ଦୈନିକ ରାଶିଫଳ: 20 ଜୁନ 2022, ମହାଦେବଙ୍କ କୃପାରୁ ଏହି 2ଟି ରାଶିଙ୍କୁ ମିଳିବ କିଛି ବଡ ଖୁସି ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୨ମସିହା, ଜୁନମାସ ୨୦ତାରିଖ, ସୋମବାର, ମିଥୁନମାସ ୬ଦିନ, ଆଷାଢମାସ କୃଷ୍ଣପକ୍ଷ, ସପ୍ତମୀ ତିଥି, ପୂର୍ବଭାଦ୍ରପଦ ନକ୍ଷତ୍ର କୁମ୍ଭ ରାଶିରେ ଚନ୍ଦ୍ର । ପ୍ରୀତି ଯୋଗ ସକାଳ ୮ଟା ୨୭ମିନିଟ୍ ପରେ ଆୟୁଷ୍ମାନ ଯୋଗ । ବିଷ୍ଟି କରଣ ଦିବା ୯ଟା ୩୪ମିନିଟ୍ ପରେ ବବ କରଣ । ମିଥୁନ ରାଶିର ଘାତବାର । ମିଥୁନ, ମୀନ ରାଶିର ଘାତଚନ୍ଦ୍ର । ତାଳ ନ ଖାଇଲେ ଭଲ, ରାତି ୯ଟା ୧ମିନିଟ୍ ପରେ ନଡିଆ, ଆମିଷ ନ ଖାଇଲେ ଭଲ । ଯୋଗିନୀ- ବାୟବ୍ୟେ ରାତି ୯ଟା ୧ମିନିଟ୍ ପରେ ଐଶାନ୍ୟେ ଯାତ୍ରା ନିଷେଧ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଶ୍ରାଦ୍ଧତର୍ପଣ- ସପ୍ତମୀର ଏକୋଦ୍ଧିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ- ପ୍ରାତଃ ୬ଟା ୫୧ମିନିଟ୍ ରୁ ୮ଟା ୩୦ମିନିଟ୍, ଦିବା ୩ଟା ୬ମିନିଟ୍ ରୁ ୪ଟା ୪୫ମିନିଟ୍, ରାତ୍ରି ୧୦ଟା ୨୭ମିନିଟ୍ ରୁ ୧୧ଟା ୪୮ମିନିଟ୍ । ଶୁଭସମୟ- ସକାଳ ୮ଟା ୪୪ମିନିଟ୍ ରୁ ୧୦ଟା ୨୮ମିନିଟ୍, ରାତ୍ର ୯ଟା ୧୮ମିନିଟ୍ ରୁ ୧୦ଟା ୨୬ମିନିଟ୍, ରାତ୍ର ୧୧ଟା ୪୯ମିନିଟ୍ ରୁ ୧୨ଟା ୮ମିନିଟ୍, ରାତ୍ର ୧ଟା ୩୭ମିନିଟ୍ ରୁ ରାତ୍ର ୩ଟା ୧ମିନିଟ୍, ରାତ୍ର ୩ଟା ୪୭ମିନିଟ୍ ରୁ ୪ଟା ୨୮ମିନିଟ୍ ।

ମେଷ:-ସାଧାରଣବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ ଓ ଧୈର୍ଯ୍ୟ ସହନଶୀଳତା ଯୋଗେ ଯଶ ମିଳିବ । ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ । ନୂତନ ବ୍ୟବସାୟ ଯୋଜନାର ଶିଳାନ୍ୟାସ କଲେ, ତାହା ଦୀର୍ଘ ସ୍ଥାୟୀହେବ ଓ ବହୁବିଧ ଲାଭ ମିଳିବ । କୌଣସି ପ୍ରକାରେ ଉଚ୍ଚମାନ୍ୟତା ରକ୍ଷା କରି ଆର୍ଥିକ ସ୍ଥିତିକୁ ସୁଦୃଢ କରିପାରିବେ । ବାହନ ଆଦି କ୍ରୟ କରିପାରିବେ । ଋଣ ଭରଣାରେ ସହଜ ହେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ବୃଷ:-ସ୍ଥଗିତ ଥିବା କର୍ମ ସହଜ ସରଳରେ ପୂର୍ଣ୍ଣ ହେବ । ସନ୍ତାନମାନଙ୍କର ଶୁଭ ସୂଚନା ପାଇବେ । ବ୍ୟବସାୟରେ ଉନ୍ନତି ସହିତ ନାନାବିଧ ସୁଯୋଗ ଓ ଶୁଭଫଳ ପ୍ରାପ୍ତି ହେବ । ବାସସ୍ଥାନ ବା ଯାନବାହାନର ନବୀକରଣ ଇତ୍ୟାଦି କରି ପାରନ୍ତି । ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ଲାଭବାନ ହେବେ । ଜୀବନ ସାଥିଙ୍କ ସ୍ୱାସ୍ଥ୍ୟ ଉତ୍ତମ ରହିବ । ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ । ଅଚାନକ ଭାବରେ ଦୂରଯାତ୍ରା କରି ଯାତ୍ରାରେ ସଫଳ ହେବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ମିଥୁନ:-ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ ସମସ୍ୟାକୁ ସୁଧାରିବା ପାଇଁ ଚେଷ୍ଟା କରି କୌଶଳକ୍ରମେ ସମାଧାନ କରିବେ । ଆଧ୍ୟାତ୍ମିକ ଭାବଧାରରେ ଉଦବୁଦ୍ଧ ହୋଇ ସତସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳେଇବେ । ବାଦବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ପ୍ରେମ କ୍ଷେତ୍ରରେ ସଫଳ ହେବେ । ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

କର୍କଟ:-ସଭାସମିତି, ନିର୍ମାଣ, ଯୋଗାଯୋଗ ପାଇଁ ଅଧିକ ସମୟ ଦେବାକୁ ପଡିବ । ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ । ଉଚ୍ଚ ଶିକ୍ଷାପାଇଁ ସୁଯୋଗ ପାଇବେ । ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । ପରିବାରରେ କୌଣସି ଜଟିଳ ସମସ୍ୟାର ସମାଧାନ ହୋଇ ଶାନ୍ତି ଦେଖା ଦେବ । କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ପ୍ରଶଂସିତ ହେବେ । କାର୍ଯ୍ୟକ୍ଷେତ୍ରରେ ଦାୟିତ୍ଵ ବଢିବା ଯୋଗେ ଅନ୍ୟମନସ୍କ ରହିବେ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ସିଂହ:-ସ୍ଵାସ୍ଥ୍ୟରେ ସାମାନ୍ୟ ସୁଧାର ଆସିବ । ବ୍ୟାଙ୍କ, ବୀମା, ନିବେଶ ପରି ଆର୍ଥିକ ଗତିବିଧିରେ ସଫଳତା ପାଇବେ । ବାଦବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । କୌଣସି ଶୁଭ ସମାଚାର ମଧ୍ୟ ଶୁଣିବାକୁ ମିଳିବ । ବ୍ୟବସାୟୀମାନେ ନଗଦ କାରବାରରେ ଅଧିକ ଲାଭପ୍ରଦ ହେବେ । ରାଜନୀତି କ୍ଷେତ୍ରରେ ଉନ୍ନତିର ଛକ ଉପରେ ପଦାର୍ପଣ କରି ଲକ୍ଷ୍ୟପୂରଣ ଆଡକୁ ଆଗେଇ ପାରିବେ । ପ୍ରତିକାର- ଆମିଷ ସେବନ କରନ୍ତୁ ନାହିଁ ।

କନ୍ୟା:-ପ୍ରତେକ କ୍ଷେତ୍ରରେ ମାନସିକସ୍ଥିତି ସୁଦୃଢ ରହିବ । ବରିଷ୍ଠ କର୍ମୀଙ୍କ ପ୍ରିୟ ପାତ୍ର ହେବେ । ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବ । ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବା ପାଇଁ ଯୋଗାଯୋଗ କରି ପାରିବେ । ନୂଆ ବ୍ୟବସାୟିକ ସଂପର୍କସ୍ଥାପନ ଭାଗିଦାର ବ୍ୟବସାୟ ପାଇଁ ସାହାଯ୍ୟ ସହଯୋଗ ଅଚାନକ ମିଳିବ । ରାଜନୀତିରେ ଲୋକସମର୍ଥନକୁ ଆଧାର କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

ତୁଳା:-ସାଧୁ ସଚ୍ଚୋଟ ଭାବେ କର୍ମ ଯୋଗକୁ ଶ୍ରେଷ୍ଠତା କରିବା ଫଳରେ ମାନସିକ ଏକାଗ୍ରତା ବଜାୟ ରହିବ । ବ୍ୟବସାୟ ପାଇଁ ଦୂରଯାତ୍ରା କରି ମନ ଖୁସି ରହିବ । ପ୍ରେମ କ୍ଷେତ୍ରରେ ସଫଳ ହେବେ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ଭଲ କାମ କରି ସହାବସ୍ଥାନର ନିରାପଦ ବଳୟ ଭିତରେ ଆପଣା ଲୋକଙ୍କ ସାହାଯ୍ୟ ପାଇ ପାରିବାରିକ ଜୀବନ ସୁଧାରୀ ନେବେ । ଆୟ ଅପରିବର୍ତ୍ତିତ ରହିଲେ ମଧ୍ୟ ବ୍ୟୟ ବୃଦ୍ଧି ପାଇବ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

ବିଚ୍ଛା:-ଆମୋଦ ପ୍ରମୋଦ, କ୍ରିଡା, ମନୋରଞ୍ଜନ, ନୃତ୍ୟ ଗୀତ, କଳା ସଙ୍ଗୀତ, ଭୋଜିଭାତ, ମଉଜ ମଜିଲିସ୍ ରେ ଆନନ୍ଦିତ ହେବେ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । ଭୋଗବିଳାସରେ ସାମିଲ ହୋଇ ଅର୍ଥ ଉପାର୍ଜନରେ ଏକନିଷ୍ଠ ହେଲେ ସମ୍ମାନ ପାଇବେ । ଋଣମୁକ୍ତି ହେବାପାଇଁ ଯୋଜନା ପ୍ରସ୍ତୁତ କଲେ ସଫଳ ହେବେ । ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

ଧନୁ:-ରାଜନେତା ମାନଙ୍କର ପଦ ପଦବୀ ଲାଭ ହେବା ସହ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ । ବ୍ୟବସାୟୀମାନେ କାରବାରରେ ବୁଡିରହି ଆଶାତୀତ ଲାଭପାଇବେ । ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ବୃତ୍ତିଗତ ଦୃଷ୍ଟିରୁ ସୁରକ୍ଷିତ ରହିବେ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ଅନେକ କ୍ଷେତ୍ରରେ ସ୍ଵାଭିମାନ ରକ୍ଷାକରି ପ୍ରଶଂସିତ ହେବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ମକର:-ସମ୍ପର୍କୀୟ ବ୍ୟକ୍ତି ବିଶେଷ ଅଧିକାଂଶ କ୍ଷେତ୍ରରେ ସାହାଯ୍ୟର ମନୋବୃତ୍ତି ଗ୍ରହଣ କରିବା ଫଳରେ ସନ୍ତୋଷ ଲାଭ କରିବେ । ବ୍ୟବସାୟରେ ଉଧାର ଦେଇ ଫେରି ପାଇବା ସହଜ ହେବ ଓ କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତିହେବ । ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ । ରାଜନୀତିରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବା ଫଳରେ ସଫଳତା ଅର୍ଜନ କରିବେ । ସ୍ୱାସ୍ଥ୍ୟ ହାନୀ ହେବା ସହ ବିଭିନ୍ନ ପ୍ରକାର ସମସ୍ୟା ମଧ୍ୟରେ ଗତି କରିବେ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

କୁମ୍ଭ:-ଦୂରଯାତ୍ରାର ସୁଯୋଗ ପାଇ କୃତକାର୍ଯ୍ୟ ହେବେ । ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର କରି ଭଲ ଲାଭ ପାଇବେ । ଆର୍ଥିକଦିଗରୁ ସୁବିଧା ହେବାସହ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ । ଉଚିତ୍ ପରାମର୍ଶ ପାଇ ହରେଇଥିବା ଦ୍ରବ୍ୟ ଫେରି ପାଇବେ । ପୈତୃକ ସମ୍ପତ୍ତିକୁ ନେଇ ଥିବା ଦ୍ୱନ୍ଦର ସମାଧାନ ହେବ । ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ । ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । ପ୍ରତିକାର- ନୀଳ ରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ ।

ମୀନ:-ସେବା କାର୍ଯ୍ୟରେ ଉଦଦ୍ବୁଦ୍ଧ ହୋଇ ଅନେକଙ୍କର କଲ୍ୟାଣ କରିବା ସୁଯୋଗ ପାଇବେ । କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଆଗ୍ରହ ବଢିବ । ପ୍ରତିକୁଳ ପରିସ୍ଥିତି ଦୂରେଇଯିବା ଫଳରେ ଆନନ୍ଦିତ ହେବେ । କ୍ରୋଧକୁ ଦମନ କରି ପାରିଲେ ପାରିବାରିକ କ୍ଷେତ୍ରରେ ହସଖୁଶିର ବାତାବରଣ ସୃଷ୍ଟି ହେବ । ଆନୁଷ୍ଠାନିକ କ୍ଷେତ୍ରରେ ବ୍ୟସ୍ତତା ଭିତରେ କାର୍ଯ୍ୟ ସାଧନ କରିବେ । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!