ଦୈନିକ ରାଶିଫଳ: ୨୦ ମାର୍ଚ୍ଚ ୨୦୨୦, ମା ସନ୍ତୋଶୀଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ ଆକସ୍ମିକ ଧନଲାଭ

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୦ ମସିହା, ମାର୍ଚ୍ଚ ମାସ ୨୦ତାରିଖ, ଶୁକ୍ରବାର, ମୀନ ମାସ ୭ ଦିନ, ଚୈତ୍ର ମାସ, କୃଷ୍ଣପକ୍ଷ, ଦ୍ଵାଦଶୀ ତିଥି, ଶ୍ରବଣା ନକ୍ଷତ୍ର, ମକର ରାଶିରେ ଚନ୍ଦ୍ର। ବିଛା, ଧନୁ, ମୀନ ରାଶିର ଘାତବାର। ସିଂହ ରାଶିର ଘାତଚନ୍ଦ୍ର। ପୋଇ  ନ ଖାଇଲେ ଭଲ। ଶୁଭସମୟ ପ୍ରାତଃ ୫ଟା ୫୫ମିନିଟ୍ ରୁ ୬ଟା ୪୧ମିନିଟ୍, ସକାଳ ୭ଟା ୩୧ମିନିଟ୍ ରୁ ୯ଟା ୫୩ମିନିଟ୍, ଦିବା ୧୨ଟା ୧୯ମିନିଟ୍ ରୁ ୨ଟା ୪୧ମିନିଟ୍, ଦିବା ୪ଟା ୧୯ମିନିଟ୍ ରୁ ୫ଟା ୫୩ମିନିଟ୍, ସନ୍ଧ୍ୟା ୭ଟା ୩୧ମିନିଟ୍ ରୁ ୯ଟା ୫୩ମିନିଟ୍।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ଆର୍ଥିକ ଦିଗରୁ ବେଶ୍ ଅନୁକୂଳ ଥିବାରୁ କିଛି ନୂତନ ପଦାର୍ଥ ସଂଗ୍ରହ କରି ପାରନ୍ତି କିମ୍ବା ବ୍ୟାଙ୍କ ବାଲାନ୍ସ ବୃଦ୍ଧି ପାଇବ। ବ୍ୟବସାୟରେ ନାନାପ୍ରକାର ସୁବିଧା ସୁଯୋଗ ମିଳିବ ଓ ପୁରୁଣା ପ୍ରାପ୍ୟ ମଧ୍ୟ ଆଦାୟ ହୋଇ ପାରେ। ପରିବାରରେ ଯେତେ ସମସ୍ୟା ଥିଲେ ମଧ୍ୟ ଶାନ୍ତି ଅନୁଭବ କରିବେ। ଚାକିରୀ କ୍ଷେତ୍ରରେ ପଦୋନ୍ନତି ହେବ ଓ ସ୍ଥାନାନ୍ତର ମଧ୍ୟ ହୋଇପାରେ। ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ। ବିଦ୍ୟାରେ ଉନ୍ନତି ଓ ଉଚ୍ଚ ବିଦ୍ୟା ଅଧ୍ୟୟନ ପାଇଁ ସୁଯୋଗ ପାଇବେ। ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ବୃଷ:-

ଗୁରୁଜନ ଓ ଉଚ୍ଚପଦସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ। ସରକାରୀ ସାହାଯ୍ୟ ମିଳିପାରେ। ପରୀକ୍ଷା ପ୍ରତିଯୋଗିତା କ୍ଷେତ୍ରରେ ବିଜୟୀ ହେବେ। ଲକ୍ଷ୍ୟ ହାସଲ କରିବାରେ ସମର୍ଥ ହେବେ। ବନ୍ଧୁଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳ ହେବେ। ପାରିବାରିକ କ୍ଷେତ୍ରରେ ବୁଝାମଣା ଠିକ୍ ରହିବ। ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ସତର୍କତା ଅବଲମ୍ବନ ନକଲେ କୌଣସି ଭୁଲ୍ କାମରେ ଫଶିଯିବେ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

ମିଥୁନ:-

ଉଚ୍ଚପଦସ୍ଥ କର୍ମକର୍ତ୍ତାମାନଙ୍କର କର୍ମଉପରେ ନଜର ପଡ଼ିପାରେ। କାରବାରରେ ଉତ୍ଥାନ ହେବା ଫଳରେ ବ୍ୟବସାୟର ପରିବର୍ତ୍ତନ କରିବାର ଇଚ୍ଛା ଜାଗ୍ରତ ହେବ। ଆର୍ଥିକ ଉନ୍ନତି ଫଳରେ ଚିନ୍ତା କରିଥିବା କାର୍ଯ୍ୟ ପୂରଣ କରିବାକୁ ଇଚ୍ଛା କରିବେ। ଅତି ନିକଟର ବନ୍ଧୁବାନ୍ଧବଙ୍କସହ ଅତି ପ୍ରିୟତା ସୃଷ୍ଟିହେବ। ପରିବାରରେ ସୁସ୍ଥ ବାତାବରଣ ଜାରି ରହିବ। ଆର୍ଥିକ ସ୍ଥିତି ସ୍ଵଛଳ ରହିବ। ବାଦବିବାଦ ପରୀକ୍ଷା, ପ୍ରତିଯୋଗିତା ଓ ମାଲିମକଦ୍ଦମାର ଅବସାନ ହେବ। ରାଜନୀତି କ୍ଷେତ୍ରରେ ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ। ଶତ୍ରୁମାନେ କ୍ଷତି କରିବା ପାଇଁ ଚେଷ୍ଟା କରିବେ ।ପ୍ରତିକାର ଗୋମାତାକୁ ଖାଇବାକୁ ଦିଅନ୍ତୁ।

କର୍କଟ:-

ଆୟ ଉପାର୍ଜନ ବୃଦ୍ଧି ହେବ। ସାମାଜିକ ପତିଆରା ଅମଳିନ ରହିବ। ରାଜନୀତିରେ ନିଜଲୋକମାନେ ବା ଦୂରେଇ ଯାଇଥିବା ସହକର୍ମୀ ମାନେ ପ୍ରସଂଶା କରିବେ। ଯାତ୍ରାରେ ବିଶେଷ ଲାଭାନ୍ୱିତ ହୋଇ ମାନସିକ ଶାନ୍ତି ଅନୁଭବ କରିବେ। ବିଦ୍ୟାରେ ଉନ୍ନତି ପାଇଁ ସମୟ ଉପଯୁକ୍ତ ଅଟେ। ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟା ସୁଧୁରି ଯିବ। ଅଚାନକ ଧନ ଲାଭ ହେବାରୁ ମନ ଖୁସି ରହିବ। ଖେଳରେ ବିଜୟୀ ହେବେ ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ। ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଲେ ବ୍ୟବସାୟରେ ଅଚାନକ ଧନପ୍ରାପ୍ତି ହେବ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ସିଂହ:- 

ଅଟକି ରହିଥିବା କାମ ଗୁଡିକ ସୁରୁଖୁରୁରେ ସମ୍ପନ୍ନ ହେବ। ବ୍ୟବସାୟରେ ଆଶାଜନକ ସଫଳତା ହାସଲ କରିବେ। ନୂଆ ନିଯୁକ୍ତିର ସୁଯୋଗ ପାଇବେ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ଆତ୍ମବିଶ୍ଵାସ ବୃଦ୍ଧି ପାଇବ।  ଦୁଃଖୀ ଲୋକଙ୍କୁ ସାହାରାହେବେ। ବିଦ୍ୟାରେଉନ୍ନତି ଯୋଗେ ମାନସିକ ଶାନ୍ତି ଅନୁଭବ କରିବେ। ନୂଆ ସୁଯୋଗ ମିଳିବା ହେତୁ ଉନ୍ନତିର ପଥ ସୁଗମ ହେବ। ଅଫିସ୍ ରେ ଅଟକି ରହିଥିବା କାମଗୁଡ଼ିକ ସୁରୁଖୁରୁରେ ସମ୍ପନ୍ନ ହେବ। ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନ ଅସନ୍ତୁଷ୍ଟ ରହି ପାରେ। ପ୍ରତିକାରମାଦକଦ୍ରବ୍ୟ ସେବନ କରନ୍ତୁ ନାହିଁ।

କନ୍ୟା:-

ଶୁଭ ସମାଚାର ଶୁଣିବାକୁ ମିଳିବ। ଅନ୍ୟମାନଙ୍କୁ ସାହାଯ୍ୟ କରିବେ, ତେଣୁ ଲୋକମାନେ ଆପଣଙ୍କୁ ସମ୍ମାନ ଦେବେ। କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ। ରାଜନୀତିରେ ଯାତ୍ରାରେ ସମୟ କଟିବ କିନ୍ତୁ ଲାଭ ପାଇ ପ୍ରସଂଶିତ ହେବେ। ବିଦ୍ୟାକ୍ଷେତ୍ରରେ ଧୈର୍ଯ୍ୟ ଓ ସଂଯମତା ରଖି ପାରିଲେ ବିଶେଷ ଲାଭାନ୍ୱିତ ହେବେ। ନୂତନ ବନ୍ଧୁ ଭେଟ ହେବା ଫଳରେ ମନସନ୍ତୁଷ୍ଟ ରହିବ। ଖେଳରେ ବିଜୟୀ ହେବେ। ଅନ୍ୟକୁ ନିଜ ସହ ତୁଳନା କରି ମାନସିକ ଶାନ୍ତି ଅନୁଭବ କରିବେ। ପୁରାତନ ରୋଗପ୍ରତି ସାବଧାନ ରହିଲେ ଭଲ। ପ୍ରତିକାର:- ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ତୁଳା:-

ଶତୃମାନେ ଦୂରେଇ ଯିବା ଫଳରେ ମାନସିକ ଶାନ୍ତି ମିଳିବ। ନୂତନ ଦ୍ରବ୍ୟ କ୍ରୟ କରିବେ। ପାରିବାରିକ କ୍ଷେତ୍ରରେ ବୁଝାମଣା ଠିକ୍ ରହିବ। ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟରେ ନିଜର ଯୋଜନାମୁତାବକ କାମ କରିବେ। କର୍ମଚାରୀ ମାନଙ୍କୁ ଭରସା କଲେ କୌଣସି ପ୍ରକାର ଅସୁବିଧା ହେବନାହିଁ। ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବ। ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ। ବାଦବିବାଦ ପରୀକ୍ଷା, ପ୍ରତିଯୋଗିତା ଓ ମାଲିମକଦ୍ଦମାର ଅବସାନ ହେବ। ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ ହେଲେ ଆଗେଇ ନବା ଉଚିତ୍। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।  

ବିଚ୍ଛା:-

ନିଜର ଇଛା ପୂରଣ ପାଇଁ କୌଣସି କର୍ମକରି ପ୍ରଶଂସା ପାଇବେ। କମିଶନ କାର୍ଯ୍ୟରେ ଲାଭ ହେବାର ସମ୍ଭାବନା ଅଛି। ସରକାରୀ କ୍ଷେତ୍ରରେ ସଫଳତା ମିଳିବ। ରାଜନୀତି କ୍ଷେତ୍ରରେ ସଂଘର୍ଷ ମଧ୍ୟ ଦେଇ ସମୟ ବିତାଇବେ। ପାରିବାରିକ ମାମଲା ବହୁତ ଶାନ୍ତି ପୂର୍ଣ୍ଣ ରହିବ। ବହୁତ ଦିନରୁ ଯେଉଁ କାମ ପାଇଁ ଚିନ୍ତା କରୁଥିଲେ ତାହା ଅଳ୍ପ ପ୍ରୟାସରେ ପୂରଣ ହୋଇପାରେ। ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ। କର୍ମକ୍ଷେତ୍ରରେ ଅଧିକାରୀ କାମରେ ପ୍ରସନ୍ନ ରହିବେ। ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଲାଭ ପାଇବେ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

ଧନୁ:-

ସାମାଜିକ ପତିଆରା ଅମଳିନ ରହିବ। ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ଯଶସ୍ୱୀ ହେବେ। ଉଚ୍ଚ ଶିକ୍ଷାର ସୁଯୋଗ ପାଇବେ। ପ୍ରେମିକ ପ୍ରେମିକା ମାନଙ୍କର ପ୍ରେମ ପ୍ରସଙ୍ଗରେ ସଫଳତା ମିଳିବ। ପିଲାମାନଙ୍କ ପ୍ରତି ସତର୍କ ରହି ଆନନ୍ଦିତ ହେବେ। ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ ସମସ୍ୟାକୁ ସୁଧାରିବା ପାଇଁ ଚେଷ୍ଟା କରି କୌଶଳକ୍ରମେ ସମାଧାନ କରିବେ। ବ୍ୟବସାୟୀମାନେ ପ୍ରଚୁର ଲାଭ ପାଇବେ। ଶତୃମୁକ୍ତ ନିରୁପଦ୍ରବ ଜୀବନ ଚର୍ଯ୍ୟା କାଏମ୍ ରଖି ପାରିଲେ ଲାଭ ପାଇବେ। ମନରେ ଅଶାନ୍ତି ଅସନ୍ତୋଷ ଦେଖାଦେଇ ପାରେ। ପ୍ରତିକାର:- ଗୋମାତାକୁ ଖାଇବାକୁ ଦିଅନ୍ତୁ।

ମକର:-

ବ୍ୟାପାର ଓ କାରବାରରେ ସୁଧାର ଆସିବ। ଟଙ୍କାର ଆବଶ୍ୟକତା ପୂରଣ ହେବ। ନିଜର ପ୍ରଭାବ ଓ ପରାକ୍ରମ ବୃଦ୍ଧି ପାଇବ। ଅଧିକାରୀ କାମରେ ପ୍ରସନ୍ନ ରହିବେ। ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ। ବ୍ୟବସାୟ ସମ୍ବନ୍ଧିତ ଯାତ୍ରା କରିବାକୁ ପଡିବ। ପରିବାରରେ ବାତାବରଣ ଶାନ୍ତିପୂର୍ଣ୍ଣ ରହିବ। ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢିପାରିବେ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ। ସରକାରୀ କାମରେ ସଫଳତା ପାଇବେ। ସବୁ କିଛି ସୁନ୍ଦର ହିଁ ସୁନ୍ଦର ଦେଖା ଦେବ।  ପ୍ରତିକାର: ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

କୁମ୍ଭ:-

ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ। ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହୋଇ ଭଲ ରହିବ। ବ୍ୟବସାୟ କ୍ଷେତ୍ରରେ ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ହେବ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳ ହେବେ। ପରିବାରର ସମସ୍ୟାକୁ ସୁଧାରିବା ପାଇଁ ଚେଷ୍ଟା କରି ସଫଳ ହେବେ। ଶିକ୍ଷାକ୍ଷେତ୍ରରେ ସଫଳତା ଲାଭ କରିବେ। ନୂତନ କର୍ମଆଶାୟୀ ଯୁବକ ଯୁବତୀମାନଙ୍କର ଆଶା ପୂରଣ ହୋଇ ପାରେ। ଧାର୍ମିକ କାର୍ଯ୍ୟରେ ରୁଚି ବଢିବା ସହିତ ସମୟ ମଧ୍ୟ ଆନନ୍ଦମୟ ହେବ। ପରିଶ୍ରମ ଓ ମେହନତର ପରିଣାମ ମିଳିବ। ପ୍ରତିକାର କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମୀନ:-

କୌଣସି ନୂତନ ବ୍ୟକ୍ତିଙ୍କ ସହିତ ଭେଟ ହେବାଫଳରେ ସୁଖ ସମୃଦ୍ଧି ବୃଦ୍ଧି ହେବ। ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ। ପ୍ରବାସ ଯାତ୍ରାରେ ଲାଭବାନ ହେବେ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ ନକରିବା ଉଚିତ୍। ରାଜନୀତିରେ ବରିଷ୍ଠ ବ୍ୟକ୍ତି ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢୀଭୁତ ହେବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ବିଦ୍ୟାକ୍ଷେତ୍ରରେ ସଂଘର୍ଷ ମଧ୍ୟ ଦେଇ ସମୟ ବିତାଇବେ। ପ୍ରେମିକ ପ୍ରେମିକା ମାନେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ଆନନ୍ଦସହ କଷ୍ଟ ଅନୁଭବ କରି ପାରନ୍ତି। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!