ଦୈନିକ ରାଶିଫଳ: ୨୦ ଜୁନ୍ ୨୦୨୦, ଶନିଦେବଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ କର୍ମରେ ଉନ୍ନତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୦ ମସିହା, ଜୁନ୍ ମାସ ୨୦ ତାରିଖ, ଶନିବାର, ମିଥୁନ ମାସ ୬ ଦିନ, ଆଷାଢମାସ, କୃଷ୍ଣପକ୍ଷ, ଚତୁର୍ଦ୍ଦଶୀ ତିଥି, ଦିବା ୧୧ଟା ୫୩ମିନିଟ୍ ଗତେ ଅମାବାସ୍ୟା ତିଥି, ରୋହିଣୀ ନକ୍ଷତ୍ର, ଦିବା ୧୨ଟା ୧ମିନିଟ୍ ଗତେ ମୃଗଶିରା ନକ୍ଷତ୍ର, ବୃଷ ରାଶିରେ ଚନ୍ଦ୍ର ବୃଷ, ସିଂହ, କନ୍ୟା ରାଶିର ଘାତବାର ବିଛା ରାଶିର ଘାତଚନ୍ଦ୍ର ବିରି ଜାତ ଦ୍ରବ୍ୟ ନ ଖାଇଲେ ଭଲ ଦିବା ୧୧ଟା ୫୩ମିନିଟ୍ ଗତେ ଆମିଷ ନ ଖାଇଲେ ଭଲ। ଶୁଭସମୟ- ଦିବା ୧୦ଟା ୧୦ମିନିଟ୍ ରୁ ୧୨ଟା ୧୩ମିନିଟ୍, ଦିବା ୩ଟା ୭ମିନିଟ୍ ରୁ ୩ଟା ୪୪ମିନିଟ୍, ସନ୍ଧ୍ୟା ୭ଟା ୮ମିନିଟ୍ ରୁ ୭ଟା ୪୪ମିନିଟ୍, ରାତ୍ର ୧୧ଟା ୨୭ମିନିଟ୍ ରୁ ୧ଟା ୩୫ମିନିଟ୍। ପର୍ବଦିନ- ଶ୍ରୀମନ୍ଦିରରେ ନେତ୍ରୋତ୍ସବ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

କର୍ମକ୍ଷେତ୍ରରେ ରାଜକୀୟ ସମ୍ମାନ ମିଳିବ। ବ୍ୟବସାୟ କ୍ଷେତ୍ରରେ ସମସ୍ୟା ଦୂର ହୋଇଯିବା ଫଳରେ ଅର୍ଥ ଲାଭର ସୁଯୋଗ ପାଇବେ। ଧର୍ମକାର୍ଯ୍ୟପ୍ରତି ମନବଳାଇ ବହୁତ ଶାନ୍ତି ଲଭିବେ। କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ। ଖାଇବା ପିଇବାରେ ଅବହେଳା କରିବାରୁ ସ୍ଵାସ୍ଥ୍ୟ ଖରାପ ହେବ। ପରିବାରର କେତେକ ଅକୁହା କଥା ଚିନ୍ତା କରି ଅନ୍ୟମାନଙ୍କୁ ସନ୍ଦେହ ଦୃଷ୍ଟିରେ ଦେଖିବେ। ପରୀକ୍ଷା ପ୍ରତିଯୋଗିତାରେ ଶୁଭଫଳ ମିଳିବ। ଅତି ପ୍ରିୟବନ୍ଧୁ ଆର୍ଥିକ ସହାୟତା କରିବେ। ଆଶା କରୁଥିବା କାମଟି ବନ୍ଧୁଙ୍କ ଦ୍ଵାରା ସହଜ ସୁବିଧାରେ ହୋଇଯିବ। ପ୍ରତିକାର ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

ବୃଷ:-

ସମସ୍ୟା ସମାଧାନ ପାଇଁ ବନ୍ଧୁଙ୍କ ସାହାଯ୍ୟ ନେବେ। ଆଲୋଚନା କ୍ଷେତ୍ରରେ ସୁଫଳ ପାଇବେ। ଆଇନ ଅଦାଲତ ତଥା ଲେଖାପଢାରୁ ଶୁଭଫଳ ମିଳିବ। କଳା ଓ ସଙ୍ଗୀତରେ ସୁନାମ ଅର୍ଜନ କରିବେ। ପରିବାରର ସାହାଯ୍ୟରେ ଉପକୃତ ହେବେ। ସାମାଜିକ ସ୍ତରରେ ପ୍ରଶଂସିତ ହେବେ। ଘରଲୋକଙ୍କୁ ଅବିଶ୍ଵାସ କରି ପରଲୋକଙ୍କୁ ବିଶ୍ଵାସ କଲେ ହଇରାଣରେ ପଡିବେ। କିଛି ଅର୍ଥ ସଙ୍କଟ ଦେଖାଦେବାରୁ ଅତ୍ୟଧିକ ଚିନ୍ତା କରିବେ। କୌଣସି କାମ ପ୍ରତି ମନ ଲାଗିବ ନାହିଁ। ଈର୍ଷାପରାୟଣ ବ୍ୟକ୍ତିମାନେ କଟୁ ବଚନ ଶୁଣେଇ ପାରନ୍ତି। ସ୍ୱାସ୍ଥ୍ୟ ଦିଗରୁ ବିଶେଷ ସତର୍କ ରହିବା ଉଚିତ୍।  ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

ମିଥୁନ:-

ସାମାଜିକ କ୍ଷେତ୍ରରେ ପ୍ରତିଷ୍ଠା ବଢିବ। ଦୂରେଇ ଯାଇଥିବା ବନ୍ଧୁ ଅତି ଆପଣାର ହେବେ। ସମାଜସେବାରେ ବରିଷ୍ଠ ବ୍ୟକ୍ତି ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢୀଭୁତ ହେବ। ସମସ୍ତ କାର୍ଯ୍ୟକ୍ରମ ସୁରୁ ଖୁରୁରେ ପୂର୍ଣ୍ଣ ହେବ। ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ। ସାଙ୍ଗ ସାଥିମାନେ ସାହାଯ୍ୟ ସହଯୋଗ କରିବେ। କର୍ମକ୍ଷେତ୍ରରେ ମିଥ୍ୟା ଅଭିଯୋଗ ଶୁଣି ଅନ୍ୟ ଉପରେ ବିରକ୍ତ ହେବେ। ବିଦ୍ୟାରେ ଉନ୍ନତି କରିବେ। ରାଜନୈତିକ କ୍ଷେତ୍ରରେ ଅନେକ ପ୍ରକାର ଅସୁବିଧାର ସମ୍ମୁଖୀନ ହେବେ। ଆବଶ୍ୟକତା ପୂରଣ ଦିଗରେ ବହୁତ ଖର୍ଚ୍ଚାନ୍ତ ହେବେ।  ପ୍ରତିକାର ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

କର୍କଟ:-

ସ୍ଵାସ୍ଥ୍ୟର କିଛି ପରିବର୍ତ୍ତନ ଘଟିବ। ଆର୍ଥିକ ଉନ୍ନତି ଫଳରେ ଚିନ୍ତା କରିଥିବା କାର୍ଯ୍ୟ ଠିକ୍ ସମୟରେ ପୂରଣ ହୋଇ ପାରିବ। ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି, ସମ୍ମାନ ବୃଦ୍ଧି, କର୍ମୋନ୍ନତି ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରି ପାରିବେ। ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ। ସରକାରୀ କର୍ମଚାରୀମାନଙ୍କର ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବ। ବରିଷ୍ଠ ବ୍ୟକ୍ତିଙ୍କ ସହ ସୁସମ୍ପର୍କ ସ୍ଥାପିତ ହେବା ଫଳରେ ଅଟକିଥିବା କାର୍ଯ୍ୟ ପୂରଣ ହେବ। ବନ୍ଧୁ ମିତ୍ରଙ୍କଠାରୁ ଉପହାର ପ୍ରାପ୍ତି ହେବ। ପୁଅ ଝିଅଙ୍କ କର୍ମସ୍ଥିର ହେବା ଫଳରେ ଖୁସି ହେବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ସିଂହ:-

ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବ। ବ୍ୟବସାୟରେ ଭାଗୀଦାରମାନେ ପାଦ ସହିତ ପାଦ ମିଶେଇ ବେପାର ବୃଦ୍ଧି କରିବେ। ପାରିବାରିକ ଜୀବନ ସୁଖ ଶାନ୍ତିରେ କଟିବ। ପଟ୍ଟ ପରିବର୍ତ୍ତନ ଘଟି ଅଶାନ୍ତି ଓ ବିଶୃଙ୍ଖଳାରୁ ମୁକ୍ତ ହେବେ। ସବୁପରେ ଅପଣା ଲୋକଙ୍କ ସହଯୋଗ ବୃଦ୍ଧି ପାଇବ ଓ ନିଃସଙ୍ଗତା ବୋଧର ପୀଡା ମଧ୍ୟ ଦୂରେଇ ଯିବ। ଆର୍ଥିକ ସନ୍ତୁଳନ ସୁରକ୍ଷିତ ହେବା କାରଣରୁ ବିପର୍ଜ୍ୟସ୍ତ ଅର୍ଥନୀତିର ବିପଦରୁ ମୁକ୍ତ ହେବେ। ଭାବମୂର୍ତ୍ତି ରକ୍ଷା କରି ରାଜନୈତିକ ମୁଖ୍ୟଙ୍କ ସହିତ ପରିଚାଳନାଗତ ସ୍ଵତନ୍ତ୍ରତା ଅତୁଟ ରଖି ହେବ। କ୍ରୋଧ ନିୟନ୍ତ୍ରଣ ନ ରଖିଲେ ଅନେକ କ୍ଷତି ହେବ। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

କନ୍ୟା:-

ଭୁଲ୍ ବୁଝାମଣା ଦୂର ହେବା ଯୋଗେ ହିତୈଷିମାନେ ଅଧିକ ନିବିଡ ହେବା ସାଙ୍ଗକୁ ମର୍ଯ୍ୟଦାଜନକ ପରିସ୍ଥିତି ସୃଷ୍ଟି କରିବେ। ବ୍ୟବସାୟରେ ଆଶାତୀତ ଲାଭକରି କିଛି ନୂତନ ପଦାର୍ଥ ସଂଗ୍ରହ କରି ପାରନ୍ତି। ପାରିବାରିକ କ୍ଷେତ୍ରରେ ସାମୟିକ ଭାବେ ଦାମ୍ପତ୍ୟ ସମସ୍ୟା ଉଣା ଅଧିକ ରହିବ। କିଛି ଅସୁବିଧା ନଥିଲେ ମଧ୍ୟ କର୍ମକ୍ଷେତ୍ରରେ କୌଣସି କାରଣକୁ ନେଇ ଟେନସନ୍ ଲାଗିବ।   ରାଜନୈତିକ କ୍ଷେତ୍ରରେ ଜଟିଳ ପରିସ୍ଥିତି ସମାଧାନ ଫଳରେ ସ୍ଥାନମାନ ପ୍ରତି ବିପଦ କଟିଯିବ। ସତର୍କ ନହେଲେ ସମ୍ମାନ ହାନୀ ହୋଇ ପାରେ। ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳପ୍ରଚଳ କରନ୍ତୁ। ପ୍ରତିକାର କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ତୁଳା:-

ପାରିବାରିକ ଜୀବନରେ ସୁଖଶାନ୍ତି ଲାଭ ସହ ଆତ୍ମୀୟବର୍ଗରେ ଉନ୍ନତି ତଥା ଉତ୍ତମ ବୁଝାମଣା ଜନିତ ଉତ୍ସାହ ଉଦ୍ଦୀପନାଯୁକ୍ତ ହେବେ। କର୍ମକ୍ଷେତ୍ରରେ ଅଦମ୍ୟ ଉଦ୍ୟମ ବା ଚେଷ୍ଟାଦ୍ୱାରା ସ।ଫଲ୍ୟ ପ୍ରାପ୍ତି ହେବ। କୌଣସି କ୍ଷେତ୍ରରେ କେବେ ବି ଆଗକୁହା ନ ହୋଇ କର୍ମନିଷ୍ଠା ମଧ୍ୟରେ ନିଜକୁ ସୀମିତ ରଖିବା ହିତକରହେବ। ବ୍ୟବସାୟ କ୍ଷେତ୍ରରେ ଆଶା ମୁତାବକ ଲାଭବାନ ହେବେ। ବିଦ୍ୟା କ୍ଷେତ୍ରରେ ଉନ୍ନତି ହେବା ସହ ମନ ଖୁସି ରହିବ। ପିଲାମାନଙ୍କ ପଢା ସମସ୍ୟା ନେଇ ମନ ଖୁସି ରହିବ। ଖାଇବା ପିଇବାରେ ଅବହେଳା କରିବାରୁ ସ୍ଵାସ୍ଥ୍ୟ ଖରାପ ହୋଇ ପାରେ।  ପ୍ରତିକାର ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

ବିଚ୍ଛା:-

କର୍ମକ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା ପ୍ରତିପତ୍ତି, ଉଚ୍ଚସ୍ଥାନ ଲାଭ ବା ପଦୋନ୍ନତି ଭଳି ମର୍ଯ୍ୟଦା ପ୍ରାପ୍ତିହେବ। ଭାଇଭଉଣୀ ବନ୍ଧୁବାନ୍ଧବଙ୍କ ସହ ଉତ୍ତମ ସମ୍ପର୍କ ରହିବା ଫଳରେ ବେଶ୍ ଆନନ୍ଦ ପାଇବେ। ଗଠନମୂଳକ ଯୋଜନା ପ୍ରସ୍ତୁତ କରି ଆଗେଇ ଯିବାର ରାସ୍ତା ଖୋଲିଯିବ। ବ୍ୟବସାୟ କ୍ଷେତ୍ରରେ ପ୍ରଚୁର ପରିମାଣରେ ଆମଦାନୀ ରପ୍ତାନି କରି ଆନନ୍ଦ ଉଲ୍ଲାସରେ ଦିନଟି ବିତାଇବେ। ପ୍ରବାସରେ ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବ। ପରୀକ୍ଷା ଓ ପ୍ରତିଯୋଗୀତା କ୍ଷେତ୍ରରେ ଆଶା ମୁତାବକ ଫଳ ପାଇବେ। ହସ ଖୁଶିର ପରିବେଶ ଫିକା ପଡିଯାଇ ପାରେ। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

ଧନୁ:-

ସାମ୍ବାଦିକ ମାନେ ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ। ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନ ବୃଦ୍ଧି ପାଇ ସାମାଜିକ ପତିଆରା ଅମଳିନ ରହିବ। ବ୍ୟବସାୟୀମାନେ ଶ୍ରମିକ ଓ କର୍ମଚାରୀମାନଙ୍କୁ ସଠିକ ପରାମର୍ଶଦେଇ ଧନମାନ ଦିଗରୁ ସୁରକ୍ଷିତ ରହିବା ସହ ସମୟ ଯୋଗପ୍ରଦ ଥିବାରୁ କାରବାର ଦିଗରୁ ପ୍ରଚୁର ଲାଭବାନ୍ ହେବେ। ଶିକ୍ଷାର୍ଥୀମାନେ ଅଧ୍ୟୟନରେ ଆତ୍ମବିଶ୍ଵାସ ଓ ଦୃଢତା ଯୋଗେ ସମ୍ମାନର ଆଧିକାରୀ ହୋଇ ପାରିବେ। ଭୋଗବିଳାସ, ଆନନ୍ଦମୟ ମୂହୁର୍ତ୍ତ ସାଙ୍ଗକୁ ସ୍ଵାସ୍ଥ୍ୟକର ପରିବେଶ ଓ ସମ୍ମାନଜନକ ଘଟଣା ଘଟି ପାରେ। ସୁନ୍ଦର ଗୃହ,ଗାଡି,ବାଡି ବଗିଚା କରିବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମକର:-

ନିଜ ଆଚାର ବ୍ୟବହାର ପରିବର୍ତ୍ତନ ହେବା ଦ୍ଵାରା ଗୁରୁଜନଙ୍କ ସନ୍ତୋଷ ଭାଜନ ହେବେ। କର୍ମକ୍ଷେତ୍ରରେ ଆତ୍ମବିଶ୍ଵାସ ଓ ଦୃଢତା ଯୋଗେ ସମ୍ମାନର ଆଧିକାରି ହୋଇ ପାରିବେ। ସନ୍ତାନଙ୍କ କ୍ଷେତ୍ରରେ ନୀରବତା ରକ୍ଷାକରି ପରିସ୍ଥିତି ହାତରେ ନିଜକୁ ସମର୍ପଣ କରିଦେବା ଉତ୍ତମ ହେବ। ବ୍ୟବସାୟୀମାନେ ନଗଦ କାରବାରରେ ଅଧିକ ଲାଭପ୍ରଦ ହେବେ। ଶିକ୍ଷାର୍ଥୀମାନଙ୍କ ପାଇଁ ଅଧ୍ୟୟନରେ ସ୍ଥିରବସ୍ଥା ଆସି ଆତ୍ମସନ୍ତୋଷ ଆଣିଦେବ। ରାଜନୈତିକ କ୍ଷେତ୍ରରେ ପ୍ରତିଷ୍ଠା ଖ୍ୟାତି ମିଳିବା ସହ ପ୍ରଶଂସିତ ହେବେ। ଅତ୍ୟଧିକ ପରିଶ୍ରମ ଓ ଅନିଦ୍ରା ଜନିତ ରୋଗପ୍ରତି ସାବଧାନ  ରହିବା ଉଚିତ୍।  ପ୍ରତିକାର କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କୁମ୍ଭ:-

ସାଧାରଣ ଦିନଚର୍ଯ୍ୟାରେ ଅତୁଟ ରହିବା ଫଳରେ ହସ ଖୁସିରେ ଚଳିବେ। ଶୁଭ ସମାଚାର ପାଇ ଖୁସି ହେବେ। ବ୍ୟବସାୟୀ ମାନେ ସାଧୁ ଓ ସଚ୍ଚୋଟ ଭାବେ କର୍ମ ଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ। ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାରୁ ମନ ଭଲ ରହିବ। ବିଦେଶୀ ବନ୍ଧୁଙ୍କ ଦ୍ଵାରା ଅଧିକ ଉପକୃତ ହେବେ। କର୍ମକ୍ଷେତ୍ରରେ ଆନୁଷ୍ଠାନିକ କାମରେ ଠିକ୍ ପରାମର୍ଶ ଦେଇ ଆଦର, ସମ୍ମାନ ଓ ପ୍ରଶଂସା ପାଇବେ। ଅଧସ୍ତନ କର୍ମୀ ଓ ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ। ରାଜନୀତିରେ ସ୍ଵାର୍ଥରକ୍ଷା କରିବାରେ ସମୟ ବିତିବ। ପ୍ରତିକାର ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

ମୀନ:-

ସନ୍ତାନ ସୁଖରେ ସୁଖୀ ହେବେ। ସାମାଜିକ କ୍ଷେତ୍ରରେ ତଳୁ ଉପର ସ୍ତର ଯାଏ ଆଦୃତି ଓ ମାନ୍ୟତା ଅର୍ଜ୍ଜନ କରିବେ।ସାମ୍ବାଦିକ ମାନେ ନିଜ କାର୍ଯ୍ୟରେ କୃତିତ୍ଵ ଲାଭ କରିବେ। କର୍ମକ୍ଷେତ୍ରରେ ଉଚ୍ଚସମ୍ପର୍କରୁ ଲାଭବାନ ହେବେ। ବନ୍ଧୁମାନେ ସାହାଯ୍ୟ ସହଯୋଗ କରିବେ। ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ। ବ୍ୟବସାୟରେ ଆଶାତୀତ ଲାଭକରି କିଛି ନୂତନ ପଦାର୍ଥ ସଂଗ୍ରହ କରିବା ପାଇଁ ଯୋଗାଯୋଗ କରି ପାରନ୍ତି। ଛାତ୍ର ଛାତ୍ରୀମାନେ ପଢ଼ା ପଢ଼ିରେ ମନଯୋଗ ଦେବେ। ରାଜନୀତିରେ ଲୋକସମର୍ଥନକୁ ଆଧାର କରି ବଳୀୟାନ ହେବେ।  ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9437006746


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!