚନ୍ଦନ ଧାରଣ କରନ୍ତୁ ।

ମୀନ:-ସାମ୍ବାଦିକତାରୁ ଲାଭ ଓ ଶୁଭ ସମାଚାର ମିଳିବ । ଧାର୍ମିକ କାର୍ଯ୍ୟରେ ରୁଚି ବଢ଼ିବ । ରାଜନୈତିକ କ୍ଷେତ୍ରରେ ଲୋକ ସମର୍ଥନ, ଦଳ ସମର୍ଥନ ବୃଦ୍ଧି ପାଇବା ସହ ମୁଖ୍ୟନେତାଙ୍କର ପ୍ରିୟ ପାତ୍ର ହେବେ । ପ୍ରେମିକ ପ୍ରେମିକାମାନଙ୍କର ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ପାଇବେ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ଚିହ୍ନାଜଣା ବ୍ୟକ୍ତିକୁ ଅନ୍ଧଭାବରେ ବିଶ୍ୱାସକଲେ ଧୋକା ଖାଇବେ । ସନ୍ତାନ ଯୋଗେ ଚିନ୍ତିତ ରହିବେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!