ଦୈନିକ ରାଶିଫଳ: 20 ମାର୍ଚ୍ଚ 2021, ଶନିଦେବଙ୍କ କୃପାରୁ ଆଜି ଏହି ରାଶି ବ୍ୟକ୍ତିଙ୍କୁ ମିଳିବ ଆର୍ଥିକ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୧ ମସିହା, ମାର୍ଚ୍ଚ ମାସ ୨୦ତାରିଖ, ଶନିବାର, ମୀନ ମାସ ୭ଦିନ, ଫାଲଗୁନ ମାସ, ଶୁକ୍ଳପକ୍ଷ, ସପ୍ତମୀ ତିଥି, ରୋହିଣୀ ନକ୍ଷତ୍ର, ବୃଷ ରାଶିରେ ଚନ୍ଦ୍ର । ବୃଷ, ସିଂହ, କନ୍ୟା ରାଶିର ଘାତବାର । ବିଛା ରାଶିର ଘାତଚନ୍ଦ୍ର । ତାଳ ନ ଖାଇଲେ ଭଲ । ଶୁଭସମୟ- ଦିବା ୧୦ଟା ୨୫ମିନିଟ୍ ରୁ ୧ଟା ୫ମିନିଟ୍, ରାତ୍ର ୮ଟା ୧୯ମିନିଟ୍ ରୁ ୧୦ଟା ୪୧ମିନିଟ୍, ରାତ୍ର ୧୨ଟା ୧୮ମିନିଟ୍ ରୁ ୧ଟା ୫୨ମିନିଟ୍ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

କାହାକୁ ଦେଇଥିବା ଉଧାର ଟଙ୍କା ମିଳିଯିବ । ଗୃହରେ ମାଙ୍ଗଳିକ କାର୍ଯ୍ୟରେ ଧନ ବ୍ୟୟହେବ । ଆର୍ଥିକ ଦିଗରୁ ଉନ୍ନତି ହେବ । ପରୀକ୍ଷା ପ୍ରତିଯୋଗିତାରେ ଜୟଯୁକ୍ତ ହେବେ । ଯାତ୍ରା କରିବା ସମୟରେ କୌଣସି ଶୁଭ ସମାଚାର ଶୁଣିବାକୁ ମିଳିବ । ସରକାରୀ କର୍ମଚାରୀମାନେ କର୍ମକ୍ଷେତ୍ରରେ ସମ୍ମାନ ଲାଭ କରିବେ । ମିଳିମିଶି କାମ କରିପାରିଲେ କଷ୍ଟ ଦୂର ହେବ । ଧନ ସମ୍ବନ୍ଧୀୟ ମାମଲାରେ ବିବେକ ଦ୍ଵାରା ବିଚାର କଲେ ଲାଭ ମିଳିବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ବୃଷ:-

ଗୃହପୋକରଣ ନୂତନ ବସ୍ତୁ କ୍ରୟ କରିପାରିବେ । ବ୍ୟବସାୟୀ ମାନଙ୍କର ଅଧିକ ଲାଭ ପ୍ରାପ୍ତି ହେବ । ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବା ସହ ପାରିବାରିକ ସମ୍ପର୍କରେ ଉନ୍ନତି ହେବ । ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ । ରାଜନୈତିକ କ୍ଷେତ୍ରରେ ସାସାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବ । କର୍ମନିଷ୍ଠା ମଧ୍ୟରେ ନିଜକୁ ସୀମିତ ରଖିବା ହିତକର । ତେବେ ସମ୍ମାନର ସହିତ ଦିନଚର୍ଯ୍ୟା କରି ଚଳିବାରେ ବାଧା ଉପୁଜିବ ନାହିଁ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ମିଥୁନ:-

ରାଜନୈତିକ କ୍ଷେତ୍ରର ସାବଧାନତା ପୂର୍ବକ ପାଦ ବଢେଇବା ବୁଦ୍ଧିମତାପୂର୍ଣ୍ଣ ହେବ । ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ସଫଳତା ପାଇବେ । ଲୋକଙ୍କ ପ୍ରତି ଉଦାର ଦୟାଳୁ ପ୍ରବୃତି ଜାଗ୍ରତ ହେବ । ପ୍ରେମ-ପ୍ରସଙ୍ଗରେ ସଫଳତା ମିଳିବା ସହ ପାରିବାରିକ ସୁଖ-ଶାନ୍ତି ମିଳିବ । ଦୃଢସଂକଲ୍ପ ଓ ଆତ୍ମବିଶ୍ଵାସରେ ଭରପୁର ହେବ । ପୁରୁଣାପ୍ରାପ୍ୟ ମଧ୍ୟ ଆଦାୟ ହେବ । ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ । ଧାତୁ ପଦାର୍ଥ କ୍ରୟ ବିକ୍ରୟ କରୁଥିବା ବ୍ୟବସାୟୀମାନେ ଲାଭବାନ ହେବେ । ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ ।

କର୍କଟ:-

ସ୍ଵାସ୍ଥ୍ୟରେ ଉନ୍ନତି ହେବା ସହ ମାନସିକ ଦୁଃଶ୍ଚିନ୍ତା ଦୂର ହେବ । ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ ଓ ଉଚ୍ଚସମ୍ପର୍କରୁ ଲାଭବାନ ହେବେ । ରାଜନୈତିକ କ୍ଷେତ୍ରରେ ପ୍ରତିଷ୍ଠିତ ହୋଇପାରିବେ । ନୂତନ କାର୍ଯ୍ୟ ପାଇଁ ଆଶାୟୀ ହେବେ । କର୍ମଚାରୀମାନଙ୍କର କାର୍ଯ୍ୟ କ୍ଷେତ୍ରରେ ସାହାଯ୍ୟ ସହଯୋଗ ମିଳିବ । ପ୍ରେମପ୍ରସଙ୍ଗରେ ଭୁଲ୍ ବୁଝାମଣାର ନିରାକରଣ ହେବ । କୌଣସି ନୂତନ ବନ୍ଧୁଙ୍କ ସହିତ ଭେଟ ହେବା ଫଳରେ ଅଟକିଥିବା କାର୍ଯ୍ୟ ସମ୍ପନ୍ନ ହେବ । ପ୍ରତିକାର- ଶ୍ଵେତଚନ୍ଦନ କର୍ପୁରମିଶେଇ ମସ୍ତକରେ ଧାରଣ କରନ୍ତୁ ।

ସିଂହ:-

ପରୀକ୍ଷା ଓ ପ୍ରତିଦ୍ଵନ୍ଦିତାରେ ବିଜୟୀ ହେବେ । ରାଜନୀତି କ୍ଷେତ୍ରରେ ସୁଖ ଶାନ୍ତି ପ୍ରାପ୍ତି ହେବ । ସନ୍ତାନଙ୍କ ସମ୍ବନ୍ଧରେ ମଧୁରତା ଆସିବ । ବ୍ୟବସାୟରେ ଉନ୍ନତି ଓ ଆର୍ଥିକ ସ୍ଥିତିରେ ବୃଦ୍ଧି ସହ ଶରୀର ସୁସ୍ଥ ରହିବ । କାର୍ଯ୍ୟକ୍ଷେତ୍ରରେ ପ୍ରଚୁର ଅର୍ଥ ଲାଭ ହେବ ଓ ପରିସ୍ଥିତି ବଦଳିଯିବ । ଅର୍ଥ ଉପାର୍ଜନରେ ଏକନିଷ୍ଠ ହେଲେ ଧନାଢ୍ୟ ହେବାର ରାସ୍ତା ଖୋଲିଯିବ । କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗିତା ପରୀକ୍ଷା, ସାକ୍ଷାତ୍କାରରେ ଉତ୍ତୀର୍ଣ୍ଣ ହେବେ । ପ୍ରତିକାର:- ଚାଉଳ କୁଆ ପାରାଙ୍କୁ ଖାଇବାକୁ ଦିଅନ୍ତୁ ।

କନ୍ୟା:-

ରାଜନୀତି କ୍ଷେତ୍ରରେ ସଂଘର୍ଷ ମଧ୍ୟ ଦେଇ ସମୟ ବିତାଇବେ । ଧର୍ମ କାର୍ଯ୍ୟରେ ଯୋଗଦେଇ ଦେବଦର୍ଶନ କରିବେ । ପାରିବାରିକ କ୍ଷେତ୍ରରେ ଆଲୁଅ ଅନ୍ଧାରରେ ଲୁଚକାଳି ଖେଳଭଳି ଦେଖା ଦେବ । ନାନା ବାଟରେ ଧନାଗମ ଘଟିବ ଓ ସେହିପରି ଖର୍ଚ୍ଚର ଦ୍ଵାର ସାହାଣ ମେଲା ରହିବ । ଆବଶ୍ୟକସ୍ଥଳେ ଛଳନାର ଆଶ୍ରୟ ନେଇ ନିଜର ବ୍ୟକ୍ତିତ୍ୱ ଅକ୍ଷୁର୍ଣ୍ଣ ରଖିବେ । ଅଫିସ୍ କାମରେ ପରିଚାଳନାଗତ ସମସ୍ୟା ବୃଦ୍ଧି ପାଇବ । ପ୍ରତିକାର:- ଷଣ୍ଢକୁ କିଛି ଖାଇବାକୁ ଦିଅନ୍ତୁ ।

ତୁଳା:-

ବ୍ୟବସାୟ ବୃଦ୍ଧି ଯୋଜନାରେ ହାତ ଦେବାକୁ ଅନୁପ୍ରାଣିତ ହେବେ । ଗୃହସମସ୍ୟାକୁ ସମାଧାନ କରି ଧନ ସମ୍ପତିକୁ ଆୟତ୍ତ କରି ପାରିବେ । ଗୁରୁଜନଙ୍କ ଆଶୀର୍ବାଦ ପ୍ରାପ୍ତ ହେବ । କିଛି ଏମିତି ଲୋକଙ୍କ ସହିତ ମିଳନ ହେବ ଯେ ସେମାନେ ବିକାଶ ଧାରାରେ ସାମିଲ ହେବେ । ପରିବାରରେ ସମୟ ବିତେଇବେ । ବିନୟପୂର୍ଣ୍ଣ କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ । ନୂତନପନ୍ଥା ଅନୁସରଣ କରିବେ । ଧାର୍ମିକ ଅନୁଷ୍ଠାନ କାମରେ ପ୍ରଶଂସା ମିଳିବ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ବିଚ୍ଛା:-

ଶିକ୍ଷା କ୍ଷେତ୍ରରେ ପ୍ରଶଂସା ପାଇବେ । ରାଜନୀତି କ୍ଷେତ୍ରରେ କୌଣସି ଶୁଭ ସମାଚାର ଶୁଣିବେ । ବନ୍ଧୁଙ୍କ ଆର୍ଥିକ ସହାୟତାରେ ଖୁସିହେବେ । ମନୋରଞ୍ଜନ କାର୍ଯ୍ୟ କ୍ରମରେ ଯୋଗଦେଇ କଳାସଙ୍ଗୀତ ଓ ନୃତ୍ୟ ଗୀତରେ ମଜ୍ଜି ରହିବେ । ବାଦବିବାଦ, ମାଲିମୋକଦ୍ଦମା, ଖେଳ, କୁଦ, ପ୍ରତିଯୋଗିତାରେ ବିଜୟୀହେବେ । ଆପଣାଲୋକ ଭାବେ ଗଣତି ହେଉଥିବା ବ୍ୟକ୍ତିଙ୍କ ମଧ୍ୟରୁ କାହାର ପରୋକ୍ଷ ଶତୃତା ଯୋଗୁ ବିଚଳିତ ହେବେ । ପ୍ରତିକାର- ଶିବମନ୍ଦିରରେ କଞ୍ଚାକ୍ଷୀର ଢାଳି ପାଦୁକ ପାନ କରନ୍ତୁ ।

ଧନୁ:-

ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ । ମାଲିମୋକଦ୍ଦମାରେ ମୁଣ୍ଡ ଉଚ୍ଚ ରହିବ । ରାଜନୀତି କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ଅକ୍ଷୁର୍ଣ୍ଣ ରହିବ । ପଦସ୍ଥ ବ୍ୟକ୍ତିଙ୍କ ସହ ମନୋମାଳିନ୍ୟ ମେଣ୍ଟିଯିବ । କାରବାରରେ ସୁଧାର ଆସି ବ୍ୟବସାୟରେ ଉତ୍ତମ ରୋଜଗାର ହେବ । ଆକସ୍ମିକ ଧନ ପ୍ରାପ୍ତି ହେବ । ଯାନବାହାନ ତଥା ଖଣି ଓ ଜଙ୍ଗଲ କ୍ଷେତ୍ରରେ କର୍ମରତ ବ୍ୟକ୍ତିମାନେ ଶୁଭ ସଂବାଦ ପାଇ ଖୁସିହେବେ । କାର୍ଯ୍ୟଭାର ବହନ କରି ଯାତ୍ରା କରିବାକୁ ପଡ଼ିବ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

ମକର:-

ଶିକ୍ଷାକ୍ଷେତ୍ରରେ ଉଚ୍ଚଶ୍ରେଣୀ ପାଇବା ସହ ବିଦ୍ୟାରେ ଉନ୍ନତି କରିବେ ଓ ପ୍ରତିଯୋଗିତା ପରୀକ୍ଷାରେ ସଫଳ ହେବେ । ବ୍ୟବସାୟରେ ଅଧିକ ଲାଭ ପାଇବେ । ଚାକିରୀରେ ପଦୋନ୍ନତିସହ ଆର୍ଥଲାଭ ହେବ । ଶତୃମାନେ ଦୂରେଇ ଯିବେ । ବନ୍ଧୁଙ୍କ ଡାକରା ପାଇ ଯାତ୍ରା କରିବାକୁ ବାଧ୍ୟ ହେବେ । ରାଜନୀତିରେ ଲୋକସମର୍ଥନକୁ ଆଧାର କରି ବଳୀୟାନ ହେବେ । ପିକନିକ୍, ପାର୍ଟି ଆଦିର ପୋଗ୍ରାମ୍ କରିବେ । ନୂତନ କାର୍ଯ୍ୟଆରମ୍ଭ କରିପାରିବେ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

କୁମ୍ଭ:-

ସାମାଜିକ କାର୍ଯ୍ୟରେ ଯୋଗ ଦେବେ । ଛାତ୍ରଛାତ୍ରୀମାନେ ଶିକ୍ଷା କ୍ଷେତ୍ରରେ ପ୍ରଶଂସା ପାଇବେ । ଆଧ୍ୟାତ୍ମିକ କ୍ଷେତ୍ରରେ ଉନ୍ନତି ହେବ । କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର, ଖେଳ, କୁଦ ଓ ପ୍ରତିଯୋଗିତାରେ ଉନ୍ନତି କରିବା ପାଇଁ ପ୍ରୟାସ ରତ ହେବେ । କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ପାଇବେ । ଗୃହୋପକରଣ କ୍ରୟ କରିବେ । ବ୍ୟବସାୟ କ୍ଷେତ୍ରରେ ବହୁତ ପରିଶ୍ରମ କଲେ ଅର୍ଥ ଲାଭ ହେବ । ରାଜନୈତିକ କ୍ଷେତ୍ରରେ ବିଜୟୀ ହେବେ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

ମୀନ:-

ଶାରିରୀକ ସୁସ୍ଥତା ଦେଖାଦେବ । ବ୍ୟାପାରରେ ପ୍ରଚୁର ଲାଭ ହେବା ସହ କୌଣସି ଶୁଭ ସମାଚାର ଶୁଣିବେ । କର୍ମକ୍ଷେତ୍ରରେ ପ୍ରମୋଶନ ଓ ପରିବର୍ତ୍ତନ ଆସିବ । ଘନିଷ୍ଠ ବ୍ୟକ୍ତିଙ୍କ ସହିତ ଭେଟ ହେବ । ଲୋକଙ୍କ ପ୍ରତି ଉଦାର ଓ ଦୟାଳୁ ପ୍ରବୃତି ଜାଗ୍ରତ ହେବ । ପ୍ରିୟଜନ ଓ ପରିବାର ସଦସ୍ୟ ଆପଣଙ୍କ ନିକଟତର ହେବେ । ଉପରିସ୍ଥ କର୍ମଚାରୀ, ଗୁରୁ ଓ ଗୁରୁଜନମାନଙ୍କର ସହଯୋଗ ପାଇବେ ।  ଚଳଚ୍ଚିତ୍ର ତଥା ଅନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ପ୍ରତିକାର- ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 943700674


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!