ଦୈନିକ ରାଶିଫଳ: 20 ଜୁଲାଇ 2022, ଶ୍ରୀ ଗଣେଶଙ୍କ କୃପାରୁ ଏହି 3ଟି ରାଶିଙ୍କୁ ମିଳିବ କିଛି ବଡ ଖୁସି ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୨ମସିହା, ଜୁଲାଇମାସ୨୦ତାରିଖ, ବୁଧବାର, କର୍କଟମାସ୪ଦିନ, ଶ୍ରାବଣମାସ, କୃଷ୍ଣପକ୍ଷ, ସପ୍ତମୀତିଥି ସକାଳ ୭ଟା ୩୬ମିନିଟ୍ ପରେ ଅଷ୍ଟମୀତିଥି, ରେବତୀ ନକ୍ଷତ୍ର, ମୀନରାଶିରେ ଚନ୍ଦ୍ର ଦିବା ୧୨ଟା ୫୨ମିନିଟ୍ ପରେ ଅଶ୍ଵିନୀ ନକ୍ଷତ୍ର, ମେଷ ରାଶିରେ ଚନ୍ଦ୍ର । ସୁକର୍ମା ଯୋଗ ଦିବା ୧୨ଟା ୪୨ମିନିଟ୍ ପରେ ଧୃତି ଯୋଗ । ବବ କରଣ ସକାଳ ୭ଟା ୩୬ମିନିଟ୍ ପରେ ବାଳବ କରଣ । କର୍କଟ ରାଶିର ଘାତବାର । ଧନୁ ରାଶିର ଘାତଚନ୍ଦ୍ର ଦିବା ୧୨ଟା ୫୨ମିନିଟ୍ ପରେ ମେଷ ରାଶିର ଘାତଚନ୍ଦ୍ର । ତାଳ ନ ଖାଇଲେ ଭଲ ସକାଳ ୭ଟା ୩୬ମିନିଟ୍ ପରେ ନଡିଆ, ଆମିଷ ନ ଖାଇଲେ ଭଲ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଯୋଗିନୀ- ବାୟବ୍ୟେ ସକାଳ ୭ଟା ୩୬ମିନିଟ୍ ପରେ ଐଶାନ୍ୟେ ଯାତ୍ରା ନିଷେଧ । ଶ୍ରାଦ୍ଧତର୍ପଣ- ଅଷ୍ଟମୀର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ- ସକାଳ ୮ଟା ୩୭ମିନିଟ୍ ରୁ ଦିବା ୧୦ଟା ୧୫ମିନିଟ୍, ଦିବା ୧୧ଟା ୫୨ମିନିଟ୍ ରୁ ଦିବା ୧ଟା ୩୦ମିନିଟ୍, ରାତ୍ରି ୨ଟା ୩୭ମିନିଟ୍ ରୁ ୩ଟା ୫୯ମିନିଟ୍ । ଶୁଭସମୟ- ପ୍ରାତଃ ୫ଟା ୨୨ମିନିଟ୍ ରୁ ୭ଟା ୫ମିନିଟ୍, ଦିବା ୧୦ଟା ୧୬ମିନିଟ୍ ରୁ ୧୧ଟା ୨୫ମିନିଟ୍, ଦିବା ୨ଟା ୪ମିନିଟ୍ ରୁ ୫ଟା ୩୧ମିନିଟ୍, ସନ୍ଧ୍ୟା ୭ଟା ୯ମିନିଟ୍ ରୁ ରାତ୍ର ୧୦ଟା ୪୬ମିନିଟ୍, ରାତ୍ର ୧ଟା ୪୩ମିନିଟ୍ ରୁ ୨ଟା ୩୬ମିନିଟ୍, ରାତ୍ର ୪ଟା ରୁ ୫ଟା ୨୧ମିନିଟ୍ । ପର୍ବଦିନ- ବୁଧସପ୍ତମୀ, କାଳାଷ୍ଟମୀ ।

ମେଷ:-ଶାରୀରିକ ସୁସ୍ଥତା ଅନୁଭବ କରିବେ, ମାନସିକ ଦୁଶ୍ଚିନ୍ତା ଦୂର ହେବ, ଭୂମି, ଧନ, ଗୋମାତା ପ୍ରାପ୍ତି ହେବ, ଯଶମାନ ପ୍ରତିଷ୍ଠା ଲାଭ, ସନ୍ତାନମାନଙ୍କର ଉନ୍ନତି, କର୍ମ କ୍ଷେତ୍ରରେ ପଦୋନ୍ନତି, ନୂତନ ବାହନ, ଗୃହ ଆଦି ଲାଭ ହେବ । ନୂତନ ନିଯୁକ୍ତିର ସୁଯୋଗ ପାଇବେ, କୌଣସି ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି ଲକ୍ଷ୍ମୀପ୍ରାପ୍ତି ହେବାର ବାଟ ଖୋଲିଯିବ । ସମସ୍ତ କାର୍ଯ୍ୟ ଶୁଭଫଳ ପ୍ରାପ୍ତି ହେବ । ସମୟକୁ ହାତ ଛଡ଼ା ନ କରିବା ଉଚିତ୍ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ବୃଷ:-ଶିକ୍ଷାର୍ଥୀମାନେ ଅଧ୍ୟୟନରେ ମନ ଯୋଗ ଦେବେ । ଧର୍ମ କାର୍ଯ୍ୟରେ ଯୋଗଦେଇ ଦେବଦର୍ଶନ କରିବେ । ପାରିବାରିକ ଜୀବନ ଆନନ୍ଦରେ କଟିବ । ପେଶା, ବ୍ୟବସାୟ, ଭାଗୀଦାରୀ ଓ ବନ୍ଧୁମିତ୍ରଙ୍କଦ୍ଵାରା ଲାଭବାନ ହେବେ । ପଦସ୍ଥ ବ୍ୟକ୍ତିଙ୍କ ସହ କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ । ରାଜନୈତିକ କ୍ଷେତ୍ରରେ କେବେ ବି ଆଗକୁହା ନ ହୋଇ କର୍ମନିଷ୍ଠା ମଧ୍ୟରେ ନିଜକୁ ସୀମିତ ରଖିବା ହିତକର ହେବ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ମିଥୁନ:-ସ୍ୱାସ୍ଥ୍ୟରେ ଉନ୍ନତି ପରିଲିକ୍ଷିତ ହେବା ସହ ମାନସିକଶାନ୍ତି ପାଇବେ । ଶିକ୍ଷାର୍ଥୀମାନେ ଆତ୍ମବିଶ୍ଵାସ ଓ ଦୃଢତା ଯୋଗେ ପରୀକ୍ଷା ଓ ପ୍ରତିଦ୍ଵନ୍ଦିତାରେ ବିଜୟୀ ହେବେ । ପରିବାରର ମାମଲା ଘରୋଇ ସମସ୍ୟାର ସମାଧାନ ହେବ । ପୁଞ୍ଜିଲଗାଣ, ଉଦ୍ୟୋଗ, ଧନ ଆଦାନପ୍ରଦାନରେ ଲାଭବାନ୍ ହେବେ । କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ । ଆୟରସ୍ରୋତ ଖୋଲିଯିବ । ରାଜନୈତିକ କ୍ଷେତ୍ରରେ ଆଶା ମୁତାବକ ଫଳ ପାଇବେ । ପ୍ରତିକାର- ମହୁଟିକେ ଖାଇ ଘରୁ ବାହାରନ୍ତୁ ।

କର୍କଟ:-ବ୍ୟବସାୟୀମାନେ ନଗଦ କାରବାରରେ ଅଧିକ ଲାଭପ୍ରଦ ହେବେ । ବୁଦ୍ଧି ବିବେକ ଖେଳାଇ କର୍ତ୍ତବ୍ୟ ପରାୟଣତାକୁ ମୁଖ୍ୟକରି ଚଳିବା ହିତକର ହେବ । ଦକ୍ଷତାକୁ କେନ୍ଦ୍ରକରି ଉଚ୍ଚମାନ୍ୟତାରେ ବୃଦ୍ଧି ଘଟିବ । ନୂତନ ନିଯୁକ୍ତି ପାଇବାର ସୂଚନା ପାଇ ଖୁସି ହେବେ । କର୍ମକ୍ଷେତ୍ରରେ ଠିକ୍ ଲୋକଙ୍କ ସହ ସାକ୍ଷାତ ଫଳରେ ଆୟ ବୃଦ୍ଧି ହେବ । କୋର୍ଟ କଚେରି ସମ୍ବନ୍ଧୀୟ ମାମଲା ସମାଧାନ ପରିବର୍ତ୍ତେ ଅସମାଧିତ ରହିବ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ସିଂହ:-ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭବାନ ହେବେ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ବିଜୟୀ ହେବେ । ଆତ୍ମ ବିଶ୍ୱାସ ବୃଦ୍ଧି ହୋଇ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ । ଅଧ୍ୟୟନରେ ବାଧା ଉପୁଜିଲେ ମଧ୍ୟ ସମ୍ମାନର ଆଧିକାରୀ ହୋଇ ପାରିବେ । ଦାମ୍ପତ୍ୟ କଳହ ଓ ଭୟ ଆଶଙ୍କା ଦୂରେଇ ଯିବ । ଅତ୍ୟଧିକ ପରିଶ୍ରମ ଓ ଅନିଦ୍ରା ଜନିତ ପୀଡାପ୍ରତି ସାବଧାନ ରହିବା ଉଚିତ୍ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

କନ୍ୟା:-ସନ୍ତାନର ଅଗ୍ରଗତି ଦ୍ୱାରା ଉତ୍ସାହିତ ହେବେ ସାମାଜିକ ସେବା ସହିତ ଜଡିତ ଲୋକମାନେ ସମ୍ମାନ ପାଇବେ । ଅନଲାଇନରେ ଘରର ଆବଶ୍ୟକତା ଦ୍ରବ୍ୟ କିଣି ପାରିବେ । ପୁରୁଣା କ୍ଷେତ୍ରରେ ଶୀଘ୍ର ସଫଳତା ପାଇବା ପାଇଁ ଚେଷ୍ଟା ଜାରି ରଖିବେ । ପାରିବାରିକ ଜୀବନ ଆନନ୍ଦମୟ ହେବ । ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବ ନାହିଁ । କର୍ମକ୍ଷେତ୍ରରେ ମିଥ୍ୟା ଅଭିଯୋଗ ଶୁଣି ଅନ୍ୟ ଉପରେ ବିରକ୍ତ ହେବେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ତୁଳା:-କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବେ । କର୍ମଚାରୀ ମାନେ ପଦୋନ୍ନତିର ସୂଚନା ପାଇବେ । ବ୍ୟବସାୟ ସମ୍ବନ୍ଧିତ ଯାତ୍ରା କରିବାକୁ ପଡ଼ିବ । ଅଧୁରା କାର୍ଯ୍ୟ ପୂରଣ ହେବ । ନୂଆ ଚାକିରୀ ମଧ୍ୟ ମିଳିପାରେ । ଆର୍ଥିକ ଉନ୍ନତି ଫଳରେ ଚିନ୍ତା କରିଥିବା କାର୍ଯ୍ୟ ପୂରଣ କରିବା ପାଇଁ ବିଭିନ୍ନ ଦିଗରୁ ସାହାଯ୍ୟ ସହଯୋଗ ମିଳିବ । ସମସ୍ତ କର୍ମ ସହଜ ସରଳରେ ହିଁ ସମ୍ପନ୍ନ ହେବ । ସହକର୍ମୀ ମାନଙ୍କ ସହ ବାଦବିବାଦର ଅବସାନ ଘଟିବ । ପ୍ରତିକାର- ଧଳାରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ ।

ବିଚ୍ଛା:-ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ । କର୍ମକ୍ଷେତ୍ରରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବା ସହ ଉଚ୍ଚଆଶା ସଫଳ ହେବ । ବନ୍ଧୁ ମିତ୍ରଙ୍କ ସାହାଯ୍ୟରେ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । ଆମଦାନୀ ରପ୍ତାନି ବ୍ୟବସାୟରେ ଲାଭଦାୟକ ହେବ । ପରିବାରରେ ମାନ ମନାନ୍ତର ଦୂର ହୋଇ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ । ସରକାରୀ ଚାପ ପଡିଲେ ମଧ୍ୟ ରାଜନୀତି କ୍ଷେତ୍ରରେ ଉନ୍ନତି ହେବା ସହ ସକଳ କାର୍ଯ୍ୟରେ ସଫଳହେବେ । ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ ।

ଧନୁ:-କର୍ମ କ୍ଷେତ୍ରରେ ଶ୍ରମ ସାର୍ଥକ ହେବ । ଭାଗୀଦାରି ବ୍ୟବସାୟରେ ଲାଭବାନ ହେବେ କିନ୍ତୁ କାହାରିକୁ ବିଶ୍ୱାସ ଭରସା ନକରିବା ଉଚିତ୍‌ । ନିଜ ପରିଶ୍ରମ ଓ ବୁଦ୍ଧି ବଳରେ ଆୟର ସ୍ରୋତକୁ ବୃଦ୍ଧି କରିପାରିବେ । ଅନେକ ସମସ୍ୟା ଦୂର ହୋଇ ଉଚ୍ଚ ଆଶାରେ ଆଗେଇବେ । ପାରିବାରିକ, ଜମିବାଡ଼ି ସଂକ୍ରାନ୍ତୀୟ, ଧନସମ୍ପତ୍ତି ଏବଂ ଆତ୍ମୀୟ ଶତ୍ରୁତା ସହ ବ୍ୟତିବ୍ୟସ୍ତ ରହିବେ । ପୁରାତନରୋଗର ପ୍ରକୋପରେ ହଇରାଣ ହରକତ ହେବେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ମକର:-କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କଠାରୁ ପ୍ରଶଂସିତ ହେବେ । ବିଦ୍ୟାର୍ଥୀମାନେ ଉଚ୍ଚ ଶିକ୍ଷା ପାଇଁ ବିଦେଶ ଯାତ୍ରାର ସୁଯୋାଗ ପାଇବେ । ପ୍ରେମିକ ପ୍ରେମିକାମାନେ ପ୍ରେମ ସମ୍ବନ୍ଧୀୟ କ୍ଷେତ୍ରରେ ସଫଳ ହେବେ । ନୂତନ ଯୋଜନା ପ୍ରସ୍ତୁତ କରିଲେ ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବ । ବ୍ୟବସାୟରେ ଉତ୍ତମ ରୋଜଗାର ହେବ ଓ ନୂତନ ଆୟର ପନ୍ଥା ପ୍ରାପ୍ତି ହେବ । ପାରିବାରିକ ଜୀବନରେ କୌଣସି ବିଶୃଙ୍ଖଳା ଦେଖାଦେବ ନାହିଁ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

କୁମ୍ଭ:-ମିଷ୍ଠାନ୍ନ ଭୋଜନ, ଉଚ୍ଚ ଆଶା ପୂରଣ ହେବ । ବିଚାର ବିଭାଗ ରାୟ ସପକ୍ଷରେ ଯିବ । ବ୍ୟବସାୟରେ ସଫଳତା ଅର୍ଜନ ତଥା ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ । ଦୂରଯାତ୍ରାର ସୁଯୋଗ ପାଇବେ । ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କଲେ ସୁଖ ସମୃଦ୍ଧି ବୃଦ୍ଧି ହେବ । ପ୍ରତିକାର- ନୀଳରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ ।

ମୀନ:-ବ୍ୟବସାୟ କ୍ଷେତ୍ରରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବା ସହ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ । ରାଜକୀୟ କାର୍ଯ୍ୟ କୌଣସି ପ୍ରଭାବଶାଳୀ ବ୍ୟକ୍ତିଙ୍କ ଦ୍ୱରା ସଂପନ୍ନ ହେବ । ନିଜର ବୁଦ୍ଧି ବଳ ଦ୍ୱାରା କେତେକ କ୍ଷେତ୍ରରେ ଚାରିଗୁଣ ଲାଭ ପାଇବେ । ଧନାର୍ଜନ କ୍ଷମତାରେ ପରିବର୍ତ୍ତନ ହେବ । ବିଦ୍ୟାକ୍ଷେତ୍ରରେ ଉଚ୍ଚପ୍ରଶଂସିତ ହେବେ । ରାଜନୀତି କ୍ଷେତ୍ରରେ ଲୋକସମର୍ଥନକୁ ଆଧାର କରି ବଳୀୟାନ ହେବେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!