ଆଜିର ରାଶିଫଳ: ମା ମଙ୍ଗଳା କରିଲେ କୃପା ଏହି 2 ରାଶିଙ୍କୁ ମିଳିବ ଆକସ୍ମିକ ଧନ

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୧ ମସିହା, ଜୁଲାଇ ମାସ ୨୦ ତାରିଖ, ମଙ୍ଗଳବାର, କର୍କଟ ମାସ ୫ ଦିନ, ଆଷାଢ ମାସ, ଶୁକ୍ଳପକ୍ଷ, ଏକାଦଶୀ ତିଥି, ଅନୁରାଧା ନକ୍ଷତ୍ର, ବିଛା ରାଶିରେ ଚନ୍ଦ୍ର । ଶୁକ୍ଳ ଯୋଗ, ବାଣିଜ୍ୟ କରଣ ସକାଳ ୮ଟା ୪୦ମିନିଟ୍ ଗତେ ବିଷ୍ଟି କରଣ । ମକର ରାଶିର ଘାତବାର । ଶିମ୍ବ, ଆମିଷ ନ ଖାଇଲେ ଭଲ, ସନ୍ଧ୍ୟା ୭ଟା ୧୭ମିନିଟ୍ ପରେ ପୋଇ, ମସୁରଡାଲି ନ ଖାଇଲେ ଭଲ । ଯୋଗିନୀ- ଅଗ୍ନିକୋଣେ ସନ୍ଧ୍ୟା ୭ଟା ୧୭ମିନିଟ୍ ପରେ ନୈରୁତେ ଯାତ୍ରା ନିଷେଧ । ଶ୍ରାଦ୍ଧ ତର୍ପଣ- ଏକାଦଶୀର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ଅଶୁଭବେଳା- ଦିବା ୧ଟା ୩୦ମିନିଟ୍ ରୁ ଦିବା ୩ଟା ୮ମିନିଟ୍ । ପ୍ରାତଃ ୬ଟା ୫୯ମିନିଟ୍ ରୁ ସକାଳ ୮ଟା ୩୭ମିନିଟ୍ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ରାତ୍ରି ୭ଟା ୪୬ମିନିଟ୍ ରୁ ରାତି ୯ଟା ୮ମିନିଟ୍ । ଶୁଦ୍ଧଶୁଭସମୟ-ସକାଳ ୮ଟା ୩୮ମିନିଟ୍ ରୁ ୧୦ଟା ୩୪ମିନିଟ୍, ଦିବା ୧ଟା ୧୨ମିନିଟ୍ ରୁ ୧ଟା ୨୯ମିନିଟ୍, ଦିବା ୪ଟା ୪୭ମିନିଟ୍ ରୁ ୫ଟା ୩୦ମିନିଟ୍, ସନ୍ଧ୍ୟା ୬ଟା ୨୫ମିନିଟ୍ ରୁ ରାତ୍ର ୭ଟା ୬ମିନିଟ୍, ରାତ୍ର ୯ଟା ୨୦ମିନିଟ୍ ରୁ ୧୧ଟା ୩୦ମିନିଟ୍, ରାତ୍ର ୧ଟା ୪୩ମିନିଟ୍ ରୁ ରାତ୍ର ୩ଟା ୯ମିନିଟ୍ । ପର୍ବଦିନ- ବାହୁଡା ଯାତ୍ରା, ସର୍ବ ସମ୍ମତ ହରିଶୟନ ବଡ ଏକାଦଶୀ, ଅଶୁଦ୍ଧକାଳ ଆରମ୍ଭ ।

ମେଷ:-ସମାଜସେବା ଓ ପରୋପକାର କାର୍ଯ୍ୟରେ ରୁଚି ବୃଦ୍ଧିହେବ । ବ୍ୟୟ ଭରଣା କରି ଯଥେଷ୍ଟ ବଳକା ଲାଭାଂଶର ଉପଭୋକ୍ତା ହୋଇ ପାରିବେ । ବାଦବିବାଦ, ମାଲିମୋକଦ୍ଦମା, ଖେଳ, କୁଦ, ପ୍ରତିଯୋଗିତାରେ ଓ ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ । ରାଜନୀତି କ୍ଷେତ୍ରରେ ଏକବୁଝା ପ୍ରକୃତି ନିମନ୍ତେ ଆପଣା ଲୋକଙ୍କୁ ଉପେକ୍ଷା କରି ନିଜେ ଅବାଞ୍ଛିତ ହୋଇ ପଡିବେ । କର୍ମବ୍ୟସ୍ତତାକୁ ନେଇ ଭ୍ରମଣ କରିବାକୁ ପଡିପାରେ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

ବୃଷ:-ବ୍ୟବସାୟୀମାନଙ୍କର ଲାଭ ଅଧିକ ହେବା ଫଳରେ ମନ ଖୁସି ରହିବ । ଯେ କୌଣସି ପରୀକ୍ଷା ବା ସାକ୍ଷାତ୍କାରର ପରିଣାମ ଆପଣଙ୍କ ସପକ୍ଷରେ ରହିବ । ଘର ପରିବାରରେ କୌଣସି ଖୁସି ପ୍ରସଙ୍ଗ ଆସିବା ଫଳରେ ମନ ପ୍ରଫୁଲ୍ଲିତ ରହିବ । ଚାକିରୀରେ ପ୍ରମୋଶନ ମିଳିବାର ଯୋଜନା ପ୍ରସ୍ତୁତହେବ । ଆଧ୍ୟାତ୍ମିକ ବା ଧାର୍ମିକ କ୍ଷେତ୍ରରେ ବ୍ୟସ୍ତ ରହିବେ । ଛାତ୍ରଛାତ୍ରୀ ମାନଙ୍କର ସମସ୍ୟା ଦୂର ହୋଇଯିବ । ପ୍ରତିକାର- ଶ୍ଵେତଚନ୍ଦନରେ କର୍ପୁରମିଶେଇ ମସ୍ତକରେ ଧାରଣ କରନ୍ତୁ ।

ମିଥୁନ:-ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାରୁ ମନ ଭଲ ରହିବ । ଦୂରଯାତ୍ରାରେ ସଫଳ ହେବେ । ବନ୍ଧୁ ମିତ୍ରଙ୍କ ଠାରୁ ସହଯୋଗ ମିଳିବା ଫଳରେ ପରିବାରର ଆବଶ୍ୟକତା ପୂରଣ ହେବ । ପ୍ରିୟଜନ ଓ ପରିବାର ସଦସ୍ୟ ନିକଟତର ହେବେ । କର୍ମକ୍ଷେତ୍ରରେ ଦୃଢସଂକଲ୍ପ ଓ ଆତ୍ମବିଶ୍ଵାସରେ କର୍ମପ୍ରତି ଉତ୍ସାହ ବୃଦ୍ଧି ପାଇବ । ପାରିବାରିକ ଜୀବନ ଆନନ୍ଦରେ କଟିବ । ମାଲିମୋକଦ୍ଦମା, କୋର୍ଟ କଚେରୀ ମାମଲାର ସମାଧାନ ହୋଇଯିବ । ପ୍ରତିକାର- ସବୁଜ ରୁମାଲ ଟିଏ ପାଖରେ ରଖନ୍ତୁ ।

କର୍କଟ:-ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବ । କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ । ଋଣରୁ ମୁକ୍ତି ମିଳିବ । ବାଦବିବାଦ, ମାଲିମୋକଦ୍ଦମା ଓ କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ । ଆୟ ଅପରିବର୍ତ୍ତିତ ରହିବ । ଦୂରଯାତ୍ରାର ସୁଯୋଗ ପାଇବେ । ଜାଗା, ଜମି, ଗୃହପୋକରଣ କ୍ରୟ କରିବେ । ଆୟ ଉପାର୍ଜନର ବୃଦ୍ଧି ହେବ । ସନ୍ତାନର ଶିକ୍ଷା ପାଇଁ ଦୂର ଯାତ୍ରା କରିବାକୁ ପଡ଼ିବ । ଘରୋଇ ସମସ୍ୟାର ସମାଧାନ ହୋଇ ହସ ଖୁସିରେ ଚଳିବେ । ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ ।

ସିଂହ:-ସହକର୍ମଚାରୀ ମାନଙ୍କର ସାହାଯ୍ୟ ସହଯୋଗ ମିଳିବ । ପ୍ରଶାସନ କ୍ଷେତ୍ରରେ ଦ୍ଵନ୍ଦ ଦୂର ହେବ । ବ୍ୟବସାୟରେ ସାମାନ୍ୟ ଲାଭ ହେବ । ମାଲିମୋକଦ୍ଦମାରେ ସଫଳତା ମିଳିବ । ବେମାର, ବୃଦ୍ଧଜନ ଓ ଅଶକ୍ତ ଲୋକଙ୍କୁ ସହଯୋଗ କରିବା ପାଇଁ ହାତ ବଢେଇବେ । ଫୋନ, ବା ଇଣ୍ଟରନେଟ୍ ରେ ପୁରୁଣା ମିତ୍ରଙ୍କ ଠାରୁ ସୁସମ୍ବାଦ ପ୍ରାପ୍ତି ହେବ । ବିଦ୍ୟାର୍ଥୀଙ୍କ ପାଇଁ ସମୟ ଉପଯୁକ୍ତ ଯୋଗେ ବିଦ୍ୟାଧ୍ୟୟନ କ୍ଷେତ୍ରରେ ସଫଳତା ମିଳିବ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

କନ୍ୟା:-ଶରୀର ସୁସ୍ଥ ରହିବ । ଆଇନ ଅଦାଲତ ଓ ପାରିବାରିକ କ୍ଷେତ୍ରରେ ରହିଥିବା ସମସ୍ୟା ସମାଧାନ ହୋଇଯିବ । ବିତିଯାଇଥିବା ମାମଲାରେ ମଧ୍ୟ ସଫଳତା ମିଳିବ । କାର୍ଯ୍ୟ କ୍ଷେତ୍ରରେ ଲାଭ ଉଠେଇବେ । ସାହିତ୍ୟ, ସାମ୍ବାଦିକ, ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ । ବିପରୀତ ଲିଙ୍ଗୀଙ୍କ ସହଯୋଗ ଦ୍ଵାରା ଆଗକୁ ବଢିବେ । ନୂଆ ଲକ୍ଷକୁ ନିର୍ଦ୍ଦାରିତ କରି ପାରିବେ । ଧନ ଲାଭ ହେବ । ପ୍ରେମ ପ୍ରସଙ୍ଗରେ ମଧ୍ୟ ସଫଳତା ମିଳିବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ତୁଳା:-ସ୍ୱାସ୍ଥ୍ୟରେ ସୁଧାର ଆସିବ । ଜାଗାଜମି, ଗୃହ ଉପକରଣ କ୍ରୟ କରିବେ । କର୍ମକ୍ଷେତ୍ରରେ ସଙ୍କଟ ଜନକ ପରିସ୍ଥିତିର ଅବସାନ ଘଟିବ । ରାଜନୀତିରେ ଲୋକସମର୍ଥନକୁ ଆଧାର କରି ପଦପଦବି ଆଶାୟୀ ହେବେ । ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ । ଧର୍ମ-କର୍ମରେ ରୁଚି ରହିବ । କେତେକ କ୍ଷେତ୍ରରେ ଉଚ୍ଚାକାଂକ୍ଷ । ପୂର୍ତ୍ତି ନିମନ୍ତେ କଠିନ ପରିଶ୍ରମ କରିବାକୁ ପଡିବ । ଆଧ୍ୟାତ୍ମିକ ଓ ଧର୍ମ କାର୍ଯ୍ୟରେ ଲିପ୍ତ ରହିବେ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

ବିଚ୍ଛା:-କୌଣସି ରୋଚକ ବା ଜ୍ଞାନବର୍ଦ୍ଧକ ସାହିତ୍ୟ ପ୍ରତି ମନ ବଳାଇବେ । କୋର୍ଟ-କଚେରୀ ମାମଲା ଓ ବିବାଦିଅ ସମସ୍ୟା ଆପଣଙ୍କ ସପକ୍ଷରେ ଯିବ । ବ୍ୟାଙ୍କ, ବୀମା, ନିବେଶ ପରି ଆର୍ଥିକ ଗତିବିଧିରେ ବ୍ୟସ୍ତ ରହିବେ । ଦୂରଯାତ୍ରା କରିବା ଦ୍ଵାରା ବହୁତ ଲାଭ ମିଳିବ । ପାରିବାରିକ ସମ୍ବନ୍ଧରେ ପ୍ରଗାଢତା ଆସିବ ଓ ଶାନ୍ତି ମିଳିବ । ଋଣପ୍ରାପ୍ତି ଓ ଋଣମୁକ୍ତର ରାସ୍ତା ପରିଷ୍କାର ହେବ । ପରୋପକାର କରି ଆଦର୍ଶବାଦୀ ହେବେ । ପ୍ରତିକାର- ମହୁଟିକେ ଖାଇ ଘରୁ ବାହାରନ୍ତୁ ।

ଧନୁ:-ଶାରୀରିକ କଷ୍ଟ ଦୂର ହେବ । ନିଜର ଚତୁରତା ଓ ବିବେକ ବଳରେ ବିପରୀତ ପରିସ୍ଥିତିକୁ ନିଜ ସପକ୍ଷରେ ନେଇପାରିବେ । କୋର୍ଟ କଚେରୀ ଓ ମାଲିମୋକଦ୍ଦମାରେ ବିଜୟୀ ହେବେ । ପରିବାର ଓ ମିତ୍ରଙ୍କ ସହିତ ସମୟ ବିତେଇ ପାରିବେ । ବିଳାସବ୍ୟସନ ଖାଦ୍ୟପେୟ ପାଇଁ ଅଧିକ ଖର୍ଚ୍ଚାନ୍ତ ହେବେ । ପରକଥାରେ ପଡି ପରିବାରରେ କଳହ ସୃଷ୍ଟି ହୋଇପାରେ । ଆର୍ଥିକସ୍ଥିତିକୁ ସୁଧାରିପାରିବେ କିନ୍ତୁ ଅହଂକାରକୁ ତ୍ୟାଗ କରିବାକୁ ହେବ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ମକର:-ସାମାଜିକ ସ୍ତରରେ ନିଜର ଉପସ୍ଥିତି ବୁଦ୍ଧି ପ୍ରୟୋଗ କରି କାର୍ଯ୍ୟ ହାସଲ କରିବେ । ଖେଳ, କୁଦ, ପ୍ରତିଯୋଗିତାରେ ଓ ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ । ଅର୍ଥ ଲାଭର ସୁଯୋଗ ପାଇଲେ ମଧ୍ୟ ବ୍ୟୟ ଅଧିକ ହେବ । ମନରେଥିବା କାମନା ପୂର୍ଣ୍ଣ ହେବ । ବନ୍ଧୁମାନଙ୍କ ସାହାଯ୍ୟ ପାଇ ପାରିବାରିକ ତିକ୍ତତାର ସମାପ୍ତି ହେବ । ନୂଆଲକ୍ଷ ପୂରଣ କରିବା ପାଇଁ ସମୟ ନିର୍ଦ୍ଧାରିତ କରିବେ । ଅତ୍ୟଧିକ ପରିଶ୍ରମ ହେତୁ ଶାରୀରିକ ପୀଡା ଅନୁଭବ କରି ପାରନ୍ତି । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

କୁମ୍ଭ:- ଶତୃ ପରାଜିତ ହେବେ । ବନ୍ଧୁଙ୍କ ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିପାରିବେ । ନୂଆ ଚାକିରୀ ହେବାର ସୁଯୋଗ ମିଳିବ । ପରିବାର ଜନଙ୍କ ସମ୍ବନ୍ଧିତ କୌଣସି ଶୁଭ ସମାଚାର ଶୁଣିବେ । ସମ୍ପତ୍ତି ସମ୍ବନ୍ଧିୟ ମାମଲାରେ ବିଜୟ ହେବ । କର୍ମକ୍ଷେତ୍ରରେ ରାଜକୀୟ ସମ୍ମାନ ପାଇବେ । ଜଗାଜମି, ଗୃହ ଉପକରଣ କ୍ରୟ କରିବେ । ସମସ୍ତ ସମସ୍ୟାର ଫଇସଲା ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ । ପ୍ରତିକାର- ନୀଳ ରୁମାଲ ଟିଏ ପାଖରେ ରଖନ୍ତୁ ।

ମୀନ:-ସ୍ଵାସ୍ଥ୍ୟରେ ପରିବର୍ତ୍ତନ ଅନୁଭବ କରିବେ । ବ୍ୟାପାର ବାଣିଜ୍ୟ ଓ କାମକାର୍ଯ୍ୟର ସ୍ଥିତି ସନ୍ତୋଷ ଜନକ ହେବ । ପ୍ରପର୍ଟୀ ସମ୍ବନ୍ଧିୟ ମାମଲା ସତୃଙ୍କ ମଧ୍ୟସ୍ଥତା ଦ୍ଵାରା ଦୂର ହେବ । ଆବଶ୍ୟକୀୟ ନୂତନ ବସ୍ତୁ କ୍ରୟ କରି ପାରିବେ । ବନ୍ଧୁ ମିତ୍ରମାନଙ୍କର ଓ ବରିଷ୍ଠ କର୍ମୀଙ୍କ ପ୍ରିୟପାତ୍ର ହେବେ । ବ୍ୟବସାୟୀମାନଙ୍କର ଲାଭ ଅଧିକ ହେବା ଫଳରେ ମନ ଖୁସି ରହିବ । ଛାତ୍ର ଛାତ୍ରୀମାନେ ଖେଳ, କୁଦ ଓ ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ । ପ୍ରତିକାର- ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ ।

Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 943700674


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!