ଦୈନିକ ରାଶିଫଳ: ୨୦ ଜାନୁୟାରୀ ୨୦୧୯, ସୂର୍ଯ୍ୟ ଦେବଙ୍କ ରାଶି ପରିବର୍ତ୍ତନ ହେତୁ ସମସ୍ତ ରାଶି ଉପରେ ପଡିବ ଏହାର ପ୍ରଭାବ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ଦୈନିକ ରାଶିଫଳ: ୨୦ ଜାନୁୟାରୀ ୨୦୧୯

ମେଷ:

ନିକଟ ସମ୍ପର୍କୀୟମାନଙ୍କ ଶୁଭକାମନା ଓ ସାହାଯ୍ୟକାରୀ ମନୋବୃତ୍ତି ସାମୟିକ ମନକୁ ଖୁସି କରିପାରେ। ସାମାଜିକ ସ୍ତରରେ ନିଜର ଉପସ୍ଥିତି ବୁଦ୍ଧି ପ୍ରୟୋଗ କରି କାର୍ଯ୍ୟ ହାସଲ କରିବେ ଓ ଆନୁଷ୍ଠାନିକ କାମରୁ ସମ୍ମାନଲାଭ ହେବ। ବିଦେଶଯାତ୍ରାରେ ଯଶଲାଭ, ଆଧ୍ୟାତ୍ମିକ, ଧାର୍ମିକ ଓ ସାମାଜିକ କାର୍ଯ୍ୟ ସଂସ୍ଥାରେ ସାମିଲ ହେବେ। ଉତ୍ତମ ରୋଜଗାର ହେବ। ରାଜନୈତିକ କ୍ଷେତ୍ରରେ ସଫଳତା ପାଇବେ ଓ ଯଶ, ମାନ ବୃଦ୍ଧି ହେବ। ନୂତନ ଗୃହ ନିର୍ମାଣ କରିବେ। ଆକସ୍ମିକ ଅର୍ଥଲାଭ, ନୂତନ ବନ୍ଧୁଲାଭ, ଅଧାଥିବା କାର୍ଯ୍ୟ ସମ୍ପୂର୍ଣ୍ଣ ହେବ। ମହିଳାମାନେ ସତକଥା କହି ନିଜ ପରିସରରେ ପ୍ରଶଂସିତ ହୋଇପାରନ୍ତି। ପ୍ରତିକାର- ଗୁଡ ରୁଟି ଗାଈକୁ ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:

ବ୍ୟବସାୟିକ କ୍ଷେତ୍ରରେ ଆଶାଜନକ ଫଳପ୍ରାପ୍ତିହେବ ଓ ଆଶା ଆକାଂକ୍ଷା ମହତ୍ୱାକାଂକ୍ଷା ପୂର୍ଣ୍ଣହେବ। ସାଧାରଣ କେତେକ ସୁବିଧା ସୁଯୋଗକୁ ବାଦ୍ ଦେଲେ କେତେକ କ୍ଷେତ୍ରରେ ସାମାନ୍ୟ ବ୍ୟତିକ୍ରମ ଦେଖାଦେବ। ଗାମ୍ଭୀର୍ଯ୍ୟପୂର୍ଣ୍ଣ ଯୁକ୍ତିଯୁକ୍ତ କଥାକହି ପରିସ୍ଥିତିକୁ ସମ୍ଭାଳିବାରେ ସମର୍ଥ ହୋଇପାରିବେ। ଗୃହୋପକରଣ କ୍ରୟ କରି ପାରନ୍ତି। ଯୁବକ ଯୁବତୀମାନେ ଆମୋଦ-ପ୍ରମୋଦ, କ୍ରିଡା, ମନୋରଞ୍ଜନ, ନୃତ୍ୟ ଗୀତ, କଳା ସଙ୍ଗୀତ, ଭୋଜିଭାତ, ମଉଜ ମଜିଲିସ୍ ରସୁଯୋଗ ପାଇବେ। ପ୍ରେମ-ପ୍ରସଙ୍ଗରେ ସଫଳତା ମିଳିବ ଓ ବିବାହ ସ୍ଥିର ହେବ। ପ୍ରତିକାର- ମୁହଁ ମିଠା କରି ଘରୁ ବାହାରନ୍ତୁ।

ମିଥୁନ:

ସମସ୍ୟା ଗୁଡ଼ିକ ସରଳ ସମାଧାନ କରିବାରେ ସମର୍ଥ ହେବେ। ଅର୍ଥ ଲାଭର ଯୋଜନା କରିବା କାମରେ ନିଜକୁ ନିୟୋଜିତ କରିପାରନ୍ତି। ପଡ଼ୋଶୀମାନେ କଅଁଳିଆ କଥା କହି କାର୍ଯ୍ୟ ହାସଲ କରିବାର ଚେଷ୍ଟା କରିବେ। ଆର୍ଥିକ ସ୍ଥିତି ପୂର୍ବପରି ରହିବ, ଯାହାକି ସାମୟିକ ଚିନ୍ତା ଉଦ୍ରେକ କରିପାରେ। ମହିଳାମାନେ ନିଜ ଗୃହ ସମସ୍ୟା ସଜାଡିବାକୁ ସୁବିଧା ପାଇବେ। ବାଦ-ବିବାଦ, କ୍ରିଡା, ପ୍ରତି ଦ୍ଵନ୍ଦିତା, ପ୍ରତି ଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ରାଜନୀତି କ୍ଷେତ୍ରରେ ମାନସମ୍ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ। ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।

କର୍କଟ:

ଯେକୌଣସି ସମସ୍ୟା ଆସିଲେ ମଧ୍ୟ ତାହାକୁ ଠିକ୍ ଭାବରେ ସାମ୍ନା କରିବାର ସାହାସ ରହିବ। କରଜଦାତାଙ୍କ କରଜ ପରିଶୋଧ କରିବା ପାଇଁ ସୁବିଧା ପାଇବେ। ସମସ୍ୟା ସମାଧାନର ରାସ୍ତା ଖୋଜି ବାହାର କରିବାରେ ସଫଳ ହେବେ। ମହିଳାମାନେ ଲକ୍ଷ୍ୟ ହାସଲ କରିବାରେ ସମର୍ଥ ହେବେ । ସ୍ଥଗିତ କର୍ମଗୁଡ଼ିକର ସମ୍ପାଦନ କରିବେ। ବ୍ୟବସାୟ କ୍ଷେତ୍ରରେ ଠିକ୍ ଓ ଯୁକ୍ତିଯୁକ୍ତ କଥାକହି ଅନ୍ୟମାନଙ୍କୁ ଆପଣେଇ ପାରିବେ । ଅନ୍ୟାୟ ବିରୋଧରେ ସ୍ୱର ଉଠାଇ ଆନନ୍ଦ ଅନୁଭବ କରିବେ। ଦୂର ଯାତ୍ରାରେ ସଫଳତା ମିଳିବ। ପ୍ରତିକାର- କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।

ସିଂହ:

ନିକଟ ସମ୍ପର୍କୀୟମାନଙ୍କ କାର୍ଯ୍ୟକଳାପ ଆପଣଙ୍କ ପାଇଁ ସନ୍ତୋଷ ସୃଷ୍ଟି କରିବ। ଆନୁଷ୍ଠାନିକ କାମରେ ଆପଣ ଗଠନମୂଳକ ପ୍ରସ୍ତାବ ନେଇ ବନ୍ଧୁମାନଙ୍କ ଦ୍ୱାରା ପ୍ରଶଂସିତ ହେବେ। ପରିବହନ ବ୍ୟବସାୟ, ଗବେଷଣା, ଯୋଗାଯୋଗ ସକାଶେ ଦିନଟି ବହତୁ ଭଲ। କଳା, ସାହିତ୍ୟ, ଚଳଚ୍ଚିତ୍ର ଓ ସଙ୍ଗୀତ ପ୍ରଭୃତିରୁ ସୁଫଳ ପାଇବେ। ରାଜନୈତିକ କ୍ଷେତ୍ରରେ ନୂତନ ଦିଗନ୍ତ ସୃଷ୍ଟି କରି ଚର୍ଚ୍ଚିତ ହେବେ। ମହିଳାମାନେ ବ୍ୟସ୍ତତା ଭିତରେ କାର୍ଯ୍ୟ ସାଧନ କରିବେ ଓ ଗୃହୋପକରଣ କିମ୍ବା ମୂଲ୍ୟବାନ୍ ସାମଗ୍ରୀ କ୍ରୟ କରିପାରନ୍ତି। ନୂତନ କର୍ମାରମ୍ଭ ହେତୁ ନୂଆ ଉତ୍ସାହ ନେଇ କାମ କରି ଚାଲିବେ। ପ୍ରତିକାର- ଷଣ୍ଢକୁ ଖାଇବାକୁ ଦିଅନ୍ତୁ।

କନ୍ୟା:

ପାରିବାରିକ କ୍ଷେତ୍ରରେ ସାହାଯ୍ୟ ଓ ସହଯୋଗ ମାନସିକ ସ୍ଥିତିକୁ ମଜଭୁତ୍ କରିବ। ଆର୍ଥିକ ସ୍ୱଚ୍ଛଳତା ଫେରି ପାଇବେ ଓ ଆଶା କରିଥିବା ଦିଗରୁ ଅର୍ଥପ୍ରାପ୍ତି ହେବ। ଆମଦାନୀ ରପ୍ତାନୀ ବାଣିଜ୍ୟ କ୍ଷେତ୍ରରେ ଉପକୃତ ହେବେ। ଯେଉଁ କାମରେ ହାତଦେବେ ତାହା ଅବଶ୍ୟ ନିର୍ବିଘ୍ନରେ ସମାପନ ହୋଇଯିବ। ବନ୍ଧୁଙ୍କଠାରୁ ସାହାଯ୍ୟର ପ୍ରତିଶୃତି ପାଇ ଟେନ୍ସନ୍ ଦୂର ହେବ। ମହିଳାମାନଙ୍କର ବହୁ ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇଯିବ। ବାଦ-ବିବାଦ, କ୍ରିଡା, ପ୍ରତି ଦ୍ଵନ୍ଦିତା, ପ୍ରତି ଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ପ୍ରେମ-ପ୍ରସଙ୍ଗରେ ସଫଳତା ମିଳିବ। ପ୍ରତିକାର- ହରିଡା ଚନ୍ଦନ ଘୋରି ଧାରଣ କରନ୍ତୁ।

ତୁଳା:

ଶାରୀରିକ ସୁସ୍ଥତା ଫେରିଆସିବା ସହ ବନ୍ଧୁ ପରିଜନଙ୍କ ସ୍ନେହ, ଶ୍ରଦ୍ଧା ପାଇବେ। ସଭାସମିତି, କ୍ରୀଡ଼ା, କଳା, ସଙ୍ଗୀତ କ୍ଷେତ୍ରରେ ଆଶାନୁଯାୟୀ ଫଳ ପାଇବେ। ସାଙ୍ଗଠନିକ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡ଼ିପାରେ। ଦୂରବନ୍ଧୁଙ୍କ ସୌଜନ୍ୟମୂଳକ ସାକ୍ଷାତ ଲାଭକରି ଖୁସୀହେବେ। ଶିଳ୍ପ, ବାଣିଜ୍ୟ, ପରିବହନ ବ୍ୟବସାୟ ଓ ନିର୍ମାଣ କ୍ଷେତ୍ରରେ ଉନ୍ନତମାନର ଫଳ ପାଇବେ। ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। ଆମୋଦ-ପ୍ରମୋଦ, ମନୋରଞ୍ଜନ, ଭୋଜିଭାତ, ମଉଜ ମଜିଲିସ୍ ରେ ବୁଡି ରହିବେ। ଯାତ୍ରାରେ ଲାଭବାନ ହେବେ। ପ୍ରତିକାର- ଅସହାୟ ବୃଦ୍ଧଙ୍କୁ ଖାଦ୍ୟ ଦିଅନ୍ତୁ।

ବିଛା:

ଆମୋଦ-ପ୍ରମୋଦ, କ୍ରିଡା, ମନୋରଞ୍ଜନ, ନୃତ୍ୟ ଗୀତ, କଳା ସଙ୍ଗୀତ, ଭୋଜିଭାତ, ମଉଜ ମଜିଲିସ୍ ର ସୁଯୋଗ ପାଇବେ। ପ୍ରେମ-ପ୍ରସଙ୍ଗରେ ସଫଳତା ମିଳିବ। ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ସ୍ଥିର ହେବ। ଆପଣ ଯେତେ ଶାଳୀନତା ରଖି କହିଲେ ମଧ୍ୟ ଅନ୍ୟମାନେ ଆପଣଙ୍କ କଥାର କଦର୍ଥ କରିବେ। ରାଜନୈତିକ କ୍ଷେତ୍ରରେ କୌଣସି ଏକ ସାଧାରଣ ଭୁଲ୍ ଭଟକା ଗୋଳମାଳିଆ ପରିସ୍ଥିତି ସୃଷ୍ଟି କରିପାରେ। ମହିଳାମାନେ ବନ୍ଧୁଙ୍କ ଅନୁରୋଧ କ୍ରମେ ଭ୍ରମଣ କାରଣରୁ କ୍ଳାନ୍ତି ଓ ଅବସାଦ ଭୋଗି ପାରନ୍ତି। ଅପରାହ୍ନ ସମୟରେ ସ୍ୱାସ୍ଥ୍ୟରେ ସାମାନ୍ୟ ବ୍ୟତିକ୍ରମ ଦେଖାଦେଇପାରେ। ପ୍ରତିକାର-ଅସହାୟକୁ ନିରାଶ କରିବେ ନାହିଁ।

ଧନୁ:

ପ୍ରତ୍ୟେକ କ୍ଷେତ୍ରରେ କେବଳ କୌଶଳପୂର୍ଣ୍ଣ କଥା କହିବା ଦ୍ୱାରା କାମ ହାସଲ କରିପାରିବେ। ଯେଉଁ ଜିନିଷ ପାଇବା ପାଇଁ ଚିନ୍ତା କରୁଥିଲେ ତାହା ନିଶ୍ଚିତ ଭାବେ ପାଇବେ। ଅଟକି ରହିଥିବା କାମଗୁଡ଼ିକ ସୁରୁଖୁରୁରେ ସମ୍ପନ୍ନ ହେବ। ବ୍ୟବସାୟ କ୍ଷେତ୍ରରେ ଆଶାଜନକ ସଫଳତା ହାସଲ କରିବେ। ଘରର ବରାଦ ମୁତାବକ କୌରସି ବିଳାସ ଉପକରଣ କିଣିପାରନ୍ତି। ମହିଳାମାନେ ନୂତନ ପ୍ରସ୍ତାବ ଦେଇ ବନ୍ଧୁ ଗହଣରେ ଚର୍ଚ୍ଚିତ ହୋଇପାରନ୍ତି। ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। ପ୍ରେମ-ପ୍ରସଙ୍ଗରେ ସଫଳତା ମିଳିବ। ପ୍ରତିକାର-ମାଗଣାରେ କୌଣସି ଦ୍ରବ୍ୟ ଗ୍ରହଣ କରନ୍ତୁ ନାହିଁ।

ମକର:

ବନ୍ଧୁଙ୍କ ସାହାଯ୍ୟ ଏବଂ ଅବଦାନ ଅବିସ୍ମରଣୀୟ ରହିବ। ଆନୁଷ୍ଠାନିକ କାମ, ଗୃହ, ଜମିଜମା, ଗାଡ଼ି ମୋଟର, ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ମାନସିକ ସ୍ଥିରତା ଅକ୍ଷୁର୍ଣ୍ଣ ରହିବ। ଆର୍ଥିକସ୍ଥିତି ଭଲ ରହିବା ଯୋଗେ କାମଗୁଡ଼ିକୁ ଯଥାଶୀଘ୍ର ଶେଷ କରିବାରେ କିଛି ଅସୁବିଧା ହେବ ନାହିଁ। ମିତ୍ରମାନେ ପରାମର୍ଶ ଦେଇ କିଛି ସମସ୍ୟାମୂଳକ କାମ ସମାଧାନ କରାଇପାରନ୍ତି। ବ୍ୟବସାୟୀ ମାନଙ୍କ ଆର୍ଥିକସ୍ଥିତି ହଠାତ୍ ବଦଳି ଯିବା ଫଳରେ ଖୁସିହେବେ। ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। ପ୍ରେମ-ପ୍ରସଙ୍ଗରେ ସଫଳତା ମିଳିବ। ପ୍ରତିକାର- କୁକୁରକୁ ଖାଇବାକୁ ଦିଅନ୍ତୁ।

କୁମ୍ଭ:

ସତସଙ୍ଗ, ମନୋରଞ୍ଜନ ଓ  କ୍ରୀଡ଼ା କ୍ଷେତ୍ରରେ ପ୍ରଶଂସିତ ହେବେ । ବିଳାସ ଉପକରଣ କ୍ରୟ କରିବା ସକାଶେ ଘରୁ ବରାଦ ପାଇବେ। ବ୍ୟବସାୟ କ୍ଷେତ୍ରରେ ମାନସିକ ସ୍ଥିତି ଭଲ ରହିବ। ନିକଟ ସମ୍ପର୍କୀୟମାନଙ୍କ ସହ ପରୋକ୍ଷ ଶତୃତା ବଦଳିଯିବ। କର୍ମକ୍ଷେତ୍ରରେ ଦୀର୍ଘଦିନରୁ ଅଟକି ରହିଥିବା କାମଟି ଉପରିସ୍ଥଙ୍କର ସୌଜନ୍ୟରୁ ହୋଇଯିବ । ସାମାଜିକ ସ୍ତରରେ ଦୃଢ଼ ପଦକ୍ଷେପ ନେଇ କାର୍ଯ୍ୟ ହାସଲ କରିବେ । ମହିଳାମାନେ ପୁରାତନ ରୋଗର ପୀଡ଼ା ଭୋଗ କରିବେ । ପରିବାରରେ ସାଧାରଣ କଥାକୁ ଜଟିଳ ଆକାରରେ ଗ୍ରହଣ କରି ଦ୍ୱନ୍ଦରେ ପଡିପାରନ୍ତି  । ପ୍ରତିକାର- ଅସହାୟ ବୃଦ୍ଧଙ୍କୁ ଖାଦ୍ୟ ଦିଅନ୍ତୁ।

ମୀନ:–

ରାଜନୈତିକ କ୍ଷେତ୍ରରେ ଶତ୍ରୁମାନେ ମିତ୍ରବତ କାର୍ଯ୍ୟ କରିବେ। ବିଦେଶ ଯାତ୍ରାରେ ଯଶ ଲାଭ ଓ ନୂତନ ବାହନଆଦି ପ୍ରାପ୍ତି ହେବାର ଯୋଗ ଅଛି। ଆକସ୍ମିକ ଅର୍ଥଲାଭ, ନୂତନ ବନ୍ଧୁଲାଭ, ଅଧାଥିବା କାର୍ଯ୍ୟ ସମ୍ପୂର୍ଣ୍ଣ କରିବାକୁ ଆଜି ଚେଷ୍ଟା କରିବେ। ସୁଖ ଶାନ୍ତିରେ ଦିନ କାଟିବେ। ସାର୍ବଜନୀନ ସମ୍ପର୍କରେ ନିଜର ବ୍ୟକ୍ତିତ୍ଵ ବିକଶିତ ହେବ। ବାଦ-ବିବାଦ, କ୍ରିଡା, ପ୍ରତି ଦ୍ଵନ୍ଦିତା, ପ୍ରତି ଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ଯୁବକ ଯୁବତୀମାନେ ଆମୋଦ-ପ୍ରମୋଦ, କ୍ରିଡା, ମନୋରଞ୍ଜନ, ନୃତ୍ୟ ଗୀତ, କଳା ସଙ୍ଗୀତ, ଭୋଜିଭାତ, ମଉଜ ମଜିଲିସ୍ ରେ ବୁଡି ରହିବେ। ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!