ସାପ୍ତାହିକ ରାଶିଫଳ: ଜୁଲାଇ ୨୦ ତାରିଖ ରୁ ଜୁଲାଇ ୨୬, ଏହି ସପ୍ତାହଟି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ ଆର୍ଥିକ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନେ ବନ୍ଧୁଙ୍କ ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିପାରିବେ। ପରିବାର ଜନଙ୍କ ସମ୍ବନ୍ଧିତ କୌଣସି ଶୁଭ ସମାଚାର ଶୁଣିବେ। ପିତା ମାତାଙ୍କ ଶରୀର ସୁସ୍ଥ ରହିବ। କୌଣସି ଶୁଭକାର୍ଯ୍ୟ କରିବାକୁ ଆୟୋଜନ କରିବେ। ନୂଆଲକ୍ଷ ପୂରଣ କରିବା ପାଇଁ ସମୟ ନିର୍ଦ୍ଧାରିତ କରିବେ। ପ୍ରେମ ପ୍ରସଙ୍ଗରେ ସଫଳତା ମିଳିବ। ଅଧାଅଧୁରାଥିବା କାର୍ଯ୍ୟ ପୂରଣ ହୋଇଯିବ। ସ୍ଵାସ୍ଥ୍ୟରେ ସୁଧାର ଆସିବ। ଦୀର୍ଘ ସମୟ ଧରି ଅପେକ୍ଷା କରିଥିବା ସଂବାଦ ପାଇ ଖୁସିହେବେ। ସରକାରୀ କର୍ମଚାରୀମାନଙ୍କର ଶରୀର ସୁସ୍ଥ, ମାନସିକ ଶାନ୍ତି, ସମସ୍ତଙ୍କର ପୂର୍ଣ୍ଣ ସହଯୋଗ ମିଳିବ। କର୍ମକ୍ଷେତ୍ରରେ ପଦୋନ୍ନତିର ସଂକେତ ପାଇବା ସହ ସୁଖ ସମ୍ପତ୍ତି ଲାଭ ହେବ। ନିବେଶ କରିଲେ ଲକ୍ଷ୍ମୀଙ୍କ କୃପା ଫଳରେ ଧନ ପ୍ରାପ୍ତ ହେବ। ଶିକ୍ଷାକ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ। ବିଚାର ବିଭାଗ ରାୟ ସପକ୍ଷରେ ଯିବ। ସରକାରୀ ଚାପ ପଡିଲେ ମଧ୍ୟ ରାଜନୀତିରେ ସଫଳତା ମିଳିବ। ବାହନ ଆଦି କ୍ରୟ କରିପାରିବେ। ପ୍ରତିକାର ଇଷ୍ଟଦେବୀଙ୍କୁ ଚନ୍ଦନ ସମର୍ପଣ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ପାରିବାରିକ ସ୍ଥିତି ସନ୍ତୋଷ ଜନକ ହେବ। ରାଜନୀତିରେ ସଫଳତା ମିଳିବ। ଧାର୍ମିକ କାର୍ଯ୍ୟରେ ରତ ହେବେ। ବ୍ୟବସାୟରେ ବକେୟା ଅର୍ଥ ଆଦାୟ ହୋଇ ଯିବା ଫଳରେ ବ୍ୟବସାୟରେ ଉନ୍ନତି ହେବ। ସ୍ୱାସ୍ଥ୍ୟ ଭଲ ରହିବ। ଶୁଭ କାମ କରି ପାରିବେ। ଶତୃ ଓ ବିରୋଧୀମାନେ ପରାସ୍ତ ହେବେ। ଆର୍ଥିକ ସ୍ଥିତିରେ ପରିବର୍ତ୍ତନ ହେବ। ମିତ୍ର ଓ ସହଯୋଗୀଙ୍କ ଦ୍ଵାରା ଆଶାତୀତ ସହଯୋଗ ମିଳିବ। ନୂଆ କାମ ନୂଆ ପ୍ରେରଣା ଦେବ। ପ୍ରେମିକ ପ୍ରେମିକାମାନଙ୍କର ପ୍ରେମପ୍ରସଙ୍ଗରେ ସଫଳତା ମିଳିବ। ଦାମ୍ପତ୍ୟ ସୁଖରେ ମଧୁରତା ଆସିବ ଓ ଅଧିକ ଘନିଷ୍ଠତା ହେବ। ପଡୋଶୀମାନେ ସ୍ଵାର୍ଥ ହାସଲ କରିବା ପାଇଁ ବାକ୍ ଚତୁରୀ କଥା କହି କାର୍ଯ୍ୟ ପୂରଣ କରିବେ। ଅତୀତ କଥାକୁ ଚିନ୍ତା କରି ଭାବପ୍ରବଣତା ବୃଦ୍ଧି ହେବା ସହ ବିଭିନ୍ନ ପ୍ରକାର କଥା ଚିନ୍ତାକରି ମନ ଭଲ ଲାଗିବ ନାହିଁ। ବିଦ୍ୟା କ୍ଷେତ୍ରରେ ଆଶାମୁତାବକ ଫଳ ପାଇବେ। ପ୍ରତିକାରହଳଦୀ ଚନ୍ଦନ ମୁଣ୍ଡରେ ଲଗାନ୍ତୁ।

ମିଥୁନ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସ୍ୱାସ୍ଥ୍ୟ ଭଲ ରହିବା ସହ ମାନସିକ ଶାନ୍ତି ମିଳିବ ଓ ଋଣଭାର ଲାଘବ ହେବ। ପ୍ରତ୍ୟେକ କ୍ଷେତ୍ରରେ ସଫଳତା ମିଳିବା ଫଳରେ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢେଇବ। ବ୍ୟବସାୟ ପାଇଁ ଭ୍ରମଣ କରିବା ଫଳରେ ବିଶେଷ ଲାଭାନ୍ଵିତ ହେବେ। ଭାବି ଚିନ୍ତି କାର୍ଯ୍ୟ ନ କଲେ ଠକାମିରେ ପଡି ପାରନ୍ତି। ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ପ୍ରସଙ୍ଗରେ ଆଶାଜନକ ଫଳପ୍ରାପ୍ତି ହେବ। ଦାମ୍ପତ୍ୟ ସୁଖରେ ମଧୁରତା ଆସିବ ଓ ଅଧିକ ଘନିଷ୍ଠତା ହେବ। ଭୋଗ ବିଳାସଦ୍ରବ୍ୟ କ୍ରୟକରି ଆର୍ଥିକ ଶଙ୍କଟ ଭୋଗିବେ। ଅଭାବ ଅସୁବିଧା ଥାଇ ମଧ୍ୟ କୌଣସି କାମ ଅଟକିବ ନାହିଁ। ନିଜ ଚେଷ୍ଟାରେ ବାକିଥିବା ଅର୍ଥ ପାଇବେ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ। ଯେକୌଣସି କାର୍ଯ୍ୟରେ ହାତ ଦେଲେ ସଫଳ ହେବେ। ସରକାରୀ କର୍ମଚାରୀମାନଙ୍କର ଆୟବୃଦ୍ଧି, ଋଣମୁକ୍ତି ଓ କର୍ମ କ୍ଷେତ୍ରରେ ପୂର୍ବ ଶତୃମାନେ ପଛଘୁଞ୍ଚା ଦେବେ। ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ। ପ୍ରତିକାର ଗଣେଶ ଭଗବାନଙ୍କୁ ପ୍ରଣାମ କରନ୍ତୁ।

କର୍କଟ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନେ ସମାଜ ସେବାରେ ସ୍ଵନାମ ଅର୍ଜନ କରି ପାରିବେ। ଅନେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି। ଆତ୍ମବିଶ୍ଵାସ ବୃଦ୍ଧି ପାଇବ। ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ।  ମାଲିମୋକଦ୍ଦମାରେ ପୂର୍ଣ୍ଣ ସଫଳତା ପ୍ରାପ୍ତି, ବ୍ୟୟ ଅପେକ୍ଷା ଆୟ ଅଧିକ, ନୂତନ ସଂସ୍ଥାର ଆୟୋଜନ କରିବେ। କଳେବଳେ କୌଶଳରେ ସମସ୍ତ ପ୍ରକାର ଅଭିଳାଷ ପୂରଣ ହେବ। କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ। ବାଦବିବାଦ, ମାଲିମୋକଦ୍ଦମାରେ କୃତକାର୍ଯ୍ୟ ହେବେ। ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ। ସନ୍ତାନ ସୁଖ ମିଳିବ। ପ୍ରତିକୂଳ ପରିସ୍ଥିତି ଦୂରେଇଯିବ ଓ ନିଜ ଚେଷ୍ଟାରେ କାର୍ଯ୍ୟରେ ସଫଳତା ମିଳିବ। କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଜୟଯୁକ୍ତ ହେବେ। ବ୍ୟବସାୟରେ ଲାଭର ପରିମାଣ ଅଧିକ ହେବ। ପ୍ରତିକାର- ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ।

ସିଂହ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। ବାଣିଜ୍ୟ କ୍ଷେତ୍ରରେ ଉନ୍ନତମାନର ଫଳପାଇବା ସହ ଶତୃମାନେ ସାମ୍ନାକୁ ଆସିବାକୁ ସାହସ କରିବେ ନାହିଁ। ସନ୍ତାନଙ୍କ ଯୋଗେ ମାନସିକ ଶାନ୍ତି ଅନୁଭବ କରିବେ। ସାହିତ୍ୟ, କଳା କ୍ଷେତ୍ରରେ ମଧ୍ୟ ଆକର୍ଷିତ ହେବେ। ଗୁରୁ ଗୁରୁଜନ ଆପଣଙ୍କ ବୁଦ୍ଧିକୁ ପ୍ରଶଂସା କରିବେ। ଭାଇ ବନ୍ଧୁ ମାନଙ୍କ ଠାରୁ ଲାଭ ମିଳିବ। ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ। ସମ୍ପର୍କୀୟ ବନ୍ଧୁ ସାହାଯ୍ୟ ସହଯୋଗ କରିବେ। କର୍ମ କ୍ଷେତ୍ରରେ ଅଧିକାରୀଙ୍କଠାରୁ ସହଯୋଗ ମିଳିବା ଫଳରେ ଆୟ ବୃଦ୍ଧି ହେବା ସହ ଅଫିସରେ କରିଥିବା କାମର ଶୁଭ ସୂଚନା ଶୁଣିବାକୁ ପାଇବେ। ଋଣଭାର ଲାଘବ ହେବ। ନିଜର ଇଛା ବିରୋଧରେ କୌଣସି କର୍ମକରି ଅନୁତାପ କରି ପାରନ୍ତି। ନିଜ ଲୋକ ମନମୋଟିଆ ହେବେ। ସାମାଜିକ କାର୍ଯ୍ୟରେ ଯୋଗ ଦେବେ।  ପ୍ରତିକାରଭୋକିଲା ଲୋକକୁ ନିରାଶ କରିବେ ନାହିଁ।

କନ୍ୟା:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସହକର୍ମୀମାନଙ୍କ ସହ ଶତ୍ରୁତା ମେଣ୍ଟିଯିବା ଫଳରେ କର୍ମକ୍ଷେତ୍ରରେ ଚିନ୍ତା କରିଥିବା କାମ ଗୁଡିକ ସହଜରେ ହେବା ସହ ସୁଖ ସମୃଦ୍ଧି ବୃଦ୍ଧି ହେବ। ବିଭିନ୍ନ ବିଭାଗୀୟ ପରୀକ୍ଷା ଦେବାର ସୁଯୋଗ ପାଇବେ। ଛାତ୍ରଛାତ୍ରୀ ମାନଙ୍କର ବିଦ୍ୟାଧ୍ୟୟନ ସମ୍ବନ୍ଧୀୟ ଶୁଭ ସମାଚାର ମିଳିବା ଫଳରେ ହସ ଖୁସିରେ ସମୟ କଟାଇବେ ଓ ପରୀକ୍ଷାରେ କୃତକାର୍ଯ୍ୟ ହେବେ। ଧାର୍ମିକ କାର୍ଯ୍ୟପ୍ରତି ମନ ବଳାଇବେ। ପାରିବାରିକସ୍ତର ହସ ଖୁସିରେ କଟିବ ଓ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ବ୍ୟବସାୟ କ୍ଷେତ୍ରରେ କର୍ମଚାରୀମାନଙ୍କ ସହଯୋଗରେ ଉନ୍ନତି ହେବା ସହ ପ୍ରଶଂସିତ ହେବେ। ଶତୃମାନେ ପରାଜିତ ହେବେ। ପ୍ରତେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ। ନିଜର କାମକୁ ପଛରେ ପକାଇ ଅନ୍ୟଦ୍ଵାରା ପ୍ରଭାବିତ ହୋଇ କୌଣସି ଶୁଭ କାମ କରି ପାରନ୍ତି। ପ୍ରତିକାର କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।

ତୁଳା:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଦାୟିତ୍ଵ ବଢିବା ଯୋଗେ କୌଣସି ମହାପୁରୁଷଙ୍କ ଆଦର୍ଶ ଓ ସିଦ୍ଧାନ୍ତ ଅନୁସାରେ କର୍ମକ୍ଷେତ୍ରରେ ଆଗେଇବେ। ଦୂରେଇ ଯାଇଥିବା ବନ୍ଧୁ ମିତ୍ରମାନଙ୍କ ସହ ସୁସମ୍ପର୍କ ସ୍ଥାପନ ହେବ। ସରକାରୀ କାର୍ଯ୍ୟରେ ସଫଳତା ପ୍ରାପ୍ତ ହେବ। ମାଲିମୋକଦ୍ଦମାରେ ସଫଳତା ମିଳିବ। ଆର୍ଥିକସ୍ଥିତିରେ ସୁଧାର ଆସିବ। ପରିବାରରେ ସୁସ୍ଥ ବାତାବରଣ ଜାରି ରହିବ। ପରସ୍ପରକୁ ସାହାଯ୍ୟ କରି ଉତ୍ତମ ଯୋଜନାବଦ୍ଧ ହେବାର ସମ୍ଭାବନା ଅଛି। ବନ୍ଧୁବାନ୍ଧବ ମାନେ ଆର୍ଥିକ କ୍ଷେତ୍ରରେ ସାହାଯ୍ୟ ସହଯୋଗ କରିବେ। ସାମାଜିକ ସ୍ତରରେ ନିଜର ଉପସ୍ଥିତି ବୁଦ୍ଧି ପ୍ରୟୋଗ କରି କାର୍ଯ୍ୟ ହାସଲ କରିବେ। ନିର୍ମାଣ ମୂଳକ ଯୋଜନାରେ ଆଗେଇପାରିବେ। ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ। ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସୁସମ୍ପର୍କ ରହିବ। ବୁଦ୍ଧିମାତା କାରଣରୁ ସମସ୍ତ କ୍ଷେତ୍ରରେ ଲାଭ ମିଳିବ। ଅଚାନକ ଧନପ୍ରାପ୍ତି, ବ୍ୟବସାୟିକ ଅନୁବନ୍ଧ, ବେପାର ବିସ୍ତାର, ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହନ କ୍ରୟ କରିବେ। ପ୍ରତିକାର ନିମ୍ବକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ।

ବିଚ୍ଛା:-

ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଆଧ୍ୟାତ୍ମିକ ବା ଧାର୍ମିକ କ୍ଷେତ୍ରରେ ବ୍ୟସ୍ତ ରହିବେ ଧର୍ମ କର୍ମରେ ରୁଚି ରହିବ। ବାଣିଜ୍ୟ ବ୍ୟବସାୟ କ୍ଷେତ୍ରରେ ସମସ୍ୟା ଦୂର ହୋଇଯିବା ଫଳରେ ନୂଆଲକ୍ଷ ନିର୍ଦ୍ଧାରିତ କରି ମନ ଲଗାଇ କାର୍ଯ୍ୟ କରିବା ସହ ବହୁତ ଲାଭ ମିଳିବ। ବେମାର, ବୃଦ୍ଧଜନ ଓ ଅଶକ୍ତ ଲୋକଙ୍କୁ ସହଯୋଗ କରିବା ପାଇଁ ହାତ ବଢେଇବେ। ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରିବେ। କୌଣସି କାର୍ଯ୍ୟକ୍ରମରେ ସମ୍ମାନିତ ହେବେ।  ବ୍ୟବସାୟ  ଶୁଭାରମ୍ଭ କରିବାର ସୁଯୋଗ ପାଇ ଆୟ ଆଶାତୀତ ହେବ ଓ ଲାଭ ମିଳିବ। କର୍ମକ୍ଷେତ୍ରରେ ଦେହମନ ଭଲ ରହିବା ଫଳରେ ଉତ୍ସାହିତ ହେବେ। ପାରିବାରିକ କ୍ଷେତ୍ରରେ ଶାନ୍ତି ପାଇବେ।  ବ୍ୟାଙ୍କ, ବୀମା, ନିବେଶ ପରି ଆର୍ଥିକ ଗତିବିଧିରେ ବ୍ୟସ୍ତ ରହିବେ। କୋର୍ଟ କଚେରୀ ଓ ମାଲିମୋକଦ୍ଦମାରେ ବିଜୟୀ ହେବେ। ଫୋନ ବା ଇଣ୍ଟରନେଟ୍ ରେ ପୁରୁଣା ମିତ୍ରଙ୍କ ଠାରୁ ସୁସମ୍ବାଦ ପ୍ରାପ୍ତି ହେବ। ବିଦ୍ୟାର୍ଥୀଙ୍କ ପାଇଁ ସମୟ ଉପଯୁକ୍ତ ଯୋଗେ ବିଦ୍ୟାଧ୍ୟୟନ କ୍ଷେତ୍ରରେ ସଫଳତା ମିଳିବ। ନୂତନ ବନ୍ଧୁ ଭେଟ ହେବେ। ପ୍ରତିକାର କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।

ଧନୁ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଆର୍ଥିକ ଦୃଷ୍ଟି କୋଣରୁ ଉନ୍ନତି ହେବ। ସୁଖସୌଭାଗ୍ୟ ବୃଦ୍ଧି ହେବ। ଆୟ ପନ୍ଥା ପାଇଁ ନୂତନ ଧାରା ଅବଲମ୍ବନ କରିବେ। ସନ୍ତାନମାନଙ୍କର ଶିକ୍ଷା, ଉଚ୍ଚଶିକ୍ଷାର ମନସ୍କାମନା ପୂର୍ଣ୍ଣ ହେବ। ବ୍ୟବସାୟ କ୍ଷେତ୍ରରେ ଭାଗ୍ୟ ଅନୁକୂଳ ହେତୁ ଆଶାତିତ ଲାଭ ମିଳିବ। ସେୟାର, ଲଟେରୀ ଆଦିରେ ଲାଭ ଅଧିକ ମିଳିବ। ନୂତନ ଉଦ୍ୟୋଗରେ ପଇସା ଖଟେଇବେ। ପାରିବାରିକ କ୍ଷେତ୍ରରେ ଶୁଭ ସମାଚାର ଶୁଣି ଖୁସି ହେବେ। ଖଣିଜ ବ୍ୟବସାୟ, ଯାନବାହନ ବ୍ୟବସାୟ, ଯାତାୟତ ବ୍ୟବସାୟ, ବାୟୁଯାନ, ରେଳବିଭାଗର ଟିକେଟ ବିକ୍ରି, ଭୂଜାତ ଦ୍ରବ୍ୟ ବ୍ୟବସାୟ, ସାନିଟାରୀ, ଇଟା, କୋଇଲା, ହାଡୱାର, ମହମବତୀ ଓ ଶ୍ରମିକ ବ୍ୟବସାୟରେ ଅତ୍ୟଧିକ ଲାଭପାଇବେ। ରାଜନୀତି କ୍ଷେତ୍ରରେ ବିତିଯାଇଥିବା ମାମଲାରେ ମଧ୍ୟ ସଫଳତା ମିଳିବ। ମାନସିକ ଶାନ୍ତି ଓ ମନସ୍କାମନା ପୂର୍ଣ୍ଣ ହେବ। ପୁରୁଣା ରୋଗର ପ୍ରକୋପ ବୃଦ୍ଧି ପାଇବା ଯୋଗୁ ଚିନ୍ତିତ ରହିବେ। ପ୍ରତିକାରଅସହାୟକୁ ନିରାଶ କରିବେ ନାହିଁ।

ମକର:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସାଂସାରିକ ଜୀବନ ସୁଖମୟ ହେବ। ଭାଗ୍ୟଶାଳୀ, ସନ୍ତାନସୁଖ, ସ୍ୱାସ୍ଥ୍ୟ ଅନେକାଂଶରେ ଭଲ ରହିବ। ପରହାତରେ ଥିବା ଧନ ସହଜରେ ପ୍ରାପ୍ତି ହେବ। ପୁରାତନ ବନ୍ଧୁ ଓ ଅଚିହ୍ନା ଲୋକଙ୍କ ଠାରୁ ଅକସ୍ମାତ୍ ସାହାଯ୍ୟ ପାଇ ଧନ୍ୟ ହେବେ। ଉଦ୍ୟୋଗ, ରେଶମୀବସ୍ତ୍ର, ଅଗରବତୀ, ଇଟା, କ୍ଷୀର, ଦହି, ଘିଅ, ଚାନ୍ଦି, ଔଷଧ, ଶାଢ଼ୀ ଇଦ୍ୟାଦି ବ୍ୟବସାୟର ଉଦ୍ୟୋଗ କରିପାରିବେ। ସଂଚାଳକ, ଓକିଲ, ନ୍ୟାୟଧୀଶ, ଚିକିତ୍ସକମାନଙ୍କର ପ୍ରବଳ ଉନ୍ନତି ହେବ। ସନ୍ତାନମାନେ ଉଚ୍ଚଶିକ୍ଷା ଅଧ୍ୟୟନ କରୁଥିଲେ ପଢା ପଢିରେ ମନ ଦେବେ। ରାଜନୈତିକ କ୍ଷେତ୍ରରେ ପ୍ରବଳ ଲୋକ ସମର୍ଥନ ମିଳିବା ସହ ପୁରୁଖା ନେତା ବା ଦଳର ମୁଖ୍ୟଙ୍କର ଅତ୍ୟନ୍ତ ପ୍ରିୟପାତ୍ର ହୋଇପାରିବେ ଓ ଗୁରୁତ୍ୱପୂର୍ଣ୍ଣ ବିଭାଗର ଦାୟିତ୍ୱ ନେଇ ସୁଚାରୁରୂପେ ଚଳେଇ ପାରିବେ। ଅଧା ହୋଇଥିବା କାର୍ଯ୍ୟ ଅତି ସହଜରେ ପୂରଣ କରି ପାରିବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କୁମ୍ଭ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଆର୍ଥିକ ସମସ୍ୟା ନିଶ୍ଚିତ ରୂପେ ସମାଧାନ ହୋଇଯିବ। ଧନ, ଧାନ୍ୟ, ଐଶ୍ଚର୍ଯ୍ୟ, ମାନସମ୍ମାନ ତଥା ପରାକ୍ରମର ବୃଦ୍ଧି ହେବ। ବ୍ୟବସାୟୀ ହୋଇଥିଲେ ବ୍ୟବସାୟ କ୍ଷେତ୍ରକୁ ସୁସଜ୍ଜିତ କରି ପ୍ରଚୁର ଲାଭବାନ ହେବେ। ନୂଆ ନୂଆ ବ୍ୟବସାୟିକ ସଂପର୍କସ୍ଥାପନ ଭାଗିଦାର ବ୍ୟବସାୟ ପାଇଁ ସାହାଯ୍ୟ ସହଯୋଗ ଅଚାନକ ମିଳିବ। ଅଟକି ଯାଇଥିବା ଧନ, ଉଧାର ଦେଇଥିବା ଟଙ୍କା, ଋଣ କରିଥିବା ଅର୍ଥ ସହଜରେ ହସ୍ତଗତ ହେବ। ଭୂମିକ୍ରୟ, ବାହନକ୍ରୟ, ଗୃହନିର୍ମାଣ କରିବାରେ ଖର୍ଚ୍ଚ କରିବାକୁ ପଡ଼ିବ। ବିଦ୍ୟାର୍ଥୀବର୍ଗ ଅତ୍ୟନ୍ତ ସଫଳତା ସହ ପ୍ରତିଯୋଗିତାରେ ଉତ୍ତୀର୍ଣ୍ଣ ହେବେ। ସରକାରୀ କର୍ମଚାରୀ ମାନେ କର୍ମ କ୍ଷେତ୍ରରେ ବହୁ ସୁବିଧା ସୁଯୋଗ ପାଇବେ। ଏହାକୁ ସତ୍ ଉପଯୋଗ କରିବାକୁ ଆପ୍ରାଣ ଚେଷ୍ଟା କରିବା ଉଚିତ। ଆତ୍ମୀୟମାନେ ଭିତରେ ଚେର କାଟିବେ। ବିଷକୁମ୍ଭ ପୟୋମୁଖ ବ୍ୟକ୍ତିମାନେ ଅନେକ କ୍ଷେତ୍ରରେ ଅପଦସ୍ଥ କରିବେ। ପ୍ରତିକାରହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ।

ମୀନ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଆର୍ଥିକସ୍ଥିତି ଭଲ ରହିବ। ଦୀର୍ଘଦିନ ଧରି ଚିନ୍ତା କରୁଥିବା ନୂତନ କାର୍ଯ୍ୟ ଏବଂ ନୂତନ ବ୍ୟବସାୟ ଅତି ସହଜରେ ଆରମ୍ଭ କରି ପାରିବେ। କର୍ମକ୍ଷେତ୍ରରେ ସୁସ୍ଥ ବାତାବରଣ ସୃଷ୍ଟିହେବ। ଶରୀରସୁସ୍ଥ ରହିବା ସହ ଆୟ ଉତ୍ତମ ହେବ। ନିର୍ମାଣାଧିନ କାମ ପୂର୍ଣ୍ଣାଙ୍ଗହେବ। କଳା, ସଂସ୍କୃତି, ବାଦବିବାଦ, ମାଲିମୋକଦ୍ଦମା କ୍ଷେତ୍ରରେ ବିଜୟୀ ହେବେ। ଘର ସାଜସଜ୍ଜାରେ ବ୍ୟସ୍ତ ରହିବେ। ମିତ୍ରମାନେ ପରାମର୍ଶ ଦେଇ ଲାଭଦାୟକ କାମପ୍ରତି ପ୍ରଲୋଭିତ କରିବେ। ପରିବାରରେ ସମସ୍ତ ଆଶା ପୂରଣ ହୋଇ ସାଧାରଣ ବାତାବରଣ ଜାରି ରହିବା ସହ ସମ୍ପର୍କୀୟଙ୍କ ଶୁଭସୂଚନା ଶୁଣି ଖୁସି ହେବେ। ବ୍ୟବସାୟରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବା ଫଳରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ। ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ। ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ପ୍ରତିକାର ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!