ଦୈନିକ ରାଶିଫଳ: 20 ଜୁନ 2021, ଆଜି ଦିନଟି 5ଟି ରାଶିଙ୍କ ପାଇଁ ଶୁଭ ଓ ବାକି ରାଶି ରୁହନ୍ତୁ ସାବଧାନ

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୧ ମସିହା, ଜୁନମାସ ୨୦ ତାରିଖ, ରବିବାର, ମିଥୁନମାସ ୬ ଦିନ, ଜ୍ୟେଷ୍ଠମାସ, ଶୁକ୍ଳପକ୍ଷ, ଦଶମୀତିଥି, ଚିତ୍ରାନକ୍ଷତ୍ର, କନ୍ୟା ରାଶିରେ ଚନ୍ଦ୍ର, ସକାଳ ୭ଟା ୪୧ମିନିଟ୍ ଗତେ ତୁଳା ରାଶିରେ ଚନ୍ଦ୍ର । ମେଷ ରାଶିର ଘାତବାର । ସକାଳ ୭ଟା ୪୧ମିନିଟ୍ ମଧ୍ୟେ ବୃଷ ରାଶିର ଘାତଚନ୍ଦ୍ର । କଳମଶାଗ ନ ଖାଇଲେ ଭଲ, ଦିବା ୪ଟା ୨୧ମିନିଟ୍ ପରେ ଶିମ୍ବ, ଆମିଷ ନ ଖାଇଲେ ଭଲ । ଶୁଭସମୟ- ପ୍ରାତଃ ୬ଟା ୫୮ମିନିଟ୍ ରୁ ୯ଟା ୩୫ମିନିଟ୍, ଦିବା ୧ଟା ୨୮ମିନିଟ୍ ରୁ ୨ଟା ୫୨ମିନିଟ୍, ଦିବା ୪ଟା ୩୯ମିନିଟ୍ ରୁ ୪ଟା ୪୪ମିନିଟ୍, ସନ୍ଧ୍ୟା ୬ଟା ୨୫ମିନିଟ୍ ରୁ ରାତ୍ର ୭ଟା ୪୯ମିନିଟ୍, ରାତ୍ର ୧୦ଟା ୪୪ମିନିଟ୍ ରୁ ୧୨ଟା ୫୨ମିନିଟ୍ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ସାମ୍ବାଦିକ ମାନଙ୍କର ପଦମର୍ଯ୍ୟାଦା ବୃଦ୍ଧି ପାଇବ । ବାସଗୃହ ଓ ଯାନବାହନର କେତେକ ସମସ୍ୟା ସମାଧାନ ହୋଇଯିବ । ରାଜନୈତିକ କ୍ଷେତ୍ରରେ ସହକର୍ମୀ ମାନଙ୍କର ସମର୍ଥନ ଫଳରେ ବିପଦ ସଙ୍କୁଳ ଟଳିଯିବ । ବ୍ୟବସାୟକୁ ନେଇ ପ୍ରତିଦ୍ଵନ୍ଦିତା ଦେଖା ଦେଲେ ମଧ୍ୟ ଆପଣ ବିଜୟୀ ହେବେ । କୌଣସି କଥାବର୍ତ୍ତାକୁ ନେଇ ପ୍ରତାରିତ ହେବାର ଆଶଙ୍କା ଉପୁଯିବ । ଆୟକୁ ଚାହିଁ ବ୍ୟୟର ଅଟକଳ ନ କଲେ ଲୋକହସା ହେବେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ବୃଷ:-

ସରକାରୀ ସାହାଯ୍ୟ ପାଇବାର ସୁଯୋଗ ହାତ ପାହାନ୍ତାରେ ପହଞ୍ଚିବ । ଆକସ୍ମିକ ଧନ ପ୍ରାପ୍ତି ହେବ । ନୂତନ ସମ୍ପତ୍ତି ଯାନ ବାହାନ ଗୃହୋପକରଣ କ୍ରୟ କରିବାର ଯୋଜନା କରିବେ । ବ୍ୟବସାୟୀ ମାନଙ୍କର ନୂଆ ନୂଆ ବ୍ୟବସାୟିକ ସଂପର୍କସ୍ଥାପନ ହେବ ଓ ଭାଗିଦାର ବ୍ୟବସାୟ ପାଇଁ ସାହାଯ୍ୟ ସହଯୋଗ ଅଚାନକ ମିଳିବ । ଅଧସ୍ତନଙ୍କର ସହଯୋଗ ଯୋଗୁ କର୍ମକ୍ଷେତ୍ରରେ ସମ୍ମାନ ବୃଦ୍ଧି ସହ ସୁନାମ ଅର୍ଜନ କରିବେ । ପ୍ରତିକାର- ମିଶ୍ରିଟିକେ ଖାଇ ଘରୁ ବାହାରନ୍ତୁ ।

ମିଥୁନ:-

ସମସ୍ତ ସମସ୍ୟାର ଫଇସଲା ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ । ରାଜକୀୟ ମାମଲାରେ ସଫଳତା ମିଳିବ । ପରିବାର ସମ୍ବନ୍ଧୀୟ କୌଣସି ମହତ୍ଵପୂର୍ଣ୍ଣ ସମାଚାର ଶୁଣିବେ । ବିରୋଧୀ କିଛି କ୍ଷତି କରିପାରିବେ ନାହିଁ । କମିଶନ ସମ୍ବନ୍ଧିତ କାର୍ଯ୍ୟରେ ଲାଭ ମିଳିବ । ନୂତନ ଲୋକଙ୍କ ସହିତ ଭେଟ ହୋଇ ଅଟକିଥିବା କାର୍ଯ୍ୟ ସମ୍ପନ୍ନ ହେବ । ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ । ବିଦ୍ୟା କ୍ଷେତ୍ରରେ ଉନ୍ନତି ହେବା ଫଳରେ ମନ ଖୁସି ରହିବ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

କର୍କଟ:-

ଗୁରୁଜନ ଓ ବୃଦ୍ଧଜନଙ୍କ ସେବା କଲେ ଅନେକ ଆଶୀର୍ବାଦ ପାଇବେ । ଦୁଃଖୀ ଲୋକଙ୍କୁ ସାହାରା ହେବେ । ବନ୍ଧୁଙ୍କ ସହଯୋଗରେ ଆଗକୁ ନୂଆଲକ୍ଷ ପୂରଣ କରିବା ପାଇଁ ସମୟ ନିର୍ଦ୍ଧାରିତ କରିବେ । ନିଜର ଚତୁରତା ଓ ବିବେକ ହେତୁ ସମସ୍ତ ବିପରୀତ ପରିସ୍ଥିତିର ସାମ୍ନା କରି ପାରିବେ । ଛାତ୍ରଛାତ୍ରୀମାନଙ୍କର ଉଚ୍ଚଶିକ୍ଷା ପାଇଁ ଆଗ୍ରହ ବୃଦ୍ଧି ପାଇବା ସହ ପଢାପଢିରେ ମନଯୋଗ ଦେବେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ସିଂହ:-

ସ୍ଵାସ୍ଥ୍ୟରେ ସୁଧାର ଆସିବ । ସମସ୍ତ କ୍ଷେତ୍ରରେ ଜୟଜୟକାର ହେବ । ସରକାରୀ କାମରେ ସଫଳତା ମିଳିବ । ଅଟକିଥିବା ବା ଉଧାର ଦେଇଥିବା ଟଙ୍କା ମିଳିଯିବା ଫଳରେ ଆର୍ଥିକ ସନ୍ତୁଳନ ସୁରକ୍ଷିତ ହେବା କାରଣରୁ ବିପର୍ଜ୍ୟସ୍ତ ଅର୍ଥନୀତିର ବିପଦରୁ ମୁକ୍ତ ହେବେ । ବ୍ୟବସାୟ କ୍ଷେତ୍ରରେ କାରବାର ବଢିବା ଫଳରେ ଭୁଲ୍ ବୁଝାମଣା ଦୂର ହେବା ଯୋଗେ ହିତୈଷିମାନେ ଅଧିକ ନିବିଡ ହେବା ସାଙ୍ଗକୁ ମର୍ଯ୍ୟଦାଜନକ ପରିସ୍ଥିତି ସୃଷ୍ଟି କରିବେ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

କନ୍ୟା:-

ଶରୀର ପୀଡା ଦୂରହୋଇ ସ୍ୱାସ୍ଥ୍ୟ ଠିକ୍ ରହିବ । ସରକାରୀ ସାହାଯ୍ୟ ପାଇବା ଫଳରେ ଉତ୍ସାହ ଉଦ୍ଦିପନା ବୃଦ୍ଧି ପାଇବ । ସାମ୍ବାଦିକମାନେ କୌଣସି ଶୁଭ ସମାଚାର ଶୁଣିବାକୁ ପାଇବେ । ସାମାଜିକ କ୍ଷେତ୍ରରେ ଆଶା କରୁଥିବା ଖବର ପାଇ ଖୁସୀ ହୋଇ ଯିବେ । କର୍ମକ୍ଷେତ୍ରରେ ଉଚ୍ଚାଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ ପ୍ରଶଂସା ପାଇବେ । ବ୍ୟବସାୟରେ ଆଶାତୀତ ଲାଭକରି କିଛି ନୂତନ ପଦାର୍ଥ ସଂଗ୍ରହ କରିବା ପାଇଁ ଯୋଗାଯୋଗ କରି ପାରନ୍ତି । ପ୍ରତିକାର- ମହୁଟିକେ ଖାଇ ଘରୁ ବାହାରନ୍ତୁ ।

ତୁଳା:-

ସାମ୍ବାଦିକ ମାନେ ନିଜ କାର୍ଯ୍ୟରେ କୃତିତ୍ଵ ଲାଭ କରିବେ । ପ୍ରକୃତିର ବିଚିତ୍ର ସିଦ୍ଧାନ୍ତ ଫଳରେ ଦୀର୍ଘଦିନର କଷ୍ଟ ଦୂରହୋଇ ବର୍ତ୍ତମାନ ସୁଖର ସ୍ୱପ୍ନ ଦେଖିପାରିବେ । ସାହିତ୍ୟ, କଳା କ୍ଷେତ୍ରରେ ମଧ୍ୟ ଆକର୍ଷିତ ହେବେ । ରାଜନୀତି କ୍ଷେତ୍ରରେ ଉଚ୍ଚ କର୍ମକର୍ତ୍ତାଙ୍କ ସୁଦୃଷ୍ଟି ପ୍ରାପ୍ତି ହେବା ଫଳରେ ଶତୃମାନଙ୍କୁ ମୁକାବିଲା କରିପାରିବେ । ଇନ୍ଦ୍ରିୟପରାୟଣତା ଓ ବିଷୟବାସନା ଉପରେ ଅଧିକ ଗୁରୁତ୍ଵ ଦେବେ । ଦାମ୍ପତ୍ୟ ସୁଖରେ ମଧୁରତା ଆସିବ ଓ ଅଧିକ ଘନିଷ୍ଠତା ହେବ । ପ୍ରତିକାର- ଆମିଷ ସେବନ କରନ୍ତୁ ନାହିଁ ।

ବିଚ୍ଛା:-

ପେଶା, ବ୍ୟବସାୟ, ଭାଗୀଦାରୀ ଓ ବନ୍ଧୁମିତ୍ରଙ୍କଦ୍ଵାରା ଲାଭବାନ ହୋଇ ଆନନ୍ଦିତ ହେବେ । କର୍ମକ୍ଷେତ୍ରରେ ଉତ୍ତମ ବୁଝାମଣା ଜନିତ ଉତ୍ସାହ ଉଦ୍ଦୀପନାଯୁକ୍ତ ହେବେ । ଭାଇଙ୍କ ସହିତ ଲାଗିଥିବା ବିବାଦ ସମାଧାନ ହୋଇ ପରାକ୍ରମ ବଢିବା ସହ ପରିବାରରେ ସୁଖଶାନ୍ତି ଅନୁଭବ କରିବେ । ପ୍ରେମିକ ପ୍ରେମିକାମାନଙ୍କର ପ୍ରେମପ୍ରସଙ୍ଗରେ ସଫଳତା ମିଳିବ । ରାଜନୈତିକ କ୍ଷେତ୍ରରେ ଶତୃମାନେ ତଳମୁହାଁ ହେବେ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

ଧନୁ:-

ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନ ବୃଦ୍ଧି ପାଇବ । କର୍ମକ୍ଷେତ୍ରରେ ଉଚ୍ଚ କର୍ମକର୍ତ୍ତାଙ୍କର ସୁଦୃଷ୍ଟି ପ୍ରାପ୍ତି ହେବା ଫଳରେ ସହକର୍ମୀମାନଙ୍କର ସମର୍ଥନ ମିଳିବା ସହ ସୁଖ ସମ୍ପଦ ପ୍ରାପ୍ତି ହେବ । ନୁତନ କାର୍ଯ୍ୟ ନିର୍ଦ୍ୱୋନ୍ଦରେ ଧୀରସ୍ଥିର ଭାବରେ ଆଗେଇ ନେବେ । ପାରିବାରିକ ସମସ୍ୟାକୁ ସୁଧାରି ନେଇ ପ୍ରଶଂସିତ ହେବେ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ଆର୍ଥିକ ଦିଗରୁ ଉନ୍ନତି ହେବା ଫଳରେ ନୂତନ ପଦାର୍ଥ ସଂଗ୍ରହ କରି ପାରନ୍ତି । ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ ।

ମକର:-

ଆୟକୁ ବଢାଇବା ପାଇଁ ବହୁତ ପ୍ରୟାସ କରିବେ, ପରିଣାମ ମଧ୍ୟ ସାମ୍ନାକୁ ଆସିବ । ଭୋଗବିଳାସ ଓ ଆନନ୍ଦମୟ ମୂହୁର୍ତ୍ତ ସାଙ୍ଗକୁ ସ୍ଵାସ୍ଥ୍ୟକର ପରିବେଶ ଓ ସମ୍ମାନଜନକ ଘଟଣା ଘଟିବ । ବିଦ୍ୟାଧ୍ୟୟନ ସମ୍ବନ୍ଧୀୟ ଶୁଭ ସମାଚାର ମିଳିବ । ପରିବାରରେ ସମୟ ବିତେଇ ପାରିଲେ ସନ୍ତାନ ଓ ଭାଇମାନଙ୍କ ଠାରୁ ଲାଭ ମିଳିବ । କୌଣସି ମିତ୍ରଙ୍କ ସାହାଯ୍ୟ ଦ୍ଵାରା ଧନ ଲାଭ ହେବା ସହିତ ଉନ୍ନତି କରିବେ । ପ୍ରତିକାର- କଳାରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ ।

କୁମ୍ଭ:-

ବ୍ୟବସାୟ କ୍ଷେତ୍ରରେ ମନ ଲାଗିବା ଦ୍ଵାରା ପ୍ରଚାର ପ୍ରସାର ପାଇଁ ଯୋଜନା କରିବେ । ପରିବାରରେ ସମୟ ବିତେଇ ପାରିଲେ ପରିବାରର ମୁଖ୍ୟଙ୍କ ସହିତ ପରିଚାଳନାଗତ ସ୍ଵତନ୍ତ୍ରତା ଅତୁଟ ରଖି ହେବ । ବିଦ୍ୟାକ୍ଷେତ୍ରରେ ମନଯୋଗ ଦେଇ ସଫଳ ହେବେ । ବନ୍ଧୁବାନ୍ଧବ ମାନଙ୍କ ଅଦମ୍ୟ ଉଦ୍ୟମ ବା ଚେଷ୍ଟାଦ୍ୱାରା ସୁଖଶାନ୍ତି ଲାଭ ହେବା ସହ ଆତ୍ମୀୟବର୍ଗରେ ଉନ୍ନତି ହେବ । ଆର୍ଥିକ ବୃଦ୍ଧି ହେବା ଫଳରେ ସ୍ଥାନମାନ ପ୍ରତି ବିପଦ କଟିଯିବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ମୀନ:-

ବ୍ୟବସାୟିମାନେ ବହୁତ ଲାଭ ଉଠାଇ ପାରିବେ । କର୍ମ କ୍ଷେତ୍ରରେ ଦାଇତ୍ଵ ବଢିବା ସହ ବିରୋଧୀମାନେ କୌଣସି କ୍ଷତି କରିପାରିବେ ନାହିଁ । ମାଆ ବାପା ଗୁରୁ ଗୁରୁଜନଙ୍କ ଆଶୀର୍ବାଦ ପ୍ରାପ୍ତ ହେବ । ରାଜନୈତିକ କ୍ଷେତ୍ରରେ ଟାଣୁଆନେତା, ପୁରୁଖାନେତାଙ୍କ ପାଇଁ ଆଶା ଉଜ୍ଵଳ ହେବାର ଦେଖାଦେବ । ଗୃହୋପକରଣ କ୍ରୟ କରିବା ପାଇଁ ମନ ବଲେଇବେ । ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 943700674


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!