ଦୈନିକ ରାଶିଫଳ: 20 ଜାନୁୟାରୀ 2023, ମା’ ସନ୍ତୋଷୀଙ୍କ କୃପା ରହିବ ଏହି 5ଟି ରାଶି ଉପରେ, ମିଳିବ କିଛି ବଡ ଖୁସି ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୩ମସିହା, ଜାନୁୟାରୀ ମାସ ୨୦ତାରିଖ, ଶୁକ୍ରବାର, ମକରମାସ ୭ଦିନ, ମାଘମାସ, କୃଷ୍ଣପକ୍ଷ, ତ୍ରୟୋଦଶୀତିଥି ଦିବା ୧୦ଟା ପରେ ଚତୁର୍ଦ୍ଦଶୀତିଥି, ମୂଳାନକ୍ଷତ୍ର ଦିବା ୧୨ଟା ୩୯ମିନିଟ୍ ପରେ ପୂର୍ବାଷାଢା ନକ୍ଷତ୍ର, ଧନୁରାଶିରେ ଚନ୍ଦ୍ର । ବ୍ୟାଘାତ ଯୋଗ ସନ୍ଧ୍ୟା୬ଟା ୫୬ମିନିଟ୍ ପରେ ହର୍ଷଣ ଯୋଗ । ବାଣିଜ୍ୟ କରଣ ଦିବା ୧୦ଟା ୯ମିନିଟ୍ ପରେ ବିଷ୍ଟି କରଣ । ବିଛା, ଧନୁ, ମୀନ ରାଶିର ଘାତବାର । ତୁଳା, କୁମ୍ଭ ରାଶିର ଘାତଚନ୍ଦ୍ର । ନିଷେଧଖାଦ୍ୟ-ବାଇଗଣ ନ ଖାଇଲେ ଭଲ ଦିବା ୧୦ଟା ପରେ ବିରିଜାତୀୟ ଦ୍ରବ୍ୟନ ଖାଇଲେ ଭଲ । ଯୋଗିନୀ- ଦକ୍ଷିଣେ ଦିବା ୧୦ଟା ପରେ ପଶ୍ଚିମେ ଯାତ୍ରା ନିଷେଧ । ଶ୍ରାଦ୍ଧତର୍ପଣ- ଚତୁର୍ଦ୍ଦଶୀର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ- ସକାଳ ୯ଟା ୧୨ମିନିଟ୍ ରୁ ୧୧ଟା ୫୭ମିନିଟ୍, ରାତ୍ରି ୮ଟା ୪୨ମିନିଟ୍ ରୁ ୧୦ଟା ୧୯ମିନିଟ୍ । ଶୁଭସମୟ- ପ୍ରାତଃ ୬ଟା ୨୭ମିନିଟ୍ ରୁ ୭ଟା ୧୧ମିନିଟ୍, ସକାଳ ୭ଟା ୫୫ମିନିଟ୍ ରୁ ୯ଟା ୧୨ମିନିଟ୍, ଦିବା ୧୨ଟା ୧୯ମିନିଟ୍ ରୁ ୨ଟା ୩୧ମିନିଟ୍, ଦିବା ୪ଟା ରୁ ୫ଟା ୨୭ମିନିଟ୍, ସନ୍ଧ୍ୟା ୭ଟା ୧୧ମିନିଟ୍ ରୁ ରାତ୍ର ୮ଟା ୪୨ମିନିଟ୍, ରାତ୍ର ୨ଟା ୭ମିନିଟ୍ ରୁ ୪ଟା ୪୩ମିନିଟ୍ । ପର୍ବଦିନ- ଶିବ ଚତୁର୍ଦ୍ଦଶୀ ଓ ବେଢା ପରିକ୍ରମା ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-ଶ୍ରମ ସାର୍ଥକ ହୋଇ ପୂରାତନ ବନ୍ଧୁମିତ୍ରଙ୍କ ସହଯୋଗ ଅଧିକ ଲାଭଦାୟକ ହେବ । ଭାତୃ ବିବାଦ, ଜମି ବାଡ଼ି ଓ ଘରଜାଗା ନେଇ ଥିବା ଦ୍ୱନ୍ଦ୍ୱର ସମାଧାନ ହେବ । କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କଠାରୁ ପ୍ରଶଂସିତ ହେବେ । ଶତ୍ରୁମାନେ ପରାଜିତ ହେବେ । ଦାମ୍ପତ୍ୟ ସମସ୍ୟାର ସମାଧାନ ହେବା ଫଳରେ ଶାରିରୀକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । ଗଠନମୂଳକ କାର୍ଯ୍ୟପ୍ରତି ଆଗ୍ରହ ବଢ଼ିବ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ବୃଷ:-ସାମାଜିକ କାର୍ଯ୍ୟରେ ଯୋଗ ଦେଇ ପ୍ରସଂଶିତ ହେବେ । ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ରାଜନୀତି କ୍ଷେତ୍ରରେ ପରିସ୍ଥିତିକୁ ନିଜ ତରଫରେ ନେଇ, ସ୍ଵାର୍ଥସିଦ୍ଧିର ପଥକୁ ପ୍ରଶସ୍ତ କରିବା ଫଳରେ ସାମାଜିକ ଭାବମୂର୍ତ୍ତି ସୁରକ୍ଷା ହେବ । ବ୍ୟବସାୟରେ ଉଧାର ଦେଲେ ଫେରି ପାଇବା କଷ୍ଟ ହେବ । କୃଷିଜୀବି ମାନଙ୍କର ବହୁ କଷ୍ଟରେ ଅର୍ଥ ପ୍ରାପ୍ତି ହେବ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ମିଥୁନ:-ସମସ୍ତ କାର୍ଯ୍ୟରେ ସଫଳତା ପାଇବେ । ଦେଇଥିବା ଧନ ଫେରି ପାଇବା ଫଳରେ ଆର୍ଥିକ ସ୍ଥିତିର ସୁଦୃଢ଼ ହେବ । କର୍ମକ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ । ଶତ୍ରୁହାନୀ, ସହଯୋଗପ୍ରାପ୍ତି, ମିତ୍ରଲାଭ, ଶରୀରସୁସ୍ଥ, ଋଣପ୍ରାପ୍ତି, ଉଚ୍ଚସମ୍ମାନ ଲାଭ, ମନରେ ଉତ୍ସାହ ଓ ମିଷ୍ଠାନ୍ନ ଭୋଜନ ପ୍ରାପ୍ତି ହେବ । ରାଜନୀତିକ୍ଷେତ୍ରରେ କର୍ମତତ୍ପର ଯୋଗେ କୃତକାର୍ଯ୍ୟ ହୋଇ ପ୍ରତିଷ୍ଠା, ପ୍ରତିପତ୍ତି ବୃଦ୍ଧି ପାଇବ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

କର୍କଟ:-ସରକାରୀ କାମରେ ସଫଳତା ପାଇବେ । ନିଜର ପ୍ରଭାବ ଓ ପରାକ୍ରମ ବୃଦ୍ଧି ପାଇବ । ଅଫିସର ଓ ଅଧିକାରୀ କାମରେ ପ୍ରସନ୍ନ ରହିବେ । ପରିବାରର ମାମଲା ଘରୋଇ ସମସ୍ୟାର ସମାଧାନ ହେବ । କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାର କ୍ଷେତ୍ରରେ କୃତକାର୍ଯ୍ୟ ହେବେ । ବ୍ୟବସାୟ କ୍ଷେତ୍ରରେ କର୍ତ୍ତୁତ୍ଵ ଜାରି ରଖି ଶ୍ରମିକ ଓ କର୍ମଚାରୀଙ୍କୁ ପ୍ରଭାବିତ କରିବା ଫଳରେ, ପ୍ରଗତିର ବେଗ ତ୍ଵରାନ୍ୱିତ ହେବ । ପ୍ରତିକାର- ତୁଲସୀ ମୂଳ ମାଟି ଧାରଣ କରନ୍ତୁ ।

ସିଂହ:-ଶିକ୍ଷାକ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ । କଳା, ସାହିତ୍ୟ, ଚଳଚ୍ଚିତ୍ର ତଥା ସାମାଜିକ କାମରେ ପ୍ରଶଂସା ମିଳିବ । ବ୍ୟବସାୟରେ କର୍ମଚାରୀ ମାନଙ୍କର ସହଯୋଗ ପାଇ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ଆସିବ । ସମସ୍ୟା ସମାଧାନ ପାଇଁ ବନ୍ଧୁଙ୍କ ସାହାଯ୍ୟ ନେଇ ଆଲୋଚନା କ୍ଷେତ୍ରରେ ସୁଫଳ ପାଇବେ । ଆମୋଦ ପ୍ରମୋଦ, ମନୋରଞ୍ଜନ, ନୃତ୍ୟ ଗୀତ, କଳା ସଙ୍ଗୀତ, ମଉଜ ମଜିଲିସ୍ କରିବା ପାଇଁ ସୁଯୋଗ ପାଇବେ । ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

କନ୍ୟା:-ଅନେକ ସମସ୍ୟା ଦୂର ହୋଇ ଉଚ୍ଚ ଆଶାରେ ଆଗେଇବେ । କୋର୍ଟ କଚେରୀରେ ସଫଳତା ମିଳିବ । ସନ୍ତାନଙ୍କର ଉନ୍ନତିରେ ଖୁସିହେବେ । କୃଷିଜିବୀମାନେ ଉତ୍ସାହିତ ହେବେ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମକଦ୍ଦମା ଓ ସାକ୍ଷାତ କାରରେ ସଫଳ ହେବେ । ମିଷ୍ଠାନ୍ନ ଭୋଜନ କରିବେ । କର୍ମକ୍ଷେତ୍ରରେ ପଦୋନ୍ନତିର ସଂକେତ ପାଇବେ । ସୁଖ, ସମ୍ପତ୍ତି ଲାଭ ଓ ପ୍ରିୟଜନଙ୍କ ଠାରୁ ସାହାଯ୍ୟ ପ୍ରାପ୍ତି ହେବ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ତୁଳା:-ସହକର୍ମୀ ମାନଙ୍କଠାରୁ ସାହାଯ୍ୟ ସହଯୋଗ ପାଇବେ । ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ । ଯେତେ ଜଟିଳ ସମସ୍ୟା ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ । ପରିବାରରେ ମାନ ମନାନ୍ତର ଦୂର ହୋଇ ଶେଷ କରିବାକୁ ଚାହୁଁଥିବା କର୍ମଟି ପୂରଣ କରିବା ପାଇଁ ଚେଷ୍ଟା କରିବେ । ଆତ୍ମବିଶ୍ଵାସ ବୃଦ୍ଧି ପାଇବ । ଗୃହୋପକରଣ କ୍ରୟ କରିବେ । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ବିଚ୍ଛା:-ସମାଜ ସେବାରେ ସ୍ଵନାମ ଅର୍ଜନ କରିପାରିବେ । ରାଜନୀତି କ୍ଷେତ୍ରରେ ବରିଷ୍ଠ ବ୍ୟକ୍ତି ଓ ସହଯୋଗୀ ମାନଙ୍କର ସାହାଯ୍ୟ ସହଯୋଗ ମିଳିବ । ବ୍ୟବସାୟ କ୍ଷେତ୍ରରେ ଉତ୍ତମ ରୋଜଗାର କରି ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ । ଏକାକୀତ୍ଵର ପରିଧିରେ ନିଜକୁ ସଜାଇ ପାରନ୍ତି । ବନ୍ଧୁବାନ୍ଧବଙ୍କ ଦିଗରୁ ସ୍ଵାର୍ଥପ୍ରବଣତାର ଅଭିବୃଦ୍ଧି ଘଟିବ । ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ଧନୁ:-ସନ୍ତାନର ସୁ-ଖବର ଶୁଣି ଖୁସି ହେବେ । ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ । ପ୍ରେମସମ୍ବନ୍ଧ ଓ ଦାମ୍ପତ୍ୟ ଜୀବନରେ ମଧୁରତା ସୃଷ୍ଟି ହେବ । ଛାତ୍ର ଛାତ୍ରୀମାନେ ଉଚ୍ଚ ଶିକ୍ଷାର ସୁଯୋଗ ପାଇବେ । ରାଜନୀତି କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ । କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଆଗ୍ରହ ବଢିବ । ଦୂରଯାତ୍ରା କରି ହଇରାଣ ହରକତ ହେବାକୁ ପଡିବ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ମକର:-ବନ୍ଧୁଙ୍କ ଆଗମନ ହେବ । ସନ୍ତାନ ପକ୍ଷର ଚିନ୍ତା ଦୂର ହୋଇଯିବ । ଛାତ୍ର-ଛାତ୍ରୀମାନେ ଉଚ୍ଚଶିକ୍ଷା କ୍ଷେତ୍ରରେ ସଫଳ ହେବେ । ଉଚ୍ଚାଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ କର୍ମୋନ୍ନତି ହେବ । ନୂଆ ବେପାରୀଙ୍କ ସହ ସମ୍ପର୍କ ଯୋଗୁ ନୂତନ ବ୍ୟବସାୟର ଯୋଜନା କରିବେ ଓ ବ୍ୟବସାୟ ସମ୍ବନ୍ଧୀୟ ଜରୁରୀ କାର୍ଯ୍ୟ ପାଇଁ ଯାତ୍ରା କରିବାକୁ ପଡିପାରେ । ପାରିବାରିକ କ୍ଷେତ୍ରରେ ପ୍ରଶଂସିତ ହେବେ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

କୁମ୍ଭ:-ସାହିତ୍ୟଚର୍ଚ୍ଚା, ସଭାସମିତିରେ ସଫଳତା ମିଳିବ । ବ୍ୟବସାୟ କ୍ଷେତ୍ରରେ ପରିଶ୍ରମ ଓ ମେହନତର ପରିଣାମ ମିଳିବ । ପଡାପଡୋଶୀ ବନ୍ଧୁ ମିତ୍ରଙ୍କ ବ୍ୟବହାରରେ ମନ ଶାନ୍ତ ହେବ । ପ୍ରତିଦ୍ଵନ୍ଦିତାରେ ସଫଳ, ବିଦ୍ୟାକ୍ଷେତ୍ରରେ ଶୁଭଯୋଗ, ରାଜନୀତିରେ ଉଚ୍ଚପ୍ରଶଂସିତ ହେବେ । କୌଣସି କ୍ଷେତ୍ରରେ ଆଗକୁହା ନ ହୋଇ କର୍ମନିଷ୍ଠା ମଧ୍ୟରେ ନିଜକୁ ସୀମିତ ରଖିବା ହିତକର । ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ମୀନ:-ଜନ ସେବାରେ ନିଜକୁ ନିୟୋଜିତ କରିବେ । ପାରିବାରିକ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ । କାରବାରରେ ସୁଧାର ଆସିବ । ପ୍ରେମିକ ପ୍ରେମିକାମାନେ ନୂଆ ସମସ୍ୟାର ସମ୍ମୁଖୀନ ହେଲେବି ସାମାନ୍ୟ କଥାରେ ଅଯଥା ତର୍କ ନକରି ଶାନ୍ତ ରହିବା ଉଚିତ୍ । ହାତକୁ ନେଇଥିବା କାର୍ଯ୍ୟପାଇଁ କଠିନ ପରିଶ୍ରମ କରିବେ । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!