ଦୈନିକ ରାଶିଫଳ: ୨୦ ମାର୍ଚ୍ଚ ୨୦୧୯
ମେଷ:-
ଅଭାବ ଅସୁବିଧା ଥାଇ ମଧ୍ୟ କୌଣସି କାମ ଅଟକିବନାହିଁ। ନିଜ ଚେଷ୍ଟାରେ ବାକିଥିବା ଅର୍ଥ ପାଇବେ। ବନ୍ଧୁ ମିତ୍ରଙ୍କର ସହଯୋଗରେ ଉଚ୍ଚ ସମ୍ଭାବନାର ଆଶା ଓ ଆଶ୍ଵାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ। ପାରିବାରିକ କ୍ଷେତ୍ରରେ ନୂତନ ସମ୍ପତି କ୍ରୟ କରିବେ। ଶିକ୍ଷାକ୍ଷେତ୍ରରେ ଯଶର ସହ ଉତ୍ତୀର୍ଣ୍ଣ ହେବେ। କର୍ମକ୍ଷେତ୍ରରେ ପଦୋନ୍ନତି ଓ ବନ୍ଧୁ ଲାଭହେବ। ବ୍ୟବସାୟରେ ପୂର୍ଣ୍ଣ ସଫଳତା ଓ ପୂର୍ବ ସମସ୍ୟାର ସମାଧାନ ହେବ। ବାଦ-ବିବାଦ, ପରୀକ୍ଷା, ପ୍ରତି ଯୋଗୀତା, ମାଲିମୋକଦ୍ଦମା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ରାଜନୀତିରେ ପ୍ରଶଂସିତ ହେବେ। ପ୍ରତିକାର– ଷଣ୍ଢକୁ ଖାଇବାକୁ ଦିଅନ୍ତୁ।
ବୃଷ:-
ସମ୍ମାନର ସହିତ ଦିନଚର୍ଯ୍ୟା କରି ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ଆନନ୍ଦ ଅନୁଭବ କରିବେ। ବ୍ୟବସାୟରେ ଆଶା ମୁତାବକ ଲାଭ ପାଇବେ। ଶାରିରୀକ ଅସୁସ୍ଥତା ଦୂରହେବ। କର୍ମ କ୍ଷେତ୍ରରେ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସା ପାଇବେ। ମହିଳାମାନେ ଗୁରୁ ଗୁରୁଜନମାନଙ୍କର ସହଯୋଗ ପାଇବେ। ନୂତନ କର୍ମ ନିଯୁକ୍ତିର ସୁଯୋଗ ପାଇବେ। ଅବିବାହିତ ଯୁବକ ଓ ଯୁବତୀ ମାନଙ୍କର ବିବାହ ଧାର୍ଯ୍ୟ ହେବ। ଉଚ୍ଚବିଦ୍ୟା ଅଧ୍ୟୟନ ପାଇଁ ବାହ୍ୟ ଦେଶକୁ ଯାତ୍ରା କରି ପାରିବେ। ଭାବି ଚିନ୍ତି କାର୍ଯ୍ୟ ନ କଲେ ଠକାମିରେ ପଡିବେ। ପ୍ରତିକାର-ପିତା ମାତାଙ୍କ ଆଜ୍ଞା ପାଳନ କରନ୍ତୁ।
ମିଥୁନ:-
ପାରିବାରିକ ସ୍ନେହ ସହାନୁଭୁତି ପ୍ରାପ୍ତି ହେବ। ଶତୃମାନେ ମଥାନତ କରିବେ। ପୁରାତନ ରୋଗର ଉପସମ ଓ ବନ୍ଧୁ ସମାଗମ ହେବ। ନୂତନ କାର୍ଯ୍ୟ ଆରମ୍ଭ କଲେ ଅଧିକ ଲାଭପ୍ରଦ ହେବେ। ଶତୃମାନେ ପରାଜିତ ହେବେ। ଉଚ୍ଚପଦସ୍ଥ ବ୍ୟକ୍ତି ଓ ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ନିବିଡ ହେବ। ବାଦ-ବିବାଦ, ପରୀକ୍ଷା, ପ୍ରତି ଯୋଗୀତା, ମାଲିମୋକଦ୍ଦମା ଓ ସାକ୍ଷାତକାରରେ ସଫଳ ହେବେ। କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ। ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ। ଅନେକ ଶୁଭ କର୍ମର ସୁଯୋଗ ପାଇବେ। ପ୍ରତିକାର:- ଅସହାୟା ବୃଦ୍ଧାଙ୍କୁ ସାହାଜ୍ୟ କରନ୍ତୁ।
କର୍କଟ:-
ବ୍ୟବସାୟୀମାନେ ସାଧୁ ଓ ସଚ୍ଚୋଟ ଭାବେ କର୍ମ ଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ। ରାଜନୀତିରେ ସ୍ଵାର୍ଥରକ୍ଷା ପାଇଁ କଠିନ ପରିଶ୍ରମ କରି ଗୁରୁତ୍ୱ ପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ କରିବାକୁ ପଡିବ। ଅଧସ୍ତନ କର୍ମୀ ଓ ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ। ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ। ବିଦ୍ୟାର୍ଥୀଙ୍କର ବିଦ୍ୟାରେଉନ୍ନତି ହେବାରୁ ମନ ଖୁସି ରହିବ। କ୍ରୋଧକୁ ଦମନ କରି ହସଖୁଶିର ବାତାବରଣ ସୃଷ୍ଟି ହେବ। ମହିଳାମାନେ ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ। ପ୍ରତିକାର-ନିଶାଦ୍ରବ୍ୟ ଓ ଆମିଷ ସେବନ କରନ୍ତୁ ନାହିଁ।
ସିଂହ:-
ବ୍ୟବସାୟ କ୍ଷେତ୍ରରେ ପୁରୁଣା ସମସ୍ୟା ସମାଧାନ ହୋଇ ଆର୍ଥୀକ ଉନ୍ନତି ଘଟିବ। ନୂତନ ବ୍ୟବସାୟ ଆରମ୍ଭ କଲେ ଆଶାତୀତ ଲାଭ ହେବ। ନୂତନ କର୍ମ ନିଯୁକ୍ତିର ସୂଚନା ପାଇବେ। ପିତା ମାତାଙ୍କ ଠାରୁ ସହଯୋଗ ମିଳିବ। ପରିବାର ଓ ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ। ଛାତ୍ର-ଛାତ୍ରୀମାନେ ଉଚ୍ଚଶିକ୍ଷା କ୍ଷେତ୍ରରେ ସଫଳ ହେବେ। କର୍ମଜୀବିମାନଙ୍କର ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ। ଆର୍ଥିକ ପରିସ୍ଥିତି ଉତ୍ତମ ଥିଲେ ମଧ୍ୟ ବସନ ଭୂଷଣରେ ଅଧିକ ବ୍ୟୟ ଘଟିବ। ରାଜନେତାମାନେ ସ୍ଥଳବିଶେଷରେ ବ୍ୟୟ ସଂକୋଚନ ନ କଲେ କ୍ଷତି ସହିବେ। ପ୍ରତିକାର : ଷଣ୍ଢକୁ କିଛି ଖୁଆନ୍ତୁ।
କନ୍ୟା:-
ବ୍ୟବସାୟ ପାଇଁ ଭ୍ରମଣ କରିବା ଫଳରେ ବିଶେଷ ଲାଭାନ୍ଵିତ ହେବେ। ଶତୃମାନେ ପରାଜିତ ହେବେ। ନୂତନ କର୍ମ ପ୍ରାପ୍ତିର ସୁଯୋଗ ପାଇବେ। ମାନସିକ ଅଶାନ୍ତି ଦୂରେଇଯିବ। ଦାମ୍ପତ୍ୟ ସୁଖରେ ସୁଖୀ ହେବେ। ପ୍ରେମିକ-ପ୍ରେମିକାମାନେ ଗୁପ୍ତ ପ୍ରେମରେ ସଫଳ ହୋଇ ବିବାହ ସମ୍ବନ୍ଧ ସ୍ଥିର ହେବ। ପରୀକ୍ଷାରେ ସଫଳ ହେବେ। କର୍ମକ୍ଷେତ୍ରରେ ଅତ୍ୟଧିକ କାର୍ଯ୍ୟଚାପ ଯୋଗୁ ଚିନ୍ତିତ ରହିବେ। ପାରିବାରିକ କ୍ଷେତ୍ରରେ ଗୋଟିଏ ପାଖରେ ଶ୍ଣେହ ଶ୍ରଦ୍ଧାର ସ୍ରୋତ ଛୁଟୁଥିଲାବେଳେ ଅନ୍ୟ ପାଖରେ ଉପେକ୍ଷା ଓ ଅଶାନ୍ତିର ନିଆଁ କୁହୁଳିବ। ଅଭାବ ଅନାଟନ ପାଇଁ ବ୍ୟୟ ସଂକୋଚନ ହେବ। ପ୍ରତିକାର-ଅସହାୟକୁ ନିରାଶ କରିବେ ନାହିଁ।
ତୁଳା:-
ନୂତନ କର୍ମପ୍ରାପ୍ତିର ସୁଯୋଗ ମିଳିବ। ପରୀକ୍ଷା ପ୍ରତୀଯୋଗିତାରେ ସଫଳ ହେବେ। ଦାମ୍ପତ୍ୟ ସୁଖ ବୃଦ୍ଧିହେବ। ଋଣ ଭାରରୁ ମୁକ୍ତି ପାଇବେ। ରାଜନେତା ମାନଙ୍କର ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ। ମାଲିମୋକଦ୍ଦମା ଓ ସାକ୍ଷାତକାରରେ ସଫଳ ହେବେ। କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ। ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ। ଦୂରଯାତ୍ରା କରି ପରିଶ୍ରମର ଉଚିତ୍ ମୂଲ୍ୟ ପାଇବେ। ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହେବ। ପ୍ରତିକାର: ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।
ବିଚ୍ଛା:-
ଆତ୍ମବିଶ୍ୱାସ ବୃଦ୍ଧି ପାଇବ ଓ ପ୍ରଶଂସା ପାଇବେ। ସୁଖ ସମ୍ପଦ ପ୍ରାପ୍ତି, ସମାଜ ସେବା ରେ ସ୍ଵନାମ ଅର୍ଜନ କରି ପାରିବେ ଓ ପ୍ରଶଂସିତ ହେବେ। କର୍ମ କ୍ଷେତ୍ରରେ ଉତ୍ତମ ରୋଜଗାର କରିପାରିବେ। ଅନେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି। ରାଜନୈତିକ କ୍ଷେତ୍ରରେ ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଆପଣଙ୍କର ଭୂଷଣହେବ। ପ୍ରବାସରେ ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବ। ମହିଳାମାନେ ପରିବାରରେ ଆଦରଣୀୟା ହୋଇ ସୁଖଭୋଗ କରିବେ। ଶିକ୍ଷାକ୍ଷେତ୍ରରେ ହସ ଖୁସିରେ ସମୟ କଟିବ ଓ ଉଚ୍ଚ ଶିକ୍ଷା ଲାଭ କରିବାର ସୁଯୋଗ ପାଇବେ। ପ୍ରତିକାର- କୁକୁରକୁ ଖାଇବାକୁ ଦିଅନ୍ତୁ।
ଧନୁ:-
ଭ୍ରମଣ, ପ୍ରଶାସନ, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଲାଭ ପାଇବେ। ବ୍ୟବସାୟରେ ରପ୍ତାନି ବାଣିଜ୍ୟରୁ ଯଥେଷ୍ଟ ଲାଭ ମିଳିବ ଓ ଉନ୍ନତି ହେବ। ସ୍ୱାସ୍ଥ୍ୟ ଭଲ ରହିବ। କର୍ମ କ୍ଷେତ୍ରରେ ପ୍ରଶଂସିତ ହେବେ। ବିଭିନ୍ନ ବିଭାଗୀୟ ପରୀକ୍ଷା ଦେବାର ସୁଯୋଗ ପାଇବେ। ଉଚ୍ଚ ଶିକ୍ଷା ଲାଭ କରିବାର ସୁଯୋଗ ପାଇବେ। ପାରିବାରିକ କ୍ଷେତ୍ରରେ ମାନସିକ ଶାନ୍ତି ମିଳିବ। ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧି ହେବ। ରାଜନୀତିରେ କୃତକାର୍ଯ୍ୟ ହେବେ। ମହିଳାମାନେ ଅଧିକ ଭାଗ୍ୟବାଦିନୀ ହୋଇ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ। ପ୍ରତିକାର: ଭୋକିଲା ଲୋକଙ୍କୁ ଖୁଆନ୍ତୁ।
ମକର:-
ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। କର୍ମକ୍ଷେତ୍ରରେ ଉତ୍ତମ ରୋଜଗାର ହେବ। ବ୍ୟବସାୟ କ୍ଷେତ୍ରରୁ ଆର୍ଥିକ ବୃଦ୍ଧି ସହ ବକେୟା ଅର୍ଥ ପ୍ରାପ୍ତି ହେବ। ପିତା-ମାତାଙ୍କ ସହ ସମ୍ପର୍କ ଭଲ ରହିବ। ମହିଳାମାନେ ଧାର୍ମିକ କାର୍ଯ୍ୟରେ ଯୋଗ ଦେବେ। ରାଜନେତାମାନେ ଦୂର ସ୍ଥାନକୁ ଯାତ୍ରା କରିବେ ଓ ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ। ଆୟ ତୁଳନାରେ ବ୍ୟୟ ଅଧିକ ହେବ। ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ। ଆପଣା ଲୋକଙ୍କ ମଧ୍ୟରୁ କେହି କ୍ଷୟକ୍ଷତି ଘଟାଇବାର ଉଦ୍ୟମ କରି ପାରନ୍ତି। ପ୍ରତିକାର : କୁକୁରକୁ ଖାଇବାକୁ ଦିଅନ୍ତୁ।
କୁମ୍ଭ:-
ଅଧିକ ପରିଶ୍ରମ କରିବା ଫଳରେ ଅର୍ଥ ପ୍ରାପ୍ତିର ସୁଯୋଗ ଆସିବ। ସରକାରୀ କର୍ମଚାରୀମାନେ ଗୁପ୍ତଶତୃଙ୍କ ଚକ୍ରାନ୍ତରେ ପଡ଼ିଲେ ମଧ୍ୟ ନିଜର ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନ ବୃଦ୍ଧି ହେବ। ଶରୀର ସୁସ୍ଥ ରହିବ। ପରିବାରରେ ଶାନ୍ତିର ବାତାବରଣ ଦେଖା ଦେବ। ଛାତ୍ର-ଛାତ୍ରୀମାନେ ପରୀକ୍ଷା ଓ ପ୍ରତିଯୋଗିତାରେ ସଫଳ ହେବେ। ଯୁବକ ଯୁବତୀମାନେ ଚେଷ୍ଟା କଲେ ନୂତନ କର୍ମ ନିଯୁକ୍ତି ପାଇବେ। ସନ୍ତାନଙ୍କର ଉନ୍ନତିରେ ଉତ୍ସାହିତ ହେବେ। ବ୍ୟବସାୟରେ ଉଧାର ଦେଇ ଫେରି ପାଇବା ସହଜ ହେବ। ଦାମ୍ପତ୍ୟ ସ୍ତରରେ ସ୍ଵାର୍ଥ ପ୍ରବୃତ୍ତିର ଅଧୀନ ହୋଇ ମଧୁର ସ୍ଵାଦ ଅନୁଭବ କରିବେ। ପ୍ରତିକାର : ଗାଈକୁ କିଛି ଖାଇବାକୁ ଦିଅନ୍ତୁ।
ମୀନ:-
ବିଭିନ୍ନଦିଗରୁ ସାହାଯ୍ୟ ସହଯୋଗ ମିଳିବ। ସହକର୍ମୀମାନଙ୍କ ସହ ବାଦବିବାଦର ଅବସାନ ଘଟିବ। ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବନାହିଁ। ବ୍ୟବସାୟ ବାଣିଜ୍ୟ ଓ ପରିବହନ କ୍ଷେତ୍ରରେ ସୁଫଳ ପ୍ରାପ୍ତିହେବ ଓ ଉଧାର ଦେଇ ଫେରି ପାଇବା ସହଜ ହେବ। ଦୂରଯାତ୍ରାର ସୁଯୋଗ ପାଇବେ। ମହିଳାମାନେ ନୂତନ ବନ୍ଧୁଙ୍କୁ ପାଇ ଖୁସୀହେବେ। ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ। ପ୍ରତିକାର: ନିଶାଦ୍ରବ୍ୟ ଓ ଆମିଷ ସେବନ କରନ୍ତୁ ନାହିଁ।
Jyotirbid Dr. Pramod Satapathy
Jantra Jyotisha, Cuttack
Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri
For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988