ଦୈନିକ ରାଶିଫଳ: ୨୦ ଜୁଲାଇ ୨୦୧୯, ଶନି ଦେବଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କର ଆକସ୍ମିକ ଧନ ପ୍ରାପ୍ତି ର ଯୋଗ ଅଛି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-

ଆୟର ମାର୍ଗ ପ୍ରଶସ୍ତ ହେବ। ଉଚ୍ଚ ସମ୍ଭାବନାର ଆଶା ଓ ଆଶ୍ୱାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ। ଦୂରଯାତ୍ରାରେ ସୁଖମିଳିବ ଏବଂ ଲାଭ ବାନ୍ ହେବେ। ପରିବାରରେ ଆନନ୍ଦ ଲହରୀ ଖେଳିଯିବ। ମିତ୍ର, ଭାଇ ଓ ବନ୍ଧୁମାନେ ସହଯୋଗ କରିବେ। ପରିଶ୍ରମଦ୍ୱାରା କାର୍ଯ୍ୟ ସଫଳ ହେବ। ବାହାନ କ୍ରୟ ଓ ବିକ୍ରୟ କରିବେ। ବାଦବିବାଦ ମାଲିମୋକଦ୍ଦମା ପ୍ରତିଯୋଗିତା ପରୀକ୍ଷାରେ ସଫଳ ହେବେ। ମହିଳାମାନେ ସମସ୍ୟା ସମାଧାନ କରି ଶାନ୍ତି ପାଇବେ। ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ଆକସ୍ମିକ ଧନ ପ୍ରାପ୍ତିର ଯୋଗ ଅଛି। ଉଚ୍ଚ କର୍ମକର୍ତ୍ତାଙ୍କର ସୁଦୃଷ୍ଟି ପ୍ରାପ୍ତି ହେବ। ସହକର୍ମୀମାନଙ୍କର ସମର୍ଥନ ଏବଂ ଅଧସ୍ତନଙ୍କର ସହଯୋଗ ଯୋଗୁଁ କର୍ମକ୍ଷେତ୍ରରେ ସମ୍ମାନ ବୃଦ୍ଧି ଏବଂ ସୁନାମ ଅର୍ଜନ କରିବେ। ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବା ଫଳରେ ଅନେକକାର୍ଯ୍ୟ ସହଜ ସରଳରେ ସମାଧାନ ହେବ।ଭୋଗ ବିଳାସ ଓ ଆନନ୍ଦମୟ ମୁହୂର୍ତ୍ତ ସାଙ୍ଗକୁ ସ୍ୱାସ୍ଥ୍ୟକର ପରିବେଶ ଓ ସମ୍ମାନଜନକ ଘଟଣା ଘଟିବ। ମାଲିମୋକଦ୍ଦମା ଓ ପ୍ରତିଦ୍ୱନ୍ଦିତାରେ ସଫଳ ହୋଇ ସମ୍ପତ୍ତି କ୍ରୟ କରିବେ। ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମିଥୁନ:-

ଗୁରୁଜନ ଓ ଉଚ୍ଚପଦସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବା ସହ ବିଭିନ୍ନଦିଗରୁ ସାହାଯ୍ୟ ସହଯୋଗ ମିଳିବ। ସହକର୍ମୀମାନଙ୍କ ସହ ବାଦବିବାଦର ଅବସାନ ଘଟିବ। ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବନାହିଁ। ବ୍ୟବସାୟ ବାଣିଜ୍ୟ ଓ ପରିବହନ କ୍ଷେତ୍ରରେ ସୁଫଳ ପ୍ରାପ୍ତିହେବ। ଦୂରଯାତ୍ରାର ସୁଯୋଗ ପାଇବେ। ମହିଳାମାନେ ନୂତନ ବନ୍ଧୁଙ୍କୁ ପାଇ ଖୁସୀହେବେ। ବିଦ୍ୟାକ୍ଷେତ୍ରରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବ ଓ ପ୍ରଶଂସା ପାଇବେ। ପାରିବାରିକ ଜୀବନ ଆନନ୍ଦମୟ ହେବ । ରାଜନୀତି ରେ ପ୍ରସଂଶା, କୃଷିରେ ମନସନ୍ତୁଷ୍ଟ, ଖେଳରେ ବିଜୟୀ ହେବେ। ପ୍ରତିକାର:- ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

କର୍କଟ:-

ପରିବାରରେ ଯେତେ ସମସ୍ୟା ଥିଲେ ମଧ୍ୟ ଶାନ୍ତି ଅନୁଭବ କରିବେ। ମହିଳାମାନେ ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ। କୃଷିଜିବୀମାନେ ହସଖୁସିରେ ସମୟ ବିତାଇବେ। ସରକାରୀ ସାହାଯ୍ୟ ମିଳିପାରେ। ବ୍ୟବସାୟରେ ନାନାପ୍ରକାର ସୁବିଧା ସୁଯୋଗ ମିଳିବ ଓ ପୁରୁଣା ପ୍ରାପ୍ୟ ମଧ୍ୟ ଆଦାୟ ହୋଇ ପାରେ। ପରୀକ୍ଷା ପ୍ରତିଯୋଗିତା କ୍ଷେତ୍ରରେ ବିଜୟୀ ହେବେ। କର୍ମରେ ସାମୟିକ ଚିନ୍ତା ଦୂରହେବା ସହ ବଜେଟ୍ ରେ ଗୋଳମାଳ ହେବ। ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ନିତ୍ୟଚର୍ଯ୍ୟାରେ ବ୍ୟବଧାନ ଉପସ୍ଥିତ ହେବ। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ସିଂହ:-

ଅଚାନକ ଭାବରେ ଧନ ପ୍ରାପ୍ତି କରିବାର ସୁଯୋଗ ମିଳିବ। ବ୍ୟବସାୟୀମାନେ କଠିନ ପରିଶ୍ରମର ମୂଲ୍ୟ ଫେରି ପାଇବେ। କର୍ମକ୍ଷେତ୍ରରେ ଅପେକ୍ଷାକୃତ ସୁସ୍ଥ ବାତାବାରଣ ଦେଖାଦେବ। ପରିବାରରେ ସୁଖ ସମ୍ପଦ ପ୍ରାପ୍ତି ହେବ। ପ୍ରତିଦ୍ୱନ୍ଦିତା ପରୀକ୍ଷା ରେ ସଫଳତା ଲାଭ କରିବେ। ବନ୍ଧୁ ମିତ୍ରମାନେ ସମର୍ଥନ ଓ ପରିବାର ଲୋକଙ୍କର ସାହାଯ୍ୟ ସହଯୋଗ ହେତୁ ଖୁସି ହେବେ। କୃଷିଜୀବିମାନେ ଆନନ୍ଦିତ ହେବେ। ରାଜନୈତିକ କ୍ଷେତ୍ରରେ ସମ୍ମାନ ବୃଦ୍ଧି ହେବ ଓ ସୁନାମ ଅର୍ଜନ କରିବେ। ଗୃହରେ କୌଣସି ଶୁଭକର୍ମ ସମ୍ପାଦନ କରିପାରନ୍ତି। ସ୍ୱାସ୍ଥ୍ୟ ଦିଗରୁ ଆଶ୍ଵସ୍ତି ଲାଭ କରିବେ। ପ୍ରତିକାର-ମାଦକଦ୍ରବ୍ୟ ସେବନ କରନ୍ତୁ ନାହିଁ।

କନ୍ୟା:-

କର୍ମକ୍ଷେତ୍ରରେ ଅପେକ୍ଷାକୃତ ସୁସ୍ଥ ବାତାବାରଣ ଦେଖାଦେବ। ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି, ସମ୍ମାନ ବୃଦ୍ଧି, କର୍ମୋନ୍ନତି ବାସସ୍ଥାନ ବା ଯାନବାହାନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ପ୍ରାପ୍ତି ହେବ। ଅନେକ ପ୍ରକାର ଉଲ୍ଲେଖନୀୟ ପରିବର୍ତ୍ତନ ଆସିବ। ସ୍ୱାସ୍ଥ୍ୟ ଦିଗରୁ ପ୍ରାୟତଃ ଠିକ୍ ରହିବ। ଯାତ୍ରାରେ ସଫଳତା ପ୍ରାପ୍ତି ହେବ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ, ବାଦ-ବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ଜମିବାଡ଼ି ନେଇ କେତେକ ସମସ୍ୟା ସମାଧାନ ହେବ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

ତୁଳା:-

ସହଯୋଗୀ, ସହକର୍ମୀ, ବରିଷ୍ଠ ବ୍ୟକ୍ତିମାନଙ୍କ ସହିତ ସମ୍ପର୍କ ନିବିଡ଼ ହେବ। ବ୍ୟବସାୟରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ। ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ। କର୍ମଜୀବୀ ମାନଙ୍କ ପାଇଁ ସହକର୍ମୀ ଓ ପଦାଧିକାରୀମାନେ ସହଯୋଗ କରିବେ। ଅନେକ ପ୍ରକାର କାର୍ଯ୍ୟରେ ପରିବର୍ତ୍ତନ ଦେଖାଦେବ। ପାରିବାରିକ ଜୀବନ ଆନନ୍ଦମୟ ହେବ। ମହିଳାମାନେ ବନ୍ଧୁଙ୍କୁ ଆପ୍ୟାୟିତ କରିବାରେ ସମର୍ଥ ହେବେ। ପିଲାମାନଙ୍କ ପ୍ରତି ବିଶେଷ ସତର୍କ ରହିବା ଉଚିତ୍। ସ୍ୱାସ୍ଥ୍ୟ ଠିକ୍ ରହିବ। ବିଦ୍ୟାର୍ଥିମାନେ ନିଜ ଲକ୍ଷ୍ୟ ସ୍ଥଳରେ ପହଞ୍ଚି ପାରିବେ। ପ୍ରତିକାର:-ଅସହାୟକୁ ଖାଇବାକୁ ଦିଅନ୍ତୁ।

ବିଚ୍ଛା:-

ପରିବାରରେ ମନୋମାଳିନ୍ୟ ଓ ଆର୍ଥିକ ସଙ୍କଟ ଦୂରେଇଯିବ। ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ। ପ୍ରବାସ ଯାତ୍ରାରେ ଲାଭବାନ ହେବେ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବେ। ପୁରାତନ ରୋଗରୁ ଉପଶମ ମିଳିବ। ପାରିବାରିକକ୍ଷେତ୍ରରେ ଶାନ୍ତିଶୃଙ୍ଖଳା ଦେଖାଦେବ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳ ହେବେ। ଉଚ୍ଚାଧିକାରି ଓ ସହକର୍ମୀମାନେ କର୍ମକ୍ଷେତ୍ରରେ ସହଯୋଗ କରିବେ। ମହିଳାମାନେ ଆଶା କରୁଥିବା ଖବର ପାଇ ଖୁସୀ ହୋଇଯିବେ। ପ୍ରତିକାର:-ବିଦ୍ୟାର୍ଥୀକୁ ସାହାଯ୍ୟ କରନ୍ତୁ।

ଧନୁ:-

ବ୍ୟବସାୟରେ ପ୍ରତିଦ୍ୱନ୍ଦ୍ୱିତା ସତ୍ତ୍ୱେ ଲାଭ ସୁନିଶ୍ଚିତ ହେବ। କର୍ମକ୍ଷେତ୍ରରେ ନାନାବିଧ ସୁଯୋଗ ଓ ଶୁଭଫଳ ପ୍ରାପ୍ତି ହେବ। ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି, ସମ୍ମାନ ବୃଦ୍ଧି, କର୍ମୋନ୍ନତି ବାସସ୍ଥାନ ବା ଯାନବାହାନର ନବୀକରଣ ଇତ୍ୟାଦି ଶୁଭଫଳ ପ୍ରାପ୍ତି ହେବ। ଯାତ୍ରାରେ ସଫଳତା ଲାଭ ହେବ। ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ। ବନ୍ଧୁଙ୍କ ଶୁଭକର୍ମରେ ଯୋଗଦେବାକୁ ବାଧ୍ୟହେବେ। ମହିଳାମାନଙ୍କର ବହୁ ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇଯିବ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମକର:-

କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ। ଆୟ ବୃଦ୍ଧିପାଇବ। କର୍ମକ୍ଷେତ୍ରରେ ପରିସ୍ଥିତି ଭଲ ରହିବ। ବିଭିନ୍ନ ପ୍ରକାର ସମସ୍ୟା ଦୂର ହୋଇ ଶାନ୍ତି ମିଳିବ। ଚାକିରୀ ଜୀବିମାନେ ଭୋଗ ବିଳାସକୁ ତୁଚ୍ଛ ମଣି କର୍ତ୍ତବ୍ୟ ସାଧନକୁ ଭଗବତ୍ ସେବାଭଳି ମାନ୍ୟତା ଦେବେ। ବ୍ୟବସାୟୀମାନେ ସାଧୁ ଓ ସଚ୍ଚୋଟ ଭାବେ କର୍ମଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ। ରାଜନୀତିରେ ସ୍ୱାର୍ଥରକ୍ଷା କରିବାରେ ସମୟ ବିତିବ। ସହକର୍ମୀ କେହି ଇର୍ଷାତୁର ହେଲେବି କ୍ଷତିକାରୀ ହେବେ ନାହିଁ। କୋର୍ଟ କଚେରୀ ଧନ୍ଦା ମଧ୍ୟରେ ଅସ୍ୱସ୍ତି ବଢ଼ିବ ଓ ସମୟ ଗଡ଼ିଚାଲିବ। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କୁମ୍ଭ:-

ଖୋଜୁଥିବା ଜିନିଷ ସୁବିଧାରେ ପାଇବେ। କର୍ମକ୍ଷେତ୍ରରେ ସହକର୍ମୀ କିମ୍ବା ପ୍ରିୟଜନମାନଙ୍କୁ ପ୍ରିୟକଥା କହି ସମସ୍ୟାକୁ ସୁଧାରି ନେବେ। ବ୍ୟବସାୟରେ ଲାଭ ହେବାରୁ ମନ ଖୁସି ରହିବ। ନୂତନ ଗୃହ କିମ୍ବା ଯାନବାହନ କିଣିବା ପାଇଁ ମନ ବଳେଇବେ। ବୁଦ୍ଧି ବିବେକ ଖେଳାଇ କର୍ତ୍ତବ୍ୟ ପରାୟଣାତାକୁ ମୁଖ୍ୟକରି ଚଳିବା ହିତକର। ଦକ୍ଷତାକୁ କେନ୍ଦ୍ରକରି ଉଚ୍ଚମାନ୍ୟତାରେ ବୃଦ୍ଧି ହେବ। ମାଲିମୋକଦ୍ଦମାରେ ସମ୍ମାନ ଓ ପ୍ରତିଷ୍ଠା ଅତୁଟ ରହିବ। ବ୍ୟବସାୟୀମାନେ ନଗଦ କାରବାରରେ ଅଧିକ ଲାଭପ୍ରଦ ହେବେ। ଋଣ ଭରଣାରେ ସହଜ ହେବ। ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ଲାଭବାନ ହେବେ। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମୀନ:- 

କ୍ଷମତା ଶକ୍ତି ବଳରେ ନିଜର ସମୟ ବିତାଇବେ। କଳାତ୍ମକ ଦିଗରୁ ପ୍ରଶଂସିତ ହେବେ। ମହିଳାମାନେ ସଭାସମିତି, ରାଜନୀତିରେ ସମ୍ମାନିତା ହେବେ ଓ ଗୃହୋପକରଣ କ୍ରୟ କରିବେ। ବିଦ୍ୟା ଓ ଖେଳରେ ପ୍ରଶଂସିତ ହେବେ। କର୍ମଜୀବିମାନେ କଠିନ ପରିଶ୍ରମ କରି ନିଜର ସ୍ଥାନ ସ୍ଥିତି ବଜାୟ ରଖିବେ। ବ୍ୟବସାୟୀମାନେ ସାମାନ୍ୟ ପରିଶ୍ରମ କରି ଅଧିକ ଲାଭ ପାଇବେ। ରାଜନୀତି କ୍ଷେତ୍ରରେ ତଳୁ ଉପର ସ୍ତର ଯାଏଁ ଆଦୃତି ଓ ମାନ୍ୟତା ଅର୍ଜ୍ଜନ କରିବେ। ପରିବାରରେ କ୍ରୋଧ ନିୟନ୍ତ୍ରଣ ନ ରଖିଲେ କ୍ଷତି ସହିବେ। ସ୍ୱାସ୍ଥ୍ୟ ପାଇଁ ସତର୍କ ରହିବା ଉଚିତ୍। ପ୍ରତିକାର:- ଅସହାୟକୁ ନିରାଶ କରିବେ ନାହିଁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!