Notice: Function _load_textdomain_just_in_time was called incorrectly. Translation loading for the heartbeat-control domain was triggered too early. This is usually an indicator for some code in the plugin or theme running too early. Translations should be loaded at the init action or later. Please see Debugging in WordPress for more information. (This message was added in version 6.7.0.) in /home/u852326397/domains/jantrajyotisha.com/public_html/wp-includes/functions.php on line 6131

Deprecated: stripos(): Passing null to parameter #1 ($haystack) of type string is deprecated in /home/u852326397/domains/jantrajyotisha.com/public_html/wp-includes/functions.wp-styles.php on line 90
ଦୈନିକ ରାଶିଫଳ: ୨୦ ଅଗଷ୍ଟ ୨୦୨୦, ମା' ଲକ୍ଷ୍ମୀଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ ଆକସ୍ମିକ ଧନଲାଭ

ଦୈନିକ ରାଶିଫଳ: ୨୦ ଅଗଷ୍ଟ ୨୦୨୦, ମା’ ଲକ୍ଷ୍ମୀଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ ଆକସ୍ମିକ ଧନଲାଭ

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୦ ମସିହା, ଅଗଷ୍ଟ ମାସ ୨୦ ତାରିଖ, ଗୁରୁବାର, ସିଂହ ମାସ ୫ ଦିନ, ଭାଦ୍ରବମାସ, ଶୁକ୍ଳପକ୍ଷ, ଦ୍ଵିତୀୟା ତିଥି, ପୂର୍ବାଫାଲଗୁନୀ ନକ୍ଷତ୍ର, ସିଂହ ରାଶିରେ ଚନ୍ଦ୍ର। ତୁଳା, କୁମ୍ଭ ରାଶିର ଘାତବାର। କର୍କଟ, ମକର ରାଶିର ଘାତଚନ୍ଦ୍ର। ବୋଇତିକଖାରୁ ନ ଖାଇଲେ ଭଲ। ଶୁଭସମୟ ପ୍ରାତଃ ୫ଟା ୩୨ମିନିଟ୍ ରୁ ୭ଟା ୧୧ମିନିଟ୍, ଦିବା ୧୦ଟା ୩୫ମିନିଟ୍ ରୁ ୧ଟା ୫ମିନିଟ୍।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-ସାମାଜିକ କ୍ଷେତ୍ରରେ ତଳୁ ଉପର ସ୍ତର ଯାଏ ଆଦୃତି ଓ ମାନ୍ୟତା ଅର୍ଜ୍ଜନ କରିବେ। ସରକାରୀ ସାହାଯ୍ୟ ପାଇବାର ସୁଯୋଗ ହାତପାହାନ୍ତାରେ ପହଞ୍ଚିବ। କର୍ମକ୍ଷେତ୍ରରେ ଉଚ୍ଚଧିକାରୀଙ୍କ ସହ ସୁ ସମ୍ପର୍କ ଫଳରେ ଭାଗ୍ୟୋନ୍ନତି, ଯଶମାନ ପ୍ରତିଷ୍ଠା ଲାଭର ଯୋଗ ଅଛି। ମନରେ ଭୟ ଆଶଙ୍କା, ଶାରୀରିକ ଅସୁସ୍ଥତା ଦୂରେଇଯିବ। ଏହି ସମୟରେ ସମାନ ବିଚାରଧାରା ଲୋକଙ୍କ ଦରକାର ଅନୁଭବ ହେବ। ବ୍ୟବସାୟ କ୍ଷେତ୍ରରେ ଶୁଭ ସମ୍ବାଦ ପାଇ ଖୁସି ହେବେ। ପରିବହନ କ୍ଷେତ୍ରରେ ବିଶେଷ ଲାଭବାନ ହେବେ। ମିତ୍ରଙ୍କ ସାହାଯ୍ୟ ସହଯୋଗ ଅବିସ୍ମରଣୀୟ ରହିବ। ପିଲାମାନଙ୍କ ପ୍ରତି ସତର୍କ ରହି ଆନନ୍ଦିତ ହେବେ। ପ୍ରତିକାର ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ବୃଷ:-ଦୂରେଇ ଯାଇଥିବା ବନ୍ଧୁମାନେ ପୁଣି ନିକଟବର୍ତ୍ତୀ ହେବେ। ଯେଉଁକାର୍ଯ୍ୟ କରିବେ ସେ କାର୍ଯ୍ୟରେ ଯଶଲାଭ ହେବ। ପାରିବାରିକ କ୍ଷେତ୍ରରେ ସମସ୍ତ ବିବାଦ ମେଣ୍ଟି ଯାଇ ସମ୍ମାନ ମିଳିବା ହେତୁ ସନ୍ତୁଷ୍ଟ ରହିବେ। ବ୍ୟବସାୟରେ ପ୍ରଚୁର ଧନଲାଭ ହେବାର ସମ୍ଭାବନା ଅଛି।   କାହାରି ପାଖରେ ମୁଣ୍ଡ ନଇଁବ ନାହିଁ। ଚାକିରୀରେ ଉତ୍ତମ ରୋଜଗାର କରିପାରିବେ। ଉତ୍ତରାଧିକାରୀ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି କିନ୍ତୁ ସେହିପରି ଖର୍ଚ୍ଚର ଦ୍ଵାର ସାହାଣ ମେଲା ରହିବ। ସ୍ଵାର୍ଥକୁ କେନ୍ଦ୍ରକରି ସୁବର୍ଣ୍ଣ ସୁଯୋଗକୁ ହାତଛଡା କଲେ ହଇରାଣ ହେବେ।  ଅ।ବଶ୍ୟକସ୍ଥଳେ ଛଳନାର ଆଶ୍ରୟ ନେଇ ନିଜର ବ୍ୟକ୍ତିତ୍ୱ ଅକ୍ଷୁର୍ଣ୍ଣ ରଖିବେ। ପ୍ରତିକାର କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମିଥୁନ:- ସାମ୍ବାଦିକ ମାନଙ୍କର ସମସ୍ତ କ୍ଷେତ୍ରରେ ସଫଳତା ମିଳିବ। ଯୋଜନା ମୁତବକ ବ୍ୟବସାୟ କଲେ ବହୁବିଧ ଲାଭ ମିଳିବ। କୌଣସି ପ୍ରକାରେ ଉଚ୍ଚମାନ୍ୟତା ରକ୍ଷା କରି ଆର୍ଥିକ ସ୍ଥିତିକୁ ସୁଦୃଢ କରି ପାରିବେ। ଋଣ ଭରଣାରେ ସହଜ ହେବ। ପରିବାରରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ଖାଇବା ପିଇବା ଠିକ୍ ରହିବା ଫଳରେ ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ। ରାଜନୀତିରେ ସ୍ଵନାମ ଅର୍ଜନ କରିପାରିବେ। ବ୍ୟବସାୟ ବୃଦ୍ଧି ଯୋଜନାରେ ହାତ ଦେବାକୁ ଅନୁପ୍ରାଣିତ ହେବେ। ନାନା ବାଟରେ ଧନାଗମ ଘଟିବ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କର୍କଟ:-ଘା୨ବ୍ୟବସାୟୀମାନେ ସାଧୁ ଓ ସଚ୍ଚୋଟ ଭାବେ କର୍ମ ଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ପ୍ରତିଷ୍ଠାର ଅଧିକାରୀ ହେବେ। ପରିବାର ଜନଙ୍କ ସହ ସୁଖ ଶାନ୍ତିରେ ଦିନ କଟାଇବେ। ଦାମ୍ପତ୍ୟ ସୁଖରେ ମଧୁରତା ଆସିବ। ଶିକ୍ଷାର୍ଥୀମାନେ କଠିନ ପରିଶ୍ରମ କଲେ ଉଚ୍ଚଶିକ୍ଷା ପାଇବାର ସୁଯୋଗ ପାଇବେ। ରାଜନୀତିରେ ଲୋକସମର୍ଥନକୁ ଆଧାର କରି ବଳୀୟାନ ହେଲେ ବି ବଡନେତାଙ୍କୁ ସନ୍ତୁଷ୍ଟ କରିବା କାଠିକର ପାଠ ହେବ। ପ୍ରତିଦ୍ୱନ୍ଦିତା, ବିତଣ୍ଡା, ବିତର୍କ କ୍ଷେତ୍ରରୁ ଓହରି ରହିଯିବା ଅଧିକ ଉତ୍ତମ। ଆପଣା ଲୋକଙ୍କ ମଧ୍ୟରୁ କେହି କ୍ଷୟକ୍ଷତି ଘଟାଇବାର ଉଦ୍ୟମ କରି ଲଜିତ ହେବେ। ପିଲାଙ୍କ ସହ ଖୁସିଗପ କରିବାରେ ମଉକା ଜୁଟିବ। ପ୍ରତିକାର ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ସିଂହ:- ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନ ସନ୍ତୁଷ୍ଟ ରହିବ। ଶତୃମାନେ ମଥାନତ କରିବେ। ଈର୍ଷାପରାୟଣ ବ୍ୟକ୍ତିମାନେ ଦୂରେଇ ଯିବେ। ସାମାଜିକ ସ୍ତରରେ ସମ୍ମାନଲାଭ କରିବେ। ପରିବହନରେ ବିଶେଷ ଲାଭବାନ ହେବେ। ଅନେକ ଶୁଭ କର୍ମର ସୁଯୋଗ ପାଇବେ। ଆର୍ଥୀକ ଉନ୍ନତି ଘଟିବ। ବ୍ୟବସାୟରେ ବକେୟା ଅର୍ଥ ଆଦାୟ ହେବ। ପାରିବାରିକ ସ୍ତରରେ ଭୁଲ ବୁଝାମଣାର ସମାଧାନ ହୋଇ ଉନ୍ନତି ମୂଳକ ପଦକ୍ଷେପ ନେବେ। ପୁରାତନ ରୋଗର ଉପସମ ହେବ। ରାଜନୈତିକ କ୍ଷେତ୍ରରେ ପ୍ରଶଂସିତ ହେବେ। ଛାତ୍ରଛାତ୍ରୀମାନେ ଆଶା କରୁଥିବା ଖବର ପାଇ ଖୁସୀ ହୋଇଯିବେ। ସନ୍ତାନଙ୍କ ପାଇଁ ଚିନ୍ତିତ ରହିବେ। ପ୍ରତିକାର ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କନ୍ୟା:-୧୨ ପରିବାରରେ ଆଦର ସମ୍ମାନ ପାଇ ସୁଖଭୋଗ କରିବେ। ବ୍ୟବସାୟୀମାନେ କାରବାର ଦିଗରୁ ପ୍ରଚୁର ଲାଭବାନ୍ ହେବେ। ଅଯଥା ତରତର ନ ହୋଇ ବିବେକ ବୁଦ୍ଧି ଖଟାଇ ଧୈର୍ଯ୍ୟର ସହିତ ଚାଲିବା ଉଚିତ। କର୍ମକ୍ଷେତ୍ରରେ ମାନସିକ ଦୁର୍ବଳତା ସହିତ ସାମୟିକ ବିଭ୍ରାନ୍ତି ଜନିତ ଆଳସ୍ୟଭାବ ଦେଖାଦେଇ ପାରେ। ଆତ୍ମୀୟ ସ୍ଵଜନଙ୍କ ବୈରତା ଯୋଗେ ଆର୍ଥିକ କ୍ଷତି ସହିବାକୁ ପଡିବ। ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସ ରତ ହେବେ। ବ୍ୟକ୍ତିଗତ ସୁଖ, ଦୁଃଖ ତଥା ମନର ଭାବ କେହି ଠିକ୍ ଭାବେ ଠଉରେଇ ପାରିବେ ନାହିଁ। ଅଧ୍ୟୟନରେ ମନ୍ଥର ହେବା ଫଳରେ ଅଧିକ ପରିଶ୍ରମ କରିବା ଆବଶ୍ୟକ। ପ୍ରତିକାର କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ତୁଳା:-ଘା୧୧ପ୍ରତ୍ୟେକ କ୍ଷେତ୍ରରେ  ଉଚ୍ଚାକାଂକ୍ଷା ପୁର୍ତ୍ତିର ଫଳ ସ୍ୱରୂପ ନିଜ କ୍ଷେତ୍ରରେ ଅଗ୍ରଣୀ ଭୂମିକା ଗ୍ରହଣ କରି ପାରିବେ। ବିପତ୍ତି କଟିବା ଫଳରେ ସୁଖ ସୌଭାଗ୍ୟ ବୃଦ୍ଧି ହେବ। ପାରିବାରିକ ବ୍ୟବସ୍ଥା ପରି ବର୍ତ୍ତନ ସାଙ୍ଗକୁ ଅର୍ଥସଙ୍କଟରୁ ମୁକ୍ତି ମିଳିବ। ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଯୋଗେ ନିମ୍ନବର୍ଗ ଲୋକଙ୍କ ଠାରୁ ସମ୍ମାନ ପାଇବା ସମ୍ଭବ ହେବ। ଇନ୍ଦ୍ରିୟପରାୟଣତା ଓ ବିଷୟବାସନା ଉପରେ ଅଧିକ ଗୁରୁତ୍ଵ ଦେବେ। ଯୁକ୍ତି ତର୍କରେ ଦକ୍ଷତା ସହ ବ୍ୟବହାରିକ ବିଜ୍ଞାନ ଓ ଦର୍ଶନର ଗଭୀରତା ଭିତରକୁ ଟାଣିହୋଇ ଯିବେ। ବ୍ୟବସାୟ କ୍ଷେତ୍ରରେ ଖୁବ ଅଗ୍ରଗତି ଘଟିବା ସହ କରଜ ଭାରରୁ ମୁକ୍ତି ମିଳିପାରେ। ପ୍ରତିକାର:- ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ବିଚ୍ଛା:-୧୦ସତକଥା କହି ନିଜ ପରିସରରେ ପ୍ରଶଂସିତ ହୋଇ ପାରନ୍ତି। ସାମ୍ବାଦିକ ମାନଙ୍କର ସମସ୍ତ କ୍ଷେତ୍ରରେ ସଫଳତା ମିଳିବ। କର୍ମ କ୍ଷେତ୍ରରେ ଚତୁରତାସହ  ଗତିକରି କାମ ହାସଲ କରିବେ। ପ୍ରତିଷ୍ଠା, ପ୍ରତିପତ୍ତି ମାନସମ୍ମାନ ଓ କ୍ଷାତି ବଢିବ। ଆଧ୍ୟାତ୍ମିକ ଭାବଧାରରେ ଉଦବୁଦ୍ଧ ହୋଇ ଧର୍ମଚର୍ଚ୍ଚା ଦିଗକୁ ମନ ବଳେଇବେ। ପୁରାତନ ରୋଗରୁ ଉପସମ ପାଇ ଶରୀର ସୁସ୍ଥ ରହିବ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ଉନ୍ନତି ପାଇଁ ପ୍ରୟାସ ରତ ହେବେ। ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ ସମସ୍ୟାକୁ ସୁଧାରିବା ପାଇଁ ଚେଷ୍ଟା କରି କୌଶଳକ୍ରମେ ସମାଧାନ କରିବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ଧନୁ:-ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତି ପାଇବେ। ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ। ବ୍ୟବସାୟରେ ସାମାନ୍ୟ ଲାଭ। କର୍ମରେ କ୍ଷେତ୍ରରେ ବାଧା ସୃଷ୍ଟି ହେଲେ ମଧ୍ୟ ସଫଳ ହେବେ। ପାରିବାରିକ ସ୍ତରରେ ବିବାଦୀୟ ପରିସ୍ଥିତି ଭିନ୍ନରୂପ ନେବ। ଅତୀତ କଥାକୁ ଚିନ୍ତା କରି ଭାବପ୍ରବଣତା ବୃଦ୍ଧି ହେବ। ପଡୋଶୀମାନେ ସ୍ଵାର୍ଥ ହାସଲ କରିବା ପାଇଁ ବାକ୍ ଚାତୁରୀ କଥାକହି କାର୍ଯ୍ୟ ପୂରଣ କରିବେ। ନାନା ସମସ୍ୟାର ସମ୍ମୁଖୀନ ହେବେ। ତରବରିଆ ହିସାବରେ କୌଣସି କାର୍ଯ୍ୟ ନକରି ସବୁଆଡକୁ ନଜର ଦେଇ କର୍ମ କରିବା ଉଚିତ୍। ଶିକ୍ଷାର୍ଥୀମାନଙ୍କ ପାଇଁ ଅଧ୍ୟୟନରେ ବାଧା ଉପୁଯିବ। ପ୍ରତିକାର କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମକର:-ଘା୮ସାମ୍ବାଦିକ ମାନେ ଜନ ସମର୍ଥନ ପାଇ ସଫଳ ହେବେ। ରାଜନୀତି କ୍ଷେତ୍ରରେ ସୁ ସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ଵଳତର କରିବାର ସାମର୍ଥ୍ୟ ବଢିବ। ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ମନ ନିବେଶ କରିବେ। ପ୍ରେମକ୍ଷେତ୍ରରେ ସାହାଯ୍ୟ ପାଇ ଆଗକୁ ବଢିବା ସମ୍ଭବ ହେବ। ସୁସ୍ଵାଦୁ ଖାଦ୍ୟ ପ୍ରାପ୍ତି ହେବ। ପ୍ରକୃତିସ୍ଥ ହୋଇ ହିସାବରେ ଚଳିଲେ ଦୁର୍ଗତିରୁ ସୁରକ୍ଷିତ ରହି ହେବ। ଅଧସ୍ତନ କର୍ମୀ ଓ ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ। ପିଲାମାନଙ୍କ କାର୍ଯ୍ୟରେ ଆନନ୍ଦିତ ହେବେ।  ବିପରୀତ ଲିଙ୍ଗୀଙ୍କ ସହଯୋଗ ଦ୍ଵାରା ଆଗକୁ ବଢିବେ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

କୁମ୍ଭ:-ଘା୭ ସାମାଜିକ ସ୍ତରରେ ନିଜର ଉପସ୍ଥିତି ବୁଦ୍ଧି ପ୍ରୟୋଗ କରି କାର୍ଯ୍ୟ ହାସଲ କରିବେ। ସ୍ୱାସ୍ଥ୍ୟସମସ୍ୟା ଦୂର ହୋଇ ଦୈନିକ କାର୍ଯ୍ୟଗତି ଉତ୍ସାହପୂର୍ଣ୍ଣ ହେବ। ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ। ସାମ୍ବାଦିକ ମାନେ ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ। ପରିବାରରେ ସୁସ୍ଥ ବାତାବରଣ ଜାରି ରହିବ। ପରସ୍ପରକୁ ସାହାଯ୍ୟ କରି ଉତ୍ତମ ଯୋଜନାବଦ୍ଧ ହେବାର ସମ୍ଭାବନା ଅଛି। ବନ୍ଧୁବାନ୍ଧବ ମାନେ ଆର୍ଥିକ କ୍ଷେତ୍ରରେ ସାହାଯ୍ୟ ସହଯୋଗ କରିବା ଫଳରେ ଆର୍ଥିକ ସ୍ଥିତିରେ ପରିବର୍ତ୍ତନ ହେବ। ଶିକ୍ଷା କ୍ଷେତ୍ରରେ ମିତ୍ର ଓ ସହପାଠୀଙ୍କ ଦ୍ଵାରା ଆଶାତୀତ ସହଯୋଗ ମିଳିବ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମୀନ:-୬ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନସନ୍ତୁଷ୍ଟ ରହିବ। କର୍ମକ୍ଷେତ୍ରରେ ପଦୋନ୍ନତିର ସଙ୍କେତ ପାଇବେ ଓ ମନ ଲଗାଇ କାର୍ଯ୍ୟ ମଧ୍ୟ କରିବେ। ସୁଯୋଗ ହାତ ପାହାନ୍ତାରେ ପହଞ୍ଚିବ। ବ୍ୟବସାୟ ବାଣିଜ୍ୟ କାରବାରରେ ଅସାଧାରଣ ସ୍ଥିତି ରହିବ। ଫୋନ ବା ଇଣ୍ଟରନେଟ୍ ରେ ପୁରୁଣା ମିତ୍ରଙ୍କ ଠାରୁ ସୁସମ୍ବାଦ ପ୍ରାପ୍ତି ହେବ। ପରିବାର ବା ଘର ସମ୍ବନ୍ଧୀୟ କୌଣସି ମହତ୍ଵପୂର୍ଣ୍ଣ ସମାଚାର ଶୁଣିବେ। ଅଟକିଥିବା କାର୍ଯ୍ୟ ମିତ୍ରଙ୍କ ସାହାଯ୍ୟ ଦ୍ଵାରା ସମ୍ପନ୍ନ ହେବ। ବିଦ୍ୟାର୍ଥୀଙ୍କ ପାଇଁ ସମୟ ଉପଯୁକ୍ତ ଯୋଗେ ବିଦ୍ୟାଧ୍ୟୟନ କ୍ଷେତ୍ରରେ ସଫଳତା ମିଳିବ। ଟଙ୍କାର ଆବଶ୍ୟକତା ପୂରଣ ହେବ।  ନିବେଶ କରିଲେ ବହୁତ ଧନ ପ୍ରାପ୍ତ ହେବ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 9437006746


ଶେୟାର କରନ୍ତୁ ଅନ୍ୟମାନକ ସହିତ