ଦୈନିକ ରାଶିଫଳ: 20 ଅଗଷ୍ଟ 2022, ଶନିଦେବଙ୍କ କୃପାରୁ ଏହି 3ଟି ରାଶିଙ୍କୁ ମିଳିବ ଆକସ୍ମିକ ଅର୍ଥ

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୨ମସିହା, ଅଗଷ୍ଟମାସ ୨୦ତାରିଖ, ଶନିବାର, ସିଂହମାସ ୪ଦିନ, ଭାଦ୍ରବମାସ, କୃଷ୍ଣପକ୍ଷ, ନବମୀତିଥି, ରୋହିଣୀ ନକ୍ଷତ୍ର, ବୃଷରାଶିରେ ଚନ୍ଦ୍ର । ବ୍ୟାଘାତ ଯୋଗ । ତୈତିଳ କରଣ ଦିବା ୧୨ଟା ୧ମିନିଟ୍ ପରେ ଗର କରଣ । ବୃଷ, ସିଂହ, କନ୍ୟା ରାଶିର ଘାତବାର । ବିଛା ରାଶିର ଘାତଚନ୍ଦ୍ର । ଲାଉ ନ ଖାଇଲେ ଭଲ ରାତି ୧ଟା ୯ମିନିଟ୍ ପରେ କଳମଶାଗ ନ ଖାଇଲେ ଭଲ । ଯୋଗିନୀ- ପୂର୍ବେ ରାତି ୧ଟା ୯ମିନିଟ୍ ପରେ ଉତ୍ତରେ ଯାତ୍ରା ନିଷେଧ । ଶ୍ରାଦ୍ଧତର୍ପଣ- ନବମୀର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଅଶୁଭସମୟ- ପ୍ରାତଃ ୫ଟା ୩୧ମିନିଟ୍ ରୁ ୭ଟା ୬ମିନିଟ୍, ଦିବା ୧ଟା ୨୪ମିନିଟ୍ ରୁ ୨ଟା ୫୯ମିନିଟ୍, ଦିବା ୪ଟା ୩୩ମିନିଟ୍ ରୁ ସନ୍ଧ୍ୟା ୭ଟା ୩୩ମିନିଟ୍, ରାତ୍ର ୪ଟା ୬ମିନିଟ୍ ରୁ ୫ଟା ୩୨ମିନିଟ୍ । ଶୁଭସମୟ- ଦିବା ୧୦ଟା ୧୬ମିନିଟ୍ ରୁ ୧ଟା ୪ମିନିଟ୍, ରାତ୍ର ୮ଟା ୨୫ମିନିଟ୍ ରୁ ୧୦ଟା ୪୦ମିନିଟ୍, ରାତ୍ର ୧୨ଟା ୧୩ମିନିଟ୍ ରୁ ୧ଟା ୪୩ମିନିଟ୍, ରାତ୍ର ୨ଟା ୩୦ମିନିଟ୍ ରୁ ୪ଟା ୧ମିନିଟ୍ । ପର୍ବଦିନ- ବୈଷ୍ଣବ ମତ ନନ୍ଦୋତ୍ସବ ।

ମେଷ:-ବରିଷ୍ଠ ବ୍ୟକ୍ତିଙ୍କ ସହ ସମ୍ପର୍କ ବୃଦ୍ଧି ହେବା ଫଳରେ ଭବିଷ୍ୟତରେ ଅତ୍ୟନ୍ତ ଲାଭଦାୟକ ହେବ । ସ୍ୱାସ୍ଥ୍ୟସମସ୍ୟା ସୁଧୁରିଯିବ । ଶିକ୍ଷା ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ । ଜମି ଜମା ସଙ୍କ୍ରାନ୍ତିୟ ପଟ୍ଟା, ଦସ୍ତାବେଜ ଏବଂ ଅନୁବନ୍ଧନ ଆଦିରେ ସଫଳତା ମିଳିବ । କଳା, ସଙ୍ଗୀତ, ସାହିତ୍ୟ ପ୍ରତି ରୁଚି ବୃଦ୍ଧି ହେବ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ବହୁତ ଦିନରୁ ଲାଗିଥିବା ଚିନ୍ତା ଓ ବିବାଦରୁ ମୁକ୍ତି ମିଳିବ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

ବୃଷ:-ନିଜର ସାମୁଦାୟିକ ମାମଲା ଓ ଜନ କଲ୍ୟାଣ କାର୍ଯ୍ୟ ଇଛା ଅନୁସାରେ ସମ୍ପନ୍ନ କରିବେ । ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ ସମସ୍ୟାକୁ ସୁଧାରିବା ପାଇଁ ଚେଷ୍ଟା କରି କୌଶଳକ୍ରମେ ସମାଧାନ କରିବେ । ଅପ୍ରିୟ ସତ୍ୟ ପ୍ରକାଶ କରି ବିବାଦୀୟ ଭିତରକୁ ଟାଣି ହୋଇ ଯିବେ ଯାହା ଫଳରେ କାର୍ଯ୍ୟ ବିଗିଡ଼ି ଯିବ । ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ମିଥୁନ:-ନୂତନ ବନ୍ଧୁମିଳନ ହେତୁ ମନଖୁସୀ ରହିବ । ଜାଗା, ଜମି, ସମ୍ପତ୍ତି ଓ ଯାନବାହାନ ସମ୍ବନ୍ଧୀୟ କେତେ ସମସ୍ୟା ସମାଧାନ ହୋଇଯିବ । ନିଜର ରଚନାତ୍ମକତା କ୍ଷମତା ଚରମ ହେବ ତଥା ଲୋକଙ୍କୁ ନିଜର କରି ପାରିବେ । ସନ୍ତାନ ସୁଖରେ ସୁଖୀ ହେବା ସହ ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ । ଦୂରଯାତ୍ରା କରି ମନ ଖୁସି ରହିବ ଓ ବ୍ୟବସାୟ ବଢାଇବାରେ ସମର୍ଥ ହେବେ । ଆର୍ଥିକ ଦିଗରୁ ଉନ୍ନତି ହେଲେ ମଧ୍ୟ ବ୍ୟୟ ଭାର ବୃଦ୍ଧି ହେବ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

କର୍କଟ:-ଆଶା କରୁଥିବା ଖବର ପାଇ ଖୁସୀ ହୋଇଯିବେ । ଘର ପରିବାରରେ ବାତାବରଣ ଶାନ୍ତିପୂର୍ଣ୍ଣ ରହିବ । ଧନ ସମ୍ବନ୍ଧୀୟ ମାମଲାରେ ବିବେକ ଦ୍ଵାରା ବିଚାର କଲେ ଲାଭ ମିଳିବ । ବୁଦ୍ଧିମତା କାରଣରୁ ଅନେକ କାମ ହାସିଲ କରି ପାରିବେ । ରାଜନୀତି କ୍ଷେତ୍ରରେ ପଦ ପଦବୀ ଲାଭ ହେବା ସହ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ । ସମସ୍ତଙ୍କ ପ୍ରତି ସକରାତ୍ମକ ଚିନ୍ତା ଆଗକୁ ବଢିବାରେ ସାହାଯ୍ୟ କରିବ । ପ୍ରତିକାର- ପାଣିରେ କିଛି ଗୋଟାଲୁଣ ପକାଇ ଘରକୁ ପୋଛନ୍ତୁ ।

ସିଂହ:-ସୁଖ ସମୃଦ୍ଧି ବୃଦ୍ଧି ଓ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ବନ୍ଧୁ, ମିତ୍ର ଏବଂ ସହକର୍ମୀ ମାନଙ୍କ ଦ୍ଵାରା ଲାଭବାନ ହେବେ । ବାଦବିବାଦ, ମାଲିମୋକଦ୍ଦମା, ଖେଳ, କୁଦ, ପ୍ରତିଯୋଗିତାରେ ଓ ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ । ଧନସମ୍ପଦରେ ଅଭିବୃଦ୍ଧି ତଥା ବୈଷୟିକ ପ୍ରାଚୁର୍ଜ୍ୟପ୍ରାପ୍ତି ହେବ । ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ । ପାରିବାରିକ ଜୀବନ ଆନନ୍ଦମୟ ହେବ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

କନ୍ୟା:-ସ୍ୱଳ୍ପ ଲାଭ ଦ୍ୱାରା ଆର୍ଥିକ ଉନ୍ନତି ହେବା ସହ ବ୍ୟବସାୟ ବୃଦ୍ଧି ହେବ । କର୍ମଚାରୀମାନେ କର୍ମକ୍ଷେତ୍ରରେ ଉନ୍ନତି କରିବେ । ଉଚ୍ଚ ଶିକ୍ଷାର ସୁଯୋଗ ପାଇବେ । ପାରିବାରିକ ଜୀବନରେ ଶାନ୍ତି ଆସିବ । ମାଲିମୋକଦ୍ଦମାରେ ବିଜୟ ଲାଭ କରିବେ । ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି । ସାମାଜିକ ପ୍ରତିଷ୍ଠା ମାନ-ସମ୍ମାନ ବୃଦ୍ଧି ହେବ । ଆୟ ଉପାର୍ଜନରେ ବାଧା ନାହିଁ । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ତୁଳା:-ସହକର୍ମୀଙ୍କ ସହ ବିବାଦର ସମାଧାନ ହୋଇ ମନରେ ସନ୍ତୋଷ ଦେଖାଦେବ । ପାରିବାରିକ କ୍ଷେତ୍ରରେ ସୁସ୍ଥ ବାତାବରଣ ଜାରି ରହିବ । ପରସ୍ପରକୁ ସାହାଯ୍ୟ ସହଯୋଗ କରି, ଗଠନମୂଳକ ଦିଗପ୍ରତି ଆଗ୍ରହ ଓ ଉତ୍ତମ ଯୋଜନାବଦ୍ଧ ହେବାର ସମ୍ଭାବନା ରହିଛି । ରାଜନୀତି କ୍ଷେତ୍ରରେ ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ । ସତର୍କତା ଅବଲମ୍ବନ ନକଲେ ଆର୍ଥିକ କ୍ଷେତ୍ରରେ ଅବନତି ଦେଖାଦେଇ ପାରେ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

ବିଚ୍ଛା:-ବ୍ୟବସାୟୀଙ୍କର କାରବାର ବଢ଼ିବ ଓ ଲୋକ ସମ୍ପର୍କ ବୃଦ୍ଧି ହେବ । ଆର୍ଥିକ ସ୍ଥିତିରେ ଉନ୍ନତି ହେବ । ରାଜନୀତି କ୍ଷେତ୍ରରେ ସୁସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ୱଳତର କରିବାର ସାମର୍ଥ୍ୟ ବଢ଼ିବ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତାରେ ଜୟଯୁକ୍ତ ହେବେ । ଭାଗୀଦାର ବ୍ୟବସାୟରେ ବାଦବିବାଦ ମେଣ୍ଟିଯାଇ ସୁଖ ସମ୍ପତ୍ତି ଲାଭହେବ । ସ୍ୱାସ୍ଥ୍ୟ ସମସ୍ୟା ସେତେଟା ଭଲ ରହିବ ନାହିଁ । ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ଧନୁ:-ସମସ୍ତ କାର୍ଯ୍ୟରେ ସଫଳତା ମିଳିବା ସହ ଘରର କେହି ଉନ୍ନତିରେ ବିଶେଷ ସ୍ତରକୁ ଉଠିଯିବେ । ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବା ଫଳରେ ମାନସିକ ଶାନ୍ତି ଅନୁଭବ କରିବେ । ଅର୍ଥ ସଂପର୍କିତ ଚୁକ୍ତିପତ୍ର କଲେ ବିଶେଷ ଲାଭ ପାଇବେ । ମାନସିକ ଦୁଶ୍ଚିନ୍ତା, ଋଣମୁକ୍ତି, ଶତ୍ରୁବାଧା ଦୂରେଇ ଯିବ । ନୂତନ କର୍ମଆଶାୟୀ ମାନଙ୍କର ଆଶା ପୂରଣ ହେବ । ବିଦ୍ୟାର୍ଥୀଙ୍କର ଅଳ୍ପ ପରିଶ୍ରମରେ ଅଧିକ ଫଳ ପ୍ରାପ୍ତି ହେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ମକର:-ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷା କରିବା ଫଳରେ ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ । ନିର୍ମାଣ ମୂଳକ ଯୋଜନାରେ ଆଗେଇ ପାରିବେ । କର୍ମଚାରୀ ଓ ଶ୍ରମିକମାନେ ବେଶି ଉପକୃତ ହେବେ । ଆୟ ଉପାର୍ଜ୍ଜନରେ କୌଣସି ବାଧା ପ୍ରତିବନ୍ଧକ ଦେଖାଦେବ ନାହିଁ । ରାଜନୀତି କ୍ଷେତ୍ରରେ ଲୋକ ସମର୍ଥନକୁ ଆଧାର କରି ବଳୀୟାନ ହେବେ । ଟଙ୍କାପଇସା ପ୍ରତି ଅତ୍ୟନ୍ତ ସତର୍କ ରହିବାକୁ ପଡିବ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

କୁମ୍ଭ:-ବ୍ୟବସାୟରେ ଭାଗିଦାରୀ ମାନଙ୍କଠାରୁ ସାହାଯ୍ୟ ପାଇ ଉନ୍ନତି କରିବେ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ । କର୍ମକ୍ଷେତ୍ରରେ ଉଚ୍ଚପଦାଧିକାରୀଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇ ଅପେକ୍ଷାକୃତ ସୁସ୍ଥ ବାତାବାରଣ ଦେଖାଦେବ । ବ୍ୟବସାୟ ବଢ଼ାଇବାରେ ସମର୍ଥ ହେବେ ଓ ବକେୟା ଅର୍ଥ ମଧ୍ୟ ପ୍ରାପ୍ତ ହେବ । ଦୂରସ୍ଥାନକୁ ଯାତ୍ରା ଯୋଗ ଅଛି । ତଳମହଲରୁ ଆଶାତୀତ ଲାଭ ପାଇବେ । ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ ।

ମୀନ:-ଶତୃମାନେ ପରାଜିତ ହେବେ । ଦୂରଯାତ୍ରାର ସୁଯୋଗ ପାଇ ସଫଳତା ମିଳିବ । ସାର୍ବଜନୀନ ସମ୍ପର୍କରେ ନିଜର ବ୍ୟକ୍ତିତ୍ଵ ବିକଶିତ ହେବ । ରାଜନୀତିରେ ଯଶମାନ ବୃଦ୍ଧି ହେବା ସହ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ । ପରିବାରର ସମସ୍ତ ସଦସ୍ୟଙ୍କର ସହଯୋଗ ପାଇ ମାନସିକ ଦୁଶ୍ଚିନ୍ତା ଦୂର ହେବ । କର୍ମକ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବେ ଓ କର୍ମଚାରୀ ମାନେ ଉପରିସ୍ଥଙ୍କୁ ଆପଣାର କରି କୃପା ଭାଜନ ହେବେ । ପ୍ରତିକାର- ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!