ଦୈନିକ ରାଶିଫଳ: ୨୦ ଜାନୁୟାରୀ ୨୦୨୦, ମହାଦେବଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କର ହେବ ସବୁ ସମସ୍ୟା ସମାଧାନ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-

କର୍ମକ୍ଷେତ୍ରରେ ଉଚ୍ଚସମ୍ପର୍କରୁ ଲାଭବାନ ହେବେ। ରାଜନୀତିରେ ଈର୍ଷାପରାୟଣ ବ୍ୟକ୍ତିମାନେ ପ୍ରତିବନ୍ଧକ ସୃଷ୍ଟି କଲେମଧ୍ୟ ପ୍ରଶଂସା ପାଇବେ। ପ୍ରତ୍ୟେକ କ୍ଷେତ୍ରରେ ଧୈର୍ଯ୍ୟ ନ ହରାଇ କାର୍ଯ୍ୟ କଲେ ବ୍ୟବସାୟିକସ୍ଥିତି ସୁଦୃଢ ହେବ। ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ। ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ-ପ୍ରସଙ୍ଗରେ ଆଶାଜନକ ଫଳପ୍ରାପ୍ତି ହେବ। ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ନିତ୍ୟଚର୍ଯ୍ୟାରେ ବ୍ୟବଧାନ ଉପସ୍ଥିତ ହେବ। ସାଧାରଣ ଘଟଣାଯୋଗୁ ବନ୍ଧୁଙ୍କ ସହ ବାଦବିବାଦଠାରୁ ଦୂରେଇ ରହିବା ଉଚିତ। ପ୍ରତିକାର ଗୋମାତାକୁ ଖାଇବାକୁ ଦିଅନ୍ତୁ।  

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ଆଶ୍ୱସ୍ତି ସୂଚକ କଥା ଶୁଣି ମନ ଖୁସି ରହିବ। ସମ୍ପର୍କୀୟମାନଙ୍କ ଦ୍ୱାରା ସୁବିଧା ପାଇବେ। ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ପ୍ରସଙ୍ଗରେ ମଧୁରତା ଆସିବ। ରାଜନୀତିରେ ପ୍ରଶଂସା, ବିଦ୍ୟାକ୍ଷେତ୍ରରେ ସଫଳ, କୃଷିଦ୍ରବ୍ୟ ବାଣିଜ୍ୟରେ ଲାଭ। ମାଲିମୋକଦ୍ଦମା, ପ୍ରତିଯୋଗିତା ପରୀକ୍ଷା ଓ ଖେଳରେ ସଫଳତା ମିଳିବ। ଅଟକିଥିବା ଧନ ପ୍ରାପ୍ତି ହେବ। ବ୍ୟବସାୟ, ବାଣିଜ୍ୟରେ ଲାଭପାଇବେ। ପାରିବାରିକ ଶୃଙ୍ଖଳା ରକ୍ଷା କରିବା ସହ ଆର୍ଥିକସ୍ଥିତି ପ୍ରାୟତଃ ଭଲ ରହିବ। ସମ୍ପର୍କୀୟଙ୍କ ଶୁଭ ସୂଚନା ଶୁଣି ଖୁସି ହେବେ। ପ୍ରତିକାରପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।

ମିଥୁନ:-

କର୍ମକ୍ଷେତ୍ରରେ ଅଧିକାରୀ କାମରେ ପ୍ରସନ୍ନ ରହିବେ। ବ୍ୟବସାୟରେ ଭାଗିଦାରୀ ମାନଙ୍କଠାରୁ ସାହାଯ୍ୟ ପାଇବେ ଓ ବହୁତ ଦିନର ବାକିପଡିଥିବା ଅର୍ଥ ପାଇବା ସହ ଆୟର ମାର୍ଗ ପ୍ରଶସ୍ତ ହେବ। ରାଜନୀତିରେ ପରିଶ୍ରମଦ୍ୱାରା କାର୍ଯ୍ୟ ସଫଳ ହେବ ଓ ବନ୍ଧୁମିତ୍ର, ଭାଇ ଭଳି ବ୍ୟକ୍ତିମାନେ ସହଯୋଗ କରିବେ। ପରିବାରର ସାହାଯ୍ୟରେ ଉପକୃତ ହେବେ। ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ ଓ ପରିସ୍ଥିତିରେ ଉନ୍ନତି ଘଟିବ। ଛାତ୍ରଛାତ୍ରୀମାନଙ୍କର ଖେଳରେ ଓ ବିଦ୍ୟାରେ ଉନ୍ନତି ହେବ ଏବଂ ଦୂରଯାତ୍ରାରେ ସୁଖମିଳିବା ସହ ଲାଭ ବାନ୍ ହେବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କର୍କଟ:-

ବ୍ୟବସାୟ ବାଣିଜ୍ୟ ମାମଲାରେ ଦୂରସ୍ଥାନ ଯିବାକୁ ପଡି ପାରେ। ସନ୍ତାନମାନଙ୍କର ଉନ୍ନତି, ସମସ୍ତ କାର୍ଯ୍ୟରେ ଶୁଭଫଳ ପ୍ରାପ୍ତି ହେବ। ରାଜନୀତି କ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ। ବାଦବିବାଦ ମାଲିମୋକଦ୍ଦମା ପ୍ରତିଯୋଗିତା ପରୀକ୍ଷାରେ ସଫଳ ହେବା ଫଳରେ ପରିବାରରେ ଆନନ୍ଦ ଲହରୀ ଖେଳିଯିବ। ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ। ସନ୍ତାନ ମାନଙ୍କର ଉନ୍ନତ୍ତି ଓ ଅଗ୍ରଗତି ଘଟିବ ବିଦ୍ୟା କ୍ଷେତ୍ରରେ ମଧ୍ୟ ସଫଳ ହେବେ। ପ୍ରତିକାର:- ଅସହାୟା ମାନଙ୍କୁ ସାହାଯ୍ୟ କରନ୍ତୁ।

ସିଂହ:-

କର୍ମାନୁଯାୟୀ ଫଳପ୍ରାପ୍ତି ହେତୁ କର୍ତ୍ତବ୍ୟ ପରାୟଣତା ରକ୍ଷା କରି ପାରିବେ। ରାଜନୀତି କ୍ଷେତ୍ରରେ କୂଟନୀତିର ପ୍ଲାନ୍ ଚଳାଇ ସ୍ଥାନ ଓ ସ୍ଥିତି ଅଟଳ ରଖି ପାରିବେ। ବନ୍ଧୁବାନ୍ଧବଙ୍କ ନିକଟରେ ଗୁରୁଗୁରୁଜନ ଓ ପ୍ରିୟଲୋକଙ୍କ ପାଖରେ ଆଦୃତ ହେବେ। ଆୟ ଉତ୍ତମ ହେବ ଓ କେତେକ ମୁଲ୍ୟବାନ ଆସବାବ ପତ୍ର କ୍ରୟ କରିବେ। ନିଜ ଲୋକଙ୍କ ତରଫରୁ ଆଶ୍ଵା ସନା ବା ସହାନୁଭୂତି ପାଇବେ। ଋଣ ଭରଣାରେ ସହଜ ହେବ। ନିବେଶ କରିଲେ ଲକ୍ଷ୍ମୀଙ୍କ କୃପା ଫଳରେ ଧନ ପ୍ରାପ୍ତ ହେବ। ସମସ୍ୟା ସମାଧାନ କରି ଶାନ୍ତି ପାଇବେ। ବ୍ୟବସାୟରେ ଭାଗିଦାରୀଙ୍କ ପାଇଁ କ୍ଷତିରୁ ବଞ୍ଚିଯିବେ। ପ୍ରତିକାର– ଷଣ୍ଢକୁ ଖାଇବାକୁ ଦିଅନ୍ତୁ।

କନ୍ୟା:-

ସମୟକୁ ହାତ ଛଡ଼ା ନ କରିବା ଉଚିତ୍। ଆର୍ଥିକ ସ୍ଥିତି ସ୍ଵଛଳ ରହିବ ଓ ଉଚ୍ଚପଦସ୍ଥ ବ୍ୟକ୍ତିଙ୍କ ଠାରୁ ସମ୍ମାନ ମିଳିବ। ଯାନବାହାନ କ୍ରୟ ବିକ୍ରୟ ଓ ସଂପତ୍ତି କ୍ରୟ ବିକ୍ରୟ ଦ୍ୱାରା ପ୍ରଚୁର ଲାଭ ପାଇବେ। ଶିକ୍ଷା ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ। ବ୍ୟବସାୟରେ ସାହାଯ୍ୟ ସହଯୋଗ ପାଇ ମହତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପୂର୍ଣ୍ଣ ହୋଇଯିବ। ରାଜନୈତିକ କ୍ଷେତ୍ରରେ ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ ଓ ପ୍ରତିଷ୍ଠା, ପ୍ରତିପତି, ମାନସମ୍ମାନ କ୍ଷାତି ବଢ଼ିବ। ପାରିବାରିକ ସମସ୍ୟା ସତ୍ତ୍ୱେ ଶାନ୍ତି ବିରାଜମାନ କରିବ ଓ ଦାମ୍ପତ୍ୟଜୀବନ ସୁଖମୟ ହେବ। ପ୍ରତିକାରମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

ତୁଳା:-

ଶିଳ୍ପବାଣିଜ୍ୟ, ବ୍ୟବସାୟ, ପରିବହନ ଓ ନିର୍ମାଣ କ୍ଷେତ୍ରରେ ଉନ୍ନତମାନର ଫଳ ପାଇବେ। କର୍ମକ୍ଷେତ୍ରରେ ଉଚିତ୍ ପରାମର୍ଶ ପାଇ ହରେଇଥିବା ଦ୍ରବ୍ୟ ଫେରି ପାଇବେ। ପରିବାରରେ ମହତ୍ୱପୂର୍ଣ୍ଣ କାର୍ଯ୍ୟକରି ପ୍ରଶଂସିତ ହେବେ। ରାଜନୀତିରେ ପରୋପକାର ସମାଜସେବା କାର୍ଯ୍ୟରେ କୃତକାର୍ଯ୍ୟ ହେବେ। ବିଦ୍ୟା ଓ ଖେଳରେ ଉନ୍ନତି ହେବା ସହ ପ୍ରଶଂସିତ ହେବେ। ଗୃହ ସମସ୍ୟା ଦୂର ହୋଇ କାର୍ଯ୍ୟ ମଧ୍ୟମ ଧରଣର ହେବ। ଦାମ୍ପତ୍ୟ ଜୀବନରେ ସୁଖବୃଦ୍ଧି ହେବ। ମନୋରଞ୍ଜନ କରିବା ପାଇଁ ସମୟ ମିଳିବ। ମଉଜ-ମସ୍ତିରେ ସମୟ କଟିପାରେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ବିଚ୍ଛା:

ବ୍ୟବସାୟରେ  ଉଧାର ଦେଇ ଫେରି ପାଇବା ସହଜ ହେବ। ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ। ସମାଜ ସେବା ଓ ରାଜନୀତିରେ ସ୍ଵନାମ ଅର୍ଜନ କରିପାରିବେ। କର୍ମ କ୍ଷେତ୍ରରେ ଉତ୍ତମ ରୋଜଗାର କରିପାରିବେ। ବନ୍ଧୁଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ରହିବେ। ଆର୍ଥିକସ୍ଥିତି ପୂର୍ବପରି ରହିବ। ସାମୟିକ ଚିନ୍ତା ଦୂରହେବ। ପିଲାଙ୍କ ସହ ଖୁସିରେ ରହିବେ। ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ। ରାଜନୀତିରେ ପ୍ରସଂଶା, ବିଦ୍ୟାରେଉନ୍ନତି, ଖେଳରେ ବିଜୟୀ ହେବେ। ପ୍ରତିକାର:- କୁକୁରକୁ ଖାଦ୍ୟ ଦିଅନ୍ତୁ।

ଧନୁ:-

ଶତୃନାଶ, ଋଣନାଶ ଓ ପୁରାତନ ରୋଗପୀଡ଼ାର ଉପଶମ ହେବ। ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ। ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ସଫଳତା ପାଇବେ। ଅନ୍ୟକୁ ନିଜ ସହ ତୁଳନା କରି ମାନସିକ ଶାନ୍ତି ଅନୁଭବ କରିବେ। ନୂତନ ବନ୍ଧୁଙ୍କ ଯୋଗେ ପଟ୍ଟ ପରିବର୍ତ୍ତନ ଘଟି ଅଶାନ୍ତି ଓ ବିଶୃଙ୍ଖଳାରୁ ମୁକ୍ତ ହେବେ ଓ ନିଃସଙ୍ଗତା ବୋଧର ପୀଡା ମଧ୍ୟ ଦୂରେଇ ଯିବ। ରାଜନୀତିରେ ପ୍ରସଂଶା, ବିଦ୍ୟାରେଉନ୍ନତି, ଖେଳରେ ବିଜୟୀ ହେବେ। ଆପଣା ଲୋକଙ୍କ ମଧ୍ୟରୁ କେହି କ୍ଷୟକ୍ଷତି ଘଟାଇବାର ଉଦ୍ୟମ କରି ପାରନ୍ତି। ପ୍ରତିକାରମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।

ମକର:-

ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ। ଅପଣା ଲୋକଙ୍କ ସହଯୋଗ ବୃଦ୍ଧି ପାଇବ ଓ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ। ଅଶକ୍ତ ଲୋକଙ୍କୁ ସହଯୋଗ କରିବା ପାଇଁ ହାତ ବଢେଇବେ। ବିତିଯାଇଥିବା ମାମଲାରେ ସଫଳତା ମିଳିବ। କାର୍ଯ୍ୟକ୍ଷେତ୍ରରେ ସମ୍ବନ୍ଧରେ ପ୍ରଗାଢତା ଆସିବ ଓ ଆଶାତୀତ ଲାଭ ଉଠେଇବେ। ରାଜନୀତିରେ ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ। ବିଦ୍ୟାର୍ଥୀଙ୍କର ବିଦ୍ୟାରେଉନ୍ନତି ହେବାରୁ ମନ ଖୁସି ରହିବ। ଯାତ୍ରାରେ ବିଶେଷ ଲାଭାନ୍ୱିତ ହେବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କୁମ୍ଭ:-

ବନ୍ଧୁ ମିତ୍ରମାନଙ୍କର ସହଯୋଗରେ ଧନସମ୍ପଦ, ବସ୍ତ୍ରଆଭୂଷଣ ଆଦି ଲାଭହେବ। ଗୃହରେ ଭାତୃବିବାଦ, ପଡ଼ୋଶୀ କଳହ, ଜମିପାଇଁ ମାଲିମକଦ୍ଦମାର ସମାଧାନ ହେବ। ବ୍ୟବସାୟରେ କଠିନ ପରିଶ୍ରମ କରିବାକୁ ପଡିବ। ରାଜନୈତିକ କ୍ଷେତ୍ରରେ ଯଶ, ମାନ ପ୍ରତିଷ୍ଠା ବୃଦ୍ଧି ହେବ। ଆକସ୍ମିକ ଅର୍ଥଲାଭ, ନୂତନ ବନ୍ଧୁଲାଭ, ଅଧାଥିବା କାର୍ଯ୍ୟ ସମ୍ପୂର୍ଣ୍ଣ ହେବ। ବିଦେଶ ଯାତ୍ରା, ସୁଖ ଶାନ୍ତି, ଯଶଲାଭ, ନୂତନ ବାହନଆଦି ପ୍ରାପ୍ତି ଯୋଗ ଅଛି। ସରକାରୀ କ୍ଷେତ୍ରରେ ଉନ୍ନତିର ସୁଯୋଗ ପାଇବେ। ପରିବାର ବା ଘର ସମ୍ବନ୍ଧୀୟ କୌଣସି ମହତ୍ଵପୂର୍ଣ୍ଣ ସମାଚାର ଶୁଣିବେ।  ପ୍ରତିକାର କୁକୁରକୁ ଖାଇବାକୁ ଦିଅନ୍ତୁ।

ମୀନ:-

ପୁରୁଣା ମିତ୍ରଙ୍କ ଦ୍ଵାରା ସୁସମ୍ବାଦ ପ୍ରାପ୍ତି ହେବ। ଦୂରଯାତ୍ରା କରିବା ଦ୍ଵାରା ବହୁତ ଲାଭ ମିଳିବ। ଘର ପରିବାରରେ କୌଣସି ଖୁସି ପ୍ରସଙ୍ଗ ଆସିବ। ମନ ଲଗାଇ କାର୍ଯ୍ୟ କରିବା ଫଳରେ ଧନ ପ୍ରାପ୍ତି ହେବ। ଚାକିରୀରେ ପ୍ରମୋଶନ ମିଳିବାର ସମ୍ଭାବନା ଅଛି। ଯେଉଁ ଜିନିଷ ପାଇବା ପାଇଁ ଚିନ୍ତା କରୁଥିଲେ ତାହା ନିଶ୍ଚିତ ଭାବେ ପାଇ ପାରନ୍ତି। କାରବାରରେ ସ୍ଥିତି ଠିକ୍ ରହିବ। ବିଦ୍ୟାର୍ଥୀଙ୍କ ମାନସିକସ୍ଥିତି ଭଲ ରହିବ। ଆଧ୍ୟାତ୍ମିକ ବା ଧାର୍ମିକ କ୍ଷେତ୍ରରେ ବ୍ୟସ୍ତ ରହି ପ୍ରସଂଶା ପାଇବେ। ଅଧିକାରୀ କାମରେ ପ୍ରସନ୍ନ ରହିବେ ଓ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ। ପ୍ରତିକାର- ମୁହଁ ମିଠାକରି ଘରୁ ବାହାରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!