ଦୈନିକ ରାଶିଫଳ: ୨୦ ଡିସେମ୍ବର ୨୦୧୮, ଆଜି ମାର୍ଗଶିର ମାସ ଶେଷ ଗୁରୁବାର – ମା ଲକ୍ଷ୍ମୀ ଏହି ସବୁ ରାଶି ଉପରେ ହୋଇଛନ୍ତି ପ୍ରଶନ୍ନ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ଦୈନିକ ରାଶିଫଳ: ୨୦ ଡିସେମ୍ବର ୨୦୧୮

ମେଷ:–

ଶତୃମାନେ ମିତ୍ରଭାବ ଆଚରଣ କରିବେ। ପିଲାମାନଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ହେବେ। ବାଦ-ବିବାଦ, କୋର୍ଟ-କଚେରୀ, ମାଲିମୋକଦ୍ଦମା ମାମଲା ସମାଧାନ ହୋଇଯିବ। ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳ ହେବେ। ଆର୍ଥିକସ୍ଥିତି ସନ୍ତୋଷପ୍ରଦ ହେବ। ପରିବାରଜନଙ୍କ ଉନ୍ନତିରେ ଆନନ୍ଦିତ ହେବେ। ନୂତନ କର୍ମପ୍ରାପ୍ତିର ସୁଯୋଗ ପାଇବେ। ବ୍ୟବସାୟରେ ଲାଭହେବ ଓ ଋଣରୁ ମୁକ୍ତି ମିଳିବ। ଶତ୍ରୁବାଧା ଦୂରେଇ ଯିବ। ରାଜନୀତିରେ ସ୍ଵାର୍ଥରକ୍ଷା କରିବାରେ ସମୟ ବିତିବ। ଧାର୍ମିକ କାର୍ଯ୍ୟପ୍ରତି ଆଗ୍ରହୀ ହେବେ। ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ପ୍ରତିକାର:- ଅସହାୟା ବୃଦ୍ଧାକୁ ସାହାଯ୍ୟ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:–

ବ୍ୟବସାୟରେ  ଉତ୍ତମ ରୋଜଗାର ହେଲେ ମଧ୍ୟ ଆୟ ବ୍ୟୟ ସମାନ ରହିବ।  ଜାଗା, ଜମି, ସ୍ଥାବର ସମ୍ପତ୍ତି ସମ୍ବନ୍ଧୀୟ ସମସ୍ୟା ଦୂର ହୋଇଯିବ। ହର୍ସୋଲ୍ଲାସ ବାତାବରଣ ପରିବାରରେ ଖେଳିଯିବ। ସନ୍ତାନଙ୍କର ଉନ୍ନତିରେ ଉତ୍ସାହିତ ହେବେ। ଅଟକି ଥିବା କାର୍ଯ୍ୟ ଚାଲୁ ହେବ, ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ ଓ ସାମାଜିକ ପ୍ରତିଷ୍ଠା ବୃଦ୍ଧି ହେବ। ଧାର୍ମିକ କାର୍ଯ୍ୟରେ ମନ ବଳାଇବେ। ଶତୃରବିନାଶ, ସମସ୍ତ କାର୍ଯ୍ୟରେ ସଫଳତା ମିଳିବ। ରାଜନୀତିରେ ଲୋକସମର୍ଥନକୁ ଆଧାର କରି ବଳୀୟାନ ହେବେ। ମହିଳାମାନେ ସୁଖ ଶାନ୍ତିରେ ଦିନଟି କଟାଇବେ। ପ୍ରତିକାର: ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ମିଥୁନ:–

କର୍ମ କ୍ଷେତ୍ରରେ ସାଫଲ୍ୟ, ଉଚ୍ଚସମ୍ମାନ ଓ ପଦ ପଦବୀ ଲାଭହେବ। କୌଣସି ଗୁରୁତ୍ୱପୂର୍ଣ୍ଣ ନିସ୍ପତି ନେବା ପୂର୍ବରୁ ପରିବାରସହ ଆଲୋଚନା କରିବା ଉଚିତ୍। ବନ୍ଧୁଙ୍କ ଠାରୁ ସାହାଯ୍ୟ ସମର୍ଥନ ହାସଲ କରିବେ। ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ। ସହକର୍ମୀ ଓ ଅଧସ୍ତନ କର୍ମଚାରୀଙ୍କ ସହ ସମ୍ପର୍କ ଭଲ ରହିବା ଫଳରେ ଆଶା କରିଥିବା କାର୍ଯ୍ୟଟି ପୂରଣ ହେବ। ପରିବାରରେ ମନୋମାଳିନ୍ୟ ଓ ଆର୍ଥିକ ସଙ୍କଟ ଦୂରେଇଯିବ। ପ୍ରତିଦ୍ଵନ୍ଦିତାରେ ସଫଳ, ବିଦ୍ୟାକ୍ଷେତ୍ରରେ ଶୁଭଯୋଗ, ରାଜନୀତିରେ ଉଚ୍ଚପ୍ରଶଂସିତ ଓ ସଫଳ ହେବେ। ପ୍ରତିକାର:- ଦରିଦ୍ର ନାରାୟଣଙ୍କୁ ଖାଦ୍ୟ ଦିଅନ୍ତୁ।

କର୍କଟ:–

ପରିବାରରେ ସୁସ୍ଥ ବାତାବରଣ ଜାରି ରହିବ। ପରସ୍ପରକୁ ସାହାଯ୍ୟ ସହଯୋଗ କରି, ଗଠନମୂଳକ କାର୍ଯ୍ୟ ହାତକୁ ନେବେ। ଦୂରଯାତ୍ରାର ସୁଯୋଗ ପାଇବେ। ଜାଗା, ଜମି, ଗୃହପୋକରଣ କ୍ରୟ କରିବେ। ଆୟ ଉପାର୍ଜନରେ ବାଧା ନାହିଁ। ସ୍ୱର୍ଣ୍ଣ ଅଳଙ୍କାର କ୍ରୟ କରିବେ। ବାଦ ବିବାଦ, କୋର୍ଟ-କଚେରୀ, ମାଲିମୋକଦ୍ଦମା ମାମଲା ସମାଧାନ ହୋଇଯିବ। ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ  ସଫଳ ହେବେ। ବ୍ୟବସାୟରେ ଆଶାତୀତ ଲାଭ ମିଳିବ। ମହିଳାମାନେ ସନ୍ତାନ ସୁଖରେ ସୁଖୀ ହେବେ। ଭାଇ ବନ୍ଧୁମାନେ କର୍ମକ୍ଷେତ୍ରରେ ସାହାଯ୍ୟ ସହଯୋଗ କରିବେ। ଚେଷ୍ଟା କଲେ କାହାକୁ ଦେଇଥିବା ଧନ ମିଳିଯିବ। ପ୍ରତିକାର:- ଗାଈକୁ ଖାଇବାକୁ ଦିଅନ୍ତୁ।

ସିଂହ:–

କର୍ମକ୍ଷେତ୍ରରେ ଜବରଦସ୍ତି ଉନ୍ନତି ଓ ନ୍ୟାୟ ମିଳିବ। ଆୟର ସ୍ରୋତ ଖୋଲିଯିବ। ପଦୋନ୍ନତି ସହ ନୂତନ କର୍ମପ୍ରାପ୍ତି ହେବ। ପରିବାରର ମାମଲା ଘରୋଇ ସମସ୍ୟାର ସମାଧାନ ହେବ। ପୁଞ୍ଜି ଲଗାଣ, ଉଦ୍ୟୋଗ, ଧନ ଆଦାନ ପ୍ରଦାନରେ ଲାଭବାନ୍ ହେବେ। ବ୍ୟବସାୟିକ ସଫଳତା ମିଳିବ। ବାଦ-ବିବାଦ, କୋର୍ଟ-କଚେରୀ, ମାଲିମୋକଦ୍ଦମା ମାମଲା ସମାଧାନ ହୋଇଯିବ। ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ବିଜୟୀ ହେବେ। ରାଜନୀତି କ୍ଷେତ୍ରରେ ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ। ପାରିବାରିକ ଆର୍ଥିକ ସଙ୍କଟ ଦୂର ହେବ। ବାଣିଜ୍ୟ, ବ୍ୟବସାୟ, କଳା, ସାହିତ୍ୟ ଓ ସଭାସମିତିରେ ସଫଳତା ହାସଲ କରିବେ। ପ୍ରତିକାର:- ଷଣ୍ଢକୁ ଗୁଡ଼ ରୁଟି ଖୁଆନ୍ତୁ।

କନ୍ୟା:–

ବକେୟା ଅର୍ଥ କିଛି ମିଳିବ। ମାନସିକ ଶାନ୍ତି ଓ  ସ୍ୱାସ୍ଥ୍ୟରେ ଉନ୍ନତି ପରିଲିକ୍ଷିତ ହେବ। ପାରିବାରିକ କ୍ଷେତ୍ରରେ ସ୍ନେହସଦ୍ଭାବର ବୃଦ୍ଧିହେବ। ଆୟ ଉପାର୍ଜ୍ଜନର ବୃଦ୍ଧି, ବ୍ୟବସାୟରେ ଉନ୍ନତି। ବାଦ-ବିବାଦ, କୋର୍ଟ-କଚେରୀ, ମାଲିମୋକଦ୍ଦମା ମାମଲା ସମାଧାନ ହୋଇଯିବ। ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀ ହେବେ। ସନ୍ତାନ-ସନ୍ତତିଙ୍କ ମର୍ଜି ରକ୍ଷା କରି ଶାନ୍ତି-ଶୃଙ୍ଖଳାର ବଶବର୍ତି ହେବେ। ମନକଥା ମନରେ ରଖି ବନ୍ଧୁଙ୍କ ସହ ମିଶିଲେ ଭଲ ହେବ। କର୍ମକ୍ଷେତ୍ରରେ ଯେତିକି ପାଇବା କଥା ସେତିକି ହିଁ ପାଇବେ। ଦାମ୍ପତ୍ୟ ଜୀବନ ଆନନ୍ଦମୟହେବ। ପ୍ରତିକାର:- ଗାଈକୁ କିଛିଖାଦ୍ୟ ଖୁଆନ୍ତୁ।

ତୁଳା:–

ବନ୍ଧୁମାନେ ସାହାଯ୍ୟ ସହଯୋଗର ହାତ ବଢେଇବେ। ଆୟର ସ୍ରୋତ ବୃଦ୍ଧି ହେବ। ପରୀକ୍ଷା ଓ ପ୍ରତିଦ୍ଵନ୍ଦିତାରେ ବିଜୟୀ ହେବେ। ରାଜନୀତି କ୍ଷେତ୍ରରେ ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ଵଳତର କରିବାରେ ସାମର୍ଥ୍ୟ ବଢିବ। କେତେକ କ୍ଷେତ୍ରରେ ଉଚ୍ଚାକାଂକ୍ଷ। ପୂର୍ତ୍ତି ନିମନ୍ତେ କଠିନ ପରିଶ୍ରମ କରିବାକୁ ପଡିବ। ବରିଷ୍ଠ କର୍ମୀଙ୍କ ସ୍ନେହର ପାତ୍ର ହେବେ। ଦାମ୍ପତ୍ୟ କଳହ ମେଣ୍ଟିଯିବା ଫଳରେ ମନ ଓ ଶରୀର ଭଲ ରହିବ। ମନକୁ ଆଘାତ ଲାଗିଲାପରି କଥା ଶୁଣିବେ। ପରିବାର ଭିତରେ ଜଗିରଖି ନଚଳିଲେ ପାଖ ପଡୋଶିଙ୍କ ଦ୍ଵାରା କଳହ ସୃଷ୍ଟି ହେବ। ପ୍ରତିକାର:  କୁକୁରକୁ କିଛିଖାଦ୍ୟ ଖୁଆନ୍ତୁ।

ବିଚ୍ଛା:–

ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ବାଦ-ବିବାଦ, ମାଲିମୋକଦ୍ଦମା, ପରୀକ୍ଷା ଓ ପ୍ରତିଦ୍ଵନ୍ଦିତାରେ ସଫଳ ହେବେ। ଅର୍ଥ ସମ୍ପର୍କିତ ଚୁକ୍ତିପତ୍ର କଲେ ଲାଭବାନ୍ ହେବେ। ଦୂରଯାତ୍ରାର ସୁଯୋଗ ପାଇବେ। ବୃତ୍ତିଗତ ଦୃଷ୍ଟିରୁ ସମୟ ଅତ୍ୟନ୍ତ ଶୁଭ। ପାରିବାରିକ କ୍ଷେତ୍ରରେ ସ୍ୱାର୍ଥ ପ୍ରବୃତ୍ତିର ଶୀକାର ହୋଇ ସମ୍ପର୍କର ମଧୁର ସ୍ୱାଦ ପାଇବେ। ଦୂର ଯାତ୍ରାରେ ସଫଳତା ମିଳିବ। ବ୍ୟବସାୟରେ ପ୍ରତିଦ୍ୱନ୍ଦିତା ସତ୍ତ୍ୱେ ଲାଭ ସୁନିଶ୍ଚିତ। ଶୁଭକାମ କରି ପ୍ରଶଂସିତ ହେବେ। ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାରୁ ମନ ଭଲ ରହିବ। ପ୍ରତିକାର :- ଭୋକିଲା ଲୋକକୁ ନିରାଶ କରିବେ ନାହିଁ।

ଧନୁ:–

ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀ ହେବେ। ସ୍ୱାସ୍ଥ୍ୟରେ ଉନ୍ନତୀ ଘଟିବ ଓ ଆର୍ଥିକ ଦିଗରୁ ସୁବିଧା ହେବ। ବନ୍ଧୁମିତ୍ରଙ୍କ ସହ ହସଖୁସିର ବାତାବରଣ ସୃଷ୍ଟି ହେବ। ପାରିବାରିକ କ୍ଷେତ୍ରରେ ସ୍ନେହ ଶ୍ରଦ୍ଧାର ସ୍ରୋତ ଛୁଟିବ। ବାଦ-ବିବାଦ, ମାଲିମୋକଦ୍ଦମା, ପରୀକ୍ଷା ଓ ପ୍ରତିଦ୍ଵନ୍ଦିତାରେ ସଫଳ ହେବେ। ପୈତୃକ ସମ୍ପତ୍ତି ନେଇ ପାରିବାରିକ ଦ୍ୱନ୍ଦର ସମାଧାନ ହେବ। କର୍ମ କ୍ଷେତ୍ରରେ ପଦନ୍ନୋତି, ସ୍ଥାନପରିବର୍ତ୍ତନ, ବିନା ପରିଶ୍ରମରେ ଧନପ୍ରାପ୍ତି ହେବ। ହାତକୁ ନେଇଥିବା କାର୍ଯ୍ୟପାଇଁ କଠିନ ପରିଶ୍ରମ କରିବାକୁ ପଡିବ। ପ୍ରତିକାର:-ଦରିଦ୍ର ନାରାୟଣଙ୍କୁ ଖାଦ୍ୟ ଦିଅନ୍ତୁ।

ମକର:–

ମନରେ ଶାନ୍ତି ସନ୍ତୋଷ ଦେଖାଦେବ। ପାରିବାରିକ କ୍ଷେତ୍ରରେ ବୁଝାମଣା ଠିକ୍ ରହିବ। ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ। ସାମାଜିକ ପତିଆରା ଅମଳିନ ରହିବ। ଆୟ ଉପାର୍ଜନ ବୃଦ୍ଧି ହେବ। ବ୍ୟବସାୟରେ ଅଚାନକ ଧନପ୍ରାପ୍ତି ହେବ। ବାଦ-ବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ବିଜୟୀ ହେବେ। ଦୂରଯାତ୍ରାରେ ସଫଳ ହେବେ। ସାହିତ୍ୟଚର୍ଚ୍ଚା, ସଭାସମିତିରେ ସଫଳତା ମିଳିବ। ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ। ପାରିବାରିକ ସମସ୍ୟା ଗୁଡିକୁ ସୁଧାରୀ ନେବା ଉଚିତ୍। ପ୍ରତିକାର:- ଅସହାୟା ବୃଦ୍ଧାକୁ ସାହାଯ୍ୟ କରନ୍ତୁ।

କୁମ୍ଭ:–

ନିର୍ମାଣମୂଳକ ଯୋଜନାରେ ଆଗେଇବେ। ଆନୁଷ୍ଠାନିକ କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ। ପାରିବାରିକ ଜୀବନ ଆନନ୍ଦମୟ ହେବ। ଧାର୍ମିକ କାର୍ଯ୍ୟପ୍ରତି ଆଗ୍ରହୀ ହେବେ। କର୍ମକ୍ଷେତ୍ରରେ ସଙ୍କଟ ଜନକ ପରିସ୍ଥିତିର ଅବସାନ ଘଟିବ ଓ ସାଫଲ୍ୟ, ଉଚ୍ଚସମ୍ମାନ ଓ ପଦ ପଦବୀ ଲାଭହେବ। ବିଦେଶ ଯାତ୍ରାରେ ସଫଳ ହେବେ। ମାଲିମୋକଦ୍ଦମାରେ ସମ୍ମାନ ଓ ପ୍ରତିଷ୍ଠା ଅତୁଟ ରହିବ। ଅଭାବ ଅସୁବିଧା ଥାଇ ମଧ୍ୟ କୌଣସି କାମ ଅଟକିବ ନାହିଁ। ଦକ୍ଷତାକୁ କେନ୍ଦ୍ରକରି ଉଚ୍ଚମାନ୍ୟତାର ସମ୍ମାନ ପାଇବେ। ମହିଳାମାନେ କର୍ତ୍ତବ୍ୟ ସାଧନକୁ ଭଗବତ୍ ସେବାଭଳି ମାନ୍ୟତା ଦେବେ। ପ୍ରତିକାର: ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ମୀନ:–

ପୁରାତନ ରୋଗର ଉପଶମହେବା ଫଳରେ ସ୍ୱାସ୍ଥ୍ୟ ଠିକ୍ ରହିବ। ପାରିବାରିକ କ୍ଷେତ୍ରରେ ଆର୍ଥିକ ଦିଗରୁ ଉନ୍ନତି ହୋଇ ଶାନ୍ତି ଶୃଙ୍ଖଳା ବଜାୟ ରହିବ। ଉଚ୍ଚାଧିକାରି ଓ ସହକର୍ମୀମାନେ କର୍ମକ୍ଷେତ୍ରରେ ସହଯୋଗ କରିବା ଦ୍ଵାରା କର୍ମକ୍ଷେତ୍ରରେ ରାଜକୀୟ ସମ୍ମାନ ପାଇବେ। ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳ ହେବେ। ଅନ୍ୟର ଉପକାର କରି ପ୍ରଶଂସିତ ହେବେ। ବ୍ୟବସାୟରେ ନୂତନଧାରା ପ୍ରୟୋଗ କରି ଆଶାତୀତ ଲାଭ ପାଇବେ। ମାଲିମୋକଦ୍ଦମା, ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ବିଜୟୀ ହେବେ। ସତର୍କତା ଅବଲମ୍ବନ ନକଲେ ମିଥ୍ୟା ଅପବାଦରେ ନିନ୍ଦିତ ହେବେ। ପ୍ରତିକାର- ହଳଦୀ ଚନ୍ଦନ ମୁଣ୍ଡରେ ଲଗାନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!