ଦୈନିକ ରାଶିଫଳ: 20 ଜାନୁୟାରୀ ୨୦୨୧, ମହାଦେବଙ୍କ କୃପାରୁ ଏହି ସବୁ ରାଶିଙ୍କୁ ମିଳିବ ଆକସ୍ମିକ ଧନଲାଭ

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୧ ମସିହା, ଜାନୁୟାରୀମାସ ୨୦ତାରିଖ, ବୁଧବାର, ମକରମାସ ୭ଦିନ, ପୌଷମାସ, ଶୁକ୍ଳପକ୍ଷ, ସପ୍ତମୀତିଥି, ରେବତୀ ନକ୍ଷତ୍ର, ମୀନରାଶିରେ ଚନ୍ଦ୍ର । କର୍କଟ ରାଶିର ଘାତବାର । ଧନୁ ରାଶିର ଘାତଚନ୍ଦ୍ର, ଦିବା ୧୨ଟା ୩୬ମିନିଟ୍ ଗତେ ମେଷ ରାଶିର ଘାତଚନ୍ଦ୍ର । ତାଳ ନ ଖାଇଲେ ଭଲ, ଦିବା ୧ଟା ୧୫ମିନିଟ୍ ପରେ ନଡିଆ, ଆମିଷ ନ ଖାଇଲେ ଭଲ । ଶୁଭସମୟ- ପ୍ରାତଃ ୬ଟା ୨୮ମିନିଟ୍ ରୁ ୭ଟା ୫୪ମିନିଟ୍, ଦିବା ୧୦ଟା ୩୬ମିନିଟ୍ ରୁ ୧୧ଟା ୩୪ମିନିଟ୍, ଦିବା ୧ଟା ୪୮ମିନିଟ୍ ରୁ ୪ଟା ୪୨ମିନିଟ୍, ସନ୍ଧ୍ୟା ୬ଟା ୨୦ମିନିଟ୍ ରୁ ରାତ୍ର ୧୦ଟା ୩୮ମିନିଟ୍ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ପ୍ରଶାସନ, ପ୍ରକାଶନ, ଅଧ୍ୟୟନ ଓ ଅଧ୍ୟାପନା, ସାହିତ୍ୟ ଚର୍ଚ୍ଚା କ୍ଷେତ୍ରରୁ ଶୁଭଫଳ ମିଳିବ । ପ୍ରତିଯୋଗୀ ପରୀକ୍ଷା ଅଥବା ବିଭାଗୀୟ ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ । କୋର୍ଟ କଚେରୀ, ମାଲିମୋକଦ୍ଦମାରେ ବିଜୟୀ ହେବେ । ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବ ଓ ମାନସିକ ଏକାଗ୍ରତା ବଜାୟ ରହିବ । ବସନ ଭୂଷଣରେ ଅଧିକ ବ୍ୟୟ ଘଟିବ । ଯାହାର ବେଶି ଉପକାର କରିଥିବେ ତାହାଦ୍ୱାରା ବେଶିଆଘାତ ପାଇବେ । ଦୂରଯାତ୍ରା କରି ହଇରାଣ ହରକତ ହେବାକୁ ପଡିବ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ବୃଷ:-

ଆୟ ବୃଦ୍ଧି ହେବା ଫଳରେ ଆର୍ଥିକ ଉନ୍ନତି ହେବ । ଶତୃନାଶ, ଋଣନାଶ ଓ ପୁରାତନ ରୋଗପୀଡ଼ାର ଉପଶମ ହେବ । ନେଇଥିବା ଲୋକ କିମ୍ବା ଦେଉନଥିବା ଲୋକ ଏବଂ ସାହାଯ୍ୟ କରିଥିବା ଲୋକଠାରୁ ସମସ୍ତ ଅର୍ଥପ୍ରାପ୍ତି ହୋଇଯିବ । ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ହେବ । ପାରିବାରିକ ଜୀବନ ସୁଖ ଶାନ୍ତିରେ କଟିବ । ସାମାଜିକ କ୍ଷେତ୍ରରେ ନିଜର ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ । ବ୍ୟବସାୟରେ କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତିହେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ମିଥୁନ:-

ଶୁଭ ସମାଚାର ଶୁଣି ମାନସିକ ସ୍ଥିରତା ବଢିବ । କର୍ମକ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବେ ଓ ଉଚ୍ଚପଦସ୍ଥ ଅଫିସରମାନେ ସନ୍ତୋଷ ହେବେ । ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ ଏବଂ ଅଧିକ ରୋଜଗାର କରି ଗୃହୋପକରଣ କ୍ରୟ କରି ପାରିବେ । ପ୍ରେମକ୍ଷେତ୍ରରେ ଉନ୍ନତି ପାଇଁ ପ୍ରୟାସ ରତ ହେବେ । ବ୍ୟବସାୟରେ ସଫଳତା ମିଳିବ ଓ ଅଭିଷ୍ଟ ପ୍ରାପ୍ତି ହେବ । ଦୂରଯାତ୍ରା ପାଇଁ ସୁଯୋଗ ଆସିପାରେ । କର୍ମ ସନ୍ଧିତ୍ସୁମାନେ କର୍ମ ନିଯୁକ୍ତି ପାଇବେ । ପ୍ରତିକାର- ତୁଲସୀ ମୂଳ ମାଟି ଧାରଣ କରନ୍ତୁ ।

କର୍କଟ:-

ପ୍ରିୟଜନ ଓ ବନ୍ଧୁ ମିତ୍ରଙ୍କ ସମାଗମରେ ସମୟ ବିତିବ । ବ୍ୟବସାୟରେ ଉତ୍ତମ ରୋଜଗାର ହେଲେ ମଧ୍ୟ ଆର୍ଥିକ ସ୍ଥିତି ସାମାନ୍ୟ ବଦଳିବ । କର୍ମଚାରୀମାନେ ଅତ୍ୟଧିକ କାର୍ଯ୍ୟ ଚାପ ଯୋଗୁ ଏବଂ କଠିନ ପରିଶ୍ରମ ହେତୁ ଶାରିରୀକ ଓ ମାନସିକ କଷ୍ଟ ଭୋଗି ପାରନ୍ତି । ରାଜନୀତି କ୍ଷେତ୍ରରେ ମାନସମ୍ମାନ, ପ୍ରତିଷ୍ଠା ପ୍ରତିପତି ଅକ୍ଷୁର୍ଣ୍ଣ ରହିବ । ଆତ୍ମବିଶ୍ୱାସ ବୃଦ୍ଧି ପାଇବ । ନୂତନପନ୍ଥା ଅନୁସରଣ କରି ପରିବାରକୁ ସଜାଡ଼ି ନେବେ । ଗୃହୋପକରଣ କ୍ରୟ କରିବେ । ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ ।

ସିଂହ:-

ଗୃହରେ ଧର୍ମକାର୍ଯ୍ୟ ଓ ଧର୍ମାନୁଷ୍ଠାନରେ ଯୋଗଦାନପାଇଁ ଯାଇ ପାରନ୍ତି । ଅନେକ ଗୁଡ଼ିଏ କାର୍ଯ୍ୟବ୍ୟସ୍ତତା ଭିତରେ ରହି ନିଜର ମାନସିକ ଭାରସାମ୍ୟ ହରାଇ ପାରନ୍ତି । ବ୍ୟସ୍ତତା ଭିତରେ କାର୍ଯ୍ୟସାଧନ କରିବେ । ଅନ୍ୟାୟ ବିରୋଧରେ ସ୍ୱରଉଠାଇ ପରୋକ୍ଷ ଶତୃତା ସୃଷ୍ଟି କରିବେ । ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ନିତ୍ୟଚର୍ଯ୍ୟାରେ ବ୍ୟବଧାନ ଉପସ୍ଥିତ ହୋଇ ପାରେ । ଦାମ୍ପତ୍ୟ ସୁଖରେ ମଧୁରତା ଆସିବ ଓ ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

କନ୍ୟା:-

ଅପ୍ରତ୍ୟାଶିତ ଘଟଣା ଘଟି କରଜର ମାତ୍ରା ହ୍ରାସପାଇବ । ନିଜର ଆତ୍ମନିରୀକ୍ଷଣ, ମନୋବୈଜ୍ଞାନିକ ତଥ୍ୟ, ଅନ୍ୱେଷଣ, ଅନ୍ତର୍ଦୃଷ୍ଟି ଏବଂ ଆନ୍ତରିକ ମୂଲ୍ୟାଙ୍କନର ଅନୁଭୂତି ଜାଗ୍ରତହେବ । ସାମାଜିକ କଲ୍ୟାଣ ଓ ଜୀବନସ୍ତର ପରିବର୍ତ୍ତନର ଉଦ୍ୟମ କରି ମାନସମ୍ମାନ ବୃଦ୍ଧିହେବ । ନୂତନ ଦିଗ୍ଦର୍ଶନପାଇ, ଗୃହ, ଜାଗାଜମି ଓ ପାରିବାରିକ ସମସ୍ୟାର ସମାଧାନ ହୋଇ ସୁଖଶାନ୍ତି ବିରାଜ ମାନ କରିବ । ଭୋଗ ବିଳାସରେ ଦିନ କାଟିବା ପାଇଁ ଆଗ୍ରହୀ ହେବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ତୁଳା:-

କ୍ୟାରିଅର କ୍ଷେତ୍ରରେ ପରିବର୍ତ୍ତନ ଆସିବ । ଆର୍ଥିକ କ୍ଷେତ୍ରରେ ଉନ୍ନତି, ଶତୃ ମାନଙ୍କୁ ପରାସ୍ତ କରି ପାରିବେ ଓ ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳ ହେବେ । ଋଣ ପରିଶୋଧ କରିବା ସହ ଋଣ ପ୍ରାପ୍ତିର ସୁଯୋଗ ପାଇବେ । କର୍ମ କ୍ଷେତ୍ରରେ ଯୁକ୍ତିଯୁକ୍ତ କଥାକହି ଅନ୍ୟମାନଙ୍କୁ ଆପଣେଇ ନେବେ । କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । ସନ୍ତାନ ମାନଙ୍କ ଭବିଷ୍ୟତ ଚିନ୍ତାକରି ପୁଞ୍ଜି ଲଗାଣ, ଉଦ୍ୟୋଗ, ଧନଆଦାନ ପ୍ରଦାନରେ ଲାଭବାନ୍ ହେବେ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

ବିଚ୍ଛା:-

ଶାରୀରିକ ସୁସ୍ଥତା ଅନୁଭବ କରିବେ । ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । ରାଜନୀତି କ୍ଷେତ୍ରରେ ପଦ ପଦବୀ ଲାଭ ହେବା ସହ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ । ପରିବହନ ବ୍ୟବସାୟ, ଗବେଷଣା, ଯୋଗାଯୋଗ କ୍ଷେତ୍ରରେ ମନସ୍ଥିରଯୋଗେ କଥାବାର୍ତ୍ତାରେ ସଂଯମତା ରକ୍ଷାକରି ସମସ୍ୟାକୁ ସମାଧାନ କରି ପାରିବେ । ଅଚାନକ ଭାବେ କିଛିଅର୍ଥ ପାଇବା ଫଳରେ ଉତ୍ସାହ ଉଲ୍ଲାସରେ ସମୟ ଅତିବାହିତ କରିବେ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

ଧନୁ:-

ସମସ୍ତ ପ୍ରକାର ବ୍ୟବସାୟରେ ଉନ୍ନତି ହେବା ସହ ଅଧିକ ଲାଭ ହେବ । କର୍ମକ୍ଷେତ୍ରରେ ସହଯୋଗୀଙ୍କ ସାହାଯ୍ୟ ପାଇବେ । ପୂର୍ବସମସ୍ୟାକୁ ସମାଧାନ କରି ପଡୋଶୀଙ୍କ ସହିତ ମଧୁର ସଂପର୍କ ସ୍ଥାପନ ହେବ । ପ୍ରେମିକ ପ୍ରେମିକାମାନଙ୍କର ପ୍ରେମସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ । ଦାମ୍ପତ୍ୟ ସୁଖରେ ମଧୁରତା ଆସିବ । ମାନସିକ ଅଶାନ୍ତି ବୃଦ୍ଧି ପାଇବ । ନୂତନ କାର୍ଯ୍ୟାରମ୍ଭ କଲେ ଭୂଲରେ ଅଧିକ ଖର୍ଚ୍ଚାନ୍ତ ହୋଇ କାର୍ଯ୍ୟପୂରଣ କରି ପାରିବେ ନାହିଁ । ପ୍ରତିକାର- ଶିବମନ୍ଦିରରେ କଞ୍ଚାକ୍ଷୀର ଢାଳି ପାଦୁକ ପାନ କରନ୍ତୁ ।

ମକର:-

ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବ । କର୍ମ କ୍ଷେତ୍ରରେ ଉତ୍ତମ କାର୍ଯ୍ୟ କରି ପଦୋନ୍ନତି ପାଇବେ । ବ୍ୟବସାୟରେ ଉନ୍ନତି ଓ ଲାଭ ପ୍ରାପ୍ତି ହୋଇ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ଆସିବ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ପାରିବାରିକ ଜୀବନରେ ଦାମ୍ପତ୍ୟ ସୁଖ ବୃଦ୍ଧି ହେବ । ମହତ୍ ଉଦ୍ୟେଶ୍ୟ ନେଇ ଉଚ୍ଚ ଆକାଂକ୍ଷାରେ କାର୍ଯ୍ୟକଲେ ନିଶ୍ଚୟ ଅଭିଳାଷ ପୂର୍ଣ୍ଣହେବ । ବିଦ୍ୟାର୍ଥୀମାନେ ଶିକ୍ଷାକ୍ଷେତ୍ରରେ ଆଶାନୁରୂପ ଫଳପାଇବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କୁମ୍ଭ:-

ବ୍ୟବସାୟ କ୍ଷେତ୍ରରେ ଶତୃମାନେ ଦୂରେଇ ଯିବା ଫଳରେ ଅଧିକ ଲାଭ ପାଇ ଆର୍ଥିକ କ୍ଷେତ୍ରରେ ଉନ୍ନତି ଦେଖା ଦେବ । କର୍ମକ୍ଷେତ୍ରରେ ସହକର୍ମୀ ମାନଙ୍କର ସହଯୋଗ ପାଇ ଉତ୍ତମ କାର୍ଯ୍ୟ କରି ପ୍ରଶଂସିତ ହେବେ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ । ଆର୍ଥିକ କ୍ଷେତ୍ରରେ ଉନ୍ନତି, ଶତୃ ବୃଦ୍ଧି ହେଲେ ମଧ୍ୟ ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳ ହେବେ । ଶରୀର ସୁସ୍ଥ ରହି ଗୃହସ୍ଥ ଜୀବନ ସୁଖମୟ ହେବ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

ମୀନ:-

କଠିନ ପରିଶ୍ରମ କରିବା ଫଳରେ ବ୍ୟବସାୟରେ ଅର୍ଥ ପ୍ରାପ୍ତିର ସୁଯୋଗ ଆସିବ । ଶରୀର ସୁସ୍ଥ ରହିବ । ପୂର୍ବରୁ ଥିବା ପାରିବାରିକ ସମସ୍ୟା ଗୁଡ଼ିକ ସମାଧାନ ହେବ । କର୍ମ କ୍ଷେତ୍ରରେ ସହକର୍ମୀମାନଙ୍କ ସହଯୋଗ ଓ ଉପରିସ୍ଥ ଅଧିକାରୀଙ୍କ ପ୍ରିୟଭାଜନ ହେବେ । ସହଜ ସରଳରେ କର୍ମ ନିଯୁକ୍ତି ପାଇବେ । ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ପ୍ରସ୍ତାବ ସ୍ଥିର ହେବ । ପ୍ରେମ କ୍ଷେତ୍ରରେ ସଫଳ ହେବେ । ଶିକ୍ଷା କ୍ଷେତ୍ରରେ ପରିଶ୍ରମ ଫଳରେ ଉନ୍ନତି ହେବ । ପ୍ରତିକାର- ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 9437006746


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!