ସାପ୍ତାହିକ ରାଶିଫଳ: ଅପ୍ରେଲ ୨୦ ରୁ ଅପ୍ରେଲ ୨୬, ଏହି ସପ୍ତାହଟି ଏହି ସବୁ ରାଶିଙ୍କ ପାଇଁ ଆଣିବ କିଛି ଖୁସି ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ବ୍ୟବସାୟିକ କ୍ଷେତ୍ରରେ ଆଶାଜନକ ଫଳପ୍ରାପ୍ତି ହେବ। ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ। କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଜୟଯୁକ୍ତ ହେବେ। କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇବେ ଓ ଉତ୍ତମ ରୋଜଗାର ହେବ। ବିଦେଶଯାତ୍ରାରେ ଯଶଲାଭ, ଆଧ୍ୟାତ୍ମିକ, ଧାର୍ମିକ ଓ ସାମାଜିକ କାର୍ଯ୍ୟ ସଂସ୍ଥାରେ ସାମିଲ ହେବେ। ଆକସ୍ମିକ ଅର୍ଥଲାଭ, ନୂତନ ବନ୍ଧୁଲାଭ, ଅଧାଥିବା କାର୍ଯ୍ୟ ସମ୍ପୂର୍ଣ୍ଣ ହେବ। କର୍ମକ୍ଷେତ୍ରରେ ପଦୋନ୍ନତି ପାଇ ପାରନ୍ତି। ରାଜନୈତିକ କ୍ଷେତ୍ରରେ ଯଶ, ମାନ ବୃଦ୍ଧି ହେବ। ନୂତନ ଗୃହ ନିର୍ମାଣ କରିବାର ଯୋଜନା କରିପାରନ୍ତି। ଭୋଗ ବିଳାସକୁ ତୁଚ୍ଛ ମଣି କର୍ତ୍ତବ୍ୟ ସାଧନକୁ ଭଗବତ୍ ସେବାଭଳି ମାନ୍ୟତା ଦେବେ। ବ୍ୟବସାୟୀମାନେ ସାଧୁ ଓ ସଚ୍ଚୋଟ ଭାବେ କର୍ମଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ। ଛାତ୍ର-ଛାତ୍ରୀମାନେ ଶିକ୍ଷା କ୍ଷେତ୍ରରେ ସଫଳତା ପାଇବା ସହ କଠିନ ପରିଶ୍ରମ କରି ପ୍ରଶଂସା ପାଇବେ। ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳ ହେବେ। ପ୍ରେମିକ ପ୍ରେମିକାମାନେ ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ। ପ୍ରତିକାର କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ମାନସିକ ଅଶାନ୍ତି ଦୂର ହେବ। ସାଂଗଠନିକ କାର୍ଯ୍ୟରେ ଅଂଶ ଗ୍ରହଣ କରି ପ୍ରଶଂସା ପାଇବେ। ଆର୍ଥିକ କ୍ଷେତ୍ରରେ କୌଣସି ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେବେ। ଉଚ୍ଚଶିକ୍ଷା ପାଇଁ ବିଦେଶ ଯାତ୍ରାର ସୁଯୋଗ ପାଇବେ। ରାଜନୀତି କ୍ଷେତ୍ରରେ ସହଯୋଗୀ ବା ଭାଇଭଳି ଚଳୁଥିବା ବ୍ୟକ୍ତିମାନେ ପୂର୍ଣ୍ଣ ସହଯୋଗ କରିବେ। ବାଦବିବାଦ ମାଲିମୋକଦ୍ଦମାରେ ବିଜୟୀ ହେବେ। ଦାମ୍ପତ୍ୟ ସୁଖ ଏବଂ ପାରିବାରିକ ଜୀବନ କ୍ଷେତ୍ରରେ ଆନନ୍ଦମୟ ପରିସ୍ଥିତି ସୃଷ୍ଟିହେବ। ଭଲମନ୍ଦ ବିଚାର କରି ଯେ କୌଣସି କାର୍ଯ୍ୟକଲେ ଆୟ ବୃଦ୍ଧି ହେବ। କାର୍ଯ୍ୟକ୍ଷେତ୍ରରେ ନୂତନ ଯୋଜନା ପାଇଁ ସହଯୋଗ ମିଳିବ। ଶାରୀରିକ କଷ୍ଟ ଦୂରେଇ ଯିବ। ନୂତନ କାର୍ଯ୍ୟ ପାଇଁ ଆଶାୟୀ ହେବେ। ସରକାରୀ କର୍ମଚାରୀଙ୍କର କାର୍ଯ୍ୟ କ୍ଷେତ୍ରରେ ଶତ୍ରୁମାନେ ପରାଜିତ ହେବେ। ସାମାଜିକ ପ୍ରତିଷ୍ଠା ଓ ମାନସମ୍ମାନ ବୃଦ୍ଧି ହେବ। ଦୂରଯାତ୍ରା କରି ସଫଳତା ପାଇବେ। ପ୍ରତିକାର ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ।

ମିଥୁନ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଶରୀର ସୁସ୍ଥ ରହିବ ଓ ଆର୍ଥିକସ୍ଥିତି ସନ୍ତୋଷପ୍ରଦ ହେବ। ଅତ୍ୟଧିକ କଠିନ ପରିଶ୍ରମ କରିବା ଫଳରେ ବ୍ୟବସାୟରେ ଅର୍ଥ ପ୍ରାପ୍ତିର ସୁଯୋଗ ଆସିବ। ସରକାରୀ କର୍ମଚାରୀ ମାନଙ୍କର ନିଜର ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନ ବୃଦ୍ଧି ହେବ। ଶିକ୍ଷା କ୍ଷେତ୍ରରେ ସଫଳତା ଲାଭ କରିବେ। ପରିବାରଜନଙ୍କ ଉନ୍ନତିରେ ଆନନ୍ଦିତ ହେବେ ଓ ପରିବାରରେ ଶାନ୍ତିର ବାତାବରଣ ଦେଖା ଦେବ। ଶତୃମାନେ ମିତ୍ରଭାବ ଆଚରଣ କରିବେ। ପିଲାମାନଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ହେବେ। ବାଦବିବାଦ, ପରୀକ୍ଷାପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳହେବେ। ଗୃହପାଳିତ ପଶୁ ଓ ଯାନବାହାନ ଇତ୍ୟାଦି କ୍ରୟ କରି ଲାଭବାନ୍ ହେବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ଦାମ୍ପତ୍ୟ ସୁଖରେ ଉନ୍ନତି ହେବ। ବନ୍ଧୁମିତ୍ରଙ୍କ ସହ ମନୋରଞ୍ଜନ, ଭ୍ରମଣ ଫଳରେ ହସଖୁସିର ବାତାବରଣ ସୃଷ୍ଟି ହେବ। ଛାତ୍ରଛାତ୍ରୀ ମାନଙ୍କର ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ ଓ ପରୀକ୍ଷା ପରିଣାମ ଅନୁକୂଳ ହେବ। ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ। ପ୍ରତିକାର:- ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

କର୍କଟ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସ୍ଥଗିତଥିବା କର୍ମଟି ପୂରଣ ହେବ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରି ପାରନ୍ତି। ସୁଖ ସମୃଦ୍ଧି ବୃଦ୍ଧି ଓ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ବାଦବିବାଦ, ମାଲିମୋକଦ୍ଦମା, ଖେଳ, କୁଦ, ପ୍ରତିଯୋଗିତାରେ ଓ ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ। କର୍ମସଂସ୍ଥାନ ରେ ନିଯୁକ୍ତି ପାଇବାର ସୁଯୋଗ ରହିଛି। ସାମ୍ବାଦିକ, ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ। ଜାଗା, ଜମି, ଗୃହ ସମ୍ବନ୍ଧୀୟ ସମସ୍ୟା ସହଜରେ ସମାଧାନ ହେବ। ବ୍ୟବସାୟ ଶୁଭାରମ୍ଭ କରିବାର ସୁଯୋଗ ପାଇବେ। ହସ ଖୁସିରେ ସମୟ ବିତିଲେ ମଧ୍ୟ ଖାଇବା ପିଇବାରେ ଅବହେଳା କରିବାରୁ ସ୍ଵାସ୍ଥ୍ୟ ଖରାପ ହୋଇପାରେ। ଅତ୍ୟଧିକ ପରିଶ୍ରମ ଓ ଅନିଦ୍ରାଜନିତ ରୋଗପ୍ରତି ସାବଧାନ ରହିବା ଉଚିତ୍। ପ୍ରତିକାର ଶିବମନ୍ଦିରରେ ପାଦୁକ ପାନ କରନ୍ତୁ।

ସିଂହ:-

ଏ ସପ୍ତାହରେ ମହିଳା ଓ ପୁରୁଷ ମାନେ ନୂତନ କର୍ମପ୍ରାପ୍ତିର ସୁଯୋଗ ପାଇବେ। ସରକାରୀ କର୍ମଚାରୀମାନଙ୍କର କର୍ମ କ୍ଷେତ୍ରରେ ବିବାଦୀୟ ପରିସ୍ଥିତି ସମାଧାନ ହୋଇ ସହକର୍ମୀ ମାନଙ୍କ ଦ୍ୱରା ବହୁ ସୁବିଧା ସୁଯୋଗ ପାଇବେ। ଘରୋଇ ସଂସ୍ଥାର କର୍ମକ୍ଷେତ୍ରରେ ନୂତନ ଦାୟିତ୍ୱ ନେଇ ଧାଁ ଦଉଡ଼ କରିବାକୁ ପଡ଼ିବ ଓ ସହକର୍ମୀମାନେ ପରସ୍ପରକୁ ସାହାଯ୍ୟ ସହଯୋଗ କରି, ଗଠନମୂଳକ କାର୍ଯ୍ୟ ହାତକୁ ନେବେ। ନୂତନ ଯୋଜନା ପ୍ରସ୍ତୁତ କରି ବ୍ୟବସାୟର ପ୍ରସାର ପ୍ରଚାର ଫଳରେ ଆଶାତୀତ ଆୟ ବୃଦ୍ଧି ପାଇବ। ଦୂରଯାତ୍ରାର ସୁଯୋଗ ପାଇବେ। ଜାଗା, ଜମି, ଗୃହପୋକରଣ କ୍ରୟ କରିବେ। ପାରିବାରିକ କ୍ଷେତ୍ରରେ ଭୂଲ ବୁଝାମଣା କଟି ଯାଇ ଶାନ୍ତି ବାତାବରଣ ସୃଷ୍ଟି ହେବ। ଆୟ ଉପାର୍ଜନର ବୃଦ୍ଧି ହେବ। ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ। ଦାମ୍ପତ୍ୟ  ଜୀବନ ସୁଖମୟ ହେବ। ପୈତୃକ ସମ୍ପତ୍ତିକୁ ନେଇ ଭାତୃ ବିବାଦର ଅବସାନ ଘଟିବ। ପ୍ରତିକାର କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କନ୍ୟା:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଆକସ୍ମିକ ଧନ ଲାଭ ହେବ। ଶାରିରୀକ ସୁସ୍ଥତା ଦେଖା ଦେବ। ସରକାରୀ କର୍ମଚାରୀମାନେ କର୍ମକ୍ଷେତ୍ରରେ ପଦୋନ୍ନତି ଓ ସଫଳତା ଲାଭ କରିବା ସହ ଯେ କୌଣସି କାମରେ ହାତ ଦେଲେ, ସେଥିରେ ସଫଳତା ପାଇବେ। ପ୍ରଶାସନିକ ସ୍ତରରେ ପରିଚାଳନା ଦାୟିତ୍ୱ କ୍ରମେ ବୃଦ୍ଧି ପାଇବ। ଆର୍ଥିକସ୍ଥିତି ସୁଧାରିବାକୁ ଚେଷ୍ଟା କରିବେ। ଜାଗା, ଜମି, ଗୃହ ବାହନ ଆଦି ପାଇଁ ଚୂକ୍ତିହେବ। ଶତୃ, ରୋଗ, ଋଣରୁ ମୁକ୍ତି ହେବା ସହ ଆଶାନୁରୂପ ଲାଭ କରିବେ। ବ୍ୟବସାୟରେ ବିରାଟ ଯୋଜନାର ସଂକଳ୍ପ ନେବେ ଓ ନୂତନ ଆୟର ପନ୍ଥା ଖୋଲିଯିବା ସହ ଉତ୍ତମ ରୋଜଗାର ହେବ। କର୍ମନିଯୁକ୍ତି କ୍ଷେତ୍ରରେ ସଫଳତା ଦେଖାଦେବ। ଶୁଭ ସମାଚାର ମିଳିବ ଓ ନିଜଲୋକ ସାହାଯ୍ୟ କରିବେ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ମିଛଆଶା ଉପରେ ନିର୍ଭର ନକରି ନିଜକୁ ନିୟନ୍ତ୍ରଣ କରିପାରିବେ। ପ୍ରତିକାର କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ତୁଳା:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ବହୁତ ଦିନରୁ ଚିନ୍ତା କରୁଥିବା କାମ ଅଳ୍ପ ପ୍ରୟାସରେ ପୂର୍ଣ ହୋଇଯିବ। କର୍ମକ୍ଷେତ୍ରରେ ଦାଇତ୍ଵ ବଢିବା ସହ ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନରେ ଉନ୍ନତି ହେବ। ରାଜନୀତିରେ ଉନ୍ନତି ହେବ। ମିତ୍ରଙ୍କ ଦ୍ଵାରା ସହାୟତା ମିଳିବ। ସହଜ ସରଳରେ କର୍ମ ନିଯୁକ୍ତି ପାଇବେ। ଅବିବାହିତ ଯୁବକ ଓ ଯୁବତୀମାନଙ୍କର ବିବାହ ପ୍ରସ୍ତାବ ସ୍ଥିର ହେବ। ଆର୍ଥିକ କ୍ଷେତ୍ରରେ ଉନ୍ନତି, ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳ ହେବେ। କଠିନ ପରିଶ୍ରମ କରିବା ଫଳରେ ବ୍ୟବସାୟରେ ଅର୍ଥ ପ୍ରାପ୍ତିର ସୁଯୋଗ ଆସିବ। ଋଣ ପରିଶୋଧ କରିବା ସହ ଋଣ ପ୍ରାପ୍ତିର ସୁଯୋଗ ପାଇବେ। ଉପରିସ୍ଥ କର୍ମଚାରୀମାନଙ୍କ ପ୍ରିୟଭାଜନ ହେବେ। ଶିକ୍ଷା କ୍ଷେତ୍ରରେ ସଫଳ ହେବେ। କୌଣସି ରୋଚକ ବା ଜ୍ଞାନବର୍ଦ୍ଧକ ସାହିତ୍ୟ ପ୍ରତି ମନ ବଳାଇବେ। ଆଧ୍ୟାତ୍ମିକ ଓ ଧର୍ମ କାର୍ଯ୍ୟରେ ଲିପ୍ତ ରହିବେ। ନୂଆ କାମ କିଛି ଆରମ୍ଭ କରିଲେ ବିପଦରେ ପଡି ପାରନ୍ତି। ପ୍ରତିକାର- ଶିବମନ୍ଦିରରେ ପାଦୁକ ପାନ କରନ୍ତୁ।

ବିଚ୍ଛା:-

ଏସପ୍ତାହରେ ମହିଳା ଓ ପୁରୁଷ ମାନେ ବ୍ୟବସାୟ ବଢ଼ାଇବାରେ ସମର୍ଥ ହେବେ। କର୍ମଚାରୀ ଓ ଶ୍ରମିକମାନେ ବେଶି ଉପକୃତ ହେବେ। ତଳ ମହଲରୁ ଆଶାତୀତ ଲାଭ ପାଇବେ। କୋର୍ଟ କଚେରୀ ମାମଲାରେ ସଫଳ ହେବେ। ରାଜନୀତିରେ ଲୋକ ସମର୍ଥନକୁ ଆଧାର କରି ବଳିୟାନ ହେବେ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ। ବ୍ୟବସାୟୀମାନଙ୍କର କାରବାର ବଢ଼ିବ ଓ ଲୋକ ସମ୍ପର୍କ ବୃଦ୍ଧି ହେବ। କର୍ମକ୍ଷେତ୍ରରେ ଉପରିସ୍ଥଙ୍କୁ ଆପଣାର କରି କୃପା ଭାଜନ ହେବେ ଓ ଅଧସ୍ତନ କର୍ମୀ ଓ ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ। ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ। ପୈତୃକ ସମ୍ପତ୍ତିକୁ ନେଇ  ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବ ଓ ମାନସିକ ଏକାଗ୍ରତା ବଜାୟ ରହିବ। ଜଣେ ସତ୍ ପରାମର୍ଶ ଦାତା, କର୍ତ୍ତବ୍ୟନିଷ୍ଠ, ଉଦ୍ୟମୀ, ଦକ୍ଷ, ଜନପ୍ରିୟ, ସିଦ୍ଧହସ୍ତା, କବି, ସୁବକ୍ତା, ଧାର୍ମିକ ଭଳି ନିଷ୍କଳଙ୍କ ଗୁଣଗୁଡିକରେ ଭୂଷିତ ହେବେ। ପ୍ରତିକାର କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ଧନୁ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଶତୃନାଶ, ଋଣନାଶ ଓ ପୁରାତନ ରୋଗପୀଡ଼ାର ଉପଶମ ହେବ। ନେଇଥିବା ଲୋକ କିମ୍ବା ଦେଉନଥିବା ଲୋକ ଏବଂ ସାହାଯ୍ୟ କରିଥିବା ଲୋକଠାରୁ ସମସ୍ତ ଅର୍ଥପ୍ରାପ୍ତି ହୋଇଯିବ। ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ହେବ। ପାରିବାରିକ ଜୀବନ ସୁଖ ଶାନ୍ତିରେ କଟିବ। ସାମାଜିକ କ୍ଷେତ୍ରରେ ନିଜର ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ। ବ୍ୟବସାୟରେ କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତିହେବ। ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ। କର୍ମକ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବେ ଓ ଉଚ୍ଚପଦସ୍ଥ ଅଫିସରମାନେ ସନ୍ତୋଷ ହେବେ। ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ ଏବଂ ଅଧିକ ରୋଜଗାର କରି ଗୃହୋପକରଣ କ୍ରୟ କରି ପାରିବେ। ପ୍ରେମ କ୍ଷେତ୍ରରେ ଉନ୍ନତି ପାଇଁ ପ୍ରୟାସ ରତ ହେବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମକର:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ମାନସିକ ବିଷାଦ ଦୂରହେବ, ଦାମ୍ପତ୍ୟକଳହର ଅବସାନ ହେବ। ବକେୟା ଅର୍ଥ କିଛି ମିଳିବ। ସ୍ୱାସ୍ଥ୍ୟରେ ଉନ୍ନତି ପରିଲିକ୍ଷିତ ହେବ। ପାରିବାରିକ କ୍ଷେତ୍ରରେ ସ୍ନେହସଦ୍ଭାବର ବୃଦ୍ଧିହେବ। ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତିଶୃଙ୍ଖଳା ବଜାୟ ରଖିବେ। ଆୟ ଉପାର୍ଜ୍ଜନର ବୃଦ୍ଧି ହେବ। ପରିବାରରେ ସୁସ୍ଥ ବାତାବରଣ ଜାରିରହିବ। ପରସ୍ପରକୁ ସାହାଯ୍ୟ ସହଯୋଗ କରି, ଗଠନମୂଳକ କାର୍ଯ୍ୟ ହାତକୁ ନେବେ। ଦୂରଯାତ୍ରାର ସୁଯୋଗ ପାଇବେ। ବ୍ୟବସାୟରେ ଆଶାତୀତ ଲାଭମିଳିବ। କରଜରମାତ୍ରା ହ୍ରାସ ପାଇବ। ସାମାଜିକ କଲ୍ୟାଣ ଓ ଜୀବନସ୍ତର ପରିବର୍ତ୍ତନର ଉଦ୍ୟମ କରିବେ। ମାନସମ୍ମାନ ବୃଦ୍ଧିହେବ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ବିଜୟୀ ହେବେ। ଦୂରଯାତ୍ରାର ସୁଯୋଗ ପାଇବେ।  ବୃତ୍ତିଗତ ଦୃଷ୍ଟିରୁ ଅତ୍ୟନ୍ତ ଶୁଭ। ପ୍ରତିକାର:- ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

କୁମ୍ଭ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଆର୍ଥିକ ଉନ୍ନତି ଓ ଅଚାନକ ଧନ ପ୍ରାପ୍ତି ହେବା ସହ ମାନ ସମ୍ମାନ ବୃଦ୍ଧି ହେବ। ସରକାରୀ କର୍ମକ୍ଷେତ୍ରରେ ଉନ୍ନତି କରିବା ସହ ଉପରିସ୍ଥ  ଅଧିକାରୀଙ୍କର କୃପା ଲାଭ କରିବେ।  ନୂତନ କର୍ମ ସଂସ୍ଥାନ ରେ ନିଯୁକ୍ତି ପାଇବାର ଯୋଗ ରହିଛି। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ। ଶିକ୍ଷା କ୍ଷେତ୍ରରେ ସଫଳତା ଅର୍ଜନ କରିବେ। ପାରିବାରିକ ଜୀବନରେ ଶାନ୍ତି, ଭାଇ ଓ ଭଉଣୀ ମାନଙ୍କ ସହିତ ଉତ୍ତମ ସମ୍ପର୍କ ରହିବ। ବନ୍ଧୁବାନ୍ଧବଙ୍କଠାରୁ  ପୂର୍ଣ୍ଣ ସହଯୋଗ ପ୍ରାପ୍ତ ହେବ। ବ୍ୟବସାୟ  ଶୁଭାରମ୍ଭ କରିବାର ସୁଯୋଗ ପାଇବେ। ପୁରାତନ ରୋଗରୁ ମୁକ୍ତି ମିଳିବ। ଶରୀର ସୁସ୍ଥ ରହିବ। ପ୍ରେମିକ ପ୍ରେମିକାମାନେ ପ୍ରଶଂସିତ ହେବେ। ଦାମ୍ପତ୍ୟ କଳହର ସମାଧାନ ହୋଇଯିବ। ଘରୋଇ ସଂସ୍ଥାର କର୍ମ କ୍ଷେତ୍ରରେ ସହଯୋଗୀ ମାନେ ସହଯୋଗ କରିବେ। ମାନସିକ ଦୁଃଶ୍ଚିନ୍ତା ଦୂର ହେବ। ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ। ଧାତୁ ପଦାର୍ଥ କ୍ରୟ ବିକ୍ରୟ କରୁଥିବା ବ୍ୟବସାୟୀମାନେ ଲାଭବାନ ହେବେ। ପ୍ରତିକାର:– ଅଶ୍ୱସ୍ଥ ବୃକ୍ଷ ମୂଳରେ କ୍ଷୀର ଗୁଡ଼ ପଣାକରି ଢ଼ାଳନ୍ତୁ।

ମୀନ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଭାଗ୍ୟର ପରିବର୍ତ୍ତନ ହେଲାଭଳି ଉନ୍ନତି ପଥରେ ଅଗ୍ରସର ହେବେ। ସନ୍ତାନ କ୍ଷେତ୍ରରେ ଉନ୍ନତି ହେବ। ବେପାର ବଣିଜରେ ପ୍ରଚୁର ଲାଭ ମିଳିବ। ନୂଆ ନୂଆ ଉପାୟ ଚିନ୍ତା କରିବେ। ଅଚାନକ ଆୟ ବୃଦ୍ଧି ହେତୁ ଆଚମ୍ବିତ ହୋଇଯିବେ। ଉଚ୍ଚସ୍ତରୀୟ ଯାନବାହନ କ୍ରୟ କରିବାର ସୁବିଧା ସୁଯୋଗ ପାଇବେ। ବ୍ୟବସାୟୀକ, ଆଧ୍ୟାତ୍ମିକ, ଉଚ୍ଚଶିକ୍ଷା ନିମିତ୍ତ ବିଦେଶ ଯାତ୍ରା ଫଳରେ ଅତ୍ୟନ୍ତ ଲାଭବାନ ହେବେ। ଦୀର୍ଘଦିନ ଧରି ଅଧା ହୋଇ ପଡ଼ିଥିବା କାର୍ଯ୍ୟମାନ ଧିରେ ଧିରେ ପୂର୍ଣ୍ଣ ହୋଇଯିବ। ନଷ୍ଟ ହୋଇଥିବା ପ୍ରତିଷ୍ଠା ପ୍ରତିପତ୍ତି ପୂନର୍ବାର ଫେରିପାଇ ସମ୍ମାନିତ ହେବେ। ଆୟର ଯଥେଷ୍ଟ ଅର୍ଥ ସାମାଜିକ ଏବଂ ଶୁଭକାର୍ଯ୍ୟରେ ଖର୍ଚ୍ଚ କରିବେ। ଧର୍ମ ଅନୁଷ୍ଠାନ, ଯଜ୍ଞାନୁଷ୍ଠାନ, ପଞ୍ଚାୟତ କ୍ଷେତ୍ରରେ ଉତ୍ସାହିତ ହେବେ। ଧନଧାନ୍ୟ, ମାନ-ସମ୍ମାନ ପ୍ରତିଷ୍ଠା ପରାକ୍ରମ ବୃଦ୍ଧି ପାଇବ। ଦାମ୍ପତ୍ୟ ସୁଖରେ ସୁଖୀ ହେବେ। ଗୃହରେ ସୁଖଶାନ୍ତି ବିରାଜମାନ କରିବ। ପ୍ରକୃତିର ବିଚିତ୍ର ସିଦ୍ଧାନ୍ତ ଫଳରେ ଦୀର୍ଘଦିନର କଷ୍ଟ ଦୂର ହୋଇ ସୁଖର ସ୍ୱପ୍ନ ଦେଖିପାରିବେ। ପ୍ରତିକାର- ଅସହାୟଙ୍କୁ ଖାଦ୍ୟ ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!