ଦୈନିକ ରାଶିଫଳ: ୨୦ ଫ୍ରେବୃୟାରୀ ୨୦୨୦, ମା ଲକ୍ଷ୍ମୀଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ହେବ ଆକସ୍ମିକ ଧନ ପ୍ରାପ୍ତ

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୦ ମସିହା, ଫେବୃଆରୀ ମାସ ୨୦ତାରିଖ, ଗୁରୁବାର, କୁମ୍ଭ ମାସ ଦିନ, ଫାଲଗୁନ ମାସ, କୃଷ୍ଣପକ୍ଷ, ଦ୍ଵାଦଶୀ ତିଥି, ପୂର୍ବାଷାଢା ନକ୍ଷତ୍ର, ସକାଳ ୭ଟା ୨୭ମି ଗତେ ଉତ୍ତରାଷାଢା ନକ୍ଷତ୍ର, ଧନୁ ରାଶିରେ ଚନ୍ଦ୍ର। ତୁଳା, କୁମ୍ଭ ରାଶିର ଘାତବାର ଓ ଘାତଚନ୍ଦ୍ର। ପୋଇ ଓ ମସୁର ଡାଲି ନ ଖାଇଲେ ଭଲ। ଶୁଭସମୟ ପ୍ରାତଃ ୬ଟା ୧୮ ରୁ ୭ଟା ୪୭ମି, ଦିବା ୧୦ଟା ୫୨ ରୁ ୧ଟା ୮ମି।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:- 

ଶାରୀରିକ କଷ୍ଟ ଦୂର ହେବ। ବନ୍ଧୁମିତ୍ରଙ୍କ ସହିତ ସମୟ ବିତେଇବେ। ପାରିବାରିକ ସମସ୍ୟା ନିଜର ବୁଦ୍ଧି, ବିବେକ ଖଟାଇ ସମାଧାନ କରିପାରିବେ। ବାଦବିବାଦ, ମାଲିମକଦ୍ଦମାରେ ବିଜୟୀ ହେବେ। ମନରେଥିବା କାମନା ପୂର୍ଣ୍ଣ ହେବ। ଆର୍ଥିକ ଉନ୍ନତି ଫଳରେ ଚିନ୍ତା କରିଥିବା କାର୍ଯ୍ୟ ଠିକ୍ ସମୟରେ ପୂରଣ ହୋଇ ପାରିବ। ବ୍ୟବସାୟରେ ଆଶାତୀତ ଲାଭକରି କିଛି ନୂତନ ପଦାର୍ଥ ସଂଗ୍ରହ କରି ପାରନ୍ତି। ସନ୍ତାନ ସମ୍ବନ୍ଧୀୟ ଶୁଭ ସମାଚାର ମିଳିପାରେ। ପ୍ରତେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ।  ପ୍ରତିକାରମାଦକଦ୍ରବ୍ୟ ସେବନ କରନ୍ତୁ ନାହିଁ।

ବୃଷ:-

ବନ୍ଧୁମିତ୍ରଙ୍କ ଆଗମନ ହେବ ଓ ବନ୍ଧୁଙ୍କର କୌଣସି ମହତ୍ଵପୂର୍ଣ୍ଣ କାମ ଆପଣଙ୍କ ଦ୍ଵାରା ହୋଇପାରେ। ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ। ଧର୍ମ-କର୍ମରେ ରୁଚି ବୃଦ୍ଧି ହେବ। କୌଣସି କାମରେ ବିଶେଷ ଜ୍ଞାନ ହାସଲ କରିବେ। ରାଜନୀତି କ୍ଷେତ୍ରରେ ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ। ଶିକ୍ଷା କ୍ଷେତ୍ରରେ ପରୀକ୍ଷା, ପରିଣାମ ଅନୁକୂଳ ହେବ। ଉଚ୍ଚ ଶିକ୍ଷା ହାସିଲ କରିବା ପାଇଁ ପ୍ରୟାସରତ ରହିବେ। ବନ୍ଧୁ ବାନ୍ଧବଙ୍କଦ୍ଵାରା ସମସ୍ୟାର ସମାଧାନ ହୋଇ ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ। ପ୍ରତିକାର କୁକୁରକୁ ଖାଇବାକୁ ଦିଅନ୍ତୁ।

ମିଥୁନ:-

ସେୟାର ବଜାର ଓ ପୁଞ୍ଜି ନିବେଶ କରିଲେ ବହୁତ ଧନ ପ୍ରାପ୍ତ ହେବ। ପୁରୁଣା ନିବେଶ ଲାଭ ଦେବ। ଆର୍ଥିକସ୍ଥିତି ସୁଧୁରି ଯିବା ଫଳରେ ଯଶ ପ୍ରତିଷ୍ଠା ମିଳିବ। ପ୍ରପର୍ଟୀ ସମ୍ବନ୍ଧିୟ ମାମଲା କାହାର ମଧ୍ୟସ୍ଥତା ଦ୍ଵାରା ଦୂର ହେବ। ପ୍ରେମୀ-ପ୍ରେମିକାଙ୍କ ସାମଞ୍ଜସ୍ୟ ବୃଦ୍ଧି ହେବ। ସ୍ଵାସ୍ଥ୍ୟର କିଛି ପରିବର୍ତ୍ତନ ଘଟିବ। ସମସ୍ତ ଫଇସଲା ଓ ନିର୍ଣ୍ଣୟ ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ। ଅଟକିଥିବା କାର୍ଯ୍ୟ ପୂରଣ ହେବ। ପ୍ରତିଯୋଗୀତା ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ। କଠିନ କାର୍ଯ୍ୟ ସହଜରେ ସମାଧାନ କରିବେ। ସାମାଜିକ ପତିଆରା ଅମଳିନ ରହିବ। ନୂତନ ଗୃହସୁଖ ଓ ଯାନବାହନ ସୁଖ ମିଳିବ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କର୍କଟ:-

ସ୍ଵାସ୍ଥ୍ୟକ୍ଷେତ୍ରରେ ପରିବର୍ତ୍ତନ ଆସିବ। କୌଣସି ଶୁଭକାର୍ଯ୍ୟ କରିବାକୁ ଆୟୋଜନ ମଧ୍ୟ କରିବେ। ନୂଆଲକ୍ଷ ପୂରଣ କରିବା ପାଇଁ ସମୟ ନିର୍ଦ୍ଧାରଣ କରିବେ। ରାଜନୀତି କ୍ଷେତ୍ରରେ ମାନସମ୍ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ, ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ଗୃହୋପକରଣ କ୍ରୟ କରିବା ପାଇଁ ମନ ବଲେଇବେ ଓ ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ। ସନ୍ତାନର ଖୁସି ଓ ସୁରକ୍ଷିତ ଅନୁଭବ କରିବେ। ପ୍ରତିକାରମାଗଣାରେ କୌଣସି ଦ୍ରବ୍ୟ ଗ୍ରହଣ କରନ୍ତୁ ନାହିଁ।

ସିଂହ:- 

ଶତୃମାନେ ସତଚେଷ୍ଟା କଲେ ମଧ୍ୟ କୌଣସି କ୍ଷତି କରିପାରିବେ ନାହିଁ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ସୁଖ ସମୃଦ୍ଧି ବୃଦ୍ଧି ହେବା ସହ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ସ୍ୱାସ୍ଥ୍ୟସମସ୍ୟା ଦୂର ହୋଇଯିବ। ଅଧ୍ୟାପନା ମାମଲାରେ ଆଗକୁ ଗତି କରିବେ। ଭାଇ ଓ ଭଉଣୀ ମାନଙ୍କ ସହ ମନୋ ମାଳିନ୍ୟ ଦୂର ହେବ। ସନ୍ତାନଙ୍କ ସମ୍ବନ୍ଧିତ କୌଣସି ମହତ୍ଵପୂର୍ଣ୍ଣ କାମ ହୋଇ ପାରେ। ଭ୍ରମଣ, ରାଜନୀତି, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଲାଭ ପାଇବେ। କର୍ମକ୍ଷେତ୍ରରେ ସରକାରୀ କାର୍ଯ୍ୟରେ ସଫଳତା ପ୍ରାପ୍ତ ହେବ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

କନ୍ୟା:-

ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବା ଫଳରେ ମାନସିକ ଏକାଗ୍ରତା ବଜାୟ ରହିବ। କୌଣସି ନୂତନ ବ୍ୟକ୍ତିଙ୍କ ସହିତ ଭେଟ ହେବା ଫଳରେ ସୁଖ ସମୃଦ୍ଧି ବୃଦ୍ଧି ହେବ। ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ। ରାଜନୀତିରେ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢେଇବ। କୌଣସି ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ। ପ୍ରତିଯୋଗିତା ପରୀକ୍ଷାରେ ସଫଳତା ମିଳିବ। ମିତ୍ରଙ୍କ ସହାୟତା ଦ୍ଵାରା ଉନ୍ନତି ହେବ। ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ। ପ୍ରେମ-ପ୍ରସଙ୍ଗରେ ସଫଳତା ମିଳିବ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ତୁଳା:-

ରାଜନୀତିରେ ଉନ୍ନତି ହେବା ସହ ବରିଷ୍ଠ ବ୍ୟକ୍ତି ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢୀଭୁତ ହେବ। ଘର ପରିବାରରେ ବାତାବରଣ ଶାନ୍ତିପୂର୍ଣ୍ଣ ରହିବ। ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ବିଜୟୀ ହୋଇ ସମ୍ମାନିତ ହେବେ। ଶିକ୍ଷାକ୍ଷେତ୍ରରେ ହସ ଖୁସିରେ ସମୟ କଟିବା ସହ ଉଚ୍ଚ ଶିକ୍ଷା ଲାଭ କରିବାର ସୁଯୋଗ ପାଇବେ। ସନ୍ତାନମାନଙ୍କ ପାଇଁ ଚିନ୍ତିତ ରହିବେ। ଧାର୍ମିକ କାର୍ଯ୍ୟରେ ବାଧା, ଶାରିରୀକ ଅସୁସ୍ଥତା ସହ ମାନସିକ ଅଶାନ୍ତି ଦେଖାଦେଇ ପାରେ। ଯାନବାହାନ ଓ ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳପ୍ରଚଳ ହେବା ଅତ୍ୟନ୍ତ ଜରୁରୀ। ପ୍ରତିକାର କୁକୁରକୁ ଖାଇବାକୁ ଦିଅନ୍ତୁ।  ଘାତଘାତ

ବିଚ୍ଛା:-

ଶୁଭ ସମାଚାର ମିଳିପାରେ। ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ। ନୂଆ ଜ୍ଞାନର ବୃଦ୍ଧି ହେବ। ଧୈର୍ଯ୍ୟ ଓ ବୁଦ୍ଧିବଳରେ ନିଜର କାର୍ଯ୍ୟ ହାସଲ କରିପାରିବେ। ସରକାରୀ ଚାପ ପଡିଲେ ମଧ୍ୟ କର୍ମକ୍ଷେତ୍ରରେ ଉନ୍ନତି ହେବ। ଛାତ୍ରଛାତ୍ରୀମାନଙ୍କର ଶିକ୍ଷକ ଓ ସହପାଠୀମାନଙ୍କ ମଧ୍ୟରେ ସମନ୍ଵୟ ରହି ବନ୍ଧୁତ୍ଵ ବୃଦ୍ଧି ପାଇବ। ରାଜନୀତିରେ ସମାଜ ସେବା  କରି ସ୍ଵନାମ ଅର୍ଜନ କରି ପାରିବେ। ଆଧ୍ୟାତ୍ମିକ କ୍ଷେତ୍ରରେ ଉନ୍ନତି ହେବ। ପ୍ରେମୀ ପ୍ରେମିକାଙ୍କ ମିଳନ ହେବ ଓ ସଫଳତା ମିଳିବ। କୌଣସି ନୂତନ କାର୍ଯ୍ୟ ଆରମ୍ଭ ନକରିବା ଉଚିତ୍ । ପ୍ରତିକାର ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ଧନୁ:-

ଧନ ଆଦାନ ପ୍ରଦାନରେ ଲାଭବାନ୍ ହେବେ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରି ପାରିବେ। କୌଣସି ନୂତନ କର୍ମ କରିବାକୁ ଚାହୁଁଥିଲେ ସେଥିରେ ବିଜୟୀ ହେବେ। ପ୍ରବାସ ଯାତ୍ରାରେ ଲାଭବାନ ହେବେ। ସ୍ଵାସ୍ଥ୍ୟରେ ଉନ୍ନତି ହେବା ଫଳରେ ମାନସିକ ସ୍ଥିରତା ଆସିବ। ସନ୍ତାନଙ୍କ ସମ୍ବନ୍ଧିତ କୌଣସି ମହତ୍ଵପୂର୍ଣ୍ଣ କାମ ହୋଇପାରେ। ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ। ବିଚାର ବିଭାଗର ରାୟ ଆପଣଙ୍କ ସପକ୍ଷରେ ଯିବ। ଉଚ୍ଚଆଶା ସଫଳ ହେବା ଫଳରେ ପାରିବାରିକ କ୍ଷେତ୍ରରେ ଖୁସି ମିଳିବ। ପ୍ରତିକାର ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ।

ମକର:-

ପାରିବାରିକକ୍ଷେତ୍ରରେ ବୁଝାମଣା ଠିକ୍ ରହିବ। ବନ୍ଧୁଙ୍କ ନିମନ୍ତ୍ରଣ ପାଇ ଦୂରଯାତ୍ରା କରିବାକୁ ପଡ଼ି ପାରେ। ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟରେ ନିଜର ଯୋଜନା ମୁତାବକ କାମ କରିବେ। କର୍ମଚାରୀ ମାନଙ୍କୁ ଭରସା କଲେ କୌଣସି ପ୍ରକାର ଅସୁବିଧା ହେବନାହିଁ। ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବ। ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁ ରୂପେ ହେବ। ଚାକିରୀ କ୍ଷେତ୍ରରେ ପଦୋନ୍ନତି ହେବା ସହ ସ୍ଥାନାନ୍ତର ମଧ୍ୟ ହୋଇପାରେ। ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ। ରାଜନୀତିରେ ଉନ୍ନତି ହେବ। ମିତ୍ରଙ୍କ ଦ୍ଵାରା ସହାୟତା ମିଳିବ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।  

କୁମ୍ଭ:-

ସରକାରୀ କ୍ଷେତ୍ରରେ ସଫଳତା ମିଳିବ। ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ। ନିଜର ଇଛା ପୂରଣ ପାଇଁ କୌଣସି କର୍ମକରି ପ୍ରଶଂସା ପାଇବେ। କମିଶନ କାର୍ଯ୍ୟରେ ଲାଭ ହେବାର ସମ୍ଭାବନା ଅଛି। ରାଜନୀତି କ୍ଷେତ୍ରରେ ସଂଘର୍ଷ ମଧ୍ୟ ଦେଇ ସମୟ ବିତାଇ ପାରନ୍ତି। ଯାନବାହାନ ବ୍ୟବସାୟରେ ତଥା ଭ୍ରମଣ ସଙ୍କ୍ରାନ୍ତିୟ ବ୍ୟବସାୟରେ କ୍ଷତି ସହି ବାକୁ ପଡି ପାରେ। ଯାନବାହାନ ଓ ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳପ୍ରଚଳ ହେବା ଅତ୍ୟନ୍ତ ଜରୁରୀ। ପାରିବାରିକ କ୍ଷେତ୍ରରେ ନୈରାଶ୍ୟ, ଅର୍ଥାଭାବ ଦେଖାଦେଇ ପାରେ। ପ୍ରତିକାର ଇଷ୍ଟଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ। ଘାତ ଘାତ

ମୀନ:- 

ଶତୃମାନେ ଦୂରେଇ ଯିବା ଫଳରେ କର୍ମକ୍ଷେତ୍ରରେ ଅଧିକାରୀ କାମରେ ପ୍ରସନ୍ନ ରହିବେ। ବହୁତ ଦିନରୁ ଯେଉଁ କାମ ପାଇଁ ଚିନ୍ତା କରୁଥିଲେ ତାହା ଆଜି ଅଳ୍ପ ପ୍ରୟାସରେ ପୂର୍ଣ ହୋଇଯିବ।  ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରି ପାରନ୍ତି। ନୂତନ କାର୍ଯ୍ୟଆରମ୍ଭ କରି ପାରିବେ। ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ ହେଲେ ଆଗେଇ ନବା ଉଚିତ୍। ପାରିବାରିକ ମାମଲା ବହୁତ ଶାନ୍ତି ପୂର୍ଣ୍ଣ ରହିବ। ରାଜନୀତି କ୍ଷେତ୍ରରେ ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!