ଦୈନିକ ରାଶିଫଳ: 20 ଡିସେମ୍ବର 2022, ମା’ ମଙ୍ଗଳାଙ୍କ କୃପା ରହିବ ଏହି 3ଟି ରାଶି ଉପରେ, ମିଳିବ ଆକସ୍ମିକ ଧନ

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୨ମସିହା, ଡିସେମ୍ବର ମାସ ୨୦ତାରିଖ, ମଙ୍ଗଳବାର, ଧନୁମାସ ୫ଦିନ, ପୌଷମାସ, କୃଷ୍ଣପକ୍ଷ, ଦ୍ଵାଦଶୀତିଥି, ସ୍ଵାତୀନକ୍ଷତ୍ର ସକାଳ ୯ଟା ୫୩ମିନିଟ୍ ପରେ ବିଶାଖା ନକ୍ଷତ୍ର, ତୁଳା ରାଶିରେ ଚନ୍ଦ୍ର। ସୁକର୍ମା ଯୋଗ ରାତି ୧୨ଟା ୩୯ମିନିଟ୍ ପରେ ଧୃତି ଯୋଗ। କୌଳବ କରଣ ଦିବା ୧ଟା ୪୪ମିନିଟ୍ ପରେ ତୈତିଳ କରଣ। ମକର ରାଶିର ଘାତବାର। ପୋଇ, ମସୁରଡାଲି ନ ଖାଇଲେ ଭଲ। ଯୋଗିନୀ- ନୈଋତେ ରାତି ୧୨ଟା ୪୫ମିନିଟ୍ ପରେ ଦକ୍ଷିଣେ ଯାତ୍ରା ନିଷେଧ। ଶ୍ରାଦ୍ଧତର୍ପଣ- ଦ୍ଵାଦଶୀର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ। ଅଶୁଭସମୟ- ସକାଳ ୭ଟା ୪୦ମିନିଟ୍ ରୁ ୯ଟା ୧ମିନିଟ୍, ଦିବା ୧ଟା ୫ମିନିଟ୍ ରୁ ୨ଟା ୨୬ମିନିଟ୍, ସନ୍ଧ୍ୟା ୬ଟା ୪୭ମିନିଟ୍ ରୁ ରାତ୍ରି ୮ଟା ୨୬ମିନିଟ୍। ଶୁଭସମୟ- ପ୍ରାତଃ ୬ଟା ୨୦ମିନିଟ୍ ରୁ ୭ଟା ୨ମିନିଟ୍, ସକାଳ ୯ଟା ୨ମିନିଟ୍ ରୁ ୧୧ଟା ୨୧ମିନିଟ୍, ସନ୍ଧ୍ୟା ୫ଟା ୯ମିନିଟ୍ ରୁ ୬ଟା ୪୬ମିନିଟ୍, ରାତ୍ର ୮ଟା ୨୭ମିନିଟ୍ ରୁ ୮ଟା ୩୮ମିନିଟ୍, ରାତ୍ର ୯ଟା ୩୩ନିଟ୍ ରୁ ୧୨ଟା ୯ମିନିଟ୍, ରାତ୍ର ୧ଟା ୫୭ମିନିଟ୍ ରୁ ୩ଟା ୪୦ମିନିଟ୍, ରାତ୍ର ୪ଟା ୩୫ମିନିଟ୍ ରୁ ୬ଟା ୧୯ମିନିଟ୍।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ। ପରୀକ୍ଷା ଓ ପ୍ରତିଦ୍ଵନ୍ଦିତାରେ ସଫଳ ହେବେ। ଗୁରୁଜନଙ୍କ ସହାନୁଭୁତି ଉପଲବ୍ଧ ହେବ। ସ୍ଥଗିତଥିବା କର୍ମଟି ପୂରଣ ହେବ। ନିଜର ଆବଶ୍ୟକତା ପୂରଣ ଦିଗରେ ଗୁରୁତ୍ଵ ଦେବେ। ରାଜନୀତି କ୍ଷେତ୍ରରେ ସାମାଜିକ ସ୍ତରରେ ସମସ୍ତଙ୍କ ମେଳରେ ରହି ପ୍ରଶଂସିତ ହେବେ। ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ଅନୁଭବ କରିବେ। ମାନସିକ ଶାନ୍ତି ଅନୁଭବ କରିବେ। ପ୍ରତିକାର- ମାଗଣାରେ କୌଣସି ଦ୍ରବ୍ୟ ଗ୍ରହଣ କରନ୍ତୁ ନାହିଁ।

ବୃଷ:-ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଲେ ସାମାଜିକ ପ୍ରତିଷ୍ଠା ମାନ-ସମ୍ମାନ ବୃଦ୍ଧି ହେବ। ଧୈର୍ଯ୍ୟ ସାହସ ଦ୍ଵାରା ହୋଇପାରୁ ନଥିବା କାମ ସୁରୁଖୁରୁରେ ହୋଇଯିବ। ଜାଗାଜମି ଓ ଯାନବାହାନ ସମ୍ବନ୍ଧୀୟ କେତେ ସମସ୍ୟା ସମାଧାନ ହୋଇଯିବ। ସାମାଜିକ କ୍ଷେତ୍ରରେ ନିଜର ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ। ପାରିବାରିକ ଅଶାନ୍ତି ଦୂରେଇଯାଇ ଦାମ୍ପତ୍ୟ ସୁଖ ପ୍ରାପ୍ତି ହେବ। ବ୍ୟବସାୟ କ୍ଷେତ୍ରରେ ପୂର୍ବ ସମସ୍ୟାର ସମାଧାନ ହୋଇ ପୂର୍ଣ୍ଣ ସଫଳତା ପାଇବେ। ପ୍ରତିକାର- ଶ୍ଵେତଚନ୍ଦନରେ କର୍ପୁରମିଶେଇ ମସ୍ତକରେ ଧାରଣ କରନ୍ତୁ।

ମିଥୁନ:-ରାଜନୈତିକ କ୍ଷେତ୍ରର ଅତ୍ୟଧିକ ପରିଶ୍ରମ କରି ସାଧାରଣ ଲୋକ ସମ୍ପର୍କ ବୃଦ୍ଧିହେବା ଯୋଗେ ବିଜୟୀହେବେ। ମନୋରଞ୍ଜନ କାର୍ଯ୍ୟ କ୍ରମରେ ଯୋଗଦେଇ କଳାସଙ୍ଗୀତ ଓ ନୃତ୍ୟ ଗୀତରେ ମଜ୍ଜି ରହିବେ। ଭାରସାମ୍ୟ ରକ୍ଷାକରି ସାଧାରଣ ବର୍ଗଙ୍କ ଯୋଗେ ପରିସ୍ଥିକୁ ନିଜ ତରଫରେ ନେଇ, ସ୍ଵାର୍ଥସିଦ୍ଧିର ପଥକୁ ପ୍ରଶସ୍ତ କରିବେ। ପାରିବାରିକ କ୍ଷେତ୍ରରେ ଆତ୍ମସନ୍ତୋଷ ଲାଭ ଓ ସାମାଜିକ ଭାବମୂର୍ତ୍ତି-ସୁରକ୍ଷା ହେବ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

କର୍କଟ:-ସ୍ୱାସ୍ଥ୍ୟ ଅନେକାଂଶରେ ଭଲ ରହିବ। ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ବିଜୟୀହେବେ। ରାଜନୈତିକ କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ। ସାମାଜିକ ସ୍ତରରେ ସହନଶୀଳତା ଗୁଣରୁ ପ୍ରଶଂସିତ ହେବେ। ସମସ୍ୟା ସମାଧାନ ପାଇଁ ବନ୍ଧୁଙ୍କ ସାହାଯ୍ୟ ନେଇ ଆଲୋଚନା କ୍ଷେତ୍ରରେ ସୁଫଳ ପାଇବେ। ପାରିବାରିକ ତିକ୍ତତାର ସମସ୍ୟା ଦୂର ହୋଇ ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି ହେବ। ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।

ସିଂହ:-ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ। ନୂତନ କାର୍ଯ୍ୟରେ ହାତଦେଇ କୃତ କାର୍ଯ୍ୟ ହେବେ। ପୁରାତନ ବନ୍ଧୁ ଓ ଅଚିହ୍ନା ଲୋକଙ୍କଠାରୁ ସାହାଯ୍ୟ ପାଇ ଧନ୍ୟ ହେବେ। ଲେଖକ, ପତ୍ରକାର, ସଙ୍ଗୀତଜ୍ଞ ଓ ସରକାରୀ କର୍ମରତଥିବା ବ୍ୟକ୍ତିମାନଙ୍କର ଅନେକ ଶୁଭହେବ। କାର୍ଯ୍ୟକ୍ଷେତ୍ରରେ ନୂତନ ଯୋଜନା ପାଇଁ ସହଯୋଗ ମିଳିବ ଓ ଶିକ୍ଷା କ୍ଷେତ୍ରରେ ଉନ୍ନତିହେବ। ବ୍ୟବସାୟରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

କନ୍ୟା:-ଶିକ୍ଷାର୍ଥୀମାନଙ୍କ ପାଇଁ ଅଧ୍ୟୟନରେ ଆତ୍ମସନ୍ତୋଷ ମିଳିବ। ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ବିଜୟୀହେବେ। ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧିହେବ। ଅତ୍ୟଧିକ କାର୍ଯ୍ୟଚାପ ଯୋଗୁ ଚିନ୍ତିତ ରହି ପାରନ୍ତି। ବ୍ୟବସାୟରେ ଉନ୍ନତି ସହିତ ବାସସ୍ଥାନ ବା ଯାନବାହାନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ପ୍ରାପ୍ତି ହେବ। ବୃତ୍ତିଗତ କର୍ମକୁ ଅଧିକ ଗୁରୁତ୍ଵ ଦେଇ କର୍ମକ୍ଷେତ୍ରରେ ଉନ୍ନତି ଓ ସମ୍ମାନ ବୃଦ୍ଧି ହେବ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ତୁଳା:-ସାଂଗଠନିକ କାର୍ଯ୍ୟରେ ଅଂଶ ଗ୍ରହଣ କରି ପ୍ରଶଂସା ପାଇବେ। ଶିକ୍ଷାକ୍ଷେତ୍ରରେ ମନଯୋଗ ଦେଇ ଉଚ୍ଚଶିକ୍ଷା ପାଇଁ ଅଗ୍ରହି ହେବେ। ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାସହ ଆୟ ଉପାର୍ଜ୍ଜନର ବୃଦ୍ଧିହେବ। ମିତ୍ରଙ୍କ ସାହାଯ୍ୟରେ ବ୍ୟବସାୟରେ ଉନ୍ନତି ଓ ଆର୍ଥିକ ସ୍ଥିତିରେ ବୃଦ୍ଧି ହେବ। ଭଲମନ୍ଦ ବିଚାର କରି ଯେ କୌଣସି କାର୍ଯ୍ୟକଲେ ଆୟ ବୃଦ୍ଧି ହେବ। ପାରିବାରିକ ଜୀବନ କ୍ଷେତ୍ରରେ ଆନନ୍ଦମୟ ପରିସ୍ଥିତି ସୃଷ୍ଟିହେବ। ପ୍ରତିକାର- ପାଣିରେ କିଛି ଫିଟିକିରି ପକାଇ ଘରକୁ ପୋଛନ୍ତୁ।

ବିଚ୍ଛା:-କଠିନ ପରିଶ୍ରମ କରିବା ଦ୍ଵାରା ଯଶ-ମାନ ସମ୍ମାନ ମିଳିବ। ରାଜନୈତିକ କ୍ଷେତ୍ରରେ ସାମାଜିକ ଅନୁଷ୍ଠାନରେ ଯୋଗ ଦେବାର ସୁଯୋଗ ମିଳିବ। ବ୍ୟବସାୟ କ୍ଷେତ୍ରରେ ପରିବର୍ତ୍ତନ ଆଣିବାର ଯୋଜନା ପ୍ରସ୍ତୁତ କରିବେ। ଗଛିତ ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ। ପାରିବାରିକ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ। ପ୍ରେମିକ ପ୍ରେମିକାମାନେ ଗୁପ୍ତ ପ୍ରେମରେ ସଫଳ ହୋଇ ବିବାହ ସମ୍ବନ୍ଧ ସ୍ଥିର ହୋଇପାରେ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ଧନୁ:-ଶାରିରୀକ ସୁସ୍ଥତା ଦେଖା ଦେବାସହ ମାନସିକ ଶାନ୍ତି ଅନୁଭବ କରିବେ। ଶତୃନାଶ, ଧନପ୍ରାପ୍ତି, ମିତ୍ରଲାଭ, ଉଚ୍ଚ ସମ୍ମାନ ପାଇବାସହ ଆର୍ଥିକ କ୍ଷେତ୍ରରେ ଉନ୍ନତିହେବ। ସୁଖ, ସମ୍ପତ୍ତି ଲାଭ, ସାହାଯ୍ୟ ପ୍ରାପ୍ତି ଓ ଗୃହବାହନ ପ୍ରାପ୍ତି ହୋଇପାରେ। ଶିଳ୍ପବାଣିଜ୍ୟ ଓ ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ପରିବାରର କେତେକ ସମସ୍ୟା ସମାଧାନ ହୋଇ ସୁଖପ୍ରାପ୍ତି ହେବ। ହରାଇଥିବା ଧନ ପ୍ରାପ୍ତି ହେବ। ପ୍ରତିକାର- କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।

ମକର:-ସମସ୍ତଙ୍କ ପ୍ରତି ସକରାତ୍ମକ ଚିନ୍ତା ଆଗକୁ ବଢିବାରେ ସାହାଯ୍ୟ କରିବ। ରାଜନୈତିକ କ୍ଷେତ୍ରରେ ସାମାଜିକ ସ୍ଥିତି ଓ ମାନସମ୍ମ।ନ ବଜାୟ ରହିବ। ଅଟକିଥିବା କାର୍ଯ୍ୟ ସଫଳତା ପୂର୍ବକ ସମ୍ପନ୍ନ ହେବ। ଯଥାସମ୍ଭବ ପ୍ରକୃତିସ୍ଥ ରହି ଅଳ୍ପ ପରିଶ୍ରମରେ ଅଧିକ ଲାଭର ଉପଭୋକ୍ତା ହେବେ। ପରିବାରରେ ବାତାବରଣ ଶାନ୍ତିପୂର୍ଣ୍ଣ ରହିବ। ରୋମାନ୍ସ ଓ ପ୍ରେମରେ ପ୍ରସନ୍ନତାର ଅନୁଭୂତି ହେବ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କୁମ୍ଭ:-ସେବାକାରୀ ମାନଙ୍କ ସହଯୋଗରେ ଜନସେବାଦ୍ଵାରା ସମ୍ମାନଜନକ ସ୍ଥିତି ପରିଲକ୍ଷିତ ହେବ। ରାଜନୈତିକ କ୍ଷେତ୍ରରେ ଭରପୁର ଆନନ୍ଦ ପାଇଲାଭଳି ଫାଇଦା ଉଠେଇବେ। ଉଚ୍ଚପଦସ୍ଥ ବ୍ୟକ୍ତିଙ୍କ ଠାରୁ ସମ୍ମାନ ଲାଭ ହେବ। ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ। ପରିବାର ମଧ୍ୟରେ ମୁଖ୍ୟତା ଲାଭକରି ବୁଦ୍ଧି ବିବେକ ଖେଳାଇ ପ୍ରତିକୂଳ ସ୍ରୋତକୁ ଅନୁକୂଳ ଦିଗରେ ମୁହାଁଇ ଦେବାକୁ ସାମର୍ଥ୍ୟ ଯୁଟିବ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

ମୀନ:-ପଢିବା, ପଢେଇବା ବା ଅଧ୍ୟାପନା ମାମଲାରେ ପ୍ରଶଂସା ପାଇବେ। ପାଖରେ ଥିବା ସାଥୀ ଓ ପ୍ରିୟଜନ ମାନଙ୍କୁ ଆର୍ଥିକ ଏବଂ ଭାବନାତ୍ମକ ସାହାଯ୍ୟ ସହଯୋଗ କରିବାକୁ ବାଧ୍ୟ ହେବେ। ବ୍ୟବସାୟ କ୍ଷେତ୍ରରେ ଶତୃମାନେ ଦୂରେଇ ଯିବା ଫଳରେ ମାନସିକ ଶାନ୍ତି ମିଳିବା ସହ ପୁରୁଣାପ୍ରାପ୍ୟ ମଧ୍ୟ ଆଦାୟ ହୋଇ ପାରିବ। ରାଜନୈତିକ କ୍ଷେତ୍ରରେ ପ୍ରତିଷ୍ଠିତ ହେବାପାଇଁ କରିଥିବା ଯୋଜନା ସଫଳ ହୋଇ ପାରିବ। ପ୍ରତିକାର:-ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!