ଦୈନିକ ରାଶିଫଳ: 20 ଡିସେମ୍ବର ୨୦୨୦, ସୂର୍ଯ୍ୟଦେବଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ ଶାରୀରିକ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୦ ମସିହା, ଡିସେମ୍ବର ମାସ ୨୦ତାରିଖ, ରବିବାର, ଧନୁମାସ ୬ଦିନ, ମାର୍ଗଶିରମାସ, ଶୁକ୍ଳପକ୍ଷ, ଷଷ୍ଠୀତିଥି, ଶତଭିଷା ନକ୍ଷତ୍ର, କୁମ୍ଭ ରାଶିରେ ଚନ୍ଦ୍ର। ମେଷ ରାଶିର ଘାତବାର। ମିଥୁନ, ମୀନ ରାଶିର ଘାତଚନ୍ଦ୍ର। ପିତା ଜାତୀୟ ଦ୍ରବ୍ୟ ନ ଖାଇଲେ ଭଲ, ଦିବା ୨ଟା ୫୩ମିନିଟ୍ ପରେ ତାଳ ନ ଖାଇଲେ ଭଲ। ଶୁଭସମୟ- ପ୍ରାତଃ ୭ଟା ୪ମିନିଟ୍ ରୁ ୯ଟା ୧୪ମିନିଟ୍, ଦିବା ୧ଟା ୬ମିନିଟ୍ ରୁ ୨ଟା ୫୭ମିନିଟ୍, ଦିବା ୩ଟା ୪୩ମିନିଟ୍ ରୁ ୩ଟା ୪୬ମିନିଟ୍, ରାତ୍ର ୭ଟା ୪୭ମିନିଟ୍ ରୁ ୯ଟା ୩୧ମିନିଟ୍।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ଉଚ୍ଚ କର୍ମକର୍ତ୍ତାଙ୍କ ସୁଦୃଷ୍ଟି ପ୍ରାପ୍ତି ହେବା ଫଳରେ ଶତୃମାନଙ୍କୁ ମୁକାବିଲା କରିପାରିବେ। ବ୍ୟବସାୟୀକ କ୍ଷେତ୍ରରେ ଉନ୍ନତି ହେବା ସହ ବୁଦ୍ଧିମତା କାରଣରୁ କିଛି ଅର୍ଥ ଲାଭହେବ। ବାଦବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ଅନ୍ୟକୁ ନିଜ ସହ ତୁଳନା କରି ମାନସିକ ଶାନ୍ତି ଅନୁଭବ କରିବେ। ରାଜନୀତିରେ ଧୈର୍ଯ୍ୟ ଓ ସଂଯମ ରଖି ଦୁଃଖୀ ଲୋକଙ୍କୁ ସାହାଯ୍ୟ କରିବେ। ବିଦ୍ୟାକ୍ଷେତ୍ରରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବ। ଦାମ୍ପତ୍ୟ ସୁଖରେ ମଧୁରତା ଆସିବ। ନୂତନ ବନ୍ଧୁଙ୍କୁ ପାଇ ଖୁସୀହେବେ। କୌଣସି କାରଣ ବଶତଃ ଦୂର ବା ନିକଟ ଯାତ୍ରାକୁ ନଯିବା ଉଚିତ୍। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

ବୃଷ:-

ଆର୍ଥିକ ସ୍ଥିତିରେ ପରିବର୍ତ୍ତନ ହେବା ଫଳରେ ଶତୃ ଓ ବିରୋଧୀମାନେ ପରାସ୍ତ ହେବେ। ନୂତନ ବ୍ୟବସାୟ ଯୋଜନାର ଶିଳାନ୍ୟାସ କଲେ, ତାହା ଦୀର୍ଘ ସ୍ଥାୟୀହେବ ଓ ବହୁବିଧ ଲାଭ ମିଳିବ। କର୍ମକ୍ଷେତ୍ରରେ ସୁଯୋଗ ପାଇ କାମ କାର୍ଯ୍ୟର ଦାୟିତ୍ଵ ବଢିବ। ଜାଗା, ଜମି, ସମ୍ପତ୍ତି ଓ ଯାନବାହାନ ସମ୍ବନ୍ଧୀୟ କେତେ ସମସ୍ୟା ସମାଧାନ ହୋଇଯିବ। ଆଇନ ଅଦାଲତ କ୍ଷେତ୍ରରେ ବିଜୟୀ ହେବେ। କଳକାରଖାନା ବା ଯନ୍ତ୍ରପାତି ବ୍ୟବସାୟ ଭଲରେ ଚାଲିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମିଥୁନ:-

ଆଧ୍ୟାତ୍ମିକ ଓ ଧର୍ମ କାର୍ଯ୍ୟରେ ଲିପ୍ତ ରହି କୌଣସି ରୋଚକ ବା ଜ୍ଞାନବର୍ଦ୍ଧକ ସାହିତ୍ୟ ପ୍ରତି ମନ ବଳାଇବେ। କଳା, ସଂଗୀତାଦି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ। ନିଜର ଚତୁରତା ଓ ବିବେକ ହେତୁ ସମସ୍ତ ବିପରୀତ ପରିସ୍ଥିତିର ସାମ୍ନା କରିପାରିବେ। ପାରିବାରିକ କ୍ଷେତ୍ରରେ ଭୁଲ ବୁଝାମଣା, ରାଗରୁଷା, ମାନଅଭିମାନ, କଳହ ଇତ୍ୟାଦି ଅଳ୍ପ ବହୁତ ଦେଖାଦେଲେ ମଧ୍ୟ କୁ ପ୍ରଭାବ ପଡିବ ନାହିଁ। ଶିକ୍ଷାର୍ଥୀମାନେ ଲକ୍ଷ୍ୟପୂରଣ ଆଡକୁ ଆଗେଇ ପାରିବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କର୍କଟ:-

ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। ତଳୁ ଉପର ସ୍ତର ଯାଏଁ ଆଦୃତି ଓ ମାନ୍ୟତା ଅର୍ଜ୍ଜନ କରିବେ। ଆପଣା ଲୋକଙ୍କ ସାହାଯ୍ୟ ପାଇ ଧନ ଲାଭ ହେବ। ରାଜନୀତିରେ ଲୋକସମର୍ଥନକୁ ଆଧାର କରି ବଳୀୟାନ ହେବେ। ପ୍ରେମ ପ୍ରସଙ୍ଗରେ ସଫଳତା ମିଳିବ। ଶିକ୍ଷାର୍ଥୀମାନେ ଉନ୍ନତିର ଛକ ଉପରେ ପଦାର୍ପଣ କରି ଲକ୍ଷ୍ୟପୂରଣ ଆଡକୁ ଆଗେଇ ପାରିବେ। ଧର୍ମ କର୍ମରେ ରୁଚି ରହିଲେ ସୁଖ ଶାନ୍ତିରେ ଦିନଟି କଟାଇ ପାରିବେ। ପ୍ରତିକାର- ପକ୍ଷୀଙ୍କୁ କିଛିଦାନା ଖାଇବାକୁ ଦିଅନ୍ତୁ।

ସିଂହ:-

ସମସ୍ତ ଚିନ୍ତାରୁ ମୁକ୍ତି ମିଳିବା ସହ ମାନସିକ ଶାନ୍ତି ମିଳିବ। ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହୋଇ ଭଲ ରହିବ। ନୂତନ କର୍ମ ଆଶାୟୀ ଯୁବକ ଯୁବତୀମାନଙ୍କର ଆଶା ପୂରଣ ହୋଇ ପାରେ। ପରିବାରର ସମସ୍ୟାକୁ ସୁଧାରିବା ପାଇଁ ଚେଷ୍ଟା କରି ସଫଳ ହେବେ। ଜାଗା, ଜମି ଓ ଅନ୍ୟ ବ୍ୟବସାୟ କ୍ଷେତ୍ରରେ ଅନେକ ଦିନ ଧରି ଚାଲିଥିବା ଦ୍ୱନ୍ଦ୍ୱର ସମାଧାନ ହେବ। ପିଲାମାନଙ୍କ ପାଠପଢା ନେଇ ବହୁ ଦିଗରୁ ମନୋବଳ ଓ ସାମର୍ଥ୍ୟ ବୃଦ୍ଧି ପାଇବ। ପାରିବାରିକ ସୁଖଶାନ୍ତି ବୃଦ୍ଧି ହେବ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

କନ୍ୟା:-

ସାମାଜିକ ପତିଆରା ଅମଳିନ ରହିବ। ଶତୃମାନେ ଦୂରେଇ ଯିବା ଫଳରେ ମାନସିକ ଶାନ୍ତି ମିଳିବ। ନୂତନ ଦ୍ରବ୍ୟ କ୍ରୟ କରିବେ। ପାରିବାରିକ କ୍ଷେତ୍ରରେ ବୁଝାମଣା ଠିକ୍ ରହିବ। ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟରେ ନିଜର ଯୋଜନାମୁତାବକ କାମ କରିବେ। ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବ। ବାଦବିବାଦ, କ୍ରିଡା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ଯଶସ୍ୱୀ ହେବେ। ଉଚ୍ଚ ଶିକ୍ଷାର ସୁଯୋଗ ପାଇବେ। ପିଲାମାନଙ୍କ ପ୍ରତି ସତର୍କ ରହି ଆନନ୍ଦିତ ହେବେ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

ତୁଳା:-

ଶତୃମୁକ୍ତ ନିରୁପଦ୍ରବ ଜୀବନ ଚର୍ଯ୍ୟା କାଏମ୍ ରଖି ପାରିଲେ ଲାଭ ପାଇବେ। ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ ହେଲେ ଆଗେଇ ନବା ଉଚିତ୍। ପ୍ରେମିକ ପ୍ରେମିକା ମାନଙ୍କର ପ୍ରେମ ପ୍ରସଙ୍ଗରେ ସଫଳତା ମିଳିବ। ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ ସମସ୍ୟାକୁ ସୁଧାରିବା ପାଇଁ ଚେଷ୍ଟା କରି କୌଶଳକ୍ରମେ ସମାଧାନ କରିବେ। ବ୍ୟବସାୟୀ ମାନେ ପ୍ରଚୁର ଲାଭ ପାଇବେ। ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

ବିଚ୍ଛା:-

ଶିକ୍ଷାକ୍ଷେତ୍ରରେ ସଫଳତା ଲାଭ କରିବେ। ଧାର୍ମିକ କାର୍ଯ୍ୟରେ ରୁଚି ବଢିବା ସହିତ ସମୟ ମଧ୍ୟ ଆନନ୍ଦମୟ ହେବ। ଅଟକି ରହିଥିବା କାମ ଗୁଡିକ ସୁରୁଖୁରୁରେ ସମ୍ପନ୍ନ ହେବ। ବ୍ୟବସାୟରେ ଆଶାଜନକ ସଫଳତା ହାସଲ କରିବେ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ଆତ୍ମବିଶ୍ଵାସ ବୃଦ୍ଧି ପାଇବ। ଦୁଃଖୀ ଲୋକଙ୍କୁ ସାହାରାହେବେ। ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ। ମନରେ ଅଶାନ୍ତି ଅସନ୍ତୋଷ ଦେଖାଦେଇ ପାରେ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

ଧନୁ:-

ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନ ସନ୍ତୁଷ୍ଟ ରହି ପାରେ। ନୂଆ ନିଯୁକ୍ତିର ସୁଯୋଗ ପାଇବେ। ନୂଆ ସୁଯୋଗ ମିଳିବା ହେତୁ ଉନ୍ନତିର ପଥ ସୁଗମ ହେବ। ବ୍ୟବସାୟ କ୍ଷେତ୍ରରେ କର୍ମଚାରୀ ମାନଙ୍କୁ ଭରସା କଲେ କୌଣସି ପ୍ରକାର ଅସୁବିଧା ହେବନାହିଁ। ଆକସ୍ମିକ ଧନ ପ୍ରାପ୍ତି ହେବ। କାରବାରରେ ସୁଧାର ଆସିବା ଫଳରେ ଅଧିକ ଲାଭ ପାଇ ମନ ଖୁସି ହେବ। ବିଦ୍ୟାରେଉନ୍ନତି ଯୋଗେ ମାନସିକ ଶାନ୍ତି ଅନୁଭବ କରିବେ। ବାଦବିବାଦ, ପ୍ରତିଯୋଗିତାପରୀକ୍ଷାରେ ସଫଳ ହେବେ। ପ୍ରତିକାର- ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ।

ମକର:-

କାରବାରରେ ଉତ୍ଥାନ ହେବା ଫଳରେ ବ୍ୟବସାୟର ପରିବର୍ତ୍ତନ କରିବାର ଇଚ୍ଛା ଜାଗ୍ରତ ହେବ। ଆର୍ଥିକ ଉନ୍ନତି ଫଳରେ ଚିନ୍ତା କରିଥିବା କାର୍ଯ୍ୟ ପୂରଣ କରିବାକୁ ଇଚ୍ଛା କରିବେ। ଅତି ନିକଟର ବନ୍ଧୁବାନ୍ଧବଙ୍କ ସହ ଅତି ପ୍ରିୟତା ସୃଷ୍ଟିହେବ। ପରିବାରରେ ସୁସ୍ଥ ବାତାବରଣ ଜାରି ରହିବ। ଆର୍ଥିକ ଦିଗରୁ ବେଶ୍ ଅନୁକୂଳ ଥିବାରୁ କିଛି ନୂତନ ପଦାର୍ଥ ସଂଗ୍ରହ କରି ପାରନ୍ତି କିମ୍ବା ବ୍ୟାଙ୍କ ବାଲାନ୍ସ ବୃଦ୍ଧି ପାଇବ। ବିଦ୍ୟାରେ ଉନ୍ନତି ଓ ଉଚ୍ଚ ବିଦ୍ୟା ଅଧ୍ୟୟନ ପାଇଁ ସୁଯୋଗ ପାଇବେ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

କୁମ୍ଭ:-

ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ଅଳ୍ପ ପରିଶ୍ରମରେ ବହୁତ ଧନ ଲାଭ ହେବ। ସବୁଥିରେ ସଫଳତା ମିଳିବା ଫଳରେ ସମୟ ହସ ଖୁସିରେ ବିତିବ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ସୁଖ ସମୃଦ୍ଧି ବୃଦ୍ଧି ଓ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ପରୀକ୍ଷା, ପ୍ରତିଯୋଗୀତା, ସାକ୍ଷାତକାରରେ ବିଜୟୀ ହେବେ। ବାଣିଜ୍ୟ କ୍ଷେତ୍ରରେ ଉନ୍ନତମାନର ଫଳପାଇବେ। ପ୍ରତିକାର:- ଷଣ୍ଢକୁ କିଛି ଖାଇବାକୁ ଦିଅନ୍ତୁ।

ମୀନ:-

ସାଧୁ, ସତ୍ୟବାଦୀ, ଧର୍ମାତ୍ମା, ଗୁରୁବ୍ରାହ୍ମଣଙ୍କ ସହ ସମ୍ପର୍କ ସ୍ଥାପନହେବ। ଅନେକ କାର୍ଯ୍ୟ ନିଜେ ସମାଧାନ କରିବାକୁ ସାହସ ବାନ୍ଧିବେ। ବ୍ୟବସାୟ ମଧ୍ୟମ ଧରଣର ହେବ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ରାଜନୀତିରେ ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ। ବାଦବିବାଦ, କ୍ରିଡା, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳ ହେବେ। ଶତ୍ରୁମାନେ କ୍ଷତି କରିବା ପାଇଁ ଚେଷ୍ଟା କରିବେ। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 9437006746


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!