ଆଜି କେମିତି ରହିବ ଆପଣଙ୍କ ଦିନ : ୨୦ ଫେବୃୟାରୀ ୨୦୧୮

ଶେୟାର କରନ୍ତୁ ଅନ୍ୟମାନକ ସହିତ

ଦୈନିକ ରାଶିଫଳ: ୨୦ ଫେବୃୟାରୀ ୨୦୧୮

ମେଷ:-

ବାଦ-ବିବାଦ, ପରୀକ୍ଷା, ପ୍ରତି ଯୋଗୀତା, ମାଲିମୋକଦ୍ଦମା ଓ ସାକ୍ଷାତକାରରେ ସଫଳତା ମିଳିବ। ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ। ସାମାଜିକ ପତିଆରା ଅମଳିନ ରହିବ। ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ। ପ୍ରତିକାର- ପଙ୍ଗୁ ଭିକାରୀଙ୍କୁ ଖାଦ୍ୟ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ଓ ବିଦେଶ ଯାତ୍ରାରେ ଲାଭବାନ ହେବେ। ଆର୍ଥିକ ଦିଗରୁ ସୁବିଧା ପୈତୃକ ସମ୍ପତ୍ତି, ପାରିବାରିକ ଦ୍ଵନ୍ଦ, ମାନସିକ ଏକାଗ୍ରତା ବଜାୟ ରହିବ। ଚିତ୍ତପ୍ରସନ୍ନ ରହିବା ଯୋଗେ କାର୍ଯ୍ୟ ସିଦ୍ଧି ହେବ। ସମସ୍ୟା ଦୂର ଓ ଉଚ୍ଚ ଆଶାରେ ଆଗେଇବେ। ପ୍ରତିକାର-ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ।

Jyotirbid Dr. Pramod Satapathy
Jantra Jyotisha

For personalized consultation and appointment,
you can connect on WhatApp @ 7008758366
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366

ମିଥୁନ:-

ବ୍ୟବସାୟରେ ପ୍ରତିଦ୍ଵନ୍ଦିତା ସତ୍ତ୍ୱେ ଆୟ ବଢିବ। କର୍ମ କ୍ଷେତ୍ରରେ ଶ୍ରମ ସାର୍ଥକ ହେବ। ନୂତନ କାର୍ଯ୍ୟରମ୍ଭ କରିପାରିବେ। ଶତ୍ରୁହାନି, ଉଚ୍ଚ ପ୍ରଶଂସା ଲାଭ, ଦମ୍ଭ ସାହସ ବୃଦ୍ଧି, କ୍ଷମା ଗୁଣରେ ଯଶ ପ୍ରାପ୍ତି, ସୁସମ୍ବାଦ ଶୁଣିବେ ଓ ଆର୍ଥିକ ସଙ୍କଟ ଦୂରେଇ ଯିବ। ଅଶାନ୍ତିର ଝଡ ଶାନ୍ତ ହେବ।ପ୍ରତିକାର- ମନ୍ଦିର ସାମ୍ନାରେ ମୁଣ୍ଡ ନୂଆଁଇ ପ୍ରଣାମ କରନ୍ତୁ।

କର୍କଟ:-

ଉତ୍ତରାଧିକାରୀ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି। କର୍ମକ୍ଷେତ୍ରରେ ପଦୋନ୍ନତି, ସୁଖ, ସମ୍ପତ୍ତି ଲାଭ ଓ ସାହାଯ୍ୟ ପ୍ରାପ୍ତି ହେବ। ଗୃହବାହନ ପ୍ରାପ୍ତି ପରିଜନ ଓ ସାଧୁଜନପ୍ରିୟ ହେବେ। ନିଜସ୍ଵାର୍ଥ ପାଇଁ ଠିକିଲେ ଶିଖିବା ସ୍ଵଭାବ  ପ୍ରକାଶ ପାଇବ । ପ୍ରତିକାର- ଗୁଡ ରୁଟି ଗାଈକୁ ଖାଇବାକୁ ଦିଅନ୍ତୁ।

<<< ଓଡିଆ କ୍ୟାଲେଣ୍ଡର ୨୦୧୮ >>> | <<< ଜାତକ ବିଚାର>>>

ସିଂହ:-

ଆୟ ବ୍ୟୟରେ ତାଳମେଳ ରହିବ ନାହିଁ। କର୍ମରେ ଅସନ୍ତୋଷ ସୃଷ୍ଟି ହେବ। ଅନେକ କ୍ଷେତ୍ରରେ ଲଜ୍ଜା ଅପମାନ ସହ୍ୟ କରିବାକୁ ପଡିପାରେ। ବ୍ୟୟ ବୃଦ୍ଧି ହେତୁ ଧନ ଆଶା କରିବା ନିରର୍ଥକ ହେବ। ଅର୍ଥ ସଂପର୍କିତ  ଚୁକ୍ତିପତ୍ର କଲେ ବିପଦରେ ପଡିବେ। ପ୍ରତିକାର-ଗାଈକୁ ସଦ୍ୟ କଞ୍ଚାଘାସ  ଖୁଆନ୍ତୁ,    

କନ୍ୟା:-

ଧନ ସମ୍ପତିରେ ଘର ହସି ଉଠିବ । ଉଚ୍ଚଆଶା ସଫଳ ହେବ। ବିଚାର ବିଭାଗ ରାୟ ସପକ୍ଷରେ ଯିବ। ସରକାରୀ ଚାପ ପଡିଲେ ମଧ୍ୟ ରାଜନୀତିରେ ସଫଳତା ମିଳିବ। ବ୍ୟବସାୟରେ  ସାମାନ୍ୟ ଲାଭ ପାଇବେ। ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ। ପରିବାରରେ ମାନ ମନାନ୍ତର ଦୂର ହେବ। ପ୍ରତିକାର- ଗ୍ରାମ୍ୟଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ।

ଆହୁରି ପଢନ୍ତୁ: ଦିନଟି ଭଲରେ କଟିବାପାଇଁ କରନ୍ତୁ ଏହି ପାଞ୍ଚୋଟି କାମ।

ତୁଳା:-

ସମାଜ ସେବା ଓ ରାଜନୀତିରେ ସ୍ଵନାମ ଅର୍ଜନ କରିପାରିବେ। ସ୍ଵାସ୍ଥ୍ୟରେ ଉନ୍ନତି, ମାନସିକ ସ୍ଥିରତା ମାଲିମୋକଦ୍ଦମା, ସାକ୍ଷାତକାରରେ ଜୟଲାଭ ହେବ। ଦାମ୍ପତ୍ୟ ଓ ପାରିବାରିକ ସ୍ତରରେ ଶାନ୍ତି ଶୃଙ୍ଖଳା ବଜାୟ ରହିବ। ପରସ୍ପରକୁ ସାହାଯ୍ୟ ସହଯୋଗ କରି ଗଠନମୂଳକ ଦିଗପ୍ରତି ଆଗ୍ରହୀ ହେବେ। ପ୍ରତିକାର- ଚଣାଡାଲି ମନ୍ଦିରରେ ଦାନ କରନ୍ତୁ।

ବିଛା:-

ପିଲାମାନଙ୍କ କାର୍ଯ୍ୟରେ ଆନନ୍ଦିତ ହେବେ। ପାରିବାରିକ କ୍ଷେତ୍ରରେ ମାନସିକ ବିଷାଦ, ଦାମ୍ପତ୍ୟ କଳହ, ଭୟ ଆଶଙ୍କା ଗ୍ରସ୍ତ ଓ ଦ୍ଵନ୍ଦ ଦୂରେଇଯିବ। କର୍ମ ମୁଖରତା ଯୋଗେ ବିଛିନ୍ନ ହୋଇ ପଡିବା ଅସମ୍ଭବ ନୁହେଁ। ବ୍ୟବସାୟରେ ବକେୟା ଅର୍ଥ ଆଦାୟ ହେବ। ପ୍ରତିକାର- ଲାଲ୍ ରଙ୍ଗର ବସ୍ତ୍ର ପରିଧାନ କରନ୍ତୁ।

ଆହୁରି ପଢନ୍ତୁ: ଏହି ପାଞ୍ଚୋଟି ଉପାୟ ଦୂର କରିପାରେ ଘରେ ବା ବ୍ୟବସାୟ କ୍ଷେତ୍ରରେ ଅର୍ଥାଭାବ ।

ଧନୁ:-

ପାରିବାରିକ ସ୍ତରରେ ଭୁଲ ବୁଝାମଣାର ସମାଧାନ ହୋଇ ସୁଖ- ଶାନ୍ତି  ବିରାଜ ମନ କରିବ। ଉନ୍ନତିମୂଳକ ପଦକ୍ଷେପ ନେବା ଫଳରେ ମାନସିକ ଦୁଶ୍ଚିନ୍ତା ଓ ଶତୃବଧା ଦୂରେଇ ଯିବ। ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତି ପାଇବେ। ପ୍ରତିକାର- ଚଣାଡାଲି ମନ୍ଦିରରେ ଦାନ କରନ୍ତୁ।

ମକର:-

ଉତ୍ତମ ଯୋଜନାବଦ୍ଧ ହେବାର ସମ୍ଭାବନା ଅଛି। ବନ୍ଧୁବାନ୍ଧବ ମାନେ ଆର୍ଥିକ କ୍ଷେତ୍ରରେ ସାହାଯ୍ୟ ସହଯୋଗ କରିବେ। ନିର୍ମାଣ ମୂଳକ ଯୋଜନାରେ ଆଗେଇପାରିବେ। ପାରିବାରିକସ୍ଥିତି ସନ୍ତୋଷ ଜନକ ହେବ। ରାଜନୀତିରେ ସଫଳତା ମିଳିବ। ପ୍ରତିକାର-ଷଣ୍ଢକୁ ଗୁଡରୁଟି ଖୁଆନ୍ତୁ।

Jyotirbid Dr. Pramod Satapathy
Jantra Jyotisha

For personalized consultation and appointment,
you can connect on WhatApp @ 7008758366
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366

କୁମ୍ଭ:-

ପାରିବାରିକ କ୍ଷେତ୍ରରେ ସ୍ନେହ  ସଦ୍ଭାବ ଦେଖାଦେବ। ବ୍ୟବସାୟରେ ଇଚ୍ଛା ମୁତାବକ ଲାଭପାଇବେ। ଅନେକ ଶୁଭ କର୍ମର ସୁଯୋଗ ପାଇବେ। ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ। ଆୟବୃଦ୍ଧି, ଋଣମୁକ୍ତି, କର୍ମ କ୍ଷେତ୍ରରେ ଲୋକ ସମ୍ପର୍କ ବୃଦ୍ଧି ହେବ। ପ୍ରତିକାର- ମୁଗଡାଲି ହଳଦିଆ କପଡାରେ ବାନ୍ଧି ମନ୍ଦିରରେ ଦାନ କରନ୍ତୁ।

ମୀନ:-

ବ୍ୟବସାୟରେ ଲାଭର ପରିମାଣ ଅଧିକ ହେବ। ପାରିବାରିକ ସ୍ନେହ ସହାନୁଭୁତି ପ୍ରାପ୍ତି ହେବ। ଶତୃମାନେ ମଥାନତ କରିବେ। ପୁରାତନ ରୋଗର ଉପସମ ଓ ବନ୍ଧୁ ସମାଗମ ହେବ। ଅଭାବ ଅସୁବିଧା ଥାଇ ମଧ୍ୟ କୌଣସି କାମ ଅଟକିବନାହିଁ। ନିଜ ଚେଷ୍ଟାରେ ବାକିଥିବା ଅର୍ଥ ପାଇବେ। ପ୍ରତିକାର- ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!