ଦୈନିକ ରାଶିଫଳ: 20 ଏପ୍ରିଲ 2023, ଗୁରୁବାର, ମା’ ଲକ୍ଷ୍ମୀଙ୍କ କୃପା ରହିବ ଏହି 3ଟି ରାଶି ଉପରେ, ମିଳିବ ଆକସ୍ମିକ ଧନ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ବନ୍ଧୁବାନ୍ଧବଙ୍କ ଚେଷ୍ଟାରେ ଅତି ସହଜରେ ବାକିଥିବା ଅର୍ଥ ପାଇବେ। ଛାତ୍ର ଛତ୍ରୀମାନେ ପରୀକ୍ଷା ପ୍ରତିଯୋଗିତାରେ ବିଜୟୀ ହେବେ। ଶୁଭ ସମାଚାର ପାଇ ମନ ଖୁସି ହେବ। ବିଶିଷ୍ଟ ବ୍ୟକ୍ତିଙ୍କ ସହ ସଂପର୍କ ଫଳରେ ସମ୍ମାନୀତ ହେବେ। ପ୍ରେମ ପ୍ରସଙ୍ଗରେ ବନ୍ଧୁମାନେ ସହଯୋଗ କରିବେ। ବିଦେଶୀ ଦ୍ରବ୍ୟ ବାଣିଜ୍ୟରେ ଅଧିକ ଲାଭଦାୟକ ହେବ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ସୁଯୋଗ ହାତପାହାନ୍ତାରେ ପହଞ୍ଚିବ। ଦୂରଯାତ୍ରାକରି ବିଶେଷ ଲାଭାନ୍ୱିତ ହେବେ। ଧାର୍ମିକ କାର୍ଯ୍ୟପ୍ରତି ମନ ବଳାଇବେ। ଛାତ୍ର ଛତ୍ରୀମାନେ ପରିଶ୍ରମ କରିବା ଫଳରେ ପ୍ରଶଂସା ପାଇବେ। ବାଦବିବାଦ, ପ୍ରତିଦ୍ୱନ୍ଦିତା, ପ୍ରତିଯୋଗିତା ପରୀକ୍ଷାରେ ସଫଳ ହେବେ। ଆର୍ଥିକସ୍ଥିତି ପୂର୍ବପରି ରହିବ। ରାଜନୈତିକ କ୍ଷେତ୍ରରେ ଯଶ ମାନକୁ ଅଧିକ ମହତ୍ତ୍ଵ ଦେଇ ତଳୁ ଉପରସ୍ତର ଯାଏ ଆଦୃତି ଓ ମାନ୍ୟତା ଅର୍ଜନ କରିବେ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ମିଥୁନ:-ଶତୃନାଶ, ଋଣନାଶ ଓ ପୁରାତନ ରୋଗପୀଡ଼ାର ଉପଶମ ହେବ। ରାଜନୈତିକ କ୍ଷେତ୍ରରେ ଉଚ୍ଚ କର୍ମକର୍ତ୍ତାଙ୍କ ସୁଦୃଷ୍ଟି ପ୍ରାପ୍ତି ହେବା ସହ ଯଶ, ମାନ ପ୍ରତିଷ୍ଠା ବୃଦ୍ଧି ହେବ। ଆକସ୍ମିକ ଅର୍ଥଲାଭ, ନୂତନ ବନ୍ଧୁଲାଭ, ଅଧାଥିବା କାର୍ଯ୍ୟ ସମ୍ପୂର୍ଣ୍ଣ କରି ପାରିବେ। ପରିବାରରେ ମନୋମାଳିନ୍ୟ ଓ ଆର୍ଥିକ ସଙ୍କଟ ଦୂରେଇ ଯାଇ ଅଭିଷ୍ଟ ପ୍ରାପ୍ତି ହେବ। ବ୍ୟବସାୟୀମାନେ ଗ୍ରାହକ ସେବାକୁ ଗ୍ରହଣ କରି ଯଶ ମାନ ବୃଦ୍ଧି ସହିତ ଉତ୍ତମ ଆୟର ପଥ ପରିଷ୍କାର କରିବେ। ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।

କର୍କଟ:-ଶାରିରୀକ ସୁସ୍ଥତା ଦେଖା ଦେବା ସହ ହରାଇ ଥିବା ଧନ ପ୍ରାପ୍ତି ହେବ। ବ୍ୟବସାୟରେ ଉତ୍ତମ ରୋଜଗାର ହୋଇ ଆର୍ଥିକସ୍ଥିତି ସନ୍ତୋଷପ୍ରଦ ହେବ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ସୁଖ ସମୃଦ୍ଧି ବୃଦ୍ଧି ହେବ। ସାମାଜିକ କ୍ଷେତ୍ରରେ ପ୍ରଶଂସିତ ହେବେ ଓ କାରବାର ସ୍ଥିତିରେ ସୁଧାର ଆସିବାରୁ ମନ ବହୁତ ଖୁସି ରହିବ। କୌଣସି ବିଚାରାଧୀନ ଯୋଜନାକୁ ପୁନର୍ବାର ଆରମ୍ଭ କରିବାରେ ସଫଳତା ମିଳିବ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

ସିଂହ:-ବନ୍ଧୁମାନେ ସହଯୋଗ କରିବେ। ବୁଦ୍ଧି ବିବେକ ଖେଳାଇ କର୍ତ୍ତବ୍ୟ ପରାୟଣତାକୁ ମୁଖ୍ୟକରି ଚାଲିବା ହିତକର ହେବ। ଯେକୌଣସି ପ୍ରତିଯୋଗୀତାକୁ ସ୍ଵୀକାର କରିବା ପାଇଁ ପ୍ରସ୍ତୁତ ରହିବେ। କାରବାରରେ ସ୍ଥିତି ଠିକ୍ ରହିବ। ଗୃହରେ ଭାତୃବିବାଦ, ପଡ଼ୋଶୀକଳହ, ଜାଗାଜମିପାଇଁ ଥିବା ସମସ୍ୟାର ସମାଧାନ ହେବ। ରାଜନୀତି କ୍ଷେତ୍ରରେ ସୁ ସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ଵଳତର କରିବାର ସାମର୍ଥ୍ୟ ବଢିବ। ପ୍ରତିକାର:-ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କନ୍ୟା:-ଭୋଗ ବିଳାସ ଓ ଆନନ୍ଦମୟ ମୂହୁର୍ତ୍ତ ସାଙ୍ଗକୁ ଗୃହ ସୁଖମିଳିବ। ବାଦବିବାଦ, ପ୍ରତିଯୋଗିତାପରୀକ୍ଷା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ। ବନ୍ଧୁ ମିତ୍ରମାନଙ୍କର ସହଯୋଗରେ ବସ୍ତ୍ରଆଭୂଷଣ ଲାଭ ହୋଇ ପାରେ। ମାନସିକ ସ୍ଥିତି ଭଲ ରହିବ। ପ୍ରେମ ପ୍ରସଙ୍ଗରେ ବିରୋଧୀ ମାନେ ସତଚେଷ୍ଟା କଲେ ମଧ୍ୟ କୌଣସି କ୍ଷତି କରି ପାରିବେ ନାହିଁ। କର୍ମକ୍ଷେତ୍ରରେ ଅଶାନ୍ତି ଉପୁଜିବ। ଶତୃମାନେ ମୁଣ୍ଡ ଟେକିବେ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ତୁଳା:-ଧୈର୍ଯ୍ୟ ଏବଂ ଦୃଢତା ସହିତ କାର୍ଯ୍ୟ କରନ୍ତୁ ସମସ୍ତ କାର୍ଯ୍ୟରେ ସଫଳତା ମିଳିବ। ନିଜର କାମକୁ ଅନ୍ୟମାନଙ୍କୁ ଦେବା ଠାରୁ ଦୂରେଇ ରୁହନ୍ତୁ। ଲୋକମାନେ ଆପଣଙ୍କ ମତ ସହିତ ସହମତ ହେବା ଫଳରେ ଆନନ୍ଦିତ ହେବେ। ଅଦରକାରୀ ଜିନିଷ ଉପରେ ଓ ଅଦରକାରୀ ଭାବନା ଉପରେ ଅଧିକ ସମୟ ନଷ୍ଟ କରନ୍ତୁ ନାହିଁ। ଆର୍ଥିକ କ୍ଷେତ୍ରରେ ଅନାଟନ ଦେଖାଦେବ। ଦୂରଯାତ୍ରା କଲେ ହଇରାଣ ହରକତ ହେବାକୁ ପଡିପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ବିଚ୍ଛା:-ଶରୀର ସୁସ୍ଥ ରହିବ। କୌଣସି ଦୂର ସ୍ଥାନକୁ ଯାତ୍ରା କରିବେ। କରିଥିବା କାମର ଶୁଭ ସୂଚନା ଶୁଣିବାକୁ ପାଇବେ। କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଅନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ବ୍ୟବସାୟରେ ଉନ୍ନତି ଫଳରେ ଅଶାତୀତ ଲାଭବାନ୍ ହେବେ। ଆର୍ଥିକ ସ୍ଥିତି ସୁଦୃଢ଼ ହେବ, ଋଣ ପରିଶୋଧ କରିବାର ସୁଯୋଗ ପାଇବେ। ଟଙ୍କାର ଆବଶ୍ୟକତା ପୂରଣ ହେବ। ନିଜର ପ୍ରଭାବ ଓ ପରାକ୍ରମ ବୃଦ୍ଧି ପାଇବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ଧନୁ:-ନିଜ ବ୍ୟକ୍ତିତ୍ୱର ବିକାଶ ହୋଇ ମାନସମ୍ମାନ ପ୍ରତିଷ୍ଠା ବୃଦ୍ଧି ପାଇବ। ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ। ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ଚାକିରିରେ ଉଚ୍ଚ ପଦାଧିକାରୀମାନେ ଆପଣଙ୍କ ଉପରେ ବହୁତ ଖୁସି ହେବେ। କୌଶଳ ପ୍ରୟୋଗ କରି ନିଜର କାର୍ଯ୍ୟକୁ ବିସ୍ତାର କରିବାକୁ ସକ୍ଷମ ହେବେ। ସ୍ୱାସ୍ଥ୍ୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

ମକର:-ବ୍ୟବସାୟରେ ଅତ୍ୟଧିକ ପରିଶ୍ରମ କରିବା ଫଳରେ ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ। ଉଚ୍ଚ ସମ୍ଭାବନାର ଆଶା ଆଶ୍ଵାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ। ପାରିବାରିକ କ୍ଷେତ୍ରରେ ଆଲୁଅ ଅନ୍ଧାରର ଲୁଚକାଳି ଖେଳର ଅବସାନ ହେବ। ପରୀକ୍ଷା ଓ ପ୍ରତିଦ୍ଵନ୍ଦିତାରେ ବିଜୟୀ ହେବେ। ସହକର୍ମୀମାନଙ୍କର ସମର୍ଥନ ଓ ଅଧସ୍ତନଙ୍କର ସହଯୋଗ ଯୋଗୁ କର୍ମକ୍ଷେତ୍ରରେ ସୁନାମ ଅର୍ଜନ କରିବେ। ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।

କୁମ୍ଭ:-ବନ୍ଧୁ ମିତ୍ରଙ୍କଠାରୁ ଉପହାର ପ୍ରାପ୍ତି ହେବ ଓ ଦାମ୍ପତ୍ୟ ସୁଖରେ ଆନନ୍ଦିତ ହେବେ। ପରିବେଶ ଆପଣଙ୍କ ସପକ୍ଷରେ ରହିବ ଓ ନୂତନ ଆୟର ଉତ୍ସ ବିକାଶ ହେବ। ଧାର୍ମିକ କାର୍ଯ୍ୟରେ ଅଂଶଗ୍ରହଣ କରିବା ଫଳରେ ଏକାଗ୍ରତା ବୃଦ୍ଧି ପାଇବ। କର୍ମଚାରୀ ଓ ଶ୍ରମିକମାନେ ଉପରିସ୍ଥଙ୍କୁ ଆପଣାର କରି ବେସୀ ଉପକୃତ ହେବେ। କୌଣସି ନୂତନ କାର୍ଯ୍ୟ କରିବା ଠିକ୍ ନୁହେଁ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମୀନ:-କର୍ମକ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ପାଇବା ସହ ନୂତନ ବନ୍ଧୁ ସୃଷ୍ଟି ହୋଇ ପାରନ୍ତି। ନିକଟସ୍ଥ ବ୍ୟକ୍ତି ସାହାଯ୍ୟ କରିବା ଦ୍ଵାରା ବ୍ୟବସାୟରେ ସଫଳତା ମିଳିବ। ତଳ ମହଲରୁ ଆଶାତୀତ ଲାଭ ପାଇବେ। ଧର୍ମାନୁଷ୍ଠାନରେ ଯୋଗଦାନ କରି ପ୍ରଶଂସା ପାଇବେ। ଅଭାବ ଅସୁବିଧା ଥାଇ ମଧ୍ୟ କୌଣସି କାମ ଅଟକିବ ନାହିଁ। ବିବେକ ବୁଦ୍ଧି ଖଟେଇ ଉଚିତ୍ମାର୍ଗରେ ଗତିକରିବାର କ୍ଷମତା ଜନ୍ମହେବ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!